ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
1. ଅତଏବ, ଆମ୍ଭେମାନେ ଅନୁଗ୍ରହ ପ୍ରାପ୍ତ ହୋଇ ଏହି ସେବକପଦ ପାଇବାରୁ ସାହସବିହୀନ ନୋହୁଁ,
2. ମାତ୍ର ଆମ୍ଭେମାନେ ଲଜ୍ଜାଜନକ ଗୁପ୍ତ ବିଷୟସବୁ ପରିତ୍ୟାଗ କରିଅଛୁ; ଏଣୁ ଆମ୍ଭେମାନେ ଧୁର୍ତ୍ତତାରେ ଆଚରଣ କରୁ ନାହୁଁ ଅବା ଈଶ୍ଵରଙ୍କ ବାକ୍ୟ ଛଳରେ ବ୍ୟବହାର କରୁ ନାହୁଁ, କିନ୍ତୁ ସତ୍ୟ ପ୍ରକାଶ ଦ୍ଵାରା ଈଶ୍ଵରଙ୍କ ସାକ୍ଷାତରେ ପ୍ରତ୍ୟେକ ମନୁଷ୍ୟର ବିବେକ ନିକଟରେ ଆପଣା ଆପଣାକୁ ଯୋଗ୍ୟ ଦେଖାଉଅଛୁ ।
3. କିନ୍ତୁ ଯଦ୍ୟପି ଆମ୍ଭମାନଙ୍କ ସୁସମାଚାର ଆଚ୍ଛାଦିତ ଥାଏ, ତାହା ବିନାଶପ୍ରାପ୍ତମାନଙ୍କ ପକ୍ଷରେ ଆଚ୍ଛାଦିତ;
4. ଈଶ୍ଵରଙ୍କ ପ୍ରତିମୂର୍ତ୍ତି ଯେ ଖ୍ରୀଷ୍ଟ ତାହାଙ୍କ ଗୌରବମୟ ସୁସମାଚାରର ଆଲୋକ ଯେପରି ଏହିପ୍ରକାର ଲୋକଙ୍କ ପ୍ରତି ପ୍ରକାଶିତ ନ ହୁଏ, ଏଥିନିମନ୍ତେ ଏହି ଜଗତ୍ପତି ଅବିଶ୍ଵାସୀମାନଙ୍କର ଜ୍ଞାନଚକ୍ଷୁ ଅନ୍ଧ କରିଅଛି ।
5. କାରଣ ଆମ୍ଭେମାନେ ଆପଣା ଆପଣାକୁ ପ୍ରଚାର କରୁ ନାହୁଁ, ମାତ୍ର ଖ୍ରୀଷ୍ଟ ଯୀଶୁ ଯେ ପ୍ରଭୁ, ପୁଣି ଯୀଶୁଙ୍କ ସକାଶେ ଆମ୍ଭେମାନେ ଯେ ତୁମ୍ଭମାନଙ୍କର ସେବକ, ଏହା ପ୍ରଚାର କରୁ ।
6. ଯେଣୁ ଅନ୍ଧକାରରୁ ଦୀପ୍ତି ପ୍ରକାଶ ପାଉ ବୋଲି ଆଜ୍ଞା ଦେଇଥିଲେ ଯେଉଁ ଈଶ୍ଵର, ସେ ଖ୍ରୀଷ୍ଟଙ୍କ ମୁଖରେ ପ୍ରକାଶିତ ଈଶ୍ଵରଙ୍କ ଗୌରବମୟ ଜ୍ଞାନର ଆଲୋକ ଦେଖାଇବା ନିମନ୍ତେ ଆମ୍ଭମାନଙ୍କ ହୃଦୟରେ ଆଲୋକ ପ୍ରକାଶ କରିଅଛନ୍ତି ।
