ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯାତ୍ରା ପୁସ୍ତକ
1. ଅନନ୍ତର ସଦାପ୍ରଭୁ ଏହିସବୁ କଥା କହିଲେ, ଯଥା-
2. ଯେ ତୁମ୍ଭକୁ ଦାସଗୃହ ସ୍ଵରୂପ ମିସର ଦେଶରୁ ବାହାର କରି ଆଣିଅଛନ୍ତି, ତୁମ୍ଭର ସେହି ସଦାପ୍ରଭୁ ପରମେଶ୍ଵର ଆମ୍ଭେ ।
3. ଆମ୍ଭ ସାକ୍ଷାତରେ ତୁମ୍ଭର ଆଉ କୌଣସି ଦେବତା ହେବ ନାହିଁ ।
4. ତୁମ୍ଭେ ଆପଣା ନିମନ୍ତେ କୌଣସି ଖୋଦିତ ପ୍ରତିମା ନିର୍ମାଣ କରିବ ନାହିଁ; କି ଉପରିସ୍ଥ ସ୍ଵର୍ଗରେ, କି ନୀଚସ୍ଥ ପୃଥିବୀରେ, କି ପୃଥିବୀର ନୀଚସ୍ଥ ଜଳରେ ଥିବା କୌଣସି ବସ୍ତୁର ପ୍ରତିମୂର୍ତ୍ତି ନିର୍ମାଣ କରିବ ନାହିଁ ।
5. ତୁମ୍ଭେ ସେମାନଙ୍କୁ ପ୍ରଣାମ କରିବ ନାହିଁ, କି ସେମାନଙ୍କର ସେବା କରିବ ନାହିଁ; ଯେହେତୁ ଆମ୍ଭେ ତୁମ୍ଭର ସଦାପ୍ରଭୁ ପରମେଶ୍ଵର ସ୍ଵଗୌରବ-ରକ୍ଷଣରେ ଉଦ୍ଯୋଗୀ ପରମେଶ୍ଵର ଅଟୁ, ପୁଣି ଯେଉଁମାନେ ଆମ୍ଭଙ୍କୁ ଘୃଣା କରନ୍ତି, ଆମ୍ଭେ ସେମାନଙ୍କ ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ସନ୍ତାନମାନଙ୍କ ଉପରେ ପୈତୃକ ଅପରାଧର ପ୍ରତିଫଳଦାତା;
6. ମାତ୍ର ଯେଉଁମାନେ ଆମ୍ଭଙ୍କୁ ପ୍ରେମ କରନ୍ତି ଓ ଆମ୍ଭର ଆଜ୍ଞା ପାଳନ କରନ୍ତି, ଆମ୍ଭେ ସେମାନଙ୍କର ସହସ୍ର ପୁରୁଷ ପର୍ଯ୍ୟନ୍ତ ଦୟାକାରୀ ।
7. ତୁମ୍ଭେ ଆପଣା ସଦାପ୍ରଭୁ ପରମେଶ୍ଵରଙ୍କ ନାମ ମିଥ୍ୟାରେ ନେବ ନାହିଁ; ଯେହେତୁ ଯେ କେହି ତାହାଙ୍କର ନାମ ମିଥ୍ୟାରେ ନିଏ, ସଦାପ୍ରଭୁ ତାହାକୁ ନିରପରାଧ ଗଣନା କରିବେ ନାହିଁ।
8. ବିଶ୍ରାମ ଦିନ ପବିତ୍ର ରୂପେ ପାଳିବାକୁ ସ୍ମରଣ କର ।
9. ଛଅ ଦିନ ପରିଶ୍ରମ ଓ ଆପଣାର ସବୁ କର୍ମ କରିବ;
