ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯିରିମିୟ
1. ଅନନ୍ତର ମତ୍ତନର ପୁତ୍ର ଶଫଟୀୟ, ପଶହୂର ପୁତ୍ର ଗଦଲୀୟ, ଶେଲିମୀୟର ପୁତ୍ର ଯିହଖଲ ଓ ମଲ୍‍କୀୟର ପୁତ୍ର ପଶହୂର, ସମସ୍ତ ଲୋକଙ୍କ ନିକଟରେ ଯିରିମୀୟଙ୍କର କଥିତ ଏହି ବାକ୍ୟ ଶୁଣିଲେ, ଯଥା,
2. ସଦାପ୍ରଭୁ ଏହି କଥା କହନ୍ତି, ଯେକେହି ଏହି ନଗରରେ ରହିବ, ସେ ଖଡ଼୍‍ଗ, ଦୁର୍ଭିକ୍ଷ ଓ ମହାମାରୀରେ ମରିବ; ମାତ୍ର ଯେକେହି ବାହାର ହୋଇ କଲ୍ଦୀୟମାନଙ୍କ ନିକଟକୁ ଯିବ, ସେ ବଞ୍ଚିବ, ତାହାର ପ୍ରାଣ ତାହା ପ୍ରତି ଲୁଟଦ୍ରବ୍ୟ ତୁଲ୍ୟ ହେବ ଓ ସେ ବଞ୍ଚିବ ।
3. ସଦାପ୍ରଭୁ ଏହି କଥା କହନ୍ତି,ଏହି ନଗର ବାବିଲ ରାଜାର ସୈନ୍ୟ ହସ୍ତରେ ନିଶ୍ଚୟ ସମର୍ପିତ ହେବ ଓ ସେ ତାହା ହସ୍ତଗତ କରିବ ।
4. ତହିଁରେ ଅଧିପତିମାନେ ରାଜାକୁ କହିଲେ, ଆମ୍ଭେମାନେ ବିନୟ କରୁଅଛୁ, ଏହି ଲୋକର ପ୍ରାଣଦଣ୍ତର ଆଜ୍ଞା ହେଉ; କାରଣ ସେ ଏହି ପ୍ରକାର କଥା କହି ଏହି ନଗରରେ ଥିବା ଅବଶିଷ୍ଟ ଯୋଦ୍ଧାମାନଙ୍କ ହସ୍ତ ଓ ସକଳ ଲୋକଙ୍କ ହସ୍ତ ଦୁର୍ବଳ କରୁଅଛି; ପୁଣି, ଏ ବ୍ୟକ୍ତି ଏହି ଲୋକମାନଙ୍କର ମଙ୍ଗଳ ନୁହେଁ, କେବଳ ଅମଙ୍ଗଳର ଚେଷ୍ଟା କରୁଅଛି ।
5. ଏଥିରେ ସିଦିକୀୟ ରାଜା କହିଲା, ଦେଖ, ସେ ତୁମ୍ଭମାନଙ୍କ ହସ୍ତରେ ଅଛି; କାରଣ ରାଜା ତୁମ୍ଭମାନଙ୍କ ବିରୁଦ୍ଧରେ କୌଣସି କାର୍ଯ୍ୟ କରିବା ଲୋକ ନୁହନ୍ତି ।
6. ତହିଁରେ ସେମାନେ ଯିରିମୀୟଙ୍କୁ ଧରି ପ୍ରହରୀ-ପ୍ରାଙ୍ଗଣସ୍ଥିତ, ମଲ୍‍କୀୟ ରାଜପୁତ୍ରର କୂପରେ ପକାଇ ଦେଲେ; ଅର୍ଥାତ୍, ସେମାନେ ରଜ୍ଜୁ ଦ୍ଵାରା ଯିରିମୀୟଙ୍କୁ ଓହ୍ଳାଇ ଦେଲେ । ପୁଣି, ସେହି କୂପରେ ଜଳ ନ ଥିଲା, କେବଳ ପଙ୍କ ଥିଲା । ଆଉ, ଯିରିମୀୟ ସେହି ପଙ୍କରେ ମଗ୍ନପ୍ରାୟ ହେଲେ ।
7. ଏଥି ମଧ୍ୟରେ ସେମାନେ ଯିରିମୀୟଙ୍କୁ କୂପରେ ପକାଇ ଦେଇଅଛନ୍ତି ବୋଲି, ରାଜଗୃହସ୍ଥିତ ଏବଦ୍-ମେଲକ୍ ନାମକ ଜଣେ କୁଶୀୟ ନପୁଂସକ ଲୋକ ଶୁଣିଲା; ସେସମୟରେ ରାଜା ବିନ୍ୟାମୀନ ଦ୍ଵାରରେ ଉପବିଷ୍ଟ ଥିଲା ।
