ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ପ୍ରଧାନ ବାଦ୍ୟକର ନିମନ୍ତେ ଅଲ୍-ତଶ୍ହେତ୍ ସ୍ଵରରେ ଦାଉଦଙ୍କର ଗୀତ; ମିକ୍ତାମ୍; ଶାଉଲ ଲୋକ ପଠାନ୍ତେ, ସେମାନେ ଦାଉଦଙ୍କୁ ବଧ କରିବା ପାଇଁ ତାଙ୍କର ଗୃହ ଜଗି ବସିବା ସମୟରେ ରଚିତ । ହେ ମୋହର ପରମେଶ୍ଵର, ମୋʼ ଶତ୍ରୁଗଣଠାରୁ ମୋତେ ଉଦ୍ଧାର କର; ମୋʼ ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କଠାରୁ ମୋତେ ଉଚ୍ଚରେ ସ୍ଥାପନ କର ।
2. ଅଧର୍ମାଚାରୀମାନଙ୍କଠାରୁ ମୋତେ ଉଦ୍ଧାର କର, ରକ୍ତପିପାସୁ ଲୋକମାନଙ୍କଠାରୁ ମୋତେ ରକ୍ଷା କର ।
3. କାରଣ ଦେଖ, ସେମାନେ ମୋʼ ପ୍ରାଣ ପାଇଁ ଛକି ବସନ୍ତି; ବଳବାନମାନେ ମୋʼ ବିରୁଦ୍ଧରେ ଏକତ୍ରିତ ହୁଅନ୍ତି; ହେ ସଦାପ୍ରଭୋ, ମୋହର ଅପରାଧ କିଅବା ମୋʼ ପାପ ସକାଶୁ ନୁହେଁ ।
4. ମୋହର ବିନା ଦୋଷରେ ସେମାନେ ଦଉଡ଼ି ପ୍ରସ୍ତୁତ ହୁଅନ୍ତି; ତୁମ୍ଭେ ମୋହର ସାହାଯ୍ୟ ପାଇଁ ଜାଗ ଓ ଦୃଷ୍ଟିପାତ କର ।
5. ହେ ସଦାପ୍ରଭୋ, ସୈନ୍ୟାଧିପତି ପରମେଶ୍ଵର, ଇସ୍ରାଏଲର ପରମେଶ୍ଵର, ତୁମ୍ଭେ ହିଁ ଅନ୍ୟ ଦେଶୀୟ ସମସ୍ତଙ୍କୁ ପ୍ରତିଫଳ ଦେବା ପାଇଁ ଉଠ; କୌଣସି ଦୁଷ୍ଟ ଅଧର୍ମକାରୀମାନଙ୍କୁ ଦୟା କର ନାହିଁ । [ସେଲା
6. ସେମାନେ ସନ୍ଧ୍ୟାକାଳେ ଫେରି ଆସି କୁକ୍କୁର ପରି ଶଦ୍ଦ କରନ୍ତି ଓ ନଗର ଚାରିଆଡ଼େ ଭ୍ରମଣ କରନ୍ତି ।
7. ଦେଖ, ସେମାନେ ଆପଣା ଆପଣା ମୁଖରୁ ଉଦ୍ଗାର କରନ୍ତି; ସେମାନଙ୍କ ଓଷ୍ଠାଧରରେ ଖଡ଼୍‍ଗ ଥାଏ; କାରଣ କିଏ ଶୁଣିବ? ଏହା ସେମାନେ କହନ୍ତି,
8. ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ସେମାନଙ୍କ ପ୍ରତି ହସିବ; ତୁମ୍ଭେ ଅନ୍ୟ ଦେଶୀୟ ସମସ୍ତଙ୍କୁ ବିଦ୍ରୂପ କରିବ ।
9. ହେ ମୋହର ବଳ ସ୍ଵରୂପ, ମୁଁ ତୁମ୍ଭର ଅନୁସରଣ କରିବି; କାରଣ ପରମେଶ୍ଵର ମୋହର ଉଚ୍ଚ ଦୁର୍ଗ ଅଟନ୍ତି ।
