1. ବିଜାତିମାନେ ମଧ୍ୟ ଯେ ଈଶ୍ଵରଙ୍କ ବାକ୍ୟ ଗ୍ରହଣ କରିଅଛନ୍ତି, ଏହା ପ୍ରେରିତମାନେ ଓ ଯିହୁଦା ପ୍ରଦେଶରେ ଥିବା ଭାଇମାନେ ଶୁଣିଲେ ।
|
5. ମୁଁ ଯାଫୋ ନଗରରେ ପ୍ରାର୍ଥନା କରୁଥିଲି ଏବଂ ମୂର୍ଚ୍ଛିତ ହୋଇ ଏହି ଦର୍ଶନ ପାଇଲି, ଗୋଟିଏ ପାତ୍ର ତଳକୁ ଆସୁଅଛି, ଯେପରି ଗୋଟିଏ ବଡ଼ ଚାଦର ଚାରି କୋଣରେ ଧରା ହୋଇ ଆକାଶରୁ ଖସାଇ ଦିଆଯାଉଅଛି,
|
6. ଆଉ ତାହା ମୋʼ ପର୍ଯ୍ୟନ୍ତ ଆସିଲା; ମୁଁ ତାହା ପ୍ରତି ଏକଦୃଷ୍ଟିରେ ଚାହିଁ ଚିନ୍ତା କରିବାକୁ ଲାଗିଲି ଓ ସେଥିରେ ପୃଥିବୀର ଚତୁଷ୍ପଦ ପ୍ରାଣୀ, ବନ୍ୟ ପଶୁ, ସରୀସୃପ ଓ ଆକାଶର ପକ୍ଷୀସବୁ ଦେଖିଲି,
|
9. କିନ୍ତୁ ଦ୍ଵିତୀୟ ଥର ଆକାଶରୁ ଗୋଟିଏ ସ୍ଵର ଉତ୍ତର ଦେଲା, ଈଶ୍ଵର ଯାହା ଶୁଚି କରିଅଛନ୍ତି, ତୁମ୍ଭେ ତାହା ଅଶୁଚି ବୋଲି ନ କୁହ ।
|
11. ପୁଣି ଦେଖନ୍ତୁ, ସେହିକ୍ଷଣି ତିନି ଜଣ ଲୋକ, ଆମ୍ଭେମାନେ ଯେଉଁ ଗୃହରେ ଥିଲୁ, ସେଥିର ସମ୍ମୁଖରେ ଆସି ଠିଆ ହେଲେ, ସେମାନେ କାଇସରିଆରୁ ମୋʼ ନିକଟକୁ ପ୍ରେରିତ ହୋଇଥିଲେ ।
|
12. ପୁଣି, କିଛି ସନ୍ଦେହ ନ କରି ସେମାନଙ୍କ ସାଙ୍ଗରେ ଯିବା ନିମନ୍ତେ ଆତ୍ମା ମୋତେ କହିଲେ । ଆଉ, ଏହି ଛଅ ଜଣ ଭାଇ ମଧ୍ୟ ମୋʼ ସାଙ୍ଗରେ ଗଲେ, ପୁଣି ଆମ୍ଭେମାନେ ସେହି ବ୍ୟକ୍ତିଙ୍କ ଗୃହରେ ପ୍ରବେଶ କଲୁ ।
|
13. ସେ କିପରି ଜଣେ ଦୂତଙ୍କର ଦର୍ଶନ ପାଇଥିଲେ, ତାହା ଆମ୍ଭମାନଙ୍କୁ ଜଣାଇଲେ, ସେହି ଦୂତ କିପରି ତାଙ୍କ ଗୃହରେ ଠିଆ ହୋଇ କହିଲେ, ଯାଫୋକୁ ଲୋକ ପଠାଇ ପିତର ଉପନାମପ୍ରାପ୍ତ ଶିମୋନଙ୍କୁ ଡକାଇ ଆଣ;
|
15. ପରେ ମୁଁ କଥା କହିବାକୁ ଆରମ୍ଭ କରିବା ସମୟରେ ପବିତ୍ର ଆତ୍ମା ପ୍ରଥମରେ ଆମ୍ଭମାନଙ୍କ ଉପରେ ଅବତରଣ କଲା ପରି ସେମାନଙ୍କ ଉପରେ ସୁଦ୍ଧା ଅବତରଣ କଲେ ।
|
16. ସେତେବେଳେ ପ୍ରଭୁଙ୍କ ଉକ୍ତ ଏହି ବାକ୍ୟ ମୋହର ସ୍ମରଣରେ ପଡ଼ିଲା, ଯୋହନ ଜଳରେ ବାପ୍ତିସ୍ମ ଦେଲେ ସତ, କିନ୍ତୁ ତୁମ୍ଭେମାନେ ପବିତ୍ର ଆତ୍ମାରେ ବାପ୍ତିଜିତ ହେବ ।
|
17. ଅତଏବ, ଆମ୍ଭେମାନେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ଵାସ କରିବା ସମୟରେ ଈଶ୍ଵର ଯେପରି ଆମ୍ଭମାନଙ୍କୁ ଦାନ ଦେଇଥିଲେ, ସେହିପରି ଯେବେ ସେମାନଙ୍କୁ ସୁଦ୍ଧା ସମାନ ଦାନ ଦେଲେ, ମୁଁ କିଏ ଯେ ଈଶ୍ଵରଙ୍କୁ ପ୍ରତିରୋଧ କରି ପାରିଥାʼନ୍ତି?
