ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଆୟୁବ ପୁସ୍ତକ
1. ଊଷ ଦେଶରେ ଆୟୁବ ନାମକ ଏକ ବ୍ୟକ୍ତି ଥିଲା; ଆଉ, ସେହି ମନୁଷ୍ୟ ସିଦ୍ଧ ଓ ସରଳ ଓ ପରମେଶ୍ଵର-ଭୟକାରୀ ଓ କୁକ୍ରିୟାତ୍ୟାଗୀ ଥିଲା ।
2. ପୁଣି, ତାହାର ସାତ ପୁତ୍ର ଓ ତିନି କନ୍ୟା ଜନ୍ମିଥିଲେ ।
3. ମଧ୍ୟ ତାହାର ସମ୍ପତ୍ତି ସାତ ହଜାର ମେଷ ଓ ତିନି ହଜାର ଉଷ୍ଟ୍ର ଓ ପାଞ୍ଚ ଶହ ହଳ ବଳଦ ଓ ପାଞ୍ଚ ଶହ ଗର୍ଦ୍ଦଭୀ ଓ ଅତି ବଡ଼ ପରିବାର ଥିଲା; ତେଣୁ ସେ ପୂର୍ବଦେଶୀୟ ସମସ୍ତ ଲୋକଙ୍କ ଅପେକ୍ଷା ମହାନ ହୋଇଥିଲା ।
4. ଆଉ, ତାହାର ପୁତ୍ରମାନେ ଯାଇ ପ୍ରତ୍ୟେକେ ଆପଣା ଆପଣା ଦିନରେ ଆପଣା ଆପଣା ଗୃହରେ ଭୋଜ କଲେ; ପୁଣି, ସେମାନେ ଲୋକ ପଠାଇ ଆପଣାମାନଙ୍କ ସଙ୍ଗେ ଭୋଜନପାନ କରିବା ପାଇଁ ଆପଣାମାନଙ୍କ ତିନି ଭଗିନୀଙ୍କି ନିମନ୍ତ୍ରଣ କଲେ ।
5. ପୁଣି, ପାଳିକ୍ରମେ ସେମାନଙ୍କ ଭୋଜର ଦିନ ଗତ ହୁଅନ୍ତେ, ଆୟୁବ ସେମାନଙ୍କୁ ଡକାଇ ପବିତ୍ର କଲା ଓ ଅତି ପ୍ରଭାତରେ ଉଠି ସେସମସ୍ତଙ୍କ ସଂଖ୍ୟାନୁସାରେ ହୋମବଳି ଉତ୍ସର୍ଗ କଲା; କାରଣ ଆୟୁବ କହିଲା, ହୋଇପାରେ, ଆମ୍ଭର ପୁତ୍ରମାନେ ପାପ କରିଥିବେ ଓ ମନେ ମନେ ପରମେଶ୍ଵରଙ୍କୁ ପରିତ୍ୟାଗ କରିଥିବେ । ଏହିରୂପେ ଆୟୁବ ସର୍ବଦା କଲା ।
6. ଦିନକରେ ପରମେଶ୍ଵରଙ୍କ ସନ୍ତାନଗଣ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ ହେବାକୁ ଆସନ୍ତେ, ଶୟତାନ ହିଁ ସେମାନଙ୍କ ମଧ୍ୟରେ ଉପସ୍ଥିତ ହେଲା ।
7. ଏଥିରେ ସଦାପ୍ରଭୁ ଶୟତାନକୁ କହିଲେ, ତୁମ୍ଭେ କେଉଁଠାରୁ ଆସିଲ? ତହିଁରେ ଶୟତାନ ସଦାପ୍ରଭୁଙ୍କୁ ଉତ୍ତର କରି କହିଲା, ପୃଥିବୀରେ ଏଣେତେଣେ ଭ୍ରମଣ ଓ ତହିଁ ମଧ୍ୟରେ ଗମନାଗମନ କରି କରି ଆସିଲି ।
8. ତହୁଁ ସଦାପ୍ରଭୁ ଶୟତାନକୁ କହିଲେ, ତୁମ୍ଭେ କି ଆମ୍ଭ ଦାସ ଆୟୁବ ପ୍ରତି ମନ ଦେଇଅଛ? କାରଣ ତାହାର ସମାନ ସିଦ୍ଧ ଓ ସରଳ, ପରମେଶ୍ଵର-ଭୟକାରୀ ଓ କୁକ୍ରିୟାତ୍ୟାଗୀ ଲୋକ ପୃଥିବୀରେ କେହି ନାହିଁ?
