ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଗୀତସଂହିତା
1. ପ୍ରଧାନ ବାଦ୍ୟକର ନିମନ୍ତେ ଗାନାର୍ଥକ ଗୀତ । ହେ ସମୁଦାୟ ପୃଥିବୀ, ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ଵନି କର ।
2. ତାହାଙ୍କ ନାମର ମହିମା କୀର୍ତ୍ତନ କର; ତାହାଙ୍କ ପ୍ରଶଂସାକୁ ଗୌରବାନ୍ଵିତ କର ।
3. ପରମେଶ୍ଵରଙ୍କୁ କୁହ, ତୁମ୍ଭ କର୍ମସକଳ କିପରି ଭୟଙ୍କରଣ! ତୁମ୍ଭ ପରାକ୍ରମର ମହତ୍ତ୍ଵ ଦ୍ଵାରା ତୁମ୍ଭ ଶତ୍ରୁଗଣ ଆପେ ତୁମ୍ଭର ବଶୀଭୂତ ହେବେ ।
4. ସମୁଦାୟ ପୃଥିବୀ ତୁମ୍ଭଙ୍କୁ ପ୍ରଣାମ କରିବେ ଓ ତୁମ୍ଭ ଉଦ୍ଦେଶ୍ୟରେ ଗାନ କରିବେ; ସେମାନେ ତୁମ୍ଭ ନାମ କୀର୍ତ୍ତନ କରିବେ । [ସେଲା
5. ଆସ ଓ ପରମେଶ୍ଵରଙ୍କ କ୍ରିୟାସକଳ ଦେଖ; ମନୁଷ୍ୟ-ସନ୍ତାନଗଣ ପ୍ରତି ଆପଣା କ୍ରିୟାରେ ସେ ଭୟଙ୍କର ଅଟନ୍ତି ।
6. ସେ ସମୁଦ୍ରକୁ ଶୁଷ୍କଭୂମି କଲେ; ଲୋକମାନେ ନଦୀ ମଧ୍ୟ ଦେଇ ପାଦରେ ଗମନ କଲେ; ସେସ୍ଥାନରେ ଆମ୍ଭେମାନେ ତାହାଙ୍କଠାରେ ଆନନ୍ଦ କଲୁ ।
7. ସେ ଆପଣା ପରାକ୍ରମରେ ଅନନ୍ତକାଳ କର୍ତ୍ତୃତ୍ଵ କରନ୍ତି; ତାହାଙ୍କ ଚକ୍ଷୁ ଗୋଷ୍ଠୀସମୂହକୁ ନିରୀକ୍ଷଣ କରେ; ବିଦ୍ରୋହୀମାନେ ଆପଣାମାନଙ୍କୁ ଉନ୍ନତ ନ କରନ୍ତୁ । [ସେଲା
8. ହେ ଜନବୃନ୍ଦ, ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ଵରଙ୍କର ଧନ୍ୟବାଦ କର ଓ ତାହାଙ୍କ ପ୍ରଶଂସାଧ୍ଵନି ଶୁଣାଅ;
9. ସେ ଆମ୍ଭମାନଙ୍କ ପ୍ରାଣକୁ ଜୀବଦ୍ଦଶାରେ ରଖନ୍ତି ଓ ଆମ୍ଭମାନଙ୍କ ଚରଣକୁ ବିଚଳିତ ହେବାକୁ ଦିଅନ୍ତି ନାହିଁ ।
10. କାରଣ ହେ ପରମେଶ୍ଵର, ତୁମ୍ଭେ ଆମ୍ଭମାନଙ୍କୁ ପରୀକ୍ଷା କରିଅଛ; ରୂପା ପରଖିଲା ପରି ତୁମ୍ଭେ ଆମ୍ଭମାନଙ୍କୁ ପରଖିଅଛ ।
11. ତୁମ୍ଭେ ଆମ୍ଭମାନଙ୍କୁ ଜାଲରେ ପକାଇଅଛ, ତୁମ୍ଭେ ଆମ୍ଭମାନଙ୍କ କଟିଦେଶରେ ଭାରୀ ବୋଝ ଥୋଇଅଛ ।
12. ତୁମ୍ଭେ ଆମ୍ଭମାନଙ୍କ ମସ୍ତକ ଉପରେ ଲୋକମାନଙ୍କୁ ଚଢ଼ିବାକୁ ଦେଇଅଛ; ଆମ୍ଭେମାନେ ଅଗ୍ନି ଓ ଜଳ ମଧ୍ୟଦେଇ ଗମନ କଲୁ; ମାତ୍ର ତୁମ୍ଭେ ଆମ୍ଭମାନଙ୍କୁ ଧନାଢ଼୍ୟ ସ୍ଥାନକୁ ଆଣିଅଛ ।
13. ମୁଁ ହୋମବଳି ନେଇ ତୁମ୍ଭ ଗୃହକୁ ଆସିବି, ମୁଁ ସଙ୍କଟରେ ଥିଲା ବେଳେ
14. ମୋʼ ଓଷ୍ଠାଧର ଯାହା ଉଚ୍ଚାରଣ କରିଅଛି ଓ ମୋʼ ମୁଖ ଯାହା କହିଅଛି, ମୋହର ସେହିସବୁ ମାନତ ତୁମ୍ଭ ଉଦ୍ଦେଶ୍ୟରେ ପୂର୍ଣ୍ଣ କରିବି ।
15. ମୁଁ ତୁମ୍ଭ ଉଦ୍ଦେଶ୍ୟରେ ମେଷରୂପ ଧୂପ ସହିତ ହୃଷ୍ଟପୁଷ୍ଟ ହୋମବଳି ଉତ୍ସର୍ଗ କରିବି; ମୁଁ ଛାଗ ସଙ୍ଗେ ବୃଷ ବଳିଦାନ କରିବି । [ସେଲା
16. ହେ ପରମେଶ୍ଵରଙ୍କ ଭୟକାରୀ ସମସ୍ତେ, ଆସ ଶୁଣ, ଆଉ ସେ ଆମ୍ଭ ପ୍ରାଣ ପାଇଁ ଯାହା କରିଅଛନ୍ତି, ତାହା ମୁଁ ବର୍ଣ୍ଣନା କରିବି ।
17. ମୁଁ ଆପଣା ମୁଖରେ ତାହାଙ୍କୁ ଡାକିଲି ଓ ମୋʼ ଜିହ୍ଵା ଦ୍ଵାରା ସେ ପ୍ରତିଷ୍ଠିତ ହେଲେ ।
18. ଯେବେ ମୁଁ ମନ ମଧ୍ୟରେ ଅଧର୍ମକୁ ଆଦର କରେ, ତେବେ ପ୍ରଭୁ ମୋʼ କଥା ଶୁଣିବେ ନାହିଁ;
19. ମାତ୍ର ନିଶ୍ଚୟ ପରମେଶ୍ଵର ମୋʼ କଥା ଶୁଣିଅଛନ୍ତି, ସେ ମୋʼ ପ୍ରାର୍ଥନାର ରବରେ ମନୋଯୋଗ କରିଅଛନ୍ତି ।
20. ପରମେଶ୍ଵର ଧନ୍ୟ ହେଉନ୍ତୁ, ସେ ମୋହର ପ୍ରାର୍ଥନା କିଅବା ମୋʼଠାରୁ ଆପଣା ଦୟା ଦୂର କରି ନାହାନ୍ତି ।

