ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ପ୍ରଧାନ ବାଦ୍ୟକର ନିମନ୍ତେ ଗିତ୍ତୀତ୍ ସ୍ଵରରେ ଆସଫର ଗୀତ । ଆମ୍ଭମାନଙ୍କ ବଳ ସ୍ଵରୂପ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ଉଚ୍ଚସ୍ଵରରେ ଗାନ କର; ଯାକୁବର ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ଜୟଧ୍ଵନି କର ।
2. ଗୀତ ଉଠାଅ ଓ ଦାରା, ନେବଲ ସହିତ ମନୋହର ବୀଣାଯନ୍ତ୍ର ଆଣ ।
3. ଅମାବାସ୍ୟାରେ, ପୂର୍ଣ୍ଣିମାରେ, ଆମ୍ଭମାନଙ୍କ ମହୋତ୍ସବ ଦିନରେ ତୂରୀ ବଜାଅ ।
4. କାରଣ ତାହା ଇସ୍ରାଏଲ ନିମନ୍ତେ ବିଧି ଓ ଯାକୁବର ପରମେଶ୍ଵରଙ୍କ ବିଧାନ ଅଟେ ।
5. ସେ ମିସର ଦେଶ ବିରୁଦ୍ଧରେ ବାହାରିବା ବେଳେ ଯୋଷେଫ ମଧ୍ୟରେ ସାକ୍ଷ୍ୟ ନିମନ୍ତେ ତାହା ସ୍ଥାପନ କଲେ; ସେଠାରେ ଆମ୍ଭେ ଆପଣାର ଅଜ୍ଞାତ ବାଣୀ ଶୁଣିଲୁ ।
6. ଆମ୍ଭେ ତାହାର ସ୍କନ୍ଧ ଭାରରୁ ଘୁଞ୍ଚାଇ ଦେଲୁ; ତାହାର ହସ୍ତ ଟୋକାଇରୁ ମୁକ୍ତ ହେଲା ।
7. ତୁମ୍ଭେ ସଙ୍କଟ ବେଳେ ଡାକିଲ, ତହୁଁ ଆମ୍ଭେ ତୁମ୍ଭକୁ ଉଦ୍ଧାର କଲୁ; ଆମ୍ଭେ ମେଘଗର୍ଜ୍ଜନର ଗୁପ୍ତ ସ୍ଥାନରେ ତୁମ୍ଭକୁ ଉତ୍ତର ଦେଲୁ; ଆମ୍ଭେ ମିରୀବାଃ ଜଳ ନିକଟରେ ତୁମ୍ଭକୁ ପରୀକ୍ଷା କଲୁ । [ସେଲା
8. ହେ ଆମ୍ଭର ଲୋକ, ଶୁଣ, ଆମ୍ଭେ ତୁମ୍ଭ ନିକଟରେ ସାକ୍ଷ୍ୟ ଦେବା; ହେ ଇସ୍ରାଏଲ, ଯେବେ ତୁମ୍ଭେ ଆମ୍ଭ କଥା ଶୁଣ;!
9. ତୁମ୍ଭ ମଧ୍ୟରେ ଅନ୍ୟ କୌଣସି ଦେବତା ରହିବ ନାହିଁ; କିଅବା ତୁମ୍ଭେ ଅନ୍ୟ କୌଣସି ଦେବତାକୁ ପ୍ରଣାମ କରିବ ନାହିଁ ।
10. ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ଵର, ଆମ୍ଭେ ତୁମ୍ଭକୁ ମିସର ଦେଶରୁ ବାହାର କରି ଆଣିଲୁ; ଆପଣା ମୁଖ ବଡ଼ କରି ମେଲାଅ, ଆମ୍ଭେ ତାହା ପୂର୍ଣ୍ଣ କରିବା ।
11. ମାତ୍ର ଆମ୍ଭ ଲୋକେ ଆମ୍ଭ ରବ ଶୁଣିଲେ ନାହିଁ ଓ ଇସ୍ରାଏଲ ଆମ୍ଭଙ୍କୁ ଚାହିଁଲା ନାହିଁ ।
12. ତହିଁରେ ସେମାନେ ଯେପରି ଆପଣା ଆପଣା ମନ୍ତ୍ରଣାନୁସାରେ ଚାଲିବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ସେମାନଙ୍କ ହୃଦୟର କଠିନତାନୁସାରେ ଛାଡ଼ି ଦେଲୁ ।
13. ଆହା, ଯେବେ ଆମ୍ଭ ଲୋକେ ଆମ୍ଭର କଥା ଶୁଣନ୍ତେଣ! ଯେବେ ଇସ୍ରାଏଲ ଆମ୍ଭ ପଥରେ ଚାଲନ୍ତା!
