ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ଆଲେଫ୍ । ଯେଉଁମାନେ ଆଚରଣରେ ସିଦ୍ଧ, ଯେଉଁମାନେ ସଦାପ୍ରଭୁଙ୍କ ବ୍ୟବସ୍ଥାନୁସାରେ ଚାଲନ୍ତି, ସେମାନେ ଧନ୍ୟ ।
2. ଯେଉଁମାନେ ତାହାଙ୍କ ପ୍ରମାଣ-ବାକ୍ୟସବୁ ପାଳନ କରନ୍ତି, ଯେଉଁମାନେ ସର୍ବାନ୍ତଃକରଣରେ ତାହାଙ୍କୁ ଖୋଜନ୍ତି, ସେମାନେ ଧନ୍ୟ ।
3. ସେମାନେ କୌଣସି ଅଧର୍ମ କରନ୍ତି ନାହିଁ; ସେମାନେ ତାହାଙ୍କ ପଥରେ ଗମନ କରନ୍ତି ।
4. ଆମ୍ଭେମାନେ ଯନିପୂର୍ବକ ଯେପରି ତୁମ୍ଭର ବିଧାନସବୁ ପାଳନ କରିବା, ଏଥିପାଇଁ ତୁମ୍ଭେ ତାହାସବୁ ଆଜ୍ଞା କରିଅଛ ।
5. ଆହା, ତୁମ୍ଭର ବିଧିସକଳ ପାଳନ କରିବା ପାଇଁ ଯେବେ ମୋହର ଗତି ସୁସ୍ଥିର ହୁଅନ୍ତା!
6. ତୁମ୍ଭର ସକଳ ଆଜ୍ଞା ପ୍ରତି ଦୃଷ୍ଟି ରଖିବା ବେଳେ ମୁଁ ଲଜ୍ଜିତ ହେବି ନାହିଁ ।
7. ତୁମ୍ଭର ଧର୍ମମୟ ଶାସନସକଳ ଶିଖିବା ବେଳେ ମୁଁ ଅନ୍ତଃକରଣର ସରଳତାରେ ତୁମ୍ଭଙ୍କୁ ଧନ୍ୟବାଦ ଦେବି ।
8. ମୁଁ ତୁମ୍ଭର ବିଧିସବୁ ପାଳନ କରିବି; ମୋତେ ନିତା; ପରିତ୍ୟାଗ କର ନାହିଁ । ବୈତ୍ ।
9. ଯୁବା ମନୁଷ୍ୟ କିପ୍ରକାରେ ଆପଣା ପଥ ପରିଷ୍କାର କରିବ? ତୁମ୍ଭ ବାକ୍ୟାନୁଯାୟୀ ତହିଁ ବିଷୟରେ ସାବଧାନ ହେଲେ କରିବ ।
10. ମୁଁ ସର୍ବାନ୍ତଃକରଣରେ ତୁମ୍ଭଙ୍କୁ ଖୋଜିଅଛିନ୍ତ ମୋତେ ତୁମ୍ଭ ଆଜ୍ଞାପଥରୁ ଭ୍ରମିବାକୁ ଦିଅ ନାହିଁ ।
11. ମୁଁ ଯେପରି ତୁମ୍ଭ ବିରୁଦ୍ଧରେ ପାପ ନ କରେ, ଏଥିପାଇଁ ମୁଁ ଆପଣା ହୃଦୟ ମଧ୍ୟରେ ତୁମ୍ଭର ବାକ୍ୟ ସଞ୍ଚୟ କରି ରଖିଅଛି ।
12. ହେ ସଦାପ୍ରଭୋ, ତୁମ୍ଭେ ଧନ୍ୟ; ତୁମ୍ଭର ବିଧିସବୁ ମୋତେ ଶିଖାଅ ।
13. ମୁଁ ତୁମ୍ଭ ମୁଖନିର୍ଗତ ଶାସନସକଳ ଆପଣା ଓଷ୍ଠାଧରରେ ବର୍ଣ୍ଣନା କରିଅଛି ।
14. ଯେପରି ସମୁଦାୟ ଧନରେ, ସେପରି ମୁଁ ତୁମ୍ଭ ପ୍ରମାଣ ବାକ୍ୟରୂପ ପଥରେ ଆମୋଦ କରିଅଛି ।
15. ମୁଁ ତୁମ୍ଭର ବିଧାନସବୁ ଧ୍ୟାନ କରିବି ଓ ତୁମ୍ଭ ପଥ ପ୍ରତି ଦୃଷ୍ଟି ରଖିବି ।
16. ମୁଁ ତୁମ୍ଭ ବିଧିସବୁରେ ଆନନ୍ଦ କରିବି; ମୁଁ ତୁମ୍ଭର ବାକ୍ୟ ପାସୋରିବି ନାହିଁ । ଗିମେଲ୍ ।
17. ମୁଁ ଯେପରି ବଞ୍ଚିବି, ଏଥିପାଇଁ ତୁମ୍ଭେ ଆପଣା ଦାସର ମଙ୍ଗଳ କର; ତହୁଁ ମୁଁ ତୁମ୍ଭ ବାକ୍ୟ ପାଳନ କରିବି ।
18. ତୁମ୍ଭେ ମୋହର ଚକ୍ଷୁ ପ୍ରସନ୍ନ କର, ତହିଁରେ ମୁଁ ତୁମ୍ଭ ବ୍ୟବସ୍ଥାରୁ ଆଶ୍ଚର୍ଯ୍ୟ ବିଷୟମାନ ଦେଖି ପାରିବି ।
19. ମୁଁ ପୃଥିବୀରେ ପ୍ରବାସୀନ୍ତ ତୁମ୍ଭର ଆଜ୍ଞାସବୁ ମୋʼଠାରୁ ଲୁଚାଅ ନାହିଁ ।
20. ସର୍ବଦା ତୁମ୍ଭ ଶାସନସକଳ ଆକାଂକ୍ଷା କରିବା ସକାଶୁ ମୋʼ ପ୍ରାଣ କ୍ଷୀଣ ହୁଏ ।
21. ଯେଉଁ ଶାପଗ୍ରସ୍ତ ଅହଙ୍କାରୀମାନେ ତୁମ୍ଭ ଆଜ୍ଞାପଥରୁ ଭ୍ରମନ୍ତି, ତୁମ୍ଭେ ସେମାନଙ୍କୁ ଧମକାଇଅଛ ।
22. ମୋʼଠାରୁ ନିନ୍ଦା ଓ ଅପମାନ ଦୂର କର; କାରଣ ମୁଁ ତୁମ୍ଭର ପ୍ରମାଣ-ବାକ୍ୟସବୁ ପାଳନ କରିଅଛି ।
23. ଅଧିପତିମାନେ ମଧ୍ୟ ବସି ମୋʼ ବିରୁଦ୍ଧରେ କଥା କହିଲେ; ମାତ୍ର ତୁମ୍ଭର ଦାସ ତୁମ୍ଭ ବିଧିସକଳ ଧ୍ୟାନ କଲା ।
24. ତୁମ୍ଭର ସକଳ ପ୍ରମାଣ-ବାକ୍ୟ ମଧ୍ୟ ମୋହର ଆନନ୍ଦଜନକ ଓ ମନ୍ତ୍ରଣାଦାୟକ । ଦାଲତ୍ ।
25. ମୋହର ପ୍ରାଣ ଧୂଳିରେ ଲାଗୁଅଛି; ତୁମ୍ଭେ ନିଜ ବାକ୍ୟାନୁସାରେ ମୋତେ ସଚେତ କର ।
26. ମୁଁ ଆପଣାର ସକଳ ଗତି ବର୍ଣ୍ଣନା କରନ୍ତେ, ତୁମ୍ଭେ ମୋତେ ଉତ୍ତର ଦେଲ; ତୁମ୍ଭର ବିଧିସବୁ ମୋତେ ଶିଖାଅ ।
27. ତୁମ୍ଭେ ଆପଣା ଆଜ୍ଞାପଥସବୁ ମୋତେ ବୁଝାଇ ଦିଅ; ତହିଁରେ ମୁଁ ତୁମ୍ଭର ଆଶ୍ଚର୍ଯ୍ୟକର୍ମସବୁ ଧ୍ୟାନ କରିବି ।
28. ଶୋକ ସକାଶୁ ମୋʼ ପ୍ରାଣ ତରଳି ଯାଏ; ତୁମ୍ଭେ ଆପଣା ବାକ୍ୟାନୁସାରେ ମୋତେ ସବଳ କର ।
29. ମୋʼଠାରୁ ମିଥ୍ୟାମାର୍ଗ ଅନ୍ତର କର ଓ ଅନୁଗ୍ରହ କରି ମୋତେ ତୁମ୍ଭର ବ୍ୟବସ୍ଥା ପ୍ରଦାନ କର ।
30. ମୁଁ ବିଶ୍ଵସ୍ତତାରୂପ ପଥ ମନୋନୀତ କରିଅଛି; ମୁଁ ଆପଣା ସମ୍ମୁଖରେ ତୁମ୍ଭର ଶାସନସବୁ ରଖିଅଛି ।
31. ମୁଁ ତୁମ୍ଭ ପ୍ରମାଣ-ବାକ୍ୟସବୁରେ ଆସକ୍ତ; ହେ ସଦାପ୍ରଭୋ, ମୋତେ ଲଜ୍ଜିତ କର ନାହିଁ ।
32. ତୁମ୍ଭେ ମୋହର ହୃଦୟ ପ୍ରଶସ୍ତ କରିବା ବେଳେ ମୁଁ ତୁମ୍ଭ ଆଜ୍ଞାପଥରେ ଧାବମାନ ହେବି । ହେ ।
33. ହେ ସଦାପ୍ରଭୋ, ତୁମ୍ଭର ବିଧିରୂପ ପଥ ମୋତେ ଶିଖାଅ; ତହିଁରେ ମୁଁ ଶେଷ ପର୍ଯ୍ୟନ୍ତ ତାହା ପାଳନ କରିବି ।
34. ମୋତେ ବୁଦ୍ଧି ପ୍ରଦାନ କର, ତହିଁରେ ମୁଁ ତୁମ୍ଭର ବ୍ୟବସ୍ଥା ମାନିବି; ଆହୁରି, ମୁଁ ଆପଣା ସର୍ବାନ୍ତଃକରଣରେ ତାହା ପାଳନ କରିବି ।
35. ତୁମ୍ଭ ଆଜ୍ଞା-ପଥରେ ମୋତେ ଗମନ କରାଅ; କାରଣ ତହିଁରେ ମୁଁ ଆନନ୍ଦ କରେ ।
36. ଲୋଭ ପ୍ରତି ନୁହେଁ, ମାତ୍ର ତୁମ୍ଭ ପ୍ରମାଣ-ବାକ୍ୟ ପ୍ରତି ମୋʼ ଚିତ୍ତର ସ୍ନେହ ଜନ୍ମାଅ ।
37. ଅସାର ଦର୍ଶନରୁ ମୋହର ଚକ୍ଷୁ ଫେରାଅ ଓ ତୁମ୍ଭ ପଥରେ ମୋତେ ସଚେତ କର ।
38. ତୁମ୍ଭ ଦାସ ପକ୍ଷରେ ତୁମ୍ଭର ବାକ୍ୟ ସ୍ଥିର କର, ତାହା ତୁମ୍ଭ ବିଷୟକ ଭୟ-ସଂଯୁକ୍ତ ।
39. ମୋହର ଭୟଜନକ ନିନ୍ଦା ଦୂର କର; କାରଣ ତୁମ୍ଭର ଶାସନସକଳ ଉତ୍ତମ ।
40. ଦେଖ, ମୁଁ ତୁମ୍ଭ ବିଧାନସକଳର ଆକାଂକ୍ଷା କରିଅଛି; ତୁମ୍ଭ ଧର୍ମରେ ମୋତେ ସଚେତ କର । ବୌ ।
41. ହେ ସଦାପ୍ରଭୋ, ତୁମ୍ଭ ଦୟା, ଅର୍ଥାତ୍, ତୁମ୍ଭ ବାକ୍ୟାନୁସାରେ ତୁମ୍ଭ ପରିତ୍ରାଣ ମୋʼ ପ୍ରତି ବର୍ତ୍ତୁ ।
42. ତହିଁରେ ମୁଁ ଆପଣା ନିନ୍ଦକକୁ ଉତ୍ତର ଦେବି; କାରଣ ମୁଁ ତୁମ୍ଭ ବାକ୍ୟରେ ନିର୍ଭର ରଖେ ।
43. ପୁଣି, ମୋʼ ମୁଖରୁ ସତ୍ୟତାର ବାକ୍ୟ କଦାପି ନିଅ ନାହିଁ; କାରଣ ମୁଁ ତୁମ୍ଭ ଶାସନରେ ଭରସା ରଖିଅଛି ।
