2. ତହୁଁ ମୁଁ ଆପଣା ଭ୍ରାତା ହନାନିକି ଓ ଦୁର୍ଗର ଶାସନକର୍ତ୍ତା ହନାନୀୟକୁ ଯିରୂଶାଲମ ଉପରେ ନିଯୁକ୍ତ କଲି; କାରଣ ହନାନୀୟ ବିଶ୍ଵସ୍ତ ଲୋକ ଥିଲା ଓ ସେ ଅନେକଙ୍କ ଅପେକ୍ଷା ପରମେଶ୍ଵରଙ୍କୁ ଭୟ କଲା ।
|
3. ଆଉ, ମୁଁ ସେମାନଙ୍କୁ କହିଲି, ସୂର୍ଯ୍ୟ ପ୍ରଚଣ୍ତ ନୋହିବା ପର୍ଯ୍ୟନ୍ତ ଯିରୂଶାଲମର ଦ୍ଵାରସବୁ ଫିଟା ନ ଯାଉ; ଲୋକମାନେ ପ୍ରହରୀକର୍ମରେ ଠିଆ ହେବା ବେଳେ ଦ୍ଵାରସବୁ ବନ୍ଦ କରନ୍ତୁ, ଆଉ ତୁମ୍ଭେମାନେ ତହିଁରେ ଅର୍ଗଳ ଦିଅ; ପୁଣି, ତୁମ୍ଭେମାନେ ଯିରୂଶାଲମ-ନିବାସୀମାନଙ୍କୁ ପ୍ରହରୀ କରି ନିଯୁକ୍ତ କର, ସେମାନେ ପ୍ରତ୍ୟେକେ ଆପଣା ଆପଣା ପହରାରେ ଓ ପ୍ରତ୍ୟେକେ ଆପଣା ଆପଣା ଗୃହ ସମ୍ମୁଖରେ ରହନ୍ତୁ ।
|
5. ଏଉତ୍ତାରେ ବଂଶାବଳୀକ୍ରମେ ଗଣିତ ହେବା ପାଇଁ କୁଳୀନମାନଙ୍କୁ ଓ ଅଧ୍ୟକ୍ଷମାନଙ୍କୁ ଓ ଲୋକମାନଙ୍କୁ ଏକତ୍ର କରିବାକୁ ମୋହର ପରମେଶ୍ଵର ମୋʼ ମନରେ ପ୍ରବୃତ୍ତି ଦେଲେ । ଆଉ, ଯେଉଁମାନେ ପ୍ରଥମେ ଆସିଥିଲେ, ମୁଁ ସେମାନଙ୍କର ବଂଶାବଳୀ-ପୁସ୍ତକ ପାଇଲି, ତହିଁରେ ଏହା ଲେଖା ଥିବାର ଦେଖିଲି, ଯଥା,
|
6. ଯେଉଁମାନେ ବନ୍ଦୀ ରୂପେ ନୀତ ହୋଇଥିଲେ, ସେମାନଙ୍କ ମଧ୍ୟରୁ ପ୍ରଦେଶୀୟ ଏହି ସନ୍ତାନଗଣ ପ୍ରତ୍ୟେକେ ଯିରୂଶାଲମ ଓ ଯିହୁଦାସ୍ଥିତ ଆପଣା ଆପଣା ନଗରକୁ ଫେରି ଆସିଲେ, ବାବିଲର ରାଜା ନବୁଖଦ୍ନିତ୍ସର ଏମାନଙ୍କୁ ନେଇଯାଇଥିଲା;
|
7. ଏମାନେ ସରୁବ୍ବାବିଲ, ଯେଶୂୟ, ନିହିମୀୟା, ଅସରୀୟ, ରୟମା, ନହମାନି, ମର୍ଦ୍ଦଖୟ, ବିଲଶନ୍, ମିସ୍ପର, ବିଗ୍ବୟ, ନହୂମ, ବାନା ସଙ୍ଗେ ଫେରି ଆସିଲେ । ଇସ୍ରାଏଲ ବଂଶୀୟ ପୁରୁଷଗଣର ସଂଖ୍ୟା ଏହି, ଯଥା,
|
45. ଦ୍ଵାରପାଳମାନଙ୍କ ସଂଖ୍ୟା; ଶଲ୍ଲୁମର ସନ୍ତାନ, ଆଟରର ସନ୍ତାନ, ଟଲମୋନର ସନ୍ତାନ, ଅକ୍କୂବର ସନ୍ତାନ, ହଟୀଟାର ସନ୍ତାନ, ଶୋବୟର ସନ୍ତାନ ଏକ ଶହ ଅଠତିରିଶ ଜଣ ।
|
61. ପୁଣି, ତେଲମେଲହ, ତେଲହର୍ଶା, କଋବ୍, ଅଦ୍ଦନ ଓ ଇମ୍ମେର, ଏହି ସକଳ ସ୍ଥାନରୁ ଲୋକ ଆସିଲେ; ମାତ୍ର ସେମାନେ ଇସ୍ରାଏଲୀୟ ଲୋକ ବୋଲି ଆପଣା ଆପଣା ପିତୃବଂଶ ଓ ଗୋଷ୍ଠୀର ପ୍ରମାଣ ଦର୍ଶାଇ ପାରିଲେ ନାହିଁ; ସେହି ଲୋକମାନେ ଏହି, ଯଥା,