14. ଆମ୍ଭେ ଶୀଘ୍ର ସେମାନଙ୍କ ଶତ୍ରୁଗଣକୁ ଦମନ କରନ୍ତୁ ଓ ସେମାନଙ୍କ ବିପକ୍ଷଗଣର ପ୍ରତିକୂଳରେ ଆପଣା ହସ୍ତ ଫେରାନ୍ତୁ ।
15. ସଦାପ୍ରଭୁଙ୍କ ଘୃଣାକାରୀମାନେ ତାହାଙ୍କର ବଶତା ସ୍ଵୀକାର କରନ୍ତେ; ମାତ୍ର ସେମାନଙ୍କର ସମୟ ସଦାକାଳ ରହନ୍ତା ।
16. ଆହୁରି, ସେ ଉତ୍ତମ ଗହମରେ ସେମାନଙ୍କୁ ପ୍ରତିପୋଷଣ କରନ୍ତେ ଓ ଆମ୍ଭେ ଶୈଳରୁ ମଧୁ ଦେଇ ତୁମ୍ଭକୁ ପରିତୃପ୍ତ କରନ୍ତୁ ।

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 81 / 150
ଗୀତସଂହିତା 81:118
1 ପ୍ରଧାନ ବାଦ୍ୟକର ନିମନ୍ତେ ଗିତ୍ତୀତ୍ ସ୍ଵରରେ ଆସଫର ଗୀତ । ଆମ୍ଭମାନଙ୍କ ବଳ ସ୍ଵରୂପ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ଉଚ୍ଚସ୍ଵରରେ ଗାନ କର; ଯାକୁବର ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ଜୟଧ୍ଵନି କର । 2 ଗୀତ ଉଠାଅ ଓ ଦାରା, ନେବଲ ସହିତ ମନୋହର ବୀଣାଯନ୍ତ୍ର ଆଣ । 3 ଅମାବାସ୍ୟାରେ, ପୂର୍ଣ୍ଣିମାରେ, ଆମ୍ଭମାନଙ୍କ ମହୋତ୍ସବ ଦିନରେ ତୂରୀ ବଜାଅ । 4 କାରଣ ତାହା ଇସ୍ରାଏଲ ନିମନ୍ତେ ବିଧି ଓ ଯାକୁବର ପରମେଶ୍ଵରଙ୍କ ବିଧାନ ଅଟେ । 5 ସେ ମିସର ଦେଶ ବିରୁଦ୍ଧରେ ବାହାରିବା ବେଳେ ଯୋଷେଫ ମଧ୍ୟରେ ସାକ୍ଷ୍ୟ ନିମନ୍ତେ ତାହା ସ୍ଥାପନ କଲେ; ସେଠାରେ ଆମ୍ଭେ ଆପଣାର ଅଜ୍ଞାତ ବାଣୀ ଶୁଣିଲୁ । 6 ଆମ୍ଭେ ତାହାର ସ୍କନ୍ଧ ଭାରରୁ ଘୁଞ୍ଚାଇ ଦେଲୁ; ତାହାର ହସ୍ତ ଟୋକାଇରୁ ମୁକ୍ତ ହେଲା । 7 ତୁମ୍ଭେ ସଙ୍କଟ ବେଳେ ଡାକିଲ, ତହୁଁ ଆମ୍ଭେ ତୁମ୍ଭକୁ ଉଦ୍ଧାର କଲୁ; ଆମ୍ଭେ ମେଘଗର୍ଜ୍ଜନର ଗୁପ୍ତ ସ୍ଥାନରେ ତୁମ୍ଭକୁ ଉତ୍ତର ଦେଲୁ; ଆମ୍ଭେ ମିରୀବାଃ ଜଳ ନିକଟରେ ତୁମ୍ଭକୁ ପରୀକ୍ଷା କଲୁ । [ସେଲା 8 ହେ ଆମ୍ଭର ଲୋକ, ଶୁଣ, ଆମ୍ଭେ ତୁମ୍ଭ ନିକଟରେ ସାକ୍ଷ୍ୟ ଦେବା; ହେ ଇସ୍ରାଏଲ, ଯେବେ ତୁମ୍ଭେ ଆମ୍ଭ କଥା ଶୁଣ;! 