ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର । ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ; କାରଣ ସେ ମଙ୍ଗଳମୟ । ତାହାଙ୍କର ଦୟା ଅନନ୍ତକାଳସ୍ଥାୟୀ ।
2. ସଦାପ୍ରଭୁଙ୍କ ବିକ୍ରମର କାର୍ଯ୍ୟସବୁ କିଏ ବର୍ଣ୍ଣନା କରିପାରେ? ଓ ତାହାଙ୍କ ପ୍ରଶଂସାସବୁ କିଏ ପ୍ରକାଶ କରିପାରେ?
3. ଯେଉଁମାନେ ନ୍ୟାୟ ରକ୍ଷା କରନ୍ତି, ସେମାନେ ଧନ୍ୟ ଓ ଯେ ସବୁବେଳେ ଧର୍ମାଚରଣ କରେ, ସେ ଧନ୍ୟ ।
4. ହେ ସଦାପ୍ରଭୋ, ତୁମ୍ଭେ ଆପଣା ଲୋକମାନଙ୍କ ପ୍ରତି ଯେଉଁ ଅନୁଗ୍ରହ ବହିଥାଅ, ତଦନୁସାରେ ମୋତେ ସ୍ମରଣ କର; ତୁମ୍ଭେ ଆପଣା ପରିତ୍ରାଣ ଘେନି ମୋହର ତତ୍ତ୍ଵ ନିଅ;
5. ତହିଁରେ ମୁଁ ତୁମ୍ଭ ମନୋନୀତ ଲୋକଙ୍କର ସମୃଦ୍ଧି ଦେଖିବି, ତୁମ୍ଭ ଲୋକମାନଙ୍କ ଆନନ୍ଦରେ ଆନନ୍ଦ କରିବି, ତୁମ୍ଭ ଅଧିକାର ସହିତ ଦର୍ପ କରିବି ।
6. ଆମ୍ଭେମାନେ ଆପଣାମାନଙ୍କ ପିତୃଗଣ ତୁଲ୍ୟ ପାପ କରିଅଛୁ, ଆମ୍ଭେମାନେ ଅପରାଧ କରିଅଛୁ, ଆମ୍ଭେମାନେ ଅଧର୍ମ କରିଅଛୁ ।
7. ଆମ୍ଭମାନଙ୍କ ପିତୃପୁରୁଷମାନେ ମିସରରେ ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟାସବୁ ବୁଝିଲେ ନାହିଁ; ସେମାନେ ତୁମ୍ଭ ଦୟାର ବାହୁଲ୍ୟ ସ୍ମରଣ କଲେ ନାହିଁ; ମାତ୍ର ସମୁଦ୍ର ନିକଟରେ, ସୂଫ ସମୁଦ୍ର ନିକଟରେ ହେଁ ବିଦ୍ରୋହାଚରଣ କଲେ ।
8. ତେବେ ହେଁ ସେ ଆପଣା ମହାପରାକ୍ରମର ପରିଚୟ ଦେବା ନିମନ୍ତେ ଆପଣା ନାମ ସକାଶୁ ସେମାନଙ୍କୁ ପରିତ୍ରାଣ କଲେ ।
9. ଆହୁରି, ସେ ସୂଫ ସମୁଦ୍ରକୁ ଧମକାନ୍ତେ, ତାହା ଶୁଷ୍କ ହେଲା; ତହିଁରେ ପ୍ରାନ୍ତର ଦେଇ ଘେନିଗଲା ପରି ସେ ସେମାନଙ୍କୁ ଗଭୀର ଜଳ ଦେଇ ଘେନିଗଲେ ।
10. ଆଉ, ସେ ସେମାନଙ୍କ ଘୃଣାକାରୀ ଲୋକର ହସ୍ତରୁ ସେମାନଙ୍କୁ ପରିତ୍ରାଣ କଲେ ଓ ସେମାନଙ୍କ ଶତ୍ରୁର ହସ୍ତରୁ ସେ ସେମାନଙ୍କୁ ମୁକ୍ତ କଲେ ।
