ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯିରିମିୟ
1. ସଦାପ୍ରଭୁ କହନ୍ତି, ସେସମୟରେ ଲୋକମାନେ ଯିହୁଦାର ରାଜଗଣର ଅସ୍ଥି ଓ ତାହାର ଅଧିପତି- ଗଣର ଅସ୍ଥି, ଯାଜକଗଣର ଅସ୍ଥି, ଭବିଷ୍ୟଦ୍-ବକ୍ତାଗଣର ଅସ୍ଥି ଓ ଯିରୂଶାଲମ ନିବାସୀଗଣର ଅସ୍ଥି ସେମାନଙ୍କ କବରରୁ ବାହାର କରିବେ ।
2. ଆଉ, ସେମାନେ ସୂର୍ଯ୍ୟ ଓ ଚନ୍ଦ୍ର ଓ ଆକାଶର ଯେଉଁ ସୈନ୍ୟସମୂହକୁ ଭଲ ପାଇଅଛନ୍ତି ଓ ଯେଉଁମାନଙ୍କର ସେବା କରିଅଛନ୍ତି ଓ ଯେଉଁମାନଙ୍କର ପଶ୍ଚାଦ୍ଗାମୀ ହୋଇଅଛନ୍ତି ଓ ଯେଉଁମାନଙ୍କର ଅନ୍ଵେଷଣ କରିଅଛନ୍ତି ଓ ଯେଉଁମାନଙ୍କୁ ପ୍ରଣାମ କରିଅଛନ୍ତି, ସେମାନଙ୍କ ଆଗରେ ତାହାସବୁ ଛିନ୍ନଭିନ୍ନ କରି ପକାଇବେ; ସେହି ଅସ୍ଥିସବୁ ଏକତ୍ରୀକୃତ କିଅବା କବରରେ ପୋତା ନୋହିବ; ସେସବୁ ଭୂମିରେ ଖତ ତୁଲ୍ୟ ହେବ ।
3. ପୁଣି, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଏହି ଦୁଷ୍ଟ ବଂଶକୁ ଆମ୍ଭେ ଯେଉଁ ଯେଉଁ ସ୍ଥାନକୁ ତଡ଼ି ଦେଇଅଛୁ, ସେସବୁ ସ୍ଥାନରେ ସେମାନଙ୍କର ଅବଶିଷ୍ଟ ଥିବା ସମସ୍ତଙ୍କ ପ୍ରତି ଜୀବନ ଅପେକ୍ଷା ବରଞ୍ଚ ମୃତ୍ୟୁ ବାଞ୍ଛନୀୟ ହେବ ।
4. ଆହୁରି, ତୁମ୍ଭେ ସେମାନଙ୍କୁ କହିବ, ସଦାପ୍ରଭୁ ଏହି କଥା କହନ୍ତି, ମନୁଷ୍ୟ ପଡ଼ିଲେ, କʼଣ ଆଉ ଉଠେ ନାହିଁ? ବିପଥରେ ଗଲେ, କʼଣ ଆଉ ଫେରେ ନାହିଁ?
