ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଉପଦେଶକ
1. ସବୁ ବିଷୟର କାଳ ଅଛି ଓ ଆକାଶ ତଳେ ସବୁ ମନୋରଥର ସମୟ ଅଛି;
2. ଜନ୍ମିବାର ସମୟ ଓ ମରିବାର ସମୟ; ରୋପିବାର ସମୟ, ଯାହା ରୋପିତ ହେଲା, ତାହା ଉପାଡ଼ିବାର ସମୟ;
3. ବଧ କରିବାର ସମୟ ଓ ସୁସ୍ଥ କରିବାର ସମୟ; ଭାଙ୍ଗିବାର ସମୟ ଓ ଗାନ୍ଥିବାର ସମୟ;
4. ରୋଦନ କରିବାର ସମୟ ଓ ହାସ୍ୟ କରିବାର ସମୟ; ବିଳାପ କରିବାର ସମୟ ଓ ନୃତ୍ୟ କରିବାର ସମୟନ୍ତ
5. ପ୍ରସ୍ତର ପକାଇବାର ସମୟ ଓ ପ୍ରସ୍ତର ସଂଗ୍ରହ କରିବାର ସମୟ; ଆଲିଙ୍ଗନ କରିବାର ସମୟ ଓ ଆଲିଙ୍ଗନରୁ ନିବୃତ୍ତ ହେବାର ସମୟ;
6. ଅନ୍ଵେଷଣ କରିବାର ସମୟ ଓ ହଜାଇବାର ସମୟ; ରଖିବାର ସମୟ ଓ ପକାଇ ଦେବାର ସମୟ;
7. ଚିରିବାର ସମୟ ଓ ସିଁଇବାର ସମୟ; ନୀରବ ରହିବାର ସମୟ ଓ କଥା କହିବାର ସମୟ;
8. ପ୍ରେମ କରିବାର ସମୟ ଓ ଘୃଣା କରିବାର ସମୟ; ଯୁଦ୍ଧର ସମୟ ଓ ସନ୍ଧିର ସମୟ ଅଛି ।
9. କର୍ମକାରୀ ବ୍ୟକ୍ତିର ଆପଣା ପରିଶ୍ରମରେ କି ଲାଭ?
10. ପରମେଶ୍ଵର ମନୁଷ୍ୟ-ସନ୍ତାନଗଣକୁ ବ୍ୟସ୍ତ ହେବା ପାଇଁ ଯେଉଁ ଆୟାସ ଦେଇଅଛନ୍ତି, ତାହା ମୁଁ ଦେଖିଅଛି ।
11. ସେ ପ୍ରତ୍ୟେକ ବିଷୟକୁ ତାହାର ସମୟରେ ଶୋଭିତ କରିଅଛନ୍ତି; ମଧ୍ୟ ସେ ସେମାନଙ୍କ ହୃଦୟରେ ଅନ; କାଳ ରଖିଅଛନ୍ତି; ତଥାପି ପରମେଶ୍ଵର ପ୍ରଥମଠାରୁ ଶେଷ ପର୍ଯ୍ୟନ୍ତ ଯେଉଁ କାର୍ଯ୍ୟ କରିଅଛନ୍ତି, ମନୁଷ୍ୟ ତହିଁର ତତ୍ତ୍ଵ ପାଇ ପାରେ ନାହିଁ ।
12. ଆମ୍ଭେ ଜାଣୁ ଯେ, ଯାବଜ୍ଜୀବନ ଆନନ୍ଦ ଓ ସୁକର୍ମ କରିବା ଅପେକ୍ଷା ସେମାନଙ୍କର ଆଉ କୌଣସି ମଙ୍ଗଳ ବିଷୟ ନାହିଁ ।
13. ଆହୁରି, ପ୍ରତ୍ୟେକ ମନୁଷ୍ୟ ଭୋଜନ ପାନ କରି ଆପଣା ସକଳ ପରିଶ୍ରମରେ ସୁଖଭୋଗ କରିବ, ଏହା ପରମେଶ୍ଵରଙ୍କ ଦାନ ।
