ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ପ୍ରଥମ ରାଜାବଳୀ
1. ଅନନ୍ତର ଶଲୋମନ ତେର ବର୍ଷ ଆପଣା ଗୃହ ନିର୍ମାଣ କରିବାରେ ଲାଗି ଆପଣାର ସମୁଦାୟ ଗୃହ ସମାପ୍ତ କଲେ ।
2. କାରଣ ସେ ଲିବାନୋନ-ଅରଣ୍ୟ-ଗୃହ ନିର୍ମାଣ କଲେ; ତହିଁର ଦୀର୍ଘତା ଏକ ଶହ ହାତ ଓ ତହିଁର ପ୍ରସ୍ଥ ପଚାଶ ହାତ ଓ ତହିଁର ଉଚ୍ଚତା ତିରିଶ ହାତ, ଚାରି ଧାଡ଼ି ଏରସ କାଷ୍ଠର ସ୍ତମ୍ଭ ଉପରେ ଏରସ କାଷ୍ଠର କଡ଼ି ଦେଇ ତାହା ନିର୍ମାଣ କଲେ ।
3. ଆଉ ସ୍ତମ୍ଭମାନର ଉପରିସ୍ଥିତ ପଞ୍ଚଚାଳିଶ କଡ଼ି ଉପରେ ଏରସ କାଷ୍ଠର ଛାତ କଲେ; ଧାଡ଼ିକେ ପନ୍ଦର ଲେଖାଏଁ ।
4. ପୁଣି ତିନି ଧାଡ଼ି ଖିଡ଼ିକି ଥିଲା ଓ ତିନି ଧାଡ଼ିର ଆଲୁଅ ସମ୍ମୁଖାସମ୍ମୁଖୀ ଥିଲା ।
5. ଖିଡ଼ିକିର ସମସ୍ତ ଦ୍ଵାର ଓ ଚୌକାଠ ଚାରି ଚୌରସ ଥିଲା ଓ ତିନି ଧାଡ଼ିର ଆଲୁଅ ସମ୍ମୁଖାସମ୍ମୁଖୀ ଥିଲା ।
6. ଆହୁରି ସେ ସ୍ତମ୍ଭଶ୍ରେଣୀର ବରଣ୍ତା କଲେ; ତହିଁର ଦୀର୍ଘତା ପଚାଶ ହାତ, ପ୍ରସ୍ଥ ତିରିଶ ହାତ; ତହିଁ ସମ୍ମୁଖରେ ଆଉ ଏକ ବରଣ୍ତା କଲେ ଓ ତହିଁ ସମ୍ମୁଖରେ ସ୍ତମ୍ଭ ଓ ମୋଟ କଡ଼ିମାନ ଦେଲେ ।
7. ପୁଣି ସେ ବିଚାରାର୍ଥେ ସିଂହାସନର ବରଣ୍ତା, ଅର୍ଥାତ୍, ବିଚାର-ବରଣ୍ତା କଲେ; ଆଉ ଚଟାଣକୁ ଚଟାଣ ଏରସ କାଷ୍ଠରେ ଆଚ୍ଛାଦିତ କଲେ ।
8. ଆଉ ତାଙ୍କର ବାସଗୃହ, ବରଣ୍ତାଭିତର ଅନ୍ୟ ପ୍ରାଙ୍ଗଣର କାର୍ଯ୍ୟ ପରି ଥିଲା । ଆଉ ଶଲୋମନ ଆପଣା ଭାର୍ଯ୍ୟା ଫାରୋର କନ୍ୟା ନିମନ୍ତେ ସେହି ବରଣ୍ତା ପରି ଏକ ଗୃହ ମଧ୍ୟ ନିର୍ମାଣ କଲେ ।
9. ଏହିସବୁ ଭିତ୍ତିମୂଳ ଅବଧି ମୁଣ୍ତାଳି ପର୍ଯ୍ୟନ୍ତ ଭିତରେ ଓ ବାହାରେ ଖୋଦିତ ପ୍ରସ୍ତରର ପରିମାଣାନୁସାରେ କରତରେ ଚିରା ବହୁମୂଲ୍ୟ ପ୍ରସ୍ତର ଦ୍ଵାରା ନିର୍ମିତ ହେଲା । ପୁଣି ବାହାରେ ବୃହତ ପ୍ରାଙ୍ଗଣ ପର୍ଯ୍ୟନ୍ତ ସେହିରୂପ ହେଲା ।
10. ଆଉ ଦଶ ହାତ ଓ ଆଠ ହାତର ବଡ଼ ବଡ଼ ଓ ବହୁମୂଲ୍ୟ ପ୍ରସ୍ତରରେ ଭିତ୍ତିମୂଳ ହେଲା ।
11. ପୁଣି ଉପରେ ପରିମାଣାନୁସାରେ ବହୁମୂଲ୍ୟ ଓ ଖୋଦିତ ପ୍ରସ୍ତର ଓ ଏରସ କାଷ୍ଠ ଥିଲା ।
12. ଆଉ ଯେପରି ସଦାପ୍ରଭୁଙ୍କ ଗୃହର ଭିତର ପ୍ରାଙ୍ଗଣ ଓ ଗୃହ-ବରଣ୍ତାରେ, ସେପରି ବୃହତ ପ୍ରାଙ୍ଗଣର ଚତୁର୍ଦ୍ଦିଗରେ ତିନି ଧାଡ଼ି ଖୋଦିତ ପ୍ରସ୍ତର ଓ ଏକ ଧାଡ଼ି ଏରସ-କଡ଼ି ଥିଲା ।
13. ଅନନ୍ତର ଶଲୋମନ ରାଜା ଲୋକ ପଠାଇ ହୀରମ୍କୁ ସୋରରୁ ଅଣାଇଲେ ।
14. ସେ ନପ୍ତାଲି-ବଂଶୀୟ ଏକ ବିଧବା ସ୍ତ୍ରୀର ପୁତ୍ର, ତାହାର ପିତା ସୋର ନଗରସ୍ଥ ଏକ କାଂସ୍ୟକାର ଥିଲା; ପୁଣି ସେ ପିତ୍ତଳର ସମସ୍ତ କାର୍ଯ୍ୟ କରିବାକୁ ଜ୍ଞାନ ଓ ବୁଦ୍ଧି ଓ ବିଦ୍ୟାରେ ପରିପୂର୍ଣ୍ଣ ଥିଲା । ପୁଣି ସେ ଶଲୋମନ ରାଜାଙ୍କ ନିକଟକୁ ଆସି ତାଙ୍କର ସମସ୍ତ କାର୍ଯ୍ୟ କଲା ।
