ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯାତ୍ରା ପୁସ୍ତକ
1. ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,
2. ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଆମ୍ଭ ନିମନ୍ତେ ଉପହାର ସଂଗ୍ରହ କରିବାକୁ କୁହ; ଯାହାର ହୃଦୟ ଯାହାକୁ ଇଚ୍ଛୁକ କରାଏ, ତାହାଠାରୁ ତୁମ୍ଭେମାନେ ଆମ୍ଭର ସେହି ଉପହାର ଗ୍ରହଣ କରିବ।
3. ଅର୍ଥାତ୍, ସ୍ଵର୍ଣ୍ଣ, ରୌପ୍ୟ ଓ ପିତ୍ତଳ;
4. ପୁଣି ନୀଳ ବର୍ଣ୍ଣ ଓ ଧୂମ୍ର ବର୍ଣ୍ଣ ଓ ସିନ୍ଦୂର ବର୍ଣ୍ଣ ଓ ଶୁଭ୍ର କ୍ଷୌମସୂତ୍ର ଓ ଛାଗଲୋମ
5. ଓ ରକ୍ତୀକୃତ ମେଷଚର୍ମ ଓ ଶିଶୁକ ଚର୍ମ ଓ ଶିଟୀମ୍ କାଷ୍ଠ,
6. ଦୀପ ନିମନ୍ତେ ତୈଳ ପୁଣି ଅଭିଷେକାର୍ଥ ତୈଳ ଓ ସୁଗନ୍ଧି ଧୂପ ନିମନ୍ତେ ଗନ୍ଧଦ୍ରବ୍ୟ,
7. ପୁଣି ଏଫୋଦଓ ବୁକୁପଟା ନିମନ୍ତେ ଗୋମେଦକ ମଣି ପ୍ରଭୃତି ଖଚନୀୟ ପ୍ରସ୍ତର; ଏହି ସମସ୍ତ ଉପହାର ସେମାନଙ୍କଠାରୁ ଗ୍ରହଣ କରିବ ।
8. ସେମାନେ ଆମ୍ଭ ନିମନ୍ତେ ଗୋଟିଏ ପବିତ୍ର ସ୍ଥାନ ନିର୍ମାଣ କରନ୍ତୁ; ତହିଁରେ ଆମ୍ଭେ ସେମାନଙ୍କ ମଧ୍ୟରେ ବାସ କରିବା।
9. ଆବାସର ଆକାର ଓ ତହିଁର ସମସ୍ତ ପାତ୍ରର ଆକାରାଦିର ଯେଉଁ ଆଦର୍ଶ ଆମ୍ଭେ ତୁମ୍ଭକୁ ଦେଖାଇବା, ତଦନୁସାରେ ତୁମ୍ଭେମାନେ ସବୁ କରିବ ।
10. ଆଉ, ସେମାନେ ଅଢ଼ାଇ ହସ୍ତ ଦୀର୍ଘ ଓ ଦେଢ଼ ହସ୍ତ ପ୍ରସ୍ଥ ଓ ଦେଢ଼ ହସ୍ତ ଉଚ୍ଚ ଶିଟୀମ୍ କାଷ୍ଠର ଏକ ସିନ୍ଦୁକ ନିର୍ମାଣ କରିବେ ।
11. ତହୁଁ ତୁମ୍ଭେ ନିର୍ମଳ ସୁବର୍ଣ୍ଣରେ ତାହା ମଡ଼ାଇବ; ପୁଣି ତହିଁର ଭିତର ଓ ବାହାର ହିଁ ମଡ଼ାଇବ, ପୁଣି ତହିଁ ଉପର ଚତୁର୍ଦ୍ଦିଗରେ ସ୍ଵର୍ଣ୍ଣର କାନ୍ଥି କରିବ ।
