ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଗୀତସଂହିତା
1. ମୁଁ ସଦାପ୍ରଭୁଙ୍କୁ ପ୍ରେମ କରେ, କାରଣ ସେ ମୋʼ ରବ ଓ ବିନତି ଶୁଣିଅଛନ୍ତି ।
2. ସେ ମୋʼ ପ୍ରତି କର୍ଣ୍ଣପାତ କରିଅଛନ୍ତି, ଏଥିପାଇଁ ମୁଁ ବଞ୍ଚିଥିବାଯାଏ ତାହାଙ୍କ ନିକଟରେ ପ୍ରାର୍ଥନା କରିବି ।
3. ମୃତ୍ୟୁର ରଜ୍ଜୁ ମୋତେ ଘେରିଲା, ପାତାଳର ଯନ୍ତ୍ରଣା ମୋତେ ଧରିଲା; ମୁଁ ସଙ୍କଟ ଓ ଦୁଃଖରେ ପଡ଼ିଲି ।
4. ସେତେବେଳେ ମୁଁ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲି; ହେ ସଦାପ୍ରଭୁ, ମୁଁ ବିନୟ କରୁଅଛି, ମୋʼ ପ୍ରାଣକୁ ଉଦ୍ଧାର କର ।
5. ସଦାପ୍ରଭୁ କୃପାବାନ ଓ ଧର୍ମମୟ; ହଁ, ଆମ୍ଭମାନଙ୍କ ପରମେଶ୍ଵର ସ୍ନେହଶୀଳ ଅଟନ୍ତି ।
6. ସଦାପ୍ରଭୁ ସରଳ ଲୋକଙ୍କୁ ରକ୍ଷା କରନ୍ତି; ମୁଁ ଦୀନହୀନ ହେଲେ ହେଁ ସେ ମୋର ପରିତ୍ରାଣ କଲେ ।
7. ହେ ମୋହର ପ୍ରାଣ, ଆପଣା ବିଶ୍ରାମ-ସ୍ଥାନକୁ ନେଉଟି ଯାଅ; କାରଣ ସଦାପ୍ରଭୁ ତୁମ୍ଭର ପ୍ରଚୁର ମଙ୍ଗଳ କରିଅଛନ୍ତି ।
8. ତୁମ୍ଭେ ମୃତ୍ୟୁରୁ ମୋହର ପ୍ରାଣ ଓ ଲୋତକରୁ ମୋହର ଚକ୍ଷୁ ଓ ଝୁଣ୍ଟିପଡ଼ିବାରୁ ମୋହର ଚରଣ ଉଦ୍ଧାର କରିଅଛ ।
9. ମୁଁ ସଦାପ୍ରଭୁଙ୍କ ସାକ୍ଷାତରେ ଜୀବିତମାନଙ୍କ ଦେଶରେ ଗମନାଗମନ କରିବି ।
10. ମୁଁ ବିଶ୍ଵାସ କରୁଅଛି, ଏଣୁ ମୁଁ କହିବି; ମୁଁ ନିତା; ଦୁଃଖଗ୍ରସ୍ତ ଥିଲି;
11. ମୁଁ ଚଞ୍ଚଳ ଭାବରେ କହିଲି, ମନୁଷ୍ୟମାତ୍ରେ ହିଁ ମିଥ୍ୟା ।
12. ମୋʼ ପ୍ରତି ସଦାପ୍ରଭୁଙ୍କର ସବୁ ମଙ୍ଗଳଦାନ ପାଲଟେ ମୁଁ ତାହାଙ୍କୁ କି ପ୍ରତିଦାନ କରିବି?
13. ମୁଁ ପରିତ୍ରାଣର ପାତ୍ର ଗ୍ରହଣ କରିବି ଓ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବି ।
14. ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଓ ତାହାଙ୍କ ଲୋକମାନଙ୍କ ସାକ୍ଷାତରେ ଆପଣା ମାନତ ପୂର୍ଣ୍ଣ କରିବି ।
15. ସଦାପ୍ରଭୁଙ୍କ ଦୃଷ୍ଟିରେ ତାହାଙ୍କ ସଦ୍ଭକ୍ତମାନଙ୍କ ମରଣ ବହୁମୂଲ୍ୟ ଅଟେ ।
16. ହେ ସଦାପ୍ରଭୋ, ମୁଁ ନିତା; ତୁମ୍ଭର ଦାସ; ମୁଁ ତୁମ୍ଭର ଦାସ, ତୁମ୍ଭ ଦାସୀର ପୁତ୍ର; ତୁମ୍ଭେ ମୋହର ବନ୍ଧନସବୁ ମୁକୁଳାଇଅଛ ।
17. ମୁଁ ତୁମ୍ଭ ନିକଟରେ ଧନ୍ୟବାଦାର୍ଥକ ବଳି ଉତ୍ସର୍ଗ କରିବି, ମୁଁ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବି ।
18. ମୁଁ ତାହାଙ୍କ ଲୋକମାନଙ୍କ ସାକ୍ଷାତରେ, ସଦାପ୍ରଭୁଙ୍କ ଗୃହର ପ୍ରାଙ୍ଗଣରେ,
19. ହେ ଯିରୂଶାଲମ, ତୁମ୍ଭ ମଧ୍ୟରେ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣା ମାନତ ପୂର୍ଣ୍ଣ କରିବି । ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 116 / 150