7. ମାତ୍ର ମହାଶକ୍ତି ଯେ ଈଶ୍ଵରଙ୍କର, ପୁଣି ତାହା ଯେ ଆମ୍ଭମାନଙ୍କଠାରୁ ଉତ୍ପନ୍ନ ନୁହେଁ, ଏହା ଯେପରି ପ୍ରକାଶ ପାଏ, ଏଥିନିମନ୍ତେ ଆମ୍ଭେମାନେ ଏହି ଧନ ମୃତ୍ତିକା ପାତ୍ରରେ ପାଇଅଛୁ;
8. ଆମ୍ଭେମାନେ ସର୍ବପ୍ରକାରେ କ୍ଳେଶଭୋଗ କରୁଅଛୁ, ତଥାପି ଅବରୁଦ୍ଧ ନୋହୁଁ; ହତବୁଦ୍ଧି ହେଉଅଛୁ, ତଥାପି ନିରାଶ ନୋହୁଁ;
9. ତାଡ଼ନା ପ୍ରାପ୍ତ ହେଉଅଛୁ, ତଥାପି ପରିତ୍ୟକ୍ତ ନୋହୁଁ; ଅଧଃପତିତ ହେଉଅଛୁ, ତଥାପି ବିନଷ୍ଟ ନୋହୁଁ;
10. ଆମ୍ଭେମାନେ ସର୍ବଦା ଯୀଶୁଙ୍କ ମୃତ୍ୟୁଭୋଗ ଶରୀରରେ ଅନୁଭବ କରୁଅଛୁ, ଯେପରି ଯୀଶୁଙ୍କ ଜୀବନ ମଧ୍ୟ ଆମ୍ଭମାନଙ୍କ ଶରୀରରେ ପ୍ରକାଶିତ ହୁଏ ।
11. କାରଣ ଯୀଶୁଙ୍କ ଜୀବନ ଯେପରି ଆମ୍ଭମାନଙ୍କ ମର୍ତ୍ତ୍ୟ ଶରୀରରେ ପ୍ରକାଶିତ ହୁଏ, ଏଥିପାଇଁ ଆମ୍ଭେମାନେ ଜୀବିତ ହେଲେ ହେଁ ସର୍ବଦା ଯୀଶୁଙ୍କ ସକାଶେ ମୃତ୍ୟୁମୁଖରେ ସମର୍ପିତ ହେଉଅଛୁ ।
12. ଏହିପ୍ରକାରେ ଆମ୍ଭମାନଙ୍କଠାରେ ମୃତ୍ୟୁ, କିନ୍ତୁ ତୁମ୍ଭମାନଙ୍କଠାରେ ଜୀବନ କାର୍ଯ୍ୟ ସାଧନ କରୁଅଛି ।
13. “ମୁଁ ବିଶ୍ଵାସ କଲି, ଏଣୁ କଥା କହିଲି”, ଏହି ଲିଖିତ ବାକ୍ୟ ଅନୁସାରେ ସେହି ବିଶ୍ଵାସଜନକ ଆତ୍ମା ପାଇଥିବାରୁ ଆମ୍ଭେମାନେ ମଧ୍ୟ ବିଶ୍ଵାସ କରୁ, ଏଣୁ ମଧ୍ୟ କଥା କହୁ;
14. କାରଣ ଆମ୍ଭେମାନେ ଜାଣୁ, ପ୍ରଭୁ ଯୀଶୁଙ୍କୁ ଯେ ଉଠାଇଲେ, ସେ ଆମ୍ଭମାନଙ୍କୁ ମଧ୍ୟ ଯୀଶୁଙ୍କ ସହିତ ଉଠାଇବେ ଓ ତାହାଙ୍କ ଛାମୁରେ ତୁମ୍ଭମାନଙ୍କ ସହିତ ଉପସ୍ଥିତ କରିବେ ।
15. ଯେଣୁ ସମସ୍ତ ବିଷୟ ତୁମ୍ଭମାନଙ୍କ ସକାଶେ ହେଉଅଛି, ଯେପରି ଅନେକ ଲୋକଙ୍କଠାରେ ଅନୁଗ୍ରହ ଅତ୍ୟଧିକ ବୃଦ୍ଧି ପାଇ ଈଶ୍ଵରଙ୍କ ଗୌରବାର୍ଥେ ବହୁଳ ଧନ୍ୟବାଦର କାରଣ ହୁଏ ।
