ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ହିତୋପଦେଶ
1. ଦାଉଦଙ୍କ ପୁତ୍ର ଇସ୍ରାଏଲର ରାଜା ଶଲୋମନଙ୍କ ହିତୋପଦେଶ;
2. ଜ୍ଞାନ ଓ ଉପଦେଶ ବୁଝିବାକୁ; ଜ୍ଞାନଜନକ ବାକ୍ୟ ବିବେଚନା କରିବାକୁ;
3. ସୁଆଚରଣ, ସାଧୁତା ଓ ସୁବିବେଚନା ଏବଂ ନ୍ୟାୟ ବିଷୟରେ ଉପଦେଶ ଗ୍ରହଣ କରିବାକୁ;
4. ସରଳ ଲୋକଙ୍କୁ ସତର୍କତା ଓ ଯୁବା ଲୋକକୁ ବିଦ୍ୟା ଓ ପରିଣାମଦର୍ଶିତା ଦେବାକୁ;
5. ଯେପରି ଜ୍ଞାନବାନ ଲୋକ (ତାହା) ଶୁଣି ପାଣ୍ତିତ୍ୟରେ ବୃଦ୍ଧି ପାଇବ ଏବଂ ବୁଦ୍ଧିମାନ ଲୋକ ହିତଜନକ ପରାମର୍ଶ ପ୍ରାପ୍ତ ହେବ;
6. ପୁଣି, ଏକ ଉପଦେଶ କଥା ଓ ଏକ ରୂପକ କଥା ଏବଂ ପଣ୍ତିତମାନଙ୍କର ବାକ୍ୟ ଓ ସେମାନଙ୍କର ଗୂଢ଼ ବଚନ ବୁଝି ପାରିବ ।
7. ସଦାପ୍ରଭୁଙ୍କ ବିଷୟକ ଭୟ ଜ୍ଞାନର ଆରମ୍ଭ; ମାତ୍ର ନିର୍ବୋଧ ଲୋକେ ଜ୍ଞାନ ଓ ଉପଦେଶ ତୁଚ୍ଛ ବୋଧ କରନ୍ତି ।
8. ହେ ମୋହର ପୁତ୍ର, ତୁମ୍ଭ ପିତାର ଉପଦେଶ ଶୁଣ ଓ ତୁମ୍ଭ ମାତାର ଆଦେଶ ପରିତ୍ୟାଗ କର ନାହିଁ ।
9. ଯେହେତୁ ତାହା ତୁମ୍ଭର ଅନୁଗ୍ରହଜନକ ଶିରୋଭୂଷଣ ଓ ଗଳଦେଶର ହାର ସ୍ଵରୂପ ହେବ ।
10. ହେ ମୋହର ପୁତ୍ର, ପାପୀଗଣ ତୁମ୍ଭକୁ ଫୁସୁଲାଇଲେ, ତୁମ୍ଭେ ସମ୍ମତ ହୁଅ ନାହିଁ ।
11. ସେମାନେ ଯେବେ କହନ୍ତି, ଆମ୍ଭମାନଙ୍କ ସହିତ ଆସ, ଆମ୍ଭେମାନେ ରକ୍ତପାତ କରିବାକୁ ଛକି ବସୁ, ନିର୍ଦ୍ଦୋଷମାନଙ୍କୁ ଅକାରଣରେ ଧରିବାକୁ ଗୁପ୍ତରେ ଲୁଚି ରହୁ;
12. ପାତାଳର ନ୍ୟାୟ ଆମ୍ଭେମାନେ ସେମାନଙ୍କୁ ଜୀଅନ୍ତା ଗ୍ରାସ କରୁ ଓ ଗର୍ତ୍ତପତିତ ଲୋକ ପରି ସେମାନଙ୍କୁ ସର୍ବତୋଭାବେ ଗ୍ରାସ କରୁ;
13. ତହିଁରେ ଆମ୍ଭେମାନେ ସର୍ବପ୍ରକାର ବହୁମୂଲ୍ୟ ଧନ ପାଇବା, ଲୁଟିତ ଦ୍ରବ୍ୟରେ ଆପଣା ଆପଣା ଗୃହ ପରିପୂର୍ଣ୍ଣ କରିବା,
14. ତୁମ୍ଭେ ଆମ୍ଭମାନଙ୍କ ମଧ୍ୟରେ ଅଂଶୀ ହେବ; ଆମ୍ଭ ସମସ୍ତଙ୍କର ଏକତୋଡ଼ା ହେବ ।
