ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ପ୍ରଧାନ ବାଦ୍ୟକର ନିମନ୍ତେ ଗିତ୍ତୀତ୍ ସ୍ଵରରେ ଦାଉଦଙ୍କର ଗୀତ । ହେ ସଦାପ୍ରଭୋ, ଆମ୍ଭମାନଙ୍କର ପ୍ରଭୋ, ସମୁଦାୟ ପୃଥିବୀରେ ତୁମ୍ଭର ନାମ କିପରି ମହିମାନ୍ଵିତ!
2. ତୁମ୍ଭେ ଶତ୍ରୁ ଓ ପ୍ରତିହିଂସକକୁ ଦମନ କରିବା ପାଇଁ ଆପଣା ବିପକ୍ଷଗଣ ସକାଶେ ଶିଶୁ ଓ ଦୁଗ୍ଧପୋଷ୍ୟ-ମାନଙ୍କ ମୁଖରୁ ପରାକ୍ରମ ପ୍ରତିପନ୍ନ କରିଅଛ ।
3. ମୁଁ ତୁମ୍ଭ ଅଙ୍ଗୁଳିକୃତ ତୁମ୍ଭ ଆକାଶମଣ୍ତଳ, ତୁମ୍ଭର ନିରୂପିତ ଚନ୍ଦ୍ର ଓ ନକ୍ଷତ୍ରଗଣକୁ ବିବେଚନା କଲେ (କହେ,)
4. ମନୁଷ୍ୟ କିଏ ଯେ, ତୁମ୍ଭେ ତାହା ବିଷୟରେ ମନୋଯୋଗୀ ହେଉଅଛ? ଓ ମନୁଷ୍ୟର ସନ୍ତାନ କିଏ ଯେ, ତୁମ୍ଭେ ତାହାର ତତ୍ତ୍ଵାବଧାନ କରୁଅଛ?
5. ପୁଣି, ତୁମ୍ଭେ ତାହାକୁ ଦୂତଗଣଙ୍କ ଅପେକ୍ଷା ଅଳ୍ପମାତ୍ର ନ୍ୟୂନ କରିଅଛ, ଆଉ ଗୌରବ ଓ ସମ୍ଭ୍ରମରୂପ ମୁକୁଟରେ ତାହାକୁ ଭୂଷିତ କରୁଅଛ ।
6. ତୁମ୍ଭେ ଆପଣା ହସ୍ତକୃତ ସକଳ କର୍ମ ଉପରେ ତାହାକୁ କର୍ତ୍ତୃତ୍ଵ ଦେଉଅଛ; ତୁମ୍ଭେ ତାହାର ପଦ ତଳେ ସମୁଦାୟ ବିଷୟ ରଖିଅଛ;
7. ଗୋମେଷାଦିସକଳ, ହଁ, ବନ୍ୟ ପଶୁଗଣ;
8. ଆକାଶର ପକ୍ଷୀଗଣ ଓ ସମୁଦ୍ରର ମତ୍ସ୍ୟଗଣ, ସମୁଦ୍ରପଥଗାମୀ ସକଳ ହିଁ ରଖିଅଛ ।
9. ହେ ସଦାପ୍ରଭୋ, ଆମ୍ଭମାନଙ୍କ ପ୍ରଭୋ, ସମୁଦାୟ ପୃଥିବୀରେ ତୁମ୍ଭର ନାମ କିପରି ମହିମାନ୍ଵିତ ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 8 / 150
1 ପ୍ରଧାନ ବାଦ୍ୟକର ନିମନ୍ତେ ଗିତ୍ତୀତ୍ ସ୍ଵରରେ ଦାଉଦଙ୍କର ଗୀତ । ହେ ସଦାପ୍ରଭୋ, ଆମ୍ଭମାନଙ୍କର ପ୍ରଭୋ, ସମୁଦାୟ ପୃଥିବୀରେ ତୁମ୍ଭର ନାମ କିପରି ମହିମାନ୍ଵିତ! 2 ତୁମ୍ଭେ ଶତ୍ରୁ ଓ ପ୍ରତିହିଂସକକୁ ଦମନ କରିବା ପାଇଁ ଆପଣା ବିପକ୍ଷଗଣ ସକାଶେ ଶିଶୁ ଓ ଦୁଗ୍ଧପୋଷ୍ୟ-ମାନଙ୍କ ମୁଖରୁ ପରାକ୍ରମ ପ୍ରତିପନ୍ନ କରିଅଛ । 3 ମୁଁ ତୁମ୍ଭ ଅଙ୍ଗୁଳିକୃତ ତୁମ୍ଭ ଆକାଶମଣ୍ତଳ, ତୁମ୍ଭର ନିରୂପିତ ଚନ୍ଦ୍ର ଓ ନକ୍ଷତ୍ରଗଣକୁ ବିବେଚନା କଲେ (କହେ,) 4 ମନୁଷ୍ୟ କିଏ ଯେ, ତୁମ୍ଭେ ତାହା ବିଷୟରେ ମନୋଯୋଗୀ ହେଉଅଛ? ଓ ମନୁଷ୍ୟର ସନ୍ତାନ କିଏ ଯେ, ତୁମ୍ଭେ ତାହାର ତତ୍ତ୍ଵାବଧାନ କରୁଅଛ? 5 ପୁଣି, ତୁମ୍ଭେ ତାହାକୁ ଦୂତଗଣଙ୍କ ଅପେକ୍ଷା ଅଳ୍ପମାତ୍ର ନ୍ୟୂନ କରିଅଛ, ଆଉ ଗୌରବ ଓ ସମ୍ଭ୍ରମରୂପ ମୁକୁଟରେ ତାହାକୁ ଭୂଷିତ କରୁଅଛ । 6 ତୁମ୍ଭେ ଆପଣା ହସ୍ତକୃତ ସକଳ କର୍ମ ଉପରେ ତାହାକୁ କର୍ତ୍ତୃତ୍ଵ ଦେଉଅଛ; ତୁମ୍ଭେ ତାହାର ପଦ ତଳେ ସମୁଦାୟ ବିଷୟ ରଖିଅଛ; 7 ଗୋମେଷାଦିସକଳ, ହଁ, ବନ୍ୟ ପଶୁଗଣ; 8 ଆକାଶର ପକ୍ଷୀଗଣ ଓ ସମୁଦ୍ରର ମତ୍ସ୍ୟଗଣ, ସମୁଦ୍ରପଥଗାମୀ ସକଳ ହିଁ ରଖିଅଛ । 9 ହେ ସଦାପ୍ରଭୋ, ଆମ୍ଭମାନଙ୍କ ପ୍ରଭୋ, ସମୁଦାୟ ପୃଥିବୀରେ ତୁମ୍ଭର ନାମ କିପରି ମହିମାନ୍ଵିତ ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 8 / 150
×

Alert

×

Oriya Letters Keypad References