1. ହେ ଭାଇମାନେ, ସେମାନେ ଯେପରି ପରିତ୍ରାଣ ପାଆନ୍ତି, ଏହା ମୋହର ହୃଦୟର ବାଞ୍ଛା ଏବଂ ସେମାନଙ୍କ ନିମନ୍ତେ ଈଶ୍ଵରଙ୍କ ଛାମୁରେ ମୋହର ପ୍ରାର୍ଥନା ।
|
2. କାରଣ ଈଶ୍ଵରଙ୍କ ବିଷୟରେ ଯେ ସେମାନଙ୍କର ଉଦ୍ଯୋଗ ଅଛି, ଏହା ମୁଁ ସେମାନଙ୍କ ସପକ୍ଷରେ ସାକ୍ଷ୍ୟ ଦେଉଅଛି, କିନ୍ତୁ ସେହି ଉଦ୍ଯୋଗ ଜ୍ଞାନଯୁକ୍ତ ନୁହେଁ ।
|
3. ଯେଣୁ ଈଶ୍ଵରଦତ୍ତ ଧାର୍ମିକତା ବିଷୟରେ ଅଜ୍ଞ ହୋଇ ଓ ଆପଣା ଆପଣା ଧାର୍ମିକତା ସ୍ଥାପନ କରିବାକୁ ଚେଷ୍ଟା କରି ସେମାନେ ଈଶ୍ଵରଦତ୍ତ ଧାର୍ମିକତାର ବଶୀଭୂତ ହୋଇ ନାହାନ୍ତି ।
|
6. କିନ୍ତୁ ବିଶ୍ଵାସମୂଳକ ଧାର୍ମିକତା ଏପରି କହେ, “ମନେ ମନେ କୁହ ନାହିଁ, ‘କିଏ ସ୍ଵର୍ଗାରୋହଣ କରିବʼ (ଅର୍ଥାତ୍, ଖ୍ରୀଷ୍ଟଙ୍କୁ ଓହ୍ଲାଇଆଣିବା ନିମନ୍ତେ)?
|
8. କିନ୍ତୁ ତାହା କଅଣ କହେ? ‘ବାକ୍ୟ ତୁମ୍ଭର ନିକଟବର୍ତ୍ତୀ, ତୁମ୍ଭ ମୁଖରେ ଓ ତୁମ୍ଭ ହୃଦୟରେ ଅଛିʼ, ଅର୍ଥାତ୍ ଯେଉଁ ବିଶ୍ଵାସ ସମ୍ଵନ୍ଧୀୟ ବାକ୍ୟ ଆମ୍ଭେମାନେ ପ୍ରଚାର କରୁ, ସେହି ବାକ୍ୟ ।”
|
9. ଯେଣୁ ତୁମ୍ଭେ ଯଦି ମୁଖରେ ଯୀଶୁଙ୍କୁ ପ୍ରଭୁ ବୋଲି ସ୍ଵୀକାର କରିବ, ଆଉ ଈଶ୍ଵର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଅଛନ୍ତି ବୋଲି ହୃଦୟରେ ବିଶ୍ଵାସ କରିବ, ତେବେ ପରିତ୍ରାଣ ପ୍ରାପ୍ତ ହେବ;
|
10. କାରଣ ଧାର୍ମିକତାପ୍ରାପ୍ତି ନିମନ୍ତେ ମନୁଷ୍ୟ ହୃଦୟରେ ବିଶ୍ଵାସ କରେ ଓ ପରିତ୍ରାଣ ପ୍ରାପ୍ତି ନିମନ୍ତେ ମୁଖରେ ସ୍ଵୀକାର କରେ ।
|
12. କାରଣ ଯିହୁଦୀ ଓ ଗ୍ରୀକ୍ ମଧ୍ୟରେ କିଛି ପ୍ରଭେଦ ନାହିଁ; ଯେଣୁ ସମସ୍ତଙ୍କର ତ ଏକ ପ୍ରଭୁ, ଆଉ ଯେତେ ଲୋକ ତାହାଙ୍କ ନିକଟରେ ପ୍ରାର୍ଥନା କରନ୍ତି, ସେସମସ୍ତଙ୍କ ପ୍ରତି ସେ ଅନୁଗ୍ରହର ନିଧିସ୍ଵରୂପ ।
|
14. ତେବେ ଯାହାଙ୍କୁ ସେମାନେ ବିଶ୍ଵାସ କରି ନାହାନ୍ତି, ତାହାଙ୍କ ନିକଟରେ କିପରି ପ୍ରାର୍ଥନା କରିବେ? ପୁଣି ଯାହାଙ୍କ କଥା ସେମାନେ ଶୁଣି ନାହାନ୍ତି, କିପରି ତାହାଙ୍କଠାରେ ବିଶ୍ଵାସ କରିବେ? ଆଉ ପ୍ରଚାରକ ବିନା ସେମାନେ କିପରି ଶୁଣିବେ?