15. ହେ ମୋହର ପୁତ୍ର, ତୁମ୍ଭେ ସେମାନଙ୍କ ସଙ୍ଗେ ସେହି ପଥରେ ଚାଲ ନାହିଁ, ସେମାନଙ୍କ ପଥରୁ ଆପଣା ପାଦ ଅଟକାଅ;
16. ଯେହେତୁ ସେମାନଙ୍କ ଚରଣ କୁକ୍ରିୟା କରିବାକୁ ଦୌଡ଼େ ଓ ରକ୍ତପାତ କରିବାକୁ ଶୀଘ୍ର ଧାଇଁଯାଏ ।
17. କୌଣସି ପକ୍ଷୀର ଆକ୍ଷି ଆଗରେ ଜାଲ ପାତିବା ନିତା; ବ୍ୟର୍ଥ ହୁଏ ।
18. ସେମାନେ ନିଜ ନିଜର ରକ୍ତପାତ କରିବାକୁ ଛକି ବସନ୍ତି ଓ ଆପଣାମାନଙ୍କ ପ୍ରାଣକୁ (ଧରିବା ପାଇଁ) ଗୁପ୍ତରେ ଲୁଚି ରହନ୍ତି ।
19. ସମସ୍ତ ଧନଲୋଭୀର ଗତି ଏହି; ତାହା ଧନର ଅଧିକାରୀମାନଙ୍କର ପ୍ରାଣ ନାଶ କରେ ।
20. ଜ୍ଞାନ ରାସ୍ତାରେ ଉଚ୍ଚସ୍ଵରରେ ଡାକେ; ସେ ଛକ ସ୍ଥାନମାନଙ୍କରେ ଆପଣା ରବ ଶୁଣାଏ;
21. ସେ ଲୋକମାନଙ୍କର ପ୍ରଧାନ ସ୍ଥାନରେ ଡାକେ; ନଗର ଦ୍ଵାରର ପ୍ରବେଶ ସ୍ଥାନରେ ଓ ନଗର ମଧ୍ୟରେ ଆପଣା ବାକ୍ୟ ଉଚ୍ଚାରଣ କରି କହେଣ:
22. ହେ ନିର୍ବୋଧ ଲୋକମାନେ, କେତେ କାଳ ମୂର୍ଖତାକୁ ଭଲ ପାଇବ? ହେ ନିନ୍ଦୁକମାନେ, ଆଉ କେତେ କାଳ ନିନ୍ଦାରେ ସନ୍ତୁଷ୍ଟ ଥିବ? ହେ ମୂର୍ଖମାନେ, ଆଉ କେତେ କାଳ ବିଦ୍ୟାକୁ ଘୃଣା କରିବ?
23. ମୋʼ ଅନୁଯୋଗରେ ମନ ଫେରାଅ; ଦେଖ, ମୁଁ ତୁମ୍ଭମାନଙ୍କ ଉପରେ ଆପଣା ଆତ୍ମା ଢାଳି ଦେବି, ମୁଁ ଆପଣା ବାକ୍ୟସବୁ ତୁମ୍ଭମାନଙ୍କୁ ଜଣାଇବି ।
24. ଯେହେତୁ ମୁଁ ଡାକିଲି, ପୁଣି ତୁମ୍ଭେମାନେ ନାସ୍ତି କଲ; ମୁଁ ହସ୍ତ ବିସ୍ତାର କଲି, କେହି ମାନ୍ୟ କଲା ନାହିଁ;
25. ମାତ୍ର ତୁମ୍ଭେମାନେ ମୋହର ସମସ୍ତ ମନ୍ତ୍ରଣା ତୁଚ୍ଛଜ୍ଞାନ କଲ, ପୁଣି ମୋହର କୌଣସି ଅନୁଯୋଗକୁ ଚାହିଁଲ ନାହିଁ;
26. ଏହେତୁ ମୁଁ ମଧ୍ୟ ତୁମ୍ଭମାନଙ୍କ ବିପଦ ବେଳେ ହସିବି, ତୁମ୍ଭମାନଙ୍କର ଆଶଙ୍କା ଉପସ୍ଥିତ ହେବା ସମୟରେ ମୁଁ ପରିହାସ କରିବି ।
27. ଯେତେବେଳେ ପ୍ରଚଣ୍ତ ଝଡ଼ ପରି ତୁମ୍ଭମାନଙ୍କର ଆଶଙ୍କା ଉପସ୍ଥିତ ହେବ ଓ ଘୂର୍ଣ୍ଣିବାୟୁ ପରି ତୁମ୍ଭମାନଙ୍କର ବିପଦ ଆସିବ; ଯେତେବେଳେ କ୍ଳେଶ ଓ ବେଦନା ତୁମ୍ଭମାନଙ୍କ ପ୍ରତି ଘଟିବନ୍ତ