10. ମାତ୍ର ସପ୍ତମ ଦିନ ତୁମ୍ଭ ସଦାପ୍ରଭୁ ପରମେଶ୍ଵରଙ୍କର ବିଶ୍ରାମ ଦିନ ଅଟେ; ତ ହିଁରେ ତୁମ୍ଭେ, କି ତୁମ୍ଭର ପୁତ୍ର, କି ତୁମ୍ଭର କନ୍ୟା, ତୁମ୍ଭର ଦାସ, କି ଦାସୀ, ତୁମ୍ଭର ପଶୁ, କି ତୁମ୍ଭର ନଗରଦ୍ଵାରବର୍ତ୍ତୀ ବିଦେଶୀ, କେହି କୌଣସି କାର୍ଯ୍ୟ କରିବ ନାହିଁ ।
11. ଯେହେତୁ ସଦାପ୍ରଭୁ ଆକାଶମଣ୍ତଳ ଓ ପୃଥିବୀ ଓ ସମୁଦ୍ର ଓ ତନ୍ମଧ୍ୟସ୍ଥିତ ସମସ୍ତ ବସ୍ତୁ ଛଅ ଦିନରେ ନିର୍ମାଣ କରି ସପ୍ତମ ଦିନରେ ବିଶ୍ରାମ କଲେ; ଏହେତୁ ସଦାପ୍ରଭୁ ବିଶ୍ରାମ ଦିନକୁ ଆଶୀର୍ବାଦ କରି ପବିତ୍ର କରିଅଛନ୍ତି ।
12. ତୁମ୍ଭେ ଆପଣା ପିତା ଓ ଆପଣା ମାତାଙ୍କୁ ସମ୍ଭ୍ରମ କର; ତହିଁରେ ତୁମ୍ଭର ସଦାପ୍ରଭୁ ପରମେଶ୍ଵର ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ତୁମ୍ଭର ଦୀର୍ଘ ପରମାୟୁ ହେବ।
13. ତୁମ୍ଭେ ନରହତ୍ୟା କରିବ ନାହିଁ ।
14. ତୁମ୍ଭେ ବ୍ୟଭିଚାର କରିବ ନାହିଁ ।
15. ତୁମ୍ଭେ ଚୋରି କରିବ ନାହିଁ।
16. ତୁମ୍ଭେ ଆପଣା ପ୍ରତିବାସୀ ବିରୁଦ୍ଧରେ ମିଥ୍ୟା ସାକ୍ଷ୍ୟ ଦେବ ନାହିଁ ।
17. ତୁମ୍ଭେ ଆପଣା ପ୍ରତିବାସୀର ଗୃହକୁ ଲୋଭ କରିବ ନାହିଁ, ତୁମ୍ଭେ ଆପଣା ପ୍ରତିବାସୀର ଭାର୍ଯ୍ୟା, କି ଦାସ, କି ଦାସୀ, କି ତାହାର ଗୋରୁ, କି ଗଧ, କି ତୁମ୍ଭ ପ୍ରତିବାସୀର କୌଣସି ବସ୍ତୁକୁ ଲୋଭ କରିବ ନାହିଁ ।
18. ସେତେବେଳେ ସମସ୍ତ ଲୋକ ମେଘ ଗର୍ଜ୍ଜନ ଓ ବିଜୁଳି ଓ ତୂରୀଧ୍ଵନି ଓ ଧୂମଯୁକ୍ତ ପର୍ବତ ଦେଖିଲେ; ପୁଣି ତାହା ଦେଖି ସେମାନେ କମ୍ପିତ ହୋଇ ଦୂରରେ ଠିଆ ହେଲେ ।
19. ଆଉ ସେମାନେ ମୋଶାଙ୍କୁ କହିଲେ, ତୁମ୍ଭେ ଆମ୍ଭମାନଙ୍କ ସଙ୍ଗେ କଥା କୁହ, ଆମ୍ଭେମାନେ ଶୁଣିବୁ; ମାତ୍ର ପରମେଶ୍ଵର ଆମ୍ଭମାନଙ୍କ ସଙ୍ଗେ କଥା ନ କହନ୍ତୁ, ନୋହିଲେ ଆମ୍ଭେମାନେ ମରିଯିବୁ ।