12. ପୁଣି ତହିଁ ନିମନ୍ତେ ସ୍ଵର୍ଣ୍ଣର ଚାରି କଡ଼ା ଛାଞ୍ଚରେ ଢାଳି ତହିଁର ଚାରି କୋଣରେ ଦେବ; ତହିଁର ଏକ ପାର୍ଶ୍ଵରେ ଦୁଇ କଡ଼ା ଓ ଅନ୍ୟ ପାର୍ଶ୍ଵରେ ଦୁଇ କଡ଼ା ରହିବ ।
13. ଆଉ ତୁମ୍ଭେ ଶିଟୀମ୍ କାଷ୍ଠରେ ଦୁଇ ସାଙ୍ଗୀ କରି ସ୍ଵର୍ଣ୍ଣରେ ମଡ଼ାଇବ ।
14. ପୁଣି ସିନ୍ଦୁକ ବହିବା ନିମନ୍ତେ ସିନ୍ଦୁକର ଦୁଇ ପାର୍ଶ୍ଵସ୍ଥ କଡ଼ାରେ ସେହି ସାଙ୍ଗୀ ପ୍ରବେଶ କରାଇବ ।
15. ସେହି ସାଙ୍ଗୀ ସିନ୍ଦୁକର କଡ଼ାରେ ଥିବ, ତହିଁରୁ ବାହାର କରାଯିବ ନାହିଁ ।
16. ପୁଣି ଆମ୍ଭେ ତୁମ୍ଭକୁ ଯେଉଁ ସାକ୍ଷ୍ୟପତ୍ରଦେବା, ତାହା ସେହି ସିନ୍ଦୁକରେ ରଖିବ ।
17. ଏଉତ୍ତାରେ ତୁମ୍ଭେ ଶୁଦ୍ଧ ସୁବର୍ଣ୍ଣରେ ଅଢ଼ାଇ ହସ୍ତ ଦୀର୍ଘ ଓ ଦେଢ଼ ହସ୍ତ ପ୍ରସ୍ଥ ଏକ ପାପାଚ୍ଛାଦନ ନିର୍ମାଣ କରିବ।
18. ତୁମ୍ଭେ ସୁବର୍ଣ୍ଣର ଦୁଇ କିରୂବ ପ୍ରସ୍ତୁତ କରିବ; ପିଟା କର୍ମରେ ତାହା ପ୍ରସ୍ତୁତ କରି ସେହି ପାପାଚ୍ଛାଦନର ଦୁଇ ମୁଣ୍ତରେ ଦେବ ।
19. ଏକ କିରୂବ ଏକ ମୁଣ୍ତରେ ଓ ଅନ୍ୟ କିରୂବ ଅନ୍ୟ ମୁଣ୍ତରେ ସ୍ଥାପନ କରିବ; ଦୁଇ କିରୂବକୁ ପାପାଚ୍ଛାଦନ ସହିତ ସଂଲଗ୍ନ ଓ ତହିଁର ଦୁଇ ପ୍ରାନ୍ତରେ ଉଭା କରି ସ୍ଥାପନ କରିବ ।
20. ପୁଣି କିରୂବମାନେ ପରସ୍ପର ସମ୍ମୁଖୀନ ହୋଇ ପକ୍ଷ ଊର୍ଦ୍ଧ୍ଵକୁ ବିସ୍ତାର କରି ପାପାଚ୍ଛାଦନ ଆବରଣ କରିବେ; ପାପାଚ୍ଛାଦନ ପ୍ରତି କିରୂବମାନଙ୍କର ମୁଖ ରହିବ ।
21. ତୁମ୍ଭେ ସେହି ପାପାଚ୍ଛାଦନ ସେହି ସିନ୍ଦୁକ ଉପରେ ରଖିବ, ପୁଣି ଆମ୍ଭେ ତୁମ୍ଭକୁ ଯେଉଁ ସାକ୍ଷ୍ୟପତ୍ର ଦେବା, ତାହା ସେହି ସିନ୍ଦୁକ ଭିତରେ ଥୋଇବ ।