28. ସେତେବେଳେ ସେମାନେ ମୋତେ ଡାକ ପକାଇବେ, ମାତ୍ର ମୁଁ ଉତ୍ତର ଦେବି ନାହିଁ; ସେମାନେ ଅତି ଯନିରେ ମୋହର ଅନ୍ଵେଷଣ କରିବେ, ମାତ୍ର ମୋହର ଉଦ୍ଦେଶ୍ୟ ପାଇବେ ନାହିଁ ।
29. କାରଣ ସେମାନେ ବିଦ୍ୟାକୁ ଘୃଣା କଲେ ଓ ସଦାପ୍ରଭୁଙ୍କ ବିଷୟକ ଭୟ ମନୋନୀତ କଲେ ନାହିଁ;
30. ସେମାନେ ମୋହର କୌଣସି ମନ୍ତ୍ରଣା ଗ୍ରହଣ କଲେ ନାହିଁ ଓ ମୋହର ସମସ୍ତ ଅନୁଯୋଗ ହେୟଜ୍ଞାନ କଲେ ।
31. ତେଣୁକରି ସେମାନେ ଆପଣା ଆପଣା କର୍ମର ପ୍ରତିଫଳ ଭୁଞ୍ଜିବେ ଓ ଆପଣା ଆପଣା କୁପରାମର୍ଶର ସମ୍ପୂର୍ଣ୍ଣ ଫଳ ଭୋଗ କରିବେ ।
32. ହଁ, ନିର୍ବୋଧମାନଙ୍କର ବିପଥ-ଗମନ ସେମାନଙ୍କୁ ବିନାଶ କରିବ ଓ ଅଜ୍ଞାନମାନଙ୍କର ଆତ୍ମତୃପ୍ତି ସେମାନଙ୍କୁ ସଂହାର କରିବ ।
33. ମାତ୍ର ଯେଉଁ ଲୋକ ମୋହର କଥା ଶୁଣେ, ସେ ନିରାପଦରେ ବାସ କରିବ ଓ ଅମଙ୍ଗଳର ଆଶଙ୍କା ବିନା ବିଶ୍ରାମ ପାଇବ ।
Total 31 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 1 / 31
1 ଦାଉଦଙ୍କ ପୁତ୍ର ଇସ୍ରାଏଲର ରାଜା ଶଲୋମନଙ୍କ ହିତୋପଦେଶ; 2 ଜ୍ଞାନ ଓ ଉପଦେଶ ବୁଝିବାକୁ; ଜ୍ଞାନଜନକ ବାକ୍ୟ ବିବେଚନା କରିବାକୁ; 3 ସୁଆଚରଣ, ସାଧୁତା ଓ ସୁବିବେଚନା ଏବଂ ନ୍ୟାୟ ବିଷୟରେ ଉପଦେଶ ଗ୍ରହଣ କରିବାକୁ; 4 ସରଳ ଲୋକଙ୍କୁ ସତର୍କତା ଓ ଯୁବା ଲୋକକୁ ବିଦ୍ୟା ଓ ପରିଣାମଦର୍ଶିତା ଦେବାକୁ; 5 ଯେପରି ଜ୍ଞାନବାନ ଲୋକ (ତାହା) ଶୁଣି ପାଣ୍ତିତ୍ୟରେ ବୃଦ୍ଧି ପାଇବ ଏବଂ ବୁଦ୍ଧିମାନ ଲୋକ ହିତଜନକ ପରାମର୍ଶ ପ୍ରାପ୍ତ ହେବ; 6 ପୁଣି, ଏକ ଉପଦେଶ କଥା ଓ ଏକ ରୂପକ କଥା ଏବଂ ପଣ୍ତିତମାନଙ୍କର ବାକ୍ୟ ଓ ସେମାନଙ୍କର ଗୂଢ଼ ବଚନ ବୁଝି ପାରିବ । 7 ସଦାପ୍ରଭୁଙ୍କ ବିଷୟକ ଭୟ ଜ୍ଞାନର ଆରମ୍ଭ; ମାତ୍ର ନିର୍ବୋଧ ଲୋକେ ଜ୍ଞାନ ଓ ଉପଦେଶ ତୁଚ୍ଛ ବୋଧ କରନ୍ତି । 8 ହେ ମୋହର ପୁତ୍ର, ତୁମ୍ଭ ପିତାର ଉପଦେଶ ଶୁଣ ଓ ତୁମ୍ଭ ମାତାର ଆଦେଶ ପରିତ୍ୟାଗ କର ନାହିଁ । 