15. ଆଉ ସେ ଅଠର ହାତ ଉଚ୍ଚ ଓ ବାର ହାତ ପରିଧିରେ ଦୁଇ ପିତ୍ତଳ ସ୍ତମ୍ଭ ନିର୍ମାଣ କଲା ।
16. ପୁଣି ସେ ଦୁଇ ସ୍ତମ୍ଭର ମଥାନରେ ଦେବା ପାଇଁ ଢଳା ପିତ୍ତଳର ଦୁଇ ମୁଣ୍ତାଳି କଲା; ଏକ ମୁଣ୍ତାଳିର ଉଚ୍ଚତା ପାଞ୍ଚ ହାତ ଓ ଅନ୍ୟ ମୁଣ୍ତାଳିର ଉଚ୍ଚତା ପାଞ୍ଚ ହାତ ଥିଲା ।
17. ସ୍ତମ୍ଭ-ମଥାନର ସେହି ମୁଣ୍ତାଳି ନିମନ୍ତେ ଜାଲିକାର୍ଯ୍ୟର ଜାଲି ଓ ଜଞ୍ଜିର କାର୍ଯ୍ୟର ମାଳା ଥିଲା, ଏକ ମୁଣ୍ତାଳି ପାଇଁ ସାତ ଓ ଅନ୍ୟ ମୁଣ୍ତାଳି ପାଇଁ ସାତ ।
18. ଏହିପରି ସେ ସ୍ତମ୍ଭ ନିର୍ମାଣ କଲା; ସ୍ତମ୍ଭ-ମଥାନରେ ଥିବା ମୁଣ୍ତାଳିର ଆଚ୍ଛାଦନାର୍ଥକ ପ୍ରତ୍ୟେକ ଜାଲିକାର୍ଯ୍ୟ ଉପରେ ଚତୁର୍ଦ୍ଦିଗରେ ଦୁଇ ଧାଡ଼ି ଡାଳିମ୍ଵ ଥିଲା ଓ ସେ ଅନ୍ୟ ମୁଣ୍ତାଳି ନିମନ୍ତେ ତଦ୍ରୂପ କଲା ।
19. ପୁଣି ବରଣ୍ତା ଭିତର ସ୍ତମ୍ଭ-ମଥାନର ମୁଣ୍ତାଳି ଚାରି ହାତ ଶୋଷଣପୁଷ୍ପ-କର୍ମବିଶିଷ୍ଟ ଥିଲା ।
20. ଆଉ ଦୁଇ ସ୍ତମ୍ଭର ଉପରିଭାଗରେ ମଧ୍ୟ ମୁଣ୍ତାଳି ଥିଲା, ତାହା ଜାଲିକର୍ମ ସନ୍ନିକଟ ଗର୍ଭ ପାଖରେ ଥିଲା; ପୁଣି ଅନ୍ୟ ମୁଣ୍ତାଳି ଉପରେ ଚତୁର୍ଦ୍ଦିଗରେ ଧାଡ଼ି ଧାଡ଼ି ହୋଇ ଦୁଇ ଶହ ଡାଳିମ୍ଵ ଥିଲା ।
21. ଆହୁରି ସେ ମନ୍ଦିରର ବରଣ୍ତାରେ ସେହି ସ୍ତମ୍ଭମାନ ସ୍ଥାପନ କଲା; ଆଉ ସେ ଦକ୍ଷିଣ ସ୍ତମ୍ଭ ସ୍ଥାପନ କରି ତହିଁର ନାମ ଯାଖୀନ୍ (ସେ ସ୍ଥିର କରିବେ) ଦେଲା ଓ ସେ ବାମ ସ୍ତମ୍ଭ ସ୍ଥାପନ କରି ତହିଁର ନାମ ବୋୟସ୍ (ତହିଁରେ ବଳ) ଦେଲା ।
22. ପୁଣି ସେହି ସ୍ତମ୍ଭ-ମଥାନ ଉପରେ ଶୋଷଣପୁଷ୍ପ-କର୍ମ ଥିଲା; ଏହିରୂପେ ସ୍ତମ୍ଭ କାର୍ଯ୍ୟ ସମାପ୍ତ ହେଲା ।
23. ଅନନ୍ତର ସେ ଛାଞ୍ଚରେ ଢଳା ଗୋଲାକାର ସମୁଦ୍ର ରୂପ ପାତ୍ର ନିର୍ମାଣ କଲା, ତାହା ଏକ ଫନ୍ଦରୁ ଅନ୍ୟ ଫନ୍ଦ ଯାଏ ଦଶ ହାତ ଓ ତହିଁର ଉଚ୍ଚତା ପାଞ୍ଚ ହାତ ଓ ତହିଁର ପରିଧି ତିରିଶ ହାତ ପରିମିତ ଥିଲା ।
24. ଆଉ ଫନ୍ଦ ତଳେ ଚତୁର୍ଦ୍ଦିଗରେ କଳିକାମାନ ପରିବେଷ୍ଟିତ ଥିଲା, ତାହା ହାତକେ ଦଶ ଲେଖାଏଁ ସମୁଦ୍ରରୂପ ପାତ୍ରକୁ ବେଷ୍ଟନ କରି ରହିଲା; ପାତ୍ର ଢଳା ହେବା ବେଳେ ଏହି କଳିକାମାନ ଦୁଇ ଧାଡ଼ିରେ ଢଳା ଯାଇଥିଲା ।
25. ଏହି ପାତ୍ର ଦ୍ଵାଦଶ ଗୋରୁ ଉପରେ ସ୍ଥାପିତ ଥିଲା, ସେମାନଙ୍କ ତିନିର ମୁଖ ଉତ୍ତରକୁ ଓ ତିନିର ମୁଖ ପଶ୍ଚିମକୁ ଓ ତିନିର ମୁଖ ଦକ୍ଷିଣକୁ ଓ ତିନିର ମୁଖ ପୂର୍ବକୁ ଥିଲା; ସେମାନଙ୍କ ଉପରେ ସମୁଦ୍ରରୂପ ପାତ୍ର ସ୍ଥାପିତ ଥିଲା ଓ ସେସମସ୍ତର ପଶ୍ଚାତ୍ଭାଗ ଭିତରକୁ ଥିଲା ।