|
63. ଯାଜକମାନଙ୍କ ମଧ୍ୟରୁ ହବାୟର ସନ୍ତାନଗଣ, ହକୋସର ସନ୍ତାନଗଣ, ବର୍ସିଲ୍ଲୟର ସନ୍ତାନଗଣ, ଏହି ବର୍ସିଲ୍ଲୟ ଗିଲୀୟଦୀୟ ବର୍ସିଲ୍ଲୟର ଏକ କନ୍ୟାକୁ ବିବାହ କରିବାରୁ ତାହାର ନାମାନୁସାରେ ଖ୍ୟାତ ହୋଇଥିଲା ।
|
64. ଏମାନେ ବଂଶାବଳୀକ୍ରମେ ଗଣିତ ଲୋକମାନଙ୍କ ମଧ୍ୟରେ ଆପଣାମାନଙ୍କ ବଂଶାବଳୀ-ପତ୍ର ଅନ୍ଵେଷଣ କଲେ, ମାତ୍ର ପାଇଲେ ନାହିଁ; ଏହେତୁ ସେମାନେ ଅଶୁଚି ଗଣିତ ହୋଇ ଯାଜକ ପଦଚ୍ୟୁତ ହେଲେ ।
|
65. ପୁଣି, ଶାସନକର୍ତ୍ତା ସେମାନଙ୍କୁ କହିଲା ଯେ, ଊରୀମ୍ ଓ ତୁମ୍ମୀମ୍ଧାରୀ ଯାଜକ ଉତ୍ପନ୍ନ ନ ହେବା ପର୍ଯ୍ୟନ୍ତ ତୁମ୍ଭେମାନେ ପବିତ୍ର ବସ୍ତୁ ଭୋଜନ କରିବ ନାହିଁ ।
|
67. ଏହା ଛଡ଼ା ସେମାନଙ୍କର ଦାସଦାସୀ ସାତ ହଜାର ତିନି ଶହ ସଇଁତିରିଶ ଜଣ ଥିଲେ; ଆହୁରି, ସେମାନଙ୍କର ଦୁଇ ଶହ ପଞ୍ଚଚାଳିଶ ଜଣ ଗାୟକ ଗାୟିକା ଥିଲେ ।
|
70. ପୁଣି, ପିତୃବଂଶୀୟ ପ୍ରଧାନମାନଙ୍କ ମଧ୍ୟରୁ କେହି କେହି ସେହି କର୍ମ ନିମନ୍ତେ ଦାନ କଲେ । ଶାସନକର୍ତ୍ତା ଭଣ୍ତାରରେ ଡାରିକ୍ ନାମକ ଏକ ହଜାର ସ୍ଵର୍ଣ୍ଣମୁଦ୍ରା, ପଚାଶ କୁଣ୍ତ, ପାଞ୍ଚ ଶହ ତିରିଶ ଯାଜକୀୟ ବସ୍ତ୍ର ଦେଲା ।
|
71. ଆଉ, ପିତୃବଂଶୀୟ କେତେକ ପ୍ରଧାନ ଲୋକ କର୍ମର ଭଣ୍ତାରରେ ଡାରିକ୍ ନାମକ କୋଡ଼ିଏ ହଜାର ସ୍ଵର୍ଣ୍ଣମୁଦ୍ରା ଓ ଦୁଇ ହଜାର ଦୁଇ ଶହ ପାଉଣ୍ତ ରୂପା ଦେଲେ ।
|
72. ଅନ୍ୟ ଲୋକ ସମସ୍ତେ ଡାରିକ୍ ନାମକ କୋଡ଼ିଏ ହଜାର ସ୍ଵର୍ଣ୍ଣମୁଦ୍ରା ଓ ଦୁଇ ହଜାର ପାଉଣ୍ତ ରୂପା ଓ ସତଷଠି ଯାଜକୀୟ ବସ୍ତ୍ର ଦେଲେ ।
|
73. ଏଉତ୍ତାରେ ଯାଜକମାନେ ଓ ଲେବୀୟମାନେ ଓ ଦ୍ଵାରପାଳମାନେ ଓ ଗାୟକମାନେ, ଆଉ ଲୋକମାନଙ୍କ ମଧ୍ୟରୁ କେତେକ ଓ ନଥୀନୀୟମାନେ ଓ ସମଗ୍ର ଇସ୍ରାଏଲ ଆପଣା ଆପଣା ନଗରରେ ବାସ କଲେ । ଏଉତ୍ତାରେ ସପ୍ତମ ମାସ ଉପସ୍ଥିତ ହେଲା, ଆଉ ଇସ୍ରାଏଲ-ସନ୍ତାନଗଣ ଆପଣା ନଗରରେ ଥିଲେ ।
|