|
18. ଏହି ସମସ୍ତ କଥା ଶୁଣିବାରୁ ସେମାନେ ନିରୁତ୍ତର ହେଲେ ଓ ଈଶ୍ଵରଙ୍କର ପ୍ରଶଂସା କରି କହିଲେ, ତେବେ ଈଶ୍ଵର ବିଜାତିମାନଙ୍କୁ ମଧ୍ୟ ଜୀବନପ୍ରାପ୍ତି ନିମନ୍ତେ ମନ ପରିବର୍ତ୍ତନ ଦାନ କରିଅଛନ୍ତି ।
|
19. ଇତିମଧ୍ୟରେ ସ୍ତିଫାନଙ୍କ ସକାଶେ ଘଟିଥିବା କ୍ଳେଶ ହେତୁ ଯେଉଁମାନେ ଛିନ୍ନଭିନ୍ନ ହୋଇଯାଇଥିଲେ, ସେମାନେ ଫୈନୀକିଆ, ସାଇପ୍ରସ ଓ ଆନ୍ତିୟଖିଆ ପର୍ଯ୍ୟନ୍ତ ଭ୍ରମଣ କରି କେବଳ ଯିହୁଦୀମାନଙ୍କ ବିନା ଆଉ କାହାରି ନିକଟରେ ବାକ୍ୟ ପ୍ରଚାର କରୁ ନ ଥିଲେ ।
|
20. କିନ୍ତୁ ସେମାନଙ୍କ ମଧ୍ୟରୁ କେତେକ କୁପ୍ରୀୟ ଓ କୂରୀଣୀୟ ଲୋକ ଆନ୍ତିୟଖିଆକୁ ଆସି ଗ୍ରୀକ୍ମାନଙ୍କ।। ନିକଟରେ ମଧ୍ୟ କଥା କହି ପ୍ରଭୁ ଯୀଶୁଙ୍କ ସୁସମାଚାର ପ୍ରଚାର କରିବାକୁ ଲାଗିଲେ ।
|
22. ସେମାନଙ୍କ ବିଷୟକ ସମ୍ଵାଦ ଯିରୂଶାଲମସ୍ଥ ମଣ୍ତଳୀର କର୍ଣ୍ଣଗୋଚର ହେଲା, ସେଥିରେ ସେମାନେ ଆନ୍ତିୟଖିଆ ପର୍ଯ୍ୟନ୍ତ ବର୍ଣ୍ଣବ୍ବାଙ୍କୁ ପ୍ରେରଣ କଲେ ।
|
23. ସେ ଉପସ୍ଥିତ ହୋଇ ଈଶ୍ଵରଙ୍କର ଅନୁଗ୍ରହ ଦେଖି ଆନନ୍ଦିତ ହେଲେ, ଆଉ ଯେପରି ସେମାନେ ହୃଦୟର ଏକାଗ୍ରତାରେ ପ୍ରଭୁଙ୍କ ପ୍ରତି ଆସକ୍ତ ହୋଇ ରୁହନ୍ତି, ସେଥିନିମନ୍ତେ ସମସ୍ତଙ୍କୁ ଉତ୍ସାହ ଦେଲେ;
|
24. କାରଣ ସେ ଜଣେ ଉତ୍ତମ ବ୍ୟକ୍ତି, ପୁଣି ପବିତ୍ର ଆତ୍ମା ଓ ବିଶ୍ଵାସରେ ପରିପୂର୍ଣ୍ଣ ଥିଲେ । ଏହିପ୍ରକାରେ ଅନେକ ଅନେକ ଲୋକ ପ୍ରଭୁଙ୍କଠାରେ ସଂଯୁକ୍ତ ହେଲେ ।
|
26. ପୁଣି, ସେ ତାଙ୍କୁ ପାଇ ଆନ୍ତିୟଖିଆକୁ ଘେନିଆସିଲେ । ସେମାନେ ସମ୍ପୂର୍ଣ୍ଣ ଏକ ବର୍ଷ ପର୍ଯ୍ୟନ୍ତ ମଣ୍ତଳୀର ସହିତ ରହି ଅନେକ ଲୋକଙ୍କୁ ଶିକ୍ଷା ଦେଲେ, ପୁଣି ଆନ୍ତିୟଖିଆରେ ଶିଷ୍ୟମାନେ ପ୍ରଥମରେ ଖ୍ରୀଷ୍ଟିୟାନ ବୋଲି ଆଖ୍ୟାତ ହେଲେ ।
|
28. ସେମାନଙ୍କ ମଧ୍ୟରୁ ଆଗାବ ନାମକ ଜଣେ ବ୍ୟକ୍ତି ଉଠି ସମୁଦାୟ ପୃଥିବୀରେ ମହା ଦୁର୍ଭିକ୍ଷ ପଡ଼ିବ ବୋଲି ଆତ୍ମାଙ୍କ ଦ୍ଵାରା ଜଣାଇଲେ; ତାହା କ୍ଲାଉଦିଅଙ୍କ ସମୟରେ ଘଟିଲା ।
|
29. ସେଥିରେ ଶିଷ୍ୟମାନେ ପ୍ରତ୍ୟେକ ଜଣ ଆପଣା ଶକ୍ତି ଅନୁସାରେ ଯିହୁଦା ପ୍ରଦେଶ ନିବାସୀ ଭାଇମାନଙ୍କ ନିମନ୍ତେ ସାହାଯ୍ୟ ପ୍ରେରଣ କରିବାକୁ ସ୍ଥିର କଲେ,
|