26. ସେହି ପାତ୍ର ଚାରି ଅଙ୍ଗୁଳି ମୋଟ, ତହିଁର ଫନ୍ଦ ତାଟିଆର ଫନ୍ଦ ପରି ନିର୍ମିତ, ଶୋଷଣପୁଷ୍ପ ତୁଲ୍ୟ ଥିଲା; ତହିଁରେ ଦୁଇ ହଜାର ମହଣ ଧରିଲା ।
27. ପୁଣି ସେ ଦଶ ପିତ୍ତଳ ବଇଠି କଲା; ପ୍ରତ୍ୟେକ ବଇଠିର ଦୈର୍ଘ୍ୟ ଚାରି ହାତ ଓ ପ୍ରସ୍ଥ ଚାରି ହାତ ଓ ଉଚ୍ଚତା ତିନି ହାତ ଥିଲା ।
28. ସେସବୁ ବଇଠିର ଗଠନ ଏହିରୂପ, ଯଥା, ସେସବୁର ମଧ୍ୟଦେଶ ଥିଲା; ସେହିସବୁ ମଧ୍ୟଦେଶ ବିଟମାନର ମଧ୍ୟରେ ଥିଲା;
29. ପୁଣି ବିଟର ମଧ୍ୟବର୍ତ୍ତା ସେହିସବୁ ମଧ୍ୟଦେଶରେ ସିଂହ ଓ ଗୋରୁ ଓ କିରୂବମାନେ ଥିଲେ; ଆଉ ବିଟ ଉପରେ ଏକ ବଇଠି ଥିଲା; ପୁଣି ସିଂହ ଓ ଗୋରୁମାନଙ୍କ ତଳେ ସୂକ୍ଷ୍ମ କାର୍ଯ୍ୟର ମାଳା ଥିଲା ।
30. ଆହୁରି ପ୍ରତ୍ୟେକ ବୈଠିର ପିତ୍ତଳମୟ ଚାରି ଚକ୍ର ଓ ପିତ୍ତଳର ଅଖ ଥିଲା ଓ ଚାରିକୋଣରେ ସ୍ଥାପିତ ଅବଲମ୍ଵନ ଥିଲା; ସେହିସବୁ ଢଳାକର୍ମର ଅବଲମ୍ଵନ ପ୍ରକ୍ଷାଳନ-ପାତ୍ର ତଳେ ଥିଲା ଓ ପ୍ରତ୍ୟେକର ପାର୍ଶ୍ଵରେ ମାଳା ଥିଲା ।
31. ପୁଣି ତହିଁର ମୁଣ୍ତାଳି ମଧ୍ୟରେ ଓ ତାହା ଉପରେ ତହିଁର ମୁଖ ଏକ ହସ୍ତ, ଆଉ ତହିଁର ମୁଖ ବଇଠିର କର୍ମାନୁସାରେ ଗୋଲାକାର ଓ ଦେଢ଼ ହସ୍ତ ପରିମିତ; ମଧ୍ୟ ତହିଁର ମୁଖ ଉପରେ ଶିଳ୍ପକାର୍ଯ୍ୟ ଓ ତହିଁର ମଧ୍ୟଦେଶସବୁ ଗୋଲାକାର ନୋହି ଚତୁଷ୍କୋଣ ଥିଲା ।
32. ପୁଣି ମଧ୍ୟଦେଶ ତଳେ ଚାରିଚକ୍ର ଓ ଚକ୍ରର ଅଖ ବୈଠିକିରେ ସଂଯୁକ୍ତ ଥିଲା; ଆଉ ପ୍ରତ୍ୟେକ ଚକ୍ର ଦେଢ଼ ହସ୍ତ ଉଚ୍ଚ ଥିଲା ।
33. ଆଉ ସେହିସବୁ ଚକ୍ରର କର୍ମ ରଥଚକ୍ରର କର୍ମ ତୁଲ୍ୟ ଥିଲା; ତହିଁର ଅଖ ଓ ନେମି ଓ ନାଭି ଓ ଅରସବୁ ଢଳାକର୍ମର ଥିଲା ।
34. ପୁଣି ପ୍ରତ୍ୟେକ ବୈଠିକିର ଚାରିକୋଣରେ ଚାରି ଅବଲମ୍ଵନ ଥିଲା, ସେହି ଅବଲମ୍ଵନ ବୈଠିକି ଦେହରେ ନିର୍ମିତ ଥିଲା ।
35. ଆଉ ବୈଠିକି ମୁଣ୍ତରେ ଅର୍ଦ୍ଧ ହସ୍ତ ଉଚ୍ଚ ଏକ ଗୋଲାକାର ବେଢ଼ ଥିଲା; ପୁଣି ବୈଠିକି ଉପରିସ୍ଥ ଅବଲମ୍ଵନ ଓ ମଧ୍ୟଦେଶ ତହିଁ ସଙ୍ଗେ ନିର୍ମିତ ଥିଲା ।
36. ପୁଣି ସେ ତହିଁର ଅବଲମ୍ଵନ ପ୍ରଦେଶରେ ଓ ତହିଁର ମଧ୍ୟଦେଶରେ ପ୍ରତ୍ୟେକର ପରିମାଣାନୁଯାୟୀ କିରୂବ ଓ ସିଂହ ଓ ଖର୍ଜ୍ଜୁର ବୃକ୍ଷ ଖୋଳି ଚତୁର୍ଦ୍ଦିଗରେ ମାଳା ଦେଲା ।
37. ଏହିରୂପେ ସେ ଏକ ଛାଞ୍ଚ ଓ ଏକ ପରିମାଣ ଓ ଏକ ଆକାରରେ ସେହି ଦଶ ବୈଠିକିଯାକ ନିର୍ମାଣ କଲା ।
38. ଏଉତ୍ତାରେ ସେ ପିତ୍ତଳର ଦଶ ପ୍ରକ୍ଷାଳନ-ପାତ୍ର ନିର୍ମାଣ କଲା; ଏକ ଏକ ପାତ୍ର ଚାଳିଶ ମହଣ ଧରେ; ପ୍ରତ୍ୟେକ ପାତ୍ର ଚାରି ହସ୍ତ ପରିମିତ; ପୁଣି ଦଶ ବୈଠିକିର ପ୍ରତ୍ୟେକର ଉପରେ ଏକ ଏକ ପ୍ରକ୍ଷାଳନ-ପାତ୍ର ରହିଲା ।