9. ତେବେ ଶୟତାନ ସଦାପ୍ରଭୁଙ୍କୁ ଉତ୍ତର କରି କହିଲା, ଆୟୁବ କʼଣ ଅକାରଣରେ ପରମେଶ୍ଵରଙ୍କୁ ଭୟ କରୁଅଛି?
10. ତୁମ୍ଭେ କʼଣ ତାହାର ଚତୁର୍ଦ୍ଦିଗରେ, ପୁଣି ତାହାର ଗୃହର ଓ ତାହାର ସର୍ବସ୍ଵର ଚତୁର୍ଦ୍ଦିଗରେ ବାଡ଼ ଦେଇ ନାହଁ? ତୁମ୍ଭେ ତାହାର ହସ୍ତକୃତ କାର୍ଯ୍ୟରେ ଆଶୀର୍ବାଦ ଦେଇଅଛ ଓ ଦେଶରେ ତାହାର ସମ୍ପତ୍ତି ବୃଦ୍ଧି ପାଇଅଛି ।
11. ମାତ୍ର ଏବେ ଆପଣା ହସ୍ତ ବିସ୍ତାର କରି ତାହାର ସର୍ବସ୍ଵ ସ୍ପର୍ଶ କର, ତହିଁରେ ସେ ତୁମ୍ଭକୁ ତୁମ୍ଭ ମୁଖ ଆଗରେ ପରିତ୍ୟାଗ କରିବ ।
12. ତହୁଁ ସଦାପ୍ରଭୁ ଶୟତାନକୁ କହିଲେ, ଦେଖ, ତାହାର ସର୍ବସ୍ଵରେ ତୁମ୍ଭର କ୍ଷମତା ଅଛି; କେବଳ ତାହାରି ଉପରେ ତୁମ୍ଭେ ହସ୍ତ ନ ଦିଅ । ତହିଁରେ ଶୟତାନ ସଦାପ୍ରଭୁଙ୍କ ସାକ୍ଷାତରୁ ବାହାରି ଗଲା ।
13. ଅନନ୍ତର ଦିନକରେ ତାହାର ପୁତ୍ର ଓ କନ୍ୟାଗଣ ଆପଣାମାନଙ୍କ ଜ୍ୟେଷ୍ଠ ଭ୍ରାତାର ଗୃହରେ ଭୋଜନ ଓ ଦ୍ରାକ୍ଷାରସ ପାନ କରୁଥିଲେ,
14. ଏପରି ସମୟରେ ଆୟୁବ ନିକଟକୁ ଏକ ଦୂତ ଆସି କହିଲା, ବଳଦମାନେ ହଳ ବୁଲାଉଥିଲେ ଓ ସେମାନଙ୍କ ନିକଟରେ ଗର୍ଦ୍ଦଭୀମାନେ ଚରୁଥିଲେ;
15. ଏଥି ମଧ୍ୟରେ ଶିବାୟୀୟମାନେ ଆକ୍ରମଣ କରି ସେମାନଙ୍କୁ ନେଇଗଲେ; ଆହୁରି, ସେମାନେ ଖଡ଼୍‍ଗଧାରରେ ଦାସମାନଙ୍କୁ ବଧ କଲେ; ପୁଣି, ଆପଣଙ୍କୁ ସମ୍ଵାଦ ଦେବା ପାଇଁ କେବଳ ମୁଁ ଏକା ରକ୍ଷା ପାଇଅଛି ।
16. ସେ କହିବା ବେଳେ ଆଉ ଜଣେ ମଧ୍ୟ ଆସି କହିଲା, ଆକାଶରୁ ପରମେଶ୍ଵରଙ୍କ ଅଗ୍ନି ପଡ଼ି ମେଷପଲ ଓ ଦାସମାନଙ୍କୁ ଦଗ୍ଧ କରି ଗ୍ରାସ କରିଅଛି; ପୁଣି, ଆପଣଙ୍କୁ ସମ୍ଵାଦ ଦେବା ପାଇଁ କେବଳ ମୁଁ ଏକା ରକ୍ଷା ପାଇଅଛି ।