ରେକର୍ଡଗୁଡିକ

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 66 / 150
1 ପ୍ରଧାନ ବାଦ୍ୟକର ନିମନ୍ତେ ଗାନାର୍ଥକ ଗୀତ । ହେ ସମୁଦାୟ ପୃଥିବୀ, ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ଵନି କର । 2 ତାହାଙ୍କ ନାମର ମହିମା କୀର୍ତ୍ତନ କର; ତାହାଙ୍କ ପ୍ରଶଂସାକୁ ଗୌରବାନ୍ଵିତ କର । 3 ପରମେଶ୍ଵରଙ୍କୁ କୁହ, ତୁମ୍ଭ କର୍ମସକଳ କିପରି ଭୟଙ୍କରଣ! ତୁମ୍ଭ ପରାକ୍ରମର ମହତ୍ତ୍ଵ ଦ୍ଵାରା ତୁମ୍ଭ ଶତ୍ରୁଗଣ ଆପେ ତୁମ୍ଭର ବଶୀଭୂତ ହେବେ । 4 ସମୁଦାୟ ପୃଥିବୀ ତୁମ୍ଭଙ୍କୁ ପ୍ରଣାମ କରିବେ ଓ ତୁମ୍ଭ ଉଦ୍ଦେଶ୍ୟରେ ଗାନ କରିବେ; ସେମାନେ ତୁମ୍ଭ ନାମ କୀର୍ତ୍ତନ କରିବେ । [ସେଲା 5 ଆସ ଓ ପରମେଶ୍ଵରଙ୍କ କ୍ରିୟାସକଳ ଦେଖ; ମନୁଷ୍ୟ-ସନ୍ତାନଗଣ ପ୍ରତି ଆପଣା କ୍ରିୟାରେ ସେ ଭୟଙ୍କର ଅଟନ୍ତି । 6 ସେ ସମୁଦ୍ରକୁ ଶୁଷ୍କଭୂମି କଲେ; ଲୋକମାନେ ନଦୀ ମଧ୍ୟ ଦେଇ ପାଦରେ ଗମନ କଲେ; ସେସ୍ଥାନରେ ଆମ୍ଭେମାନେ ତାହାଙ୍କଠାରେ ଆନନ୍ଦ କଲୁ । 7 ସେ ଆପଣା ପରାକ୍ରମରେ ଅନନ୍ତକାଳ କର୍ତ୍ତୃତ୍ଵ କରନ୍ତି; ତାହାଙ୍କ ଚକ୍ଷୁ ଗୋଷ୍ଠୀସମୂହକୁ ନିରୀକ୍ଷଣ କରେ; ବିଦ୍ରୋହୀମାନେ ଆପଣାମାନଙ୍କୁ ଉନ୍ନତ ନ କରନ୍ତୁ । [ସେଲା 8 ହେ ଜନବୃନ୍ଦ, ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ଵରଙ୍କର ଧନ୍ୟବାଦ କର ଓ ତାହାଙ୍କ ପ୍ରଶଂସାଧ୍ଵନି ଶୁଣାଅ; 9 ସେ ଆମ୍ଭମାନଙ୍କ ପ୍ରାଣକୁ ଜୀବଦ୍ଦଶାରେ ରଖନ୍ତି ଓ ଆମ୍ଭମାନଙ୍କ ଚରଣକୁ ବିଚଳିତ ହେବାକୁ ଦିଅନ୍ତି ନାହିଁ । 10 କାରଣ ହେ ପରମେଶ୍ଵର, ତୁମ୍ଭେ ଆମ୍ଭମାନଙ୍କୁ ପରୀକ୍ଷା କରିଅଛ; ରୂପା ପରଖିଲା ପରି ତୁମ୍ଭେ ଆମ୍ଭମାନଙ୍କୁ ପରଖିଅଛ । 