9 ଯେହେତୁ ତାହା ତୁମ୍ଭର ଅନୁଗ୍ରହଜନକ ଶିରୋଭୂଷଣ ଓ ଗଳଦେଶର ହାର ସ୍ଵରୂପ ହେବ । 10 ହେ ମୋହର ପୁତ୍ର, ପାପୀଗଣ ତୁମ୍ଭକୁ ଫୁସୁଲାଇଲେ, ତୁମ୍ଭେ ସମ୍ମତ ହୁଅ ନାହିଁ । 11 ସେମାନେ ଯେବେ କହନ୍ତି, ଆମ୍ଭମାନଙ୍କ ସହିତ ଆସ, ଆମ୍ଭେମାନେ ରକ୍ତପାତ କରିବାକୁ ଛକି ବସୁ, ନିର୍ଦ୍ଦୋଷମାନଙ୍କୁ ଅକାରଣରେ ଧରିବାକୁ ଗୁପ୍ତରେ ଲୁଚି ରହୁ; 12 ପାତାଳର ନ୍ୟାୟ ଆମ୍ଭେମାନେ ସେମାନଙ୍କୁ ଜୀଅନ୍ତା ଗ୍ରାସ କରୁ ଓ ଗର୍ତ୍ତପତିତ ଲୋକ ପରି ସେମାନଙ୍କୁ ସର୍ବତୋଭାବେ ଗ୍ରାସ କରୁ; 13 ତହିଁରେ ଆମ୍ଭେମାନେ ସର୍ବପ୍ରକାର ବହୁମୂଲ୍ୟ ଧନ ପାଇବା, ଲୁଟିତ ଦ୍ରବ୍ୟରେ ଆପଣା ଆପଣା ଗୃହ ପରିପୂର୍ଣ୍ଣ କରିବା, 14 ତୁମ୍ଭେ ଆମ୍ଭମାନଙ୍କ ମଧ୍ୟରେ ଅଂଶୀ ହେବ; ଆମ୍ଭ ସମସ୍ତଙ୍କର ଏକତୋଡ଼ା ହେବ । 15 ହେ ମୋହର ପୁତ୍ର, ତୁମ୍ଭେ ସେମାନଙ୍କ ସଙ୍ଗେ ସେହି ପଥରେ ଚାଲ ନାହିଁ, ସେମାନଙ୍କ ପଥରୁ ଆପଣା ପାଦ ଅଟକାଅ; 16 ଯେହେତୁ ସେମାନଙ୍କ ଚରଣ କୁକ୍ରିୟା କରିବାକୁ ଦୌଡ଼େ ଓ ରକ୍ତପାତ କରିବାକୁ ଶୀଘ୍ର ଧାଇଁଯାଏ । 17 କୌଣସି ପକ୍ଷୀର ଆକ୍ଷି ଆଗରେ ଜାଲ ପାତିବା ନିତା; ବ୍ୟର୍ଥ ହୁଏ । 18 ସେମାନେ ନିଜ ନିଜର ରକ୍ତପାତ କରିବାକୁ ଛକି ବସନ୍ତି ଓ ଆପଣାମାନଙ୍କ ପ୍ରାଣକୁ (ଧରିବା ପାଇଁ) ଗୁପ୍ତରେ ଲୁଚି ରହନ୍ତି । 19 ସମସ୍ତ ଧନଲୋଭୀର ଗତି ଏହି; ତାହା ଧନର ଅଧିକାରୀମାନଙ୍କର ପ୍ରାଣ ନାଶ କରେ । 20 ଜ୍ଞାନ ରାସ୍ତାରେ ଉଚ୍ଚସ୍ଵରରେ ଡାକେ; ସେ ଛକ ସ୍ଥାନମାନଙ୍କରେ ଆପଣା ରବ ଶୁଣାଏ; 21 ସେ ଲୋକମାନଙ୍କର ପ୍ରଧାନ ସ୍ଥାନରେ ଡାକେ; ନଗର ଦ୍ଵାରର ପ୍ରବେଶ ସ୍ଥାନରେ ଓ ନଗର ମଧ୍ୟରେ ଆପଣା ବାକ୍ୟ ଉଚ୍ଚାରଣ କରି କହେଣ: 22 ହେ ନିର୍ବୋଧ ଲୋକମାନେ, କେତେ କାଳ ମୂର୍ଖତାକୁ ଭଲ ପାଇବ? ହେ ନିନ୍ଦୁକମାନେ, ଆଉ କେତେ କାଳ ନିନ୍ଦାରେ ସନ୍ତୁଷ୍ଟ ଥିବ? ହେ ମୂର୍ଖମାନେ, ଆଉ କେତେ କାଳ ବିଦ୍ୟାକୁ ଘୃଣା କରିବ? 23 ମୋʼ ଅନୁଯୋଗରେ ମନ ଫେରାଅ; ଦେଖ, ମୁଁ ତୁମ୍ଭମାନଙ୍କ ଉପରେ ଆପଣା ଆତ୍ମା ଢାଳି ଦେବି, ମୁଁ ଆପଣା ବାକ୍ୟସବୁ ତୁମ୍ଭମାନଙ୍କୁ ଜଣାଇବି । 