22. ଆଉ ଆମ୍ଭେ ସେହି ସ୍ଥାନରେ ତୁମ୍ଭ ସହିତ ସାକ୍ଷାତ କରିବାଓ ପାପାଚ୍ଛାଦନର ଉପରିଭାଗରୁ, ଅର୍ଥାତ୍, ସାକ୍ଷ୍ୟ-ସିନ୍ଦୁକର ଉପରିସ୍ଥ କିରୂବଦ୍ଵୟ ମଧ୍ୟରୁ ତୁମ୍ଭ ସଙ୍ଗେ ଆଳାପ କରି ଇସ୍ରାଏଲ-ସନ୍ତାନଗଣ ବିଷୟକ ଆମ୍ଭର ସମସ୍ତ ଆଜ୍ଞା ତୁମ୍ଭକୁ ଜଣାଇବା ।
23. ତହିଁ ଉତ୍ତାରୁ ତୁମ୍ଭେ ଶିଟୀମ୍ କାଷ୍ଠରେ ଦୁଇ ହସ୍ତ ଦୀର୍ଘ ଓ ଏକ ହସ୍ତ ପ୍ରସ୍ଥ ଓ ଦେଢ଼ ହସ୍ତ ଉଚ୍ଚ ଗୋଟିଏ ମେଜ ନିର୍ମାଣ କରି
24. ନିର୍ମଳ ସ୍ଵର୍ଣ୍ଣରେ ତାହା ମଡ଼ାଇବ, ପୁଣି ତହିଁର ଚତୁର୍ଦ୍ଦିଗରେ ସ୍ଵର୍ଣ୍ଣର କାନ୍ଥି କରିବ ।
25. ପୁଣି ତହିଁର ଚତୁର୍ଦ୍ଦିଗରେ ଚତୁରଙ୍ଗୁଳି ପରିମିତ ଏକ ବେଷ୍ଟନ କରିବ ଓ ସେହି ବେଷ୍ଟନର ଚତୁର୍ଦ୍ଦିଗରେ ସୁବର୍ଣ୍ଣ କାନ୍ଥି କରିବ ।
26. ଆଉ ସୁବର୍ଣ୍ଣ ନିର୍ମିତ ଚାରି କଡ଼ା କରି ତହିଁର ଚାରି ପାହ୍ୟାର ଚାରି କୋଣରେ ରଖିବ ।
27. ମେଜ ବହନାର୍ଥେ ସାଙ୍ଗୀର ଘରା ନିମନ୍ତେ ସେହି କଡ଼ା ବେଷ୍ଟନ-ପାର୍ଶ୍ଵରେ ଥିବ ।
28. ପୁଣି ସେହି ମେଜ ବହନାର୍ଥେ ଶିଟୀମ୍ କାଷ୍ଠରେ ସାଙ୍ଗୀ ପ୍ରସ୍ତୁତ କରି ସ୍ଵର୍ଣ୍ଣରେ ମଡ଼ାଇବ ।
29. ପୁଣି ଥାଳୀ ଓ ଚମସ ଓ ଗଡ଼ୁ ଓ ଢାଳିବା ନିମନ୍ତେ ପାତ୍ର ନିର୍ମାଣ କରିବ, ଏହି ସମସ୍ତ ଶୁଦ୍ଧ ସୁବର୍ଣ୍ଣରେ ନିର୍ମାଣ କରିବ ।
30. ତୁମ୍ଭେ ସେହି ମେଜ ଉପରେ ଆମ୍ଭ ଅଗ୍ରତେ ନିତ୍ୟ ନିତ୍ୟ ଦର୍ଶନୀୟ ରୋଟୀ ରଖିବ ।
31. ଆହୁରି, ତୁମ୍ଭେ ନିର୍ମଳ ସୁବର୍ଣ୍ଣର ଏକ ଦୀପବୃକ୍ଷ ନିର୍ମାଣ କରିବ; ପିଟାକର୍ମରେ ଦୀପବୃକ୍ଷ, ତହିଁର ଗଣ୍ତି ଓ ଶାଖା ନିର୍ମିତ ହେବ; ଆଉ ଗୋଲାଧାର ଓ କଳିକା ଓ ପୁଷ୍ପ ତହିଁରେ ସଂଲଗ୍ନ ରହିବ ।