5. ତେବେ ଯିରୂଶାଲମସ୍ଥ ଏହି ଲୋକମାନେ ଚିରକାଳ ବିପଥଗମନରେ କାହିଁକି ବିପଥଗାମୀ ହୋଇଅଛନ୍ତି? ସେମାନେ ପ୍ରବଞ୍ଚନା ଦୃଢ଼ ରୂପେ ଧରନ୍ତି, ସେମାନେ ଫେରିବାକୁ ଅସମ୍ମତ ।
6. ଆମ୍ଭେ ମନୋଯୋଗ କରି ଶୁଣିଲୁ, ମାତ୍ର ସେମାନେ ଯଥାର୍ଥ କଥା କହିଲେ ନାହିଁ; ହାୟ ହାୟ, ମୁଁ କʼଣ କରିଅଛିଣ! ଏହା କହି କେହି ଆପଣା ଦୁଷ୍ଟତା ସକାଶେ ଅନୁତାପ କରେ ନାହିଁ; ଯେପରି ଊର୍ଦ୍ଧ୍ଵଶ୍ଵାସରେ ଅଶ୍ଵ ଯୁଦ୍ଧରେ ଦୌଡ଼େ, ସେପରି ପ୍ରତ୍ୟେକ ଲୋକ ଆପଣା ଆପଣା ପଥରେ ଦୌଡ଼େ ।
7. ହଁ, ଆକାଶଗାମିନୀ ଚରଳ ଆପଣାର ନିରୂପିତ ସମୟ ଜାଣେ; ଆଉ, ଘୁଘୁ ଓ ତାଳଚୋଞ୍ଚ ଓ ସାରସ ଆପଣା ଆପଣାର ଆସିବାର କାଳ ରକ୍ଷା କରନ୍ତି; ମାତ୍ର ଆମ୍ଭର ଲୋକମାନେ ସଦାପ୍ରଭୁଙ୍କର ନିୟମ ଜାଣନ୍ତି ନାହିଁ ।
8. ଆମ୍ଭେମାନେ ଜ୍ଞାନୀ ଓ ସଦାପ୍ରଭୁଙ୍କର ବ୍ୟବସ୍ଥା ଆମ୍ଭମାନଙ୍କଠାରେ ଅଛି, ଏହି କଥା ତୁମ୍ଭେମାନେ କିପରି କହୁଅଛ? ମାତ୍ର, ଦେଖ, ଅଧ୍ୟାପକମାନଙ୍କର ମିଥ୍ୟା ଲେଖନୀ ମିଥ୍ୟା ଗଢ଼ିଅଛି ।
9. ଜ୍ଞାନୀମାନେ ଲଜ୍ଜିତ ହୋଇଅଛନ୍ତି, ସେମାନେ ଘାବରା ଓ ଧରା ହୋଇଅଛନ୍ତି; ଦେଖ, ସେମାନେ ସଦାପ୍ରଭୁଙ୍କର ବାକ୍ୟ ଅଗ୍ରାହ୍ୟ କରିଅଛନ୍ତି; ଆଉ, ସେମାନଙ୍କର ଜ୍ଞାନ କିପ୍ରକାର?
10. ଏହେତୁ ଆମ୍ଭେ ଅନ୍ୟମାନଙ୍କୁ ସେମାନଙ୍କର ଭାର୍ଯ୍ୟାଗଣ ଓ ଅନ୍ୟ ଅନ୍ୟ ଅଧିକାରୀଙ୍କୁ ସେମାନଙ୍କର କ୍ଷେତ୍ରସବୁ ଦେବା; କାରଣ ସେମାନଙ୍କର କ୍ଷୁଦ୍ରଠାରୁ ଅତ୍ୟ; ମହାନ ଲୋକ ପର୍ଯ୍ୟନ୍ତ ପ୍ରତ୍ୟେକେ ହିଁ ଲୋଭାସକ୍ତ, ଭବିଷ୍ୟଦ୍ବକ୍ତାଠାରୁ ଯାଜକ ପର୍ଯ୍ୟନ୍ତ ପ୍ରତ୍ୟେକେ ହିଁ ମିଥ୍ୟାଚରଣ କରନ୍ତି ।
11. ପୁଣି, ଶାନ୍ତି ନ ଥିଲେ ହେଁ ସେମାନେ ଶାନ୍ତି, ଶାନ୍ତି ବୋଲି କହି ଆମ୍ଭ ଲୋକମାନଙ୍କ କନ୍ୟାର କ୍ଷତ ଉପରେ ଉପରେ ସୁସ୍ଥ କରନ୍ତି ।
12. ସେମାନେ ଘୃଣାଯୋଗ୍ୟ କାର୍ଯ୍ୟ କରିଅଛନ୍ତି ବୋଲି କʼଣ ଲଜ୍ଜିତ ହେଲେ? ନା, ସେମାନେ କିଛି ହିଁ ଲଜ୍ଜିତ ହେଲେ ନାହିଁ, କିଅବା ମୁଖ ବିବର୍ଣ୍ଣ କଲେ ନାହିଁ; ଏହେତୁ ସେମାନେ ପତିତ ଲୋକମାନଙ୍କ ମଧ୍ୟରେ ପତିତ ହେବେ; ସଦାପ୍ରଭୁ କହନ୍ତି, ସେମାନଙ୍କ ପ୍ରତିଫଳ-ପ୍ରାପ୍ତିର ସମୟରେ ସେମାନେ ନିପାତିତ ହେବେ ।
13. ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ସଂହାର କରିବା; ଦ୍ରାକ୍ଷାଲତାରେ ଦ୍ରାକ୍ଷାଫଳ, କିଅବା ଡିମିରି ବୃକ୍ଷରେ ଡିମିରି ଫଳ ରହିବ ନାହିଁ ଓ ପତ୍ର ମ୍ଳାନ ହେବ; ଆଉ, ଆମ୍ଭେ ସେମାନଙ୍କୁ ଯାହା ଦେଇଅଛୁ, ସେସବୁ ସେମାନଙ୍କଠାରୁ ଛାଡ଼ିଯିବ ।
14. ଆମ୍ଭେମାନେ କାହିଁକି ତୁନି ହୋଇ ବସୁଅଛୁ? ଏକତ୍ରିତ ହୁଅ, ଆସ, ଆମ୍ଭେମାନେ ପ୍ରାଚୀରବେଷ୍ଟିତ ନଗରମାନରେ ପ୍ରବେଶ କରୁ ଓ ସେଠାରେ ନୀରବ ହେଉ; କାରଣ ଆମ୍ଭେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛୁ ବୋଲି ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ଵର ଆମ୍ଭମାନଙ୍କୁ ନୀରବ କରିଅଛନ୍ତି ଓ ବିଷ-ବୃକ୍ଷର ରସ ପାନ କରିବାକୁ ଦେଇଅଛନ୍ତି ।
15. ଆମ୍ଭେମାନେ ଶାନ୍ତିର ଅପେକ୍ଷା କଲୁ, ମାତ୍ର କିଛି ମଙ୍ଗଳ ନୋହିଲା; ଆରୋଗ୍ୟ ସମୟର ଅପେକ୍ଷା କଲୁ, ଆଉ ଦେଖ, ଆଶଙ୍କା ଉପସ୍ଥିତ!
16. ଦାନ୍ ନଗରଠାରୁ ତାହାର ଅଶ୍ଵଗଣର ନାସା ଶଦ୍ଦ ଶୁଣା ଯାଉଅଛି; ତାହାର ବଳିଷ୍ଠ ଅଶ୍ଵଗଣର ହିଁ ହିଁ ଶଦ୍ଦରେ ସମୁଦାୟ ଦେଶ କମ୍ପୁଅଛି; କାରଣ ସେମାନେ ଆସିଅଛନ୍ତି, ଆଉ ଦେଶ ଓ ତନ୍ମଧ୍ୟସ୍ଥିତ ସକଳ ନଗର ଓ ତନ୍ନିବାସୀଗଣକୁ ଗ୍ରାସ କରିଅଛନ୍ତି;
17. ଦେଖ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟକୁ ସର୍ପ, କାଳସର୍ପମାନଙ୍କୁ ପଠାଇବା, ସେମାନେ ତୁମ୍ଭମାନଙ୍କୁ ଦଂଶନ କରିବେ, ଏହା ସଦାପ୍ରଭୁ କହନ୍ତି ।
18. ଆହା, ମୁଁ ଯେବେ ଦୁଃଖ ପ୍ରତିକୂଳରେ ଆପଣାକୁ ସାନ୍ତ୍ଵନା କରି ପାରନ୍ତି! ମୋର ମଧ୍ୟରେ ମୋʼ ହୃଦୟ ମୂର୍ଚ୍ଛିତ ।
19. ଦେଖ, ଅତି ଦୂର ଦେଶରୁ ମୋʼ ଲୋକଙ୍କ କନ୍ୟାର ଆର୍ତ୍ତନାଦ; ସଦାପ୍ରଭୁ କʼଣ ସିୟୋନରେ ନାହାନ୍ତି? ତହିଁର ରାଜା କʼଣ ତହିଁ ମଧ୍ୟରେ ନାହାନ୍ତି? ସେମାନେ ଆପଣାମାନଙ୍କର ଖୋଦିତ ପ୍ରତିମା ଓ ବିଦେଶୀୟ ଅସାର ବସ୍ତୁସମୂହ ଦ୍ଵାରା କାହିଁକି ଆମ୍ଭଙ୍କୁ ବିରକ୍ତ କରିଅଛନ୍ତି?
