ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
1. ଅତଏବ, ଯଦି ଖ୍ରୀଷ୍ଟଙ୍କ ସହଭାଗିତାରେ କୌଣସି ଉତ୍ସାହ, କୌଣସି ପ୍ରେମପୂର୍ଣ୍ଣ ସାନ୍ତ୍ଵନା, ଆତ୍ମାଙ୍କ କୌଣସି ସହଭାଗିତା, ପୁଣି କୌଣସି ସ୍ନେହପୂର୍ଣ୍ଣ କରୁଣା ଓ ଦୟା ଥାଏ,
2. ତାହାହେଲେ ତୁମ୍ଭେମାନେ ଏକମନା, ଏକ ପ୍ରେମରେ ପ୍ରେମୀ, ଏକଚିତ୍ତ ଓ ଏକଭାବାପନ୍ନ ହୋଇ ମୋହର ଆନନ୍ଦ ପୂର୍ଣ୍ଣ କର,
3. ସ୍ଵାର୍ଥପରତା ଅବା ଅସାର ଗର୍ବ ହେତୁ କିଛି କର ନାହିଁ, ବରଂ ନମ୍ରଚିତ୍ତ ହୋଇ ପ୍ରତ୍ୟେକେ ଅନ୍ୟକୁ ଆପଣାଠାରୁ ଶ୍ରେଷ୍ଠ ମନେ କର;
4. ପ୍ରତି ଜଣ କେବଳ ଆପଣା ବିଷୟରେ ମନୋଯୋଗୀ ନ ହୋଇ ଅନ୍ୟର ବିଷୟରେ ମଧ୍ୟ ମନୋଯୋଗୀ ହୁଅ ।
5. ଖ୍ରୀଷ୍ଟ ଯୀଶୁଙ୍କର ଯେପରି ମନ ଥିଲା, ତୁମ୍ଭମାନଙ୍କର ସେହିପରି ମନ ହେଉ;
6. ସେ ଈଶ୍ଵରରୂପୀ ହେଲେ ହେଁ ଈଶ୍ଵରଙ୍କ ସହିତ ସମାନ ହୋଇ ରହିବା ନିଜ ନିମନ୍ତେ ଧରି ରଖିବାର ବିଷୟ ମନେ କଲେ ନାହିଁ,
7. କିନ୍ତୁ ମନୁଷ୍ୟ ସଦୃଶ ହୋଇ ଦାସରୂପ ଧାରଣ କରି ଆପଣାକୁ ଶୂନ୍ୟ କଲେ;
8. ପୁଣି, ମନୁଷ୍ୟ ଭାବରେ ଦେଖାଯାଇ ମୃତ୍ୟୁ ପର୍ଯ୍ୟନ୍ତ, ହଁ, କ୍ରୁଶୀୟ ମୃତ୍ୟୁ ପର୍ଯ୍ୟନ୍ତ ଆଜ୍ଞାବହ ହୋଇ ଆପଣାକୁ ଅବନତ କଲେ ।
9. ଏହି କାରଣରୁଈଶ୍ଵର ତାହାଙ୍କୁ ଅତିଶୟ ଉନ୍ନତ କରିଅଛନ୍ତି, ପୁଣି ସମସ୍ତ ନାମ ଅପେକ୍ଷା ସର୍ବୋତ୍କୃଷ୍ଟ ନାମ ତାହାଙ୍କୁ ପ୍ରଦାନ କରିଅଛନ୍ତି,
10. ଯେପରି ସ୍ଵର୍ଗ, ମର୍ତ୍ତ୍ୟ ଓ ପାତାଳରେ ଥିବା ପ୍ରତ୍ୟେକ ଜାନୁ ଯୀଶୁଙ୍କ ନାମରେ ନତ ହେବ,
11. ପୁଣି, ପିତା ଈଶ୍ଵରଙ୍କ ଗୌରବ ନିମନ୍ତେ ପ୍ରତ୍ୟେକ ଜିହ୍ଵା ଯୀଶୁ ଖ୍ରୀଷ୍ଟ ପ୍ରଭୁ ବୋଲି ସ୍ଵୀକାର କରିବ ।