39. ପୁଣି ସେ ଗୃହର ଦକ୍ଷିଣ ପାର୍ଶ୍ଵରେ ପାଞ୍ଚ ଓ ଗୃହର ବାମ ପାର୍ଶ୍ଵରେ ପାଞ୍ଚ ବୈଠିକି ରଖିଲା; ଆଉ ଗୃହର ଦକ୍ଷିଣ ପାର୍ଶ୍ଵରେ ପୂର୍ବଦିଗରେ ଦକ୍ଷିଣ ଆଡ଼କୁ ସମୁଦ୍ରରୂପ ପାତ୍ର ସ୍ଥାପନ କଲା ।
40. ପୁଣି ହୀରମ୍ ଏହିସବୁ ପ୍ରକ୍ଷାଳନ-ପାତ୍ର ଓ କରଚୁଲି ଓ କୁଣ୍ତ ନିର୍ମାଣ କଲା । ଏହିରୂପେ ସଦାପ୍ରଭୁଙ୍କ ଗୃହରେ ଶଲୋମନ ରାଜାଙ୍କ ନିମନ୍ତେ ହୀରମ୍ ଯେ ଯେ କର୍ମରେ ପ୍ରବୃତ୍ତ ହୋଇଥିଲା, ସେସକଳ ସମାପ୍ତ କଲା;
41. ଦୁଇ ସ୍ତମ୍ଭ ଓ ସେହି ସ୍ତମ୍ଭ ଉପରିସ୍ଥ ମୁଣ୍ତାଳିର ଦୁଇ ଗୋଲାକାର ଓ ସ୍ତମ୍ଭ ଉପରିସ୍ଥ ମୁଣ୍ତାଳିର ଦୁଇ ଗୋଲାକାର ଆଚ୍ଛାଦନାର୍ଥେ ଦୁଇ ଜାଲିକର୍ମ;
42. ଆଉ ସେହି ଦୁଇ ଜାଲିକର୍ମ ନିମନ୍ତେ ଚାରି ଶହ ଡାଳିମ୍ଵ; ଅର୍ଥାତ୍, ସ୍ତମ୍ଭ ଉପରିସ୍ଥ ମୁଣ୍ତାଳିର ଦୁଇ ଗୋଲାକାର ଆଚ୍ଛାଦନାର୍ଥେ ପ୍ରତ୍ୟେକ ଜାଲିକର୍ମ ପାଇଁ ଦୁଇ ଦୁଇ ଧାଡ଼ି ଡାଳିମ୍ଵ;
43. ଆଉ ଦଶ ବୈଠିକି ଓ ସେହିସବୁ ବୈଠିକି ଉପରେ ଦଶ ପ୍ରକ୍ଷାଳନ-ପାତ୍ର
44. ଓ ଏକ ସମୁଦ୍ରରୂପ ପାତ୍ର ଓ ସେହି ସମୁଦ୍ର ପାତ୍ର ତଳେ ବାର ଗୋରୁ
45. ଓ ହାଣ୍ତି ଓ କରଚୁଲି ଓ କୁଣ୍ତ, ଏହି ଯେସକଳ ପାତ୍ର ହୀରମ୍ ଶଲୋମନ ରାଜାଙ୍କ ପାଇଁ ସଦାପ୍ରଭୁଙ୍କ ଗୃହରେ ନିର୍ମାଣ କଲା, ତାହାସବୁ ଉଜ୍ଜ୍ଵଳ ପିତ୍ତଳର ଥିଲା ।
46. ରାଜା ଯର୍ଦ୍ଦନ-ପଦାରେ ସୁକ୍କୋତ ଓ ସର୍ତ୍ତନ ମଧ୍ୟସ୍ଥିତ ଚିକ୍କଣ ଭୂମିରେ ତାହାସବୁ ଢଳାଇଲେ ।
47. ଆଉ ଅତ୍ୟ; ବାହୁଲ୍ୟ ହେତୁ ଶଲୋମନ ସେହିସବୁ ପାତ୍ର ତୌଲ କଲେ ନାହିଁ; ପିତ୍ତଳର ଓଜନ ଜଣାଗଲା ନାହିଁ ।
48. ଆହୁରି ଶଲୋମନ ସଦାପ୍ରଭୁଙ୍କ ଗୃହସ୍ଥିତ ସମସ୍ତ ସାମଗ୍ରୀ ନିର୍ମାଣ କରାଇଲେ; ଅର୍ଥାତ୍, ସ୍ଵର୍ଣ୍ଣବେଦି ଓ ଦର୍ଶନୀୟ ରୋଟୀ ସ୍ଥାପନାର୍ଥେ ସ୍ଵର୍ଣ୍ଣର ମେଜ;
49. ପୁଣି ଗର୍ଭାଗାର ସମ୍ମୁଖର ଦକ୍ଷିଣରେ ପାଞ୍ଚ ଓ ବାମରେ ପାଞ୍ଚ ନିର୍ମଳ ସୁବର୍ଣ୍ଣର ଦୀପବୃକ୍ଷ ଓ ସୁବର୍ଣ୍ଣର ପୁଷ୍ପ ଓ ପ୍ରଦୀପ ଓ ଚିମୁଟା
50. ଓ ନିର୍ମଳ ସୁବର୍ଣ୍ଣର ପାତ୍ର ଓ କତୁରୀ ଓ କୁଣ୍ତ ଓ ଚମସ ଓ ଅଙ୍ଗାରଧାନୀ; ପୁଣି ଅନ୍ତରାଗାରର, ଅର୍ଥାତ୍, ମହାପବିତ୍ର ସ୍ଥାନର କବାଟ ପାଇଁ ଓ ଗୃହର, ଅର୍ଥାତ୍, ମନ୍ଦିରର କବାଟ ପାଇଁ ସୁବର୍ଣ୍ଣର କବିଜା କଲେ ।
51. ଏହିରୂପେ ସଦାପ୍ରଭୁଙ୍କ ଗୃହରେ ଶଲୋମନ ରାଜା ଯେସକଳ କାର୍ଯ୍ୟରେ ପ୍ରବୃତ୍ତ ହେଲେ, ତାହା ସମାପ୍ତ କଲେ । ପୁଣି ଶଲୋମନ ଆପଣା ପିତା ଦାଉଦଙ୍କର ପବିତ୍ରୀକୃତ ସାମଗ୍ରୀ, ଅର୍ଥାତ୍, ରୂପା ଓ ସୁନା ଓ ପାତ୍ରସବୁ ଆଣି ସଦାପ୍ରଭୁଙ୍କ ଗୃହସ୍ଥିତ ଭଣ୍ତାରରେ ରଖିଲେ ।