17. ସେ କହିବା ବେଳେ ଆଉ ଜଣେ ମଧ୍ୟ ଆସି କହିଲା, କଲଦୀୟମାନେ ତିନି ଦଳ ହୋଇ ଉଷ୍ଟ୍ରପଲ ଆକ୍ରମଣ କରି ସେମାନଙ୍କୁ ନେଇଗଲେ, ଆହୁରି ଖଡ଼୍‍ଗଧାରରେ ଦାସମାନଙ୍କୁ ବଧ କଲେ; ପୁଣି ଆପଣଙ୍କୁ ସମ୍ଵାଦ ଦେବା ପାଇଁ କେବଳ ମୁଁ ଏକା ରକ୍ଷା ପାଇଅଛି ।
18. ସେ କହିବା ବେଳେ ଆଉ ଜଣେ ମଧ୍ୟ ଆସି କହିଲା, ଆପଣଙ୍କ ପୁତ୍ର ଓ କନ୍ୟାଗଣ ସେମାନଙ୍କ ଜ୍ୟେଷ୍ଠ ଭ୍ରାତାର ଗୃହରେ ଭୋଜନ ଓ ଦ୍ରାକ୍ଷାରସ ପାନ କରୁଥିଲେ;
19. ଏଥି ମଧ୍ୟରେ, ଦେଖନ୍ତୁ, ପ୍ରାନ୍ତର ଆଡ଼ୁ ପ୍ରବଳ ବାୟୁ ଆସି ଗୃହର ଚାରି କୋଣରେ ଲାଗନ୍ତେ, ତାହା ଯୁବକମାନଙ୍କ ଉପରେ ପଡ଼ିଲା, ତହିଁରେ ସେମାନେ ମଲେ; ପୁଣି, ଆପଣଙ୍କୁ ସମ୍ଵାଦ ଦେବା ପାଇଁ କେବଳ ମୁଁ ଏକା ରକ୍ଷା ପାଇଅଛି ।
20. ସେତେବେଳେ ଆୟୁବ ଉଠି ଆପଣା ବସ୍ତ୍ର ଚିରିଲା ଓ ଆପଣା ମସ୍ତକ ମୁଣ୍ତନ କଲା ଓ ଭୂମିରେ ପଡ଼ି ପ୍ରଣାମ କଲା;
21. ଆଉ, ସେ କହିଲା, ମୁଁ ମାତାର ଗର୍ଭରୁ ଉଲଙ୍ଗ ଆସିଅଛି ଓ ମୁଁ ଉଲଙ୍ଗ ହୋଇ ସେଠାକୁ ଫେରିଯିବି; ସଦାପ୍ରଭୁ ଦେଲେ ଓ ସଦାପ୍ରଭୁ ନେଇଅଛନ୍ତି; ସଦାପ୍ରଭୁଙ୍କ ନାମ ଧନ୍ୟ ହେଉ ।
22. ଏହିସବୁରେ ଆୟୁବ ପାପ କଲା ନାହିଁ, ଅବା ପରମେଶ୍ଵରଙ୍କ ଉପରେ ଅବିବେଚନାର ଦୋଷାରୋପ କଲା ନାହିଁ ।

ରେକର୍ଡଗୁଡିକ

Total 42 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 1 / 42
