1. ତାରଯୁକ୍ତ ଯନ୍ତ୍ରରେ ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ । ହେ ମୋହର ଧର୍ମ ସ୍ଵରୂପ ପରମେଶ୍ଵର, ମୁଁ ଡାକିଲେ ମୋତେ ଉତ୍ତର ଦିଅ; ସଙ୍କଟରେ ଥିବା ସମୟରେ ତୁମ୍ଭେ ମୋତେ ପ୍ରଶସ୍ତ ସ୍ଥାନ ଦେଇଅଛ: ମୋତେ ଦୟା କର ଓ ମୋହର ପ୍ରାର୍ଥନା ଶୁଣ ।
|
2. ହେ ମନୁଷ୍ୟସନ୍ତାନଗଣ, କେତେ କାଳ ମୋହର ଗୌରବ ଅପମାନରେ ପରିଣତ ହେବ? କେତେ କାଳ ତୁମ୍ଭେମାନେ ଅସାରତାକୁ ସ୍ନେହ କରିବ ଓ ମିଥ୍ୟାର ଅନ୍ଵେଷଣ କରିବ? ସେଲା
|
3. ମାତ୍ର ସଦାପ୍ରଭୁ ଆପଣା ପାଇଁ ସଦ୍ଭକ୍ତ ଲୋକକୁ ପୃଥକ୍ କରି ରଖିଅଛନ୍ତି, ଏହା ଜ୍ଞାତ ହୁଅ; ମୁଁ ସଦାପ୍ରଭୁଙ୍କୁ ଡାକିଲେ, ସେ ଶୁଣିବେ ।
|
6. ଅନେକେ କହନ୍ତି, କିଏ ଆମ୍ଭମାନଙ୍କୁ ମଙ୍ଗଳ ଦେଖାଇବ? ହେ ସଦାପ୍ରଭୋ, ଆମ୍ଭମାନଙ୍କ ପ୍ରତି ଆପଣା ମୁଖର ତେଜ ପ୍ରକାଶ କର ।
|
7. ତୁମ୍ଭେ ମୋʼ ଅନ୍ତଃକରଣରେ ଆନନ୍ଦ ଦେଇଅଛ, ତାହା ସେମାନଙ୍କ ଶସ୍ୟ ଓ ଦ୍ରାକ୍ଷାରସ ବୃଦ୍ଧିକାଳର ଆନନ୍ଦ ଅପେକ୍ଷା ଅଧିକ ।
|