1. ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର । ତୁମ୍ଭେମାନେ ସଦାପ୍ରଭୁଙ୍କ ନାମର ପ୍ରଶଂସା କର; ହେ ସଦାପ୍ରଭୁଙ୍କ ଦାସମାନେ, ତାହାଙ୍କର ପ୍ରଶଂସା କର ।
|
3. ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର; କାରଣ ସଦାପ୍ରଭୁ ମଙ୍ଗଳମୟ; ତାହାଙ୍କ ନାମ ଉଦ୍ଦେଶ୍ୟରେ ପ୍ରଶଂସାଗାନ କର; କାରଣ ତାହା ମନୋହର ।
|
7. ସେ ପୃଥିବୀର ପ୍ରାନ୍ତରୁ ବାଷ୍ପ ଉଠାନ୍ତି; ସେ ବୃଷ୍ଟି ନିମନ୍ତେ ବିଜୁଳି ଉତ୍ପନ୍ନ କରନ୍ତି; ସେ ଆପଣା ଭଣ୍ତାରସମୂହରୁ ବାୟୁ ବାହାର କରି ଆଣନ୍ତି ।
|
9. ହେ ମିସର, ସେ ତୁମ୍ଭ ମଧ୍ୟକୁ, ଫାରୋ ପ୍ରତିକୂଳରେ ଓ ତାହାର ଦାସଗଣ ପ୍ରତିକୂଳରେ ନାନା ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ପ୍ରେରଣ କଲେ ।
|
16. ସେମାନଙ୍କର ମୁଖ ଅଛି, ମାତ୍ର ସେମାନେ କଥା କହନ୍ତି ନାହିଁ, ସେମାନଙ୍କର ଚକ୍ଷୁ ଅଛି, ମାତ୍ର ସେମାନେ ଦେଖନ୍ତି ନାହିଁ;
|
19. ହେ ଇସ୍ରାଏଲ-ବଂଶ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର; ହେ ହାରୋଣ-ବଂଶ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର;
|
20. ହେ ଲେବୀ-ବଂଶ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର । ହେ ସଦାପ୍ରଭୁଙ୍କ ଭୟକାରୀଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର ।
|