16. ତେଣୁ ଆମ୍ଭେମାନେ କ୍ଳା; ହେଉ ନାହୁଁ, କିନ୍ତୁ ଆମ୍ଭମାନଙ୍କର ବାହ୍ୟିକ ପୁରୁଷ କ୍ଷୟ ପାଇଲେ ସୁଦ୍ଧା ଆମ୍ଭମାନଙ୍କ ଆନ୍ତରିକ ପୁରୁଷ ଦିନକୁ ଦିନ ନୂତନୀକୃତ ହେଉଅଛି ।
17. କାରଣ ଏହି କ୍ଷଣକାଳସ୍ଥାୟୀ ଲଘୁ କ୍ଳେଶ ଅତ୍ୟଧିକ ବାହୁଲ୍ୟ ରୂପେ ଆମ୍ଭମାନଙ୍କ ନିମନ୍ତେ ଅନନ୍ତ-କାଳସ୍ଥାୟୀ ମହା ଗୌରବ ସାଧନ କରୁଅଛି;
18. ଯେଣୁ ଆମ୍ଭେମାନେ ଦୃଶ୍ୟ ବିଷୟ ପ୍ରତି ଲକ୍ଷ୍ୟ ନ କରି ଅଦୃଶ୍ୟ ବିଷୟ ପ୍ରତି ଲକ୍ଷ୍ୟ କରୁଅଛୁ; କାରଣ ଦୃଶ୍ୟ ବିଷୟ କ୍ଷଣକାଳସ୍ଥାୟୀ, କିନ୍ତୁ ଅଦୃଶ୍ୟ ବିଷୟ ଅନନ୍ତ-କାଳସ୍ଥାୟୀ ।
Total 13 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 4 / 13
1 2 3 4 5 6 7 8 9 10 11 12 13
1 ଅତଏବ, ଆମ୍ଭେମାନେ ଅନୁଗ୍ରହ ପ୍ରାପ୍ତ ହୋଇ ଏହି ସେବକପଦ ପାଇବାରୁ ସାହସବିହୀନ ନୋହୁଁ, 2 ମାତ୍ର ଆମ୍ଭେମାନେ ଲଜ୍ଜାଜନକ ଗୁପ୍ତ ବିଷୟସବୁ ପରିତ୍ୟାଗ କରିଅଛୁ; ଏଣୁ ଆମ୍ଭେମାନେ ଧୁର୍ତ୍ତତାରେ ଆଚରଣ କରୁ ନାହୁଁ ଅବା ଈଶ୍ଵରଙ୍କ ବାକ୍ୟ ଛଳରେ ବ୍ୟବହାର କରୁ ନାହୁଁ, କିନ୍ତୁ ସତ୍ୟ ପ୍ରକାଶ ଦ୍ଵାରା ଈଶ୍ଵରଙ୍କ ସାକ୍ଷାତରେ ପ୍ରତ୍ୟେକ ମନୁଷ୍ୟର ବିବେକ ନିକଟରେ ଆପଣା ଆପଣାକୁ ଯୋଗ୍ୟ ଦେଖାଉଅଛୁ । 3 କିନ୍ତୁ ଯଦ୍ୟପି ଆମ୍ଭମାନଙ୍କ ସୁସମାଚାର ଆଚ୍ଛାଦିତ ଥାଏ, ତାହା ବିନାଶପ୍ରାପ୍ତମାନଙ୍କ ପକ୍ଷରେ ଆଚ୍ଛାଦିତ; 4 ଈଶ୍ଵରଙ୍କ ପ୍ରତିମୂର୍ତ୍ତି ଯେ ଖ୍ରୀଷ୍ଟ ତାହାଙ୍କ ଗୌରବମୟ ସୁସମାଚାରର ଆଲୋକ ଯେପରି ଏହିପ୍ରକାର ଲୋକଙ୍କ ପ୍ରତି ପ୍ରକାଶିତ ନ ହୁଏ, ଏଥିନିମନ୍ତେ ଏହି ଜଗତ୍ପତି ଅବିଶ୍ଵାସୀମାନଙ୍କର ଜ୍ଞାନଚକ୍ଷୁ ଅନ୍ଧ କରିଅଛି । 