8. ଏବଦ୍-ମେଲକ୍ ରାଜା ଗୃହରୁ ବାହାରି ରାଜାକୁ କହିଲା,
9. ହେ ଆମ୍ଭର ପ୍ରଭୁ ମହାରାଜ, ଏହି ଲୋକମାନେ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କ ପ୍ରତି ନିତା; ମନ୍ଦ ବ୍ୟବହାର କରିଅଛନ୍ତି, ସେମାନେ ତାଙ୍କୁ କୂପରେ ପକାଇଅଛନ୍ତି; ସେ ଯେଉଁଠାରେ ଅଛନ୍ତି, ଦୁର୍ଭିକ୍ଷ ସକାଶୁ ସେଠାରେ ସେ ମଲା ପରି ଅଛନ୍ତି, କାରଣ ନଗରରେ ଆଉ ରୁଟି ନାହିଁ ।
10. ସେତେବେଳେ ରାଜା କୁଶୀୟ ଏବଦ୍-ମେଲକ୍କୁ ଆଜ୍ଞା କଲା, ତୁମ୍ଭେ ଏଠାରୁ ତିରିଶ ଜଣ ଲୋକ ଆପଣା ସଙ୍ଗରେ ନେଇ ଯିରିମୀୟ ଭବିଷ୍ୟଦ୍ବକ୍ତା ମରିବା ପୂର୍ବରୁ ତାଙ୍କୁ କୂପରୁ ବାହାର କରି ଆଣ ।
11. ତହିଁରେ ଏବଦ୍-ମେଲ୍‍କ ଆପଣା ସଙ୍ଗେ ସେହି ଲୋକମାନଙ୍କୁ ନେଇ ରାଜଗୃହକୁ ଯାଇ ଭଣ୍ତାରର ତଳରୁ କେତେଗୁଡ଼ିଏ ପୁରୁଣା ତ୍ୟକ୍ତ ବସ୍ତ୍ର ଓ ଚିରାକନା ନେଲା, ଆଉ ରଜ୍ଜୁ ଦ୍ଵାରା ସେସବୁ କୂପରେ ଯିରିମୀୟଙ୍କୁ ଦେଲା ।
12. ପୁଣି, କୁଶୀୟ ଏବଦ୍-ମେଲକ୍ ଯିରିମୀୟଙ୍କୁ କହିଲା, ସେହି ପୁରୁଣା ତ୍ୟକ୍ତ ବସ୍ତ୍ର ଓ ଚିରାକନା ଆପଣା କକ୍ଷମୂଳରେ ରଜ୍ଜୁ ତଳେ ଦିଅ ।
13. ତହିଁରେ ଯିରିମୀୟ ସେପରି କଲେ । ତହୁଁ ସେମାନେ ରଜ୍ଜୁ ଧରି ଟାଣି ଯିରିମୀୟଙ୍କୁ କୂପରୁ ବାହାର କରି ଆଣିଲେ । ପୁଣି, ଯିରିମୀୟ ପ୍ରହରୀ-ପ୍ରାଙ୍ଗଣରେ ରହିଲେ ।
14. ଏଥି ଉତ୍ତାରେ ସିଦିକୀୟ ରାଜା ଲୋକ ପଠାଇ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କୁ ସଦାପ୍ରଭୁଙ୍କ ଗୃହର ତୃତୀୟ ପ୍ରବେଶ ସ୍ଥାନରେ ଆପଣା ନିକଟକୁ ଅଣାଇଲା । ଆଉ, ରାଜା ଯିରିମୀୟଙ୍କୁ କହିଲା, ମୁଁ ତୁମ୍ଭକୁ ଗୋଟିଏ କଥା ପଚାରିବି; ତୁମ୍ଭେ ମୋʼଠାରୁ କିଛି ଗୋପନ କରିବ ନାହିଁ ।
15. ତେବେ ଯିରିମୀୟ ସିଦିକୀୟକୁ କହିଲେ, ମୁଁ ଯେବେ ଆପଣଙ୍କୁ ତାହା ଜଣାଇବି, ତେବେ ଆପଣ କି ମୋତେ ନିଶ୍ଚୟ ବଧ କରିବେ ନାହିଁ? ଆଉ, ମୁଁ ଯେବେ ଆପଣଙ୍କୁ ପରାମର୍ଶ ଦେବି, ତେବେ ଆପଣ ମୋʼ କଥା ଶୁଣିବେ ନାହିଁ ।