14. ମୁଁ ଜାଣେ ଯେ, ପରମେଶ୍ଵର ଯାହା କିଛି କରନ୍ତି, ତାହା ଅନନ୍ତକାଳସ୍ଥାୟୀ; ତାହା ବଢ଼ାଯାଇ ନ ପାରେ, କିଅବା ତାହା ଊଣା କରାଯାଇ ନ ପାରେ; ଆଉ ମନୁଷ୍ୟମାନେ ପରମେଶ୍ଵରଙ୍କ ସମ୍ମୁଖରେ ଭୀତ ହେବା ପାଇଁ ସେ ତାହା କରିଅଛନ୍ତି ।
15. ଯାହା ଅଛି, ତାହା ଥିଲା; ପୁଣି, ଯାହା ହେବ, ତାହା ହିଁ ଥିଲା; ଆଉ, ଯାହା ଗତ ହୋଇଅଛି, ପରମେଶ୍ଵର ତାହା ପୁନର୍ବାର ଅନ୍ଵେଷଣ କରନ୍ତି ।
16. ଆହୁରି, ମୁଁ ସୂର୍ଯ୍ୟ ତଳେ ବିଚାର ସ୍ଥାନରେ ଦେଖିଲି, ସେଠାରେ ଦୁଷ୍ଟତା ଅଛି, ପୁଣି ଧର୍ମସ୍ଥାନରେ ଦେଖିଲି, ସେଠାରେ ହେଁ ଦୁଷ୍ଟତା ଅଛି ।
17. ମୁଁ ମନେ ମନେ କହିଲି, ପରମେଶ୍ଵର ଧାର୍ମିକ ଓ ଦୁଷ୍ଟର ବିଚାର କରିବେ; କାରଣ ପ୍ରତ୍ୟେକ ମନୋରଥ ଓ ପ୍ରତ୍ୟେକ କାର୍ଯ୍ୟ ପାଇଁ ସମୟ ଅଛି ।
18. ମୁଁ ମନେ ମନେ କହିଲି, ପରମେଶ୍ଵର ଯେପରି ମନୁଷ୍ୟ-ସନ୍ତାନମାନଙ୍କୁ ପରୀକ୍ଷା କରିବେ ଓ ସେମାନେ ନିଜେ ଯେ କେବଳ ପଶୁ ତୁଲ୍ୟ, ଏହା ଯେପରି ସେମାନେ ଦେଖିବେ, ଏଥିପାଇଁ ସେମାନଙ୍କ ସକାଶୁ ଏହା ହେଉଅଛି ।
19. କାରଣ ମନୁଷ୍ୟ-ସନ୍ତାନଗଣ ପ୍ରତି ଯାହା ଘଟେ, ପଶୁମାନଙ୍କ ପ୍ରତି ତାହା ଘଟେ; ସମସ୍ତଙ୍କ ପ୍ରତି ହିଁ ଏକରୂପ ଘଟନା ଘଟେ; ଏ ଯେପରି ମରେ, ସେ ସେପରି ମରେ; ପୁଣି, ସମସ୍ତଙ୍କ ପ୍ରାଣବାୟୁ ଏକ; ଆଉ, ପଶୁଠାରୁ ମନୁଷ୍ୟର କୌଣସି ପ୍ରାଧାନ୍ୟ ନାହିଁ କାରଣ ସବୁ ଅସାର ।
20. ସମସ୍ତେ ଏକ ସ୍ଥାନକୁ ଯାʼନ୍ତି; ସମସ୍ତେ ଧୂଳିରୁ ଉତ୍ପନ୍ନ ଓ ସମସ୍ତେ ପୁନର୍ବାର ଧୂଳିରେ ଲୀନ ହୁଅନ୍ତି ।
21. ମନୁଷ୍ୟର ଆତ୍ମା ଊର୍ଦ୍ଧ୍ଵଗାମୀ ଓ ପଶୁର ଆତ୍ମା ପୃଥିବୀର ଅଧୋଗାମୀ ହୁଏ ବୋଲି କିଏ ଜାଣେ?
22. ଏହେତୁ ମନୁଷ୍ୟ ସ୍ଵକର୍ମରେ ଆନନ୍ଦ କରିବା ଅପେକ୍ଷା ଆଉ ତାହାର କିଛି ଅଧିକ ମଙ୍ଗଳ ନାହିଁ ବୋଲି ମୁଁ ଦେଖିଲି; କାରଣ ଏହା ହିଁ ତାହାର ଅଧିକାର; ଆଉ, ତାହା ଉତ୍ତାରେ ଯାହା ଘଟିବ, ତାହା ଦେଖିବା ପାଇଁ କିଏ ତାହାକୁ ଫେରାଇ ଆଣି ପାରେ?