5 କାରଣ ଆମ୍ଭେମାନେ ଆପଣା ଆପଣାକୁ ପ୍ରଚାର କରୁ ନାହୁଁ, ମାତ୍ର ଖ୍ରୀଷ୍ଟ ଯୀଶୁ ଯେ ପ୍ରଭୁ, ପୁଣି ଯୀଶୁଙ୍କ ସକାଶେ ଆମ୍ଭେମାନେ ଯେ ତୁମ୍ଭମାନଙ୍କର ସେବକ, ଏହା ପ୍ରଚାର କରୁ । 6 ଯେଣୁ ଅନ୍ଧକାରରୁ ଦୀପ୍ତି ପ୍ରକାଶ ପାଉ ବୋଲି ଆଜ୍ଞା ଦେଇଥିଲେ ଯେଉଁ ଈଶ୍ଵର, ସେ ଖ୍ରୀଷ୍ଟଙ୍କ ମୁଖରେ ପ୍ରକାଶିତ ଈଶ୍ଵରଙ୍କ ଗୌରବମୟ ଜ୍ଞାନର ଆଲୋକ ଦେଖାଇବା ନିମନ୍ତେ ଆମ୍ଭମାନଙ୍କ ହୃଦୟରେ ଆଲୋକ ପ୍ରକାଶ କରିଅଛନ୍ତି । 7 ମାତ୍ର ମହାଶକ୍ତି ଯେ ଈଶ୍ଵରଙ୍କର, ପୁଣି ତାହା ଯେ ଆମ୍ଭମାନଙ୍କଠାରୁ ଉତ୍ପନ୍ନ ନୁହେଁ, ଏହା ଯେପରି ପ୍ରକାଶ ପାଏ, ଏଥିନିମନ୍ତେ ଆମ୍ଭେମାନେ ଏହି ଧନ ମୃତ୍ତିକା ପାତ୍ରରେ ପାଇଅଛୁ; 8 ଆମ୍ଭେମାନେ ସର୍ବପ୍ରକାରେ କ୍ଳେଶଭୋଗ କରୁଅଛୁ, ତଥାପି ଅବରୁଦ୍ଧ ନୋହୁଁ; ହତବୁଦ୍ଧି ହେଉଅଛୁ, ତଥାପି ନିରାଶ ନୋହୁଁ; 9 ତାଡ଼ନା ପ୍ରାପ୍ତ ହେଉଅଛୁ, ତଥାପି ପରିତ୍ୟକ୍ତ ନୋହୁଁ; ଅଧଃପତିତ ହେଉଅଛୁ, ତଥାପି ବିନଷ୍ଟ ନୋହୁଁ; 10 ଆମ୍ଭେମାନେ ସର୍ବଦା ଯୀଶୁଙ୍କ ମୃତ୍ୟୁଭୋଗ ଶରୀରରେ ଅନୁଭବ କରୁଅଛୁ, ଯେପରି ଯୀଶୁଙ୍କ ଜୀବନ ମଧ୍ୟ ଆମ୍ଭମାନଙ୍କ ଶରୀରରେ ପ୍ରକାଶିତ ହୁଏ । 11 କାରଣ ଯୀଶୁଙ୍କ ଜୀବନ ଯେପରି ଆମ୍ଭମାନଙ୍କ ମର୍ତ୍ତ୍ୟ ଶରୀରରେ ପ୍ରକାଶିତ ହୁଏ, ଏଥିପାଇଁ ଆମ୍ଭେମାନେ ଜୀବିତ ହେଲେ ହେଁ ସର୍ବଦା ଯୀଶୁଙ୍କ ସକାଶେ ମୃତ୍ୟୁମୁଖରେ ସମର୍ପିତ ହେଉଅଛୁ । 