11 ତୁମ୍ଭେ ଆମ୍ଭମାନଙ୍କୁ ଜାଲରେ ପକାଇଅଛ, ତୁମ୍ଭେ ଆମ୍ଭମାନଙ୍କ କଟିଦେଶରେ ଭାରୀ ବୋଝ ଥୋଇଅଛ । 12 ତୁମ୍ଭେ ଆମ୍ଭମାନଙ୍କ ମସ୍ତକ ଉପରେ ଲୋକମାନଙ୍କୁ ଚଢ଼ିବାକୁ ଦେଇଅଛ; ଆମ୍ଭେମାନେ ଅଗ୍ନି ଓ ଜଳ ମଧ୍ୟଦେଇ ଗମନ କଲୁ; ମାତ୍ର ତୁମ୍ଭେ ଆମ୍ଭମାନଙ୍କୁ ଧନାଢ଼୍ୟ ସ୍ଥାନକୁ ଆଣିଅଛ । 13 ମୁଁ ହୋମବଳି ନେଇ ତୁମ୍ଭ ଗୃହକୁ ଆସିବି, ମୁଁ ସଙ୍କଟରେ ଥିଲା ବେଳେ 14 ମୋʼ ଓଷ୍ଠାଧର ଯାହା ଉଚ୍ଚାରଣ କରିଅଛି ଓ ମୋʼ ମୁଖ ଯାହା କହିଅଛି, ମୋହର ସେହିସବୁ ମାନତ ତୁମ୍ଭ ଉଦ୍ଦେଶ୍ୟରେ ପୂର୍ଣ୍ଣ କରିବି । 15 ମୁଁ ତୁମ୍ଭ ଉଦ୍ଦେଶ୍ୟରେ ମେଷରୂପ ଧୂପ ସହିତ ହୃଷ୍ଟପୁଷ୍ଟ ହୋମବଳି ଉତ୍ସର୍ଗ କରିବି; ମୁଁ ଛାଗ ସଙ୍ଗେ ବୃଷ ବଳିଦାନ କରିବି । [ସେଲା 16 ହେ ପରମେଶ୍ଵରଙ୍କ ଭୟକାରୀ ସମସ୍ତେ, ଆସ ଶୁଣ, ଆଉ ସେ ଆମ୍ଭ ପ୍ରାଣ ପାଇଁ ଯାହା କରିଅଛନ୍ତି, ତାହା ମୁଁ ବର୍ଣ୍ଣନା କରିବି । 17 ମୁଁ ଆପଣା ମୁଖରେ ତାହାଙ୍କୁ ଡାକିଲି ଓ ମୋʼ ଜିହ୍ଵା ଦ୍ଵାରା ସେ ପ୍ରତିଷ୍ଠିତ ହେଲେ । 18 ଯେବେ ମୁଁ ମନ ମଧ୍ୟରେ ଅଧର୍ମକୁ ଆଦର କରେ, ତେବେ ପ୍ରଭୁ ମୋʼ କଥା ଶୁଣିବେ ନାହିଁ; 19 ମାତ୍ର ନିଶ୍ଚୟ ପରମେଶ୍ଵର ମୋʼ କଥା ଶୁଣିଅଛନ୍ତି, ସେ ମୋʼ ପ୍ରାର୍ଥନାର ରବରେ ମନୋଯୋଗ କରିଅଛନ୍ତି । 20 ପରମେଶ୍ଵର ଧନ୍ୟ ହେଉନ୍ତୁ, ସେ ମୋହର ପ୍ରାର୍ଥନା କିଅବା ମୋʼଠାରୁ ଆପଣା ଦୟା ଦୂର କରି ନାହାନ୍ତି ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 66 / 150
×

Alert

×

Oriya Letters Keypad References