10. ମୋହର ଦୟାବାନ ପରମେଶ୍ଵର ମୋହର ସମ୍ମୁଖବର୍ତ୍ତୀ ହେବେ; ପରମେଶ୍ଵର ମୋʼ ଶତ୍ରୁମାନଙ୍କ ଉପରେ ମୋʼ ବାଞ୍ଛା ସଫଳ ହେବାର ମୋତେ ଦେଖାଇବେ ।
11. ସେମାନଙ୍କୁ ବଧ କର ନାହିଁ, କେଜାଣି ମୋʼ ଲୋକମାନେ ପାସୋରି ଯିବେ; ହେ ଆମ୍ଭମାନଙ୍କ ଢାଲ ସ୍ଵରୂପ ପ୍ରଭୋ, ତୁମ୍ଭ ପରାକ୍ରମରେ ସେମାନଙ୍କୁ ଛିନ୍ନଭିନ୍ନ କରି ଅଧୋନତ କର ।
12. ସେମାନଙ୍କ ମୁଖର ପାପ ଓ ସେମାନଙ୍କ ଓଷ୍ଠାଧରର ବାକ୍ୟ, ପୁଣି ସେମାନଙ୍କର କଥିତ ଅଭିଶାପ ଓ ମିଥ୍ୟା ସକାଶୁ ସେମାନେ ଆପଣା ଆପଣା ଅହଙ୍କାରରେ ଧରା ଯାଉନ୍ତୁ ।
13. ଯେପରି ସେମାନେ ଆଉ ନ ଥିବେ, ଏଥିପାଇଁ ସେମାନଙ୍କୁ କୋପରେ ସଂହାର କର, ସେମାନଙ୍କୁ ସଂହାର କର; ପୁଣି, ପରମେଶ୍ଵର ଯେ ଯାକୁବ ମଧ୍ୟରେ, ପୃଥିବୀର ପ୍ରା; ପର୍ଯ୍ୟନ୍ତ କର୍ତ୍ତୃତ୍ଵ କରନ୍ତି, ଏହା ସେମାନେ ଜ୍ଞାତ ହେଉନ୍ତୁ । [ସେଲା
14. ଆଉ, ସେମାନେ ସନ୍ଧ୍ୟାବେଳେ ଫେରି ଆସି କୁକ୍କୁର ପରି ଶଦ୍ଦ କରନ୍ତୁ ଓ ନଗର ଚତୁର୍ଦ୍ଦିଗରେ ଭ୍ରମଣ କରନ୍ତୁ ।
15. ସେମାନେ ଖାଦ୍ୟ ନିମନ୍ତେ ଏଣେତେଣେ ଭ୍ରମଣ କରିବେ । ପୁଣି, ସେମାନେ ତୃପ୍ତ ନୋହିଲେ ରାତ୍ରିଯାକ ରହିବେ ।
16. ମାତ୍ର ମୁଁ ତୁମ୍ଭ ପରାକ୍ରମ ବିଷୟ ଗାନ କରିବି ଓ ପ୍ରଭାତରେ ତୁମ୍ଭ ଦୟା ବିଷୟ ଉଚ୍ଚସ୍ଵରରେ ଗାନ କରିବି; କାରଣ ତୁମ୍ଭେ ମୋହର ଉଚ୍ଚ ଦୁର୍ଗ ଓ ବିପଦ ଦିନରେ ଆଶ୍ରୟ ସ୍ଵରୂପ ହୋଇଅଛ ।
17. ହେ ମୋହର ବଳ ସ୍ଵରୂପ, ମୁଁ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି; ଯେଣୁ ପରମେଶ୍ଵର ମୋହର ଉଚ୍ଚ ଦୁର୍ଗ, ମୋହର ଦୟାବାନ ପରମେଶ୍ଵର ।

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 59 / 150
ଗୀତସଂହିତା 59
