ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଲେବୀୟ ପୁସ୍ତକ
1. ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,
2. ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ଯାହା ନ କରିବାକୁ ସଦାପ୍ରଭୁ ଆଜ୍ଞା ଦେଇଅଛନ୍ତି, ଯେବେ କୌଣସି ପ୍ରାଣୀ ତହିଁ ମଧ୍ୟରୁ କୌଣସି କର୍ମ କରି ଭ୍ରାନ୍ତିରେ ପାପ କରେ;
3. ବିଶେଷତଃ ଅଭିଷିକ୍ତ ଯାଜକ ଯେବେ ଲୋକମାନଙ୍କର ଦୋଷଜନକ ପାପ କରେ; ତେବେ ସେ ଆପଣା କୃତ ପାପ ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିଖୁ; ଏକ ଗୋବତ୍ସ ପାପାର୍ଥକ ବଳି ରୂପେ ଉତ୍ସର୍ଗ କରିବ ।
4. ପୁଣି ସେ ସମାଗମ-ତମ୍ଵୁଦ୍ଵାର ନିକଟରେ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ଗୋବତ୍ସ ଆଣି ତାହା ମସ୍ତକରେ ହସ୍ତନିର୍ଭର ଦେଇ ସଦାପ୍ରଭୁଙ୍କ ଛାମୁରେ ତାକୁ ବଧ କରିବ ।
5. ଆଉ, ଅଭିଷିକ୍ତ ଯାଜକ ସେହି ଗୋବତ୍ସର ରକ୍ତରୁ କିଛି ନେଇ ସମାଗମ-ତମ୍ଵୁ ମଧ୍ୟକୁ ଆଣିବ ।
6. ପୁଣି, ଯାଜକ ସେହି ରକ୍ତରେ ଆପଣା ଅଙ୍ଗୁଳି ଡୁବାଇ ସଦାପ୍ରଭୁଙ୍କ ଛାମୁରେ ପବିତ୍ର ସ୍ଥାନର ବିଚ୍ଛେଦବସ୍ତ୍ର ଆଗରେ ସାତ ଥର ଛିଞ୍ଚିବ ।
7. ଆଉ, ଯାଜକ ସେହି ରକ୍ତରୁ କିଛି ନେଇ ସମାଗମ-ତମ୍ଵୁର ମଧ୍ୟସ୍ଥିତ ସୁଗନ୍ଧି ଧୂପବେଦିର ଶୃଙ୍ଗରେ ସଦାପ୍ରଭୁଙ୍କ ସମ୍ମୁଖରେ ଦେବ; ତହୁଁ ଗୋବତ୍ସର ସମସ୍ତ ରକ୍ତ ନେଇ ସମାଗମ-ତମ୍ଵୁର ଦ୍ଵାରସ୍ଥିତ ହୋମବେଦି ମୂଳରେ ଢାଳିବ ।
8. ଆଉ, ପାପାର୍ଥକ ବଳି ରୂପ ଗୋବତ୍ସର ସମସ୍ତ ମେଦ, ଅର୍ଥାତ୍, ଅନ୍ତ୍ର-ଆଚ୍ଛାଦକ ମେଦ ଓ ଅନ୍ତ୍ର-ଉପରିସ୍ଥ ମେଦ
9. ଓ ଦୁଇ ଗୁରୁଦା ଓ ତହିଁ ଉପରିସ୍ଥ ପାର୍ଶ୍ଵବର୍ତ୍ତୀ ମେଦ ଓ ଯକୃତର ଉପରିସ୍ଥ ଅନ୍ତ୍ରାପ୍ଳାବକ, ଗୁରୁଦା ସହିତ ନେବ ।
10. ମଙ୍ଗଳାର୍ଥକ ବଳିର ଗୋରୁ ହେଲେ ଯେରୂପ କରିବାକୁ ହୁଏ, ସେରୂପ କରିବ; ପୁଣି ଯାଜକ ହୋମବେଦି ଉପରେ ତାହା ଦଗ୍ଧ କରିବ ।
11. ଆଉ, ସେହି ଗୋବତ୍ସର ଚର୍ମ ଓ ସମସ୍ତ ମାଂସ ଓ ମସ୍ତକ ଓ ପଦ ଓ ଅନ୍ତ୍ର ଓ ଗୋମୟ,