20. ଶସ୍ୟ-ସଂଗ୍ରହର ସମୟ ଗତ ହେଲା, ଗ୍ରୀଷ୍ମକାଳ ଶେଷ ହେଲା, ମାତ୍ର ଆମ୍ଭମାନଙ୍କର ପରିତ୍ରାଣ ହୋଇ ନାହିଁ ।
21. ମୁଁ ଆପଣା ଲୋକମାନଙ୍କ କନ୍ୟାର ଦୁଃଖ ସକାଶୁ ଦୁଃଖିତ; ମୁଁ ମଳିନ; ବିସ୍ମୟତା ମୋତେ ଆକ୍ରା; କରିଅଛି ।
22. ଗିଲୀୟଦରେ କʼଣ ଔଷଧ ନାହିଁ? ସେଠାରେ କʼଣ ବୈଦ୍ୟ ନାହାନ୍ତି? ତେବେ ମୋʼ ଲୋକମାନଙ୍କ କନ୍ୟା କାହିଁକି ପୁନଃ ସ୍ଵାସ୍ଥ୍ୟଲାଭ କରୁ ନାହିଁ?

Notes

No Verse Added

Total 52 Chapters, Current Chapter 8 of Total Chapters 52
ଯିରିମିୟ 8
1. ସଦାପ୍ରଭୁ କହନ୍ତି, ସେସମୟରେ ଲୋକମାନେ ଯିହୁଦାର ରାଜଗଣର ଅସ୍ଥି ତାହାର ଅଧିପତି- ଗଣର ଅସ୍ଥି, ଯାଜକଗଣର ଅସ୍ଥି, ଭବିଷ୍ୟଦ୍-ବକ୍ତାଗଣର ଅସ୍ଥି ଯିରୂଶାଲମ ନିବାସୀଗଣର ଅସ୍ଥି ସେମାନଙ୍କ କବରରୁ ବାହାର କରିବେ
2. ଆଉ, ସେମାନେ ସୂର୍ଯ୍ୟ ଚନ୍ଦ୍ର ଆକାଶର ଯେଉଁ ସୈନ୍ୟସମୂହକୁ ଭଲ ପାଇଅଛନ୍ତି ଯେଉଁମାନଙ୍କର ସେବା କରିଅଛନ୍ତି ଯେଉଁମାନଙ୍କର ପଶ୍ଚାଦ୍ଗାମୀ ହୋଇଅଛନ୍ତି ଯେଉଁମାନଙ୍କର ଅନ୍ଵେଷଣ କରିଅଛନ୍ତି ଯେଉଁମାନଙ୍କୁ ପ୍ରଣାମ କରିଅଛନ୍ତି, ସେମାନଙ୍କ ଆଗରେ ତାହାସବୁ ଛିନ୍ନଭିନ୍ନ କରି ପକାଇବେ; ସେହି ଅସ୍ଥିସବୁ ଏକତ୍ରୀକୃତ କିଅବା କବରରେ ପୋତା ନୋହିବ; ସେସବୁ ଭୂମିରେ ଖତ ତୁଲ୍ୟ ହେବ
3. ପୁଣି, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଏହି ଦୁଷ୍ଟ ବଂଶକୁ ଆମ୍ଭେ ଯେଉଁ ଯେଉଁ ସ୍ଥାନକୁ ତଡ଼ି ଦେଇଅଛୁ, ସେସବୁ ସ୍ଥାନରେ ସେମାନଙ୍କର ଅବଶିଷ୍ଟ ଥିବା ସମସ୍ତଙ୍କ ପ୍ରତି ଜୀବନ ଅପେକ୍ଷା ବରଞ୍ଚ ମୃତ୍ୟୁ ବାଞ୍ଛନୀୟ ହେବ
4. ଆହୁରି, ତୁମ୍ଭେ ସେମାନଙ୍କୁ କହିବ, ସଦାପ୍ରଭୁ ଏହି କଥା କହନ୍ତି, ମନୁଷ୍ୟ ପଡ଼ିଲେ, କʼଣ ଆଉ ଉଠେ ନାହିଁ? ବିପଥରେ ଗଲେ, କʼଣ ଆଉ ଫେରେ ନାହିଁ?