12. ଅତଏବ, ହେ ମୋହର ପ୍ରିୟମାନେ, ଯେପରି ତୁମ୍ଭେମାନେ ସର୍ବଦା ଆଜ୍ଞାବହ ହୋଇଅଛ, କେବଳ ମୋହର ସାକ୍ଷାତରେ କଲା ପରି ନୁହେଁ, କିନ୍ତୁ ବର୍ତ୍ତମାନ ମୋହର ଅସାକ୍ଷାତରେ ଆହୁରି ଅଧିକ ରୂପେ ଭୟ ଓ କମ୍ପ ସହ ଆପଣା ଆପଣା ପରିତ୍ରାଣ ସାଧନ କର,
13. କାରଣ ଇଚ୍ଛା କରିବାକୁ ଓ ସାଧନ କରିବାକୁ ଈଶ୍ଵର ଆପଣା ମଙ୍ଗଳମୟ ସଙ୍କଳ୍ପର ସାଫଲ୍ୟ ନିମନ୍ତେ ତୁମ୍ଭମାନଙ୍କ ଅନ୍ତରରେ କାର୍ଯ୍ୟ କରନ୍ତି ।
14. ବଚସା ଓ ତର୍କବିତର୍କ ବିନା ସମସ୍ତ କାର୍ଯ୍ୟ କର,
15. ଯେପରି ତୁମ୍ଭେମାନେ ନିର୍ଦ୍ଦୋଷ ଓ ଅମାୟିକ ହୋଇ ଏହି କୁଟିଳ ବିପଥଗାମୀ ବଂଶ ମଧ୍ୟରେ ଈଶ୍ଵରଙ୍କ ଅନିନ୍ଦନୀୟ ସନ୍ତାନସନ୍ତତି ହୁଅ; ସେମାନଙ୍କ ମଧ୍ୟରେ ତୁମ୍ଭେମାନେ ଜୀବନର ବାକ୍ୟ ଧରି ଜଗତରେ ଜ୍ୟୋତି ସ୍ଵରୂପ ପ୍ରକାଶ ପାଉଅଛ;
16. ସେଥିରେ ମୁଁ ଯେ ବୃଥାରେ ଦୌଡ଼ି ନାହିଁ କିଅବା ବୃଥାରେ ପରିଶ୍ରମ କରି ନାହିଁ, ସେ ସମ୍ଵନ୍ଧରେ ଖ୍ରୀଷ୍ଟଙ୍କ ଦିନରେ ଦର୍ପ କରି ପାରିବି ।
17. ହଁ, ଆଉ ଯଦି ମୋହର ରକ୍ତ ତୁମ୍ଭମାନଙ୍କ ବିଶ୍ଵାସ ସମ୍ଵନ୍ଧୀୟ ସେବାରେ ପେୟ ନୈବେଦ୍ୟ ପରି ଢଳା ଯାଉଅଛି, ତାହାହେଲେ ଆନନ୍ଦ କରୁଅଛି ଓ ତୁମ୍ଭସମସ୍ତଙ୍କ ସହିତ ଉଲ୍ଲାସ କରୁଅଛି,,
18. ଆଉ, ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ଆନନ୍ଦ କର ଓ ମୋʼ ସହିତ ଉଲ୍ଲାସ କର ।
19. କିନ୍ତୁ ମୁଁ ତୁମ୍ଭମାନଙ୍କ ନିକଟକୁ ତୀମଥିଙ୍କୁ ଶୀଘ୍ର ପଠାଇବି ବୋଲି ପ୍ରଭୁ ଯୀଶୁଙ୍କଠାରେ ଭରସା କରୁଅଛି, ଯେପରି ତୁମ୍ଭମାନଙ୍କ ଅବସ୍ଥା ବିଷୟ ଜାଣି ମୁଁ ମଧ୍ୟ ଉତ୍ସାହିତ ହେବି ।
20. କାରଣ ଯେ ତୁମ୍ଭମାନଙ୍କ ବିଷୟରେ ପ୍ରକୃତରେ ମନୋଯୋଗ କରିବ, ଏପରି ସମଭାବାପନ୍ନ ଲୋକ ତାଙ୍କ ବିନା ମୋʼ ନିକଟରେ ଆଉ କେହି ନାହିଁ ।
21. ଯେଣୁ ସମସ୍ତେ ଯୀଶୁ ଖ୍ରୀଷ୍ଟଙ୍କ ବିଷୟ ଚେଷ୍ଟା ନ କରି ସ୍ଵାର୍ଥ ଚେଷ୍ଟା କରନ୍ତି ।