1 ଊଷ ଦେଶରେ ଆୟୁବ ନାମକ ଏକ ବ୍ୟକ୍ତି ଥିଲା; ଆଉ, ସେହି ମନୁଷ୍ୟ ସିଦ୍ଧ ଓ ସରଳ ଓ ପରମେଶ୍ଵର-ଭୟକାରୀ ଓ କୁକ୍ରିୟାତ୍ୟାଗୀ ଥିଲା । 2 ପୁଣି, ତାହାର ସାତ ପୁତ୍ର ଓ ତିନି କନ୍ୟା ଜନ୍ମିଥିଲେ । 3 ମଧ୍ୟ ତାହାର ସମ୍ପତ୍ତି ସାତ ହଜାର ମେଷ ଓ ତିନି ହଜାର ଉଷ୍ଟ୍ର ଓ ପାଞ୍ଚ ଶହ ହଳ ବଳଦ ଓ ପାଞ୍ଚ ଶହ ଗର୍ଦ୍ଦଭୀ ଓ ଅତି ବଡ଼ ପରିବାର ଥିଲା; ତେଣୁ ସେ ପୂର୍ବଦେଶୀୟ ସମସ୍ତ ଲୋକଙ୍କ ଅପେକ୍ଷା ମହାନ ହୋଇଥିଲା । 4 ଆଉ, ତାହାର ପୁତ୍ରମାନେ ଯାଇ ପ୍ରତ୍ୟେକେ ଆପଣା ଆପଣା ଦିନରେ ଆପଣା ଆପଣା ଗୃହରେ ଭୋଜ କଲେ; ପୁଣି, ସେମାନେ ଲୋକ ପଠାଇ ଆପଣାମାନଙ୍କ ସଙ୍ଗେ ଭୋଜନପାନ କରିବା ପାଇଁ ଆପଣାମାନଙ୍କ ତିନି ଭଗିନୀଙ୍କି ନିମନ୍ତ୍ରଣ କଲେ । 5 ପୁଣି, ପାଳିକ୍ରମେ ସେମାନଙ୍କ ଭୋଜର ଦିନ ଗତ ହୁଅନ୍ତେ, ଆୟୁବ ସେମାନଙ୍କୁ ଡକାଇ ପବିତ୍ର କଲା ଓ ଅତି ପ୍ରଭାତରେ ଉଠି ସେସମସ୍ତଙ୍କ ସଂଖ୍ୟାନୁସାରେ ହୋମବଳି ଉତ୍ସର୍ଗ କଲା; କାରଣ ଆୟୁବ କହିଲା, ହୋଇପାରେ, ଆମ୍ଭର ପୁତ୍ରମାନେ ପାପ କରିଥିବେ ଓ ମନେ ମନେ ପରମେଶ୍ଵରଙ୍କୁ ପରିତ୍ୟାଗ କରିଥିବେ । ଏହିରୂପେ ଆୟୁବ ସର୍ବଦା କଲା । 6 ଦିନକରେ ପରମେଶ୍ଵରଙ୍କ ସନ୍ତାନଗଣ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ ହେବାକୁ ଆସନ୍ତେ, ଶୟତାନ ହିଁ ସେମାନଙ୍କ ମଧ୍ୟରେ ଉପସ୍ଥିତ ହେଲା । 7 ଏଥିରେ ସଦାପ୍ରଭୁ ଶୟତାନକୁ କହିଲେ, ତୁମ୍ଭେ କେଉଁଠାରୁ ଆସିଲ? ତହିଁରେ ଶୟତାନ ସଦାପ୍ରଭୁଙ୍କୁ ଉତ୍ତର କରି କହିଲା, ପୃଥିବୀରେ ଏଣେତେଣେ ଭ୍ରମଣ ଓ ତହିଁ ମଧ୍ୟରେ ଗମନାଗମନ କରି କରି ଆସିଲି । 