ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯୂନସ
1. ସେତେବେଳେ ଯୂନସ ସେହି ମତ୍ସ୍ୟ ଉଦରରେ ଥାଇ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ନିକଟରେ ପ୍ରାର୍ଥନା କଲେ ।
2. ଆଉ, ସେ କହିଲେ, ମୁଁ ଆପଣା ଦୁଃଖ ସକାଶୁ ସଦାପ୍ରଭୁଙ୍କୁ ଡାକିଲି, ତହିଁରେ ସେ ମୋତେ ଉତ୍ତର ଦେଲେ, ମୁଁ ପାତାଳର ଉଦରରୁ ପ୍ରାର୍ଥନା କଲି, ତୁମ୍ଭେ ମୋର ରବ ଶୁଣିଲ ।
3. କାରଣ ତୁମ୍ଭେ ସମୁଦ୍ର ଗର୍ଭର ଗଭୀର ଜଳରେ ମୋତେ ନିକ୍ଷେପ କଲ, ତହିଁରେ ସ୍ରୋତ ମୋତେ ଚାରିଆଡ଼େ ଘେରିଲା; ତୁମ୍ଭର ଢେଉ ଓ ତରଙ୍ଗସବୁ ମୋʼ ଉପର ଦେଇ ଗଲା ।
4. ଆଉ, ମୁଁ କହିଲି, ମୁଁ ତୁମ୍ଭ ଦୃଷ୍ଟିଗୋଚରରୁ ଦୂରୀକୃତ ହୋଇଅଛି; ତଥାପି ମୁଁ ପୁନର୍ବାର ତୁମ୍ଭ ପବିତ୍ର ମନ୍ଦିର ଆଡ଼େ ଦୃଷ୍ଟିପାତ କରିବି ।
5. ଜଳରାଶି ପ୍ରାଣ ପର୍ଯ୍ୟନ୍ତ ହିଁ ମୋତେ ଘେରିଲା; ଗଭୀର ସାଗର ମୋତେ ଚାରିଆଡ଼େ ଘେରିଲା; ସମୁଦ୍ରର ଦଳ ମୋʼ ମସ୍ତକର ଚାରିଆଡ଼େ ଜଡ଼ିତ ହେଲା ।
6. ମୁଁ ପର୍ବତଗଣର ମୂଳ ପର୍ଯ୍ୟନ୍ତ ତଳକୁ ଗଲି; ମୋʼ ପଶ୍ଚାତ୍ ପୃଥିବୀ ଆପଣାର ଅର୍ଗଳସକଳ ଚିରକାଳ ନିମନ୍ତେ ରୁଦ୍ଧ କଲା; ତଥାପି ହେ ସଦାପ୍ରଭୁ, ମୋʼ ପରମେଶ୍ଵର, ତୁମ୍ଭେ ଗର୍ତ୍ତରୁ ମୋʼପ୍ରାଣକୁ ବାହାର କରି ଆଣିଲ ।
7. ମୋʼ ମଧ୍ୟରେ ମୋʼ ପ୍ରାଣ ମୂର୍ଚ୍ଛିତ ହେବା ବେଳେ ମୁଁ ସଦାପ୍ରଭୁଙ୍କୁ ସ୍ମରଣ କଲି; ପୁଣି, ମୋʼ ପ୍ରାର୍ଥନା ତୁମ୍ଭ ନିକଟରେ, ତୁମ୍ଭ ପବିତ୍ର ମନ୍ଦିରରେ ଉପସ୍ଥିତ ହେଲା ।
8. ଯେଉଁମାନେ ମିଥ୍ୟା ଅସାର ବସ୍ତୁ ମାନନ୍ତି, ସେମାନେ ନିଜ ଦୟାନିଧିଙ୍କୁ ପରିତ୍ୟାଗ କରନ୍ତି ।
9. ମାତ୍ର ମୁଁ ଧନ୍ୟବାଦ ସହିତ ତୁମ୍ଭ ଉଦ୍ଦେଶ୍ୟରେ ବଳିଦାନ କରିବି; ମୁଁ ଯାହା ମାନତ କରିଅଛି, ତାହା ପରିଶୋଧ କରିବି; ପରିତ୍ରାଣ ସଦାପ୍ରଭୁଙ୍କଠାରୁ ହୁଏ ।
10. ଏଥିରେ ସଦାପ୍ରଭୁ ସେହି ମତ୍ସ୍ୟକୁ ଆଜ୍ଞା କରନ୍ତେ, ସେ ଯୂନସଙ୍କୁ ଶୁଷ୍କ ଭୂମିରେ ଉଦ୍ଗାର କଲା ।
Total 4 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 2 / 4