12. ସର୍ବସମେତ ଗୋବତ୍ସକୁ ନେଇ ଛାଉଣି ବାହାରେ ଶୁଚି ସ୍ଥାନରେ, ଅର୍ଥାତ୍, ଭସ୍ମନିକ୍ଷେପ-ସ୍ଥାନକୁ ଆଣି କାଷ୍ଠ ଉପରେ ଅଗ୍ନିରେ ଦଗ୍ଧ କରିବ; ଭସ୍ମନିକ୍ଷେପ-ସ୍ଥାନରେ ତାହା ଦଗ୍ଧ କରିବାକୁ ହେବ ।
13. ଆଉ, ଇସ୍ରାଏଲର ସମଗ୍ର ମଣ୍ତଳୀ ଯେବେ ଭ୍ରାନ୍ତ ହୁଅନ୍ତି ଓ ତାହା ସମାଜର ଦୃଷ୍ଟି ଅଗୋଚର ହୁଏ, ଆଉ ଯାହା ନ କରିବାକୁ ସଦାପ୍ରଭୁ ଆଜ୍ଞା ଦେଇଅଛନ୍ତି, ତହିଁ ମଧ୍ୟରୁ ସେମାନେ ଯେବେ କୌଣସି କର୍ମ କରି ଦୋଷୀ ହୁଅନ୍ତି;
14. ତେବେ ସେମାନଙ୍କ କୃତ ସେହି ପାପ ଜଣାପଡ଼ିଲେ, ସମାଜ ପାପାର୍ଥକ ବଳି ରୂପେ ଏକ ଗୋବତ୍ସ ଉତ୍ସର୍ଗ କରିବେ, ପୁଣି ସମାଗମ-ତମ୍ଵୁ ନିକଟକୁ ତାହା ଆଣିବେ ।
15. ଏଉତ୍ତାରେ ମଣ୍ତଳୀର ପ୍ରାଚୀନବର୍ଗ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ଗୋବତ୍ସ-ମସ୍ତକରେ ହସ୍ତନିର୍ଭର ଦେବେଣ; ଆଉ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ଗୋବତ୍ସ ବଧ କରାଯିବ ।
16. ଆଉ, ଅଭିଷିକ୍ତ ଯାଜକ ସେହି ଗୋବତ୍ସର ରକ୍ତରୁ କିଛି ନେଇ ସମାଗମ-ତମ୍ଵୁ ମଧ୍ୟକୁ ଆଣିବ ।
17. ପୁଣି, ଯାଜକ ସେହି ରକ୍ତରେ ଆପଣା ଅଙ୍ଗୁଳି ଡୁବାଇ ସଦାପ୍ରଭୁଙ୍କ ଛାମୁରେ ବିଚ୍ଛେଦବସ୍ତ୍ର ଆଗରେ ସାତ ଥର ଛିଞ୍ଚିବ ।
18. ପୁଣି ସେହି ରକ୍ତରୁ କିଛି ନେଇ ସମାଗମ-ତମ୍ଵୁ ମଧ୍ୟରେ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ବେଦିଶୃଙ୍ଗ ଉପରେ ଦେବ, ଆଉ ସମାଗମ-ତମ୍ଵୁର ଦ୍ଵାର ସମୀପସ୍ଥ ହୋମବେଦି ମୂଳରେ ଆଉ ସବୁ ରକ୍ତ ଢାଳିବ ।
19. ପୁଣି, ବଳିରୁ ସମସ୍ତ ମେଦ ନେଇ ବେଦି ଉପରେ ଦଗ୍ଧ କରିବ ।
20. ପୁଣି, ସେ ସେହି ପାପାର୍ଥକ ବଳିର ଗୋବତ୍ସକୁ ଯେରୂପ କଲା, ଏହାକୁ ହିଁ ତଦ୍ରୂପ କରିବ; ଏହିରୂପେ ଯାଜକ ସେମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେମାନେ କ୍ଷମାପ୍ରାପ୍ତ ହେବେ ।
21. ଅନନ୍ତର ସେ ଗୋବତ୍ସକୁ ଛାଉଣିର ବାହାରେ ନେଇ ପ୍ରଥମ ଗୋବତ୍ସନ୍ୟାୟ ତାକୁ ଦଗ୍ଧ କରିବ; ତାହା ସମାଜର ପାପାର୍ଥକ ବଳିଦାନ ।
