ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
1. ଯଦି ମୁଁ ମନୁଷ୍ୟମାନଙ୍କ ଓ ଦୂତମାନଙ୍କ ଭାଷାରେ କଥା କହେ, କିନ୍ତୁ ମୋହର ପ୍ରେମ ନ ଥାଏ, ତେବେ ମୁଁ ଶଦ୍ଦକାରକ ଘଣ୍ଟା କିମ୍ଵା ଝମ୍ ଝମ୍ ଶଦ୍ଦକାରୀ କରତାଳ ସ୍ଵରୂପ ହୋଇଅଛି ।
2. ଆଉ, ଯଦି ମୋହର ଭାବବାଣୀ କହିବାର ଶକ୍ତି ଥାଏ ଏବଂ ମୁଁ ସମସ୍ତ ନିଗୂଢ଼ ତତ୍ତ୍ଵ ଓ ସମସ୍ତ ଜ୍ଞାନରେ ପାରଦର୍ଶୀ ହୋଇଥାଏ, ପୁଣି ପର୍ବତକୁ ସ୍ଥାନାନ୍ତର କରିବା ନିମନ୍ତେ ମୋହର ସମ୍ପୂର୍ଣ୍ଣ ବିଶ୍ଵାସ ଥାଏ, କିନ୍ତୁ ମୋହର ପ୍ରେମ ନ ଥାଏ, ତେବେ ମୁଁ କିଛି ନୁହେଁ ।
3. ପୁଣି, ଯଦି ମୁଁ ଦରିଦ୍ରମାନଙ୍କୁ ଭୋଜନ କରାଇବା ନିମନ୍ତେ ମୋହର ସର୍ବସ୍ଵ ବିତରଣ କରେ, ପୁଣି ଯଦି ମୁଁ ମୋହର ଶରୀରକୁ ଦଗ୍ଧ ହେବା ନିମନ୍ତେ ସମର୍ପଣ କରେ, କିନ୍ତୁ ମୋହର ପ୍ରେମ ନ ଥାଏ, ତେବେ ମୋହର କିଛି ଲାଭ ନାହିଁ ।
4. ପ୍ରେମ ଦୀର୍ଘସହିଷ୍ଣୁ, ପ୍ରେମ ହିତଜନକ, ଈର୍ଷା କରେ ନାହିଁ, ଆତ୍ମବଡ଼ିମା କରେ ନାହିଁ, ଅହଙ୍କାର କରେ ନାହିଁ,
5. ଅନୁଚିତ ବ୍ୟବହାର କରେ ନାହିଁ, ସ୍ଵାର୍ଥ ଚେଷ୍ଟା କରେ ନାହିଁ, ବିରକ୍ତ ହୁଏ ନାହିଁ, ଅପକାର ସ୍ମରଣରେ ରଖେ ନାହିଁ,
6. ଅଧର୍ମରେ ଆନନ୍ଦ କରେ ନାହିଁ, କିନ୍ତୁ ସତ୍ୟରେ ଆନନ୍ଦ କରେ;
7. ସମସ୍ତ ସହ୍ୟ କରେ, ସମସ୍ତ ବିଶ୍ଵାସ କରେ, ସମସ୍ତ ଭରସା କରେ, ସମସ୍ତ ବିଷୟରେ ଧୈର୍ଯ୍ୟ ଧରି ରହେ ।
8. ପ୍ରେମ କଦାପି ଶେଷ ହୁଏ ନାହିଁ; କିନ୍ତୁ ଯଦି ଭାବବାଣୀ ଥାଏ, ତାହା ଲୋପ ହେବ; ଯଦି ପରଭାଷା ଥାଏ, ସେହିସବୁ ନିବୃତ୍ତ ହେବ; ଯଦି ଜ୍ଞାନ ଥାଏ, ତାହା ଲୋପ ହେବ ।
9. କାରଣ ଆମ୍ଭେମାନେ ଆଂଶିକଭାବେ ଜାଣୁ ଓ ଆଂଶିକଭାବେ ଭାବବାଣୀ କହୁ ।
10. କିନ୍ତୁ ସିଦ୍ଧ ବିଷୟ ଉପସ୍ଥିତ ହେଲେ ଆଂଶିକ ବିଷୟର ଲୋପ ହେବ ।
11. ଶିଶୁ ଥିବା ସମୟରେ ମୁଁ ଶିଶୁ ପରି କଥା କହୁଥିଲି, ଶିଶୁ ପରି ଭାବୁଥିଲି, ଶିଶୁ ପରି ବିଚାର କରୁଥିଲି; ବୟସପ୍ରାପ୍ତ ହୁଅନ୍ତେ ମୁଁ ଶିଶୁର ବିଷୟସବୁ ପରିତ୍ୟାଗ କଲି ।
12. କାରଣ ଏବେ ଆମ୍ଭେମାନେ ନିଗୂଢ଼ ବାକ୍ୟରୂପ ଦର୍ପଣର ସାହାଯ୍ୟରେ ଦେଖୁଅଛୁ, କିନ୍ତୁ ସେତେବେଳେ ମୁଖାମୁଖୀ ହୋଇ ଦେଖିବା; ଏତେବେଳେ ମୁଁ ଆଂଶିକଭାବେ ଜାଣୁଅଛି, କିନ୍ତୁ ସେତେବେଳେ, ମୁଁ ଯେପରି ପରିଚିତ, ସେହିପରି ମଧ୍ୟ ପରିଚୟ ପାଇବି ।
13. ଅତଏବ ବିଶ୍ଵାସ, ଭରସା, ପ୍ରେମ, ଏହି ତିନି ସ୍ଥାୟୀ ଅଟେ, ଆଉ ଏମାନଙ୍କ ମଧ୍ୟରେ ପ୍ରେମ ଉତ୍କୃଷ୍ଟ ।