1 ପ୍ରଧାନ ବାଦ୍ୟକର ନିମନ୍ତେ ଅଲ୍-ତଶ୍ହେତ୍ ସ୍ଵରରେ ଦାଉଦଙ୍କର ଗୀତ; ମିକ୍ତାମ୍; ଶାଉଲ ଲୋକ ପଠାନ୍ତେ, ସେମାନେ ଦାଉଦଙ୍କୁ ବଧ କରିବା ପାଇଁ ତାଙ୍କର ଗୃହ ଜଗି ବସିବା ସମୟରେ ରଚିତ । ହେ ମୋହର ପରମେଶ୍ଵର, ମୋʼ ଶତ୍ରୁଗଣଠାରୁ ମୋତେ ଉଦ୍ଧାର କର; ମୋʼ ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କଠାରୁ ମୋତେ ଉଚ୍ଚରେ ସ୍ଥାପନ କର । 2 ଅଧର୍ମାଚାରୀମାନଙ୍କଠାରୁ ମୋତେ ଉଦ୍ଧାର କର, ରକ୍ତପିପାସୁ ଲୋକମାନଙ୍କଠାରୁ ମୋତେ ରକ୍ଷା କର । 3 କାରଣ ଦେଖ, ସେମାନେ ମୋʼ ପ୍ରାଣ ପାଇଁ ଛକି ବସନ୍ତି; ବଳବାନମାନେ ମୋʼ ବିରୁଦ୍ଧରେ ଏକତ୍ରିତ ହୁଅନ୍ତି; ହେ ସଦାପ୍ରଭୋ, ମୋହର ଅପରାଧ କିଅବା ମୋʼ ପାପ ସକାଶୁ ନୁହେଁ । 4 ମୋହର ବିନା ଦୋଷରେ ସେମାନେ ଦଉଡ଼ି ପ୍ରସ୍ତୁତ ହୁଅନ୍ତି; ତୁମ୍ଭେ ମୋହର ସାହାଯ୍ୟ ପାଇଁ ଜାଗ ଓ ଦୃଷ୍ଟିପାତ କର । 5 ହେ ସଦାପ୍ରଭୋ, ସୈନ୍ୟାଧିପତି ପରମେଶ୍ଵର, ଇସ୍ରାଏଲର ପରମେଶ୍ଵର, ତୁମ୍ଭେ ହିଁ ଅନ୍ୟ ଦେଶୀୟ ସମସ୍ତଙ୍କୁ ପ୍ରତିଫଳ ଦେବା ପାଇଁ ଉଠ; କୌଣସି ଦୁଷ୍ଟ ଅଧର୍ମକାରୀମାନଙ୍କୁ ଦୟା କର ନାହିଁ । [ସେଲା 6 ସେମାନେ ସନ୍ଧ୍ୟାକାଳେ ଫେରି ଆସି କୁକ୍କୁର ପରି ଶଦ୍ଦ କରନ୍ତି ଓ ନଗର ଚାରିଆଡ଼େ ଭ୍ରମଣ କରନ୍ତି । 7 ଦେଖ, ସେମାନେ ଆପଣା ଆପଣା ମୁଖରୁ ଉଦ୍ଗାର କରନ୍ତି; ସେମାନଙ୍କ ଓଷ୍ଠାଧରରେ ଖଡ଼୍‍ଗ ଥାଏ; କାରଣ କିଏ ଶୁଣିବ? ଏହା ସେମାନେ କହନ୍ତି, 8 ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ସେମାନଙ୍କ ପ୍ରତି ହସିବ; ତୁମ୍ଭେ ଅନ୍ୟ ଦେଶୀୟ ସମସ୍ତଙ୍କୁ ବିଦ୍ରୂପ କରିବ । 9 ହେ ମୋହର ବଳ ସ୍ଵରୂପ, ମୁଁ ତୁମ୍ଭର ଅନୁସରଣ କରିବି; କାରଣ ପରମେଶ୍ଵର ମୋହର ଉଚ୍ଚ ଦୁର୍ଗ ଅଟନ୍ତି । 