22. ସେ ଯେ ପରୀକ୍ଷାସିଦ୍ଧ ଲୋକ, ଏହା ତୁମ୍ଭେମାନେ ଜାଣ; ପୁତ୍ର ପିତାର ସେବା କଲା ପରି ସେ ତ ସୁସମାଚାର କାର୍ଯ୍ୟରେ ମୋʼ ସହିତ ସେବା କରିଥିଲେ ।
23. ଅତଏବ, ମୋʼ ପ୍ରତି କଅଣ ଘଟିବ, ତାହା ଜାଣିବାମାତ୍ର ତାଙ୍କୁ ପଠାଇବି ବୋଲି ଭରସା କରୁଅଛି;
24. କିନ୍ତୁ ମୁଁ ପ୍ରଭୁଙ୍କଠାରେ ବିଶ୍ଵାସ କରୁ ଅଛି ଯେ, ମୁଁ ନିଜେ ମଧ୍ୟ ଶୀଘ୍ର ଯିବି ।
25. କିନ୍ତୁ ମୁଁ ମୋହର ଭ୍ରାତା, ସହକର୍ମୀ, ସହସେନା ଓ ମୋହର ଅଭାବ ପୂରଣ ନିମନ୍ତେ ତୁମ୍ଭମାନଙ୍କର ପ୍ରେରିତ ଓ ସେବକ ଏପାଫ୍ରଦିତଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇବା ପାଇଁ ଆବଶ୍ୟକ ମନେ କଲି;
26. କାରଣ ସେ ତୁମ୍ଭ ସମସ୍ତଙ୍କୁ ଦେଖିବା ପାଇଁ ଅତ୍ୟ; ଇଚ୍ଛୁକ, ପୁଣି ସେ ପୀଡ଼ିତ ଅଛନ୍ତି ବୋଲି ତୁମ୍ଭେମାନେ ଶୁଣିଥିବାରୁ ଅତ୍ୟ; ବ୍ୟଥିତ;
27. ହଁ, ସେ ମୃତ୍ୟୁ ସରିକି ପୀଡ଼ିତ ହୋଇଥିଲେ, କିନ୍ତୁ ଈଶ୍ଵର ତାଙ୍କୁ ଦୟା କଲେ, ଆଉ କେବଳ ତାଙ୍କୁ ନୁହେଁ, ମାତ୍ର ଯେପରି ମୋʼ ପ୍ରତି ଦୁଃଖ ଉପରେ ଦୁଃଖ ଘଟିବ ନାହିଁ, ଏଥିପାଇଁ ମୋʼ ଉପରେ ମଧ୍ୟ ଦୟା କଲେ ।
28. ଏଣୁ ତୁମ୍ଭେମାନେ ଯେପରି ତାଙ୍କୁ ପୁନର୍ବାର ଦେଖି ଆନନ୍ଦ କର ଓ ମୋʼ ଦୁଃଖ ଯେପରି ଊଣା ପଡ଼େ, ଏଥିପାଇଁ ମୁଁ ତାଙ୍କୁ ପଠାଇବା ନିମନ୍ତେ ଅଧିକ ଯନିବାନ ହେଲି ।
29. ଅତଏବ, ପ୍ରଭୁଙ୍କ ହେତୁ ତାଙ୍କୁ ଅତି ଆନନ୍ଦରେ ଗ୍ରହଣ କର, ଆଉ ଏହିପ୍ରକାର ବ୍ୟକ୍ତିମାନଙ୍କ ସମାଦର କର;
30. କାରଣ ମୋʼ ପ୍ରତି ତୁମ୍ଭମାନଙ୍କ ସେବାରେ ଯାହା କିଛି ଅଭାବ, ତାହା ପୂରଣ କରିବାକୁ ସେ ଖ୍ରୀଷ୍ଟଙ୍କ କାର୍ଯ୍ୟରେ ଆପଣା ଜୀବନ ବିପଦଗ୍ରସ୍ତ କରି ମୃତପ୍ରାୟ ହୋଇଥିଲେ ।

Notes

No Verse Added

Total 4 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 2 / 4
1 2 3 4
