ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଆଦି ପୁସ୍ତକ
1. ଅନନ୍ତର ସମ୍ପୂର୍ଣ୍ଣ ଦୁଇ ବର୍ଷ ଶେଷରେ ଫାରୋ ଏହି ସ୍ଵପ୍ନ ଦେଖିଲେ; ଦେଖ, ସେ ନଦୀ କୂଳରେ ଠିଆ ହୋଇଅଛନ୍ତି ।
2. ଆଉ ଦେଖ, ନଦୀ ଭିତରୁ ସାତୋଟି ହୃଷ୍ଟପୁଷ୍ଟ ସୁନ୍ଦର ଗୋରୁ ଉଠି ନଳ-ତୃଣ ମଧ୍ୟରେ ଚରିବାକୁ ଲାଗିଲେ ।
3. ସେମାନଙ୍କ ଉତ୍ତାରେ ଦେଖ, ଅନ୍ୟସାତୁଟା କୃଶ ଓ କୁତ୍ସିତ ଗୋରୁ ନଦୀରୁ ଉଠି ନଦୀ ତଟରେ ସେହି ଗୋରୁମାନଙ୍କ ପାଖରେ ଠିଆ ହେଲେ ।
4. ତହିଁରେ ସେହି କୃଶ ଓ କୁତ୍ସିତ ଗୋରୁ ସେହି ସାତୋଟି ହୃଷ୍ଟପୁଷ୍ଟ ସୁନ୍ଦର ଗୋରୁଙ୍କୁ ଖାଇ ପକାଇଲେ । ଏପରି ସମୟରେ ଫାରୋଙ୍କର ନିଦ୍ରା ଭଙ୍ଗ ହେଲା ।
5. ତହିଁ ଉତ୍ତାରେ ସେ ନିଦ୍ରିତ ହୋଇ ଦ୍ଵିତୀୟ ଥର ସ୍ଵପ୍ନ ଦେଖିଲେ; ଗୋଟିଏ ଶଣ୍ତାରେ ସାତୋଟି ପରିପୁଷ୍ଟ ଓ ଉତ୍ତମ ଶିଷା ବାହାରିଲା ।
6. ସେମାନଙ୍କ ଉତ୍ତାରେ ପୂର୍ବୀୟ ବାୟୁରେ ଶୁଷ୍କ ଆଉ ସାତୁଟା କ୍ଷୀଣ ଶିଷା ଉତ୍ପନ୍ନ ହେଲା ।
7. ପୁଣି ସେହି ସାତୁଟା କ୍ଷୀଣ ଶିଷା ଏହି ସାତୋଟି ପରିପୁଷ୍ଟ ଓ ପୂର୍ଣ୍ଣ ଶିଷାକୁ ଗ୍ରାସ କଲା । ଏପରି ସମୟରେ ଫାରୋଙ୍କର ନିଦ୍ରା ଭଙ୍ଗ ହୁଅନ୍ତେ, ସ୍ଵପ୍ନମାତ୍ର ଜ୍ଞାନ ହେଲା ।
8. ପୁଣି ପ୍ରଭାତରେ ତାଙ୍କର ମନ ଉଦ୍ବିଗ୍ନ ହେଲା, ତହୁଁ ସେ ଲୋକ ପଠାଇ ମିସରଦେଶୀୟ ମନ୍ତ୍ରଜ୍ଞ ଓ ପଣ୍ତିତ ସମସ୍ତଙ୍କୁ ଡକାଇଲେ; ମାତ୍ର ଫାରୋ ସେମାନଙ୍କ ନିକଟରେ ଆପଣା ସ୍ଵପ୍ନର କଥା କହନ୍ତେ, ସେମାନଙ୍କ ମଧ୍ୟରୁ କେହି ଫାରୋଙ୍କୁ ତହିଁର ଅର୍ଥ କହି ପାରିଲେ ନାହିଁ ।
9. ସେତେବେଳେ ପ୍ରଧାନ ପାନପାତ୍ରବାହକ ଫାରୋଙ୍କ ଛାମୁରେ ନିବେଦନ କଲା, ଆଜି ମୁଁ ନିଜ ଅପରାଧ ସ୍ମରଣ କରୁଅଛି ।
10. ଫାରୋ ଆପଣା ଦାସ ମୋʼ ପ୍ରତି ଓ ପ୍ରଧାନ ସୂପକାର ପ୍ରତି କ୍ରୋଧାନ୍ଵିତ ହୋଇ ଆମ୍ଭମାନଙ୍କୁ ରକ୍ଷକ ସୈନ୍ୟାଧିପତିର କାରାଗାରରେ ବନ୍ଦ କରି ରଖିଥିଲେ ।
11. ତହିଁରେ ଆମ୍ଭେ ଦୁହେଁ ଏକ ରାତ୍ରିରେ ସ୍ଵପ୍ନ ଦେଖିଲୁ; ପୁଣି, ଦୁହିଁଙ୍କ ସ୍ଵପ୍ନର ଦୁଇପ୍ରକାର ଅର୍ଥ ହେଲା ।