9 ତୁମ୍ଭ ମଧ୍ୟରେ ଅନ୍ୟ କୌଣସି ଦେବତା ରହିବ ନାହିଁ; କିଅବା ତୁମ୍ଭେ ଅନ୍ୟ କୌଣସି ଦେବତାକୁ ପ୍ରଣାମ କରିବ ନାହିଁ । 10 ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ଵର, ଆମ୍ଭେ ତୁମ୍ଭକୁ ମିସର ଦେଶରୁ ବାହାର କରି ଆଣିଲୁ; ଆପଣା ମୁଖ ବଡ଼ କରି ମେଲାଅ, ଆମ୍ଭେ ତାହା ପୂର୍ଣ୍ଣ କରିବା । 11 ମାତ୍ର ଆମ୍ଭ ଲୋକେ ଆମ୍ଭ ରବ ଶୁଣିଲେ ନାହିଁ ଓ ଇସ୍ରାଏଲ ଆମ୍ଭଙ୍କୁ ଚାହିଁଲା ନାହିଁ । 12 ତହିଁରେ ସେମାନେ ଯେପରି ଆପଣା ଆପଣା ମନ୍ତ୍ରଣାନୁସାରେ ଚାଲିବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ସେମାନଙ୍କ ହୃଦୟର କଠିନତାନୁସାରେ ଛାଡ଼ି ଦେଲୁ । 13 ଆହା, ଯେବେ ଆମ୍ଭ ଲୋକେ ଆମ୍ଭର କଥା ଶୁଣନ୍ତେଣ! ଯେବେ ଇସ୍ରାଏଲ ଆମ୍ଭ ପଥରେ ଚାଲନ୍ତା! 14 ଆମ୍ଭେ ଶୀଘ୍ର ସେମାନଙ୍କ ଶତ୍ରୁଗଣକୁ ଦମନ କରନ୍ତୁ ଓ ସେମାନଙ୍କ ବିପକ୍ଷଗଣର ପ୍ରତିକୂଳରେ ଆପଣା ହସ୍ତ ଫେରାନ୍ତୁ । 15 ସଦାପ୍ରଭୁଙ୍କ ଘୃଣାକାରୀମାନେ ତାହାଙ୍କର ବଶତା ସ୍ଵୀକାର କରନ୍ତେ; ମାତ୍ର ସେମାନଙ୍କର ସମୟ ସଦାକାଳ ରହନ୍ତା । 16 ଆହୁରି, ସେ ଉତ୍ତମ ଗହମରେ ସେମାନଙ୍କୁ ପ୍ରତିପୋଷଣ କରନ୍ତେ ଓ ଆମ୍ଭେ ଶୈଳରୁ ମଧୁ ଦେଇ ତୁମ୍ଭକୁ ପରିତୃପ୍ତ କରନ୍ତୁ ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 81 / 150
Common Bible Languages
West Indian Languages
×

Alert

×

oriya Letters Keypad References