11. ପୁଣି, ଜଳରାଶି ସେମାନଙ୍କ ବିପକ୍ଷଗଣକୁ ଆଚ୍ଛାଦନ କଲା; ସେମାନଙ୍କ ମଧ୍ୟରୁ ଜଣେ ଅବଶିଷ୍ଟ ରହିଲା ନାହିଁ ।
12. ସେତେବେଳେ ସେମାନେ ତାହାଙ୍କ ବାକ୍ୟରେ ବିଶ୍ଵାସ କଲେ; ସେମାନେ ତାହାଙ୍କର ପ୍ରଶଂସା ଗାନ କଲେ ।
13. ସେମାନେ ତାହାଙ୍କ କର୍ମସକଳ ଶୀଘ୍ର ପାସୋରି ଗଲେ; ସେମାନେ ତାହାଙ୍କ ମନ୍ତ୍ରଣାର ଅପେକ୍ଷା କଲେ ନାହିଁ
14. ମାତ୍ର ପ୍ରାନ୍ତରରେ ଅତିଶୟ ଲୋଭାକ୍ରା; ହେଲେ ଓ ମରୁଭୂମିରେ ପରମେଶ୍ଵରଙ୍କୁ ପରୀକ୍ଷା କଲେ ।
15. ତହିଁରେ ସେ ସେମାନଙ୍କ ପ୍ରାର୍ଥିତ ବିଷୟ ଦେଲେ; ମାତ୍ର ସେମାନଙ୍କ ପ୍ରାଣରେ କ୍ଷୀଣତା ପ୍ରେରଣ କଲେ ।
16. ଆହୁରି, ସେମାନେ ଛାଉଣିରେ ମୋଶାଙ୍କ ପ୍ରତି ଓ ସଦାପ୍ରଭୁଙ୍କର ସଦ୍ଭକ୍ତ ହାରୋଣଙ୍କ ପ୍ରତି ଈର୍ଷାଭାବ ବହିଲେ ।
17. ପୃଥିବୀ ଫାଟିଯାଇ ଦାଥନକୁ ଗ୍ରାସ କଲା ଓ ଅବିରାମର ଦଳକୁ ଆଚ୍ଛାଦନ କଲା ।
18. ପୁଣି, ସେମାନଙ୍କ ଦଳ ମଧ୍ୟରେ ଅଗ୍ନି ପ୍ରଜ୍ଵଳିତ ହେଲା; ଅଗ୍ନିଶିଖା ଦୁଷ୍ଟମାନଙ୍କୁ ଦଗ୍ଧ କଲା ।
19. ସେମାନେ ହୋରେବରେ ଗୋଟିଏ ଗୋବତ୍ସ ନିର୍ମାଣ କଲେ ଓ ଛାଞ୍ଚରେ ଢଳା ପ୍ରତିମାକୁ ପ୍ରଣାମ କଲେ ।
20. ଏହିରୂପେ, ସେମାନେ ତୃଣଭକ୍ଷକ ଗୋରୁର ପ୍ରତିମା ସହିତ ଆପଣାମାନଙ୍କ ଗୌରବସ୍ଵରୂପଙ୍କୁ ପରିବର୍ତ୍ତନ କଲେ ।
21. ଯେ ମିସରରେ ବିବିଧ ମହତ କର୍ମ, ହାମ୍ ଦେଶରେ ନାନା ଆଶ୍ଚର୍ଯ୍ୟକର୍ମ ଓ ସୂଫ ସମୁଦ୍ର ନିକଟରେ ଭୟଙ୍କର କର୍ମ ସାଧନ କରିଥିଲେ;
22. ସେମାନେ ଆପଣାମାନଙ୍କ ସେହି ତ୍ରାଣକର୍ତ୍ତା ପରମେଶ୍ଵରଙ୍କୁ ପାସୋରିଲେ ।
23. ଏହେତୁ ସେ ସେମାନଙ୍କୁ ସଂହାର କରିବେ ବୋଲି କହିଲେ, ମାତ୍ର ସେ ଯେପରି ସେମାନଙ୍କୁ ସଂହାର ନ କରିବେ, ଏଥିପାଇଁ ତାହାଙ୍କ କୋପ ଫେରାଇବା ନିମନ୍ତେ ତାହାଙ୍କ ମନୋନୀତ ମୋଶା ଭଗ୍ନସ୍ଥାନରେ ତାହାଙ୍କ ସମ୍ମୁଖରେ ଠିଆ ହେଲେ ।