12. ସେଠାରେ ଆମ୍ଭମାନଙ୍କ ସଙ୍ଗରେ ରକ୍ଷକ ସୈନ୍ୟାଧିପତିର ଦାସ ଜଣେ ଏବ୍ରୀୟ ଯୁବା ଥିଲା; ଆମ୍ଭେମାନେ ତାକୁ ସ୍ଵପ୍ନର କଥା କହନ୍ତେ, ସେ ଆମ୍ଭମାନଙ୍କୁ ତହିଁର ଅର୍ଥ କହିଲା, ପ୍ରତ୍ୟେକ ଜଣର ସ୍ଵପ୍ନାନୁସାରେ ଅର୍ଥ କହିଲା ।
13. ତହିଁରେ ସେ ଆମ୍ଭ ଦୁହିଁଙ୍କି ଯେରୂପ ଅର୍ଥ କହିଥିଲା, ତଦ୍ରୂପ ଘଟିଲା; ମୁଁ ପୂର୍ବ ପଦରେ ନିଯୁକ୍ତ ହେଲି ଓ ସେ ଫାଶୀ ପାଇଲା ।
14. ସେତେବେଳେ ଫାରୋ ଯୋଷେଫଙ୍କୁ ଡକାଇ ପଠାନ୍ତେ, ଲୋକମାନେ କାରାଗାରରୁ ତାଙ୍କୁ ଶୀଘ୍ର ଆଣିଲେ; ସେ କ୍ଷୌରକର୍ମ କରି ଓ ଉତ୍ତମ ବସ୍ତ୍ର ପିନ୍ଧି ଫାରୋଙ୍କ ଛାମୁରେ ଉପସ୍ଥିତ ହେଲେ ।
15. ତହୁଁ ଫାରୋ ଯୋଷେଫଙ୍କୁ କହିଲେ, ଆମ୍ଭେ ଗୋଟିଏ ସ୍ଵପ୍ନ ଦେଖିଅଛୁ, କେହି ତହିଁର ଅର୍ଥ କରି ପାରୁ ନାହାନ୍ତି; ମାତ୍ର ଆମ୍ଭେ ତୁମ୍ଭ ବିଷୟରେ ଶୁଣିଅଛୁ, ଯେ ତୁମ୍ଭେ ସ୍ଵପ୍ନ ଶୁଣିଲେ, ତହିଁର ଅର୍ଥ କରି ପାର ।
16. ତହିଁରେ ଯୋଷେଫ କହିଲେ, ତାହା ମୋହର ଆୟତ୍ତ ନୁହେଁ, ମାତ୍ର ପରମେଶ୍ଵର ଫାରୋଙ୍କୁ ମାଙ୍ଗଳିକ ଉତ୍ତର ଦେବେ ।
17. ତହୁଁ ଫାରୋ ଯୋଷେଫଙ୍କୁ କହିଲେ, ଆମ୍ଭ ସ୍ଵପ୍ନରେ, ଦେଖ, ଆମ୍ଭେ ନଦୀ ତଟରେ ଠିଆ ହୋଇଥିଲୁ ।
18. ତହିଁରେ ନଦୀ ଭିତରୁ ସାତୋଟି ହୃଷ୍ଟପୁଷ୍ଟ ସୁନ୍ଦର ଗୋରୁ ଉଠି ନଳ-ତୃଣ ମଧ୍ୟରେ ଚରିବାକୁ ଲାଗିଲେ ।
19. ଅନନ୍ତର ସେମାନଙ୍କ ଉତ୍ତାରେ ଆଉ ସାତୁଟା ଦୁର୍ବଳ ଅତି କୁତ୍ସିତ ଓ କୃଶାଙ୍ଗ ଗୋରୁ ଉଠି ଆସିଲେ; ଆମ୍ଭେ ସେମାନଙ୍କ ପରି କୁତ୍ସିତ ଗୋରୁ ସମୁଦାୟ ମିସର ଦେଶରେ କଦାପି ଦେଖି ନାହୁଁ ।
20. ପୁଣି, ସେହି କୃଶ କୁତ୍ସିତ ଗୋରୁ ପୂର୍ବର ହୃଷ୍ଟପୁଷ୍ଟ ସେହି ସାତୋଟି ଗୋରୁଙ୍କୁ ଖାଇ ପକାଇଲେ ।
21. ମାତ୍ର ଖାଇଲା ଉତ୍ତାରେ ସେମାନଙ୍କ ପେଟ ଖାଇଲା ପରି ଜଣାଗଲା ନାହିଁ; ସେମାନେ ପୂର୍ବ ପରି କୁତ୍ସିତ ରହିଲେ । ଏପରି ସମୟରେ ଆମ୍ଭର ନିଦ୍ରା ଭଙ୍ଗ ହେଲା ।
22. ଅନନ୍ତର ଆମ୍ଭେ ସ୍ଵପ୍ନରେ ଦେଖିଲୁ ଯେ, ଦେଖ, ଗୋଟିଏ ଶଣ୍ତାରେ ସାତୋଟି ପୂର୍ଣ୍ଣ ଓ ଉତ୍ତମ ଶିଷା ବାହାରିଲା ।