32. ଅର୍ଥାତ୍, ତହିଁର ଏକ ପାର୍ଶ୍ଵରୁ ତିନି ଦୀପଶାଖା ଓ ଅନ୍ୟ ପାର୍ଶ୍ଵରୁ ତିନି ଦୀପଶାଖା, ଏହିରୂପେ ଦୁଇ ପାର୍ଶ୍ଵରୁ ଛଅ ଶାଖା ନିର୍ଗତ ହେବ ।
33. ତହିଁର ଏକ ଶାଖାରେ ବାଦାମପୁଷ୍ପାକୃତି ତିନି ଗୋଲାଧାର, କଳିକା ଓ ପୁଷ୍ପ ରହିବ, ପୁଣି ଅନ୍ୟ ଶାଖାରେ ବାଦାମପୁଷ୍ପାକୃତି ତିନି ଗୋଲାଧାର, କଳିକା ଓ ପୁଷ୍ପ ରହିବ; ସେହି ଦୀପବୃକ୍ଷରୁ ନିର୍ଗତ ଛଅ ଶାଖାରେ ଏହିରୂପେ; ହେବ।
34. ମାତ୍ର ଦୀପବୃକ୍ଷରେ ବାଦାମପୁଷ୍ପାକୃତି ଚାରି ଗୋଲାଧାର ଓ କଳିକା ଓ ପୁଷ୍ପ ରହିବ;
35. ପୁଣି ସେହି ଦୀପବୃକ୍ଷରୁ ଯେଉଁ ଛଅ ଶାଖା ନିର୍ଗତ ହୁଏ, ସେମାନଙ୍କ ଏକ ଶାଖାଦ୍ଵୟର ତଳେ ଏକ କଳିକା ଓ ଅନ୍ୟ ଶାଖାଦ୍ଵୟର ତଳେ ଏକ କଳିକା ଓ ଅନ୍ୟତର ଶାଖାଦ୍ଵୟର ତଳେ ଏକ କଳିକା ରହିବ ।
36. ଆଉ, କଳିକା ଓ ଶାଖା ତହିଁର ଅଂଶ ହେବ ଓ ସମସ୍ତ ନିର୍ମଳ ସ୍ଵର୍ଣ୍ଣରେ ନିର୍ମିତ ଏକ ପିଟା କର୍ମ ହେବ ।
37. ଆଉ, ତୁମ୍ଭେ ତହିଁ ପାଇଁ ସପ୍ତ ପ୍ରଦୀପ ନିର୍ମାଣ କରିବ; ତହିଁରେ ଲୋକମାନେ ସେହି ପ୍ରଦୀପ ଜ୍ଵଳାଇଲେ, ତହିଁର ସମ୍ମୁଖରେ ଆଲୁଅ ହେବ
38. ଏବଂ ନିର୍ମଳ ସୁବର୍ଣ୍ଣରେ ତହିଁର ଚିମୁଟା ଓ ଅଙ୍ଗାରଦାନି ନିର୍ମାଣ କରିବ ।
39. ଏହି ଦୀପବୃକ୍ଷ ଓ ତହିଁର ସାମଗ୍ରୀ ସର୍ବସୁଦ୍ଧା ଏକ ମହଣ ନିର୍ମଳ ସୁବର୍ଣ୍ଣରେ ନିର୍ମିତ ହେବ ।
40. ସାବଧାନ, ପର୍ବତରେ ତୁମ୍ଭକୁ ତହିଁର ଯେ ଯେ ଆଦର୍ଶ ପ୍ରଦର୍ଶିତ ହୋଇଅଛି, ସେହିରୂପେ ସବୁ କର।

Notes

No Verse Added

Total 40 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 25 / 40
