ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଗୀତସଂହିତା
1. ଆରୋହଣ-ଗୀତ; ଦାଉଦଙ୍କ ରଚିତ । ସଦାପ୍ରଭୁ ଯେବେ ଆମ୍ଭମାନଙ୍କର ସପକ୍ଷ ହୋଇ ନ ଥାଆନ୍ତେ,
2. ଲୋକମାନେ ଆମ୍ଭମାନଙ୍କ ପ୍ରତିକୂଳରେ ଉଠିଲା ବେଳେ, ସଦାପ୍ରଭୁ ଯେବେ ଆମ୍ଭମାନଙ୍କର ସପକ୍ଷ ହୋଇ ନ ଥାଆନ୍ତେ;
3. ତେବେ ଆମ୍ଭମାନଙ୍କ ବିରୁଦ୍ଧରେ ସେମାନଙ୍କ କୋପ ପ୍ରଜ୍ଵଳିତ ହେବା ବେଳେ ସେମାନେ ଆମ୍ଭମାନଙ୍କୁ ସଜୀବ ଗ୍ରାସ କରିଥାʼନ୍ତେ;
4. ତେବେ ଜଳରାଶି ଆମ୍ଭମାନଙ୍କୁ ମଗ୍ନ କରିଥାʼନ୍ତା, ସ୍ରୋତ ଆମ୍ଭମାନଙ୍କର ପ୍ରାଣ ଉପର ଦେଇ ଯାଇଥାʼନ୍ତା;
5. ତେବେ ଗର୍ବିତ ଜଳରାଶି ଆମ୍ଭମାନଙ୍କ ପ୍ରାଣ ଉପର ଦେଇ ଯାଇଥାʼନ୍ତା ।
6. ସଦାପ୍ରଭୁ ଧନ୍ୟ ହେଉନ୍ତୁ, ସେ ଆମ୍ଭମାନଙ୍କୁ ଭକ୍ଷ୍ୟ ସ୍ଵରୂପ ହେବା ପାଇଁ ସେମାନଙ୍କ ଦନ୍ତକୁ ଦେଇ ନାହାନ୍ତି ।
7. ବ୍ୟାଧର ଫାନ୍ଦରୁ ପକ୍ଷୀ ପରି ଆମ୍ଭମାନଙ୍କ ପ୍ରାଣ ରକ୍ଷା ପାଇଅଛି;
8. ଆକାଶ ଓ ପୃଥିବୀର ନିର୍ମାଣକର୍ତ୍ତା ସଦାପ୍ରଭୁଙ୍କ ନାମରେ ଆମ୍ଭମାନଙ୍କର ସାହାଯ୍ୟ ଥାଏ ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 124 / 150
1 ଆରୋହଣ-ଗୀତ; ଦାଉଦଙ୍କ ରଚିତ । ସଦାପ୍ରଭୁ ଯେବେ ଆମ୍ଭମାନଙ୍କର ସପକ୍ଷ ହୋଇ ନ ଥାଆନ୍ତେ, 2 ଲୋକମାନେ ଆମ୍ଭମାନଙ୍କ ପ୍ରତିକୂଳରେ ଉଠିଲା ବେଳେ, ସଦାପ୍ରଭୁ ଯେବେ ଆମ୍ଭମାନଙ୍କର ସପକ୍ଷ ହୋଇ ନ ଥାଆନ୍ତେ; 3 ତେବେ ଆମ୍ଭମାନଙ୍କ ବିରୁଦ୍ଧରେ ସେମାନଙ୍କ କୋପ ପ୍ରଜ୍ଵଳିତ ହେବା ବେଳେ ସେମାନେ ଆମ୍ଭମାନଙ୍କୁ ସଜୀବ ଗ୍ରାସ କରିଥାʼନ୍ତେ; 4 ତେବେ ଜଳରାଶି ଆମ୍ଭମାନଙ୍କୁ ମଗ୍ନ କରିଥାʼନ୍ତା, ସ୍ରୋତ ଆମ୍ଭମାନଙ୍କର ପ୍ରାଣ ଉପର ଦେଇ ଯାଇଥାʼନ୍ତା; 5 ତେବେ ଗର୍ବିତ ଜଳରାଶି ଆମ୍ଭମାନଙ୍କ ପ୍ରାଣ ଉପର ଦେଇ ଯାଇଥାʼନ୍ତା । 6 ସଦାପ୍ରଭୁ ଧନ୍ୟ ହେଉନ୍ତୁ, ସେ ଆମ୍ଭମାନଙ୍କୁ ଭକ୍ଷ୍ୟ ସ୍ଵରୂପ ହେବା ପାଇଁ ସେମାନଙ୍କ ଦନ୍ତକୁ ଦେଇ ନାହାନ୍ତି । 7 ବ୍ୟାଧର ଫାନ୍ଦରୁ ପକ୍ଷୀ ପରି ଆମ୍ଭମାନଙ୍କ ପ୍ରାଣ ରକ୍ଷା ପାଇଅଛି; 8 ଆକାଶ ଓ ପୃଥିବୀର ନିର୍ମାଣକର୍ତ୍ତା ସଦାପ୍ରଭୁଙ୍କ ନାମରେ ଆମ୍ଭମାନଙ୍କର ସାହାଯ୍ୟ ଥାଏ ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 124 / 150
×

Alert

×

Oriya Letters Keypad References