23. ତହିଁ ଉତ୍ତାରୁ ପୂର୍ବୀୟ ବାୟୁରେ ଶୁଷ୍କ, କ୍ଷୀଣ ଓ ମ୍ଳାନ ସାତୁଟା ଶିଷା ଉତ୍ପନ୍ନ ହେଲା ।
24. ପୁଣି ସେହି କ୍ଷୀଣ ଶିଷା, ସେହି ଉତ୍ତମ ସାତ ଶିଷାକୁ ଗ୍ରାସ କଲା । ଏହି ସ୍ଵପ୍ନ ଆମ୍ଭେ ମନ୍ତ୍ରଜ୍ଞମାନଙ୍କୁ କହିଲୁ, ମାତ୍ର କେହି ଏଥିର ଅର୍ଥ ଆମ୍ଭକୁ କହି ପାରିଲେ ନାହିଁ ।
25. ତେବେ ଯୋଷେଫ ଫାରୋଙ୍କୁ କହିଲେ, ଫାରୋଙ୍କର ସ୍ଵପ୍ନ ଏକ; ପରମେଶ୍ଵର ଯାହା କରିବାକୁ ଉଦ୍ୟତ, ତାହା ଫାରୋଙ୍କ ପ୍ରତି ପ୍ରକାଶ କରିଅଛନ୍ତି ।
26. ସେହି ସାତୋଟି ଉତ୍ତମ ଗୋରୁ ସାତ ବର୍ଷ ସ୍ଵରୂପ, ପୁଣି, ସେହି ସାତୋଟି ଉତ୍ତମ ଶିଷା ମଧ୍ୟ ସାତ ବର୍ଷ ସ୍ଵରୂପ, ସ୍ଵପ୍ନ ଏକମାତ୍ର ।
27. ତହିଁ ପଶ୍ଚାତ୍ ଉତ୍ଥିତ ସେହି ସାତୁଟା କୃଶ କୁତ୍ସିତ ଗୋରୁ ସାତ ବର୍ଷ ସ୍ଵରୂପ; ଆଉ ପୂର୍ବୀୟ ବାୟୁରେ ଶୁଷ୍କ ସାତୁଟା ଶିଷା ମଧ୍ୟ ଦୁର୍ଭିକ୍ଷର ସାତ ବର୍ଷ ସ୍ଵରୂପ ।
28. ମୁଁ ଫାରୋଙ୍କୁ କହିଅଛି- ପରମେଶ୍ଵର ଯାହା କରିବାକୁ ଉଦ୍ୟତ, ତାହା ଫାରୋଙ୍କୁ ଦେଖାଇଛନ୍ତି ।
29. ଦେଖନ୍ତୁ, ସମସ୍ତ ମିସର ଦେଶରେ ସାତ ବର୍ଷ ମହା ସୁଭିକ୍ଷ ଆସୁଅଛି ।
30. ତହିଁ ପଛେ ସାତ ବର୍ଷ ଦୁର୍ଭିକ୍ଷ ପଡ଼ିବ; ସମସ୍ତ ସୁଭିକ୍ଷ ମିସର ଦେଶରୁ ବିସ୍ମୃତ ହେବ; ଦୁର୍ଭିକ୍ଷ ଦେଶକୁ ଧ୍ଵଂସ କରିବ ।
31. ପୁଣି ପଶ୍ଚାଦ୍ବର୍ତ୍ତୀ ଦୁର୍ଭିକ୍ଷ ହେତୁରୁ ଦେଶରେ ସୁଭିକ୍ଷ ଜଣା ପଡ଼ିବ ନାହିଁ; କାରଣ ତାହା ଅତି ଭାରୀ ହେବ ।
32. ଫାରୋ ଦୁଇଥର ସ୍ଵପ୍ନ ଦେଖିବାର ଭାବ ଏହି ଯେ, ପରମେଶ୍ଵରଙ୍କ ଦ୍ଵାରା ତାହା ନିଶ୍ଚିତ ହୋଇଅଛି, ପୁଣି ପରମେଶ୍ଵର ତାହା ଶୀଘ୍ର ଘଟାଇବେ ।
33. ଏଣୁକରି ଏବେ ଫାରୋ ଜଣେ ବୁଦ୍ଧିମାନ ଜ୍ଞାନୀ ପୁରୁଷ ଦେଖି ମିସର ଦେଶ ଉପରେ ନିଯୁକ୍ତ କରନ୍ତୁ ।
34. ଫାରୋ ଏହା କରନ୍ତୁ, ଆଉ ଦେଶରେ ଅଧ୍ୟକ୍ଷଗଣ ନିଯୁକ୍ତ କରି ସାତ ବର୍ଷ ସୁଭିକ୍ଷ ସମୟରେ ମିସର ଦେଶରୁ ଶସ୍ୟର ପଞ୍ଚମାଂଶ ଗ୍ରହଣ କରନ୍ତୁ ।