24. ଆହୁରି, ସେମାନେ ମନୋରମ ଦେଶକୁ ତୁଚ୍ଛ କଲେ, ସେମାନେ ତାହାଙ୍କ ବାକ୍ୟରେ ବିଶ୍ଵାସ କଲେ ନାହିଁ ।
25. ମାତ୍ର ଆପଣା ଆପଣା ତମ୍ଵୁରେ ବଚସା କଲେ, ଆଉ ସଦାପ୍ରଭୁଙ୍କ ରବରେ ମନୋଯୋଗ କଲେ ନାହିଁ ।
26. ଏହେତୁ ସେ ପ୍ରାନ୍ତରରେ ସେମାନଙ୍କୁ ନିପାତ କରିବା ପାଇଁ ଓ ନାନା ଗୋଷ୍ଠୀ ମଧ୍ୟରେ ସେମାନଙ୍କ ବଂଶକୁ ନିପାତ କରିବା ପାଇଁ
27. ଓ ନାନା ଦେଶରେ ସେମାନଙ୍କୁ ଛିନ୍ନଭିନ୍ନ କରିବା ପାଇଁ ସେମାନଙ୍କ ପ୍ରତି ଆପଣା ହସ୍ତ ଉଠାଇଲେ ।
28. ଆହୁରି, ସେମାନେ ବାଲ୍-ପିୟୋର୍ ପ୍ରତି ଆସକ୍ତ ହେଲେ ଓ ମୃତମାନଙ୍କର ବଳି ଭୋଜନ କଲେ ।
29. ଏହିରୂପେ ସେମାନେ ଆପଣା ଆପଣା କ୍ରିୟା ଦ୍ଵାରା ତାହାଙ୍କୁ ବିରକ୍ତ କଲେ; ତହୁଁ ସେମାନଙ୍କ ମଧ୍ୟରେ ମହାମାରୀ ପ୍ରକାଶିତ ହେଲା ।
30. ସେତେବେଳେ ପୀନହସ୍ ଠିଆ ହୋଇ ଦଣ୍ତାଜ୍ଞା ସାଧନ କଲା; ତହିଁରେ ମହାମାରୀ ନିବୃତ୍ତ ହେଲା ।
31. ଏଣୁ ତାହା ପୁରୁଷାନୁକ୍ରମେ ଅନନ୍ତକାଳ ପର୍ଯ୍ୟନ୍ତ ତାହା ପକ୍ଷରେ ଧାର୍ମିକତା ବୋଲି ଗଣିତ ହେଲା ।
32. ଆହୁରି, ସେମାନେ ମିରୀବାଃ ଜଳ ନିକଟରେ ତାହାଙ୍କୁ କ୍ରୁଦ୍ଧ କଲେ, ତେଣୁ ସେମାନଙ୍କ ସକାଶୁ ମୋଶାଙ୍କର ବିପଦ ଘଟିଲା;
33. ଯେହେତୁ ସେମାନେ ତାହାଙ୍କ ଆତ୍ମା ପ୍ରତିକୂଳରେ ବିଦ୍ରୋହୀ ହୁଅନ୍ତେ, ସେ ଆପଣା ଓଷ୍ଠାଧରରେ ଅବିବେଚନାର କଥା କହିଲେ ।
34. ସେମାନେ ସଦାପ୍ରଭୁଙ୍କ ଆଜ୍ଞା ପ୍ରମାଣେ ଗୋଷ୍ଠୀବର୍ଗକୁ ବିନାଶ କଲେ ନାହିଁ।
35. ମାତ୍ର ଅନ୍ୟ ଦେଶୀୟମାନଙ୍କ ସଙ୍ଗେ ମିଶ୍ରିତ ହେଲେ ଓ ସେମାନଙ୍କ କ୍ରିୟାସବୁ ଶିଖିଲେ ।
36. ଆଉ, ସେମାନଙ୍କ ଦେବତାଗଣର ସେବା କଲେ; ତାହା ସେମାନଙ୍କ ପ୍ରତି ଫାନ୍ଦ ସ୍ଵରୂପ ହେଲା ।
37. ହଁ, ସେମାନେ ଭୂତଗଣ ଉଦ୍ଦେଶ୍ୟରେ ଆପଣା ଆପଣା ପୁତ୍ର-କନ୍ୟାମାନଙ୍କୁ ବଳିଦାନ କଲେ ।
38. ପୁଣି, ସେମାନେ କିଣାନ ଦେଶର ଦେବତାଗଣ ଉଦ୍ଦେଶ୍ୟରେ ବଳିଦାନ କରି ନିର୍ଦ୍ଦୋଷ ରକ୍ତ, ଅର୍ଥାତ୍, ଆପଣା ଆପଣା ପୁତ୍ରକନ୍ୟାଗଣର ରକ୍ତପାତ କଲେ; ତହିଁରେ ଦେଶ ରକ୍ତରେ ଅଶୁଚି ହେଲା ।