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 2:30
1 ଅତଏବ, ଯଦି ଖ୍ରୀଷ୍ଟଙ୍କ ସହଭାଗିତାରେ କୌଣସି ଉତ୍ସାହ, କୌଣସି ପ୍ରେମପୂର୍ଣ୍ଣ ସାନ୍ତ୍ଵନା, ଆତ୍ମାଙ୍କ କୌଣସି ସହଭାଗିତା, ପୁଣି କୌଣସି ସ୍ନେହପୂର୍ଣ୍ଣ କରୁଣା ଓ ଦୟା ଥାଏ, 2 ତାହାହେଲେ ତୁମ୍ଭେମାନେ ଏକମନା, ଏକ ପ୍ରେମରେ ପ୍ରେମୀ, ଏକଚିତ୍ତ ଓ ଏକଭାବାପନ୍ନ ହୋଇ ମୋହର ଆନନ୍ଦ ପୂର୍ଣ୍ଣ କର, 3 ସ୍ଵାର୍ଥପରତା ଅବା ଅସାର ଗର୍ବ ହେତୁ କିଛି କର ନାହିଁ, ବରଂ ନମ୍ରଚିତ୍ତ ହୋଇ ପ୍ରତ୍ୟେକେ ଅନ୍ୟକୁ ଆପଣାଠାରୁ ଶ୍ରେଷ୍ଠ ମନେ କର; 4 ପ୍ରତି ଜଣ କେବଳ ଆପଣା ବିଷୟରେ ମନୋଯୋଗୀ ନ ହୋଇ ଅନ୍ୟର ବିଷୟରେ ମଧ୍ୟ ମନୋଯୋଗୀ ହୁଅ । 5 ଖ୍ରୀଷ୍ଟ ଯୀଶୁଙ୍କର ଯେପରି ମନ ଥିଲା, ତୁମ୍ଭମାନଙ୍କର ସେହିପରି ମନ ହେଉ; 6 ସେ ଈଶ୍ଵରରୂପୀ ହେଲେ ହେଁ ଈଶ୍ଵରଙ୍କ ସହିତ ସମାନ ହୋଇ ରହିବା ନିଜ ନିମନ୍ତେ ଧରି ରଖିବାର ବିଷୟ ମନେ କଲେ ନାହିଁ, 7 କିନ୍ତୁ ମନୁଷ୍ୟ ସଦୃଶ ହୋଇ ଦାସରୂପ ଧାରଣ କରି ଆପଣାକୁ ଶୂନ୍ୟ କଲେ; 8 ପୁଣି, ମନୁଷ୍ୟ ଭାବରେ ଦେଖାଯାଇ ମୃତ୍ୟୁ ପର୍ଯ୍ୟନ୍ତ, ହଁ, କ୍ରୁଶୀୟ ମୃତ୍ୟୁ ପର୍ଯ୍ୟନ୍ତ ଆଜ୍ଞାବହ ହୋଇ ଆପଣାକୁ ଅବନତ କଲେ । 9 ଏହି କାରଣରୁଈଶ୍ଵର ତାହାଙ୍କୁ ଅତିଶୟ ଉନ୍ନତ କରିଅଛନ୍ତି, ପୁଣି ସମସ୍ତ ନାମ ଅପେକ୍ଷା ସର୍ବୋତ୍କୃଷ୍ଟ ନାମ ତାହାଙ୍କୁ ପ୍ରଦାନ କରିଅଛନ୍ତି, 10 ଯେପରି ସ୍ଵର୍ଗ, ମର୍ତ୍ତ୍ୟ ଓ ପାତାଳରେ ଥିବା ପ୍ରତ୍ୟେକ ଜାନୁ ଯୀଶୁଙ୍କ ନାମରେ ନତ ହେବ, 11 ପୁଣି, ପିତା ଈଶ୍ଵରଙ୍କ ଗୌରବ ନିମନ୍ତେ ପ୍ରତ୍ୟେକ ଜିହ୍ଵା ଯୀଶୁ ଖ୍ରୀଷ୍ଟ ପ୍ରଭୁ ବୋଲି ସ୍ଵୀକାର କରିବ । 