35. ଅର୍ଥାତ୍, ସେମାନେ ସେହି ଆଗାମୀ ଉତ୍ତମ ବର୍ଷର ସବୁ ଭକ୍ଷ୍ୟ ସଂଗ୍ରହ କରନ୍ତୁ, ପୁଣି ପ୍ରତି ନଗରରେ ଖାଦ୍ୟ ନିମନ୍ତେ ଫାରୋଙ୍କ ହସ୍ତାଧୀନରେ ଶସ୍ୟ ସଞ୍ଚୟ କରି ରକ୍ଷା କରନ୍ତୁ ।
36. ଏହିରୂପେ ମିସର ଦେଶରେ ଭବିଷ୍ୟତ ଦୁର୍ଭିକ୍ଷର ସାତ ବର୍ଷ ନିମନ୍ତେ ଦେଶର ନିର୍ବାହାର୍ଥେ ସେହି ଭକ୍ଷ୍ୟ ସଞ୍ଚିତ ଥିଲେ, ଦୁର୍ଭିକ୍ଷ ଦ୍ଵାରା ଦେଶ ଉଚ୍ଛିନ୍ନ ହେବ ନାହିଁ ।
37. ସେତେବେଳେ ଫାରୋଙ୍କର ଓ ତାଙ୍କର ଦାସମାନଙ୍କ ଦୃଷ୍ଟିରେ ଏହି କଥା ଉତ୍ତମ ବୋଧ ହେଲା ।
38. ତହିଁରେ ଫାରୋ ଆପଣା ଦାସମାନଙ୍କୁ କହିଲେ, ଆମ୍ଭେମାନେ କି ଏହାଙ୍କ ପରି ପୁରୁଷ ଆଉ ପାଇ ପାରିବା? ଏହାଙ୍କଠାରେ ପରମେଶ୍ଵରଙ୍କ ଆତ୍ମା ଅଛନ୍ତି ।
39. ତହୁଁ ଫାରୋ ଯୋଷେଫଙ୍କୁ କହିଲେ, ପରମେଶ୍ଵର ତୁମ୍ଭକୁ ଏସମସ୍ତ ଜଣାଇଛନ୍ତି, ଏଣୁ ତୁମ୍ଭ ପରି ବୁଦ୍ଧିମାନ ଓ ଜ୍ଞାନୀ କେହି ନାହିଁ;
40. ତୁମ୍ଭେ ଆମ୍ଭର ଗୃହାଧ୍ୟକ୍ଷ ହୁଅ; ଆମ୍ଭର ସମସ୍ତ ପ୍ରଜା ତୁମ୍ଭର ବାକ୍ୟ ଶିରୋଧାର୍ଯ୍ୟ କରିବେ, କେବଳ ସିଂହାସନରେ ଆମ୍ଭେ ତୁମ୍ଭଠାରୁ ବଡ଼ ଥିବା ।
41. ଫାରୋ ଯୋଷେଫଙ୍କୁ ଆହୁରି କହିଲେ, ଦେଖ, ଆମ୍ଭେ ତୁମ୍ଭକୁ ସମୁଦାୟ ମିସର ଦେଶ ଉପରେ ନିଯୁକ୍ତ କଲୁ ।
42. ଅନନ୍ତର ଫାରୋ ଆପଣା ହସ୍ତରୁ ନିଜ ସନ୍ତକ-ଅଙ୍ଗୁରୀୟ କାଢ଼ି ଯୋଷେଫଙ୍କ ହସ୍ତରେ ଦେଇ ତାଙ୍କୁ ସୂକ୍ଷ୍ମବସ୍ତ୍ର ପିନ୍ଧାଇ ତାଙ୍କ ଗଳାରେ ସୁବର୍ଣ୍ଣ ହାର ଦେଲେ ।
43. ପୁଣି, ତାଙ୍କୁ ଆପଣା ଦ୍ଵିତୀୟ ରଥରେ ଆରୋହଣ କରାଇଲେ; ଆଉ ଲୋକମାନେ ତାଙ୍କର ଆଗେ ଆଗେ ଅବ୍ରେକ୍ ଅବ୍ରେକ୍ (ଆଣ୍ଠୁପାତ ଆଣ୍ଠୁପାତ) ବୋଲି ଘୋଷଣା କଲେ । ଏହି ପ୍ରକାରେ ସେ ତାଙ୍କୁ ସମସ୍ତ ମିସର ଦେଶ ଉପରେ ନିଯୁକ୍ତ କଲେ ।
44. ଅନନ୍ତର ଫାରୋ ଯୋଷେଫଙ୍କୁ କହିଲେ, ଆମ୍ଭେ ଫାରୋ ଅଟୁ, ଏହେତୁ ତୁମ୍ଭ ଆଜ୍ଞା ବିନୁ ସମସ୍ତ ମିସର ଦେଶରେ କୌଣସି ଲୋକ ହାତ ଗୋଡ଼ ଉଠାଇ ପାରିବ ନାହିଁ ।
