4. ଆମ୍ଭେମାନେ ତାହାସବୁ ସେମାନଙ୍କ ସନ୍ତାନଗଣ-ଠାରୁ ଗୁପ୍ତ ରଖିବା ନାହିଁ, ଆସନ୍ତା ପୁରୁଷ ନିକଟରେ ସଦାପ୍ରଭୁଙ୍କର ପ୍ରଶଂସା ଓ ତାହାଙ୍କର ପରାକ୍ରମ ଓ ତାହାଙ୍କ କୃତ ଆଶ୍ଚର୍ଯ୍ୟ କର୍ମସକଳ ବର୍ଣ୍ଣନା କରିବା ।
|
5. କାରଣ ସେ ଯାକୁବ ମଧ୍ୟରେ ଏକ ସାକ୍ଷ୍ୟ ସ୍ଥାପନ କଲେ ଓ ଇସ୍ରାଏଲର ମଧ୍ୟରେ ଏକ ବ୍ୟବସ୍ଥା ନିରୂପଣ କଲେ, ଆପଣା ସନ୍ତାନଗଣକୁ ତାହା ଜଣାଇବା ନିମନ୍ତେ ଆମ୍ଭମାନଙ୍କ ପିତୃଗଣକୁ ଆଜ୍ଞା କଲେ;
|
6. ଯେପରି ଆସନ୍ତା ପୁରୁଷ, ଅର୍ଥାତ୍, ଯେଉଁ ସନ୍ତାନଗଣ ଜାତ ହେବେ, ସେମାନେ ଜାଣିବେ ଓ ଉଠି ଆପଣା ଆପଣା ସନ୍ତାନଗଣକୁ ତାହା ଜଣାଇବେ;
|
7. ତହିଁରେ ସେମାନେ ଯେପରି ପରମେଶ୍ଵରଙ୍କଠାରେ ଭରସା ରଖି ପାରିବେ ଓ ପରମେଶ୍ଵରଙ୍କ କ୍ରିୟାସକଳ ପାସୋରି ନ ଯିବେ, ମାତ୍ର ତାହାଙ୍କ ଆଜ୍ଞାସବୁ ପାଳନ କରିବେ;
|
8. ପୁଣି, ଆପଣା ପିତୃଗଣ ତୁଲ୍ୟ ଅବାଧ୍ୟ ଓ ବିଦ୍ରୋହୀ ବଂଶ ହେବେ ନାହିଁ; ସେହି ବଂଶ ଆପଣା ଆପଣା ଅନ୍ତଃକରଣ ଯଥାର୍ଥ ରୂପେ ସୁସ୍ଥିର କଲେ ନାହିଁ ଓ ସେମାନଙ୍କ ଆତ୍ମା ପରମେଶ୍ଵରଙ୍କ ପ୍ରତି ବିଶ୍ଵସ୍ତ ନ ଥିଲା ।
|
15. ପ୍ରାନ୍ତରରେ ସେ ଶୈଳମାନଙ୍କୁ ବିଦୀର୍ଣ୍ଣ କଲେ, ପୁଣି ଯେପରି ଅଗାଧସ୍ଥଳରୁ, ସେପରି ସେମାନଙ୍କୁ ପ୍ରଚୁର ଜଳ ପାନ କରାଇଲେ ।
|
17. ତଥାପି ସେମାନେ ତାହାଙ୍କ ବିରୁଦ୍ଧରେ ପାପ କରିବାକୁ ଓ ମରୁଭୂମିରେ ସର୍ବୋପରିସ୍ଥଙ୍କ ପ୍ରତିକୂଳରେ ବିଦ୍ରୋହା-ଚରଣ କରିବାକୁ ନିରସ୍ତ ନୋହିଲେ ।
|
19. ହଁ, ସେମାନେ ପରମେଶ୍ଵରଙ୍କ ପ୍ରତିକୂଳରେ କଥା କହିଲେ; ସେମାନେ କହିଲେ, ପରମେଶ୍ଵର କି ପ୍ରାନ୍ତରରେ ମେଜ ସଜାଇ ପାରିବେ?
|
20. ଦେଖ, ସେ ଶୈଳକୁ ଆଘାତ କରନ୍ତେ, ଜଳ ନିର୍ଗତ ହେଲା ଓ ସ୍ରୋତ ପ୍ରବାହିତ ହେଲା; ସେ କି ଅନ୍ନ ହିଁ ଦେଇ ପାରନ୍ତି? ସେ କି ଆପଣା ଲୋକମାନଙ୍କ ନିମନ୍ତେ ମାଂସ ଯୋଗାଇବେ?