Notes

No Verse Added

Total 16 Chapters, Current Chapter 13 of Total Chapters 16
1 2 3 4
5 6 7 8 9 10 11 12 13 14 15 16
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 13
1. ଯଦି ମୁଁ ମନୁଷ୍ୟମାନଙ୍କ ଦୂତମାନଙ୍କ ଭାଷାରେ କଥା କହେ, କିନ୍ତୁ ମୋହର ପ୍ରେମ ଥାଏ, ତେବେ ମୁଁ ଶଦ୍ଦକାରକ ଘଣ୍ଟା କିମ୍ଵା ଝମ୍ ଝମ୍ ଶଦ୍ଦକାରୀ କରତାଳ ସ୍ଵରୂପ ହୋଇଅଛି
2. ଆଉ, ଯଦି ମୋହର ଭାବବାଣୀ କହିବାର ଶକ୍ତି ଥାଏ ଏବଂ ମୁଁ ସମସ୍ତ ନିଗୂଢ଼ ତତ୍ତ୍ଵ ସମସ୍ତ ଜ୍ଞାନରେ ପାରଦର୍ଶୀ ହୋଇଥାଏ, ପୁଣି ପର୍ବତକୁ ସ୍ଥାନାନ୍ତର କରିବା ନିମନ୍ତେ ମୋହର ସମ୍ପୂର୍ଣ୍ଣ ବିଶ୍ଵାସ ଥାଏ, କିନ୍ତୁ ମୋହର ପ୍ରେମ ଥାଏ, ତେବେ ମୁଁ କିଛି ନୁହେଁ
3. ପୁଣି, ଯଦି ମୁଁ ଦରିଦ୍ରମାନଙ୍କୁ ଭୋଜନ କରାଇବା ନିମନ୍ତେ ମୋହର ସର୍ବସ୍ଵ ବିତରଣ କରେ, ପୁଣି ଯଦି ମୁଁ ମୋହର ଶରୀରକୁ ଦଗ୍ଧ ହେବା ନିମନ୍ତେ ସମର୍ପଣ କରେ, କିନ୍ତୁ ମୋହର ପ୍ରେମ ଥାଏ, ତେବେ ମୋହର କିଛି ଲାଭ ନାହିଁ
4. ପ୍ରେମ ଦୀର୍ଘସହିଷ୍ଣୁ, ପ୍ରେମ ହିତଜନକ, ଈର୍ଷା କରେ ନାହିଁ, ଆତ୍ମବଡ଼ିମା କରେ ନାହିଁ, ଅହଙ୍କାର କରେ ନାହିଁ,
5. ଅନୁଚିତ ବ୍ୟବହାର କରେ ନାହିଁ, ସ୍ଵାର୍ଥ ଚେଷ୍ଟା କରେ ନାହିଁ, ବିରକ୍ତ ହୁଏ ନାହିଁ, ଅପକାର ସ୍ମରଣରେ ରଖେ ନାହିଁ,