22. ଆଉ, ଯେବେ କୌଣସି ଅଧ୍ୟକ୍ଷ ପାପ କରେ ଓ ଯାହା ନ କରିବାକୁ ତାହାର ସଦାପ୍ରଭୁ ପରମେଶ୍ଵର ଆଜ୍ଞା ଦେଇଅଛନ୍ତି, ସେସମସ୍ତ ମଧ୍ୟରୁ କୌଣସି ଏକ କର୍ମ ଭ୍ରାନ୍ତିରେ କରି ଦୋଷୀ ହୁଏ;
23. ତେବେ ସେ ଯେଉଁ ବିଷୟରେ ପାପ କରିଅଛି, ତାହାର ସେହି ପାପ ତାହାକୁ ଜ୍ଞାତ କରାଗଲେ, ସେ ଏକ ନିଖୁ; ପୁଂଛାଗ ଉପହାର ଆଣିବ ।
24. ପୁଣି, ସେ ସେହି ଛାଗ ମସ୍ତକରେ ହସ୍ତନିର୍ଭର ଦେଇ ହୋମବଳି ବଧ କରିବା ସ୍ଥାନରେ ସଦାପ୍ରଭୁଙ୍କ ସମ୍ମୁଖରେ ତାକୁ ବଧ କରିବ; ତାହା ପାପାର୍ଥକ ବଳିଦାନ ।
25. ତହୁଁ ଯାଜକ ଆପଣା ଅଙ୍ଗୁଳିରେ ସେହି ପାପାର୍ଥକ ବଳିର ରକ୍ତରୁ କିଛି ନେଇ ହୋମବେଦିର ଶୃଙ୍ଗ ଉପରେ ଦେବ ଓ ତାହାର ସମସ୍ତ ରକ୍ତ ହୋମବେଦି-ମୂଳରେ ଢାଳିବ ।
26. ପୁଣି ମଙ୍ଗଳାର୍ଥକ ବଳିଦାନର ମେଦନ୍ୟାୟ ତାହାର ସକଳ ମେଦ ନେଇ ବେଦି ଉପରେ ଦଗ୍ଧ କରିବ; ଏହିରୂପେ ଯାଜକ ତାହାର ପାପମୋଚନାର୍ଥକ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ ।
27. ଆଉ, ସଦାପ୍ରଭୁ ଯାହା ନ କରିବାକୁ ଆଜ୍ଞା କରିଅଛନ୍ତି, ତହିଁରୁ କୌଣସି କର୍ମ କରିବାରେ ଯେବେ ସାଧାରଣ ଲୋକଙ୍କ ମଧ୍ୟରୁ କୌଣସି ପ୍ରାଣୀ ଭ୍ରାନ୍ତିରେ ପାପ କରି ଦୋଷୀ ହୁଏ
28. ଓ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ଯେବେ ତାହାକୁ ଜ୍ଞାତ କରାଯାଏ, ତେବେ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ନିମନ୍ତେ ଏକ ନିଖୁ; ଛାଗୀ ଉପହାର ଆଣିବ ।
29. ପୁଣି ସେ ସେହି ପାପାର୍ଥକ ବଳିର ମସ୍ତକରେ ହସ୍ତନିର୍ଭର ଦେଇ ହୋମବଳି ବଧ କରିବା ସ୍ଥାନରେ ସେହି ପାପାର୍ଥକ ବଳି ବଧ କରିବ ।
30. ତହୁଁ ଯାଜକ ଅଙ୍ଗୁଳିରେ ତାହାର ରକ୍ତରୁ କିଛି ନେଇ ହୋମବେଦିର ଶୃଙ୍ଗ ଉପରେ ଦେବ, ଆଉ ତାହାର ସମସ୍ତ ରକ୍ତ ବେଦିମୂଳରେ ଢାଳିବ ।
31. ପୁଣି, ମଙ୍ଗଳାର୍ଥକ ବଳିରୁ ନୀତ ମେଦ ତୁଲ୍ୟ ଏହାର ସକଳ ମେଦ ନେବ; ତହୁଁ ଯାଜକ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବେଦି ଉପରେ ତାହା ଦଗ୍ଧ କରିବ; ଏହିରୂପେ ଯାଜକ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ ।