44. ତହିଁରେ ମୁଁ ଅନନ୍ତକାଳ ପର୍ଯ୍ୟନ୍ତ ନିରନ୍ତର ତୁମ୍ଭର ବ୍ୟବସ୍ଥା ପାଳନ କରିବି ।
45. ଆଉ, ମୁଁ ସ୍ଵଚ୍ଛନ୍ଦରେ ଗମନାଗମନ କରିବି; କାରଣ ମୁଁ ତୁମ୍ଭର ବିଧାନସବୁ ଖୋଜିଅଛି ।
46. ଆହୁରି, ମୁଁ ରାଜାମାନଙ୍କ ସାକ୍ଷାତରେ ତୁମ୍ଭର ପ୍ରମାଣ-ବାକ୍ୟ ବିଷୟ କହିବି ଓ ଲଜ୍ଜିତ ନୋହିବି ।
47. ପୁଣି, ମୁଁ ତୁମ୍ଭର ଯେଉଁ ଆଜ୍ଞାସମୂହ ସ୍ନେହ କରିଅଛି, ତହିଁରେ ଆପଣାକୁ ଆନନ୍ଦିତ କରିବି ।
48. ଆହୁରି, ମୁଁ ତୁମ୍ଭର ଯେଉଁ ଆଜ୍ଞାସମୂହ ସ୍ନେହ କରିଅଛି, ତହିଁ ନିକଟରେ କୃତାଞ୍ଜଳି ହେବି; ପୁଣି, ମୁଁ ତୁମ୍ଭର ବିଧିସବୁ ଧ୍ୟାନ କରିବି । ସୟିନ୍ ।
49. ତୁମ୍ଭେ ମୋତେ ଭରସାଯୁକ୍ତ କରିଅଛ, ଏଣୁ ତୁମ୍ଭେ ଆପଣା ଦାସ ପକ୍ଷରେ ବାକ୍ୟ ସ୍ମରଣ କର ।
50. ଦୁଃଖ ସମୟରେ ଏହା ହିଁ ମୋହର ସାନ୍ତ୍ଵନା; କାରଣ ତୁମ୍ଭର ବାକ୍ୟ ମୋତେ ସଚେତ କରିଅଛି ।
51. ଅହଙ୍କାରୀମାନେ ମୋତେ ଅତିଶୟ ପରିହାସ କରିଅଛନ୍ତି, ତଥାପି ମୁଁ ତୁମ୍ଭ ବ୍ୟବସ୍ଥାରୁ ବିମୁଖ ହୋଇ ନାହିଁ ।
52. ହେ ସଦାପ୍ରଭୋ, ମୁଁ ପୂର୍ବକାଳୀନ ତୁମ୍ଭ ଶାସନସବୁ ସ୍ମରଣ କରି ଆପଣାକୁ ସାନ୍ତ୍ଵନାଯୁକ୍ତ କରିଅଛି ।
53. ଦୁଷ୍ଟମାନେ ତୁମ୍ଭ ବ୍ୟବସ୍ଥା ପରିତ୍ୟାଗ କରିବାରୁ ପ୍ରଚଣ୍ତ କ୍ରୋଧ ମୋତେ ଆକ୍ରମଣ କରିଅଛି ।
54. ମୋʼ ପ୍ରବାସ-ଗୃହରେ ତୁମ୍ଭର ବିଧିସବୁ ମୋହର ଗାୟନ ହୋଇଅଛି ।
55. ହେ ସଦାପ୍ରଭୋ, ମୁଁ ରାତ୍ରିକାଳରେ ତୁମ୍ଭର ନାମ ସ୍ମରଣ କରିଅଛି ଓ ତୁମ୍ଭର ବ୍ୟବସ୍ଥା ପାଳନ କରିଅଛି ।
56. ତୁମ୍ଭର ବିଧାନସବୁ ପାଳନ କରିବା ସକାଶୁ ମୁଁ ଏହି ଫଳ ପ୍ରାପ୍ତ ହୋଇଅଛି । ହେତ୍ ।
57. ସଦାପ୍ରଭୁ ମୋହର ଅଂଶ; ମୁଁ ତୁମ୍ଭର ବାକ୍ୟସବୁ ପାଳନ କରିବି ବୋଲି କହିଅଛି ।
58. ମୁଁ ସର୍ବାନ୍ତଃକରଣରେ ତୁମ୍ଭର ଅନୁଗ୍ରହ ପ୍ରାର୍ଥନା କଲି; ଆପଣା ବାକ୍ୟାନୁସାରେ ମୋʼ ପ୍ରତି ଦୟାଳୁ ହୁଅ ।
59. ମୁଁ ଆପଣା ଗତିସବୁ ବିବେଚନା କଲି ଓ ତୁମ୍ଭ ପ୍ରମାଣ-ବାକ୍ୟ ଆଡ଼େ ଆପଣା ପାଦ ଫେରାଇଲି ।
60. ତୁମ୍ଭର ଆଜ୍ଞାସବୁ ପାଳିବାକୁ ସତ୍ଵର ହେଲି ଓ ବିଳମ୍ଵ କଲି ନାହିଁ ।
61. ଦୁଷ୍ଟମାନଙ୍କର ରଜ୍ଜୁ ମୋʼ ଚାରିଆଡ଼େ ଜଡ଼ିତ ହେଲା; ମାତ୍ର ମୁଁ ତୁମ୍ଭର ବ୍ୟବସ୍ଥା ପାସୋରି ନାହିଁ ।
62. ତୁମ୍ଭର ଧର୍ମମୟ ଶାସନ ସକାଶୁ ତୁମ୍ଭଙ୍କୁ ଧନ୍ୟବାଦ ଦେବା ପାଇଁ ମୁଁ ଅର୍ଦ୍ଧରାତ୍ରରେ ଉଠିବି ।
63. ଯେଉଁମାନେ ତୁମ୍ଭଙ୍କୁ ଭୟ କରନ୍ତି ଓ ତୁମ୍ଭ ବିଧାନସବୁ ପାଳନ୍ତି, ମୁଁ ସେସମସ୍ତଙ୍କର ସଙ୍ଗୀ ।
64. ହେ ସଦାପ୍ରଭୋ, ପୃଥିବୀ ତୁମ୍ଭ ଦୟାରେ ପରିପୂର୍ଣ୍ଣ; ତୁମ୍ଭ ବିଧିସବୁ ମୋତେ ଶିଖାଅ । ଟେଟ୍ ।
65. ହେ ସଦାପ୍ରଭୋ, ତୁମ୍ଭେ ଆପଣା ବାକ୍ୟାନୁସାରେ ନିଜ ଦାସ ପ୍ରତି ମଙ୍ଗଳ ବ୍ୟବହାର କରିଅଛ ।
66. ମୋତେ ଉତ୍ତମ ବିଚାର ଓ ଜ୍ଞାନ ଶିଖାଅ । କାରଣ ମୁଁ ତୁମ୍ଭ ଆଜ୍ଞାସମୂହରେ ବିଶ୍ଵାସ କରିଅଛି ।
67. ଦୁଃଖଗ୍ରସ୍ତ ହେବା ପୂର୍ବରେ ମୁଁ ବିପଥରେ ଗଲି; ମାତ୍ର ଏବେ ମୁଁ ତୁମ୍ଭ ବାକ୍ୟ ପାଳନ କରେ ।
68. ତୁମ୍ଭେ ମଙ୍ଗଳମୟ ଓ ମଙ୍ଗଳକାରୀ;
69. ଅହଙ୍କାରୀମାନେ ମୋʼ ବିରୁଦ୍ଧରେ ମିଥ୍ୟାକଥା କଳ୍ପନା କରିଅଛନ୍ତି; ମୁଁ ସର୍ବାନ୍ତଃକରଣରେ ତୁମ୍ଭର ବିଧାନସବୁ ପାଳନ କରିବି ।
70. ସେମାନଙ୍କ ଅନ୍ତଃକରଣ ମେଦ ପରି ସ୍ଥୂଳ; ମାତ୍ର ମୁଁ ତୁମ୍ଭ ବ୍ୟବସ୍ଥାରେ ଆମୋଦ କରେ ।
71. ମୁଁ ଯେପରି ତୁମ୍ଭର ବିଧିସବୁ ଶିଖିବି, ଏଥିପାଇଁ ମୁଁ ଯେ ଦୁଃଖଗ୍ରସ୍ତ ହେଲି, ଏହା ମୋʼ ପକ୍ଷରେ ଭଲ ହେଲା ।
72. ହଜାର ହଜାର ସୁନା ଓ ରୂପା ଅପେକ୍ଷା ତୁମ୍ଭ ମୁଖର ବ୍ୟବସ୍ଥା ମୋʼ ପ୍ରତି ଉତ୍ତମ । ଇୟୂଦ୍ ।
73. ତୁମ୍ଭ ହସ୍ତ ମୋତେ ନିର୍ମାଣ ଓ ମୂର୍ତ୍ତିମାନ କରିଅଛି; ମୁଁ ଯେପରି ତୁମ୍ଭର ଆଜ୍ଞାସବୁ ପାଳନ କରିବି, ଏଥିପାଇଁ ମୋତେ ସୁବିବେଚନା ପ୍ରଦାନ କର ।
74. ଯେଉଁମାନେ ତୁମ୍ଭଙ୍କୁ ଭୟ କରନ୍ତି, ସେମାନେ ମୋତେ ଦେଖି ଆନନ୍ଦିତ ହେବେ; କାରଣ ମୁଁ ତୁମ୍ଭ ବାକ୍ୟରେ ଭରସା ରଖିଅଛି ।
75. ହେ ସଦାପ୍ରଭୋ, ମୁଁ ଜାଣେ, ତୁମ୍ଭ ଶାସନସକଳ ଧର୍ମମୟ, ପୁଣି ତୁମ୍ଭେ ବିଶ୍ଵସ୍ତ ଭାବରେ ମୋତେ ଦୁଃଖ ଦେଇଅଛ ।
76. ମୁଁ ପ୍ରାର୍ଥନା କରୁଅଛି, ତୁମ୍ଭ ଦାସ ପ୍ରତି ତୁମ୍ଭ ବାକ୍ୟାନୁସାରେ ତୁମ୍ଭ ସ୍ନେହପୂର୍ଣ୍ଣ କରୁଣା ମୋହର ସାନ୍ତ୍ଵନା-ଜନକ ହେଉ ।
77. ମୁଁ ଯେପରି ବଞ୍ଚିବି, ଏଥିପାଇଁ ମୋʼ ପ୍ରତି ତୁମ୍ଭର କରୁଣା ବର୍ତ୍ତୁ; କାରଣ ତୁମ୍ଭର ବ୍ୟବସ୍ଥା ମୋହର ଆନନ୍ଦଜନକ ।
78. ଅହଙ୍କାରୀମାନେ ଲଜ୍ଜିତ ହେଉନ୍ତୁ; କାରଣ ସେମାନେ ଅନ୍ୟାୟରେ ମୋହର ସର୍ବନାଶ କରିଅଛନ୍ତି; ମାତ୍ର ମୁଁ ତୁମ୍ଭର ବିଧାନସବୁ ଧ୍ୟାନ କରିବି ।
79. ଯେଉଁମାନେ ତୁମ୍ଭଙ୍କୁ ଭୟ କରନ୍ତି, ସେମାନେ ମୋʼ କତିକି ଫେରନ୍ତୁ, ତହିଁରେ ସେମାନେ ତୁମ୍ଭର ପ୍ରମାଣ ବାକ୍ୟ ଜ୍ଞାତସାର ହେବେ ।
80. ମୁଁ ଯେପରି ଲଜ୍ଜିତ ନୋହିବି, ଏଥିପାଇଁ ତୁମ୍ଭ ବିଧିସବୁରେ ମୋʼ ଅନ୍ତଃକରଣ ସିଦ୍ଧ ହେଉ । କଫ୍ ।
81. ତୁମ୍ଭ ପରିତ୍ରାଣ ପାଇଁ ମୋʼ ପ୍ରାଣ କ୍ଷୀଣ ହୁଏ; ମାତ୍ର ମୁଁ ତୁମ୍ଭ ବାକ୍ୟରେ ଭରସା ରଖେ ।
82. ତୁମ୍ଭେ କେବେ ମୋତେ ସାନ୍ତ୍ଵନା କରିବ? ଏହା କହି କହି ତୁମ୍ଭ ବାକ୍ୟ ପାଇଁ ମୋହର ଚକ୍ଷୁ କ୍ଷୀଣ ହୁଏ ।
83. କାରଣ ମୁଁ ଧୂମସ୍ଥିତ କୁମ୍ପା ତୁଲ୍ୟ ହୋଇଅଛି । ତଥାପି ମୁଁ ତୁମ୍ଭର ବିଧିସବୁ ପାସୋରୁ ନାହିଁ ।
84. ତୁମ୍ଭ ଦାସର ଦିନ କେତେ? ତୁମ୍ଭେ କେବେ ମୋʼ ତାଡ଼ନାକାରୀମାନଙ୍କର ବିଚାର କରିବ?