20. ତହିଁରେ ମୋଶା ଲୋକମାନଙ୍କୁ କହିଲେ, ଭୟ କର ନାହିଁ; କାରଣ ତୁମ୍ଭମାନଙ୍କୁ ପରୀକ୍ଷା କରିବାକୁ ଓ ତୁମ୍ଭେମାନେ ଯେପରି ପାପ ନ କରିବ, ଏଥିପାଇଁ ଆପଣାର ଭୟାନକତା ତୁମ୍ଭମାନଙ୍କ ଚକ୍ଷୁଗୋଚର କରିବାକୁ ପରମେଶ୍ଵର ଆସିଅଛନ୍ତି ।
21. ତେଣୁ ଲୋକମାନେ ଦୂରରେ ଛିଡ଼ା ହୋଇ ରହିଲେ; ମାତ୍ର ଯେଉଁଠାରେ ପରମେଶ୍ଵର ଥିଲେ, ମୋଶା ସେହି ଘୋର ଅନ୍ଧକାର ନିକଟକୁ ଗମନ କଲେ ।
22. ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଏହି କଥା କୁହ, ଆମ୍ଭେ ଆକାଶରେ ଥାଇ ତୁମ୍ଭମାନଙ୍କ ସହିତ କଥା କହିଲୁ, ଏହା ତୁମ୍ଭେମାନେ ନିଜେ ଦେଖିଲ ।
23. ଏହେତୁ ତୁମ୍ଭେମାନେ ଆମ୍ଭର ପ୍ରତିଯୋଗୀ, ଅନ୍ୟ ଦେବତାଗଣ ନିର୍ମାଣ କରିବ ନାହିଁ; ଆପଣାମାନଙ୍କ ନିମନ୍ତେ ରୌପ୍ୟମୟ ଦେବତା ଓ ସ୍ଵର୍ଣ୍ଣମୟ ଦେବତା ନିର୍ମାଣ କରିବ ନାହିଁ ।
24. ତୁମ୍ଭେ ଆମ୍ଭ ନିମନ୍ତେ ଏକ ମୃତ୍ତିକାର ବେଦି ନିର୍ମାଣ କରିବ, ପୁଣି ତହିଁ ଉପରେ ତୁମ୍ଭର ମେଷଗବାଦି ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବ; ଆମ୍ଭେ ଯେଉଁ ପ୍ରତ୍ୟେକ ସ୍ଥାନରେ ଆପଣା ନାମ ସ୍ମରଣ କରାଇବା, ସେହି ପ୍ରତ୍ୟେକ ସ୍ଥାନରେ ଆମ୍ଭେ ତୁମ୍ଭ ନିକଟକୁ ଆସି ତୁମ୍ଭକୁ ଆଶୀର୍ବାଦ କରିବା ।
25. ଯେବେ ତୁମ୍ଭେ ଆମ୍ଭ ନିମନ୍ତେ ପ୍ରସ୍ତର ବେଦି ନିର୍ମାଣ କରିବ, ତେବେ ଖୋଦିତ ପ୍ରସ୍ତରରେ ତାହା ନିର୍ମାଣ କରିବ ନାହିଁ; କାରଣ ତହିଁ ଉପରେ ତୁମ୍ଭେ ଆପଣା ଅସ୍ତ୍ର ଉଞ୍ଚାଇଲେ, ତାହା ଅପବିତ୍ର କରିବ ।
26. ଆଉ ତୁମ୍ଭର ଉଲଙ୍ଗତା ଆମ୍ଭ ବେଦି ଉପରେ ଯେପରି ଅନାବୃତ୍ତ ନ ହୁଏ, ଏଥିପାଇଁ ତୁମ୍ଭେ ପାବଚ୍ଛ ଦେଇ ଆମ୍ଭ ବେଦି ଉପରକୁ ଉଠିବ ନାହିଁ ।
Total 40 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 20 / 40