39. ଏହିରୂପେ ସେମାନେ ଆପଣା ଆପଣା କାର୍ଯ୍ୟ ଦ୍ଵାରା ଅପବିତ୍ର ହେଲେ ଓ ବ୍ୟବହାରରେ ବ୍ୟଭିଚାର କଲେ ।
40. ଏହେତୁ ଲୋକମାନଙ୍କ ବିରୁଦ୍ଧରେ ସଦାପ୍ରଭୁଙ୍କ କୋପ ପ୍ରଜ୍ଵଳିତ ହେଲା, ପୁଣି ସେ ଆପଣା ଅଧିକାରକୁ ଘୃଣା କଲେ ।
41. ଆଉ, ସେ ସେମାନଙ୍କୁ ଅନ୍ୟ ଦେଶୀୟମାନଙ୍କ ହସ୍ତରେ ସମର୍ପଣ କଲେ ଓ ସେମାନଙ୍କ ଘୃଣାକାରୀମାନେ ସେମାନଙ୍କ ଉପରେ କର୍ତ୍ତୃତ୍ଵ କଲେ;
42. ସେମାନଙ୍କ ଶତ୍ରୁଗଣ ମଧ୍ୟ ସେମାନଙ୍କ ପ୍ରତି ଉପଦ୍ରବ କଲେ, ପୁଣି ସେମାନେ ସେମାନଙ୍କ ହସ୍ତ ତଳେ ବଶୀଭୂତ ହେଲେ ।
43. ଅନେକ ଥର ସେ ସେମାନଙ୍କୁ ଉଦ୍ଧାର କଲେ; ମାତ୍ର ସେମାନେ ଆପଣା ଆପଣା ମନ୍ତ୍ରଣାରେ ବିଦ୍ରୋହୀ ହେଲେ ଓ ଆପଣା ଆପଣା ଅଧର୍ମରେ କ୍ଷୀଣ ହେଲେ ।
44. ତଥାପି ସେ ସେମାନଙ୍କ କାକୂକ୍ତି ଶୁଣି ସେମାନଙ୍କ ଦୁର୍ଦ୍ଦଶାରେ ମନୋଯୋଗ କଲେ ।
45. ପୁଣି, ସେମାନଙ୍କ ପକ୍ଷରେ ସେ ଆପଣା ନିୟମ ସ୍ମରଣ କଲେ ଓ ନିଜର ଦୟାର ବାହୁଲ୍ୟ ଅନୁସାରେ ସେମାନଙ୍କ ପ୍ରତି କୃପା କଲେ ।
46. ଆହୁରି, ଯେଉଁମାନେ ସେମାନଙ୍କୁ ବନ୍ଦୀ କରି ନେଇଗଲେ, ସେ ସେମାନଙ୍କ ମନରେ ଦୟା ଜନ୍ମାଇଲେ ।
47. ହେ ସଦାପ୍ରଭୋ, ଆମ୍ଭମାନଙ୍କ ପରମେଶ୍ଵର, ତୁମ୍ଭ ପବିତ୍ର ନାମକୁ ଧନ୍ୟବାଦ ଦେବା ପାଇଁ, ତୁମ୍ଭ ପ୍ରଶଂସାରେ ଦର୍ପ କରିବା ପାଇଁ ଆମ୍ଭମାନଙ୍କୁ ପରିତ୍ରାଣ କର ଓ ଅନ୍ୟ ଦେଶୀୟମାନଙ୍କ ମଧ୍ୟରୁ ଆମ୍ଭମାନଙ୍କୁ ସଂଗ୍ରହ କର ।
48. ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ଧନ୍ୟ ହେଉନ୍ତୁ । ପୁଣି, ସମୁଦାୟ ଲୋକ ଆମେନ୍ କୁହନ୍ତୁ । ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର ।

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 106 / 150