85. ଅହଙ୍କାରୀମାନେ ମୋʼ ପାଇଁ ଗର୍ତ୍ତ ଖୋଳିଅଛନ୍ତି, ସେମାନେ ତୁମ୍ଭ ବ୍ୟବସ୍ଥାର ଅନୁଗାମୀ ନୁହନ୍ତି ।
86. ତୁମ୍ଭର ଆଜ୍ଞାସବୁ ବିଶ୍ଵସନୀୟ; ସେମାନେ ଅନ୍ୟାୟରେ ମୋତେ ତାଡ଼ନା କରନ୍ତି; ତୁମ୍ଭେ ମୋହର ସାହାଯ୍ୟ କର ।
87. ସେମାନେ ପୃଥିବୀରେ ମୋତେ ପ୍ରାୟ ବିନାଶ କରିଥିଲେ; ମାତ୍ର ମୁଁ ତୁମ୍ଭର ବିଧାନସବୁ ତ୍ୟାଗ କଲି ନାହିଁ ।
88. ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାନୁସାରେ ମୋତେ ସଚେତ କର; ତହୁଁ ମୁଁ ତୁମ୍ଭ ମୁଖର ପ୍ରମାଣ-ବାକ୍ୟ ପାଳନ କରିବି । ଲାମଦ୍ ।
89. ହେ ସଦାପ୍ରଭୋ, ତୁମ୍ଭ ବାକ୍ୟ ଅନନ୍ତକାଳ ନିମନ୍ତେ ସ୍ଵର୍ଗରେ ସଂସ୍ଥାପିତ ଅଛି ।
90. ତୁମ୍ଭର ବିଶ୍ଵସ୍ତତା ପୁରୁଷାନୁକ୍ରମରେ ସ୍ଥାୟୀ; ତୁମ୍ଭେ ପୃଥିବୀକି ସଂସ୍ଥାପନ କରିଅଛ ଓ ତାହା ସୁସ୍ଥିର ଥାଏ ।
91. ତୁମ୍ଭ ଶାସନାନୁସାରେ ଅଦ୍ୟାପି ସକଳ ସୁସ୍ଥିର; କାରଣ ସମସ୍ତେ ତୁମ୍ଭର ଦାସ ।
92. ତୁମ୍ଭର ବ୍ୟବସ୍ଥା ମୋହର ଆହ୍ଲାଦଜନକ ହୋଇ ନ ଥିଲେ, ମୁଁ ଆପଣା ଦୁଃଖରେ ବିନଷ୍ଟ ହୋଇଥାʼନ୍ତି ।
93. ତୁମ୍ଭର ବିଧାନସବୁ ମୁଁ କେବେ ପାସୋରିବି ନାହିଁ; କାରଣ ତଦ୍ଦ୍ଵାରା ତୁମ୍ଭେ ମୋତେ ସଚେତ କରିଅଛ ।
94. ମୋତେ ତ୍ରାଣ କର, ମୁଁ ତୁମ୍ଭର; କାରଣ ମୁଁ ତୁମ୍ଭର ବିଧାନସବୁ ଅନ୍ଵେଷଣ କରିଅଛି ।
95. ଦୁଷ୍ଟମାନେ ମୋତେ ବିନାଶ କରିବା ପାଇଁ ଚାହିଁ ରହିଅଛନ୍ତି; ମାତ୍ର ମୁଁ ତୁମ୍ଭର ପ୍ରମାଣ-ବାକ୍ୟ ବିବେଚନା କରିବି ।
96. ମୁଁ ସବୁ ସିଦ୍ଧିର ଅ; ଦେଖିଅଛି; ମାତ୍ର ତୁମ୍ଭର ଆଜ୍ଞା ଅତିଶୟ ପ୍ରଶସ୍ତ । ମେମ୍ ।
97. ମୁଁ ତୁମ୍ଭର ବ୍ୟବସ୍ଥାକୁ କିପରି ପ୍ରିୟ ମଣେ । ତାହା ଦିନଯାକ ମୋହର ଧ୍ୟାନ ।
98. ତୁମ୍ଭ ଆଜ୍ଞାସବୁ ମୋତେ ମୋʼ ଶତ୍ରୁଗଣଠାରୁ ଅଧିକ ଜ୍ଞାନବାନ କରେ; କାରଣ ତାହାସବୁ ନିରନ୍ତର ମୋʼ ସଙ୍ଗେ ଥାଏ ।
99. ମୋହର ସମସ୍ତ ଗୁରୁ ଅପେକ୍ଷା ମୋʼ ବୁଦ୍ଧି ଅଧିକ; କାରଣ ତୁମ୍ଭର ପ୍ରମାଣ-ବାକ୍ୟସବୁ ମୋହର ଧ୍ୟାନ ।
100. ମୁଁ ପ୍ରାଚୀନମାନଙ୍କ ଅପେକ୍ଷା ଅଧିକ ବୁଝେ । ଯେଣୁ ମୁଁ ତୁମ୍ଭର ବିଧାନସବୁ ପାଳନ କରିଅଛି ।
101. ମୁଁ ଯେପରି ତୁମ୍ଭର ବାକ୍ୟ ପାଳନ କରିବି, ଏଥିପାଇଁ ପ୍ରତ୍ୟେକ କୁପଥରୁ ମୁଁ ଆପଣା ପାଦ ଅଟକାଇଅଛି ।
102. ମୁଁ ତୁମ୍ଭ ଶାସନରୁ ବିମୁଖ ହୋଇ ନାହିଁ; କାରଣ ତୁମ୍ଭେ ମୋତେ ଶିକ୍ଷା ଦେଇଅଛ ।
103. ମୋʼ ତୁଣ୍ତକୁ ତୁମ୍ଭ ବାକ୍ୟ କିପରି ମଧୁର! ହଁ, ମୋʼ ମୁଖକୁ ତାହା ମଧୁ ଅପେକ୍ଷା ମଧୁର!
104. ତୁମ୍ଭ ବିଧାନ ଦ୍ଵାରା ମୁଁ ବୁଦ୍ଧି ପ୍ରାପ୍ତ ହୁଏ; ଏଥିପାଇଁ ମୁଁ ପ୍ରତ୍ୟେକ ମିଥ୍ୟାପଥ ଘୃଣା କରେ । ନୂନ୍ ।
105. ତୁମ୍ଭ ବାକ୍ୟ ମୋʼ ଚରଣ ପାଇଁ ପ୍ରଦୀପ ଓ ମୋʼ ପଥ ପାଇଁ ଆଲୁଅ ଅଟେ ।
106. ମୁଁ ତୁମ୍ଭର ଧର୍ମମୟ ଶାସନସବୁ ପାଳିବା ପାଇଁ ଶପଥ କରିଅଛି ଓ ତାହା ସ୍ଥିର କରିଅଛି ।
107. ମୁଁ ଅତ୍ୟ; ଦୁଃଖିତ ଅଛି; ହେ ସଦାପ୍ରଭୋ, ତୁମ୍ଭ ବାକ୍ୟାନୁସାରେ ମୋତେ ସଚେତ କର ।
108. ହେ ସଦାପ୍ରଭୋ, ନିବେଦନ କରୁଅଛି, ମୋʼ ମୁଖର ସ୍ଵେଚ୍ଛାଦତ୍ତ ଉପହାର ଗ୍ରହଣ କର ଓ ତୁମ୍ଭର ଶାସନସବୁ ମୋତେ ଶିଖାଅ ।
109. ମୋʼ ପ୍ରାଣ ନିରନ୍ତର ମୋʼ ହସ୍ତରେ ଥାଏ; ତେବେ ହେଁ ମୁଁ ତୁମ୍ଭ ବ୍ୟବସ୍ଥା ପାସୋରୁ ନାହିଁ ।
110. ଦୁଷ୍ଟମାନେ ମୋʼ ପାଇଁ ଫାନ୍ଦ ପାତିଅଛନ୍ତି; ତଥାପି ମୁଁ ତୁମ୍ଭ ବିଧାନରୁ ବିପଥଗାମୀ ହେଲି ନାହିଁ ।
111. ମୁଁ ତୁମ୍ଭ ପ୍ରମାଣ-ବାକ୍ୟସକଳକୁ ସଦାକାଳ ଅଧିକାର ରୂପେ ଗ୍ରହଣ କରିଅଛି; କାରଣ ତାହାସବୁ ମୋʼ ଚିତ୍ତର ଆହ୍ଲାଦଜନକ ।
112. ମୁଁ ଶେଷ ପର୍ଯ୍ୟନ୍ତ ସର୍ବଦା ତୁମ୍ଭର ବିଧିସବୁ ପାଳନ କରିବା ପାଇଁ ଆପଣା ମନକୁ ପ୍ରବର୍ତ୍ତାଇଅଛି । ସାମକ୍ ।
113. ମୁଁ ଦ୍ଵିମନାମାନଙ୍କୁ ଘୃଣା କରେ; ମାତ୍ର ତୁମ୍ଭ ବ୍ୟବସ୍ଥାକୁ ପ୍ରିୟ ଜ୍ଞାନ କରେ ।
114. ତୁମ୍ଭେ ମୋʼ ଲୁଚିବାର ସ୍ଥାନ ଓ ମୋହର ଢାଲ; ମୁଁ ତୁମ୍ଭ ବାକ୍ୟରେ ଭରସା କରେ ।
115. ହେ କୁକର୍ମକାରୀମାନେ, ମୁଁ ଯେପରି ଆପଣା ପରମେଶ୍ଵରଙ୍କ ଆଜ୍ଞାସବୁ ପାଳି ପାରିବି, ଏଥିପାଇଁ ମୋʼ ନିକଟରୁ ଦୂର ହୁଅ ।
116. ମୁଁ ଯେପରି ବଞ୍ଚିବି, ଏଥିପାଇଁ ତୁମ୍ଭ ବାକ୍ୟାନୁସାରେ ମୋତେ ଧରି ରଖ ଓ ମୋʼ ଭରସା ବିଷୟରେ ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ ।
117. ତୁମ୍ଭେ ମୋତେ ଧରି ରଖ, ତହିଁରେ ମୁଁ ଆପଦରହିତ ହେବି ଓ ତୁମ୍ଭ ବିଧିସବୁ ସର୍ବଦା ମାନ୍ୟ କରିବି ।
118. ତୁମ୍ଭ ବିଧିରୁ ଭ୍ରାନ୍ତ ସମସ୍ତଙ୍କୁ ତୁମ୍ଭେ ତୁଚ୍ଛ ଜ୍ଞାନ କରିଅଛ; କାରଣ ସେମାନଙ୍କ ପ୍ରବଞ୍ଚନା ମିଥ୍ୟା ।
119. ତୁମ୍ଭେ ପୃଥିବୀସ୍ଥ ଦୁଷ୍ଟସମସ୍ତଙ୍କୁ ଧାତୁର ଖାଦ ପରି ଦୂର କରିଥାଅ; ଏଣୁ ମୁଁ ତୁମ୍ଭ ପ୍ରମାଣ-ବାକ୍ୟକୁ ସ୍ନେହ କରେ ।
120. ତୁମ୍ଭ ଭୟ ସକାଶୁ ମୋʼ ଶରୀର କମ୍ପିତ ହୁଏ ଓ ତୁମ୍ଭ ଶାସନ ବିଷୟରେ ମୁଁ ଭୀତ ହୁଏ । ଅଇନ୍ ।
121. ମୁଁ ନ୍ୟାୟ ଓ ଧର୍ମାଚରଣ କରିଅଛି; ମୋʼ ଉପଦ୍ରବୀମାନଙ୍କ ହସ୍ତରେ ମୋତେ ସମର୍ପଣ କର ନାହିଁ ।
122. ମଙ୍ଗଳ ନିମନ୍ତେ ଆପଣା ଦାସର ଲଗା ହୁଅ; ଅହଙ୍କାରୀମାନଙ୍କୁ ମୋʼ ପ୍ରତି ଉପଦ୍ରବ କରିବାକୁ ଦିଅ ନାହିଁ ।
123. ତୁମ୍ଭର ପରିତ୍ରାଣ ଓ ତୁମ୍ଭର ଧର୍ମମୟ ବାକ୍ୟ ନିମନ୍ତେ ମୋହର ଚକ୍ଷୁ କ୍ଷୀଣ ହେଉଅଛି ।
124. ତୁମ୍ଭ ଦୟାନୁସାରେ ଆପଣା ଦାସ ପ୍ରତି ବ୍ୟବହାର କର ଓ ତୁମ୍ଭର ବିଧି ମୋତେ ଶିଖାଅ ।
125. ମୁଁ ତୁମ୍ଭର ଦାସ, ଯେପରି ମୁଁ ତୁମ୍ଭର ପ୍ରମାଣ-ବାକ୍ୟସକଳ ଜ୍ଞାତ ହେବି, ଏଥିପାଇଁ ମୋତେ ବୁଦ୍ଧି ଦିଅ ।
126. ସଦାପ୍ରଭୁଙ୍କର କାର୍ଯ୍ୟ କରିବାର ସମୟ ଏହି; କାରଣ ଲୋକମାନେ ତୁମ୍ଭ ବ୍ୟବସ୍ଥା ବ୍ୟର୍ଥ କରିଅଛନ୍ତି ।
127. ଏହେତୁ ମୁଁ ସୁବର୍ଣ୍ଣ ଓ ଶୁଦ୍ଧ ସୁବର୍ଣ୍ଣ ଅପେକ୍ଷା ତୁମ୍ଭ ଆଜ୍ଞାସମୂହକୁ ସ୍ନେହ କରେ ।
128. ଏଣୁ ମୁଁ ସବୁ ବିଷୟରେ ତୁମ୍ଭର ସକଳ ବିଧାନ ଯଥାର୍ଥ ଜ୍ଞାନ କରେ ଓ ପ୍ରତ୍ୟେକ ମିଥ୍ୟାପଥ ଘୃଣା କରେ । ପେ ।