ଯାତ୍ରା ପୁସ୍ତକ 25:17
1 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, 2 ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଆମ୍ଭ ନିମନ୍ତେ ଉପହାର ସଂଗ୍ରହ କରିବାକୁ କୁହ; ଯାହାର ହୃଦୟ ଯାହାକୁ ଇଚ୍ଛୁକ କରାଏ, ତାହାଠାରୁ ତୁମ୍ଭେମାନେ ଆମ୍ଭର ସେହି ଉପହାର ଗ୍ରହଣ କରିବ। 3 ଅର୍ଥାତ୍, ସ୍ଵର୍ଣ୍ଣ, ରୌପ୍ୟ ଓ ପିତ୍ତଳ; 4 ପୁଣି ନୀଳ ବର୍ଣ୍ଣ ଓ ଧୂମ୍ର ବର୍ଣ୍ଣ ଓ ସିନ୍ଦୂର ବର୍ଣ୍ଣ ଓ ଶୁଭ୍ର କ୍ଷୌମସୂତ୍ର ଓ ଛାଗଲୋମ 5 ଓ ରକ୍ତୀକୃତ ମେଷଚର୍ମ ଓ ଶିଶୁକ ଚର୍ମ ଓ ଶିଟୀମ୍ କାଷ୍ଠ, 6 ଦୀପ ନିମନ୍ତେ ତୈଳ ପୁଣି ଅଭିଷେକାର୍ଥ ତୈଳ ଓ ସୁଗନ୍ଧି ଧୂପ ନିମନ୍ତେ ଗନ୍ଧଦ୍ରବ୍ୟ, 7 ପୁଣି ଏଫୋଦଓ ବୁକୁପଟା ନିମନ୍ତେ ଗୋମେଦକ ମଣି ପ୍ରଭୃତି ଖଚନୀୟ ପ୍ରସ୍ତର; ଏହି ସମସ୍ତ ଉପହାର ସେମାନଙ୍କଠାରୁ ଗ୍ରହଣ କରିବ । 8 ସେମାନେ ଆମ୍ଭ ନିମନ୍ତେ ଗୋଟିଏ ପବିତ୍ର ସ୍ଥାନ ନିର୍ମାଣ କରନ୍ତୁ; ତହିଁରେ ଆମ୍ଭେ ସେମାନଙ୍କ ମଧ୍ୟରେ ବାସ କରିବା। 9 ଆବାସର ଆକାର ଓ ତହିଁର ସମସ୍ତ ପାତ୍ରର ଆକାରାଦିର ଯେଉଁ ଆଦର୍ଶ ଆମ୍ଭେ ତୁମ୍ଭକୁ ଦେଖାଇବା, ତଦନୁସାରେ ତୁମ୍ଭେମାନେ ସବୁ କରିବ । 10 ଆଉ, ସେମାନେ ଅଢ଼ାଇ ହସ୍ତ ଦୀର୍ଘ ଓ ଦେଢ଼ ହସ୍ତ ପ୍ରସ୍ଥ ଓ ଦେଢ଼ ହସ୍ତ ଉଚ୍ଚ ଶିଟୀମ୍ କାଷ୍ଠର ଏକ ସିନ୍ଦୁକ ନିର୍ମାଣ କରିବେ । 11 ତହୁଁ ତୁମ୍ଭେ ନିର୍ମଳ ସୁବର୍ଣ୍ଣରେ ତାହା ମଡ଼ାଇବ; ପୁଣି ତହିଁର ଭିତର ଓ ବାହାର ହିଁ ମଡ଼ାଇବ, ପୁଣି ତହିଁ ଉପର ଚତୁର୍ଦ୍ଦିଗରେ ସ୍ଵର୍ଣ୍ଣର କାନ୍ଥି କରିବ । 