Total 22 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 7 / 22
1 ଅନନ୍ତର ଶଲୋମନ ତେର ବର୍ଷ ଆପଣା ଗୃହ ନିର୍ମାଣ କରିବାରେ ଲାଗି ଆପଣାର ସମୁଦାୟ ଗୃହ ସମାପ୍ତ କଲେ । 2 କାରଣ ସେ ଲିବାନୋନ-ଅରଣ୍ୟ-ଗୃହ ନିର୍ମାଣ କଲେ; ତହିଁର ଦୀର୍ଘତା ଏକ ଶହ ହାତ ଓ ତହିଁର ପ୍ରସ୍ଥ ପଚାଶ ହାତ ଓ ତହିଁର ଉଚ୍ଚତା ତିରିଶ ହାତ, ଚାରି ଧାଡ଼ି ଏରସ କାଷ୍ଠର ସ୍ତମ୍ଭ ଉପରେ ଏରସ କାଷ୍ଠର କଡ଼ି ଦେଇ ତାହା ନିର୍ମାଣ କଲେ । 3 ଆଉ ସ୍ତମ୍ଭମାନର ଉପରିସ୍ଥିତ ପଞ୍ଚଚାଳିଶ କଡ଼ି ଉପରେ ଏରସ କାଷ୍ଠର ଛାତ କଲେ; ଧାଡ଼ିକେ ପନ୍ଦର ଲେଖାଏଁ । 4 ପୁଣି ତିନି ଧାଡ଼ି ଖିଡ଼ିକି ଥିଲା ଓ ତିନି ଧାଡ଼ିର ଆଲୁଅ ସମ୍ମୁଖାସମ୍ମୁଖୀ ଥିଲା । 5 ଖିଡ଼ିକିର ସମସ୍ତ ଦ୍ଵାର ଓ ଚୌକାଠ ଚାରି ଚୌରସ ଥିଲା ଓ ତିନି ଧାଡ଼ିର ଆଲୁଅ ସମ୍ମୁଖାସମ୍ମୁଖୀ ଥିଲା । 6 ଆହୁରି ସେ ସ୍ତମ୍ଭଶ୍ରେଣୀର ବରଣ୍ତା କଲେ; ତହିଁର ଦୀର୍ଘତା ପଚାଶ ହାତ, ପ୍ରସ୍ଥ ତିରିଶ ହାତ; ତହିଁ ସମ୍ମୁଖରେ ଆଉ ଏକ ବରଣ୍ତା କଲେ ଓ ତହିଁ ସମ୍ମୁଖରେ ସ୍ତମ୍ଭ ଓ ମୋଟ କଡ଼ିମାନ ଦେଲେ । 7 ପୁଣି ସେ ବିଚାରାର୍ଥେ ସିଂହାସନର ବରଣ୍ତା, ଅର୍ଥାତ୍, ବିଚାର-ବରଣ୍ତା କଲେ; ଆଉ ଚଟାଣକୁ ଚଟାଣ ଏରସ କାଷ୍ଠରେ ଆଚ୍ଛାଦିତ କଲେ । 8 ଆଉ ତାଙ୍କର ବାସଗୃହ, ବରଣ୍ତାଭିତର ଅନ୍ୟ ପ୍ରାଙ୍ଗଣର କାର୍ଯ୍ୟ ପରି ଥିଲା । ଆଉ ଶଲୋମନ ଆପଣା ଭାର୍ଯ୍ୟା ଫାରୋର କନ୍ୟା ନିମନ୍ତେ ସେହି ବରଣ୍ତା ପରି ଏକ ଗୃହ ମଧ୍ୟ ନିର୍ମାଣ କଲେ । 9 ଏହିସବୁ ଭିତ୍ତିମୂଳ ଅବଧି ମୁଣ୍ତାଳି ପର୍ଯ୍ୟନ୍ତ ଭିତରେ ଓ ବାହାରେ ଖୋଦିତ ପ୍ରସ୍ତରର ପରିମାଣାନୁସାରେ କରତରେ ଚିରା ବହୁମୂଲ୍ୟ ପ୍ରସ୍ତର ଦ୍ଵାରା ନିର୍ମିତ ହେଲା । ପୁଣି ବାହାରେ ବୃହତ ପ୍ରାଙ୍ଗଣ ପର୍ଯ୍ୟନ୍ତ ସେହିରୂପ ହେଲା । 10 ଆଉ ଦଶ ହାତ ଓ ଆଠ ହାତର ବଡ଼ ବଡ଼ ଓ ବହୁମୂଲ୍ୟ ପ୍ରସ୍ତରରେ ଭିତ୍ତିମୂଳ ହେଲା । 11 ପୁଣି ଉପରେ ପରିମାଣାନୁସାରେ ବହୁମୂଲ୍ୟ ଓ ଖୋଦିତ ପ୍ରସ୍ତର ଓ ଏରସ କାଷ୍ଠ ଥିଲା । 12 ଆଉ ଯେପରି ସଦାପ୍ରଭୁଙ୍କ ଗୃହର ଭିତର ପ୍ରାଙ୍ଗଣ ଓ ଗୃହ-ବରଣ୍ତାରେ, ସେପରି ବୃହତ ପ୍ରାଙ୍ଗଣର ଚତୁର୍ଦ୍ଦିଗରେ ତିନି ଧାଡ଼ି ଖୋଦିତ ପ୍ରସ୍ତର ଓ ଏକ ଧାଡ଼ି ଏରସ-କଡ଼ି ଥିଲା । 13 ଅନନ୍ତର ଶଲୋମନ ରାଜା ଲୋକ ପଠାଇ ହୀରମ୍କୁ ସୋରରୁ ଅଣାଇଲେ । 14 ସେ ନପ୍ତାଲି-ବଂଶୀୟ ଏକ ବିଧବା ସ୍ତ୍ରୀର ପୁତ୍ର, ତାହାର ପିତା ସୋର ନଗରସ୍ଥ ଏକ କାଂସ୍ୟକାର ଥିଲା; ପୁଣି ସେ ପିତ୍ତଳର ସମସ୍ତ କାର୍ଯ୍ୟ କରିବାକୁ ଜ୍ଞାନ ଓ ବୁଦ୍ଧି ଓ ବିଦ୍ୟାରେ ପରିପୂର୍ଣ୍ଣ ଥିଲା । ପୁଣି ସେ ଶଲୋମନ ରାଜାଙ୍କ ନିକଟକୁ ଆସି ତାଙ୍କର ସମସ୍ତ କାର୍ଯ୍ୟ କଲା । 