8 ତହୁଁ ସଦାପ୍ରଭୁ ଶୟତାନକୁ କହିଲେ, ତୁମ୍ଭେ କି ଆମ୍ଭ ଦାସ ଆୟୁବ ପ୍ରତି ମନ ଦେଇଅଛ? କାରଣ ତାହାର ସମାନ ସିଦ୍ଧ ଓ ସରଳ, ପରମେଶ୍ଵର-ଭୟକାରୀ ଓ କୁକ୍ରିୟାତ୍ୟାଗୀ ଲୋକ ପୃଥିବୀରେ କେହି ନାହିଁ? 9 ତେବେ ଶୟତାନ ସଦାପ୍ରଭୁଙ୍କୁ ଉତ୍ତର କରି କହିଲା, ଆୟୁବ କʼଣ ଅକାରଣରେ ପରମେଶ୍ଵରଙ୍କୁ ଭୟ କରୁଅଛି? 10 ତୁମ୍ଭେ କʼଣ ତାହାର ଚତୁର୍ଦ୍ଦିଗରେ, ପୁଣି ତାହାର ଗୃହର ଓ ତାହାର ସର୍ବସ୍ଵର ଚତୁର୍ଦ୍ଦିଗରେ ବାଡ଼ ଦେଇ ନାହଁ? ତୁମ୍ଭେ ତାହାର ହସ୍ତକୃତ କାର୍ଯ୍ୟରେ ଆଶୀର୍ବାଦ ଦେଇଅଛ ଓ ଦେଶରେ ତାହାର ସମ୍ପତ୍ତି ବୃଦ୍ଧି ପାଇଅଛି । 11 ମାତ୍ର ଏବେ ଆପଣା ହସ୍ତ ବିସ୍ତାର କରି ତାହାର ସର୍ବସ୍ଵ ସ୍ପର୍ଶ କର, ତହିଁରେ ସେ ତୁମ୍ଭକୁ ତୁମ୍ଭ ମୁଖ ଆଗରେ ପରିତ୍ୟାଗ କରିବ । 12 ତହୁଁ ସଦାପ୍ରଭୁ ଶୟତାନକୁ କହିଲେ, ଦେଖ, ତାହାର ସର୍ବସ୍ଵରେ ତୁମ୍ଭର କ୍ଷମତା ଅଛି; କେବଳ ତାହାରି ଉପରେ ତୁମ୍ଭେ ହସ୍ତ ନ ଦିଅ । ତହିଁରେ ଶୟତାନ ସଦାପ୍ରଭୁଙ୍କ ସାକ୍ଷାତରୁ ବାହାରି ଗଲା । 13 ଅନନ୍ତର ଦିନକରେ ତାହାର ପୁତ୍ର ଓ କନ୍ୟାଗଣ ଆପଣାମାନଙ୍କ ଜ୍ୟେଷ୍ଠ ଭ୍ରାତାର ଗୃହରେ ଭୋଜନ ଓ ଦ୍ରାକ୍ଷାରସ ପାନ କରୁଥିଲେ, 14 ଏପରି ସମୟରେ ଆୟୁବ ନିକଟକୁ ଏକ ଦୂତ ଆସି କହିଲା, ବଳଦମାନେ ହଳ ବୁଲାଉଥିଲେ ଓ ସେମାନଙ୍କ ନିକଟରେ ଗର୍ଦ୍ଦଭୀମାନେ ଚରୁଥିଲେ; 15 ଏଥି ମଧ୍ୟରେ ଶିବାୟୀୟମାନେ ଆକ୍ରମଣ କରି ସେମାନଙ୍କୁ ନେଇଗଲେ; ଆହୁରି, ସେମାନେ ଖଡ଼୍‍ଗଧାରରେ ଦାସମାନଙ୍କୁ ବଧ କଲେ; ପୁଣି, ଆପଣଙ୍କୁ ସମ୍ଵାଦ ଦେବା ପାଇଁ କେବଳ ମୁଁ ଏକା ରକ୍ଷା ପାଇଅଛି । 