12 ପୁଣି ତହିଁ ନିମନ୍ତେ ସ୍ଵର୍ଣ୍ଣର ଚାରି କଡ଼ା ଛାଞ୍ଚରେ ଢାଳି ତହିଁର ଚାରି କୋଣରେ ଦେବ; ତହିଁର ଏକ ପାର୍ଶ୍ଵରେ ଦୁଇ କଡ଼ା ଓ ଅନ୍ୟ ପାର୍ଶ୍ଵରେ ଦୁଇ କଡ଼ା ରହିବ । 13 ଆଉ ତୁମ୍ଭେ ଶିଟୀମ୍ କାଷ୍ଠରେ ଦୁଇ ସାଙ୍ଗୀ କରି ସ୍ଵର୍ଣ୍ଣରେ ମଡ଼ାଇବ । 14 ପୁଣି ସିନ୍ଦୁକ ବହିବା ନିମନ୍ତେ ସିନ୍ଦୁକର ଦୁଇ ପାର୍ଶ୍ଵସ୍ଥ କଡ଼ାରେ ସେହି ସାଙ୍ଗୀ ପ୍ରବେଶ କରାଇବ । 15 ସେହି ସାଙ୍ଗୀ ସିନ୍ଦୁକର କଡ଼ାରେ ଥିବ, ତହିଁରୁ ବାହାର କରାଯିବ ନାହିଁ । 16 ପୁଣି ଆମ୍ଭେ ତୁମ୍ଭକୁ ଯେଉଁ ସାକ୍ଷ୍ୟପତ୍ରଦେବା, ତାହା ସେହି ସିନ୍ଦୁକରେ ରଖିବ । 17 ଏଉତ୍ତାରେ ତୁମ୍ଭେ ଶୁଦ୍ଧ ସୁବର୍ଣ୍ଣରେ ଅଢ଼ାଇ ହସ୍ତ ଦୀର୍ଘ ଓ ଦେଢ଼ ହସ୍ତ ପ୍ରସ୍ଥ ଏକ ପାପାଚ୍ଛାଦନ ନିର୍ମାଣ କରିବ। 18 ତୁମ୍ଭେ ସୁବର୍ଣ୍ଣର ଦୁଇ କିରୂବ ପ୍ରସ୍ତୁତ କରିବ; ପିଟା କର୍ମରେ ତାହା ପ୍ରସ୍ତୁତ କରି ସେହି ପାପାଚ୍ଛାଦନର ଦୁଇ ମୁଣ୍ତରେ ଦେବ । 19 ଏକ କିରୂବ ଏକ ମୁଣ୍ତରେ ଓ ଅନ୍ୟ କିରୂବ ଅନ୍ୟ ମୁଣ୍ତରେ ସ୍ଥାପନ କରିବ; ଦୁଇ କିରୂବକୁ ପାପାଚ୍ଛାଦନ ସହିତ ସଂଲଗ୍ନ ଓ ତହିଁର ଦୁଇ ପ୍ରାନ୍ତରେ ଉଭା କରି ସ୍ଥାପନ କରିବ । 20 ପୁଣି କିରୂବମାନେ ପରସ୍ପର ସମ୍ମୁଖୀନ ହୋଇ ପକ୍ଷ ଊର୍ଦ୍ଧ୍ଵକୁ ବିସ୍ତାର କରି ପାପାଚ୍ଛାଦନ ଆବରଣ କରିବେ; ପାପାଚ୍ଛାଦନ ପ୍ରତି କିରୂବମାନଙ୍କର ମୁଖ ରହିବ । 21 ତୁମ୍ଭେ ସେହି ପାପାଚ୍ଛାଦନ ସେହି ସିନ୍ଦୁକ ଉପରେ ରଖିବ, ପୁଣି ଆମ୍ଭେ ତୁମ୍ଭକୁ ଯେଉଁ ସାକ୍ଷ୍ୟପତ୍ର ଦେବା, ତାହା ସେହି ସିନ୍ଦୁକ ଭିତରେ ଥୋଇବ । 