ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଗୀତସଂହିତା
1. ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର, ଯେଉଁ ଜନ ସଦାପ୍ରଭୁଙ୍କୁ ଭୟ କରେ, ଯେ ତାହାଙ୍କ ଆଜ୍ଞାସବୁରେ ଅତିଶୟ ସନ୍ତୁଷ୍ଟ ହୁଏ, ସେ ଧନ୍ୟ ।
2. ତାହାର ବଂଶ ପୃଥିବୀରେ ବିକ୍ରମଶାଳୀ ହେବେ; ସରଳ ଲୋକର ବଂଶ ଆଶୀର୍ବାଦପ୍ରାପ୍ତ ହେବେ ।
3. ତାହାର ଗୃହରେ ଧନ ସମ୍ପତ୍ତି ଥାଏ ଓ ତାହାର ଧର୍ମ ସଦାକାଳସ୍ଥାୟୀ
4. ସରଳ ଲୋକଙ୍କ ପ୍ରତି ଅନ୍ଧକାରରେ ଦୀପ୍ତି ଉଦିତ ହୁଏ; ସେ କୃପାମୟ ଓ ସ୍ନେହଶୀଳ ଓ ଧାର୍ମିକ ।
5. ଯେଉଁ ଜନ କୃପା କରେ ଓ ଋଣ ଦିଏ, ତାହାର ମଙ୍ଗଳ ହୁଏ; ସେ ସୁବିଚାରରେ ଆପଣା କଥା ନିଷ୍ପନ୍ନ କରିବ ।
6. କାରଣ ସେ କଦାପି ବିଚଳିତ ନୋହିବ; ଧାର୍ମିକ ଲୋକ ଅନନ୍ତକାଳ ସ୍ମରଣରେ ରହିବ ।
7. ସେ କୁସମ୍ଵାଦ ଶୁଣି ଭୀତ ହେବ ନାହିଁ । ତାହାର ଚିତ୍ତ ସଦାପ୍ରଭୁଙ୍କଠାରେ ନିର୍ଭର ରଖି ସ୍ଥିର ଥାଏ ।
8. ସେ ଆପଣା ବିପକ୍ଷଗଣ ଉପରେ ନିଜ ବାଞ୍ଛାର ସିଦ୍ଧି ଦେଖିବା ପର୍ଯ୍ୟନ୍ତ, ତାହାର ଚିତ୍ତ ସୁସ୍ଥିର ଥାଏ, ସେ ଭୀତ ହେବ ନାହିଁ ।
9. ସେ ବିତରଣ କରିଅଛି, ସେ ଦୀନହୀନମାନଙ୍କୁ ଦାନ କରିଅଛି; ତାହାର ଧର୍ମ ସଦାକାଳସ୍ଥାୟୀ; ସମ୍ଭ୍ରମରେ ତାହାର ଶୃଙ୍ଗ ଉନ୍ନତ ହେବ ।
10. ଦୁଷ୍ଟ ଲୋକ ତାହା ଦେଖିବ ଓ ବିରକ୍ତ ହେବ; ସେ ଆପଣା ଦ; ଘର୍ଷଣ କରିବ ଓ ତରଳିଯିବ; ଦୁଷ୍ଟମାନଙ୍କର ବାଞ୍ଛା ବିନଷ୍ଟ ହେବ ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 112 / 150
1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର, ଯେଉଁ ଜନ ସଦାପ୍ରଭୁଙ୍କୁ ଭୟ କରେ, ଯେ ତାହାଙ୍କ ଆଜ୍ଞାସବୁରେ ଅତିଶୟ ସନ୍ତୁଷ୍ଟ ହୁଏ, ସେ ଧନ୍ୟ । 2 ତାହାର ବଂଶ ପୃଥିବୀରେ ବିକ୍ରମଶାଳୀ ହେବେ; ସରଳ ଲୋକର ବଂଶ ଆଶୀର୍ବାଦପ୍ରାପ୍ତ ହେବେ । 3 ତାହାର ଗୃହରେ ଧନ ସମ୍ପତ୍ତି ଥାଏ ଓ ତାହାର ଧର୍ମ ସଦାକାଳସ୍ଥାୟୀ 4 ସରଳ ଲୋକଙ୍କ ପ୍ରତି ଅନ୍ଧକାରରେ ଦୀପ୍ତି ଉଦିତ ହୁଏ; ସେ କୃପାମୟ ଓ ସ୍ନେହଶୀଳ ଓ ଧାର୍ମିକ । 5 ଯେଉଁ ଜନ କୃପା କରେ ଓ ଋଣ ଦିଏ, ତାହାର ମଙ୍ଗଳ ହୁଏ; ସେ ସୁବିଚାରରେ ଆପଣା କଥା ନିଷ୍ପନ୍ନ କରିବ । 6 କାରଣ ସେ କଦାପି ବିଚଳିତ ନୋହିବ; ଧାର୍ମିକ ଲୋକ ଅନନ୍ତକାଳ ସ୍ମରଣରେ ରହିବ । 7 ସେ କୁସମ୍ଵାଦ ଶୁଣି ଭୀତ ହେବ ନାହିଁ । ତାହାର ଚିତ୍ତ ସଦାପ୍ରଭୁଙ୍କଠାରେ ନିର୍ଭର ରଖି ସ୍ଥିର ଥାଏ । 8 ସେ ଆପଣା ବିପକ୍ଷଗଣ ଉପରେ ନିଜ ବାଞ୍ଛାର ସିଦ୍ଧି ଦେଖିବା ପର୍ଯ୍ୟନ୍ତ, ତାହାର ଚିତ୍ତ ସୁସ୍ଥିର ଥାଏ, ସେ ଭୀତ ହେବ ନାହିଁ । 9 ସେ ବିତରଣ କରିଅଛି, ସେ ଦୀନହୀନମାନଙ୍କୁ ଦାନ କରିଅଛି; ତାହାର ଧର୍ମ ସଦାକାଳସ୍ଥାୟୀ; ସମ୍ଭ୍ରମରେ ତାହାର ଶୃଙ୍ଗ ଉନ୍ନତ ହେବ । 10 ଦୁଷ୍ଟ ଲୋକ ତାହା ଦେଖିବ ଓ ବିରକ୍ତ ହେବ; ସେ ଆପଣା ଦ; ଘର୍ଷଣ କରିବ ଓ ତରଳିଯିବ; ଦୁଷ୍ଟମାନଙ୍କର ବାଞ୍ଛା ବିନଷ୍ଟ ହେବ ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 112 / 150
×

Alert

×

Oriya Letters Keypad References