16. ତହିଁରେ ସିଦିକୀୟ ରାଜା ଗୋପନରେ ଯିରିମୀୟଙ୍କ ନିକଟରେ ଶପଥ କରି କହିଲା, ଆମ୍ଭମାନଙ୍କର ଏହି ଜୀବାତ୍ମାର ସୃଷ୍ଟିକର୍ତ୍ତା ସଦାପ୍ରଭୁଙ୍କର ଶପଥ, ମୁଁ ତୁମ୍ଭକୁ ବଧ କରିବି ନାହିଁ, କିଅବା ତୁମ୍ଭ ପ୍ରାଣନାଶର ଚେଷ୍ଟାକାରୀ ଏହି ଲୋକମାନଙ୍କ ହସ୍ତରେ ସମର୍ପଣ କରିବି ନାହିଁ ।
17. ସେତେବେଳେ ଯିରିମୀୟ ସିଦିକୀୟକୁ କହିଲେ, ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ଵର, ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି; ଯେବେ ତୁମ୍ଭେ ବାହାର ହୋଇ ବାବିଲ ରାଜାର ଅଧିପତିମାନଙ୍କ ନିକଟକୁ ଯିବ, ତେବେ ତୁମ୍ଭର ପ୍ରାଣ ବଞ୍ଚିବ ଓ ଏହି ନଗର ଅଗ୍ନିରେ ଦଗ୍ଧ ହେବ ନାହିଁ; ପୁଣି, ତୁମ୍ଭେ ଓ ତୁମ୍ଭ ପରିବାର ବଞ୍ଚିବ ।
18. ମାତ୍ର ଯେବେ ତୁମ୍ଭେ ବାହାର ହୋଇ ବାବିଲ ରାଜାର ଅଧିପତିମାନଙ୍କ ନିକଟକୁ ଯିବ ନାହିଁ, ତେବେ ଏହି ନଗର କଲ୍ଦୀୟମାନଙ୍କ ହସ୍ତରେ ସମର୍ପିତ ହେବ ଓ ସେମାନେ ଅଗ୍ନିରେ ତାହା ଦଗ୍ଧ କରିବେ, ଆଉ ତୁମ୍ଭେ ସେମାନଙ୍କ ହସ୍ତରୁ ରକ୍ଷା ପାଇବ ନାହିଁ ।
19. ଏଥିରେ ସିଦିକୀୟ ରାଜା ଯିରିମୀୟଙ୍କୁ କହିଲା, ଯେଉଁ ଯିହୁଦୀ ଲୋକମାନେ କଲ୍ଦୀୟମାନଙ୍କ ପକ୍ଷକୁ ଯାଇଅଛନ୍ତି, ସେମାନଙ୍କୁ ମୁଁ ଭୟ କରୁଅଛି, କେଜାଣି ଲୋକେ ମୋତେ ସେମାନଙ୍କ ହସ୍ତରେ ସମର୍ପଣ କରିବେ, ଆଉ ସେମାନେ ମୋତେ ପରିହାସ କରିବେ ।
20. ମାତ୍ର ଯିରିମୀୟ କହିଲେ, ସେମାନେ ଆପଣଙ୍କୁ ସମର୍ପଣ କରିବେ ନାହିଁ । ବିନୟ କରୁଅଛି, ମୋʼ ଦ୍ଵାରା କଥିତ ସଦାପ୍ରଭୁଙ୍କର ବାକ୍ୟ ଆପଣ ମାନନ୍ତୁ: ତହିଁରେ ଆପଣଙ୍କର ମଙ୍ଗଳ ହେବ ଓ ଆପଣଙ୍କ ପ୍ରାଣ ବଞ୍ଚିବ ।
21. ମାତ୍ର ଯେବେ ଆପଣ ବାହାରି ଯିବା ପାଇଁ ଅସମ୍ମତ ହୁଅନ୍ତି, ତେବେ ସଦାପ୍ରଭୁ ଯେଉଁ କଥା ମୋତେ ଜଣାଇ ଅଛନ୍ତି, ତାହା ଏହି:
22. ଦେଖନ୍ତୁ, ଯେତେ ସ୍ତ୍ରୀଲୋକ ଯିହୁଦାର ରାଜଗୃହରେ ଅବଶିଷ୍ଟ ଅଛନ୍ତି, ସେସମସ୍ତେ ବାବିଲ ରାଜାର ଅଧିପତିମାନଙ୍କ ନିକଟକୁ ଅଣାଯିବେ, ଆଉ ସେହି ସ୍ତ୍ରୀମାନେ କହିବେ, ତୁମ୍ଭର ସୁହୃଦ୍ମାନେ ତୁମ୍ଭକୁ ପ୍ରବର୍ତ୍ତାଇ ତୁମ୍ଭକୁ ପରାସ୍ତ କରିଅଛନ୍ତି; ଆଉ, ଏବେ ତୁମ୍ଭର ପାଦ ପଙ୍କରେ ମଗ୍ନ ହେବାରୁ ସେମାନେ ତୁମ୍ଭଠାରୁ ବିମୁଖ ହୋଇଅଛନ୍ତି ।
23. ପୁଣି, ଲୋକମାନେ ଆପଣଙ୍କ ଭାର୍ଯ୍ୟା ଓ ସନ୍ତାନ ସମସ୍ତଙ୍କୁ ବାହାର କରି କଲ୍ଦୀୟମାନଙ୍କ ନିକଟକୁ ଆଣିବେ; ଆଉ, ଆପଣ ସେମାନଙ୍କ ହସ୍ତରୁ ରକ୍ଷା ପାଇବେ ନାହିଁ, ମାତ୍ର ବାବିଲ ରାଜାର ହସ୍ତରେ ଧରାଯିବେ ଓ ଆପଣ ଏହି ନଗରକୁ ଅଗ୍ନିରେ ଦଗ୍ଧ କରାଇବେ ।
24. ଏଥିରେ ସିଦିକୀୟ ଯିରିମୀୟଙ୍କୁ କହିଲା, ଏସବୁ କଥା କେହି ନ ଜାଣୁ, ତହିଁରେ ତୁମ୍ଭେ ମରିବ ନାହିଁ ।
25. ମାତ୍ର ମୁଁ ତୁମ୍ଭ ସଙ୍ଗେ କଥାବାର୍ତ୍ତା କରିଅଛି ବୋଲି ଯେବେ ଅଧିପତିମାନେ ଶୁଣନ୍ତି ଓ ତୁମ୍ଭ ନିକଟକୁ ଆସି କହନ୍ତି, ତୁମ୍ଭେ ରାଜାଙ୍କୁ କି କି କଥା କହିଅଛ, ତାହା ଆମ୍ଭମାନଙ୍କୁ ଜଣାଅ; ସେ କଥା, ମଧ୍ୟ ରାଜା ତୁମ୍ଭକୁ ଯାହା କହିଅଛନ୍ତି, ତାହା, ଆମ୍ଭମାନଙ୍କଠାରୁ ଗୋପନ ନ କର, ତହିଁରେ ଆମ୍ଭେମାନେ ତୁମ୍ଭକୁ ବଧ କରିବୁ ନାହିଁ;
26. ସେତେବେଳେ ତୁମ୍ଭେ ସେମାନଙ୍କୁ କହିବ, ମୋତେ ଯୋନାଥନ ଗୃହରେ ମରିବା ପାଇଁ ରାଜା ଯେପରି ଫେରି ନ ପଠାନ୍ତି, ଏଥିପାଇଁ ମୁଁ ତାଙ୍କ ଛାମୁରେ ନିବେଦନ କଲି ।
27. ଏଉତ୍ତାରେ ଅଧିପତି ସମସ୍ତେ ଯିରିମୀୟଙ୍କ ନିକଟକୁ ଆସି ତାଙ୍କୁ ପଚାରିଲେ; ତହିଁରେ ସେ ରାଜାଙ୍କ ଆଜ୍ଞାନୁସାରେ ଏହିସବୁ କଥା ସେମାନଙ୍କୁ ଜଣାଇଲେ । ତହୁଁ ସେମାନେ ତାଙ୍କ ସଙ୍ଗେ କଥା କହିବାର ତ୍ୟାଗ କଲେ; କାରଣ କଥା ପ୍ରକାଶ ପାଇଲା ନାହିଁ ।
28. ତହିଁରେ ଯିରୂଶାଲମର ପରାଜୟ-ଦିନ ପର୍ଯ୍ୟନ୍ତ ଯିରିମୀୟ ପ୍ରହରୀ-ପ୍ରାଙ୍ଗଣରେ ରହିଲେ ।

Notes

No Verse Added