1 ଅନନ୍ତର ସଦାପ୍ରଭୁ ଏହିସବୁ କଥା କହିଲେ, ଯଥା- 2 ଯେ ତୁମ୍ଭକୁ ଦାସଗୃହ ସ୍ଵରୂପ ମିସର ଦେଶରୁ ବାହାର କରି ଆଣିଅଛନ୍ତି, ତୁମ୍ଭର ସେହି ସଦାପ୍ରଭୁ ପରମେଶ୍ଵର ଆମ୍ଭେ । 3 ଆମ୍ଭ ସାକ୍ଷାତରେ ତୁମ୍ଭର ଆଉ କୌଣସି ଦେବତା ହେବ ନାହିଁ । 4 ତୁମ୍ଭେ ଆପଣା ନିମନ୍ତେ କୌଣସି ଖୋଦିତ ପ୍ରତିମା ନିର୍ମାଣ କରିବ ନାହିଁ; କି ଉପରିସ୍ଥ ସ୍ଵର୍ଗରେ, କି ନୀଚସ୍ଥ ପୃଥିବୀରେ, କି ପୃଥିବୀର ନୀଚସ୍ଥ ଜଳରେ ଥିବା କୌଣସି ବସ୍ତୁର ପ୍ରତିମୂର୍ତ୍ତି ନିର୍ମାଣ କରିବ ନାହିଁ । 5 ତୁମ୍ଭେ ସେମାନଙ୍କୁ ପ୍ରଣାମ କରିବ ନାହିଁ, କି ସେମାନଙ୍କର ସେବା କରିବ ନାହିଁ; ଯେହେତୁ ଆମ୍ଭେ ତୁମ୍ଭର ସଦାପ୍ରଭୁ ପରମେଶ୍ଵର ସ୍ଵଗୌରବ-ରକ୍ଷଣରେ ଉଦ୍ଯୋଗୀ ପରମେଶ୍ଵର ଅଟୁ, ପୁଣି ଯେଉଁମାନେ ଆମ୍ଭଙ୍କୁ ଘୃଣା କରନ୍ତି, ଆମ୍ଭେ ସେମାନଙ୍କ ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ସନ୍ତାନମାନଙ୍କ ଉପରେ ପୈତୃକ ଅପରାଧର ପ୍ରତିଫଳଦାତା; 6 ମାତ୍ର ଯେଉଁମାନେ ଆମ୍ଭଙ୍କୁ ପ୍ରେମ କରନ୍ତି ଓ ଆମ୍ଭର ଆଜ୍ଞା ପାଳନ କରନ୍ତି, ଆମ୍ଭେ ସେମାନଙ୍କର ସହସ୍ର ପୁରୁଷ ପର୍ଯ୍ୟନ୍ତ ଦୟାକାରୀ । 7 ତୁମ୍ଭେ ଆପଣା ସଦାପ୍ରଭୁ ପରମେଶ୍ଵରଙ୍କ ନାମ ମିଥ୍ୟାରେ ନେବ ନାହିଁ; ଯେହେତୁ ଯେ କେହି ତାହାଙ୍କର ନାମ ମିଥ୍ୟାରେ ନିଏ, ସଦାପ୍ରଭୁ ତାହାକୁ ନିରପରାଧ ଗଣନା କରିବେ ନାହିଁ। 8 ବିଶ୍ରାମ ଦିନ ପବିତ୍ର ରୂପେ ପାଳିବାକୁ ସ୍ମରଣ କର । 9 ଛଅ ଦିନ ପରିଶ୍ରମ ଓ ଆପଣାର ସବୁ କର୍ମ କରିବ; 10 ମାତ୍ର ସପ୍ତମ ଦିନ ତୁମ୍ଭ ସଦାପ୍ରଭୁ ପରମେଶ୍ଵରଙ୍କର ବିଶ୍ରାମ ଦିନ ଅଟେ; ତ ହିଁରେ ତୁମ୍ଭେ, କି ତୁମ୍ଭର ପୁତ୍ର, କି ତୁମ୍ଭର କନ୍ୟା, ତୁମ୍ଭର ଦାସ, କି ଦାସୀ, ତୁମ୍ଭର ପଶୁ, କି ତୁମ୍ଭର ନଗରଦ୍ଵାରବର୍ତ୍ତୀ ବିଦେଶୀ, କେହି କୌଣସି କାର୍ଯ୍ୟ କରିବ ନାହିଁ । 