15 ଆଉ ସେ ଅଠର ହାତ ଉଚ୍ଚ ଓ ବାର ହାତ ପରିଧିରେ ଦୁଇ ପିତ୍ତଳ ସ୍ତମ୍ଭ ନିର୍ମାଣ କଲା । 16 ପୁଣି ସେ ଦୁଇ ସ୍ତମ୍ଭର ମଥାନରେ ଦେବା ପାଇଁ ଢଳା ପିତ୍ତଳର ଦୁଇ ମୁଣ୍ତାଳି କଲା; ଏକ ମୁଣ୍ତାଳିର ଉଚ୍ଚତା ପାଞ୍ଚ ହାତ ଓ ଅନ୍ୟ ମୁଣ୍ତାଳିର ଉଚ୍ଚତା ପାଞ୍ଚ ହାତ ଥିଲା । 17 ସ୍ତମ୍ଭ-ମଥାନର ସେହି ମୁଣ୍ତାଳି ନିମନ୍ତେ ଜାଲିକାର୍ଯ୍ୟର ଜାଲି ଓ ଜଞ୍ଜିର କାର୍ଯ୍ୟର ମାଳା ଥିଲା, ଏକ ମୁଣ୍ତାଳି ପାଇଁ ସାତ ଓ ଅନ୍ୟ ମୁଣ୍ତାଳି ପାଇଁ ସାତ । 18 ଏହିପରି ସେ ସ୍ତମ୍ଭ ନିର୍ମାଣ କଲା; ସ୍ତମ୍ଭ-ମଥାନରେ ଥିବା ମୁଣ୍ତାଳିର ଆଚ୍ଛାଦନାର୍ଥକ ପ୍ରତ୍ୟେକ ଜାଲିକାର୍ଯ୍ୟ ଉପରେ ଚତୁର୍ଦ୍ଦିଗରେ ଦୁଇ ଧାଡ଼ି ଡାଳିମ୍ଵ ଥିଲା ଓ ସେ ଅନ୍ୟ ମୁଣ୍ତାଳି ନିମନ୍ତେ ତଦ୍ରୂପ କଲା । 19 ପୁଣି ବରଣ୍ତା ଭିତର ସ୍ତମ୍ଭ-ମଥାନର ମୁଣ୍ତାଳି ଚାରି ହାତ ଶୋଷଣପୁଷ୍ପ-କର୍ମବିଶିଷ୍ଟ ଥିଲା । 20 ଆଉ ଦୁଇ ସ୍ତମ୍ଭର ଉପରିଭାଗରେ ମଧ୍ୟ ମୁଣ୍ତାଳି ଥିଲା, ତାହା ଜାଲିକର୍ମ ସନ୍ନିକଟ ଗର୍ଭ ପାଖରେ ଥିଲା; ପୁଣି ଅନ୍ୟ ମୁଣ୍ତାଳି ଉପରେ ଚତୁର୍ଦ୍ଦିଗରେ ଧାଡ଼ି ଧାଡ଼ି ହୋଇ ଦୁଇ ଶହ ଡାଳିମ୍ଵ ଥିଲା । 21 ଆହୁରି ସେ ମନ୍ଦିରର ବରଣ୍ତାରେ ସେହି ସ୍ତମ୍ଭମାନ ସ୍ଥାପନ କଲା; ଆଉ ସେ ଦକ୍ଷିଣ ସ୍ତମ୍ଭ ସ୍ଥାପନ କରି ତହିଁର ନାମ ଯାଖୀନ୍ (ସେ ସ୍ଥିର କରିବେ) ଦେଲା ଓ ସେ ବାମ ସ୍ତମ୍ଭ ସ୍ଥାପନ କରି ତହିଁର ନାମ ବୋୟସ୍ (ତହିଁରେ ବଳ) ଦେଲା । 22 ପୁଣି ସେହି ସ୍ତମ୍ଭ-ମଥାନ ଉପରେ ଶୋଷଣପୁଷ୍ପ-କର୍ମ ଥିଲା; ଏହିରୂପେ ସ୍ତମ୍ଭ କାର୍ଯ୍ୟ ସମାପ୍ତ ହେଲା । 23 ଅନନ୍ତର ସେ ଛାଞ୍ଚରେ ଢଳା ଗୋଲାକାର ସମୁଦ୍ର ରୂପ ପାତ୍ର ନିର୍ମାଣ କଲା, ତାହା ଏକ ଫନ୍ଦରୁ ଅନ୍ୟ ଫନ୍ଦ ଯାଏ ଦଶ ହାତ ଓ ତହିଁର ଉଚ୍ଚତା ପାଞ୍ଚ ହାତ ଓ ତହିଁର ପରିଧି ତିରିଶ ହାତ ପରିମିତ ଥିଲା । 24 ଆଉ ଫନ୍ଦ ତଳେ ଚତୁର୍ଦ୍ଦିଗରେ କଳିକାମାନ ପରିବେଷ୍ଟିତ ଥିଲା, ତାହା ହାତକେ ଦଶ ଲେଖାଏଁ ସମୁଦ୍ରରୂପ ପାତ୍ରକୁ ବେଷ୍ଟନ କରି ରହିଲା; ପାତ୍ର ଢଳା ହେବା ବେଳେ ଏହି କଳିକାମାନ ଦୁଇ ଧାଡ଼ିରେ ଢଳା ଯାଇଥିଲା । 25 ଏହି ପାତ୍ର ଦ୍ଵାଦଶ ଗୋରୁ ଉପରେ ସ୍ଥାପିତ ଥିଲା, ସେମାନଙ୍କ ତିନିର ମୁଖ ଉତ୍ତରକୁ ଓ ତିନିର ମୁଖ ପଶ୍ଚିମକୁ ଓ ତିନିର ମୁଖ ଦକ୍ଷିଣକୁ ଓ ତିନିର ମୁଖ ପୂର୍ବକୁ ଥିଲା; ସେମାନଙ୍କ ଉପରେ ସମୁଦ୍ରରୂପ ପାତ୍ର ସ୍ଥାପିତ ଥିଲା ଓ ସେସମସ୍ତର ପଶ୍ଚାତ୍ଭାଗ ଭିତରକୁ ଥିଲା । 