12 ଅତଏବ, ହେ ମୋହର ପ୍ରିୟମାନେ, ଯେପରି ତୁମ୍ଭେମାନେ ସର୍ବଦା ଆଜ୍ଞାବହ ହୋଇଅଛ, କେବଳ ମୋହର ସାକ୍ଷାତରେ କଲା ପରି ନୁହେଁ, କିନ୍ତୁ ବର୍ତ୍ତମାନ ମୋହର ଅସାକ୍ଷାତରେ ଆହୁରି ଅଧିକ ରୂପେ ଭୟ ଓ କମ୍ପ ସହ ଆପଣା ଆପଣା ପରିତ୍ରାଣ ସାଧନ କର, 13 କାରଣ ଇଚ୍ଛା କରିବାକୁ ଓ ସାଧନ କରିବାକୁ ଈଶ୍ଵର ଆପଣା ମଙ୍ଗଳମୟ ସଙ୍କଳ୍ପର ସାଫଲ୍ୟ ନିମନ୍ତେ ତୁମ୍ଭମାନଙ୍କ ଅନ୍ତରରେ କାର୍ଯ୍ୟ କରନ୍ତି । 14 ବଚସା ଓ ତର୍କବିତର୍କ ବିନା ସମସ୍ତ କାର୍ଯ୍ୟ କର, 15 ଯେପରି ତୁମ୍ଭେମାନେ ନିର୍ଦ୍ଦୋଷ ଓ ଅମାୟିକ ହୋଇ ଏହି କୁଟିଳ ବିପଥଗାମୀ ବଂଶ ମଧ୍ୟରେ ଈଶ୍ଵରଙ୍କ ଅନିନ୍ଦନୀୟ ସନ୍ତାନସନ୍ତତି ହୁଅ; ସେମାନଙ୍କ ମଧ୍ୟରେ ତୁମ୍ଭେମାନେ ଜୀବନର ବାକ୍ୟ ଧରି ଜଗତରେ ଜ୍ୟୋତି ସ୍ଵରୂପ ପ୍ରକାଶ ପାଉଅଛ; 16 ସେଥିରେ ମୁଁ ଯେ ବୃଥାରେ ଦୌଡ଼ି ନାହିଁ କିଅବା ବୃଥାରେ ପରିଶ୍ରମ କରି ନାହିଁ, ସେ ସମ୍ଵନ୍ଧରେ ଖ୍ରୀଷ୍ଟଙ୍କ ଦିନରେ ଦର୍ପ କରି ପାରିବି । 17 ହଁ, ଆଉ ଯଦି ମୋହର ରକ୍ତ ତୁମ୍ଭମାନଙ୍କ ବିଶ୍ଵାସ ସମ୍ଵନ୍ଧୀୟ ସେବାରେ ପେୟ ନୈବେଦ୍ୟ ପରି ଢଳା ଯାଉଅଛି, ତାହାହେଲେ ଆନନ୍ଦ କରୁଅଛି ଓ ତୁମ୍ଭସମସ୍ତଙ୍କ ସହିତ ଉଲ୍ଲାସ କରୁଅଛି,, 18 ଆଉ, ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ଆନନ୍ଦ କର ଓ ମୋʼ ସହିତ ଉଲ୍ଲାସ କର । 19 କିନ୍ତୁ ମୁଁ ତୁମ୍ଭମାନଙ୍କ ନିକଟକୁ ତୀମଥିଙ୍କୁ ଶୀଘ୍ର ପଠାଇବି ବୋଲି ପ୍ରଭୁ ଯୀଶୁଙ୍କଠାରେ ଭରସା କରୁଅଛି, ଯେପରି ତୁମ୍ଭମାନଙ୍କ ଅବସ୍ଥା ବିଷୟ ଜାଣି ମୁଁ ମଧ୍ୟ ଉତ୍ସାହିତ ହେବି । 20 କାରଣ ଯେ ତୁମ୍ଭମାନଙ୍କ ବିଷୟରେ ପ୍ରକୃତରେ ମନୋଯୋଗ କରିବ, ଏପରି ସମଭାବାପନ୍ନ ଲୋକ ତାଙ୍କ ବିନା ମୋʼ ନିକଟରେ ଆଉ କେହି ନାହିଁ । 21 ଯେଣୁ ସମସ୍ତେ ଯୀଶୁ ଖ୍ରୀଷ୍ଟଙ୍କ ବିଷୟ ଚେଷ୍ଟା ନ କରି ସ୍ଵାର୍ଥ ଚେଷ୍ଟା କରନ୍ତି । 22 ସେ ଯେ ପରୀକ୍ଷାସିଦ୍ଧ ଲୋକ, ଏହା ତୁମ୍ଭେମାନେ ଜାଣ; ପୁତ୍ର ପିତାର ସେବା କଲା ପରି ସେ ତ ସୁସମାଚାର କାର୍ଯ୍ୟରେ ମୋʼ ସହିତ ସେବା କରିଥିଲେ । 