|
21. ଏହେତୁ ସଦାପ୍ରଭୁ ଶୁଣି କୋପାନ୍ଵିତ ହେଲେ ଓ ଯାକୁବ ବିରୁଦ୍ଧରେ ଅଗ୍ନି ପ୍ରଜ୍ଵଳିତ ହେଲା ଓ ଇସ୍ରାଏଲ ବିରୁଦ୍ଧରେ ହିଁ କ୍ରୋଧ ଉଠିଲା;
|
31. ପରମେଶ୍ଵରଙ୍କ କ୍ରୋଧ ସେମାନଙ୍କ ପ୍ରତିକୂଳରେ ଉଠିଲା ଓ ସେମାନଙ୍କ ହୃଷ୍ଟପୁଷ୍ଟ ଲୋକଙ୍କ ମଧ୍ୟରୁ ବଧ କଲା, ପୁଣି ଇସ୍ରାଏଲର ଯୁବାଗଣକୁ ସଂହାର କଲା ।
|
37. କାରଣ ସେମାନଙ୍କ ଅନ୍ତଃକରଣ ତାହାଙ୍କ ପ୍ରତି ସ୍ଥିର ନ ଥିଲା, କିଅବା ସେମାନେ ତାହାଙ୍କ ନିୟମରେ ବିଶ୍ଵସ୍ତ ନ ଥିଲେ ।
|
38. ମାତ୍ର ସେ ସ୍ନେହଶୀଳ ହେବାରୁ ସେମାନଙ୍କ ଅପରାଧ କ୍ଷମା କରି ସେମାନଙ୍କୁ ଧ୍ଵଂସ କଲେ ନାହିଁ; ପୁଣି, ସେ ଅନେକ ଥର ଆପଣା କ୍ରୋଧ ସମ୍ଵରଣ କରି ଆପଣା କୋପ ଉତ୍ତେଜ କଲେ ନାହିଁ ।
|
44. ପୁଣି, ସେମାନଙ୍କର ନଦୀ ଓ ସ୍ରୋତସବୁ ରକ୍ତମୟ କରିବାରୁ ସେମାନେ ପାନ କରି ପାରିଲେ ନାହିଁ, ଏହାସବୁ ସ୍ମରଣ କଲେ ନାହିଁ ।
|
45. ସେ ସେମାନଙ୍କ ମଧ୍ୟକୁ ଦଂଶକଝାଙ୍କ ପଠାଇଲେ, ସେସବୁ ସେମାନଙ୍କୁ ଗ୍ରାସ କଲେ ଓ ବେଙ୍ଗ ପଠାଇଲେ, ସେସବୁ ସେମାନଙ୍କୁ ବିନାଶ କଲେ ।
|
50. ସେ ନିଜ କ୍ରୋଧ ପାଇଁ ପଥ ପ୍ରସ୍ତୁତ କଲେ, ସେ ମୃତ୍ୟୁରୁ ସେମାନଙ୍କ ପ୍ରାଣ ରକ୍ଷା କଲେ ନାହିଁ, ମାତ୍ର ମହାମାରୀରେ ସେମାନଙ୍କ ଜୀବନ ସମର୍ପଣ କଲେ;
|
53. ପୁଣି, ସେ ସେମାନଙ୍କୁ ନିରାପଦରେ ଚଳାଇଲେ, ତେଣୁ ସେମାନେ ଉଦ୍ବିଗ୍ନ ନୋହିଲେ, ମାତ୍ର ସମୁଦ୍ର ସେମାନଙ୍କ ଶତ୍ରୁଗଣକୁ ମଗ୍ନ କଲା ।
|
55. ଆହୁରି, ସେ ସେମାନଙ୍କ ଆଗରୁ ଗୋଷ୍ଠୀୟବର୍ଗଙ୍କୁ ତଡ଼ି ଦେଲେ ଓ ଅଧିକାରାର୍ଥେ ପରିମାପକ ରଜ୍ଜୁ ଦ୍ଵାରା ସେମାନଙ୍କୁ ବିଭାଗ କରି ଦେଲେ ଓ ଇସ୍ରାଏଲ ଗୋଷ୍ଠୀବର୍ଗକୁ ସେମାନଙ୍କ ତମ୍ଵୁରେ ବାସ କରାଇଲେ ।
|
56. ତଥାପି ସେମାନେ ସର୍ବୋପରିସ୍ଥ ପରମେଶ୍ଵରଙ୍କୁ ପରୀକ୍ଷା କରି ତାହାଙ୍କର ବିଦ୍ରୋହୀ ହେଲେ ଓ ତାହାଙ୍କର ପ୍ରମାଣ-ବାକ୍ୟସବୁ ପାଳନ କଲେ ନାହିଁ;
|
57. ମାତ୍ର ବିମୁଖ ହୋଇ ଆପଣା ପୂର୍ବପୁରୁଷଗଣ ତୁଲ୍ୟ ବିଶ୍ଵାସଘାତକତା କଲେ; ସେମାନେ ପ୍ରବଞ୍ଚକ ଧନୁ ତୁଲ୍ୟ ଲକ୍ଷ୍ୟ ହୁଡ଼ିଲେ ।
|
58. କାରଣ ସେମାନେ ଆପଣାମାନଙ୍କ ଉଚ୍ଚସ୍ଥଳୀ ଦ୍ଵାରା ତାହାଙ୍କୁ ବିରକ୍ତ କଲେ । ଓ ଆପଣାମାନଙ୍କ ଖୋଦିତ ପ୍ରତିମା ଦ୍ଵାରା ତାହାଙ୍କର ଅନ୍ତର୍ଜ୍ଵାଳା ଜନ୍ମାଇଲେ ।
|
71. ସେ ଆପଣା ଲୋକ ଯାକୁବକୁ ଓ ଆପଣା ଅଧିକାର ଇସ୍ରାଏଲକୁ ପ୍ରତିପାଳନ କରିବା ନିମନ୍ତେ ସ୍ତନ୍ୟଦାୟିନୀ ମେଷୀଗଣ ପଛରୁତାଙ୍କୁ ଆଣିଲେ ।
|
72. ତହିଁରେ ସେ ଆପଣା ଅନ୍ତଃକରଣର ସରଳତା-ନୁସାରେ ସେମାନଙ୍କୁ ପ୍ରତିପାଳନ କଲେ ଓ ଆପଣା ହସ୍ତର ନିପୁଣତାରେ ସେମାନଙ୍କୁ ଚଳାଇଲେ ।
|