ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଗୀତସଂହିତା
1. ପ୍ରଧାନ ବାଦ୍ୟକର ନିମନ୍ତେ କୋରହ-ସନ୍ତାନଗଣର ଗୀତ । ହେ ସର୍ବଗୋଷ୍ଠୀୟମାନେ, କରତାଳି ଦିଅ; ଆନନ୍ଦ-ସ୍ଵରରେ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ଜୟଧ୍ଵନି କର ।
2. କାରଣ ସର୍ବୋପରିସ୍ଥ ସଦାପ୍ରଭୁ ଭୟଙ୍କର ଅଟନ୍ତି; ସେ ସମୁଦାୟ ପୃଥିବୀ ଉପରେ ମହାନ ରାଜା ।
3. ସେ ଗୋଷ୍ଠୀସମୂହକୁ ଆମ୍ଭମାନଙ୍କର ବଶୀଭୂତ କରିବେ ଓ ଦେଶୀୟଗଣକୁ ଆମ୍ଭମାନଙ୍କର ପଦତଳସ୍ଥ କରିବେ ।
4. ସେ ଆମ୍ଭମାନଙ୍କ ନିମନ୍ତେ ଆମ୍ଭମାନଙ୍କ ଅଧିକାର ମନୋନୀତ କରିବେ, ତାହା ହିଁ ତାହାଙ୍କ ପ୍ରିୟ ପାତ୍ର ଯାକୁବର ଗୌରବ ସ୍ଵରୂପ । ଣ [ସେଲା
5. ପରମେଶ୍ଵର ଜୟଧ୍ଵନିରେ, ସଦାପ୍ରଭୁ ତୂରୀଧ୍ଵନିରେ ଊର୍ଦ୍ଧ୍ଵକୁ ବିଜେ କରିଅଛନ୍ତି ।
6. ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ପ୍ରଶଂସାଗାନ କର, ପ୍ରଶଂସାଗାନ କର; ଆମ୍ଭମାନଙ୍କ ରାଜାଙ୍କ ଉଦ୍ଦେଶ୍ୟରେ ପ୍ରଶଂସାଗାନ କର, ପ୍ରଶଂସାଗାନ କର ।
7. କାରଣ ପରମେଶ୍ଵର ସମୁଦାୟ ପୃଥିବୀର ରାଜା ଅଟନ୍ତି; ତୁମ୍ଭେମାନେ ପ୍ରବୋଧଜନକ ପ୍ରଶଂସାଗାନ କର ।
8. ପରମେଶ୍ଵର ଗୋଷ୍ଠୀବର୍ଗ ଉପରେ ରାଜତ୍ଵ କରନ୍ତି; ପରମେଶ୍ଵର ଆପଣା ପବିତ୍ର ସିଂହାସନରେ ଉପବିଷ୍ଟ ।
9. ଅବ୍ରହାମର ପରମେଶ୍ଵରଙ୍କ ଲୋକ ହେବା ନିମନ୍ତେ ଗୋଷ୍ଠୀୟମାନଙ୍କର ଅଧିପତିଗଣ ଏକତ୍ରିତ ହୋଇଅଛନ୍ତି । କାରଣ ପୃଥିବୀର ଢାଲସବୁ ପରମେଶ୍ଵରଙ୍କର; ସେ ଅତିଶୟ ଉନ୍ନତ ଅଟନ୍ତି ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 47 / 150
1 ପ୍ରଧାନ ବାଦ୍ୟକର ନିମନ୍ତେ କୋରହ-ସନ୍ତାନଗଣର ଗୀତ । ହେ ସର୍ବଗୋଷ୍ଠୀୟମାନେ, କରତାଳି ଦିଅ; ଆନନ୍ଦ-ସ୍ଵରରେ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ଜୟଧ୍ଵନି କର । 2 କାରଣ ସର୍ବୋପରିସ୍ଥ ସଦାପ୍ରଭୁ ଭୟଙ୍କର ଅଟନ୍ତି; ସେ ସମୁଦାୟ ପୃଥିବୀ ଉପରେ ମହାନ ରାଜା ।
3 ସେ ଗୋଷ୍ଠୀସମୂହକୁ ଆମ୍ଭମାନଙ୍କର ବଶୀଭୂତ କରିବେ ଓ ଦେଶୀୟଗଣକୁ ଆମ୍ଭମାନଙ୍କର ପଦତଳସ୍ଥ କରିବେ ।
4 ସେ ଆମ୍ଭମାନଙ୍କ ନିମନ୍ତେ ଆମ୍ଭମାନଙ୍କ ଅଧିକାର ମନୋନୀତ କରିବେ, ତାହା ହିଁ ତାହାଙ୍କ ପ୍ରିୟ ପାତ୍ର ଯାକୁବର ଗୌରବ ସ୍ଵରୂପ । ଣ [ସେଲା 5 ପରମେଶ୍ଵର ଜୟଧ୍ଵନିରେ, ସଦାପ୍ରଭୁ ତୂରୀଧ୍ଵନିରେ ଊର୍ଦ୍ଧ୍ଵକୁ ବିଜେ କରିଅଛନ୍ତି । 6 ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ପ୍ରଶଂସାଗାନ କର, ପ୍ରଶଂସାଗାନ କର; ଆମ୍ଭମାନଙ୍କ ରାଜାଙ୍କ ଉଦ୍ଦେଶ୍ୟରେ ପ୍ରଶଂସାଗାନ କର, ପ୍ରଶଂସାଗାନ କର । 7 କାରଣ ପରମେଶ୍ଵର ସମୁଦାୟ ପୃଥିବୀର ରାଜା ଅଟନ୍ତି; ତୁମ୍ଭେମାନେ ପ୍ରବୋଧଜନକ ପ୍ରଶଂସାଗାନ କର । 8 ପରମେଶ୍ଵର ଗୋଷ୍ଠୀବର୍ଗ ଉପରେ ରାଜତ୍ଵ କରନ୍ତି; ପରମେଶ୍ଵର ଆପଣା ପବିତ୍ର ସିଂହାସନରେ ଉପବିଷ୍ଟ । 9 ଅବ୍ରହାମର ପରମେଶ୍ଵରଙ୍କ ଲୋକ ହେବା ନିମନ୍ତେ ଗୋଷ୍ଠୀୟମାନଙ୍କର ଅଧିପତିଗଣ ଏକତ୍ରିତ ହୋଇଅଛନ୍ତି । କାରଣ ପୃଥିବୀର ଢାଲସବୁ ପରମେଶ୍ଵରଙ୍କର; ସେ ଅତିଶୟ ଉନ୍ନତ ଅଟନ୍ତି ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 47 / 150
×

Alert

×

Oriya Letters Keypad References