Total 52 Chapters, Current Chapter 38 of Total Chapters 52
ଯିରିମିୟ 38:31
1. ଅନନ୍ତର ମତ୍ତନର ପୁତ୍ର ଶଫଟୀୟ, ପଶହୂର ପୁତ୍ର ଗଦଲୀୟ, ଶେଲିମୀୟର ପୁତ୍ର ଯିହଖଲ ମଲ୍‍କୀୟର ପୁତ୍ର ପଶହୂର, ସମସ୍ତ ଲୋକଙ୍କ ନିକଟରେ ଯିରିମୀୟଙ୍କର କଥିତ ଏହି ବାକ୍ୟ ଶୁଣିଲେ, ଯଥା,
2. ସଦାପ୍ରଭୁ ଏହି କଥା କହନ୍ତି, ଯେକେହି ଏହି ନଗରରେ ରହିବ, ସେ ଖଡ଼୍‍ଗ, ଦୁର୍ଭିକ୍ଷ ମହାମାରୀରେ ମରିବ; ମାତ୍ର ଯେକେହି ବାହାର ହୋଇ କଲ୍ଦୀୟମାନଙ୍କ ନିକଟକୁ ଯିବ, ସେ ବଞ୍ଚିବ, ତାହାର ପ୍ରାଣ ତାହା ପ୍ରତି ଲୁଟଦ୍ରବ୍ୟ ତୁଲ୍ୟ ହେବ ସେ ବଞ୍ଚିବ
3. ସଦାପ୍ରଭୁ ଏହି କଥା କହନ୍ତି,ଏହି ନଗର ବାବିଲ ରାଜାର ସୈନ୍ୟ ହସ୍ତରେ ନିଶ୍ଚୟ ସମର୍ପିତ ହେବ ସେ ତାହା ହସ୍ତଗତ କରିବ
4. ତହିଁରେ ଅଧିପତିମାନେ ରାଜାକୁ କହିଲେ, ଆମ୍ଭେମାନେ ବିନୟ କରୁଅଛୁ, ଏହି ଲୋକର ପ୍ରାଣଦଣ୍ତର ଆଜ୍ଞା ହେଉ; କାରଣ ସେ ଏହି ପ୍ରକାର କଥା କହି ଏହି ନଗରରେ ଥିବା ଅବଶିଷ୍ଟ ଯୋଦ୍ଧାମାନଙ୍କ ହସ୍ତ ସକଳ ଲୋକଙ୍କ ହସ୍ତ ଦୁର୍ବଳ କରୁଅଛି; ପୁଣି, ବ୍ୟକ୍ତି ଏହି ଲୋକମାନଙ୍କର ମଙ୍ଗଳ ନୁହେଁ, କେବଳ ଅମଙ୍ଗଳର ଚେଷ୍ଟା କରୁଅଛି
5. ଏଥିରେ ସିଦିକୀୟ ରାଜା କହିଲା, ଦେଖ, ସେ ତୁମ୍ଭମାନଙ୍କ ହସ୍ତରେ ଅଛି; କାରଣ ରାଜା ତୁମ୍ଭମାନଙ୍କ ବିରୁଦ୍ଧରେ କୌଣସି କାର୍ଯ୍ୟ କରିବା ଲୋକ ନୁହନ୍ତି
6. ତହିଁରେ ସେମାନେ ଯିରିମୀୟଙ୍କୁ ଧରି ପ୍ରହରୀ-ପ୍ରାଙ୍ଗଣସ୍ଥିତ, ମଲ୍‍କୀୟ ରାଜପୁତ୍ରର କୂପରେ ପକାଇ ଦେଲେ; ଅର୍ଥାତ୍, ସେମାନେ ରଜ୍ଜୁ ଦ୍ଵାରା ଯିରିମୀୟଙ୍କୁ ଓହ୍ଳାଇ ଦେଲେ ପୁଣି, ସେହି କୂପରେ ଜଳ ଥିଲା, କେବଳ ପଙ୍କ ଥିଲା ଆଉ, ଯିରିମୀୟ ସେହି ପଙ୍କରେ ମଗ୍ନପ୍ରାୟ ହେଲେ
7. ଏଥି ମଧ୍ୟରେ ସେମାନେ ଯିରିମୀୟଙ୍କୁ କୂପରେ ପକାଇ ଦେଇଅଛନ୍ତି ବୋଲି, ରାଜଗୃହସ୍ଥିତ ଏବଦ୍-ମେଲକ୍ ନାମକ ଜଣେ କୁଶୀୟ ନପୁଂସକ ଲୋକ ଶୁଣିଲା; ସେସମୟରେ ରାଜା ବିନ୍ୟାମୀନ ଦ୍ଵାରରେ ଉପବିଷ୍ଟ ଥିଲା