129. ତୁମ୍ଭ ପ୍ରମାଣ-ବାକ୍ୟସକଳ ଆଶ୍ଚର୍ଯ୍ୟ; ଏଥିପାଇଁ ମୋʼ ପ୍ରାଣ ତାହାସବୁ ପାଳନ କରେ ।
130. ତୁମ୍ଭ ବାକ୍ୟର ବିକାଶ ଆଲୁଅ ପ୍ରଦାନ କରେ; ତାହା ନିର୍ବୋଧକୁ ବୋଧ ଦିଏ ।
131. ମୁଁ ତୁମ୍ଭ ଆଜ୍ଞାର ଆକାଂକ୍ଷାରେ ଆପଣା ମୁଖ ଫର୍ଚା କରି ଫିଟାଇ ପକାଇଲି ।
132. ତୁମ୍ଭେ ଆପଣା ନାମର ପ୍ରେମକାରୀମାନଙ୍କ ପ୍ରତି ଯେପରି କରିଥାଅ, ସେପରି ମୋʼ ପ୍ରତି ଫେର ଓ ମୋତେ ଦୟା କର ।
133. ତୁମ୍ଭ ବାକ୍ୟାନୁସାରେ ମୋʼ ପାଦଗତି ସଜାଡ଼ ଓ ମୋʼ ଉପରେ କୌଣସି ଅଧର୍ମକୁ ରାଜତ୍ଵ କରିବାକୁ ଦିଅ ନାହିଁ ।
134. ମନୁଷ୍ୟର ଉପଦ୍ରବରୁ ମୋତେ ମୁକ୍ତ କର; ତହିଁରେ ମୁଁ ତୁମ୍ଭର ବିଧାନସବୁ ପାଳନ କରିବି ।
135. ତୁମ୍ଭ ଦାସ ପ୍ରତି ଆପଣା ମୁଖ ପ୍ରସନ୍ନ କର ଓ ତୁମ୍ଭର ବିଧିସବୁ ମୋତେ ଶିଖାଅ ।
136. ଲୋକମାନେ ତୁମ୍ଭର ବ୍ୟବସ୍ଥା ପାଳନ ନ କରିବାରୁ ମୋʼ ଚକ୍ଷୁରୁ ଜଳଧାରା ବହୁଅଛି । ସାଦେ ।
137. ହେ ସଦାପ୍ରଭୋ, ତୁମ୍ଭେ ଧର୍ମମୟ ଓ ତୁମ୍ଭର ଶାସନସକଳ ସରଳ ।
138. ତୁମ୍ଭେ ଧର୍ମରେ ଓ ଅତି ବିଶ୍ଵସ୍ତତାରେ ଆପଣା ପ୍ରମାଣ-ବାକ୍ୟସବୁ ଆଜ୍ଞା କରିଅଛ ।
139. ମୋହର ଉଦ୍ଯୋଗ ମୋତେ ଗ୍ରାସ କରିଅଛି, କାରଣ ମୋହର ବିପକ୍ଷଗଣ ତୁମ୍ଭର ବାକ୍ୟସବୁ ପାସୋରି ଅଛନ୍ତି ।
140. ତୁମ୍ଭର ବାକ୍ୟ ଅତ୍ୟ; ନିର୍ମଳ; ତହିଁ ପାଇଁ ତୁମ୍ଭ ଦାସ ତାହା ସ୍ନେହ କରେ ।
141. ମୁଁ କ୍ଷୁଦ୍ର ଓ ତୁଚ୍ଛୀକୃତ; ତଥାପି ମୁଁ ତୁମ୍ଭର ବିଧାନସବୁ ପାସୋରୁ ନାହିଁ ।
142. ତୁମ୍ଭର ଧର୍ମ ଅନନ୍ତକାଳସ୍ଥାୟୀ ଧର୍ମ ଓ ତୁମ୍ଭର ବ୍ୟବସ୍ଥା ସତ୍ୟ ।
143. କ୍ଳେଶ ଓ ଯନ୍ତ୍ରଣା ମୋତେ ଆକ୍ରମଣ କରିଅଛି; ତେବେ ହେଁ ତୁମ୍ଭର ଆଜ୍ଞାସମୂହ ମୋହର ଆହ୍ଲାଦଜନକ ।
144. ତୁମ୍ଭର ପ୍ରମାଣ-ବାକ୍ୟସକଳ ସଦାକାଳ ଧର୍ମମୟ; ମୋତେ ବୁଦ୍ଧି ପ୍ରଦାନ କର, ତହିଁରେ ମୁଁ ବଞ୍ଚିବି । କଫ ।
145. ମୁଁ ସର୍ବାନ୍ତଃକରଣରେ ପ୍ରାର୍ଥନା କରିଅଛି; ହେ ସଦାପ୍ରଭୋ, ମୋତେ ଉତ୍ତର ଦିଅ; ମୁଁ ତୁମ୍ଭର ବିଧି ପାଳନ କରିବି ।
146. ମୁଁ ତୁମ୍ଭ ନିକଟରେ ପ୍ରାର୍ଥନା କରିଅଛି; ମୋତେ ତ୍ରାଣ କର, ତହିଁରେ ମୁଁ ତୁମ୍ଭର ପ୍ରମାଣ-ବାକ୍ୟସବୁ ମାନିବି ।
147. ମୁଁ ଅରୁଣୋଦୟ ପୂର୍ବେ ଆର୍ତ୍ତନାଦ କଲି; ମୁଁ ତୁମ୍ଭ ବାକ୍ୟରେ ଭରସା ରଖିଲି ।
148. ମୁଁ ଯେପରି ତୁମ୍ଭ ବାକ୍ୟ ଧ୍ୟାନ କରିବି, ଏଥିପାଇଁ ରାତ୍ରିର ପ୍ରତ୍ୟେକ ପ୍ରହର ପୂର୍ବେ ମୋହର ଚକ୍ଷୁ ପ୍ରସ୍ତୁତ ହେଲା ।
149. ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଅନୁସାରେ ମୋହର ରବ ଶୁଣ; ହେ ସଦାପ୍ରଭୋ, ଆପଣା ଶାସନାନୁସାରେ ମୋତେ ସଚେତ କର ।
150. ଦୁଷ୍ଟତାର ଅନୁଗାମୀ ଲୋକମାନେ ନିକଟକୁ ଆସୁଅଛନ୍ତି; ସେମାନେ ତୁମ୍ଭ ବ୍ୟବସ୍ଥାରୁ ଦୂରବର୍ତ୍ତୀ ।
151. ହେ ସଦାପ୍ରଭୋ, ତୁମ୍ଭେ ନିକଟବର୍ତ୍ତୀ ଓ ତୁମ୍ଭ ଆଜ୍ଞାସକଳ ସତ୍ୟ ।
152. ମୁଁ ପୂର୍ବଠାରୁ ତୁମ୍ଭ ପ୍ରମାଣ-ବାକ୍ୟରୁ ଜାଣିଅଛି ଯେ, ତୁମ୍ଭେ ସଦାକାଳ ନିମନ୍ତେ ତାହା ସ୍ଥାପନ କରିଅଛ । ରେଶ୍ ।
153. ମୋର କ୍ଲେଶ ବିବେଚନା କର ଓ ମୋତେ ଉଦ୍ଧାର କର; କାରଣ ମୁଁ ତୁମ୍ଭର ବ୍ୟବସ୍ଥା ପାସୋରୁ ନାହିଁ ।
154. ତୁମ୍ଭେ ମୋହର ବିବାଦ ନିଷ୍ପତ୍ତି କର ଓ ମୋତେ ମୁକ୍ତ କର; ତୁମ୍ଭ ବାକ୍ୟାନୁସାରେ ମୋତେ ସଚେତ କର ।
155. ପରିତ୍ରାଣ ଦୁଷ୍ଟମାନଙ୍କଠାରୁ ଦୂରରେ ଥାଏ; କାରଣ ସେମାନେ ତୁମ୍ଭର ବିଧିସବୁ ଅନୁସନ୍ଧାନ କରନ୍ତି ନାହିଁ ।
156. ହେ ସଦାପ୍ରଭୋ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ବହୁବିଧ; ତୁମ୍ଭର ଶାସନାନୁସାରେ ମୋତେ ସଚେତ କର ।
157. ମୋହର ତାଡ଼ନାକାରୀ ଓ ବିପକ୍ଷ ଅନେକ; ତଥାପି ମୁଁ ତୁମ୍ଭ ପ୍ରମାଣ-ବାକ୍ୟରୁ ବିମୁଖ ହୋଇ ନାହିଁ ।
158. ମୁଁ ବିଶ୍ଵାସଘାତକମାନଙ୍କୁ ଦେଖି ଦୁଃଖିତ ହେଲି; କାରଣ ସେମାନେ ତୁମ୍ଭର ବାକ୍ୟ ମାନନ୍ତି ନାହିଁ ।
159. ମୁଁ ତୁମ୍ଭ ବିଧାନସବୁ କିପରି ସ୍ନେହ କରେ, ଏହା ବିବେଚନା କର; ହେ ସଦାପ୍ରଭୋ, ତୁମ୍ଭ ସ୍ନେହପୂର୍ଣ୍ଣ କରୁଣାରେ ମୋତେ ସଚେତ କର ।
160. ତୁମ୍ଭର ସମୁଦାୟ ବାକ୍ୟ ସତ୍ୟ ଓ ତୁମ୍ଭର ଧର୍ମମୟ ପ୍ରତ୍ୟେକ ଶାସନ ନିତ୍ୟସ୍ଥାୟୀ । ଶିନ୍ ।
161. ଅଧିପତିମାନେ ଅକାରଣରେ ମୋତେ ତାଡ଼ନା କରିଅଛନ୍ତି; ମାତ୍ର ମୋହର ମନ ତୁମ୍ଭ ବାକ୍ୟରେ ଭୀତ ଥାଏ ।
162. କେହି ପ୍ରଚୁର ଲୁଟଧନ ପାଇବା ପରି ମୁଁ ତୁମ୍ଭ ବାକ୍ୟରେ ଆନନ୍ଦ କରେ ।
163. ମୁଁ ମିଥ୍ୟାକୁ ଘୃଣା ଓ ଅଶ୍ରଦ୍ଧା କରେ; ମାତ୍ର ତୁମ୍ଭ ବ୍ୟବସ୍ଥାକୁ ମୁଁ ସ୍ନେହ କରେ ।
164. ତୁମ୍ଭର ଧର୍ମମୟ ଶାସନ ସକାଶୁ ମୁଁ ଦିନ ମଧ୍ୟରେ ସାତ ଥର ତୁମ୍ଭର ପ୍ରଶଂସା କରେ ।
165. ତୁମ୍ଭ ବ୍ୟବସ୍ଥା ସ୍ନେହକାରୀମାନେ ମହାଶାନ୍ତି ପ୍ରାପ୍ତ ହୁଅନ୍ତି; ପୁଣି, ସେମାନଙ୍କର ଝୁଣ୍ଟିବାର କୌଣସି କାରଣ ଘଟେ ନାହିଁ ।
166. ହେ ସଦାପ୍ରଭୋ, ମୁଁ ତୁମ୍ଭର ପରିତ୍ରାଣ ପାଇଁ ପ୍ରତ୍ୟାଶା କରିଅଛି, ଓ ତୁମ୍ଭର ଆଜ୍ଞାସବୁ ପାଳନ କରିଅଛି ।
167. ମୋହର ପ୍ରାଣ ତୁମ୍ଭ ପ୍ରମାଣ-ବାକ୍ୟସବୁ ମାନିଅଛି ଓ ମୁଁ ତାହାସବୁ ଅତିଶୟ ସ୍ନେହ କରେ ।
168. ମୁଁ ତୁମ୍ଭର ବିଧାନ ଓ ପ୍ରମାଣ-ବାକ୍ୟସବୁ ମାନିଅଛି । କାରଣ ମୋହର ସବୁ ଗତି ତୁମ୍ଭ ସମ୍ମୁଖରେ ଅଛି । ତୌ ।
169. ହେ ସଦାପ୍ରଭୋ, ମୋହର କାକୁକ୍ତି ତୁମ୍ଭ ନିକଟରେ ଉପସ୍ଥିତ ହେଉ; ତୁମ୍ଭ ବାକ୍ୟାନୁସାରେ ମୋତେ ବୁଦ୍ଧି ପ୍ରଦାନ କର ।
170. ମୋʼ ନିବେଦନ ତୁମ୍ଭ ସମ୍ମୁଖରେ ଉପସ୍ଥିତ ହେଉ; ତୁମ୍ଭ ବାକ୍ୟାନୁସାରେ ମୋତେ ଉଦ୍ଧାର କର ।
171. ମୋହର ଓଷ୍ଠାଧର ପ୍ରଶଂସା ଉଚ୍ଚାରଣ କରୁ; କାରଣ ତୁମ୍ଭେ ଆପଣା ବିଧି ମୋତେ ଶିଖାଉଅଛ ।
172. ମୋʼ ଜିହ୍ଵା ତୁମ୍ଭ ବାକ୍ୟ ବିଷୟ କୀର୍ତ୍ତନ କରୁ; କାରଣ ତୁମ୍ଭର ଆଜ୍ଞାସକଳ ଧର୍ମମୟ ।
173. ମୋହର ସାହାଯ୍ୟାର୍ଥେ ତୁମ୍ଭର ହସ୍ତ ପ୍ରସ୍ତୁତ ହେଉ, କାରଣ ମୁଁ ତୁମ୍ଭର ବିଧାନସବୁ ମନୋନୀତ କରିଅଛି ।
