ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଉପଦେଶକ
1. ତୁମ୍ଭେ ଜଳ ଉପରେ ଆପଣା ଭକ୍ଷ୍ୟ ପକାଅ, କାରଣ ଅନେକ ଦିନ ଉତ୍ତାରେ ତାହା ପାଇବ ।
2. ସାତ ଜଣକୁ, ବରଞ୍ଚ ଆଠ ଜଣକୁ ଅଂଶ ବିତରଣ କର; କାରଣ ପୃଥିବୀରେ କି ବିପଦ ଘଟିବ, ତାହା ତୁମ୍ଭେ ଜାଣ ନାହିଁ ।
3. ମେଘମାଳ ବୃଷ୍ଟିରେ ପୂର୍ଣ୍ଣ ହେଲେ ପୃଥିବୀରେ ତାହା ଢାଳି ଦିଅନ୍ତି; ପୁଣି, ବୃକ୍ଷ ଯେବେ ଦକ୍ଷିଣ କି ଉତ୍ତର ଦିଗରେ ପଡ଼େ, ତେବେ ଯେଉଁ ସ୍ଥାନରେ ପଡ଼େ, ସେହି ସ୍ଥାନରେ ରହିବ ।
4. ଯେଉଁ ଲୋକ ପବନକୁ ଅନାଏ, ସେ ବୁଣିବ ନାହିଁ ଓ ଯେଉଁ ଲୋକ ମେଘକୁ ଅନାଏ, ସେ କାଟିବ ନାହିଁ ।
5. ତୁମ୍ଭେ ଯେପରି ବାୟୁର ଗତି, ଅବା ଗର୍ଭବତୀର ଉଦରରେ ଅସ୍ଥି କିରୂପେ ବଢ଼େ, ତାହା ଜାଣ ନାହିଁ, ସେପରି ସର୍ବସାଧକ ପରମେଶ୍ଵରଙ୍କ କର୍ମ ହିଁ ଜାଣ ନାହିଁ ।
6. ତୁମ୍ଭେ ପ୍ରଭାତରେ ବୀଜ ବୁଣ ଓ ସନ୍ଧ୍ୟା ବେଳେ ଆପଣା ହସ୍ତ ବନ୍ଦ କର ନାହିଁ; କାରଣ ଏହା ଅବା ତାହା ସିଦ୍ଧ ହେବ, ଅବା ଉଭୟ ସମାନ ଉତ୍ତମ ହେବ, ଏହା ତୁମ୍ଭେ ଜାଣ ନାହିଁ ।
7. ପ୍ରକୃତରେ ଆଲୁଅ ସୁଖଦାୟକ, ପୁଣି ଚକ୍ଷୁ ପକ୍ଷରେ ସୂର୍ଯ୍ୟ-ଦର୍ଶନ ତୁଷ୍ଟିକର ।
8. ହଁ, ଯେବେ ମନୁଷ୍ୟ ଅନେକ ବର୍ଷ ବଞ୍ଚେ, ତେବେ ସେସବୁରେ ସେ ଆନନ୍ଦ କରୁ; ମାତ୍ର ଅନ୍ଧକାରର ଦିନସବୁ ସେ ମନେ ରଖୁ, କାରଣ ସେହି ଦିନସବୁ ଅନେକ ହେବ । ଯାହା ଯାହା ଘଟେ, ସବୁ ଅସାର ।
9. ହେ ଯୁବା ଲୋକ, ତୁମ୍ଭେ ଆପଣା ଯୌବନାବସ୍ଥାରେ ଆନନ୍ଦ କର ଓ ଯୌବନ କାଳରେ ତୁମ୍ଭର ଚିତ୍ତ ତୁମ୍ଭକୁ ହୃଷ୍ଟ କରୁ, ପୁଣି ଆପଣା ମନର ଗତିରେ ଓ ଆପଣା ଚକ୍ଷୁର ଦର୍ଶନରେ ଚାଲ; ମାତ୍ର ପରମେଶ୍ଵର ଏହିସବୁ ବିଷୟ ଧରି ତୁମ୍ଭକୁ ବିଚାରରେ ଆଣିବେ, ଏହା ତୁମ୍ଭେ ଜ୍ଞାତ ହୁଅ ।
10. ଏହେତୁ ଆପଣା ହୃଦୟରୁ ବିରକ୍ତି ଦୂର କର ଓ ଆପଣା ଶରୀରରୁ ଦୁଃଖ ଦୂର କର; କାରଣ ଯୌବନ ଓ ଜୀବନର ଉତ୍ତମାଂଶ ଅସାର ।