5. ତେବେ ଯିରୂଶାଲମସ୍ଥ ଏହି ଲୋକମାନେ ଚିରକାଳ ବିପଥଗମନରେ କାହିଁକି ବିପଥଗାମୀ ହୋଇଅଛନ୍ତି? ସେମାନେ ପ୍ରବଞ୍ଚନା ଦୃଢ଼ ରୂପେ ଧରନ୍ତି, ସେମାନେ ଫେରିବାକୁ ଅସମ୍ମତ
6. ଆମ୍ଭେ ମନୋଯୋଗ କରି ଶୁଣିଲୁ, ମାତ୍ର ସେମାନେ ଯଥାର୍ଥ କଥା କହିଲେ ନାହିଁ; ହାୟ ହାୟ, ମୁଁ କʼଣ କରିଅଛିଣ! ଏହା କହି କେହି ଆପଣା ଦୁଷ୍ଟତା ସକାଶେ ଅନୁତାପ କରେ ନାହିଁ; ଯେପରି ଊର୍ଦ୍ଧ୍ଵଶ୍ଵାସରେ ଅଶ୍ଵ ଯୁଦ୍ଧରେ ଦୌଡ଼େ, ସେପରି ପ୍ରତ୍ୟେକ ଲୋକ ଆପଣା ଆପଣା ପଥରେ ଦୌଡ଼େ
7. ହଁ, ଆକାଶଗାମିନୀ ଚରଳ ଆପଣାର ନିରୂପିତ ସମୟ ଜାଣେ; ଆଉ, ଘୁଘୁ ତାଳଚୋଞ୍ଚ ସାରସ ଆପଣା ଆପଣାର ଆସିବାର କାଳ ରକ୍ଷା କରନ୍ତି; ମାତ୍ର ଆମ୍ଭର ଲୋକମାନେ ସଦାପ୍ରଭୁଙ୍କର ନିୟମ ଜାଣନ୍ତି ନାହିଁ
8. ଆମ୍ଭେମାନେ ଜ୍ଞାନୀ ସଦାପ୍ରଭୁଙ୍କର ବ୍ୟବସ୍ଥା ଆମ୍ଭମାନଙ୍କଠାରେ ଅଛି, ଏହି କଥା ତୁମ୍ଭେମାନେ କିପରି କହୁଅଛ? ମାତ୍ର, ଦେଖ, ଅଧ୍ୟାପକମାନଙ୍କର ମିଥ୍ୟା ଲେଖନୀ ମିଥ୍ୟା ଗଢ଼ିଅଛି
9. ଜ୍ଞାନୀମାନେ ଲଜ୍ଜିତ ହୋଇଅଛନ୍ତି, ସେମାନେ ଘାବରା ଧରା ହୋଇଅଛନ୍ତି; ଦେଖ, ସେମାନେ ସଦାପ୍ରଭୁଙ୍କର ବାକ୍ୟ ଅଗ୍ରାହ୍ୟ କରିଅଛନ୍ତି; ଆଉ, ସେମାନଙ୍କର ଜ୍ଞାନ କିପ୍ରକାର?