174. ହେ ସଦାପ୍ରଭୋ, ମୁଁ ତୁମ୍ଭ ପରିତ୍ରାଣର ଆକାଂକ୍ଷା କରିଅଛି; ପୁଣି, ତୁମ୍ଭର ବ୍ୟବସ୍ଥା ମୋହର ଆହ୍ଲାଦଜନକ ।
175. ମୋହର ପ୍ରାଣ ଜୀବିତ ଥାଉ, ତହିଁରେ ତାହା ତୁମ୍ଭର ପ୍ରଶଂସା କରିବ ଓ ତୁମ୍ଭର ଶାସନସକଳ ମୋହର ସାହାଯ୍ୟ କରୁ ।
176. ମୁଁ ହଜାମେଷ ପରି ବିପଥଗାମୀ ହୋଇଅଛି; ଆପଣା ଦାସକୁ ଖୋଜ; କାରଣ ମୁଁ ତୁମ୍ଭ ଆଜ୍ଞାସକଳ ପାସୋରୁ ନାହିଁ ।

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 119 / 150
ଗୀତସଂହିତା 119
1 ଆଲେଫ୍ । ଯେଉଁମାନେ ଆଚରଣରେ ସିଦ୍ଧ, ଯେଉଁମାନେ ସଦାପ୍ରଭୁଙ୍କ ବ୍ୟବସ୍ଥାନୁସାରେ ଚାଲନ୍ତି, ସେମାନେ ଧନ୍ୟ । 2 ଯେଉଁମାନେ ତାହାଙ୍କ ପ୍ରମାଣ-ବାକ୍ୟସବୁ ପାଳନ କରନ୍ତି, ଯେଉଁମାନେ ସର୍ବାନ୍ତଃକରଣରେ ତାହାଙ୍କୁ ଖୋଜନ୍ତି, ସେମାନେ ଧନ୍ୟ । 3 ସେମାନେ କୌଣସି ଅଧର୍ମ କରନ୍ତି ନାହିଁ; ସେମାନେ ତାହାଙ୍କ ପଥରେ ଗମନ କରନ୍ତି । 4 ଆମ୍ଭେମାନେ ଯନିପୂର୍ବକ ଯେପରି ତୁମ୍ଭର ବିଧାନସବୁ ପାଳନ କରିବା, ଏଥିପାଇଁ ତୁମ୍ଭେ ତାହାସବୁ ଆଜ୍ଞା କରିଅଛ । 5 ଆହା, ତୁମ୍ଭର ବିଧିସକଳ ପାଳନ କରିବା ପାଇଁ ଯେବେ ମୋହର ଗତି ସୁସ୍ଥିର ହୁଅନ୍ତା! 6 ତୁମ୍ଭର ସକଳ ଆଜ୍ଞା ପ୍ରତି ଦୃଷ୍ଟି ରଖିବା ବେଳେ ମୁଁ ଲଜ୍ଜିତ ହେବି ନାହିଁ । 7 ତୁମ୍ଭର ଧର୍ମମୟ ଶାସନସକଳ ଶିଖିବା ବେଳେ ମୁଁ ଅନ୍ତଃକରଣର ସରଳତାରେ ତୁମ୍ଭଙ୍କୁ ଧନ୍ୟବାଦ ଦେବି । 8 ମୁଁ ତୁମ୍ଭର ବିଧିସବୁ ପାଳନ କରିବି; ମୋତେ ନିତା; ପରିତ୍ୟାଗ କର ନାହିଁ । ବୈତ୍ । 9 ଯୁବା ମନୁଷ୍ୟ କିପ୍ରକାରେ ଆପଣା ପଥ ପରିଷ୍କାର କରିବ? ତୁମ୍ଭ ବାକ୍ୟାନୁଯାୟୀ ତହିଁ ବିଷୟରେ ସାବଧାନ ହେଲେ କରିବ । 10 ମୁଁ ସର୍ବାନ୍ତଃକରଣରେ ତୁମ୍ଭଙ୍କୁ ଖୋଜିଅଛିନ୍ତ ମୋତେ ତୁମ୍ଭ ଆଜ୍ଞାପଥରୁ ଭ୍ରମିବାକୁ ଦିଅ ନାହିଁ । 11 ମୁଁ ଯେପରି ତୁମ୍ଭ ବିରୁଦ୍ଧରେ ପାପ ନ କରେ, ଏଥିପାଇଁ ମୁଁ ଆପଣା ହୃଦୟ ମଧ୍ୟରେ ତୁମ୍ଭର ବାକ୍ୟ ସଞ୍ଚୟ କରି ରଖିଅଛି । 12 ହେ ସଦାପ୍ରଭୋ, ତୁମ୍ଭେ ଧନ୍ୟ; ତୁମ୍ଭର ବିଧିସବୁ ମୋତେ ଶିଖାଅ । 13 ମୁଁ ତୁମ୍ଭ ମୁଖନିର୍ଗତ ଶାସନସକଳ ଆପଣା ଓଷ୍ଠାଧରରେ ବର୍ଣ୍ଣନା କରିଅଛି । 14 ଯେପରି ସମୁଦାୟ ଧନରେ, ସେପରି ମୁଁ ତୁମ୍ଭ ପ୍ରମାଣ ବାକ୍ୟରୂପ ପଥରେ ଆମୋଦ କରିଅଛି । 15 ମୁଁ ତୁମ୍ଭର ବିଧାନସବୁ ଧ୍ୟାନ କରିବି ଓ ତୁମ୍ଭ ପଥ ପ୍ରତି ଦୃଷ୍ଟି ରଖିବି । 16 ମୁଁ ତୁମ୍ଭ ବିଧିସବୁରେ ଆନନ୍ଦ କରିବି; ମୁଁ ତୁମ୍ଭର ବାକ୍ୟ ପାସୋରିବି ନାହିଁ । ଗିମେଲ୍ । 17 ମୁଁ ଯେପରି ବଞ୍ଚିବି, ଏଥିପାଇଁ ତୁମ୍ଭେ ଆପଣା ଦାସର ମଙ୍ଗଳ କର; ତହୁଁ ମୁଁ ତୁମ୍ଭ ବାକ୍ୟ ପାଳନ କରିବି । 18 ତୁମ୍ଭେ ମୋହର ଚକ୍ଷୁ ପ୍ରସନ୍ନ କର, ତହିଁରେ ମୁଁ ତୁମ୍ଭ ବ୍ୟବସ୍ଥାରୁ ଆଶ୍ଚର୍ଯ୍ୟ ବିଷୟମାନ ଦେଖି ପାରିବି । 19 ମୁଁ ପୃଥିବୀରେ ପ୍ରବାସୀନ୍ତ ତୁମ୍ଭର ଆଜ୍ଞାସବୁ ମୋʼଠାରୁ ଲୁଚାଅ ନାହିଁ । 20 ସର୍ବଦା ତୁମ୍ଭ ଶାସନସକଳ ଆକାଂକ୍ଷା କରିବା ସକାଶୁ ମୋʼ ପ୍ରାଣ କ୍ଷୀଣ ହୁଏ । 21 ଯେଉଁ ଶାପଗ୍ରସ୍ତ ଅହଙ୍କାରୀମାନେ ତୁମ୍ଭ ଆଜ୍ଞାପଥରୁ ଭ୍ରମନ୍ତି, ତୁମ୍ଭେ ସେମାନଙ୍କୁ ଧମକାଇଅଛ । 22 ମୋʼଠାରୁ ନିନ୍ଦା ଓ ଅପମାନ ଦୂର କର; କାରଣ ମୁଁ ତୁମ୍ଭର ପ୍ରମାଣ-ବାକ୍ୟସବୁ ପାଳନ କରିଅଛି । 23 ଅଧିପତିମାନେ ମଧ୍ୟ ବସି ମୋʼ ବିରୁଦ୍ଧରେ କଥା କହିଲେ; ମାତ୍ର ତୁମ୍ଭର ଦାସ ତୁମ୍ଭ ବିଧିସକଳ ଧ୍ୟାନ କଲା । 24 ତୁମ୍ଭର ସକଳ ପ୍ରମାଣ-ବାକ୍ୟ ମଧ୍ୟ ମୋହର ଆନନ୍ଦଜନକ ଓ ମନ୍ତ୍ରଣାଦାୟକ । ଦାଲତ୍ । 25 ମୋହର ପ୍ରାଣ ଧୂଳିରେ ଲାଗୁଅଛି; ତୁମ୍ଭେ ନିଜ ବାକ୍ୟାନୁସାରେ ମୋତେ ସଚେତ କର । 26 ମୁଁ ଆପଣାର ସକଳ ଗତି ବର୍ଣ୍ଣନା କରନ୍ତେ, ତୁମ୍ଭେ ମୋତେ ଉତ୍ତର ଦେଲ; ତୁମ୍ଭର ବିଧିସବୁ ମୋତେ ଶିଖାଅ । 27 ତୁମ୍ଭେ ଆପଣା ଆଜ୍ଞାପଥସବୁ ମୋତେ ବୁଝାଇ ଦିଅ; ତହିଁରେ ମୁଁ ତୁମ୍ଭର ଆଶ୍ଚର୍ଯ୍ୟକର୍ମସବୁ ଧ୍ୟାନ କରିବି । 28 ଶୋକ ସକାଶୁ ମୋʼ ପ୍ରାଣ ତରଳି ଯାଏ; ତୁମ୍ଭେ ଆପଣା ବାକ୍ୟାନୁସାରେ ମୋତେ ସବଳ କର । 29 ମୋʼଠାରୁ ମିଥ୍ୟାମାର୍ଗ ଅନ୍ତର କର ଓ ଅନୁଗ୍ରହ କରି ମୋତେ ତୁମ୍ଭର ବ୍ୟବସ୍ଥା ପ୍ରଦାନ କର । 30 ମୁଁ ବିଶ୍ଵସ୍ତତାରୂପ ପଥ ମନୋନୀତ କରିଅଛି; ମୁଁ ଆପଣା ସମ୍ମୁଖରେ ତୁମ୍ଭର ଶାସନସବୁ ରଖିଅଛି । 31 ମୁଁ ତୁମ୍ଭ ପ୍ରମାଣ-ବାକ୍ୟସବୁରେ ଆସକ୍ତ; ହେ ସଦାପ୍ରଭୋ, ମୋତେ ଲଜ୍ଜିତ କର ନାହିଁ । 32 ତୁମ୍ଭେ ମୋହର ହୃଦୟ ପ୍ରଶସ୍ତ କରିବା ବେଳେ ମୁଁ ତୁମ୍ଭ ଆଜ୍ଞାପଥରେ ଧାବମାନ ହେବି । ହେ । 33 ହେ ସଦାପ୍ରଭୋ, ତୁମ୍ଭର ବିଧିରୂପ ପଥ ମୋତେ ଶିଖାଅ; ତହିଁରେ ମୁଁ ଶେଷ ପର୍ଯ୍ୟନ୍ତ ତାହା ପାଳନ କରିବି । 34 ମୋତେ ବୁଦ୍ଧି ପ୍ରଦାନ କର, ତହିଁରେ ମୁଁ ତୁମ୍ଭର ବ୍ୟବସ୍ଥା ମାନିବି; ଆହୁରି, ମୁଁ ଆପଣା ସର୍ବାନ୍ତଃକରଣରେ ତାହା ପାଳନ କରିବି । 35 ତୁମ୍ଭ ଆଜ୍ଞା-ପଥରେ ମୋତେ ଗମନ କରାଅ; କାରଣ ତହିଁରେ ମୁଁ ଆନନ୍ଦ କରେ । 36 ଲୋଭ ପ୍ରତି ନୁହେଁ, ମାତ୍ର ତୁମ୍ଭ ପ୍ରମାଣ-ବାକ୍ୟ ପ୍ରତି ମୋʼ ଚିତ୍ତର ସ୍ନେହ ଜନ୍ମାଅ । 37 ଅସାର ଦର୍ଶନରୁ ମୋହର ଚକ୍ଷୁ ଫେରାଅ ଓ ତୁମ୍ଭ ପଥରେ ମୋତେ ସଚେତ କର । 38 ତୁମ୍ଭ ଦାସ ପକ୍ଷରେ ତୁମ୍ଭର ବାକ୍ୟ ସ୍ଥିର କର, ତାହା ତୁମ୍ଭ ବିଷୟକ ଭୟ-ସଂଯୁକ୍ତ । 39 ମୋହର ଭୟଜନକ ନିନ୍ଦା ଦୂର କର; କାରଣ ତୁମ୍ଭର ଶାସନସକଳ ଉତ୍ତମ । 40 ଦେଖ, ମୁଁ ତୁମ୍ଭ ବିଧାନସକଳର ଆକାଂକ୍ଷା କରିଅଛି; ତୁମ୍ଭ ଧର୍ମରେ ମୋତେ ସଚେତ କର । ବୌ । 41 ହେ ସଦାପ୍ରଭୋ, ତୁମ୍ଭ ଦୟା, ଅର୍ଥାତ୍, ତୁମ୍ଭ ବାକ୍ୟାନୁସାରେ ତୁମ୍ଭ ପରିତ୍ରାଣ ମୋʼ ପ୍ରତି ବର୍ତ୍ତୁ । 42 ତହିଁରେ ମୁଁ ଆପଣା ନିନ୍ଦକକୁ ଉତ୍ତର ଦେବି; କାରଣ ମୁଁ ତୁମ୍ଭ ବାକ୍ୟରେ ନିର୍ଭର ରଖେ । 43 ପୁଣି, ମୋʼ ମୁଖରୁ ସତ୍ୟତାର ବାକ୍ୟ କଦାପି ନିଅ ନାହିଁ; କାରଣ ମୁଁ ତୁମ୍ଭ ଶାସନରେ ଭରସା ରଖିଅଛି । 