26 ସେହି ପାତ୍ର ଚାରି ଅଙ୍ଗୁଳି ମୋଟ, ତହିଁର ଫନ୍ଦ ତାଟିଆର ଫନ୍ଦ ପରି ନିର୍ମିତ, ଶୋଷଣପୁଷ୍ପ ତୁଲ୍ୟ ଥିଲା; ତହିଁରେ ଦୁଇ ହଜାର ମହଣ ଧରିଲା । 27 ପୁଣି ସେ ଦଶ ପିତ୍ତଳ ବଇଠି କଲା; ପ୍ରତ୍ୟେକ ବଇଠିର ଦୈର୍ଘ୍ୟ ଚାରି ହାତ ଓ ପ୍ରସ୍ଥ ଚାରି ହାତ ଓ ଉଚ୍ଚତା ତିନି ହାତ ଥିଲା । 28 ସେସବୁ ବଇଠିର ଗଠନ ଏହିରୂପ, ଯଥା, ସେସବୁର ମଧ୍ୟଦେଶ ଥିଲା; ସେହିସବୁ ମଧ୍ୟଦେଶ ବିଟମାନର ମଧ୍ୟରେ ଥିଲା; 29 ପୁଣି ବିଟର ମଧ୍ୟବର୍ତ୍ତା ସେହିସବୁ ମଧ୍ୟଦେଶରେ ସିଂହ ଓ ଗୋରୁ ଓ କିରୂବମାନେ ଥିଲେ; ଆଉ ବିଟ ଉପରେ ଏକ ବଇଠି ଥିଲା; ପୁଣି ସିଂହ ଓ ଗୋରୁମାନଙ୍କ ତଳେ ସୂକ୍ଷ୍ମ କାର୍ଯ୍ୟର ମାଳା ଥିଲା । 30 ଆହୁରି ପ୍ରତ୍ୟେକ ବୈଠିର ପିତ୍ତଳମୟ ଚାରି ଚକ୍ର ଓ ପିତ୍ତଳର ଅଖ ଥିଲା ଓ ଚାରିକୋଣରେ ସ୍ଥାପିତ ଅବଲମ୍ଵନ ଥିଲା; ସେହିସବୁ ଢଳାକର୍ମର ଅବଲମ୍ଵନ ପ୍ରକ୍ଷାଳନ-ପାତ୍ର ତଳେ ଥିଲା ଓ ପ୍ରତ୍ୟେକର ପାର୍ଶ୍ଵରେ ମାଳା ଥିଲା । 31 ପୁଣି ତହିଁର ମୁଣ୍ତାଳି ମଧ୍ୟରେ ଓ ତାହା ଉପରେ ତହିଁର ମୁଖ ଏକ ହସ୍ତ, ଆଉ ତହିଁର ମୁଖ ବଇଠିର କର୍ମାନୁସାରେ ଗୋଲାକାର ଓ ଦେଢ଼ ହସ୍ତ ପରିମିତ; ମଧ୍ୟ ତହିଁର ମୁଖ ଉପରେ ଶିଳ୍ପକାର୍ଯ୍ୟ ଓ ତହିଁର ମଧ୍ୟଦେଶସବୁ ଗୋଲାକାର ନୋହି ଚତୁଷ୍କୋଣ ଥିଲା । 32 ପୁଣି ମଧ୍ୟଦେଶ ତଳେ ଚାରିଚକ୍ର ଓ ଚକ୍ରର ଅଖ ବୈଠିକିରେ ସଂଯୁକ୍ତ ଥିଲା; ଆଉ ପ୍ରତ୍ୟେକ ଚକ୍ର ଦେଢ଼ ହସ୍ତ ଉଚ୍ଚ ଥିଲା । 33 ଆଉ ସେହିସବୁ ଚକ୍ରର କର୍ମ ରଥଚକ୍ରର କର୍ମ ତୁଲ୍ୟ ଥିଲା; ତହିଁର ଅଖ ଓ ନେମି ଓ ନାଭି ଓ ଅରସବୁ ଢଳାକର୍ମର ଥିଲା । 34 ପୁଣି ପ୍ରତ୍ୟେକ ବୈଠିକିର ଚାରିକୋଣରେ ଚାରି ଅବଲମ୍ଵନ ଥିଲା, ସେହି ଅବଲମ୍ଵନ ବୈଠିକି ଦେହରେ ନିର୍ମିତ ଥିଲା । 35 ଆଉ ବୈଠିକି ମୁଣ୍ତରେ ଅର୍ଦ୍ଧ ହସ୍ତ ଉଚ୍ଚ ଏକ ଗୋଲାକାର ବେଢ଼ ଥିଲା; ପୁଣି ବୈଠିକି ଉପରିସ୍ଥ ଅବଲମ୍ଵନ ଓ ମଧ୍ୟଦେଶ ତହିଁ ସଙ୍ଗେ ନିର୍ମିତ ଥିଲା । 36 ପୁଣି ସେ ତହିଁର ଅବଲମ୍ଵନ ପ୍ରଦେଶରେ ଓ ତହିଁର ମଧ୍ୟଦେଶରେ ପ୍ରତ୍ୟେକର ପରିମାଣାନୁଯାୟୀ କିରୂବ ଓ ସିଂହ ଓ ଖର୍ଜ୍ଜୁର ବୃକ୍ଷ ଖୋଳି ଚତୁର୍ଦ୍ଦିଗରେ ମାଳା ଦେଲା । 37 ଏହିରୂପେ ସେ ଏକ ଛାଞ୍ଚ ଓ ଏକ ପରିମାଣ ଓ ଏକ ଆକାରରେ ସେହି ଦଶ ବୈଠିକିଯାକ ନିର୍ମାଣ କଲା । 38 ଏଉତ୍ତାରେ ସେ ପିତ୍ତଳର ଦଶ ପ୍ରକ୍ଷାଳନ-ପାତ୍ର ନିର୍ମାଣ କଲା; ଏକ ଏକ ପାତ୍ର ଚାଳିଶ ମହଣ ଧରେ; ପ୍ରତ୍ୟେକ ପାତ୍ର ଚାରି ହସ୍ତ ପରିମିତ; ପୁଣି ଦଶ ବୈଠିକିର ପ୍ରତ୍ୟେକର ଉପରେ ଏକ ଏକ ପ୍ରକ୍ଷାଳନ-ପାତ୍ର ରହିଲା । 39 ପୁଣି ସେ ଗୃହର ଦକ୍ଷିଣ ପାର୍ଶ୍ଵରେ ପାଞ୍ଚ ଓ ଗୃହର ବାମ ପାର୍ଶ୍ଵରେ ପାଞ୍ଚ ବୈଠିକି ରଖିଲା; ଆଉ ଗୃହର ଦକ୍ଷିଣ ପାର୍ଶ୍ଵରେ ପୂର୍ବଦିଗରେ ଦକ୍ଷିଣ ଆଡ଼କୁ ସମୁଦ୍ରରୂପ ପାତ୍ର ସ୍ଥାପନ କଲା । 