|
15. ପୁଣି, ପ୍ରେରିତ ନ ହେଲେ କିପରି ପ୍ରଚାର କରିବେ? ଯେପରି ଲେଖାଅଛି, ‘ଯେଉଁମାନେ ଶୁଭ ବିଷୟର ସୁସମାଚାର ଆଣନ୍ତି, ସେମାନଙ୍କର ପାଦ କିପରି ଶୋଭାଯୁକ୍ତ ।ʼ
|
16. କିନ୍ତୁ ସମସ୍ତେ ସୁସମାଚାରର ବଶୀଭୂତ ହେଲେ ନାହିଁ । କାରଣ ଯିଶାଇୟ କହନ୍ତି, ‘ହେ ପ୍ରଭୁ, କିଏ ଆମ୍ଭମାନଙ୍କ ସମ୍ଵାଦ ବିଶ୍ଵାସ କରିଅଛିଣ?ʼ
|
18. କିନ୍ତୁ ମୁଁ କହେ, ସେମାନେ କି ଶୁଣି ନାହାନ୍ତି? ହଁ, ନିଶ୍ଚୟ; ସମୁଦାୟ ପୃଥିବୀରେ ସେମାନଙ୍କ ସ୍ଵର, ଆଉ ଜଗତର ସୀମା ପର୍ଯ୍ୟନ୍ତ ସେମାନଙ୍କ ବାକ୍ୟ ବ୍ୟାପିଗଲା ।
|
19. କିନ୍ତୁ ମୁଁ କହେ, ଇସ୍ରାଏଲ କଅଣ ଜାଣି ନାହାନ୍ତି? ପ୍ରଥମରେ ମୋଶା କହନ୍ତି, ‘ଆମ୍ଭେ ନଗଣ୍ୟ ଜାତି ଦ୍ଵାରା ତୁମ୍ଭମାନଙ୍କର ଈର୍ଷା ଜନ୍ମାଇବା, ଗୋଟିଏ ନିର୍ବୋଧ ଜାତି ଦ୍ଵାରା ତୁମ୍ଭମାନଙ୍କୁ କ୍ରୋଧାନ୍ଵିତ କରିବା ।ʼ
|
20. ତାହାପରେ ଯିଶାଇୟ ସାହସରେ କହନ୍ତି, ‘ଯେଉଁମାନେ ଆମ୍ଭର ଅନ୍ଵେଷଣ କରୁ ନ ଥିଲେ, ସେମାନେ ଆମ୍ଭକୁ ପ୍ରାପ୍ତ ହେଲେ; ଯେଉଁମାନେ ଆମ୍ଭ ବିଷୟ ପଚାରୁ ନ ଥିଲେ, ସେମାନଙ୍କ ନିକଟରେ ଆମ୍ଭେ ପ୍ରକାଶିତ ହେଲୁ ।ʼ
|
21. କିନ୍ତୁ ସେ ଇସ୍ରାଏଲ ବିଷୟରେ କହନ୍ତି, ‘ଆମ୍ଭେ ଅନାଜ୍ଞାବହ ଓ ପ୍ରତିକୂଳବାଦୀ ଲୋକମାନଙ୍କ ପ୍ରତି ଦିନଯାକ ହସ୍ତ ବିସ୍ତାର କରିଅଛୁ ।ʼ
|