1 ମୁଁ ସଦାପ୍ରଭୁଙ୍କୁ ପ୍ରେମ କରେ, କାରଣ ସେ ମୋʼ ରବ ଓ ବିନତି ଶୁଣିଅଛନ୍ତି । 2 ସେ ମୋʼ ପ୍ରତି କର୍ଣ୍ଣପାତ କରିଅଛନ୍ତି, ଏଥିପାଇଁ ମୁଁ ବଞ୍ଚିଥିବାଯାଏ ତାହାଙ୍କ ନିକଟରେ ପ୍ରାର୍ଥନା କରିବି । 3 ମୃତ୍ୟୁର ରଜ୍ଜୁ ମୋତେ ଘେରିଲା, ପାତାଳର ଯନ୍ତ୍ରଣା ମୋତେ ଧରିଲା; ମୁଁ ସଙ୍କଟ ଓ ଦୁଃଖରେ ପଡ଼ିଲି । 4 ସେତେବେଳେ ମୁଁ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲି; ହେ ସଦାପ୍ରଭୁ, ମୁଁ ବିନୟ କରୁଅଛି, ମୋʼ ପ୍ରାଣକୁ ଉଦ୍ଧାର କର । 5 ସଦାପ୍ରଭୁ କୃପାବାନ ଓ ଧର୍ମମୟ; ହଁ, ଆମ୍ଭମାନଙ୍କ ପରମେଶ୍ଵର ସ୍ନେହଶୀଳ ଅଟନ୍ତି । 6 ସଦାପ୍ରଭୁ ସରଳ ଲୋକଙ୍କୁ ରକ୍ଷା କରନ୍ତି; ମୁଁ ଦୀନହୀନ ହେଲେ ହେଁ ସେ ମୋର ପରିତ୍ରାଣ କଲେ । 7 ହେ ମୋହର ପ୍ରାଣ, ଆପଣା ବିଶ୍ରାମ-ସ୍ଥାନକୁ ନେଉଟି ଯାଅ; କାରଣ ସଦାପ୍ରଭୁ ତୁମ୍ଭର ପ୍ରଚୁର ମଙ୍ଗଳ କରିଅଛନ୍ତି । 8 ତୁମ୍ଭେ ମୃତ୍ୟୁରୁ ମୋହର ପ୍ରାଣ ଓ ଲୋତକରୁ ମୋହର ଚକ୍ଷୁ ଓ ଝୁଣ୍ଟିପଡ଼ିବାରୁ ମୋହର ଚରଣ ଉଦ୍ଧାର କରିଅଛ । 9 ମୁଁ ସଦାପ୍ରଭୁଙ୍କ ସାକ୍ଷାତରେ ଜୀବିତମାନଙ୍କ ଦେଶରେ ଗମନାଗମନ କରିବି । 10 ମୁଁ ବିଶ୍ଵାସ କରୁଅଛି, ଏଣୁ ମୁଁ କହିବି; ମୁଁ ନିତା; ଦୁଃଖଗ୍ରସ୍ତ ଥିଲି; 11 ମୁଁ ଚଞ୍ଚଳ ଭାବରେ କହିଲି, ମନୁଷ୍ୟମାତ୍ରେ ହିଁ ମିଥ୍ୟା । 12 ମୋʼ ପ୍ରତି ସଦାପ୍ରଭୁଙ୍କର ସବୁ ମଙ୍ଗଳଦାନ ପାଲଟେ ମୁଁ ତାହାଙ୍କୁ କି ପ୍ରତିଦାନ କରିବି? 13 ମୁଁ ପରିତ୍ରାଣର ପାତ୍ର ଗ୍ରହଣ କରିବି ଓ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବି । 14 ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଓ ତାହାଙ୍କ ଲୋକମାନଙ୍କ ସାକ୍ଷାତରେ ଆପଣା ମାନତ ପୂର୍ଣ୍ଣ କରିବି । 15 ସଦାପ୍ରଭୁଙ୍କ ଦୃଷ୍ଟିରେ ତାହାଙ୍କ ସଦ୍ଭକ୍ତମାନଙ୍କ ମରଣ ବହୁମୂଲ୍ୟ ଅଟେ । 16 ହେ ସଦାପ୍ରଭୋ, ମୁଁ ନିତା; ତୁମ୍ଭର ଦାସ; ମୁଁ ତୁମ୍ଭର ଦାସ, ତୁମ୍ଭ ଦାସୀର ପୁତ୍ର; ତୁମ୍ଭେ ମୋହର ବନ୍ଧନସବୁ ମୁକୁଳାଇଅଛ । 17 ମୁଁ ତୁମ୍ଭ ନିକଟରେ ଧନ୍ୟବାଦାର୍ଥକ ବଳି ଉତ୍ସର୍ଗ କରିବି, ମୁଁ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବି । 18 ମୁଁ ତାହାଙ୍କ ଲୋକମାନଙ୍କ ସାକ୍ଷାତରେ, ସଦାପ୍ରଭୁଙ୍କ ଗୃହର ପ୍ରାଙ୍ଗଣରେ, 19 ହେ ଯିରୂଶାଲମ, ତୁମ୍ଭ ମଧ୍ୟରେ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣା ମାନତ ପୂର୍ଣ୍ଣ କରିବି । ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 116 / 150
×

Alert

×

Oriya Letters Keypad References