40 ପୁଣି ହୀରମ୍ ଏହିସବୁ ପ୍ରକ୍ଷାଳନ-ପାତ୍ର ଓ କରଚୁଲି ଓ କୁଣ୍ତ ନିର୍ମାଣ କଲା । ଏହିରୂପେ ସଦାପ୍ରଭୁଙ୍କ ଗୃହରେ ଶଲୋମନ ରାଜାଙ୍କ ନିମନ୍ତେ ହୀରମ୍ ଯେ ଯେ କର୍ମରେ ପ୍ରବୃତ୍ତ ହୋଇଥିଲା, ସେସକଳ ସମାପ୍ତ କଲା; 41 ଦୁଇ ସ୍ତମ୍ଭ ଓ ସେହି ସ୍ତମ୍ଭ ଉପରିସ୍ଥ ମୁଣ୍ତାଳିର ଦୁଇ ଗୋଲାକାର ଓ ସ୍ତମ୍ଭ ଉପରିସ୍ଥ ମୁଣ୍ତାଳିର ଦୁଇ ଗୋଲାକାର ଆଚ୍ଛାଦନାର୍ଥେ ଦୁଇ ଜାଲିକର୍ମ; 42 ଆଉ ସେହି ଦୁଇ ଜାଲିକର୍ମ ନିମନ୍ତେ ଚାରି ଶହ ଡାଳିମ୍ଵ; ଅର୍ଥାତ୍, ସ୍ତମ୍ଭ ଉପରିସ୍ଥ ମୁଣ୍ତାଳିର ଦୁଇ ଗୋଲାକାର ଆଚ୍ଛାଦନାର୍ଥେ ପ୍ରତ୍ୟେକ ଜାଲିକର୍ମ ପାଇଁ ଦୁଇ ଦୁଇ ଧାଡ଼ି ଡାଳିମ୍ଵ; 43 ଆଉ ଦଶ ବୈଠିକି ଓ ସେହିସବୁ ବୈଠିକି ଉପରେ ଦଶ ପ୍ରକ୍ଷାଳନ-ପାତ୍ର 44 ଓ ଏକ ସମୁଦ୍ରରୂପ ପାତ୍ର ଓ ସେହି ସମୁଦ୍ର ପାତ୍ର ତଳେ ବାର ଗୋରୁ 45 ଓ ହାଣ୍ତି ଓ କରଚୁଲି ଓ କୁଣ୍ତ, ଏହି ଯେସକଳ ପାତ୍ର ହୀରମ୍ ଶଲୋମନ ରାଜାଙ୍କ ପାଇଁ ସଦାପ୍ରଭୁଙ୍କ ଗୃହରେ ନିର୍ମାଣ କଲା, ତାହାସବୁ ଉଜ୍ଜ୍ଵଳ ପିତ୍ତଳର ଥିଲା । 46 ରାଜା ଯର୍ଦ୍ଦନ-ପଦାରେ ସୁକ୍କୋତ ଓ ସର୍ତ୍ତନ ମଧ୍ୟସ୍ଥିତ ଚିକ୍କଣ ଭୂମିରେ ତାହାସବୁ ଢଳାଇଲେ । 47 ଆଉ ଅତ୍ୟ; ବାହୁଲ୍ୟ ହେତୁ ଶଲୋମନ ସେହିସବୁ ପାତ୍ର ତୌଲ କଲେ ନାହିଁ; ପିତ୍ତଳର ଓଜନ ଜଣାଗଲା ନାହିଁ । 48 ଆହୁରି ଶଲୋମନ ସଦାପ୍ରଭୁଙ୍କ ଗୃହସ୍ଥିତ ସମସ୍ତ ସାମଗ୍ରୀ ନିର୍ମାଣ କରାଇଲେ; ଅର୍ଥାତ୍, ସ୍ଵର୍ଣ୍ଣବେଦି ଓ ଦର୍ଶନୀୟ ରୋଟୀ ସ୍ଥାପନାର୍ଥେ ସ୍ଵର୍ଣ୍ଣର ମେଜ; 49 ପୁଣି ଗର୍ଭାଗାର ସମ୍ମୁଖର ଦକ୍ଷିଣରେ ପାଞ୍ଚ ଓ ବାମରେ ପାଞ୍ଚ ନିର୍ମଳ ସୁବର୍ଣ୍ଣର ଦୀପବୃକ୍ଷ ଓ ସୁବର୍ଣ୍ଣର ପୁଷ୍ପ ଓ ପ୍ରଦୀପ ଓ ଚିମୁଟା 50 ଓ ନିର୍ମଳ ସୁବର୍ଣ୍ଣର ପାତ୍ର ଓ କତୁରୀ ଓ କୁଣ୍ତ ଓ ଚମସ ଓ ଅଙ୍ଗାରଧାନୀ; ପୁଣି ଅନ୍ତରାଗାରର, ଅର୍ଥାତ୍, ମହାପବିତ୍ର ସ୍ଥାନର କବାଟ ପାଇଁ ଓ ଗୃହର, ଅର୍ଥାତ୍, ମନ୍ଦିରର କବାଟ ପାଇଁ ସୁବର୍ଣ୍ଣର କବିଜା କଲେ । 51 ଏହିରୂପେ ସଦାପ୍ରଭୁଙ୍କ ଗୃହରେ ଶଲୋମନ ରାଜା ଯେସକଳ କାର୍ଯ୍ୟରେ ପ୍ରବୃତ୍ତ ହେଲେ, ତାହା ସମାପ୍ତ କଲେ । ପୁଣି ଶଲୋମନ ଆପଣା ପିତା ଦାଉଦଙ୍କର ପବିତ୍ରୀକୃତ ସାମଗ୍ରୀ, ଅର୍ଥାତ୍, ରୂପା ଓ ସୁନା ଓ ପାତ୍ରସବୁ ଆଣି ସଦାପ୍ରଭୁଙ୍କ ଗୃହସ୍ଥିତ ଭଣ୍ତାରରେ ରଖିଲେ ।
Total 22 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 7 / 22
×

Alert

×

Oriya Letters Keypad References