11 ଯେହେତୁ ସଦାପ୍ରଭୁ ଆକାଶମଣ୍ତଳ ଓ ପୃଥିବୀ ଓ ସମୁଦ୍ର ଓ ତନ୍ମଧ୍ୟସ୍ଥିତ ସମସ୍ତ ବସ୍ତୁ ଛଅ ଦିନରେ ନିର୍ମାଣ କରି ସପ୍ତମ ଦିନରେ ବିଶ୍ରାମ କଲେ; ଏହେତୁ ସଦାପ୍ରଭୁ ବିଶ୍ରାମ ଦିନକୁ ଆଶୀର୍ବାଦ କରି ପବିତ୍ର କରିଅଛନ୍ତି । 12 ତୁମ୍ଭେ ଆପଣା ପିତା ଓ ଆପଣା ମାତାଙ୍କୁ ସମ୍ଭ୍ରମ କର; ତହିଁରେ ତୁମ୍ଭର ସଦାପ୍ରଭୁ ପରମେଶ୍ଵର ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ତୁମ୍ଭର ଦୀର୍ଘ ପରମାୟୁ ହେବ। 13 ତୁମ୍ଭେ ନରହତ୍ୟା କରିବ ନାହିଁ । 14 ତୁମ୍ଭେ ବ୍ୟଭିଚାର କରିବ ନାହିଁ । 15 ତୁମ୍ଭେ ଚୋରି କରିବ ନାହିଁ। 16 ତୁମ୍ଭେ ଆପଣା ପ୍ରତିବାସୀ ବିରୁଦ୍ଧରେ ମିଥ୍ୟା ସାକ୍ଷ୍ୟ ଦେବ ନାହିଁ । 17 ତୁମ୍ଭେ ଆପଣା ପ୍ରତିବାସୀର ଗୃହକୁ ଲୋଭ କରିବ ନାହିଁ, ତୁମ୍ଭେ ଆପଣା ପ୍ରତିବାସୀର ଭାର୍ଯ୍ୟା, କି ଦାସ, କି ଦାସୀ, କି ତାହାର ଗୋରୁ, କି ଗଧ, କି ତୁମ୍ଭ ପ୍ରତିବାସୀର କୌଣସି ବସ୍ତୁକୁ ଲୋଭ କରିବ ନାହିଁ । 18 ସେତେବେଳେ ସମସ୍ତ ଲୋକ ମେଘ ଗର୍ଜ୍ଜନ ଓ ବିଜୁଳି ଓ ତୂରୀଧ୍ଵନି ଓ ଧୂମଯୁକ୍ତ ପର୍ବତ ଦେଖିଲେ; ପୁଣି ତାହା ଦେଖି ସେମାନେ କମ୍ପିତ ହୋଇ ଦୂରରେ ଠିଆ ହେଲେ । 19 ଆଉ ସେମାନେ ମୋଶାଙ୍କୁ କହିଲେ, ତୁମ୍ଭେ ଆମ୍ଭମାନଙ୍କ ସଙ୍ଗେ କଥା କୁହ, ଆମ୍ଭେମାନେ ଶୁଣିବୁ; ମାତ୍ର ପରମେଶ୍ଵର ଆମ୍ଭମାନଙ୍କ ସଙ୍ଗେ କଥା ନ କହନ୍ତୁ, ନୋହିଲେ ଆମ୍ଭେମାନେ ମରିଯିବୁ । 20 ତହିଁରେ ମୋଶା ଲୋକମାନଙ୍କୁ କହିଲେ, ଭୟ କର ନାହିଁ; କାରଣ ତୁମ୍ଭମାନଙ୍କୁ ପରୀକ୍ଷା କରିବାକୁ ଓ ତୁମ୍ଭେମାନେ ଯେପରି ପାପ ନ କରିବ, ଏଥିପାଇଁ ଆପଣାର ଭୟାନକତା ତୁମ୍ଭମାନଙ୍କ ଚକ୍ଷୁଗୋଚର କରିବାକୁ ପରମେଶ୍ଵର ଆସିଅଛନ୍ତି । 