8. ଏବଦ୍-ମେଲକ୍ ରାଜା ଗୃହରୁ ବାହାରି ରାଜାକୁ କହିଲା,
9. ହେ ଆମ୍ଭର ପ୍ରଭୁ ମହାରାଜ, ଏହି ଲୋକମାନେ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କ ପ୍ରତି ନିତା; ମନ୍ଦ ବ୍ୟବହାର କରିଅଛନ୍ତି, ସେମାନେ ତାଙ୍କୁ କୂପରେ ପକାଇଅଛନ୍ତି; ସେ ଯେଉଁଠାରେ ଅଛନ୍ତି, ଦୁର୍ଭିକ୍ଷ ସକାଶୁ ସେଠାରେ ସେ ମଲା ପରି ଅଛନ୍ତି, କାରଣ ନଗରରେ ଆଉ ରୁଟି ନାହିଁ
10. ସେତେବେଳେ ରାଜା କୁଶୀୟ ଏବଦ୍-ମେଲକ୍କୁ ଆଜ୍ଞା କଲା, ତୁମ୍ଭେ ଏଠାରୁ ତିରିଶ ଜଣ ଲୋକ ଆପଣା ସଙ୍ଗରେ ନେଇ ଯିରିମୀୟ ଭବିଷ୍ୟଦ୍ବକ୍ତା ମରିବା ପୂର୍ବରୁ ତାଙ୍କୁ କୂପରୁ ବାହାର କରି ଆଣ
11. ତହିଁରେ ଏବଦ୍-ମେଲ୍‍କ ଆପଣା ସଙ୍ଗେ ସେହି ଲୋକମାନଙ୍କୁ ନେଇ ରାଜଗୃହକୁ ଯାଇ ଭଣ୍ତାରର ତଳରୁ କେତେଗୁଡ଼ିଏ ପୁରୁଣା ତ୍ୟକ୍ତ ବସ୍ତ୍ର ଚିରାକନା ନେଲା, ଆଉ ରଜ୍ଜୁ ଦ୍ଵାରା ସେସବୁ କୂପରେ ଯିରିମୀୟଙ୍କୁ ଦେଲା
12. ପୁଣି, କୁଶୀୟ ଏବଦ୍-ମେଲକ୍ ଯିରିମୀୟଙ୍କୁ କହିଲା, ସେହି ପୁରୁଣା ତ୍ୟକ୍ତ ବସ୍ତ୍ର ଚିରାକନା ଆପଣା କକ୍ଷମୂଳରେ ରଜ୍ଜୁ ତଳେ ଦିଅ
13. ତହିଁରେ ଯିରିମୀୟ ସେପରି କଲେ ତହୁଁ ସେମାନେ ରଜ୍ଜୁ ଧରି ଟାଣି ଯିରିମୀୟଙ୍କୁ କୂପରୁ ବାହାର କରି ଆଣିଲେ ପୁଣି, ଯିରିମୀୟ ପ୍ରହରୀ-ପ୍ରାଙ୍ଗଣରେ ରହିଲେ
14. ଏଥି ଉତ୍ତାରେ ସିଦିକୀୟ ରାଜା ଲୋକ ପଠାଇ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କୁ ସଦାପ୍ରଭୁଙ୍କ ଗୃହର ତୃତୀୟ ପ୍ରବେଶ ସ୍ଥାନରେ ଆପଣା ନିକଟକୁ ଅଣାଇଲା ଆଉ, ରାଜା ଯିରିମୀୟଙ୍କୁ କହିଲା, ମୁଁ ତୁମ୍ଭକୁ ଗୋଟିଏ କଥା ପଚାରିବି; ତୁମ୍ଭେ ମୋʼଠାରୁ କିଛି ଗୋପନ କରିବ ନାହିଁ
15. ତେବେ ଯିରିମୀୟ ସିଦିକୀୟକୁ କହିଲେ, ମୁଁ ଯେବେ ଆପଣଙ୍କୁ ତାହା ଜଣାଇବି, ତେବେ ଆପଣ କି ମୋତେ ନିଶ୍ଚୟ ବଧ କରିବେ ନାହିଁ? ଆଉ, ମୁଁ ଯେବେ ଆପଣଙ୍କୁ ପରାମର୍ଶ ଦେବି, ତେବେ ଆପଣ ମୋʼ କଥା ଶୁଣିବେ ନାହିଁ