10. ଏହେତୁ ଆମ୍ଭେ ଅନ୍ୟମାନଙ୍କୁ ସେମାନଙ୍କର ଭାର୍ଯ୍ୟାଗଣ ଅନ୍ୟ ଅନ୍ୟ ଅଧିକାରୀଙ୍କୁ ସେମାନଙ୍କର କ୍ଷେତ୍ରସବୁ ଦେବା; କାରଣ ସେମାନଙ୍କର କ୍ଷୁଦ୍ରଠାରୁ ଅତ୍ୟ; ମହାନ ଲୋକ ପର୍ଯ୍ୟନ୍ତ ପ୍ରତ୍ୟେକେ ହିଁ ଲୋଭାସକ୍ତ, ଭବିଷ୍ୟଦ୍ବକ୍ତାଠାରୁ ଯାଜକ ପର୍ଯ୍ୟନ୍ତ ପ୍ରତ୍ୟେକେ ହିଁ ମିଥ୍ୟାଚରଣ କରନ୍ତି
11. ପୁଣି, ଶାନ୍ତି ଥିଲେ ହେଁ ସେମାନେ ଶାନ୍ତି, ଶାନ୍ତି ବୋଲି କହି ଆମ୍ଭ ଲୋକମାନଙ୍କ କନ୍ୟାର କ୍ଷତ ଉପରେ ଉପରେ ସୁସ୍ଥ କରନ୍ତି
12. ସେମାନେ ଘୃଣାଯୋଗ୍ୟ କାର୍ଯ୍ୟ କରିଅଛନ୍ତି ବୋଲି କʼଣ ଲଜ୍ଜିତ ହେଲେ? ନା, ସେମାନେ କିଛି ହିଁ ଲଜ୍ଜିତ ହେଲେ ନାହିଁ, କିଅବା ମୁଖ ବିବର୍ଣ୍ଣ କଲେ ନାହିଁ; ଏହେତୁ ସେମାନେ ପତିତ ଲୋକମାନଙ୍କ ମଧ୍ୟରେ ପତିତ ହେବେ; ସଦାପ୍ରଭୁ କହନ୍ତି, ସେମାନଙ୍କ ପ୍ରତିଫଳ-ପ୍ରାପ୍ତିର ସମୟରେ ସେମାନେ ନିପାତିତ ହେବେ
13. ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ସଂହାର କରିବା; ଦ୍ରାକ୍ଷାଲତାରେ ଦ୍ରାକ୍ଷାଫଳ, କିଅବା ଡିମିରି ବୃକ୍ଷରେ ଡିମିରି ଫଳ ରହିବ ନାହିଁ ପତ୍ର ମ୍ଳାନ ହେବ; ଆଉ, ଆମ୍ଭେ ସେମାନଙ୍କୁ ଯାହା ଦେଇଅଛୁ, ସେସବୁ ସେମାନଙ୍କଠାରୁ ଛାଡ଼ିଯିବ
14. ଆମ୍ଭେମାନେ କାହିଁକି ତୁନି ହୋଇ ବସୁଅଛୁ? ଏକତ୍ରିତ ହୁଅ, ଆସ, ଆମ୍ଭେମାନେ ପ୍ରାଚୀରବେଷ୍ଟିତ ନଗରମାନରେ ପ୍ରବେଶ କରୁ ସେଠାରେ ନୀରବ ହେଉ; କାରଣ ଆମ୍ଭେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛୁ ବୋଲି ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ଵର ଆମ୍ଭମାନଙ୍କୁ ନୀରବ କରିଅଛନ୍ତି ବିଷ-ବୃକ୍ଷର ରସ ପାନ କରିବାକୁ ଦେଇଅଛନ୍ତି
15. ଆମ୍ଭେମାନେ ଶାନ୍ତିର ଅପେକ୍ଷା କଲୁ, ମାତ୍ର କିଛି ମଙ୍ଗଳ ନୋହିଲା; ଆରୋଗ୍ୟ ସମୟର ଅପେକ୍ଷା କଲୁ, ଆଉ ଦେଖ, ଆଶଙ୍କା ଉପସ୍ଥିତ!