44 ତହିଁରେ ମୁଁ ଅନନ୍ତକାଳ ପର୍ଯ୍ୟନ୍ତ ନିରନ୍ତର ତୁମ୍ଭର ବ୍ୟବସ୍ଥା ପାଳନ କରିବି । 45 ଆଉ, ମୁଁ ସ୍ଵଚ୍ଛନ୍ଦରେ ଗମନାଗମନ କରିବି; କାରଣ ମୁଁ ତୁମ୍ଭର ବିଧାନସବୁ ଖୋଜିଅଛି । 46 ଆହୁରି, ମୁଁ ରାଜାମାନଙ୍କ ସାକ୍ଷାତରେ ତୁମ୍ଭର ପ୍ରମାଣ-ବାକ୍ୟ ବିଷୟ କହିବି ଓ ଲଜ୍ଜିତ ନୋହିବି । 47 ପୁଣି, ମୁଁ ତୁମ୍ଭର ଯେଉଁ ଆଜ୍ଞାସମୂହ ସ୍ନେହ କରିଅଛି, ତହିଁରେ ଆପଣାକୁ ଆନନ୍ଦିତ କରିବି । 48 ଆହୁରି, ମୁଁ ତୁମ୍ଭର ଯେଉଁ ଆଜ୍ଞାସମୂହ ସ୍ନେହ କରିଅଛି, ତହିଁ ନିକଟରେ କୃତାଞ୍ଜଳି ହେବି; ପୁଣି, ମୁଁ ତୁମ୍ଭର ବିଧିସବୁ ଧ୍ୟାନ କରିବି । ସୟିନ୍ । 49 ତୁମ୍ଭେ ମୋତେ ଭରସାଯୁକ୍ତ କରିଅଛ, ଏଣୁ ତୁମ୍ଭେ ଆପଣା ଦାସ ପକ୍ଷରେ ବାକ୍ୟ ସ୍ମରଣ କର । 50 ଦୁଃଖ ସମୟରେ ଏହା ହିଁ ମୋହର ସାନ୍ତ୍ଵନା; କାରଣ ତୁମ୍ଭର ବାକ୍ୟ ମୋତେ ସଚେତ କରିଅଛି । 51 ଅହଙ୍କାରୀମାନେ ମୋତେ ଅତିଶୟ ପରିହାସ କରିଅଛନ୍ତି, ତଥାପି ମୁଁ ତୁମ୍ଭ ବ୍ୟବସ୍ଥାରୁ ବିମୁଖ ହୋଇ ନାହିଁ । 52 ହେ ସଦାପ୍ରଭୋ, ମୁଁ ପୂର୍ବକାଳୀନ ତୁମ୍ଭ ଶାସନସବୁ ସ୍ମରଣ କରି ଆପଣାକୁ ସାନ୍ତ୍ଵନାଯୁକ୍ତ କରିଅଛି । 53 ଦୁଷ୍ଟମାନେ ତୁମ୍ଭ ବ୍ୟବସ୍ଥା ପରିତ୍ୟାଗ କରିବାରୁ ପ୍ରଚଣ୍ତ କ୍ରୋଧ ମୋତେ ଆକ୍ରମଣ କରିଅଛି । 54 ମୋʼ ପ୍ରବାସ-ଗୃହରେ ତୁମ୍ଭର ବିଧିସବୁ ମୋହର ଗାୟନ ହୋଇଅଛି । 55 ହେ ସଦାପ୍ରଭୋ, ମୁଁ ରାତ୍ରିକାଳରେ ତୁମ୍ଭର ନାମ ସ୍ମରଣ କରିଅଛି ଓ ତୁମ୍ଭର ବ୍ୟବସ୍ଥା ପାଳନ କରିଅଛି । 56 ତୁମ୍ଭର ବିଧାନସବୁ ପାଳନ କରିବା ସକାଶୁ ମୁଁ ଏହି ଫଳ ପ୍ରାପ୍ତ ହୋଇଅଛି । ହେତ୍ । 57 ସଦାପ୍ରଭୁ ମୋହର ଅଂଶ; ମୁଁ ତୁମ୍ଭର ବାକ୍ୟସବୁ ପାଳନ କରିବି ବୋଲି କହିଅଛି । 58 ମୁଁ ସର୍ବାନ୍ତଃକରଣରେ ତୁମ୍ଭର ଅନୁଗ୍ରହ ପ୍ରାର୍ଥନା କଲି; ଆପଣା ବାକ୍ୟାନୁସାରେ ମୋʼ ପ୍ରତି ଦୟାଳୁ ହୁଅ । 59 ମୁଁ ଆପଣା ଗତିସବୁ ବିବେଚନା କଲି ଓ ତୁମ୍ଭ ପ୍ରମାଣ-ବାକ୍ୟ ଆଡ଼େ ଆପଣା ପାଦ ଫେରାଇଲି । 60 ତୁମ୍ଭର ଆଜ୍ଞାସବୁ ପାଳିବାକୁ ସତ୍ଵର ହେଲି ଓ ବିଳମ୍ଵ କଲି ନାହିଁ । 61 ଦୁଷ୍ଟମାନଙ୍କର ରଜ୍ଜୁ ମୋʼ ଚାରିଆଡ଼େ ଜଡ଼ିତ ହେଲା; ମାତ୍ର ମୁଁ ତୁମ୍ଭର ବ୍ୟବସ୍ଥା ପାସୋରି ନାହିଁ । 62 ତୁମ୍ଭର ଧର୍ମମୟ ଶାସନ ସକାଶୁ ତୁମ୍ଭଙ୍କୁ ଧନ୍ୟବାଦ ଦେବା ପାଇଁ ମୁଁ ଅର୍ଦ୍ଧରାତ୍ରରେ ଉଠିବି । 63 ଯେଉଁମାନେ ତୁମ୍ଭଙ୍କୁ ଭୟ କରନ୍ତି ଓ ତୁମ୍ଭ ବିଧାନସବୁ ପାଳନ୍ତି, ମୁଁ ସେସମସ୍ତଙ୍କର ସଙ୍ଗୀ । 64 ହେ ସଦାପ୍ରଭୋ, ପୃଥିବୀ ତୁମ୍ଭ ଦୟାରେ ପରିପୂର୍ଣ୍ଣ; ତୁମ୍ଭ ବିଧିସବୁ ମୋତେ ଶିଖାଅ । ଟେଟ୍ । 65 ହେ ସଦାପ୍ରଭୋ, ତୁମ୍ଭେ ଆପଣା ବାକ୍ୟାନୁସାରେ ନିଜ ଦାସ ପ୍ରତି ମଙ୍ଗଳ ବ୍ୟବହାର କରିଅଛ । 66 ମୋତେ ଉତ୍ତମ ବିଚାର ଓ ଜ୍ଞାନ ଶିଖାଅ । କାରଣ ମୁଁ ତୁମ୍ଭ ଆଜ୍ଞାସମୂହରେ ବିଶ୍ଵାସ କରିଅଛି । 67 ଦୁଃଖଗ୍ରସ୍ତ ହେବା ପୂର୍ବରେ ମୁଁ ବିପଥରେ ଗଲି; ମାତ୍ର ଏବେ ମୁଁ ତୁମ୍ଭ ବାକ୍ୟ ପାଳନ କରେ । 68 ତୁମ୍ଭେ ମଙ୍ଗଳମୟ ଓ ମଙ୍ଗଳକାରୀ; 69 ଅହଙ୍କାରୀମାନେ ମୋʼ ବିରୁଦ୍ଧରେ ମିଥ୍ୟାକଥା କଳ୍ପନା କରିଅଛନ୍ତି; ମୁଁ ସର୍ବାନ୍ତଃକରଣରେ ତୁମ୍ଭର ବିଧାନସବୁ ପାଳନ କରିବି । 70 ସେମାନଙ୍କ ଅନ୍ତଃକରଣ ମେଦ ପରି ସ୍ଥୂଳ; ମାତ୍ର ମୁଁ ତୁମ୍ଭ ବ୍ୟବସ୍ଥାରେ ଆମୋଦ କରେ । 71 ମୁଁ ଯେପରି ତୁମ୍ଭର ବିଧିସବୁ ଶିଖିବି, ଏଥିପାଇଁ ମୁଁ ଯେ ଦୁଃଖଗ୍ରସ୍ତ ହେଲି, ଏହା ମୋʼ ପକ୍ଷରେ ଭଲ ହେଲା । 72 ହଜାର ହଜାର ସୁନା ଓ ରୂପା ଅପେକ୍ଷା ତୁମ୍ଭ ମୁଖର ବ୍ୟବସ୍ଥା ମୋʼ ପ୍ରତି ଉତ୍ତମ । ଇୟୂଦ୍ । 73 ତୁମ୍ଭ ହସ୍ତ ମୋତେ ନିର୍ମାଣ ଓ ମୂର୍ତ୍ତିମାନ କରିଅଛି; ମୁଁ ଯେପରି ତୁମ୍ଭର ଆଜ୍ଞାସବୁ ପାଳନ କରିବି, ଏଥିପାଇଁ ମୋତେ ସୁବିବେଚନା ପ୍ରଦାନ କର । 74 ଯେଉଁମାନେ ତୁମ୍ଭଙ୍କୁ ଭୟ କରନ୍ତି, ସେମାନେ ମୋତେ ଦେଖି ଆନନ୍ଦିତ ହେବେ; କାରଣ ମୁଁ ତୁମ୍ଭ ବାକ୍ୟରେ ଭରସା ରଖିଅଛି । 75 ହେ ସଦାପ୍ରଭୋ, ମୁଁ ଜାଣେ, ତୁମ୍ଭ ଶାସନସକଳ ଧର୍ମମୟ, ପୁଣି ତୁମ୍ଭେ ବିଶ୍ଵସ୍ତ ଭାବରେ ମୋତେ ଦୁଃଖ ଦେଇଅଛ । 76 ମୁଁ ପ୍ରାର୍ଥନା କରୁଅଛି, ତୁମ୍ଭ ଦାସ ପ୍ରତି ତୁମ୍ଭ ବାକ୍ୟାନୁସାରେ ତୁମ୍ଭ ସ୍ନେହପୂର୍ଣ୍ଣ କରୁଣା ମୋହର ସାନ୍ତ୍ଵନା-ଜନକ ହେଉ । 77 ମୁଁ ଯେପରି ବଞ୍ଚିବି, ଏଥିପାଇଁ ମୋʼ ପ୍ରତି ତୁମ୍ଭର କରୁଣା ବର୍ତ୍ତୁ; କାରଣ ତୁମ୍ଭର ବ୍ୟବସ୍ଥା ମୋହର ଆନନ୍ଦଜନକ । 78 ଅହଙ୍କାରୀମାନେ ଲଜ୍ଜିତ ହେଉନ୍ତୁ; କାରଣ ସେମାନେ ଅନ୍ୟାୟରେ ମୋହର ସର୍ବନାଶ କରିଅଛନ୍ତି; ମାତ୍ର ମୁଁ ତୁମ୍ଭର ବିଧାନସବୁ ଧ୍ୟାନ କରିବି । 79 ଯେଉଁମାନେ ତୁମ୍ଭଙ୍କୁ ଭୟ କରନ୍ତି, ସେମାନେ ମୋʼ କତିକି ଫେରନ୍ତୁ, ତହିଁରେ ସେମାନେ ତୁମ୍ଭର ପ୍ରମାଣ ବାକ୍ୟ ଜ୍ଞାତସାର ହେବେ । 80 ମୁଁ ଯେପରି ଲଜ୍ଜିତ ନୋହିବି, ଏଥିପାଇଁ ତୁମ୍ଭ ବିଧିସବୁରେ ମୋʼ ଅନ୍ତଃକରଣ ସିଦ୍ଧ ହେଉ । କଫ୍ । 81 ତୁମ୍ଭ ପରିତ୍ରାଣ ପାଇଁ ମୋʼ ପ୍ରାଣ କ୍ଷୀଣ ହୁଏ; ମାତ୍ର ମୁଁ ତୁମ୍ଭ ବାକ୍ୟରେ ଭରସା ରଖେ । 82 ତୁମ୍ଭେ କେବେ ମୋତେ ସାନ୍ତ୍ଵନା କରିବ? ଏହା କହି କହି ତୁମ୍ଭ ବାକ୍ୟ ପାଇଁ ମୋହର ଚକ୍ଷୁ କ୍ଷୀଣ ହୁଏ । 83 କାରଣ ମୁଁ ଧୂମସ୍ଥିତ କୁମ୍ପା ତୁଲ୍ୟ ହୋଇଅଛି । ତଥାପି ମୁଁ ତୁମ୍ଭର ବିଧିସବୁ ପାସୋରୁ ନାହିଁ । 84 ତୁମ୍ଭ ଦାସର ଦିନ କେତେ? ତୁମ୍ଭେ କେବେ ମୋʼ ତାଡ଼ନାକାରୀମାନଙ୍କର ବିଚାର କରିବ? 85 ଅହଙ୍କାରୀମାନେ ମୋʼ ପାଇଁ ଗର୍ତ୍ତ ଖୋଳିଅଛନ୍ତି, ସେମାନେ ତୁମ୍ଭ ବ୍ୟବସ୍ଥାର ଅନୁଗାମୀ ନୁହନ୍ତି । 86 ତୁମ୍ଭର ଆଜ୍ଞାସବୁ ବିଶ୍ଵସନୀୟ; ସେମାନେ ଅନ୍ୟାୟରେ ମୋତେ ତାଡ଼ନା କରନ୍ତି; ତୁମ୍ଭେ ମୋହର ସାହାଯ୍ୟ କର । 87 ସେମାନେ ପୃଥିବୀରେ ମୋତେ ପ୍ରାୟ ବିନାଶ କରିଥିଲେ; ମାତ୍ର ମୁଁ ତୁମ୍ଭର ବିଧାନସବୁ ତ୍ୟାଗ କଲି ନାହିଁ । 88 ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାନୁସାରେ ମୋତେ ସଚେତ କର; ତହୁଁ ମୁଁ ତୁମ୍ଭ ମୁଖର ପ୍ରମାଣ-ବାକ୍ୟ ପାଳନ କରିବି । ଲାମଦ୍ । 