ଗୀତସଂହିତା 106
1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର । ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ; କାରଣ ସେ ମଙ୍ଗଳମୟ । ତାହାଙ୍କର ଦୟା ଅନନ୍ତକାଳସ୍ଥାୟୀ । 2 ସଦାପ୍ରଭୁଙ୍କ ବିକ୍ରମର କାର୍ଯ୍ୟସବୁ କିଏ ବର୍ଣ୍ଣନା କରିପାରେ? ଓ ତାହାଙ୍କ ପ୍ରଶଂସାସବୁ କିଏ ପ୍ରକାଶ କରିପାରେ? 3 ଯେଉଁମାନେ ନ୍ୟାୟ ରକ୍ଷା କରନ୍ତି, ସେମାନେ ଧନ୍ୟ ଓ ଯେ ସବୁବେଳେ ଧର୍ମାଚରଣ କରେ, ସେ ଧନ୍ୟ । 4 ହେ ସଦାପ୍ରଭୋ, ତୁମ୍ଭେ ଆପଣା ଲୋକମାନଙ୍କ ପ୍ରତି ଯେଉଁ ଅନୁଗ୍ରହ ବହିଥାଅ, ତଦନୁସାରେ ମୋତେ ସ୍ମରଣ କର; ତୁମ୍ଭେ ଆପଣା ପରିତ୍ରାଣ ଘେନି ମୋହର ତତ୍ତ୍ଵ ନିଅ; 5 ତହିଁରେ ମୁଁ ତୁମ୍ଭ ମନୋନୀତ ଲୋକଙ୍କର ସମୃଦ୍ଧି ଦେଖିବି, ତୁମ୍ଭ ଲୋକମାନଙ୍କ ଆନନ୍ଦରେ ଆନନ୍ଦ କରିବି, ତୁମ୍ଭ ଅଧିକାର ସହିତ ଦର୍ପ କରିବି । 6 ଆମ୍ଭେମାନେ ଆପଣାମାନଙ୍କ ପିତୃଗଣ ତୁଲ୍ୟ ପାପ କରିଅଛୁ, ଆମ୍ଭେମାନେ ଅପରାଧ କରିଅଛୁ, ଆମ୍ଭେମାନେ ଅଧର୍ମ କରିଅଛୁ । 7 ଆମ୍ଭମାନଙ୍କ ପିତୃପୁରୁଷମାନେ ମିସରରେ ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟାସବୁ ବୁଝିଲେ ନାହିଁ; ସେମାନେ ତୁମ୍ଭ ଦୟାର ବାହୁଲ୍ୟ ସ୍ମରଣ କଲେ ନାହିଁ; ମାତ୍ର ସମୁଦ୍ର ନିକଟରେ, ସୂଫ ସମୁଦ୍ର ନିକଟରେ ହେଁ ବିଦ୍ରୋହାଚରଣ କଲେ । 8 ତେବେ ହେଁ ସେ ଆପଣା ମହାପରାକ୍ରମର ପରିଚୟ ଦେବା ନିମନ୍ତେ ଆପଣା ନାମ ସକାଶୁ ସେମାନଙ୍କୁ ପରିତ୍ରାଣ କଲେ । 9 ଆହୁରି, ସେ ସୂଫ ସମୁଦ୍ରକୁ ଧମକାନ୍ତେ, ତାହା ଶୁଷ୍କ ହେଲା; ତହିଁରେ ପ୍ରାନ୍ତର ଦେଇ ଘେନିଗଲା ପରି ସେ ସେମାନଙ୍କୁ ଗଭୀର ଜଳ ଦେଇ ଘେନିଗଲେ । 10 ଆଉ, ସେ ସେମାନଙ୍କ ଘୃଣାକାରୀ ଲୋକର ହସ୍ତରୁ ସେମାନଙ୍କୁ ପରିତ୍ରାଣ କଲେ ଓ ସେମାନଙ୍କ ଶତ୍ରୁର ହସ୍ତରୁ ସେ ସେମାନଙ୍କୁ ମୁକ୍ତ କଲେ । 