32. ଯେବେ ସେ ପାପାର୍ଥକ ବଳିଦାନ ନିମନ୍ତେ ମେଷବତ୍ସା ଆଣେ, ତେବେ ନିଖୁ; ମେଷବତ୍ସା ଆଣିବ ।
33. ପୁଣି ସେହି ପାପାର୍ଥକ ବଳିର ମସ୍ତକରେ ହସ୍ତନିର୍ଭର ଦେଇ ହୋମବଳି ବଧ କରିବା ସ୍ଥାନରେ ପାପାର୍ଥକ ବଳିକି ବଧ କରିବ ।
34. ତହୁଁ ଯାଜକ ଅଙ୍ଗୁଳିରେ ସେହି ପାପାର୍ଥକ ବଳିର ରକ୍ତରୁ କିଛି ନେଇ ହୋମବେଦିର ଶୃଙ୍ଗ ଉପରେ ଦେବ ଓ ତାହାର ସମସ୍ତ ରକ୍ତ ବେଦିମୂଳରେ ଢାଳିବ ।
35. ଆଉ, ମଙ୍ଗଳାର୍ଥକ ବଳିର ମେଷବତ୍ସଠାରୁ ନୀତ ମେଦ ତୁଲ୍ୟ ଏହାର ସକଳ ମେଦ ନେବ, ପୁଣି ଯାଜକ ବେଦିରେ ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର ଉପରେ ତାହା ଦଗ୍ଧ କରିବ; ଏହିରୂପେ ସେ ଯେଉଁ ପାପ କରିଅଛି, ସେହି ପାପ ସକାଶୁ ଯାଜକ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ ।
Total 27 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 4 / 27
1 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, 2 ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ଯାହା ନ କରିବାକୁ ସଦାପ୍ରଭୁ ଆଜ୍ଞା ଦେଇଅଛନ୍ତି, ଯେବେ କୌଣସି ପ୍ରାଣୀ ତହିଁ ମଧ୍ୟରୁ କୌଣସି କର୍ମ କରି ଭ୍ରାନ୍ତିରେ ପାପ କରେ; 3 ବିଶେଷତଃ ଅଭିଷିକ୍ତ ଯାଜକ ଯେବେ ଲୋକମାନଙ୍କର ଦୋଷଜନକ ପାପ କରେ; ତେବେ ସେ ଆପଣା କୃତ ପାପ ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିଖୁ; ଏକ ଗୋବତ୍ସ ପାପାର୍ଥକ ବଳି ରୂପେ ଉତ୍ସର୍ଗ କରିବ । 4 ପୁଣି ସେ ସମାଗମ-ତମ୍ଵୁଦ୍ଵାର ନିକଟରେ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ଗୋବତ୍ସ ଆଣି ତାହା ମସ୍ତକରେ ହସ୍ତନିର୍ଭର ଦେଇ ସଦାପ୍ରଭୁଙ୍କ ଛାମୁରେ ତାକୁ ବଧ କରିବ । 5 ଆଉ, ଅଭିଷିକ୍ତ ଯାଜକ ସେହି ଗୋବତ୍ସର ରକ୍ତରୁ କିଛି ନେଇ ସମାଗମ-ତମ୍ଵୁ ମଧ୍ୟକୁ ଆଣିବ । 