ରେକର୍ଡଗୁଡିକ

Total 12 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 3 / 12
1 2 3 4 5 6 7 8 9 10 11 12
1 ସବୁ ବିଷୟର କାଳ ଅଛି ଓ ଆକାଶ ତଳେ ସବୁ ମନୋରଥର ସମୟ ଅଛି; 2 ଜନ୍ମିବାର ସମୟ ଓ ମରିବାର ସମୟ; ରୋପିବାର ସମୟ, ଯାହା ରୋପିତ ହେଲା, ତାହା ଉପାଡ଼ିବାର ସମୟ; 3 ବଧ କରିବାର ସମୟ ଓ ସୁସ୍ଥ କରିବାର ସମୟ; ଭାଙ୍ଗିବାର ସମୟ ଓ ଗାନ୍ଥିବାର ସମୟ; 4 ରୋଦନ କରିବାର ସମୟ ଓ ହାସ୍ୟ କରିବାର ସମୟ; ବିଳାପ କରିବାର ସମୟ ଓ ନୃତ୍ୟ କରିବାର ସମୟନ୍ତ 5 ପ୍ରସ୍ତର ପକାଇବାର ସମୟ ଓ ପ୍ରସ୍ତର ସଂଗ୍ରହ କରିବାର ସମୟ; ଆଲିଙ୍ଗନ କରିବାର ସମୟ ଓ ଆଲିଙ୍ଗନରୁ ନିବୃତ୍ତ ହେବାର ସମୟ; 6 ଅନ୍ଵେଷଣ କରିବାର ସମୟ ଓ ହଜାଇବାର ସମୟ; ରଖିବାର ସମୟ ଓ ପକାଇ ଦେବାର ସମୟ; 7 ଚିରିବାର ସମୟ ଓ ସିଁଇବାର ସମୟ; ନୀରବ ରହିବାର ସମୟ ଓ କଥା କହିବାର ସମୟ; 8 ପ୍ରେମ କରିବାର ସମୟ ଓ ଘୃଣା କରିବାର ସମୟ; ଯୁଦ୍ଧର ସମୟ ଓ ସନ୍ଧିର ସମୟ ଅଛି । 9 କର୍ମକାରୀ ବ୍ୟକ୍ତିର ଆପଣା ପରିଶ୍ରମରେ କି ଲାଭ? 10 ପରମେଶ୍ଵର ମନୁଷ୍ୟ-ସନ୍ତାନଗଣକୁ ବ୍ୟସ୍ତ ହେବା ପାଇଁ ଯେଉଁ ଆୟାସ ଦେଇଅଛନ୍ତି, ତାହା ମୁଁ ଦେଖିଅଛି । 11 ସେ ପ୍ରତ୍ୟେକ ବିଷୟକୁ ତାହାର ସମୟରେ ଶୋଭିତ କରିଅଛନ୍ତି; ମଧ୍ୟ ସେ ସେମାନଙ୍କ ହୃଦୟରେ ଅନ; କାଳ ରଖିଅଛନ୍ତି; ତଥାପି ପରମେଶ୍ଵର ପ୍ରଥମଠାରୁ ଶେଷ ପର୍ଯ୍ୟନ୍ତ ଯେଉଁ କାର୍ଯ୍ୟ କରିଅଛନ୍ତି, ମନୁଷ୍ୟ ତହିଁର ତତ୍ତ୍ଵ ପାଇ ପାରେ ନାହିଁ । 12 ଆମ୍ଭେ ଜାଣୁ ଯେ, ଯାବଜ୍ଜୀବନ ଆନନ୍ଦ ଓ ସୁକର୍ମ କରିବା ଅପେକ୍ଷା ସେମାନଙ୍କର ଆଉ କୌଣସି ମଙ୍ଗଳ ବିଷୟ ନାହିଁ । 13 ଆହୁରି, ପ୍ରତ୍ୟେକ ମନୁଷ୍ୟ ଭୋଜନ ପାନ କରି ଆପଣା ସକଳ ପରିଶ୍ରମରେ ସୁଖଭୋଗ କରିବ, ଏହା ପରମେଶ୍ଵରଙ୍କ ଦାନ । 14 ମୁଁ ଜାଣେ ଯେ, ପରମେଶ୍ଵର ଯାହା କିଛି କରନ୍ତି, ତାହା ଅନନ୍ତକାଳସ୍ଥାୟୀ; ତାହା ବଢ଼ାଯାଇ ନ ପାରେ, କିଅବା ତାହା ଊଣା କରାଯାଇ ନ ପାରେ; ଆଉ ମନୁଷ୍ୟମାନେ ପରମେଶ୍ଵରଙ୍କ ସମ୍ମୁଖରେ ଭୀତ ହେବା ପାଇଁ ସେ ତାହା କରିଅଛନ୍ତି । 