16 ସେ କହିବା ବେଳେ ଆଉ ଜଣେ ମଧ୍ୟ ଆସି କହିଲା, ଆକାଶରୁ ପରମେଶ୍ଵରଙ୍କ ଅଗ୍ନି ପଡ଼ି ମେଷପଲ ଓ ଦାସମାନଙ୍କୁ ଦଗ୍ଧ କରି ଗ୍ରାସ କରିଅଛି; ପୁଣି, ଆପଣଙ୍କୁ ସମ୍ଵାଦ ଦେବା ପାଇଁ କେବଳ ମୁଁ ଏକା ରକ୍ଷା ପାଇଅଛି । 17 ସେ କହିବା ବେଳେ ଆଉ ଜଣେ ମଧ୍ୟ ଆସି କହିଲା, କଲଦୀୟମାନେ ତିନି ଦଳ ହୋଇ ଉଷ୍ଟ୍ରପଲ ଆକ୍ରମଣ କରି ସେମାନଙ୍କୁ ନେଇଗଲେ, ଆହୁରି ଖଡ଼୍‍ଗଧାରରେ ଦାସମାନଙ୍କୁ ବଧ କଲେ; ପୁଣି ଆପଣଙ୍କୁ ସମ୍ଵାଦ ଦେବା ପାଇଁ କେବଳ ମୁଁ ଏକା ରକ୍ଷା ପାଇଅଛି । 18 ସେ କହିବା ବେଳେ ଆଉ ଜଣେ ମଧ୍ୟ ଆସି କହିଲା, ଆପଣଙ୍କ ପୁତ୍ର ଓ କନ୍ୟାଗଣ ସେମାନଙ୍କ ଜ୍ୟେଷ୍ଠ ଭ୍ରାତାର ଗୃହରେ ଭୋଜନ ଓ ଦ୍ରାକ୍ଷାରସ ପାନ କରୁଥିଲେ; 19 ଏଥି ମଧ୍ୟରେ, ଦେଖନ୍ତୁ, ପ୍ରାନ୍ତର ଆଡ଼ୁ ପ୍ରବଳ ବାୟୁ ଆସି ଗୃହର ଚାରି କୋଣରେ ଲାଗନ୍ତେ, ତାହା ଯୁବକମାନଙ୍କ ଉପରେ ପଡ଼ିଲା, ତହିଁରେ ସେମାନେ ମଲେ; ପୁଣି, ଆପଣଙ୍କୁ ସମ୍ଵାଦ ଦେବା ପାଇଁ କେବଳ ମୁଁ ଏକା ରକ୍ଷା ପାଇଅଛି । 20 ସେତେବେଳେ ଆୟୁବ ଉଠି ଆପଣା ବସ୍ତ୍ର ଚିରିଲା ଓ ଆପଣା ମସ୍ତକ ମୁଣ୍ତନ କଲା ଓ ଭୂମିରେ ପଡ଼ି ପ୍ରଣାମ କଲା; 21 ଆଉ, ସେ କହିଲା, ମୁଁ ମାତାର ଗର୍ଭରୁ ଉଲଙ୍ଗ ଆସିଅଛି ଓ ମୁଁ ଉଲଙ୍ଗ ହୋଇ ସେଠାକୁ ଫେରିଯିବି; ସଦାପ୍ରଭୁ ଦେଲେ ଓ ସଦାପ୍ରଭୁ ନେଇଅଛନ୍ତି; ସଦାପ୍ରଭୁଙ୍କ ନାମ ଧନ୍ୟ ହେଉ । 22 ଏହିସବୁରେ ଆୟୁବ ପାପ କଲା ନାହିଁ, ଅବା ପରମେଶ୍ଵରଙ୍କ ଉପରେ ଅବିବେଚନାର ଦୋଷାରୋପ କଲା ନାହିଁ ।
Total 42 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 1 / 42
×

Alert

×

Oriya Letters Keypad References