Notes

No Verse Added

Total 12 Chapters, Current Chapter 11 of Total Chapters 12
1 2 3 4 5 6 7 8 9 10 11 12
ଉପଦେଶକ 11:16
1. ତୁମ୍ଭେ ଜଳ ଉପରେ ଆପଣା ଭକ୍ଷ୍ୟ ପକାଅ, କାରଣ ଅନେକ ଦିନ ଉତ୍ତାରେ ତାହା ପାଇବ
2. ସାତ ଜଣକୁ, ବରଞ୍ଚ ଆଠ ଜଣକୁ ଅଂଶ ବିତରଣ କର; କାରଣ ପୃଥିବୀରେ କି ବିପଦ ଘଟିବ, ତାହା ତୁମ୍ଭେ ଜାଣ ନାହିଁ
3. ମେଘମାଳ ବୃଷ୍ଟିରେ ପୂର୍ଣ୍ଣ ହେଲେ ପୃଥିବୀରେ ତାହା ଢାଳି ଦିଅନ୍ତି; ପୁଣି, ବୃକ୍ଷ ଯେବେ ଦକ୍ଷିଣ କି ଉତ୍ତର ଦିଗରେ ପଡ଼େ, ତେବେ ଯେଉଁ ସ୍ଥାନରେ ପଡ଼େ, ସେହି ସ୍ଥାନରେ ରହିବ
4. ଯେଉଁ ଲୋକ ପବନକୁ ଅନାଏ, ସେ ବୁଣିବ ନାହିଁ ଯେଉଁ ଲୋକ ମେଘକୁ ଅନାଏ, ସେ କାଟିବ ନାହିଁ
5. ତୁମ୍ଭେ ଯେପରି ବାୟୁର ଗତି, ଅବା ଗର୍ଭବତୀର ଉଦରରେ ଅସ୍ଥି କିରୂପେ ବଢ଼େ, ତାହା ଜାଣ ନାହିଁ, ସେପରି ସର୍ବସାଧକ ପରମେଶ୍ଵରଙ୍କ କର୍ମ ହିଁ ଜାଣ ନାହିଁ
6. ତୁମ୍ଭେ ପ୍ରଭାତରେ ବୀଜ ବୁଣ ସନ୍ଧ୍ୟା ବେଳେ ଆପଣା ହସ୍ତ ବନ୍ଦ କର ନାହିଁ; କାରଣ ଏହା ଅବା ତାହା ସିଦ୍ଧ ହେବ, ଅବା ଉଭୟ ସମାନ ଉତ୍ତମ ହେବ, ଏହା ତୁମ୍ଭେ ଜାଣ ନାହିଁ
7. ପ୍ରକୃତରେ ଆଲୁଅ ସୁଖଦାୟକ, ପୁଣି ଚକ୍ଷୁ ପକ୍ଷରେ ସୂର୍ଯ୍ୟ-ଦର୍ଶନ ତୁଷ୍ଟିକର
8. ହଁ, ଯେବେ ମନୁଷ୍ୟ ଅନେକ ବର୍ଷ ବଞ୍ଚେ, ତେବେ ସେସବୁରେ ସେ ଆନନ୍ଦ କରୁ; ମାତ୍ର ଅନ୍ଧକାରର ଦିନସବୁ ସେ ମନେ ରଖୁ, କାରଣ ସେହି ଦିନସବୁ ଅନେକ ହେବ ଯାହା ଯାହା ଘଟେ, ସବୁ ଅସାର
9. ହେ ଯୁବା ଲୋକ, ତୁମ୍ଭେ ଆପଣା ଯୌବନାବସ୍ଥାରେ ଆନନ୍ଦ କର ଯୌବନ କାଳରେ ତୁମ୍ଭର ଚିତ୍ତ ତୁମ୍ଭକୁ ହୃଷ୍ଟ କରୁ, ପୁଣି ଆପଣା ମନର ଗତିରେ ଆପଣା ଚକ୍ଷୁର ଦର୍ଶନରେ ଚାଲ; ମାତ୍ର ପରମେଶ୍ଵର ଏହିସବୁ ବିଷୟ ଧରି ତୁମ୍ଭକୁ ବିଚାରରେ ଆଣିବେ, ଏହା ତୁମ୍ଭେ ଜ୍ଞାତ ହୁଅ
10. ଏହେତୁ ଆପଣା ହୃଦୟରୁ ବିରକ୍ତି ଦୂର କର ଆପଣା ଶରୀରରୁ ଦୁଃଖ ଦୂର କର; କାରଣ ଯୌବନ ଜୀବନର ଉତ୍ତମାଂଶ ଅସାର
Total 12 Chapters, Current Chapter 11 of Total Chapters 12
1 2 3 4 5 6 7 8 9 10 11 12
×

Alert

×

oriya Letters Keypad References