15 ଯାହା ଅଛି, ତାହା ଥିଲା; ପୁଣି, ଯାହା ହେବ, ତାହା ହିଁ ଥିଲା; ଆଉ, ଯାହା ଗତ ହୋଇଅଛି, ପରମେଶ୍ଵର ତାହା ପୁନର୍ବାର ଅନ୍ଵେଷଣ କରନ୍ତି । 16 ଆହୁରି, ମୁଁ ସୂର୍ଯ୍ୟ ତଳେ ବିଚାର ସ୍ଥାନରେ ଦେଖିଲି, ସେଠାରେ ଦୁଷ୍ଟତା ଅଛି, ପୁଣି ଧର୍ମସ୍ଥାନରେ ଦେଖିଲି, ସେଠାରେ ହେଁ ଦୁଷ୍ଟତା ଅଛି । 17 ମୁଁ ମନେ ମନେ କହିଲି, ପରମେଶ୍ଵର ଧାର୍ମିକ ଓ ଦୁଷ୍ଟର ବିଚାର କରିବେ; କାରଣ ପ୍ରତ୍ୟେକ ମନୋରଥ ଓ ପ୍ରତ୍ୟେକ କାର୍ଯ୍ୟ ପାଇଁ ସମୟ ଅଛି । 18 ମୁଁ ମନେ ମନେ କହିଲି, ପରମେଶ୍ଵର ଯେପରି ମନୁଷ୍ୟ-ସନ୍ତାନମାନଙ୍କୁ ପରୀକ୍ଷା କରିବେ ଓ ସେମାନେ ନିଜେ ଯେ କେବଳ ପଶୁ ତୁଲ୍ୟ, ଏହା ଯେପରି ସେମାନେ ଦେଖିବେ, ଏଥିପାଇଁ ସେମାନଙ୍କ ସକାଶୁ ଏହା ହେଉଅଛି । 19 କାରଣ ମନୁଷ୍ୟ-ସନ୍ତାନଗଣ ପ୍ରତି ଯାହା ଘଟେ, ପଶୁମାନଙ୍କ ପ୍ରତି ତାହା ଘଟେ; ସମସ୍ତଙ୍କ ପ୍ରତି ହିଁ ଏକରୂପ ଘଟନା ଘଟେ; ଏ ଯେପରି ମରେ, ସେ ସେପରି ମରେ; ପୁଣି, ସମସ୍ତଙ୍କ ପ୍ରାଣବାୟୁ ଏକ; ଆଉ, ପଶୁଠାରୁ ମନୁଷ୍ୟର କୌଣସି ପ୍ରାଧାନ୍ୟ ନାହିଁ କାରଣ ସବୁ ଅସାର । 20 ସମସ୍ତେ ଏକ ସ୍ଥାନକୁ ଯାʼନ୍ତି; ସମସ୍ତେ ଧୂଳିରୁ ଉତ୍ପନ୍ନ ଓ ସମସ୍ତେ ପୁନର୍ବାର ଧୂଳିରେ ଲୀନ ହୁଅନ୍ତି । 21 ମନୁଷ୍ୟର ଆତ୍ମା ଊର୍ଦ୍ଧ୍ଵଗାମୀ ଓ ପଶୁର ଆତ୍ମା ପୃଥିବୀର ଅଧୋଗାମୀ ହୁଏ ବୋଲି କିଏ ଜାଣେ? 22 ଏହେତୁ ମନୁଷ୍ୟ ସ୍ଵକର୍ମରେ ଆନନ୍ଦ କରିବା ଅପେକ୍ଷା ଆଉ ତାହାର କିଛି ଅଧିକ ମଙ୍ଗଳ ନାହିଁ ବୋଲି ମୁଁ ଦେଖିଲି; କାରଣ ଏହା ହିଁ ତାହାର ଅଧିକାର; ଆଉ, ତାହା ଉତ୍ତାରେ ଯାହା ଘଟିବ, ତାହା ଦେଖିବା ପାଇଁ କିଏ ତାହାକୁ ଫେରାଇ ଆଣି ପାରେ?
Total 12 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 3 / 12
1 2 3 4 5 6 7 8 9 10 11 12
×

Alert

×

Oriya Letters Keypad References