12 ଏହିପ୍ରକାରେ ଆମ୍ଭମାନଙ୍କଠାରେ ମୃତ୍ୟୁ, କିନ୍ତୁ ତୁମ୍ଭମାନଙ୍କଠାରେ ଜୀବନ କାର୍ଯ୍ୟ ସାଧନ କରୁଅଛି । 13 “ମୁଁ ବିଶ୍ଵାସ କଲି, ଏଣୁ କଥା କହିଲି”, ଏହି ଲିଖିତ ବାକ୍ୟ ଅନୁସାରେ ସେହି ବିଶ୍ଵାସଜନକ ଆତ୍ମା ପାଇଥିବାରୁ ଆମ୍ଭେମାନେ ମଧ୍ୟ ବିଶ୍ଵାସ କରୁ, ଏଣୁ ମଧ୍ୟ କଥା କହୁ; 14 କାରଣ ଆମ୍ଭେମାନେ ଜାଣୁ, ପ୍ରଭୁ ଯୀଶୁଙ୍କୁ ଯେ ଉଠାଇଲେ, ସେ ଆମ୍ଭମାନଙ୍କୁ ମଧ୍ୟ ଯୀଶୁଙ୍କ ସହିତ ଉଠାଇବେ ଓ ତାହାଙ୍କ ଛାମୁରେ ତୁମ୍ଭମାନଙ୍କ ସହିତ ଉପସ୍ଥିତ କରିବେ । 15 ଯେଣୁ ସମସ୍ତ ବିଷୟ ତୁମ୍ଭମାନଙ୍କ ସକାଶେ ହେଉଅଛି, ଯେପରି ଅନେକ ଲୋକଙ୍କଠାରେ ଅନୁଗ୍ରହ ଅତ୍ୟଧିକ ବୃଦ୍ଧି ପାଇ ଈଶ୍ଵରଙ୍କ ଗୌରବାର୍ଥେ ବହୁଳ ଧନ୍ୟବାଦର କାରଣ ହୁଏ । 16 ତେଣୁ ଆମ୍ଭେମାନେ କ୍ଳା; ହେଉ ନାହୁଁ, କିନ୍ତୁ ଆମ୍ଭମାନଙ୍କର ବାହ୍ୟିକ ପୁରୁଷ କ୍ଷୟ ପାଇଲେ ସୁଦ୍ଧା ଆମ୍ଭମାନଙ୍କ ଆନ୍ତରିକ ପୁରୁଷ ଦିନକୁ ଦିନ ନୂତନୀକୃତ ହେଉଅଛି । 17 କାରଣ ଏହି କ୍ଷଣକାଳସ୍ଥାୟୀ ଲଘୁ କ୍ଳେଶ ଅତ୍ୟଧିକ ବାହୁଲ୍ୟ ରୂପେ ଆମ୍ଭମାନଙ୍କ ନିମନ୍ତେ ଅନନ୍ତ-କାଳସ୍ଥାୟୀ ମହା ଗୌରବ ସାଧନ କରୁଅଛି; 18 ଯେଣୁ ଆମ୍ଭେମାନେ ଦୃଶ୍ୟ ବିଷୟ ପ୍ରତି ଲକ୍ଷ୍ୟ ନ କରି ଅଦୃଶ୍ୟ ବିଷୟ ପ୍ରତି ଲକ୍ଷ୍ୟ କରୁଅଛୁ; କାରଣ ଦୃଶ୍ୟ ବିଷୟ କ୍ଷଣକାଳସ୍ଥାୟୀ, କିନ୍ତୁ ଅଦୃଶ୍ୟ ବିଷୟ ଅନନ୍ତ-କାଳସ୍ଥାୟୀ ।
Total 13 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 4 / 13
1 2 3 4 5 6 7 8 9 10 11 12 13
×

Alert

×

Oriya Letters Keypad References