24 ଯେହେତୁ ମୁଁ ଡାକିଲି, ପୁଣି ତୁମ୍ଭେମାନେ ନାସ୍ତି କଲ; ମୁଁ ହସ୍ତ ବିସ୍ତାର କଲି, କେହି ମାନ୍ୟ କଲା ନାହିଁ; 25 ମାତ୍ର ତୁମ୍ଭେମାନେ ମୋହର ସମସ୍ତ ମନ୍ତ୍ରଣା ତୁଚ୍ଛଜ୍ଞାନ କଲ, ପୁଣି ମୋହର କୌଣସି ଅନୁଯୋଗକୁ ଚାହିଁଲ ନାହିଁ; 26 ଏହେତୁ ମୁଁ ମଧ୍ୟ ତୁମ୍ଭମାନଙ୍କ ବିପଦ ବେଳେ ହସିବି, ତୁମ୍ଭମାନଙ୍କର ଆଶଙ୍କା ଉପସ୍ଥିତ ହେବା ସମୟରେ ମୁଁ ପରିହାସ କରିବି । 27 ଯେତେବେଳେ ପ୍ରଚଣ୍ତ ଝଡ଼ ପରି ତୁମ୍ଭମାନଙ୍କର ଆଶଙ୍କା ଉପସ୍ଥିତ ହେବ ଓ ଘୂର୍ଣ୍ଣିବାୟୁ ପରି ତୁମ୍ଭମାନଙ୍କର ବିପଦ ଆସିବ; ଯେତେବେଳେ କ୍ଳେଶ ଓ ବେଦନା ତୁମ୍ଭମାନଙ୍କ ପ୍ରତି ଘଟିବନ୍ତ 28 ସେତେବେଳେ ସେମାନେ ମୋତେ ଡାକ ପକାଇବେ, ମାତ୍ର ମୁଁ ଉତ୍ତର ଦେବି ନାହିଁ; ସେମାନେ ଅତି ଯନିରେ ମୋହର ଅନ୍ଵେଷଣ କରିବେ, ମାତ୍ର ମୋହର ଉଦ୍ଦେଶ୍ୟ ପାଇବେ ନାହିଁ । 29 କାରଣ ସେମାନେ ବିଦ୍ୟାକୁ ଘୃଣା କଲେ ଓ ସଦାପ୍ରଭୁଙ୍କ ବିଷୟକ ଭୟ ମନୋନୀତ କଲେ ନାହିଁ; 30 ସେମାନେ ମୋହର କୌଣସି ମନ୍ତ୍ରଣା ଗ୍ରହଣ କଲେ ନାହିଁ ଓ ମୋହର ସମସ୍ତ ଅନୁଯୋଗ ହେୟଜ୍ଞାନ କଲେ । 31 ତେଣୁକରି ସେମାନେ ଆପଣା ଆପଣା କର୍ମର ପ୍ରତିଫଳ ଭୁଞ୍ଜିବେ ଓ ଆପଣା ଆପଣା କୁପରାମର୍ଶର ସମ୍ପୂର୍ଣ୍ଣ ଫଳ ଭୋଗ କରିବେ । 32 ହଁ, ନିର୍ବୋଧମାନଙ୍କର ବିପଥ-ଗମନ ସେମାନଙ୍କୁ ବିନାଶ କରିବ ଓ ଅଜ୍ଞାନମାନଙ୍କର ଆତ୍ମତୃପ୍ତି ସେମାନଙ୍କୁ ସଂହାର କରିବ । 33 ମାତ୍ର ଯେଉଁ ଲୋକ ମୋହର କଥା ଶୁଣେ, ସେ ନିରାପଦରେ ବାସ କରିବ ଓ ଅମଙ୍ଗଳର ଆଶଙ୍କା ବିନା ବିଶ୍ରାମ ପାଇବ ।
Total 31 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 1 / 31
×

Alert

×

Oriya Letters Keypad References