45. ପୁଣି ଫାରୋ ଯୋଷେଫଙ୍କର ନାମ ସାଫନତ୍-ପାନେହ (ଜଗତ୍ପାତା) ରଖିଲେ; ପୁଣି ଓନ୍ ନଗର ନିବାସୀ ପୋଟୀଫେର ନାମକ ଯାଜକର ଆସନତ୍ ନାମ୍ନୀ କନ୍ୟା ସହିତ ତାଙ୍କର ବିବାହ ଦେଲେ । ଅନନ୍ତର ଯୋଷେଫ ସମୁଦାୟ ମିସର ଦେଶରେ ଗମନାଗମନ କରିବାକୁ ଲାଗିଲେ ।
46. ଯୋଷେଫ ତିରିଶ ବର୍ଷ ବୟସ ସମୟରେ ମିସ୍ରୀୟ ରାଜା ଫାରୋଙ୍କ ଛାମୁରେ ଠିଆ ହୋଇଥିଲେ; ତଦନନ୍ତର ଯୋଷେଫ ଫାରୋଙ୍କ ନିକଟରୁ ପ୍ରସ୍ଥାନ କରି ମିସର ଦେଶର ସର୍ବତ୍ର ଭ୍ରମଣ କଲେ ।
47. ଏଥିଉତ୍ତାରୁ ସେହି ସୁଭିକ୍ଷର ସାତ ବର୍ଷ ଭୂମିରେ ଅପାର ଅପାର ଶସ୍ୟ ଉତ୍ପନ୍ନ ହେଲା ।
48. ଯୋଷେଫ ସେହି ସାତ ବର୍ଷରେ ମିସର ଦେଶରେ ଉତ୍ପନ୍ନ ସକଳ ଶସ୍ୟ ସଂଗ୍ରହ କରି ପ୍ରତି ନଗରରେ ସଞ୍ଚୟ କଲେ; ପୁଣି ଯେଉଁ ଯେଉଁ ନଗରର ଚାରିଆଡ଼ ଭୂମିରେ ଯେତେ ଶସ୍ୟ ଉତ୍ପନ୍ନ ହେଲା, ତାହା ସବୁ ସେହି ସେହି ନଗରରେ ସଞ୍ଚୟ କଲେ ।
49. ଏହି ପ୍ରକାରେ ଯୋଷେଫ ସମୁଦ୍ରର ବାଲି ପରି ଏତେ ବହୁଳ ଶସ୍ୟ ସଂଗ୍ରହ କଲେ ଯେ, ତାହା ଆଉ ମାପିଲେ ନାହିଁ; କାରଣ ତାହା ଅପରିମେୟ ଥିଲା ।
50. ଆଉ ଦୁର୍ଭିକ୍ଷ ବର୍ଷ ପୂର୍ବରେ ଯୋଷେଫଙ୍କର ଦୁଇପୁତ୍ର ଜାତ ହୋଇଥିଲେ, ଓନ୍ ନଗର ନିବାସୀ ପୋଟୀଫେର ଯାଜକର ଆସନତ୍ ନାମ୍ନୀ କନ୍ୟା ସେମାନଙ୍କୁ ଜନ୍ମ କରିଥିଲା ।
51. ତହିଁରେ ଯୋଷେଫ ଜ୍ୟେଷ୍ଠର ନାମ ମନଃଶି (ବିସ୍ମୃତି) ରଖିଲେ, କାରଣ ସେ କହିଲେ, ପରମେଶ୍ଵର ମୋହର ସମସ୍ତ କ୍ଳେଶର ଓ ନିଜ ପିତୃଗୃହର ବିସ୍ମୃତି ଜନ୍ମାଇ ଅଛନ୍ତି ।
52. ପୁଣି ଦ୍ଵିତୀୟ ପୁତ୍ରର ନାମ ଇଫ୍ରୟିମ (ଫଳବାନ) ରଖିଲେ, କାରଣ ସେ କହିଲେ, ମୋହର ଦୁଃଖଭୋଗର ଦେଶରେ ପରମେଶ୍ଵର ମୋତେ ଫଳବାନ କରିଅଛନ୍ତି ।
53. ଅନନ୍ତର ମିସର ଦେଶରେ ଘଟିତ ସୁଭିକ୍ଷର ସାତ ବର୍ଷ ଶେଷ ହେଲା ।
54. ପୁଣି ଯୋଷେଫଙ୍କ ବାକ୍ୟାନୁସାରେ ଦୁର୍ଭିକ୍ଷର ସାତ ବର୍ଷର ଆରମ୍ଭ ହେଲା; ତହିଁରେ ଅନ୍ୟ ସମସ୍ତ ଦେଶରେ ଦୁର୍ଭିକ୍ଷ ପଡ଼ିଲା, ମାତ୍ର ସମୁଦାୟ ମିସର ଦେଶରେ ଆହାର ଥିଲା ।