6 ପୁଣି, ଯାଜକ ସେହି ରକ୍ତରେ ଆପଣା ଅଙ୍ଗୁଳି ଡୁବାଇ ସଦାପ୍ରଭୁଙ୍କ ଛାମୁରେ ପବିତ୍ର ସ୍ଥାନର ବିଚ୍ଛେଦବସ୍ତ୍ର ଆଗରେ ସାତ ଥର ଛିଞ୍ଚିବ । 7 ଆଉ, ଯାଜକ ସେହି ରକ୍ତରୁ କିଛି ନେଇ ସମାଗମ-ତମ୍ଵୁର ମଧ୍ୟସ୍ଥିତ ସୁଗନ୍ଧି ଧୂପବେଦିର ଶୃଙ୍ଗରେ ସଦାପ୍ରଭୁଙ୍କ ସମ୍ମୁଖରେ ଦେବ; ତହୁଁ ଗୋବତ୍ସର ସମସ୍ତ ରକ୍ତ ନେଇ ସମାଗମ-ତମ୍ଵୁର ଦ୍ଵାରସ୍ଥିତ ହୋମବେଦି ମୂଳରେ ଢାଳିବ । 8 ଆଉ, ପାପାର୍ଥକ ବଳି ରୂପ ଗୋବତ୍ସର ସମସ୍ତ ମେଦ, ଅର୍ଥାତ୍, ଅନ୍ତ୍ର-ଆଚ୍ଛାଦକ ମେଦ ଓ ଅନ୍ତ୍ର-ଉପରିସ୍ଥ ମେଦ 9 ଓ ଦୁଇ ଗୁରୁଦା ଓ ତହିଁ ଉପରିସ୍ଥ ପାର୍ଶ୍ଵବର୍ତ୍ତୀ ମେଦ ଓ ଯକୃତର ଉପରିସ୍ଥ ଅନ୍ତ୍ରାପ୍ଳାବକ, ଗୁରୁଦା ସହିତ ନେବ । 10 ମଙ୍ଗଳାର୍ଥକ ବଳିର ଗୋରୁ ହେଲେ ଯେରୂପ କରିବାକୁ ହୁଏ, ସେରୂପ କରିବ; ପୁଣି ଯାଜକ ହୋମବେଦି ଉପରେ ତାହା ଦଗ୍ଧ କରିବ । 11 ଆଉ, ସେହି ଗୋବତ୍ସର ଚର୍ମ ଓ ସମସ୍ତ ମାଂସ ଓ ମସ୍ତକ ଓ ପଦ ଓ ଅନ୍ତ୍ର ଓ ଗୋମୟ, 12 ସର୍ବସମେତ ଗୋବତ୍ସକୁ ନେଇ ଛାଉଣି ବାହାରେ ଶୁଚି ସ୍ଥାନରେ, ଅର୍ଥାତ୍, ଭସ୍ମନିକ୍ଷେପ-ସ୍ଥାନକୁ ଆଣି କାଷ୍ଠ ଉପରେ ଅଗ୍ନିରେ ଦଗ୍ଧ କରିବ; ଭସ୍ମନିକ୍ଷେପ-ସ୍ଥାନରେ ତାହା ଦଗ୍ଧ କରିବାକୁ ହେବ । 13 ଆଉ, ଇସ୍ରାଏଲର ସମଗ୍ର ମଣ୍ତଳୀ ଯେବେ ଭ୍ରାନ୍ତ ହୁଅନ୍ତି ଓ ତାହା ସମାଜର ଦୃଷ୍ଟି ଅଗୋଚର ହୁଏ, ଆଉ ଯାହା ନ କରିବାକୁ ସଦାପ୍ରଭୁ ଆଜ୍ଞା ଦେଇଅଛନ୍ତି, ତହିଁ ମଧ୍ୟରୁ ସେମାନେ ଯେବେ କୌଣସି କର୍ମ କରି ଦୋଷୀ ହୁଅନ୍ତି; 14 ତେବେ ସେମାନଙ୍କ କୃତ ସେହି ପାପ ଜଣାପଡ଼ିଲେ, ସମାଜ ପାପାର୍ଥକ ବଳି ରୂପେ ଏକ ଗୋବତ୍ସ ଉତ୍ସର୍ଗ କରିବେ, ପୁଣି ସମାଗମ-ତମ୍ଵୁ ନିକଟକୁ ତାହା ଆଣିବେ । 15 ଏଉତ୍ତାରେ ମଣ୍ତଳୀର ପ୍ରାଚୀନବର୍ଗ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ଗୋବତ୍ସ-ମସ୍ତକରେ ହସ୍ତନିର୍ଭର ଦେବେଣ; ଆଉ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ଗୋବତ୍ସ ବଧ କରାଯିବ । 16 ଆଉ, ଅଭିଷିକ୍ତ ଯାଜକ ସେହି ଗୋବତ୍ସର ରକ୍ତରୁ କିଛି ନେଇ ସମାଗମ-ତମ୍ଵୁ ମଧ୍ୟକୁ ଆଣିବ । 