89 ହେ ସଦାପ୍ରଭୋ, ତୁମ୍ଭ ବାକ୍ୟ ଅନନ୍ତକାଳ ନିମନ୍ତେ ସ୍ଵର୍ଗରେ ସଂସ୍ଥାପିତ ଅଛି । 90 ତୁମ୍ଭର ବିଶ୍ଵସ୍ତତା ପୁରୁଷାନୁକ୍ରମରେ ସ୍ଥାୟୀ; ତୁମ୍ଭେ ପୃଥିବୀକି ସଂସ୍ଥାପନ କରିଅଛ ଓ ତାହା ସୁସ୍ଥିର ଥାଏ । 91 ତୁମ୍ଭ ଶାସନାନୁସାରେ ଅଦ୍ୟାପି ସକଳ ସୁସ୍ଥିର; କାରଣ ସମସ୍ତେ ତୁମ୍ଭର ଦାସ । 92 ତୁମ୍ଭର ବ୍ୟବସ୍ଥା ମୋହର ଆହ୍ଲାଦଜନକ ହୋଇ ନ ଥିଲେ, ମୁଁ ଆପଣା ଦୁଃଖରେ ବିନଷ୍ଟ ହୋଇଥାʼନ୍ତି । 93 ତୁମ୍ଭର ବିଧାନସବୁ ମୁଁ କେବେ ପାସୋରିବି ନାହିଁ; କାରଣ ତଦ୍ଦ୍ଵାରା ତୁମ୍ଭେ ମୋତେ ସଚେତ କରିଅଛ । 94 ମୋତେ ତ୍ରାଣ କର, ମୁଁ ତୁମ୍ଭର; କାରଣ ମୁଁ ତୁମ୍ଭର ବିଧାନସବୁ ଅନ୍ଵେଷଣ କରିଅଛି । 95 ଦୁଷ୍ଟମାନେ ମୋତେ ବିନାଶ କରିବା ପାଇଁ ଚାହିଁ ରହିଅଛନ୍ତି; ମାତ୍ର ମୁଁ ତୁମ୍ଭର ପ୍ରମାଣ-ବାକ୍ୟ ବିବେଚନା କରିବି । 96 ମୁଁ ସବୁ ସିଦ୍ଧିର ଅ; ଦେଖିଅଛି; ମାତ୍ର ତୁମ୍ଭର ଆଜ୍ଞା ଅତିଶୟ ପ୍ରଶସ୍ତ । ମେମ୍ । 97 ମୁଁ ତୁମ୍ଭର ବ୍ୟବସ୍ଥାକୁ କିପରି ପ୍ରିୟ ମଣେ । ତାହା ଦିନଯାକ ମୋହର ଧ୍ୟାନ । 98 ତୁମ୍ଭ ଆଜ୍ଞାସବୁ ମୋତେ ମୋʼ ଶତ୍ରୁଗଣଠାରୁ ଅଧିକ ଜ୍ଞାନବାନ କରେ; କାରଣ ତାହାସବୁ ନିରନ୍ତର ମୋʼ ସଙ୍ଗେ ଥାଏ । 99 ମୋହର ସମସ୍ତ ଗୁରୁ ଅପେକ୍ଷା ମୋʼ ବୁଦ୍ଧି ଅଧିକ; କାରଣ ତୁମ୍ଭର ପ୍ରମାଣ-ବାକ୍ୟସବୁ ମୋହର ଧ୍ୟାନ । 100 ମୁଁ ପ୍ରାଚୀନମାନଙ୍କ ଅପେକ୍ଷା ଅଧିକ ବୁଝେ । ଯେଣୁ ମୁଁ ତୁମ୍ଭର ବିଧାନସବୁ ପାଳନ କରିଅଛି । 101 ମୁଁ ଯେପରି ତୁମ୍ଭର ବାକ୍ୟ ପାଳନ କରିବି, ଏଥିପାଇଁ ପ୍ରତ୍ୟେକ କୁପଥରୁ ମୁଁ ଆପଣା ପାଦ ଅଟକାଇଅଛି । 102 ମୁଁ ତୁମ୍ଭ ଶାସନରୁ ବିମୁଖ ହୋଇ ନାହିଁ; କାରଣ ତୁମ୍ଭେ ମୋତେ ଶିକ୍ଷା ଦେଇଅଛ । 103 ମୋʼ ତୁଣ୍ତକୁ ତୁମ୍ଭ ବାକ୍ୟ କିପରି ମଧୁର! ହଁ, ମୋʼ ମୁଖକୁ ତାହା ମଧୁ ଅପେକ୍ଷା ମଧୁର! 104 ତୁମ୍ଭ ବିଧାନ ଦ୍ଵାରା ମୁଁ ବୁଦ୍ଧି ପ୍ରାପ୍ତ ହୁଏ; ଏଥିପାଇଁ ମୁଁ ପ୍ରତ୍ୟେକ ମିଥ୍ୟାପଥ ଘୃଣା କରେ । ନୂନ୍ । 105 ତୁମ୍ଭ ବାକ୍ୟ ମୋʼ ଚରଣ ପାଇଁ ପ୍ରଦୀପ ଓ ମୋʼ ପଥ ପାଇଁ ଆଲୁଅ ଅଟେ । 106 ମୁଁ ତୁମ୍ଭର ଧର୍ମମୟ ଶାସନସବୁ ପାଳିବା ପାଇଁ ଶପଥ କରିଅଛି ଓ ତାହା ସ୍ଥିର କରିଅଛି । 107 ମୁଁ ଅତ୍ୟ; ଦୁଃଖିତ ଅଛି; ହେ ସଦାପ୍ରଭୋ, ତୁମ୍ଭ ବାକ୍ୟାନୁସାରେ ମୋତେ ସଚେତ କର । 108 ହେ ସଦାପ୍ରଭୋ, ନିବେଦନ କରୁଅଛି, ମୋʼ ମୁଖର ସ୍ଵେଚ୍ଛାଦତ୍ତ ଉପହାର ଗ୍ରହଣ କର ଓ ତୁମ୍ଭର ଶାସନସବୁ ମୋତେ ଶିଖାଅ । 109 ମୋʼ ପ୍ରାଣ ନିରନ୍ତର ମୋʼ ହସ୍ତରେ ଥାଏ; ତେବେ ହେଁ ମୁଁ ତୁମ୍ଭ ବ୍ୟବସ୍ଥା ପାସୋରୁ ନାହିଁ । 110 ଦୁଷ୍ଟମାନେ ମୋʼ ପାଇଁ ଫାନ୍ଦ ପାତିଅଛନ୍ତି; ତଥାପି ମୁଁ ତୁମ୍ଭ ବିଧାନରୁ ବିପଥଗାମୀ ହେଲି ନାହିଁ । 111 ମୁଁ ତୁମ୍ଭ ପ୍ରମାଣ-ବାକ୍ୟସକଳକୁ ସଦାକାଳ ଅଧିକାର ରୂପେ ଗ୍ରହଣ କରିଅଛି; କାରଣ ତାହାସବୁ ମୋʼ ଚିତ୍ତର ଆହ୍ଲାଦଜନକ । 112 ମୁଁ ଶେଷ ପର୍ଯ୍ୟନ୍ତ ସର୍ବଦା ତୁମ୍ଭର ବିଧିସବୁ ପାଳନ କରିବା ପାଇଁ ଆପଣା ମନକୁ ପ୍ରବର୍ତ୍ତାଇଅଛି । ସାମକ୍ । 113 ମୁଁ ଦ୍ଵିମନାମାନଙ୍କୁ ଘୃଣା କରେ; ମାତ୍ର ତୁମ୍ଭ ବ୍ୟବସ୍ଥାକୁ ପ୍ରିୟ ଜ୍ଞାନ କରେ । 114 ତୁମ୍ଭେ ମୋʼ ଲୁଚିବାର ସ୍ଥାନ ଓ ମୋହର ଢାଲ; ମୁଁ ତୁମ୍ଭ ବାକ୍ୟରେ ଭରସା କରେ । 115 ହେ କୁକର୍ମକାରୀମାନେ, ମୁଁ ଯେପରି ଆପଣା ପରମେଶ୍ଵରଙ୍କ ଆଜ୍ଞାସବୁ ପାଳି ପାରିବି, ଏଥିପାଇଁ ମୋʼ ନିକଟରୁ ଦୂର ହୁଅ । 116 ମୁଁ ଯେପରି ବଞ୍ଚିବି, ଏଥିପାଇଁ ତୁମ୍ଭ ବାକ୍ୟାନୁସାରେ ମୋତେ ଧରି ରଖ ଓ ମୋʼ ଭରସା ବିଷୟରେ ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ । 117 ତୁମ୍ଭେ ମୋତେ ଧରି ରଖ, ତହିଁରେ ମୁଁ ଆପଦରହିତ ହେବି ଓ ତୁମ୍ଭ ବିଧିସବୁ ସର୍ବଦା ମାନ୍ୟ କରିବି । 118 ତୁମ୍ଭ ବିଧିରୁ ଭ୍ରାନ୍ତ ସମସ୍ତଙ୍କୁ ତୁମ୍ଭେ ତୁଚ୍ଛ ଜ୍ଞାନ କରିଅଛ; କାରଣ ସେମାନଙ୍କ ପ୍ରବଞ୍ଚନା ମିଥ୍ୟା । 119 ତୁମ୍ଭେ ପୃଥିବୀସ୍ଥ ଦୁଷ୍ଟସମସ୍ତଙ୍କୁ ଧାତୁର ଖାଦ ପରି ଦୂର କରିଥାଅ; ଏଣୁ ମୁଁ ତୁମ୍ଭ ପ୍ରମାଣ-ବାକ୍ୟକୁ ସ୍ନେହ କରେ । 120 ତୁମ୍ଭ ଭୟ ସକାଶୁ ମୋʼ ଶରୀର କମ୍ପିତ ହୁଏ ଓ ତୁମ୍ଭ ଶାସନ ବିଷୟରେ ମୁଁ ଭୀତ ହୁଏ । ଅଇନ୍ । 121 ମୁଁ ନ୍ୟାୟ ଓ ଧର୍ମାଚରଣ କରିଅଛି; ମୋʼ ଉପଦ୍ରବୀମାନଙ୍କ ହସ୍ତରେ ମୋତେ ସମର୍ପଣ କର ନାହିଁ । 122 ମଙ୍ଗଳ ନିମନ୍ତେ ଆପଣା ଦାସର ଲଗା ହୁଅ; ଅହଙ୍କାରୀମାନଙ୍କୁ ମୋʼ ପ୍ରତି ଉପଦ୍ରବ କରିବାକୁ ଦିଅ ନାହିଁ । 123 ତୁମ୍ଭର ପରିତ୍ରାଣ ଓ ତୁମ୍ଭର ଧର୍ମମୟ ବାକ୍ୟ ନିମନ୍ତେ ମୋହର ଚକ୍ଷୁ କ୍ଷୀଣ ହେଉଅଛି । 124 ତୁମ୍ଭ ଦୟାନୁସାରେ ଆପଣା ଦାସ ପ୍ରତି ବ୍ୟବହାର କର ଓ ତୁମ୍ଭର ବିଧି ମୋତେ ଶିଖାଅ । 125 ମୁଁ ତୁମ୍ଭର ଦାସ, ଯେପରି ମୁଁ ତୁମ୍ଭର ପ୍ରମାଣ-ବାକ୍ୟସକଳ ଜ୍ଞାତ ହେବି, ଏଥିପାଇଁ ମୋତେ ବୁଦ୍ଧି ଦିଅ । 126 ସଦାପ୍ରଭୁଙ୍କର କାର୍ଯ୍ୟ କରିବାର ସମୟ ଏହି; କାରଣ ଲୋକମାନେ ତୁମ୍ଭ ବ୍ୟବସ୍ଥା ବ୍ୟର୍ଥ କରିଅଛନ୍ତି । 127 ଏହେତୁ ମୁଁ ସୁବର୍ଣ୍ଣ ଓ ଶୁଦ୍ଧ ସୁବର୍ଣ୍ଣ ଅପେକ୍ଷା ତୁମ୍ଭ ଆଜ୍ଞାସମୂହକୁ ସ୍ନେହ କରେ । 128 ଏଣୁ ମୁଁ ସବୁ ବିଷୟରେ ତୁମ୍ଭର ସକଳ ବିଧାନ ଯଥାର୍ଥ ଜ୍ଞାନ କରେ ଓ ପ୍ରତ୍ୟେକ ମିଥ୍ୟାପଥ ଘୃଣା କରେ । ପେ । 129 ତୁମ୍ଭ ପ୍ରମାଣ-ବାକ୍ୟସକଳ ଆଶ୍ଚର୍ଯ୍ୟ; ଏଥିପାଇଁ ମୋʼ ପ୍ରାଣ ତାହାସବୁ ପାଳନ କରେ । 130 ତୁମ୍ଭ ବାକ୍ୟର ବିକାଶ ଆଲୁଅ ପ୍ରଦାନ କରେ; ତାହା ନିର୍ବୋଧକୁ ବୋଧ ଦିଏ । 131 ମୁଁ ତୁମ୍ଭ ଆଜ୍ଞାର ଆକାଂକ୍ଷାରେ ଆପଣା ମୁଖ ଫର୍ଚା କରି ଫିଟାଇ ପକାଇଲି । 132 ତୁମ୍ଭେ ଆପଣା ନାମର ପ୍ରେମକାରୀମାନଙ୍କ ପ୍ରତି ଯେପରି କରିଥାଅ, ସେପରି ମୋʼ ପ୍ରତି ଫେର ଓ ମୋତେ ଦୟା କର । 133 ତୁମ୍ଭ ବାକ୍ୟାନୁସାରେ ମୋʼ ପାଦଗତି ସଜାଡ଼ ଓ ମୋʼ ଉପରେ କୌଣସି ଅଧର୍ମକୁ ରାଜତ୍ଵ କରିବାକୁ ଦିଅ ନାହିଁ । 