22 ଆଉ ଆମ୍ଭେ ସେହି ସ୍ଥାନରେ ତୁମ୍ଭ ସହିତ ସାକ୍ଷାତ କରିବାଓ ପାପାଚ୍ଛାଦନର ଉପରିଭାଗରୁ, ଅର୍ଥାତ୍, ସାକ୍ଷ୍ୟ-ସିନ୍ଦୁକର ଉପରିସ୍ଥ କିରୂବଦ୍ଵୟ ମଧ୍ୟରୁ ତୁମ୍ଭ ସଙ୍ଗେ ଆଳାପ କରି ଇସ୍ରାଏଲ-ସନ୍ତାନଗଣ ବିଷୟକ ଆମ୍ଭର ସମସ୍ତ ଆଜ୍ଞା ତୁମ୍ଭକୁ ଜଣାଇବା । 23 ତହିଁ ଉତ୍ତାରୁ ତୁମ୍ଭେ ଶିଟୀମ୍ କାଷ୍ଠରେ ଦୁଇ ହସ୍ତ ଦୀର୍ଘ ଓ ଏକ ହସ୍ତ ପ୍ରସ୍ଥ ଓ ଦେଢ଼ ହସ୍ତ ଉଚ୍ଚ ଗୋଟିଏ ମେଜ ନିର୍ମାଣ କରି 24 ନିର୍ମଳ ସ୍ଵର୍ଣ୍ଣରେ ତାହା ମଡ଼ାଇବ, ପୁଣି ତହିଁର ଚତୁର୍ଦ୍ଦିଗରେ ସ୍ଵର୍ଣ୍ଣର କାନ୍ଥି କରିବ । 25 ପୁଣି ତହିଁର ଚତୁର୍ଦ୍ଦିଗରେ ଚତୁରଙ୍ଗୁଳି ପରିମିତ ଏକ ବେଷ୍ଟନ କରିବ ଓ ସେହି ବେଷ୍ଟନର ଚତୁର୍ଦ୍ଦିଗରେ ସୁବର୍ଣ୍ଣ କାନ୍ଥି କରିବ । 26 ଆଉ ସୁବର୍ଣ୍ଣ ନିର୍ମିତ ଚାରି କଡ଼ା କରି ତହିଁର ଚାରି ପାହ୍ୟାର ଚାରି କୋଣରେ ରଖିବ । 27 ମେଜ ବହନାର୍ଥେ ସାଙ୍ଗୀର ଘରା ନିମନ୍ତେ ସେହି କଡ଼ା ବେଷ୍ଟନ-ପାର୍ଶ୍ଵରେ ଥିବ । 28 ପୁଣି ସେହି ମେଜ ବହନାର୍ଥେ ଶିଟୀମ୍ କାଷ୍ଠରେ ସାଙ୍ଗୀ ପ୍ରସ୍ତୁତ କରି ସ୍ଵର୍ଣ୍ଣରେ ମଡ଼ାଇବ । 29 ପୁଣି ଥାଳୀ ଓ ଚମସ ଓ ଗଡ଼ୁ ଓ ଢାଳିବା ନିମନ୍ତେ ପାତ୍ର ନିର୍ମାଣ କରିବ, ଏହି ସମସ୍ତ ଶୁଦ୍ଧ ସୁବର୍ଣ୍ଣରେ ନିର୍ମାଣ କରିବ । 30 ତୁମ୍ଭେ ସେହି ମେଜ ଉପରେ ଆମ୍ଭ ଅଗ୍ରତେ ନିତ୍ୟ ନିତ୍ୟ ଦର୍ଶନୀୟ ରୋଟୀ ରଖିବ । 31 ଆହୁରି, ତୁମ୍ଭେ ନିର୍ମଳ ସୁବର୍ଣ୍ଣର ଏକ ଦୀପବୃକ୍ଷ ନିର୍ମାଣ କରିବ; ପିଟାକର୍ମରେ ଦୀପବୃକ୍ଷ, ତହିଁର ଗଣ୍ତି ଓ ଶାଖା ନିର୍ମିତ ହେବ; ଆଉ ଗୋଲାଧାର ଓ କଳିକା ଓ ପୁଷ୍ପ ତହିଁରେ ସଂଲଗ୍ନ ରହିବ । 