11 ପୁଣି, ଜଳରାଶି ସେମାନଙ୍କ ବିପକ୍ଷଗଣକୁ ଆଚ୍ଛାଦନ କଲା; ସେମାନଙ୍କ ମଧ୍ୟରୁ ଜଣେ ଅବଶିଷ୍ଟ ରହିଲା ନାହିଁ । 12 ସେତେବେଳେ ସେମାନେ ତାହାଙ୍କ ବାକ୍ୟରେ ବିଶ୍ଵାସ କଲେ; ସେମାନେ ତାହାଙ୍କର ପ୍ରଶଂସା ଗାନ କଲେ । 13 ସେମାନେ ତାହାଙ୍କ କର୍ମସକଳ ଶୀଘ୍ର ପାସୋରି ଗଲେ; ସେମାନେ ତାହାଙ୍କ ମନ୍ତ୍ରଣାର ଅପେକ୍ଷା କଲେ ନାହିଁ 14 ମାତ୍ର ପ୍ରାନ୍ତରରେ ଅତିଶୟ ଲୋଭାକ୍ରା; ହେଲେ ଓ ମରୁଭୂମିରେ ପରମେଶ୍ଵରଙ୍କୁ ପରୀକ୍ଷା କଲେ । 15 ତହିଁରେ ସେ ସେମାନଙ୍କ ପ୍ରାର୍ଥିତ ବିଷୟ ଦେଲେ; ମାତ୍ର ସେମାନଙ୍କ ପ୍ରାଣରେ କ୍ଷୀଣତା ପ୍ରେରଣ କଲେ । 16 ଆହୁରି, ସେମାନେ ଛାଉଣିରେ ମୋଶାଙ୍କ ପ୍ରତି ଓ ସଦାପ୍ରଭୁଙ୍କର ସଦ୍ଭକ୍ତ ହାରୋଣଙ୍କ ପ୍ରତି ଈର୍ଷାଭାବ ବହିଲେ । 17 ପୃଥିବୀ ଫାଟିଯାଇ ଦାଥନକୁ ଗ୍ରାସ କଲା ଓ ଅବିରାମର ଦଳକୁ ଆଚ୍ଛାଦନ କଲା । 18 ପୁଣି, ସେମାନଙ୍କ ଦଳ ମଧ୍ୟରେ ଅଗ୍ନି ପ୍ରଜ୍ଵଳିତ ହେଲା; ଅଗ୍ନିଶିଖା ଦୁଷ୍ଟମାନଙ୍କୁ ଦଗ୍ଧ କଲା । 19 ସେମାନେ ହୋରେବରେ ଗୋଟିଏ ଗୋବତ୍ସ ନିର୍ମାଣ କଲେ ଓ ଛାଞ୍ଚରେ ଢଳା ପ୍ରତିମାକୁ ପ୍ରଣାମ କଲେ । 20 ଏହିରୂପେ, ସେମାନେ ତୃଣଭକ୍ଷକ ଗୋରୁର ପ୍ରତିମା ସହିତ ଆପଣାମାନଙ୍କ ଗୌରବସ୍ଵରୂପଙ୍କୁ ପରିବର୍ତ୍ତନ କଲେ । 21 ଯେ ମିସରରେ ବିବିଧ ମହତ କର୍ମ, ହାମ୍ ଦେଶରେ ନାନା ଆଶ୍ଚର୍ଯ୍ୟକର୍ମ ଓ ସୂଫ ସମୁଦ୍ର ନିକଟରେ ଭୟଙ୍କର କର୍ମ ସାଧନ କରିଥିଲେ; 22 ସେମାନେ ଆପଣାମାନଙ୍କ ସେହି ତ୍ରାଣକର୍ତ୍ତା ପରମେଶ୍ଵରଙ୍କୁ ପାସୋରିଲେ । 23 ଏହେତୁ ସେ ସେମାନଙ୍କୁ ସଂହାର କରିବେ ବୋଲି କହିଲେ, ମାତ୍ର ସେ ଯେପରି ସେମାନଙ୍କୁ ସଂହାର ନ କରିବେ, ଏଥିପାଇଁ ତାହାଙ୍କ କୋପ ଫେରାଇବା ନିମନ୍ତେ ତାହାଙ୍କ ମନୋନୀତ ମୋଶା ଭଗ୍ନସ୍ଥାନରେ ତାହାଙ୍କ ସମ୍ମୁଖରେ ଠିଆ ହେଲେ । 24 ଆହୁରି, ସେମାନେ ମନୋରମ ଦେଶକୁ ତୁଚ୍ଛ କଲେ, ସେମାନେ ତାହାଙ୍କ ବାକ୍ୟରେ ବିଶ୍ଵାସ କଲେ ନାହିଁ । 