ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଗୀତସଂହିତା
1. ପ୍ରଧାନ ବାଦ୍ୟକର ନିମନ୍ତେ ଗୀତ; ତାରଯୁକ୍ତ ବାଦ୍ୟଯନ୍ତ୍ରରେ ଆସଫର ଗୀତ । ପରମେଶ୍ଵର ଯିହୁଦା ମଧ୍ୟରେ ପରିଚିତ ଅଟନ୍ତି; ଇସ୍ରାଏଲ ମଧ୍ୟରେ ତାହାଙ୍କ ନାମ ମହତ ।
2. ମଧ୍ୟ ଶାଲେମ୍ରେ ତାହାଙ୍କର ଆବାସ ଓ ସିୟୋନରେ ତାହାଙ୍କର ବାସସ୍ଥାନ ।
3. ସେଠାରେ ସେ ଧନୁତୀରସବୁ, ଢାଲ ଓ ଖଡ଼୍‍ଗ ଓ ଯୁଦ୍ଧ ଭଙ୍ଗ କଲେ । [ସେଲା
4. ମୃଗୟାର ପର୍ବତଗଣଠାରୁ ତୁମ୍ଭେ ତେଜୋମୟ ଓ ମହିମାନ୍ଵିତ ।
5. ସାହସିକଚିତ୍ତମାନେ ଲୁଟିତ ହୋଇଅଛନ୍ତି, ସେମାନେ ନିଦ୍ରାରେ ନିଦ୍ରିତ ହୋଇଅଛନ୍ତି; ପୁଣି, ବୀରମାନଙ୍କ ମଧ୍ୟରୁ କେହି ଆପଣା ହସ୍ତ ପାଇ ନାହିଁ ।
6. ହେ ଯାକୁବର ପରମେଶ୍ଵର, ତୁମ୍ଭ ତର୍ଜ୍ଜନରେ ରଥ ଓ ଅଶ୍ଵ ମହାନିଦ୍ରିତ ହୋଇଅଛନ୍ତି ।
7. ତୁମ୍ଭେ, ତୁମ୍ଭେ ହିଁ ଭୟପାତ୍ର ଓ ତୁମ୍ଭେ ଥରେ କ୍ରୁଦ୍ଧ ହେଲେ କିଏ ତୁମ୍ଭ ସାକ୍ଷାତରେ ଠିଆ ହୋଇ ପାରିବ?
8. ତୁମ୍ଭେ ସ୍ଵର୍ଗରୁ ବିଚାରାଜ୍ଞା ଶୁଣାଇଲ; ପରମେଶ୍ଵର ପୃଥିବୀର ନମ୍ର ଲୋକମାନଙ୍କୁ ପରିତ୍ରାଣ କରିବା ପାଇଁ
9. ବିଚାର କରିବାକୁ ଉଠିବା ବେଳେ ପୃଥିବୀ ଭୀତ ଓ ନୀରବ ହେଲା । [ସେଲା
10. ମନୁଷ୍ୟର କ୍ରୋଧ ନିତା; ତୁମ୍ଭର ପ୍ରଶଂସା କରିବ; ତୁମ୍ଭେ କ୍ରୋଧର ଅବଶେଷ ଦ୍ଵାରା ଆପଣା କଟିବନ୍ଧନ କରିବ ।
11. ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କ ନିକଟରେ ମାନତ କରି ପୂର୍ଣ୍ଣ କର; ଯେ ଭୟପାତ୍ର, ତାହାଙ୍କ ଚତୁର୍ଦ୍ଦିଗସ୍ଥ ସମସ୍ତେ ତାହାଙ୍କ ନିକଟକୁ ଦର୍ଶନୀ ଆଣନ୍ତୁ ।
12. ସେ ଅଧିପତିମାନଙ୍କ ଗର୍ବ ଖର୍ବ କରନ୍ତି; ସେ ଭୂପତିମାନଙ୍କ ପ୍ରତି ଭୟଙ୍କର ଅଟନ୍ତି ।