6. ଅଧର୍ମରେ ଆନନ୍ଦ କରେ ନାହିଁ, କିନ୍ତୁ ସତ୍ୟରେ ଆନନ୍ଦ କରେ;
7. ସମସ୍ତ ସହ୍ୟ କରେ, ସମସ୍ତ ବିଶ୍ଵାସ କରେ, ସମସ୍ତ ଭରସା କରେ, ସମସ୍ତ ବିଷୟରେ ଧୈର୍ଯ୍ୟ ଧରି ରହେ
8. ପ୍ରେମ କଦାପି ଶେଷ ହୁଏ ନାହିଁ; କିନ୍ତୁ ଯଦି ଭାବବାଣୀ ଥାଏ, ତାହା ଲୋପ ହେବ; ଯଦି ପରଭାଷା ଥାଏ, ସେହିସବୁ ନିବୃତ୍ତ ହେବ; ଯଦି ଜ୍ଞାନ ଥାଏ, ତାହା ଲୋପ ହେବ
9. କାରଣ ଆମ୍ଭେମାନେ ଆଂଶିକଭାବେ ଜାଣୁ ଆଂଶିକଭାବେ ଭାବବାଣୀ କହୁ
10. କିନ୍ତୁ ସିଦ୍ଧ ବିଷୟ ଉପସ୍ଥିତ ହେଲେ ଆଂଶିକ ବିଷୟର ଲୋପ ହେବ
11. ଶିଶୁ ଥିବା ସମୟରେ ମୁଁ ଶିଶୁ ପରି କଥା କହୁଥିଲି, ଶିଶୁ ପରି ଭାବୁଥିଲି, ଶିଶୁ ପରି ବିଚାର କରୁଥିଲି; ବୟସପ୍ରାପ୍ତ ହୁଅନ୍ତେ ମୁଁ ଶିଶୁର ବିଷୟସବୁ ପରିତ୍ୟାଗ କଲି
12. କାରଣ ଏବେ ଆମ୍ଭେମାନେ ନିଗୂଢ଼ ବାକ୍ୟରୂପ ଦର୍ପଣର ସାହାଯ୍ୟରେ ଦେଖୁଅଛୁ, କିନ୍ତୁ ସେତେବେଳେ ମୁଖାମୁଖୀ ହୋଇ ଦେଖିବା; ଏତେବେଳେ ମୁଁ ଆଂଶିକଭାବେ ଜାଣୁଅଛି, କିନ୍ତୁ ସେତେବେଳେ, ମୁଁ ଯେପରି ପରିଚିତ, ସେହିପରି ମଧ୍ୟ ପରିଚୟ ପାଇବି
13. ଅତଏବ ବିଶ୍ଵାସ, ଭରସା, ପ୍ରେମ, ଏହି ତିନି ସ୍ଥାୟୀ ଅଟେ, ଆଉ ଏମାନଙ୍କ ମଧ୍ୟରେ ପ୍ରେମ ଉତ୍କୃଷ୍ଟ
Total 16 Chapters, Current Chapter 13 of Total Chapters 16
1 2 3 4
5 6 7 8 9 10 11 12 13 14 15 16
×

Alert

×

oriya Letters Keypad References