21 ତେଣୁ ଲୋକମାନେ ଦୂରରେ ଛିଡ଼ା ହୋଇ ରହିଲେ; ମାତ୍ର ଯେଉଁଠାରେ ପରମେଶ୍ଵର ଥିଲେ, ମୋଶା ସେହି ଘୋର ଅନ୍ଧକାର ନିକଟକୁ ଗମନ କଲେ । 22 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଏହି କଥା କୁହ, ଆମ୍ଭେ ଆକାଶରେ ଥାଇ ତୁମ୍ଭମାନଙ୍କ ସହିତ କଥା କହିଲୁ, ଏହା ତୁମ୍ଭେମାନେ ନିଜେ ଦେଖିଲ । 23 ଏହେତୁ ତୁମ୍ଭେମାନେ ଆମ୍ଭର ପ୍ରତିଯୋଗୀ, ଅନ୍ୟ ଦେବତାଗଣ ନିର୍ମାଣ କରିବ ନାହିଁ; ଆପଣାମାନଙ୍କ ନିମନ୍ତେ ରୌପ୍ୟମୟ ଦେବତା ଓ ସ୍ଵର୍ଣ୍ଣମୟ ଦେବତା ନିର୍ମାଣ କରିବ ନାହିଁ । 24 ତୁମ୍ଭେ ଆମ୍ଭ ନିମନ୍ତେ ଏକ ମୃତ୍ତିକାର ବେଦି ନିର୍ମାଣ କରିବ, ପୁଣି ତହିଁ ଉପରେ ତୁମ୍ଭର ମେଷଗବାଦି ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବ; ଆମ୍ଭେ ଯେଉଁ ପ୍ରତ୍ୟେକ ସ୍ଥାନରେ ଆପଣା ନାମ ସ୍ମରଣ କରାଇବା, ସେହି ପ୍ରତ୍ୟେକ ସ୍ଥାନରେ ଆମ୍ଭେ ତୁମ୍ଭ ନିକଟକୁ ଆସି ତୁମ୍ଭକୁ ଆଶୀର୍ବାଦ କରିବା । 25 ଯେବେ ତୁମ୍ଭେ ଆମ୍ଭ ନିମନ୍ତେ ପ୍ରସ୍ତର ବେଦି ନିର୍ମାଣ କରିବ, ତେବେ ଖୋଦିତ ପ୍ରସ୍ତରରେ ତାହା ନିର୍ମାଣ କରିବ ନାହିଁ; କାରଣ ତହିଁ ଉପରେ ତୁମ୍ଭେ ଆପଣା ଅସ୍ତ୍ର ଉଞ୍ଚାଇଲେ, ତାହା ଅପବିତ୍ର କରିବ । 26 ଆଉ ତୁମ୍ଭର ଉଲଙ୍ଗତା ଆମ୍ଭ ବେଦି ଉପରେ ଯେପରି ଅନାବୃତ୍ତ ନ ହୁଏ, ଏଥିପାଇଁ ତୁମ୍ଭେ ପାବଚ୍ଛ ଦେଇ ଆମ୍ଭ ବେଦି ଉପରକୁ ଉଠିବ ନାହିଁ ।
Total 40 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 20 / 40
×

Alert

×

Oriya Letters Keypad References