ରେକର୍ଡଗୁଡିକ

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 76 / 150
1 ପ୍ରଧାନ ବାଦ୍ୟକର ନିମନ୍ତେ ଗୀତ; ତାରଯୁକ୍ତ ବାଦ୍ୟଯନ୍ତ୍ରରେ ଆସଫର ଗୀତ । ପରମେଶ୍ଵର ଯିହୁଦା ମଧ୍ୟରେ ପରିଚିତ ଅଟନ୍ତି; ଇସ୍ରାଏଲ ମଧ୍ୟରେ ତାହାଙ୍କ ନାମ ମହତ । 2 ମଧ୍ୟ ଶାଲେମ୍ରେ ତାହାଙ୍କର ଆବାସ ଓ ସିୟୋନରେ ତାହାଙ୍କର ବାସସ୍ଥାନ । 3 ସେଠାରେ ସେ ଧନୁତୀରସବୁ, ଢାଲ ଓ ଖଡ଼୍‍ଗ ଓ ଯୁଦ୍ଧ ଭଙ୍ଗ କଲେ । [ସେଲା 4 ମୃଗୟାର ପର୍ବତଗଣଠାରୁ ତୁମ୍ଭେ ତେଜୋମୟ ଓ ମହିମାନ୍ଵିତ । 5 ସାହସିକଚିତ୍ତମାନେ ଲୁଟିତ ହୋଇଅଛନ୍ତି, ସେମାନେ ନିଦ୍ରାରେ ନିଦ୍ରିତ ହୋଇଅଛନ୍ତି; ପୁଣି, ବୀରମାନଙ୍କ ମଧ୍ୟରୁ କେହି ଆପଣା ହସ୍ତ ପାଇ ନାହିଁ । 6 ହେ ଯାକୁବର ପରମେଶ୍ଵର, ତୁମ୍ଭ ତର୍ଜ୍ଜନରେ ରଥ ଓ ଅଶ୍ଵ ମହାନିଦ୍ରିତ ହୋଇଅଛନ୍ତି । 7 ତୁମ୍ଭେ, ତୁମ୍ଭେ ହିଁ ଭୟପାତ୍ର ଓ ତୁମ୍ଭେ ଥରେ କ୍ରୁଦ୍ଧ ହେଲେ କିଏ ତୁମ୍ଭ ସାକ୍ଷାତରେ ଠିଆ ହୋଇ ପାରିବ? 8 ତୁମ୍ଭେ ସ୍ଵର୍ଗରୁ ବିଚାରାଜ୍ଞା ଶୁଣାଇଲ; ପରମେଶ୍ଵର ପୃଥିବୀର ନମ୍ର ଲୋକମାନଙ୍କୁ ପରିତ୍ରାଣ କରିବା ପାଇଁ 9 ବିଚାର କରିବାକୁ ଉଠିବା ବେଳେ ପୃଥିବୀ ଭୀତ ଓ ନୀରବ ହେଲା । [ସେଲା 10 ମନୁଷ୍ୟର କ୍ରୋଧ ନିତା; ତୁମ୍ଭର ପ୍ରଶଂସା କରିବ; ତୁମ୍ଭେ କ୍ରୋଧର ଅବଶେଷ ଦ୍ଵାରା ଆପଣା କଟିବନ୍ଧନ କରିବ । 11 ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କ ନିକଟରେ ମାନତ କରି ପୂର୍ଣ୍ଣ କର; ଯେ ଭୟପାତ୍ର, ତାହାଙ୍କ ଚତୁର୍ଦ୍ଦିଗସ୍ଥ ସମସ୍ତେ ତାହାଙ୍କ ନିକଟକୁ ଦର୍ଶନୀ ଆଣନ୍ତୁ । 12 ସେ ଅଧିପତିମାନଙ୍କ ଗର୍ବ ଖର୍ବ କରନ୍ତି; ସେ ଭୂପତିମାନଙ୍କ ପ୍ରତି ଭୟଙ୍କର ଅଟନ୍ତି ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 76 / 150
×

Alert

×

Oriya Letters Keypad References