ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ । ମୁଁ ସଦାପ୍ରଭୁଙ୍କର ଶରଣାଗତ; ତୁମ୍ଭେମାନେ କିରୂପେ ମୋʼ ପ୍ରାଣକୁ କହୁଅଛ, ପକ୍ଷୀ ପରି ଆପଣା ପର୍ବତକୁ ଉଡ଼ିଯାଅ?
2. କାରଣ, ଦେଖ, ଦୁଷ୍ଟମାନେ ସରଳଚିତ୍ତ ଲୋକକୁ ଅନ୍ଧକାରରେ ବିନ୍ଧିବା ପାଇଁ ଧନୁ ନୁଆଁନ୍ତି, ସେମାନେ ଗୁଣରେ ତୀରଯୁକ୍ତ କରନ୍ତି ।
3. ଯେବେ ଭିତ୍ତିମୂଳ ଉତ୍ପାଟିତ ହୁଏ, ତେବେ ଧାର୍ମିକ କଅଣ କରି ପାରିବ?
4. ସଦାପ୍ରଭୁ ଆପଣା ପବିତ୍ର ମନ୍ଦିରରେ ଅଛନ୍ତି, ସଦାପ୍ରଭୁଙ୍କର ସିଂହାସନ ସ୍ଵର୍ଗରେ, ତାହାଙ୍କ ଚକ୍ଷୁ ନିରୀକ୍ଷଣ କରେ, ତାହାଙ୍କ ଚକ୍ଷୁର ପତା ମନୁଷ୍ୟ-ସନ୍ତାନମାନଙ୍କୁ ପରୀକ୍ଷା କରେ ।
5. ସଦାପ୍ରଭୁ ଧାର୍ମିକର ପରୀକ୍ଷା କରନ୍ତି; ମାତ୍ର ଦୁଷ୍ଟ ଓ ଦୌରାତ୍ମ୍ୟପ୍ରିୟ ଲୋକକୁ ତାହାଙ୍କର ପ୍ରାଣ ଘୃଣା କରେ ।
6. ସେ ଦୁଷ୍ଟମାନଙ୍କ ଉପରେ ଜାଲ ବର୍ଷାଇବେ; ଅଗ୍ନି ଓ ଗନ୍ଧକ ଓ ଝାଞ୍ଜି ପବନ ସେମାନଙ୍କ ପାନପାତ୍ରର ଅଂଶ ହେବ ।
7. କାରଣ ସଦାପ୍ରଭୁ ଧର୍ମମୟ; ସେ ଧର୍ମକୁ ପ୍ରେମ କରନ୍ତି; ସରଳ ଲୋକ ତାହାଙ୍କ ମୁଖ ଦର୍ଶନ କରିବ ।

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 11 / 150
ଗୀତସଂହିତା 11
1 ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ । ମୁଁ ସଦାପ୍ରଭୁଙ୍କର ଶରଣାଗତ; ତୁମ୍ଭେମାନେ କିରୂପେ ମୋʼ ପ୍ରାଣକୁ କହୁଅଛ, ପକ୍ଷୀ ପରି ଆପଣା ପର୍ବତକୁ ଉଡ଼ିଯାଅ? 2 କାରଣ, ଦେଖ, ଦୁଷ୍ଟମାନେ ସରଳଚିତ୍ତ ଲୋକକୁ ଅନ୍ଧକାରରେ ବିନ୍ଧିବା ପାଇଁ ଧନୁ ନୁଆଁନ୍ତି, ସେମାନେ ଗୁଣରେ ତୀରଯୁକ୍ତ କରନ୍ତି । 3 ଯେବେ ଭିତ୍ତିମୂଳ ଉତ୍ପାଟିତ ହୁଏ, ତେବେ ଧାର୍ମିକ କଅଣ କରି ପାରିବ? 4 ସଦାପ୍ରଭୁ ଆପଣା ପବିତ୍ର ମନ୍ଦିରରେ ଅଛନ୍ତି, ସଦାପ୍ରଭୁଙ୍କର ସିଂହାସନ ସ୍ଵର୍ଗରେ, ତାହାଙ୍କ ଚକ୍ଷୁ ନିରୀକ୍ଷଣ କରେ, ତାହାଙ୍କ ଚକ୍ଷୁର ପତା ମନୁଷ୍ୟ-ସନ୍ତାନମାନଙ୍କୁ ପରୀକ୍ଷା କରେ । 5 ସଦାପ୍ରଭୁ ଧାର୍ମିକର ପରୀକ୍ଷା କରନ୍ତି; ମାତ୍ର ଦୁଷ୍ଟ ଓ ଦୌରାତ୍ମ୍ୟପ୍ରିୟ ଲୋକକୁ ତାହାଙ୍କର ପ୍ରାଣ ଘୃଣା କରେ । 6 ସେ ଦୁଷ୍ଟମାନଙ୍କ ଉପରେ ଜାଲ ବର୍ଷାଇବେ; ଅଗ୍ନି ଓ ଗନ୍ଧକ ଓ ଝାଞ୍ଜି ପବନ ସେମାନଙ୍କ ପାନପାତ୍ରର ଅଂଶ ହେବ । 7 କାରଣ ସଦାପ୍ରଭୁ ଧର୍ମମୟ; ସେ ଧର୍ମକୁ ପ୍ରେମ କରନ୍ତି; ସରଳ ଲୋକ ତାହାଙ୍କ ମୁଖ ଦର୍ଶନ କରିବ ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 11 / 150
Common Bible Languages
West Indian Languages
×

Alert

×

oriya Letters Keypad References