4. ଯାହା ଯଥାର୍ଥ, ତାହା ଆମ୍ଭେମାନେ ଆପଣାମାନଙ୍କ ପାଇଁ ମନୋନୀତ କରୁ; ଯାହା ଭଲ, ତାହା ଆମ୍ଭେମାନେ ଆପଣାମାନଙ୍କ ମଧ୍ୟରେ ନିଶ୍ଚୟ କରୁ ।
|
10. ହେ ବୁଦ୍ଧିମାନ ଲୋକେ, ମୋʼ କଥା ଶୁଣ; ପରମେଶ୍ଵର ଯେ ଦୁଷ୍କର୍ମ କରିବେ, ଏହା ତାହାଙ୍କଠାରୁ ଦୂରେ ଥାଉ ଓ ସର୍ବଶକ୍ତିମାନ ଯେ ଅଧର୍ମ କରିବେ, ଏହା ତାହାଙ୍କଠାରୁ ଦୂରେ ଥାଉ ।
|
19. ତେବେ ଯେ ଅଧିପତିମାନଙ୍କର ମୁଖାପେକ୍ଷା କରନ୍ତି ନାହିଁ, ଅବା ସମସ୍ତେ ତାହାଙ୍କର ହସ୍ତକୃତ କର୍ମ ହେବାରୁ ଦରିଦ୍ର ଅପେକ୍ଷା ଧନୀକି ବିଶେଷ ଜ୍ଞାନ କରନ୍ତି ନାହିଁ, ତାହାଙ୍କୁ ଏପରି କହିବା କେତେ ଅଧିକ ଅନୁପଯୁକ୍ତ?
|
20. ସେମାନେ ମୁହୂର୍ତ୍ତକେ, ଅର୍ଦ୍ଧରାତ୍ରରେ ହିଁ ମରନ୍ତି; ଲୋକମାନେ କମ୍ପିତ ହୋଇ ପ୍ରାଣତ୍ୟାଗ କରନ୍ତି ଓ ବିକ୍ରମୀମାନେ ବିନା ହସ୍ତକ୍ଷେପରେ ଦୂରୀକୃତ ହୁଅନ୍ତି ।
|
23. କାରଣ ମନୁଷ୍ୟର ପରମେଶ୍ଵରଙ୍କ ସାକ୍ଷାତରେ ବିଚାରାର୍ଥେ ଯିବାକୁ ହେବ ବୋଲି ତାହା ବିଷୟ ଦୀର୍ଘ ବିବେଚନା କରିବାର ତାହାଙ୍କର ଆବଶ୍ୟକ ନାହିଁ ।
|
24. ସେ ଅନୁଦ୍ଦେଶ୍ୟ ଉପାୟରେ ପରାକ୍ରା; ଲୋକ-ମାନଙ୍କୁ ଖଣ୍ତ ଖଣ୍ତ କରନ୍ତି ଓ ସେମାନଙ୍କ ସ୍ଥାନରେ ଅନ୍ୟମାନଙ୍କୁ ସ୍ଥାପନ କରନ୍ତି ।
|
25. ଏହେତୁ ସେ ସେମାନଙ୍କ କର୍ମର ତତ୍ତ୍ଵ ନିଅନ୍ତି; ପୁଣି, ସେ ରାତ୍ରିରେ ସେମାନଙ୍କୁ ଓଲଟାଇ ପକାନ୍ତି, ତହିଁରେ ସେମାନେ ବିନଷ୍ଟ ହୁଅନ୍ତି ।
|
29. ସେ ଶାନ୍ତି ଦେଲେ, କିଏ ଦୋଷ ଦେଇପାରେ? ଓ ସେ ଆପଣା ମୁଖ ଆଚ୍ଛାଦନ କଲେ, କିଏ ତାହାଙ୍କୁ ଦେଖିପାରେ? ଏହା କୌଣସି ଗୋଷ୍ଠୀ ଅବା କୌଣସି ବ୍ୟକ୍ତି ପ୍ରତି କରାଗଲେ, ଏକ ସମାନ ଥାଏ;
|
33. ତାହାଙ୍କ ଦତ୍ତ ପ୍ରତିଫଳ କି ତୁମ୍ଭ ଇଚ୍ଛାମତ ହେବ ଯେ, ତୁମ୍ଭେ ତାହା ଅଗ୍ରାହ୍ୟ କରୁଅଛ? କାରଣ ମନୋନୀତ କରିବାର ତୁମ୍ଭର କର୍ମ, ମୋହର ନୁହେଁ; ଏଥିପାଇଁ ଯାହା ତୁମ୍ଭେ ଜାଣ, ତାହା କୁହ ।
|
37. ଯେଣୁ ସେ ଆପଣା ପାପରେ ବିଦ୍ରୋହଭାବ ଯୋଗ କରୁଅଛି, ସେ ଆମ୍ଭମାନଙ୍କ ମଧ୍ୟରେ ହାତତାଳି ଦେଉଅଛି ଓ ପରମେଶ୍ଵରଙ୍କ ପ୍ରତିକୂଳରେ ଅନେକ କଥା କହୁଅଛି ।
|