16. ତହିଁରେ ସିଦିକୀୟ ରାଜା ଗୋପନରେ ଯିରିମୀୟଙ୍କ ନିକଟରେ ଶପଥ କରି କହିଲା, ଆମ୍ଭମାନଙ୍କର ଏହି ଜୀବାତ୍ମାର ସୃଷ୍ଟିକର୍ତ୍ତା ସଦାପ୍ରଭୁଙ୍କର ଶପଥ, ମୁଁ ତୁମ୍ଭକୁ ବଧ କରିବି ନାହିଁ, କିଅବା ତୁମ୍ଭ ପ୍ରାଣନାଶର ଚେଷ୍ଟାକାରୀ ଏହି ଲୋକମାନଙ୍କ ହସ୍ତରେ ସମର୍ପଣ କରିବି ନାହିଁ
17. ସେତେବେଳେ ଯିରିମୀୟ ସିଦିକୀୟକୁ କହିଲେ, ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ଵର, ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି; ଯେବେ ତୁମ୍ଭେ ବାହାର ହୋଇ ବାବିଲ ରାଜାର ଅଧିପତିମାନଙ୍କ ନିକଟକୁ ଯିବ, ତେବେ ତୁମ୍ଭର ପ୍ରାଣ ବଞ୍ଚିବ ଏହି ନଗର ଅଗ୍ନିରେ ଦଗ୍ଧ ହେବ ନାହିଁ; ପୁଣି, ତୁମ୍ଭେ ତୁମ୍ଭ ପରିବାର ବଞ୍ଚିବ
18. ମାତ୍ର ଯେବେ ତୁମ୍ଭେ ବାହାର ହୋଇ ବାବିଲ ରାଜାର ଅଧିପତିମାନଙ୍କ ନିକଟକୁ ଯିବ ନାହିଁ, ତେବେ ଏହି ନଗର କଲ୍ଦୀୟମାନଙ୍କ ହସ୍ତରେ ସମର୍ପିତ ହେବ ସେମାନେ ଅଗ୍ନିରେ ତାହା ଦଗ୍ଧ କରିବେ, ଆଉ ତୁମ୍ଭେ ସେମାନଙ୍କ ହସ୍ତରୁ ରକ୍ଷା ପାଇବ ନାହିଁ
19. ଏଥିରେ ସିଦିକୀୟ ରାଜା ଯିରିମୀୟଙ୍କୁ କହିଲା, ଯେଉଁ ଯିହୁଦୀ ଲୋକମାନେ କଲ୍ଦୀୟମାନଙ୍କ ପକ୍ଷକୁ ଯାଇଅଛନ୍ତି, ସେମାନଙ୍କୁ ମୁଁ ଭୟ କରୁଅଛି, କେଜାଣି ଲୋକେ ମୋତେ ସେମାନଙ୍କ ହସ୍ତରେ ସମର୍ପଣ କରିବେ, ଆଉ ସେମାନେ ମୋତେ ପରିହାସ କରିବେ
20. ମାତ୍ର ଯିରିମୀୟ କହିଲେ, ସେମାନେ ଆପଣଙ୍କୁ ସମର୍ପଣ କରିବେ ନାହିଁ ବିନୟ କରୁଅଛି, ମୋʼ ଦ୍ଵାରା କଥିତ ସଦାପ୍ରଭୁଙ୍କର ବାକ୍ୟ ଆପଣ ମାନନ୍ତୁ: ତହିଁରେ ଆପଣଙ୍କର ମଙ୍ଗଳ ହେବ ଆପଣଙ୍କ ପ୍ରାଣ ବଞ୍ଚିବ
21. ମାତ୍ର ଯେବେ ଆପଣ ବାହାରି ଯିବା ପାଇଁ ଅସମ୍ମତ ହୁଅନ୍ତି, ତେବେ ସଦାପ୍ରଭୁ ଯେଉଁ କଥା ମୋତେ ଜଣାଇ ଅଛନ୍ତି, ତାହା ଏହି:
22. ଦେଖନ୍ତୁ, ଯେତେ ସ୍ତ୍ରୀଲୋକ ଯିହୁଦାର ରାଜଗୃହରେ ଅବଶିଷ୍ଟ ଅଛନ୍ତି, ସେସମସ୍ତେ ବାବିଲ ରାଜାର ଅଧିପତିମାନଙ୍କ ନିକଟକୁ ଅଣାଯିବେ, ଆଉ ସେହି ସ୍ତ୍ରୀମାନେ କହିବେ, ତୁମ୍ଭର ସୁହୃଦ୍ମାନେ ତୁମ୍ଭକୁ ପ୍ରବର୍ତ୍ତାଇ ତୁମ୍ଭକୁ ପରାସ୍ତ କରିଅଛନ୍ତି; ଆଉ, ଏବେ ତୁମ୍ଭର ପାଦ ପଙ୍କରେ ମଗ୍ନ ହେବାରୁ ସେମାନେ ତୁମ୍ଭଠାରୁ ବିମୁଖ ହୋଇଅଛନ୍ତି
23. ପୁଣି, ଲୋକମାନେ ଆପଣଙ୍କ ଭାର୍ଯ୍ୟା ସନ୍ତାନ ସମସ୍ତଙ୍କୁ ବାହାର କରି କଲ୍ଦୀୟମାନଙ୍କ ନିକଟକୁ ଆଣିବେ; ଆଉ, ଆପଣ ସେମାନଙ୍କ ହସ୍ତରୁ ରକ୍ଷା ପାଇବେ ନାହିଁ, ମାତ୍ର ବାବିଲ ରାଜାର ହସ୍ତରେ ଧରାଯିବେ ଆପଣ ଏହି ନଗରକୁ ଅଗ୍ନିରେ ଦଗ୍ଧ କରାଇବେ
24. ଏଥିରେ ସିଦିକୀୟ ଯିରିମୀୟଙ୍କୁ କହିଲା, ଏସବୁ କଥା କେହି ଜାଣୁ, ତହିଁରେ ତୁମ୍ଭେ ମରିବ ନାହିଁ
25. ମାତ୍ର ମୁଁ ତୁମ୍ଭ ସଙ୍ଗେ କଥାବାର୍ତ୍ତା କରିଅଛି ବୋଲି ଯେବେ ଅଧିପତିମାନେ ଶୁଣନ୍ତି ତୁମ୍ଭ ନିକଟକୁ ଆସି କହନ୍ତି, ତୁମ୍ଭେ ରାଜାଙ୍କୁ କି କି କଥା କହିଅଛ, ତାହା ଆମ୍ଭମାନଙ୍କୁ ଜଣାଅ; ସେ କଥା, ମଧ୍ୟ ରାଜା ତୁମ୍ଭକୁ ଯାହା କହିଅଛନ୍ତି, ତାହା, ଆମ୍ଭମାନଙ୍କଠାରୁ ଗୋପନ କର, ତହିଁରେ ଆମ୍ଭେମାନେ ତୁମ୍ଭକୁ ବଧ କରିବୁ ନାହିଁ;
26. ସେତେବେଳେ ତୁମ୍ଭେ ସେମାନଙ୍କୁ କହିବ, ମୋତେ ଯୋନାଥନ ଗୃହରେ ମରିବା ପାଇଁ ରାଜା ଯେପରି ଫେରି ପଠାନ୍ତି, ଏଥିପାଇଁ ମୁଁ ତାଙ୍କ ଛାମୁରେ ନିବେଦନ କଲି
27. ଏଉତ୍ତାରେ ଅଧିପତି ସମସ୍ତେ ଯିରିମୀୟଙ୍କ ନିକଟକୁ ଆସି ତାଙ୍କୁ ପଚାରିଲେ; ତହିଁରେ ସେ ରାଜାଙ୍କ ଆଜ୍ଞାନୁସାରେ ଏହିସବୁ କଥା ସେମାନଙ୍କୁ ଜଣାଇଲେ ତହୁଁ ସେମାନେ ତାଙ୍କ ସଙ୍ଗେ କଥା କହିବାର ତ୍ୟାଗ କଲେ; କାରଣ କଥା ପ୍ରକାଶ ପାଇଲା ନାହିଁ
28. ତହିଁରେ ଯିରୂଶାଲମର ପରାଜୟ-ଦିନ ପର୍ଯ୍ୟନ୍ତ ଯିରିମୀୟ ପ୍ରହରୀ-ପ୍ରାଙ୍ଗଣରେ ରହିଲେ
Total 52 Chapters, Current Chapter 38 of Total Chapters 52
×

Alert

×

oriya Letters Keypad References