55. ପୁଣି, ସମୁଦାୟ ମିସର ଦେଶରେ ଦୁର୍ଭିକ୍ଷ ପଡ଼ନ୍ତେ, ପ୍ରଜାମାନେ ଆହାର ନିମନ୍ତେ ଫାରୋଙ୍କ ନିକଟରେ ଡକା ପକାଇଲେ; ତହିଁରେ ଫାରୋ ସମସ୍ତ ମିସ୍ରୀୟ ଲୋକଙ୍କୁ କହିଲେ, ତୁମ୍ଭେମାନେ ଯୋଷେଫ ନିକଟକୁ ଯାଅ; ସେ ଯାହା କହନ୍ତି, ତାହା କର ।
56. ସେତେବେଳେ ସର୍ବଦେଶରେ ଦୁର୍ଭିକ୍ଷ ହୁଅନ୍ତେ, ଯୋଷେଫ ସବୁ ସ୍ଥାନର ଗୋଲା ଫିଟାଇ ମିସ୍ରୀୟମାନଙ୍କୁ ଶସ୍ୟ ବିକ୍ରୟ କରିବାକୁ ଲାଗିଲେ; ତଥାପି ମିସର ଦେଶରେ ଦୁର୍ଭିକ୍ଷ ପ୍ରବଳ ହେଲା ।
57. ପୁଣି ସର୍ବଦେଶୀୟ ଲୋକମାନେ ମିସର ଦେଶରେ ଶସ୍ୟ କିଣିବା ପାଇଁ ଯୋଷେଫଙ୍କ ନିକଟକୁ ଆସିଲେ । ଯେହେତୁ ସବୁ ଦେଶରେ ଦୁର୍ଭିକ୍ଷ ପ୍ରବଳ ଥିଲା ।

ରେକର୍ଡଗୁଡିକ

Total 50 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 41 / 50
1 ଅନନ୍ତର ସମ୍ପୂର୍ଣ୍ଣ ଦୁଇ ବର୍ଷ ଶେଷରେ ଫାରୋ ଏହି ସ୍ଵପ୍ନ ଦେଖିଲେ; ଦେଖ, ସେ ନଦୀ କୂଳରେ ଠିଆ ହୋଇଅଛନ୍ତି । 2 ଆଉ ଦେଖ, ନଦୀ ଭିତରୁ ସାତୋଟି ହୃଷ୍ଟପୁଷ୍ଟ ସୁନ୍ଦର ଗୋରୁ ଉଠି ନଳ-ତୃଣ ମଧ୍ୟରେ ଚରିବାକୁ ଲାଗିଲେ । 3 ସେମାନଙ୍କ ଉତ୍ତାରେ ଦେଖ, ଅନ୍ୟସାତୁଟା କୃଶ ଓ କୁତ୍ସିତ ଗୋରୁ ନଦୀରୁ ଉଠି ନଦୀ ତଟରେ ସେହି ଗୋରୁମାନଙ୍କ ପାଖରେ ଠିଆ ହେଲେ । 4 ତହିଁରେ ସେହି କୃଶ ଓ କୁତ୍ସିତ ଗୋରୁ ସେହି ସାତୋଟି ହୃଷ୍ଟପୁଷ୍ଟ ସୁନ୍ଦର ଗୋରୁଙ୍କୁ ଖାଇ ପକାଇଲେ । ଏପରି ସମୟରେ ଫାରୋଙ୍କର ନିଦ୍ରା ଭଙ୍ଗ ହେଲା । 5 ତହିଁ ଉତ୍ତାରେ ସେ ନିଦ୍ରିତ ହୋଇ ଦ୍ଵିତୀୟ ଥର ସ୍ଵପ୍ନ ଦେଖିଲେ; ଗୋଟିଏ ଶଣ୍ତାରେ ସାତୋଟି ପରିପୁଷ୍ଟ ଓ ଉତ୍ତମ ଶିଷା ବାହାରିଲା । 6 ସେମାନଙ୍କ ଉତ୍ତାରେ ପୂର୍ବୀୟ ବାୟୁରେ ଶୁଷ୍କ ଆଉ ସାତୁଟା କ୍ଷୀଣ ଶିଷା ଉତ୍ପନ୍ନ ହେଲା । 7 ପୁଣି ସେହି ସାତୁଟା କ୍ଷୀଣ ଶିଷା ଏହି ସାତୋଟି ପରିପୁଷ୍ଟ ଓ ପୂର୍ଣ୍ଣ ଶିଷାକୁ ଗ୍ରାସ କଲା । ଏପରି ସମୟରେ ଫାରୋଙ୍କର ନିଦ୍ରା ଭଙ୍ଗ ହୁଅନ୍ତେ, ସ୍ଵପ୍ନମାତ୍ର ଜ୍ଞାନ ହେଲା । 8 ପୁଣି ପ୍ରଭାତରେ ତାଙ୍କର ମନ ଉଦ୍ବିଗ୍ନ ହେଲା, ତହୁଁ ସେ ଲୋକ ପଠାଇ ମିସରଦେଶୀୟ ମନ୍ତ୍ରଜ୍ଞ ଓ ପଣ୍ତିତ ସମସ୍ତଙ୍କୁ ଡକାଇଲେ; ମାତ୍ର ଫାରୋ ସେମାନଙ୍କ ନିକଟରେ ଆପଣା ସ୍ଵପ୍ନର କଥା କହନ୍ତେ, ସେମାନଙ୍କ ମଧ୍ୟରୁ କେହି ଫାରୋଙ୍କୁ ତହିଁର ଅର୍ଥ କହି ପାରିଲେ ନାହିଁ । 