32 ଅର୍ଥାତ୍, ତହିଁର ଏକ ପାର୍ଶ୍ଵରୁ ତିନି ଦୀପଶାଖା ଓ ଅନ୍ୟ ପାର୍ଶ୍ଵରୁ ତିନି ଦୀପଶାଖା, ଏହିରୂପେ ଦୁଇ ପାର୍ଶ୍ଵରୁ ଛଅ ଶାଖା ନିର୍ଗତ ହେବ । 33 ତହିଁର ଏକ ଶାଖାରେ ବାଦାମପୁଷ୍ପାକୃତି ତିନି ଗୋଲାଧାର, କଳିକା ଓ ପୁଷ୍ପ ରହିବ, ପୁଣି ଅନ୍ୟ ଶାଖାରେ ବାଦାମପୁଷ୍ପାକୃତି ତିନି ଗୋଲାଧାର, କଳିକା ଓ ପୁଷ୍ପ ରହିବ; ସେହି ଦୀପବୃକ୍ଷରୁ ନିର୍ଗତ ଛଅ ଶାଖାରେ ଏହିରୂପେ; ହେବ। 34 ମାତ୍ର ଦୀପବୃକ୍ଷରେ ବାଦାମପୁଷ୍ପାକୃତି ଚାରି ଗୋଲାଧାର ଓ କଳିକା ଓ ପୁଷ୍ପ ରହିବ; 35 ପୁଣି ସେହି ଦୀପବୃକ୍ଷରୁ ଯେଉଁ ଛଅ ଶାଖା ନିର୍ଗତ ହୁଏ, ସେମାନଙ୍କ ଏକ ଶାଖାଦ୍ଵୟର ତଳେ ଏକ କଳିକା ଓ ଅନ୍ୟ ଶାଖାଦ୍ଵୟର ତଳେ ଏକ କଳିକା ଓ ଅନ୍ୟତର ଶାଖାଦ୍ଵୟର ତଳେ ଏକ କଳିକା ରହିବ । 36 ଆଉ, କଳିକା ଓ ଶାଖା ତହିଁର ଅଂଶ ହେବ ଓ ସମସ୍ତ ନିର୍ମଳ ସ୍ଵର୍ଣ୍ଣରେ ନିର୍ମିତ ଏକ ପିଟା କର୍ମ ହେବ । 37 ଆଉ, ତୁମ୍ଭେ ତହିଁ ପାଇଁ ସପ୍ତ ପ୍ରଦୀପ ନିର୍ମାଣ କରିବ; ତହିଁରେ ଲୋକମାନେ ସେହି ପ୍ରଦୀପ ଜ୍ଵଳାଇଲେ, ତହିଁର ସମ୍ମୁଖରେ ଆଲୁଅ ହେବ 38 ଏବଂ ନିର୍ମଳ ସୁବର୍ଣ୍ଣରେ ତହିଁର ଚିମୁଟା ଓ ଅଙ୍ଗାରଦାନି ନିର୍ମାଣ କରିବ । 39 ଏହି ଦୀପବୃକ୍ଷ ଓ ତହିଁର ସାମଗ୍ରୀ ସର୍ବସୁଦ୍ଧା ଏକ ମହଣ ନିର୍ମଳ ସୁବର୍ଣ୍ଣରେ ନିର୍ମିତ ହେବ । 40 ସାବଧାନ, ପର୍ବତରେ ତୁମ୍ଭକୁ ତହିଁର ଯେ ଯେ ଆଦର୍ଶ ପ୍ରଦର୍ଶିତ ହୋଇଅଛି, ସେହିରୂପେ ସବୁ କର।
Total 40 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 25 / 40
Common Bible Languages
West Indian Languages
×

Alert

×

oriya Letters Keypad References