1. ପ୍ରଧାନ ବାଦ୍ୟକର ନିମନ୍ତେ ସଦାପ୍ରଭୁଙ୍କ ଦାସ ଦାଉଦଙ୍କର ଗୀତ । ଦୁଷ୍ଟର ଅପରାଧ ମୋʼ ହୃଦୟ ମଧ୍ୟରେ କହେ, ପରମେଶ୍ଵର ବିଷୟକ ଭୟ ତାହାର ଚକ୍ଷୁର ଅଗୋଚର ।
|
4. ସେ ଆପଣା ଶଯ୍ୟାରେ ଅଧର୍ମ କଳ୍ପନା କରେ; ସେ ଅମଙ୍ଗଳ ମାର୍ଗରେ ଆପଣାକୁ ପ୍ରବର୍ତ୍ତାଏ; ସେ ମନ୍ଦତା ଘୃଣା କରେ ନାହିଁ ।
|
6. ତୁମ୍ଭର ଧର୍ମ ପରମେଶ୍ଵରଙ୍କ ପର୍ବତଗଣ ତୁଲ୍ୟ; ତୁମ୍ଭର ଶାସନସବୁ ମହାବାରିଧି ସ୍ଵରୂପ; ହେ ସଦାପ୍ରଭୋ, ତୁମ୍ଭେ ମନୁଷ୍ୟ ଓ ପଶୁକୁ ରକ୍ଷା କରୁଅଛ ।
|
7. ହେ ପରମେଶ୍ଵର, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା କିପରି ବହୁମୂଲ୍ୟ! ପୁଣି, ମନୁଷ୍ୟ-ସନ୍ତାନଗଣ ତୁମ୍ଭ ପକ୍ଷଛାୟା ତଳେ ଆଶ୍ରୟ ନିଅନ୍ତି ।
|
8. ସେମାନେ ତୁମ୍ଭ ଗୃହର ପୁଷ୍ଟିକର ଦ୍ରବ୍ୟରେ ବହୁଳ ରୂପେ ପରିତୃପ୍ତ ହେବେ; ପୁଣି, ତୁମ୍ଭେ ସେମାନଙ୍କୁ ଆପଣା ଆନନ୍ଦ-ନଦୀର ଜଳ ପାନ କରାଇବ ।
|
10. ଆହେ, ତୁମ୍ଭଙ୍କୁ ଜାଣିବା ଲୋକମାନଙ୍କ ପ୍ରତି ଆପଣା ସ୍ନେହପୂର୍ଣ୍ଣ କରୁଣା ଓ ସରଳାନ୍ତଃକରଣ ଲୋକମାନଙ୍କ ପ୍ରତି ଆପଣା ଧାର୍ମିକତା ଚିରସ୍ଥାୟୀ କର ।
|