9 ସେତେବେଳେ ପ୍ରଧାନ ପାନପାତ୍ରବାହକ ଫାରୋଙ୍କ ଛାମୁରେ ନିବେଦନ କଲା, ଆଜି ମୁଁ ନିଜ ଅପରାଧ ସ୍ମରଣ କରୁଅଛି । 10 ଫାରୋ ଆପଣା ଦାସ ମୋʼ ପ୍ରତି ଓ ପ୍ରଧାନ ସୂପକାର ପ୍ରତି କ୍ରୋଧାନ୍ଵିତ ହୋଇ ଆମ୍ଭମାନଙ୍କୁ ରକ୍ଷକ ସୈନ୍ୟାଧିପତିର କାରାଗାରରେ ବନ୍ଦ କରି ରଖିଥିଲେ । 11 ତହିଁରେ ଆମ୍ଭେ ଦୁହେଁ ଏକ ରାତ୍ରିରେ ସ୍ଵପ୍ନ ଦେଖିଲୁ; ପୁଣି, ଦୁହିଁଙ୍କ ସ୍ଵପ୍ନର ଦୁଇପ୍ରକାର ଅର୍ଥ ହେଲା । 12 ସେଠାରେ ଆମ୍ଭମାନଙ୍କ ସଙ୍ଗରେ ରକ୍ଷକ ସୈନ୍ୟାଧିପତିର ଦାସ ଜଣେ ଏବ୍ରୀୟ ଯୁବା ଥିଲା; ଆମ୍ଭେମାନେ ତାକୁ ସ୍ଵପ୍ନର କଥା କହନ୍ତେ, ସେ ଆମ୍ଭମାନଙ୍କୁ ତହିଁର ଅର୍ଥ କହିଲା, ପ୍ରତ୍ୟେକ ଜଣର ସ୍ଵପ୍ନାନୁସାରେ ଅର୍ଥ କହିଲା । 13 ତହିଁରେ ସେ ଆମ୍ଭ ଦୁହିଁଙ୍କି ଯେରୂପ ଅର୍ଥ କହିଥିଲା, ତଦ୍ରୂପ ଘଟିଲା; ମୁଁ ପୂର୍ବ ପଦରେ ନିଯୁକ୍ତ ହେଲି ଓ ସେ ଫାଶୀ ପାଇଲା । 14 ସେତେବେଳେ ଫାରୋ ଯୋଷେଫଙ୍କୁ ଡକାଇ ପଠାନ୍ତେ, ଲୋକମାନେ କାରାଗାରରୁ ତାଙ୍କୁ ଶୀଘ୍ର ଆଣିଲେ; ସେ କ୍ଷୌରକର୍ମ କରି ଓ ଉତ୍ତମ ବସ୍ତ୍ର ପିନ୍ଧି ଫାରୋଙ୍କ ଛାମୁରେ ଉପସ୍ଥିତ ହେଲେ । 15 ତହୁଁ ଫାରୋ ଯୋଷେଫଙ୍କୁ କହିଲେ, ଆମ୍ଭେ ଗୋଟିଏ ସ୍ଵପ୍ନ ଦେଖିଅଛୁ, କେହି ତହିଁର ଅର୍ଥ କରି ପାରୁ ନାହାନ୍ତି; ମାତ୍ର ଆମ୍ଭେ ତୁମ୍ଭ ବିଷୟରେ ଶୁଣିଅଛୁ, ଯେ ତୁମ୍ଭେ ସ୍ଵପ୍ନ ଶୁଣିଲେ, ତହିଁର ଅର୍ଥ କରି ପାର । 16 ତହିଁରେ ଯୋଷେଫ କହିଲେ, ତାହା ମୋହର ଆୟତ୍ତ ନୁହେଁ, ମାତ୍ର ପରମେଶ୍ଵର ଫାରୋଙ୍କୁ ମାଙ୍ଗଳିକ ଉତ୍ତର ଦେବେ । 17 ତହୁଁ ଫାରୋ ଯୋଷେଫଙ୍କୁ କହିଲେ, ଆମ୍ଭ ସ୍ଵପ୍ନରେ, ଦେଖ, ଆମ୍ଭେ ନଦୀ ତଟରେ ଠିଆ ହୋଇଥିଲୁ । 18 ତହିଁରେ ନଦୀ ଭିତରୁ ସାତୋଟି ହୃଷ୍ଟପୁଷ୍ଟ ସୁନ୍ଦର ଗୋରୁ ଉଠି ନଳ-ତୃଣ ମଧ୍ୟରେ ଚରିବାକୁ ଲାଗିଲେ । 