134 ମନୁଷ୍ୟର ଉପଦ୍ରବରୁ ମୋତେ ମୁକ୍ତ କର; ତହିଁରେ ମୁଁ ତୁମ୍ଭର ବିଧାନସବୁ ପାଳନ କରିବି । 135 ତୁମ୍ଭ ଦାସ ପ୍ରତି ଆପଣା ମୁଖ ପ୍ରସନ୍ନ କର ଓ ତୁମ୍ଭର ବିଧିସବୁ ମୋତେ ଶିଖାଅ । 136 ଲୋକମାନେ ତୁମ୍ଭର ବ୍ୟବସ୍ଥା ପାଳନ ନ କରିବାରୁ ମୋʼ ଚକ୍ଷୁରୁ ଜଳଧାରା ବହୁଅଛି । ସାଦେ । 137 ହେ ସଦାପ୍ରଭୋ, ତୁମ୍ଭେ ଧର୍ମମୟ ଓ ତୁମ୍ଭର ଶାସନସକଳ ସରଳ । 138 ତୁମ୍ଭେ ଧର୍ମରେ ଓ ଅତି ବିଶ୍ଵସ୍ତତାରେ ଆପଣା ପ୍ରମାଣ-ବାକ୍ୟସବୁ ଆଜ୍ଞା କରିଅଛ । 139 ମୋହର ଉଦ୍ଯୋଗ ମୋତେ ଗ୍ରାସ କରିଅଛି, କାରଣ ମୋହର ବିପକ୍ଷଗଣ ତୁମ୍ଭର ବାକ୍ୟସବୁ ପାସୋରି ଅଛନ୍ତି । 140 ତୁମ୍ଭର ବାକ୍ୟ ଅତ୍ୟ; ନିର୍ମଳ; ତହିଁ ପାଇଁ ତୁମ୍ଭ ଦାସ ତାହା ସ୍ନେହ କରେ । 141 ମୁଁ କ୍ଷୁଦ୍ର ଓ ତୁଚ୍ଛୀକୃତ; ତଥାପି ମୁଁ ତୁମ୍ଭର ବିଧାନସବୁ ପାସୋରୁ ନାହିଁ । 142 ତୁମ୍ଭର ଧର୍ମ ଅନନ୍ତକାଳସ୍ଥାୟୀ ଧର୍ମ ଓ ତୁମ୍ଭର ବ୍ୟବସ୍ଥା ସତ୍ୟ । 143 କ୍ଳେଶ ଓ ଯନ୍ତ୍ରଣା ମୋତେ ଆକ୍ରମଣ କରିଅଛି; ତେବେ ହେଁ ତୁମ୍ଭର ଆଜ୍ଞାସମୂହ ମୋହର ଆହ୍ଲାଦଜନକ । 144 ତୁମ୍ଭର ପ୍ରମାଣ-ବାକ୍ୟସକଳ ସଦାକାଳ ଧର୍ମମୟ; ମୋତେ ବୁଦ୍ଧି ପ୍ରଦାନ କର, ତହିଁରେ ମୁଁ ବଞ୍ଚିବି । କଫ । 145 ମୁଁ ସର୍ବାନ୍ତଃକରଣରେ ପ୍ରାର୍ଥନା କରିଅଛି; ହେ ସଦାପ୍ରଭୋ, ମୋତେ ଉତ୍ତର ଦିଅ; ମୁଁ ତୁମ୍ଭର ବିଧି ପାଳନ କରିବି । 146 ମୁଁ ତୁମ୍ଭ ନିକଟରେ ପ୍ରାର୍ଥନା କରିଅଛି; ମୋତେ ତ୍ରାଣ କର, ତହିଁରେ ମୁଁ ତୁମ୍ଭର ପ୍ରମାଣ-ବାକ୍ୟସବୁ ମାନିବି । 147 ମୁଁ ଅରୁଣୋଦୟ ପୂର୍ବେ ଆର୍ତ୍ତନାଦ କଲି; ମୁଁ ତୁମ୍ଭ ବାକ୍ୟରେ ଭରସା ରଖିଲି । 148 ମୁଁ ଯେପରି ତୁମ୍ଭ ବାକ୍ୟ ଧ୍ୟାନ କରିବି, ଏଥିପାଇଁ ରାତ୍ରିର ପ୍ରତ୍ୟେକ ପ୍ରହର ପୂର୍ବେ ମୋହର ଚକ୍ଷୁ ପ୍ରସ୍ତୁତ ହେଲା । 149 ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଅନୁସାରେ ମୋହର ରବ ଶୁଣ; ହେ ସଦାପ୍ରଭୋ, ଆପଣା ଶାସନାନୁସାରେ ମୋତେ ସଚେତ କର । 150 ଦୁଷ୍ଟତାର ଅନୁଗାମୀ ଲୋକମାନେ ନିକଟକୁ ଆସୁଅଛନ୍ତି; ସେମାନେ ତୁମ୍ଭ ବ୍ୟବସ୍ଥାରୁ ଦୂରବର୍ତ୍ତୀ । 151 ହେ ସଦାପ୍ରଭୋ, ତୁମ୍ଭେ ନିକଟବର୍ତ୍ତୀ ଓ ତୁମ୍ଭ ଆଜ୍ଞାସକଳ ସତ୍ୟ । 152 ମୁଁ ପୂର୍ବଠାରୁ ତୁମ୍ଭ ପ୍ରମାଣ-ବାକ୍ୟରୁ ଜାଣିଅଛି ଯେ, ତୁମ୍ଭେ ସଦାକାଳ ନିମନ୍ତେ ତାହା ସ୍ଥାପନ କରିଅଛ । ରେଶ୍ । 153 ମୋର କ୍ଲେଶ ବିବେଚନା କର ଓ ମୋତେ ଉଦ୍ଧାର କର; କାରଣ ମୁଁ ତୁମ୍ଭର ବ୍ୟବସ୍ଥା ପାସୋରୁ ନାହିଁ । 154 ତୁମ୍ଭେ ମୋହର ବିବାଦ ନିଷ୍ପତ୍ତି କର ଓ ମୋତେ ମୁକ୍ତ କର; ତୁମ୍ଭ ବାକ୍ୟାନୁସାରେ ମୋତେ ସଚେତ କର । 155 ପରିତ୍ରାଣ ଦୁଷ୍ଟମାନଙ୍କଠାରୁ ଦୂରରେ ଥାଏ; କାରଣ ସେମାନେ ତୁମ୍ଭର ବିଧିସବୁ ଅନୁସନ୍ଧାନ କରନ୍ତି ନାହିଁ । 156 ହେ ସଦାପ୍ରଭୋ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ବହୁବିଧ; ତୁମ୍ଭର ଶାସନାନୁସାରେ ମୋତେ ସଚେତ କର । 157 ମୋହର ତାଡ଼ନାକାରୀ ଓ ବିପକ୍ଷ ଅନେକ; ତଥାପି ମୁଁ ତୁମ୍ଭ ପ୍ରମାଣ-ବାକ୍ୟରୁ ବିମୁଖ ହୋଇ ନାହିଁ । 158 ମୁଁ ବିଶ୍ଵାସଘାତକମାନଙ୍କୁ ଦେଖି ଦୁଃଖିତ ହେଲି; କାରଣ ସେମାନେ ତୁମ୍ଭର ବାକ୍ୟ ମାନନ୍ତି ନାହିଁ । 159 ମୁଁ ତୁମ୍ଭ ବିଧାନସବୁ କିପରି ସ୍ନେହ କରେ, ଏହା ବିବେଚନା କର; ହେ ସଦାପ୍ରଭୋ, ତୁମ୍ଭ ସ୍ନେହପୂର୍ଣ୍ଣ କରୁଣାରେ ମୋତେ ସଚେତ କର । 160 ତୁମ୍ଭର ସମୁଦାୟ ବାକ୍ୟ ସତ୍ୟ ଓ ତୁମ୍ଭର ଧର୍ମମୟ ପ୍ରତ୍ୟେକ ଶାସନ ନିତ୍ୟସ୍ଥାୟୀ । ଶିନ୍ । 161 ଅଧିପତିମାନେ ଅକାରଣରେ ମୋତେ ତାଡ଼ନା କରିଅଛନ୍ତି; ମାତ୍ର ମୋହର ମନ ତୁମ୍ଭ ବାକ୍ୟରେ ଭୀତ ଥାଏ । 162 କେହି ପ୍ରଚୁର ଲୁଟଧନ ପାଇବା ପରି ମୁଁ ତୁମ୍ଭ ବାକ୍ୟରେ ଆନନ୍ଦ କରେ । 163 ମୁଁ ମିଥ୍ୟାକୁ ଘୃଣା ଓ ଅଶ୍ରଦ୍ଧା କରେ; ମାତ୍ର ତୁମ୍ଭ ବ୍ୟବସ୍ଥାକୁ ମୁଁ ସ୍ନେହ କରେ । 164 ତୁମ୍ଭର ଧର୍ମମୟ ଶାସନ ସକାଶୁ ମୁଁ ଦିନ ମଧ୍ୟରେ ସାତ ଥର ତୁମ୍ଭର ପ୍ରଶଂସା କରେ । 165 ତୁମ୍ଭ ବ୍ୟବସ୍ଥା ସ୍ନେହକାରୀମାନେ ମହାଶାନ୍ତି ପ୍ରାପ୍ତ ହୁଅନ୍ତି; ପୁଣି, ସେମାନଙ୍କର ଝୁଣ୍ଟିବାର କୌଣସି କାରଣ ଘଟେ ନାହିଁ । 166 ହେ ସଦାପ୍ରଭୋ, ମୁଁ ତୁମ୍ଭର ପରିତ୍ରାଣ ପାଇଁ ପ୍ରତ୍ୟାଶା କରିଅଛି, ଓ ତୁମ୍ଭର ଆଜ୍ଞାସବୁ ପାଳନ କରିଅଛି । 167 ମୋହର ପ୍ରାଣ ତୁମ୍ଭ ପ୍ରମାଣ-ବାକ୍ୟସବୁ ମାନିଅଛି ଓ ମୁଁ ତାହାସବୁ ଅତିଶୟ ସ୍ନେହ କରେ । 168 ମୁଁ ତୁମ୍ଭର ବିଧାନ ଓ ପ୍ରମାଣ-ବାକ୍ୟସବୁ ମାନିଅଛି । କାରଣ ମୋହର ସବୁ ଗତି ତୁମ୍ଭ ସମ୍ମୁଖରେ ଅଛି । ତୌ । 169 ହେ ସଦାପ୍ରଭୋ, ମୋହର କାକୁକ୍ତି ତୁମ୍ଭ ନିକଟରେ ଉପସ୍ଥିତ ହେଉ; ତୁମ୍ଭ ବାକ୍ୟାନୁସାରେ ମୋତେ ବୁଦ୍ଧି ପ୍ରଦାନ କର । 170 ମୋʼ ନିବେଦନ ତୁମ୍ଭ ସମ୍ମୁଖରେ ଉପସ୍ଥିତ ହେଉ; ତୁମ୍ଭ ବାକ୍ୟାନୁସାରେ ମୋତେ ଉଦ୍ଧାର କର । 171 ମୋହର ଓଷ୍ଠାଧର ପ୍ରଶଂସା ଉଚ୍ଚାରଣ କରୁ; କାରଣ ତୁମ୍ଭେ ଆପଣା ବିଧି ମୋତେ ଶିଖାଉଅଛ । 172 ମୋʼ ଜିହ୍ଵା ତୁମ୍ଭ ବାକ୍ୟ ବିଷୟ କୀର୍ତ୍ତନ କରୁ; କାରଣ ତୁମ୍ଭର ଆଜ୍ଞାସକଳ ଧର୍ମମୟ । 173 ମୋହର ସାହାଯ୍ୟାର୍ଥେ ତୁମ୍ଭର ହସ୍ତ ପ୍ରସ୍ତୁତ ହେଉ, କାରଣ ମୁଁ ତୁମ୍ଭର ବିଧାନସବୁ ମନୋନୀତ କରିଅଛି । 174 ହେ ସଦାପ୍ରଭୋ, ମୁଁ ତୁମ୍ଭ ପରିତ୍ରାଣର ଆକାଂକ୍ଷା କରିଅଛି; ପୁଣି, ତୁମ୍ଭର ବ୍ୟବସ୍ଥା ମୋହର ଆହ୍ଲାଦଜନକ । 175 ମୋହର ପ୍ରାଣ ଜୀବିତ ଥାଉ, ତହିଁରେ ତାହା ତୁମ୍ଭର ପ୍ରଶଂସା କରିବ ଓ ତୁମ୍ଭର ଶାସନସକଳ ମୋହର ସାହାଯ୍ୟ କରୁ । 176 ମୁଁ ହଜାମେଷ ପରି ବିପଥଗାମୀ ହୋଇଅଛି; ଆପଣା ଦାସକୁ ଖୋଜ; କାରଣ ମୁଁ ତୁମ୍ଭ ଆଜ୍ଞାସକଳ ପାସୋରୁ ନାହିଁ ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 119 / 150
Common Bible Languages
West Indian Languages
×

Alert

×

oriya Letters Keypad References