10 ମୋହର ଦୟାବାନ ପରମେଶ୍ଵର ମୋହର ସମ୍ମୁଖବର୍ତ୍ତୀ ହେବେ; ପରମେଶ୍ଵର ମୋʼ ଶତ୍ରୁମାନଙ୍କ ଉପରେ ମୋʼ ବାଞ୍ଛା ସଫଳ ହେବାର ମୋତେ ଦେଖାଇବେ । 11 ସେମାନଙ୍କୁ ବଧ କର ନାହିଁ, କେଜାଣି ମୋʼ ଲୋକମାନେ ପାସୋରି ଯିବେ; ହେ ଆମ୍ଭମାନଙ୍କ ଢାଲ ସ୍ଵରୂପ ପ୍ରଭୋ, ତୁମ୍ଭ ପରାକ୍ରମରେ ସେମାନଙ୍କୁ ଛିନ୍ନଭିନ୍ନ କରି ଅଧୋନତ କର । 12 ସେମାନଙ୍କ ମୁଖର ପାପ ଓ ସେମାନଙ୍କ ଓଷ୍ଠାଧରର ବାକ୍ୟ, ପୁଣି ସେମାନଙ୍କର କଥିତ ଅଭିଶାପ ଓ ମିଥ୍ୟା ସକାଶୁ ସେମାନେ ଆପଣା ଆପଣା ଅହଙ୍କାରରେ ଧରା ଯାଉନ୍ତୁ । 13 ଯେପରି ସେମାନେ ଆଉ ନ ଥିବେ, ଏଥିପାଇଁ ସେମାନଙ୍କୁ କୋପରେ ସଂହାର କର, ସେମାନଙ୍କୁ ସଂହାର କର; ପୁଣି, ପରମେଶ୍ଵର ଯେ ଯାକୁବ ମଧ୍ୟରେ, ପୃଥିବୀର ପ୍ରା; ପର୍ଯ୍ୟନ୍ତ କର୍ତ୍ତୃତ୍ଵ କରନ୍ତି, ଏହା ସେମାନେ ଜ୍ଞାତ ହେଉନ୍ତୁ । [ସେଲା 14 ଆଉ, ସେମାନେ ସନ୍ଧ୍ୟାବେଳେ ଫେରି ଆସି କୁକ୍କୁର ପରି ଶଦ୍ଦ କରନ୍ତୁ ଓ ନଗର ଚତୁର୍ଦ୍ଦିଗରେ ଭ୍ରମଣ କରନ୍ତୁ । 15 ସେମାନେ ଖାଦ୍ୟ ନିମନ୍ତେ ଏଣେତେଣେ ଭ୍ରମଣ କରିବେ । ପୁଣି, ସେମାନେ ତୃପ୍ତ ନୋହିଲେ ରାତ୍ରିଯାକ ରହିବେ । 16 ମାତ୍ର ମୁଁ ତୁମ୍ଭ ପରାକ୍ରମ ବିଷୟ ଗାନ କରିବି ଓ ପ୍ରଭାତରେ ତୁମ୍ଭ ଦୟା ବିଷୟ ଉଚ୍ଚସ୍ଵରରେ ଗାନ କରିବି; କାରଣ ତୁମ୍ଭେ ମୋହର ଉଚ୍ଚ ଦୁର୍ଗ ଓ ବିପଦ ଦିନରେ ଆଶ୍ରୟ ସ୍ଵରୂପ ହୋଇଅଛ । 17 ହେ ମୋହର ବଳ ସ୍ଵରୂପ, ମୁଁ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି; ଯେଣୁ ପରମେଶ୍ଵର ମୋହର ଉଚ୍ଚ ଦୁର୍ଗ, ମୋହର ଦୟାବାନ ପରମେଶ୍ଵର ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 59 / 150
Common Bible Languages
West Indian Languages
×

Alert

×

oriya Letters Keypad References