17 ପୁଣି, ଯାଜକ ସେହି ରକ୍ତରେ ଆପଣା ଅଙ୍ଗୁଳି ଡୁବାଇ ସଦାପ୍ରଭୁଙ୍କ ଛାମୁରେ ବିଚ୍ଛେଦବସ୍ତ୍ର ଆଗରେ ସାତ ଥର ଛିଞ୍ଚିବ । 18 ପୁଣି ସେହି ରକ୍ତରୁ କିଛି ନେଇ ସମାଗମ-ତମ୍ଵୁ ମଧ୍ୟରେ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ବେଦିଶୃଙ୍ଗ ଉପରେ ଦେବ, ଆଉ ସମାଗମ-ତମ୍ଵୁର ଦ୍ଵାର ସମୀପସ୍ଥ ହୋମବେଦି ମୂଳରେ ଆଉ ସବୁ ରକ୍ତ ଢାଳିବ । 19 ପୁଣି, ବଳିରୁ ସମସ୍ତ ମେଦ ନେଇ ବେଦି ଉପରେ ଦଗ୍ଧ କରିବ । 20 ପୁଣି, ସେ ସେହି ପାପାର୍ଥକ ବଳିର ଗୋବତ୍ସକୁ ଯେରୂପ କଲା, ଏହାକୁ ହିଁ ତଦ୍ରୂପ କରିବ; ଏହିରୂପେ ଯାଜକ ସେମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେମାନେ କ୍ଷମାପ୍ରାପ୍ତ ହେବେ । 21 ଅନନ୍ତର ସେ ଗୋବତ୍ସକୁ ଛାଉଣିର ବାହାରେ ନେଇ ପ୍ରଥମ ଗୋବତ୍ସନ୍ୟାୟ ତାକୁ ଦଗ୍ଧ କରିବ; ତାହା ସମାଜର ପାପାର୍ଥକ ବଳିଦାନ । 22 ଆଉ, ଯେବେ କୌଣସି ଅଧ୍ୟକ୍ଷ ପାପ କରେ ଓ ଯାହା ନ କରିବାକୁ ତାହାର ସଦାପ୍ରଭୁ ପରମେଶ୍ଵର ଆଜ୍ଞା ଦେଇଅଛନ୍ତି, ସେସମସ୍ତ ମଧ୍ୟରୁ କୌଣସି ଏକ କର୍ମ ଭ୍ରାନ୍ତିରେ କରି ଦୋଷୀ ହୁଏ; 23 ତେବେ ସେ ଯେଉଁ ବିଷୟରେ ପାପ କରିଅଛି, ତାହାର ସେହି ପାପ ତାହାକୁ ଜ୍ଞାତ କରାଗଲେ, ସେ ଏକ ନିଖୁ; ପୁଂଛାଗ ଉପହାର ଆଣିବ । 24 ପୁଣି, ସେ ସେହି ଛାଗ ମସ୍ତକରେ ହସ୍ତନିର୍ଭର ଦେଇ ହୋମବଳି ବଧ କରିବା ସ୍ଥାନରେ ସଦାପ୍ରଭୁଙ୍କ ସମ୍ମୁଖରେ ତାକୁ ବଧ କରିବ; ତାହା ପାପାର୍ଥକ ବଳିଦାନ । 25 ତହୁଁ ଯାଜକ ଆପଣା ଅଙ୍ଗୁଳିରେ ସେହି ପାପାର୍ଥକ ବଳିର ରକ୍ତରୁ କିଛି ନେଇ ହୋମବେଦିର ଶୃଙ୍ଗ ଉପରେ ଦେବ ଓ ତାହାର ସମସ୍ତ ରକ୍ତ ହୋମବେଦି-ମୂଳରେ ଢାଳିବ । 26 ପୁଣି ମଙ୍ଗଳାର୍ଥକ ବଳିଦାନର ମେଦନ୍ୟାୟ ତାହାର ସକଳ ମେଦ ନେଇ ବେଦି ଉପରେ ଦଗ୍ଧ କରିବ; ଏହିରୂପେ ଯାଜକ ତାହାର ପାପମୋଚନାର୍ଥକ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ । 27 ଆଉ, ସଦାପ୍ରଭୁ ଯାହା ନ କରିବାକୁ ଆଜ୍ଞା କରିଅଛନ୍ତି, ତହିଁରୁ କୌଣସି କର୍ମ କରିବାରେ ଯେବେ ସାଧାରଣ ଲୋକଙ୍କ ମଧ୍ୟରୁ କୌଣସି ପ୍ରାଣୀ ଭ୍ରାନ୍ତିରେ ପାପ କରି ଦୋଷୀ ହୁଏ 28 ଓ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ଯେବେ ତାହାକୁ ଜ୍ଞାତ କରାଯାଏ, ତେବେ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ନିମନ୍ତେ ଏକ ନିଖୁ; ଛାଗୀ ଉପହାର ଆଣିବ । 29 ପୁଣି ସେ ସେହି ପାପାର୍ଥକ ବଳିର ମସ୍ତକରେ ହସ୍ତନିର୍ଭର ଦେଇ ହୋମବଳି ବଧ କରିବା ସ୍ଥାନରେ ସେହି ପାପାର୍ଥକ ବଳି ବଧ କରିବ । 30 ତହୁଁ ଯାଜକ ଅଙ୍ଗୁଳିରେ ତାହାର ରକ୍ତରୁ କିଛି ନେଇ ହୋମବେଦିର ଶୃଙ୍ଗ ଉପରେ ଦେବ, ଆଉ ତାହାର ସମସ୍ତ ରକ୍ତ ବେଦିମୂଳରେ ଢାଳିବ ।
31 ପୁଣି, ମଙ୍ଗଳାର୍ଥକ ବଳିରୁ ନୀତ ମେଦ ତୁଲ୍ୟ ଏହାର ସକଳ ମେଦ ନେବ; ତହୁଁ ଯାଜକ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବେଦି ଉପରେ ତାହା ଦଗ୍ଧ କରିବ; ଏହିରୂପେ ଯାଜକ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ ।
32 ଯେବେ ସେ ପାପାର୍ଥକ ବଳିଦାନ ନିମନ୍ତେ ମେଷବତ୍ସା ଆଣେ, ତେବେ ନିଖୁ; ମେଷବତ୍ସା ଆଣିବ । 33 ପୁଣି ସେହି ପାପାର୍ଥକ ବଳିର ମସ୍ତକରେ ହସ୍ତନିର୍ଭର ଦେଇ ହୋମବଳି ବଧ କରିବା ସ୍ଥାନରେ ପାପାର୍ଥକ ବଳିକି ବଧ କରିବ । 34 ତହୁଁ ଯାଜକ ଅଙ୍ଗୁଳିରେ ସେହି ପାପାର୍ଥକ ବଳିର ରକ୍ତରୁ କିଛି ନେଇ ହୋମବେଦିର ଶୃଙ୍ଗ ଉପରେ ଦେବ ଓ ତାହାର ସମସ୍ତ ରକ୍ତ ବେଦିମୂଳରେ ଢାଳିବ । 35 ଆଉ, ମଙ୍ଗଳାର୍ଥକ ବଳିର ମେଷବତ୍ସଠାରୁ ନୀତ ମେଦ ତୁଲ୍ୟ ଏହାର ସକଳ ମେଦ ନେବ, ପୁଣି ଯାଜକ ବେଦିରେ ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର ଉପରେ ତାହା ଦଗ୍ଧ କରିବ; ଏହିରୂପେ ସେ ଯେଉଁ ପାପ କରିଅଛି, ସେହି ପାପ ସକାଶୁ ଯାଜକ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ ।
Total 27 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 4 / 27
×

Alert

×

Oriya Letters Keypad References