25 ମାତ୍ର ଆପଣା ଆପଣା ତମ୍ଵୁରେ ବଚସା କଲେ, ଆଉ ସଦାପ୍ରଭୁଙ୍କ ରବରେ ମନୋଯୋଗ କଲେ ନାହିଁ । 26 ଏହେତୁ ସେ ପ୍ରାନ୍ତରରେ ସେମାନଙ୍କୁ ନିପାତ କରିବା ପାଇଁ ଓ ନାନା ଗୋଷ୍ଠୀ ମଧ୍ୟରେ ସେମାନଙ୍କ ବଂଶକୁ ନିପାତ କରିବା ପାଇଁ 27 ଓ ନାନା ଦେଶରେ ସେମାନଙ୍କୁ ଛିନ୍ନଭିନ୍ନ କରିବା ପାଇଁ ସେମାନଙ୍କ ପ୍ରତି ଆପଣା ହସ୍ତ ଉଠାଇଲେ । 28 ଆହୁରି, ସେମାନେ ବାଲ୍-ପିୟୋର୍ ପ୍ରତି ଆସକ୍ତ ହେଲେ ଓ ମୃତମାନଙ୍କର ବଳି ଭୋଜନ କଲେ । 29 ଏହିରୂପେ ସେମାନେ ଆପଣା ଆପଣା କ୍ରିୟା ଦ୍ଵାରା ତାହାଙ୍କୁ ବିରକ୍ତ କଲେ; ତହୁଁ ସେମାନଙ୍କ ମଧ୍ୟରେ ମହାମାରୀ ପ୍ରକାଶିତ ହେଲା । 30 ସେତେବେଳେ ପୀନହସ୍ ଠିଆ ହୋଇ ଦଣ୍ତାଜ୍ଞା ସାଧନ କଲା; ତହିଁରେ ମହାମାରୀ ନିବୃତ୍ତ ହେଲା । 31 ଏଣୁ ତାହା ପୁରୁଷାନୁକ୍ରମେ ଅନନ୍ତକାଳ ପର୍ଯ୍ୟନ୍ତ ତାହା ପକ୍ଷରେ ଧାର୍ମିକତା ବୋଲି ଗଣିତ ହେଲା । 32 ଆହୁରି, ସେମାନେ ମିରୀବାଃ ଜଳ ନିକଟରେ ତାହାଙ୍କୁ କ୍ରୁଦ୍ଧ କଲେ, ତେଣୁ ସେମାନଙ୍କ ସକାଶୁ ମୋଶାଙ୍କର ବିପଦ ଘଟିଲା; 33 ଯେହେତୁ ସେମାନେ ତାହାଙ୍କ ଆତ୍ମା ପ୍ରତିକୂଳରେ ବିଦ୍ରୋହୀ ହୁଅନ୍ତେ, ସେ ଆପଣା ଓଷ୍ଠାଧରରେ ଅବିବେଚନାର କଥା କହିଲେ । 34 ସେମାନେ ସଦାପ୍ରଭୁଙ୍କ ଆଜ୍ଞା ପ୍ରମାଣେ ଗୋଷ୍ଠୀବର୍ଗକୁ ବିନାଶ କଲେ ନାହିଁ। 35 ମାତ୍ର ଅନ୍ୟ ଦେଶୀୟମାନଙ୍କ ସଙ୍ଗେ ମିଶ୍ରିତ ହେଲେ ଓ ସେମାନଙ୍କ କ୍ରିୟାସବୁ ଶିଖିଲେ । 36 ଆଉ, ସେମାନଙ୍କ ଦେବତାଗଣର ସେବା କଲେ; ତାହା ସେମାନଙ୍କ ପ୍ରତି ଫାନ୍ଦ ସ୍ଵରୂପ ହେଲା । 37 ହଁ, ସେମାନେ ଭୂତଗଣ ଉଦ୍ଦେଶ୍ୟରେ ଆପଣା ଆପଣା ପୁତ୍ର-କନ୍ୟାମାନଙ୍କୁ ବଳିଦାନ କଲେ । 38 ପୁଣି, ସେମାନେ କିଣାନ ଦେଶର ଦେବତାଗଣ ଉଦ୍ଦେଶ୍ୟରେ ବଳିଦାନ କରି ନିର୍ଦ୍ଦୋଷ ରକ୍ତ, ଅର୍ଥାତ୍, ଆପଣା ଆପଣା ପୁତ୍ରକନ୍ୟାଗଣର ରକ୍ତପାତ କଲେ; ତହିଁରେ ଦେଶ ରକ୍ତରେ ଅଶୁଚି ହେଲା । 