1 2 3 4
1 ସେତେବେଳେ ଯୂନସ ସେହି ମତ୍ସ୍ୟ ଉଦରରେ ଥାଇ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ନିକଟରେ ପ୍ରାର୍ଥନା କଲେ । 2 ଆଉ, ସେ କହିଲେ, ମୁଁ ଆପଣା ଦୁଃଖ ସକାଶୁ ସଦାପ୍ରଭୁଙ୍କୁ ଡାକିଲି, ତହିଁରେ ସେ ମୋତେ ଉତ୍ତର ଦେଲେ, ମୁଁ ପାତାଳର ଉଦରରୁ ପ୍ରାର୍ଥନା କଲି, ତୁମ୍ଭେ ମୋର ରବ ଶୁଣିଲ । 3 କାରଣ ତୁମ୍ଭେ ସମୁଦ୍ର ଗର୍ଭର ଗଭୀର ଜଳରେ ମୋତେ ନିକ୍ଷେପ କଲ, ତହିଁରେ ସ୍ରୋତ ମୋତେ ଚାରିଆଡ଼େ ଘେରିଲା; ତୁମ୍ଭର ଢେଉ ଓ ତରଙ୍ଗସବୁ ମୋʼ ଉପର ଦେଇ ଗଲା । 4 ଆଉ, ମୁଁ କହିଲି, ମୁଁ ତୁମ୍ଭ ଦୃଷ୍ଟିଗୋଚରରୁ ଦୂରୀକୃତ ହୋଇଅଛି; ତଥାପି ମୁଁ ପୁନର୍ବାର ତୁମ୍ଭ ପବିତ୍ର ମନ୍ଦିର ଆଡ଼େ ଦୃଷ୍ଟିପାତ କରିବି । 5 ଜଳରାଶି ପ୍ରାଣ ପର୍ଯ୍ୟନ୍ତ ହିଁ ମୋତେ ଘେରିଲା; ଗଭୀର ସାଗର ମୋତେ ଚାରିଆଡ଼େ ଘେରିଲା; ସମୁଦ୍ରର ଦଳ ମୋʼ ମସ୍ତକର ଚାରିଆଡ଼େ ଜଡ଼ିତ ହେଲା । 6 ମୁଁ ପର୍ବତଗଣର ମୂଳ ପର୍ଯ୍ୟନ୍ତ ତଳକୁ ଗଲି; ମୋʼ ପଶ୍ଚାତ୍ ପୃଥିବୀ ଆପଣାର ଅର୍ଗଳସକଳ ଚିରକାଳ ନିମନ୍ତେ ରୁଦ୍ଧ କଲା; ତଥାପି ହେ ସଦାପ୍ରଭୁ, ମୋʼ ପରମେଶ୍ଵର, ତୁମ୍ଭେ ଗର୍ତ୍ତରୁ ମୋʼପ୍ରାଣକୁ ବାହାର କରି ଆଣିଲ । 7 ମୋʼ ମଧ୍ୟରେ ମୋʼ ପ୍ରାଣ ମୂର୍ଚ୍ଛିତ ହେବା ବେଳେ ମୁଁ ସଦାପ୍ରଭୁଙ୍କୁ ସ୍ମରଣ କଲି; ପୁଣି, ମୋʼ ପ୍ରାର୍ଥନା ତୁମ୍ଭ ନିକଟରେ, ତୁମ୍ଭ ପବିତ୍ର ମନ୍ଦିରରେ ଉପସ୍ଥିତ ହେଲା । 8 ଯେଉଁମାନେ ମିଥ୍ୟା ଅସାର ବସ୍ତୁ ମାନନ୍ତି, ସେମାନେ ନିଜ ଦୟାନିଧିଙ୍କୁ ପରିତ୍ୟାଗ କରନ୍ତି । 9 ମାତ୍ର ମୁଁ ଧନ୍ୟବାଦ ସହିତ ତୁମ୍ଭ ଉଦ୍ଦେଶ୍ୟରେ ବଳିଦାନ କରିବି; ମୁଁ ଯାହା ମାନତ କରିଅଛି, ତାହା ପରିଶୋଧ କରିବି; ପରିତ୍ରାଣ ସଦାପ୍ରଭୁଙ୍କଠାରୁ ହୁଏ । 10 ଏଥିରେ ସଦାପ୍ରଭୁ ସେହି ମତ୍ସ୍ୟକୁ ଆଜ୍ଞା କରନ୍ତେ, ସେ ଯୂନସଙ୍କୁ ଶୁଷ୍କ ଭୂମିରେ ଉଦ୍ଗାର କଲା ।
Total 4 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 2 / 4
1 2 3 4
×

Alert

×

Oriya Letters Keypad References