16. ଦାନ୍ ନଗରଠାରୁ ତାହାର ଅଶ୍ଵଗଣର ନାସା ଶଦ୍ଦ ଶୁଣା ଯାଉଅଛି; ତାହାର ବଳିଷ୍ଠ ଅଶ୍ଵଗଣର ହିଁ ହିଁ ଶଦ୍ଦରେ ସମୁଦାୟ ଦେଶ କମ୍ପୁଅଛି; କାରଣ ସେମାନେ ଆସିଅଛନ୍ତି, ଆଉ ଦେଶ ତନ୍ମଧ୍ୟସ୍ଥିତ ସକଳ ନଗର ତନ୍ନିବାସୀଗଣକୁ ଗ୍ରାସ କରିଅଛନ୍ତି;
17. ଦେଖ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟକୁ ସର୍ପ, କାଳସର୍ପମାନଙ୍କୁ ପଠାଇବା, ସେମାନେ ତୁମ୍ଭମାନଙ୍କୁ ଦଂଶନ କରିବେ, ଏହା ସଦାପ୍ରଭୁ କହନ୍ତି
18. ଆହା, ମୁଁ ଯେବେ ଦୁଃଖ ପ୍ରତିକୂଳରେ ଆପଣାକୁ ସାନ୍ତ୍ଵନା କରି ପାରନ୍ତି! ମୋର ମଧ୍ୟରେ ମୋʼ ହୃଦୟ ମୂର୍ଚ୍ଛିତ
19. ଦେଖ, ଅତି ଦୂର ଦେଶରୁ ମୋʼ ଲୋକଙ୍କ କନ୍ୟାର ଆର୍ତ୍ତନାଦ; ସଦାପ୍ରଭୁ କʼଣ ସିୟୋନରେ ନାହାନ୍ତି? ତହିଁର ରାଜା କʼଣ ତହିଁ ମଧ୍ୟରେ ନାହାନ୍ତି? ସେମାନେ ଆପଣାମାନଙ୍କର ଖୋଦିତ ପ୍ରତିମା ବିଦେଶୀୟ ଅସାର ବସ୍ତୁସମୂହ ଦ୍ଵାରା କାହିଁକି ଆମ୍ଭଙ୍କୁ ବିରକ୍ତ କରିଅଛନ୍ତି?
20. ଶସ୍ୟ-ସଂଗ୍ରହର ସମୟ ଗତ ହେଲା, ଗ୍ରୀଷ୍ମକାଳ ଶେଷ ହେଲା, ମାତ୍ର ଆମ୍ଭମାନଙ୍କର ପରିତ୍ରାଣ ହୋଇ ନାହିଁ
21. ମୁଁ ଆପଣା ଲୋକମାନଙ୍କ କନ୍ୟାର ଦୁଃଖ ସକାଶୁ ଦୁଃଖିତ; ମୁଁ ମଳିନ; ବିସ୍ମୟତା ମୋତେ ଆକ୍ରା; କରିଅଛି
22. ଗିଲୀୟଦରେ କʼଣ ଔଷଧ ନାହିଁ? ସେଠାରେ କʼଣ ବୈଦ୍ୟ ନାହାନ୍ତି? ତେବେ ମୋʼ ଲୋକମାନଙ୍କ କନ୍ୟା କାହିଁକି ପୁନଃ ସ୍ଵାସ୍ଥ୍ୟଲାଭ କରୁ ନାହିଁ?
Total 52 Chapters, Current Chapter 8 of Total Chapters 52
×

Alert

×

oriya Letters Keypad References