23 ଅତଏବ, ମୋʼ ପ୍ରତି କଅଣ ଘଟିବ, ତାହା ଜାଣିବାମାତ୍ର ତାଙ୍କୁ ପଠାଇବି ବୋଲି ଭରସା କରୁଅଛି; 24 କିନ୍ତୁ ମୁଁ ପ୍ରଭୁଙ୍କଠାରେ ବିଶ୍ଵାସ କରୁ ଅଛି ଯେ, ମୁଁ ନିଜେ ମଧ୍ୟ ଶୀଘ୍ର ଯିବି । 25 କିନ୍ତୁ ମୁଁ ମୋହର ଭ୍ରାତା, ସହକର୍ମୀ, ସହସେନା ଓ ମୋହର ଅଭାବ ପୂରଣ ନିମନ୍ତେ ତୁମ୍ଭମାନଙ୍କର ପ୍ରେରିତ ଓ ସେବକ ଏପାଫ୍ରଦିତଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇବା ପାଇଁ ଆବଶ୍ୟକ ମନେ କଲି; 26 କାରଣ ସେ ତୁମ୍ଭ ସମସ୍ତଙ୍କୁ ଦେଖିବା ପାଇଁ ଅତ୍ୟ; ଇଚ୍ଛୁକ, ପୁଣି ସେ ପୀଡ଼ିତ ଅଛନ୍ତି ବୋଲି ତୁମ୍ଭେମାନେ ଶୁଣିଥିବାରୁ ଅତ୍ୟ; ବ୍ୟଥିତ; 27 ହଁ, ସେ ମୃତ୍ୟୁ ସରିକି ପୀଡ଼ିତ ହୋଇଥିଲେ, କିନ୍ତୁ ଈଶ୍ଵର ତାଙ୍କୁ ଦୟା କଲେ, ଆଉ କେବଳ ତାଙ୍କୁ ନୁହେଁ, ମାତ୍ର ଯେପରି ମୋʼ ପ୍ରତି ଦୁଃଖ ଉପରେ ଦୁଃଖ ଘଟିବ ନାହିଁ, ଏଥିପାଇଁ ମୋʼ ଉପରେ ମଧ୍ୟ ଦୟା କଲେ । 28 ଏଣୁ ତୁମ୍ଭେମାନେ ଯେପରି ତାଙ୍କୁ ପୁନର୍ବାର ଦେଖି ଆନନ୍ଦ କର ଓ ମୋʼ ଦୁଃଖ ଯେପରି ଊଣା ପଡ଼େ, ଏଥିପାଇଁ ମୁଁ ତାଙ୍କୁ ପଠାଇବା ନିମନ୍ତେ ଅଧିକ ଯନିବାନ ହେଲି । 29 ଅତଏବ, ପ୍ରଭୁଙ୍କ ହେତୁ ତାଙ୍କୁ ଅତି ଆନନ୍ଦରେ ଗ୍ରହଣ କର, ଆଉ ଏହିପ୍ରକାର ବ୍ୟକ୍ତିମାନଙ୍କ ସମାଦର କର; 30 କାରଣ ମୋʼ ପ୍ରତି ତୁମ୍ଭମାନଙ୍କ ସେବାରେ ଯାହା କିଛି ଅଭାବ, ତାହା ପୂରଣ କରିବାକୁ ସେ ଖ୍ରୀଷ୍ଟଙ୍କ କାର୍ଯ୍ୟରେ ଆପଣା ଜୀବନ ବିପଦଗ୍ରସ୍ତ କରି ମୃତପ୍ରାୟ ହୋଇଥିଲେ ।
Total 4 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 2 / 4
1 2 3 4
Common Bible Languages
West Indian Languages
×

Alert

×

oriya Letters Keypad References