39 ଏହିରୂପେ ସେମାନେ ଆପଣା ଆପଣା କାର୍ଯ୍ୟ ଦ୍ଵାରା ଅପବିତ୍ର ହେଲେ ଓ ବ୍ୟବହାରରେ ବ୍ୟଭିଚାର କଲେ । 40 ଏହେତୁ ଲୋକମାନଙ୍କ ବିରୁଦ୍ଧରେ ସଦାପ୍ରଭୁଙ୍କ କୋପ ପ୍ରଜ୍ଵଳିତ ହେଲା, ପୁଣି ସେ ଆପଣା ଅଧିକାରକୁ ଘୃଣା କଲେ । 41 ଆଉ, ସେ ସେମାନଙ୍କୁ ଅନ୍ୟ ଦେଶୀୟମାନଙ୍କ ହସ୍ତରେ ସମର୍ପଣ କଲେ ଓ ସେମାନଙ୍କ ଘୃଣାକାରୀମାନେ ସେମାନଙ୍କ ଉପରେ କର୍ତ୍ତୃତ୍ଵ କଲେ; 42 ସେମାନଙ୍କ ଶତ୍ରୁଗଣ ମଧ୍ୟ ସେମାନଙ୍କ ପ୍ରତି ଉପଦ୍ରବ କଲେ, ପୁଣି ସେମାନେ ସେମାନଙ୍କ ହସ୍ତ ତଳେ ବଶୀଭୂତ ହେଲେ । 43 ଅନେକ ଥର ସେ ସେମାନଙ୍କୁ ଉଦ୍ଧାର କଲେ; ମାତ୍ର ସେମାନେ ଆପଣା ଆପଣା ମନ୍ତ୍ରଣାରେ ବିଦ୍ରୋହୀ ହେଲେ ଓ ଆପଣା ଆପଣା ଅଧର୍ମରେ କ୍ଷୀଣ ହେଲେ । 44 ତଥାପି ସେ ସେମାନଙ୍କ କାକୂକ୍ତି ଶୁଣି ସେମାନଙ୍କ ଦୁର୍ଦ୍ଦଶାରେ ମନୋଯୋଗ କଲେ । 45 ପୁଣି, ସେମାନଙ୍କ ପକ୍ଷରେ ସେ ଆପଣା ନିୟମ ସ୍ମରଣ କଲେ ଓ ନିଜର ଦୟାର ବାହୁଲ୍ୟ ଅନୁସାରେ ସେମାନଙ୍କ ପ୍ରତି କୃପା କଲେ । 46 ଆହୁରି, ଯେଉଁମାନେ ସେମାନଙ୍କୁ ବନ୍ଦୀ କରି ନେଇଗଲେ, ସେ ସେମାନଙ୍କ ମନରେ ଦୟା ଜନ୍ମାଇଲେ । 47 ହେ ସଦାପ୍ରଭୋ, ଆମ୍ଭମାନଙ୍କ ପରମେଶ୍ଵର, ତୁମ୍ଭ ପବିତ୍ର ନାମକୁ ଧନ୍ୟବାଦ ଦେବା ପାଇଁ, ତୁମ୍ଭ ପ୍ରଶଂସାରେ ଦର୍ପ କରିବା ପାଇଁ ଆମ୍ଭମାନଙ୍କୁ ପରିତ୍ରାଣ କର ଓ ଅନ୍ୟ ଦେଶୀୟମାନଙ୍କ ମଧ୍ୟରୁ ଆମ୍ଭମାନଙ୍କୁ ସଂଗ୍ରହ କର । 48 ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ଧନ୍ୟ ହେଉନ୍ତୁ । ପୁଣି, ସମୁଦାୟ ଲୋକ ଆମେନ୍ କୁହନ୍ତୁ । ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 106 / 150
Common Bible Languages
West Indian Languages
×

Alert

×

oriya Letters Keypad References