19 ଅନନ୍ତର ସେମାନଙ୍କ ଉତ୍ତାରେ ଆଉ ସାତୁଟା ଦୁର୍ବଳ ଅତି କୁତ୍ସିତ ଓ କୃଶାଙ୍ଗ ଗୋରୁ ଉଠି ଆସିଲେ; ଆମ୍ଭେ ସେମାନଙ୍କ ପରି କୁତ୍ସିତ ଗୋରୁ ସମୁଦାୟ ମିସର ଦେଶରେ କଦାପି ଦେଖି ନାହୁଁ । 20 ପୁଣି, ସେହି କୃଶ କୁତ୍ସିତ ଗୋରୁ ପୂର୍ବର ହୃଷ୍ଟପୁଷ୍ଟ ସେହି ସାତୋଟି ଗୋରୁଙ୍କୁ ଖାଇ ପକାଇଲେ । 21 ମାତ୍ର ଖାଇଲା ଉତ୍ତାରେ ସେମାନଙ୍କ ପେଟ ଖାଇଲା ପରି ଜଣାଗଲା ନାହିଁ; ସେମାନେ ପୂର୍ବ ପରି କୁତ୍ସିତ ରହିଲେ । ଏପରି ସମୟରେ ଆମ୍ଭର ନିଦ୍ରା ଭଙ୍ଗ ହେଲା । 22 ଅନନ୍ତର ଆମ୍ଭେ ସ୍ଵପ୍ନରେ ଦେଖିଲୁ ଯେ, ଦେଖ, ଗୋଟିଏ ଶଣ୍ତାରେ ସାତୋଟି ପୂର୍ଣ୍ଣ ଓ ଉତ୍ତମ ଶିଷା ବାହାରିଲା । 23 ତହିଁ ଉତ୍ତାରୁ ପୂର୍ବୀୟ ବାୟୁରେ ଶୁଷ୍କ, କ୍ଷୀଣ ଓ ମ୍ଳାନ ସାତୁଟା ଶିଷା ଉତ୍ପନ୍ନ ହେଲା । 24 ପୁଣି ସେହି କ୍ଷୀଣ ଶିଷା, ସେହି ଉତ୍ତମ ସାତ ଶିଷାକୁ ଗ୍ରାସ କଲା । ଏହି ସ୍ଵପ୍ନ ଆମ୍ଭେ ମନ୍ତ୍ରଜ୍ଞମାନଙ୍କୁ କହିଲୁ, ମାତ୍ର କେହି ଏଥିର ଅର୍ଥ ଆମ୍ଭକୁ କହି ପାରିଲେ ନାହିଁ । 25 ତେବେ ଯୋଷେଫ ଫାରୋଙ୍କୁ କହିଲେ, ଫାରୋଙ୍କର ସ୍ଵପ୍ନ ଏକ; ପରମେଶ୍ଵର ଯାହା କରିବାକୁ ଉଦ୍ୟତ, ତାହା ଫାରୋଙ୍କ ପ୍ରତି ପ୍ରକାଶ କରିଅଛନ୍ତି । 26 ସେହି ସାତୋଟି ଉତ୍ତମ ଗୋରୁ ସାତ ବର୍ଷ ସ୍ଵରୂପ, ପୁଣି, ସେହି ସାତୋଟି ଉତ୍ତମ ଶିଷା ମଧ୍ୟ ସାତ ବର୍ଷ ସ୍ଵରୂପ, ସ୍ଵପ୍ନ ଏକମାତ୍ର । 27 ତହିଁ ପଶ୍ଚାତ୍ ଉତ୍ଥିତ ସେହି ସାତୁଟା କୃଶ କୁତ୍ସିତ ଗୋରୁ ସାତ ବର୍ଷ ସ୍ଵରୂପ; ଆଉ ପୂର୍ବୀୟ ବାୟୁରେ ଶୁଷ୍କ ସାତୁଟା ଶିଷା ମଧ୍ୟ ଦୁର୍ଭିକ୍ଷର ସାତ ବର୍ଷ ସ୍ଵରୂପ । 28 ମୁଁ ଫାରୋଙ୍କୁ କହିଅଛି- ପରମେଶ୍ଵର ଯାହା କରିବାକୁ ଉଦ୍ୟତ, ତାହା ଫାରୋଙ୍କୁ ଦେଖାଇଛନ୍ତି । 29 ଦେଖନ୍ତୁ, ସମସ୍ତ ମିସର ଦେଶରେ ସାତ ବର୍ଷ ମହା ସୁଭିକ୍ଷ ଆସୁଅଛି । 30 ତହିଁ ପଛେ ସାତ ବର୍ଷ ଦୁର୍ଭିକ୍ଷ ପଡ଼ିବ; ସମସ୍ତ ସୁଭିକ୍ଷ ମିସର ଦେଶରୁ ବିସ୍ମୃତ ହେବ; ଦୁର୍ଭିକ୍ଷ ଦେଶକୁ ଧ୍ଵଂସ କରିବ । 31 ପୁଣି ପଶ୍ଚାଦ୍ବର୍ତ୍ତୀ ଦୁର୍ଭିକ୍ଷ ହେତୁରୁ ଦେଶରେ ସୁଭିକ୍ଷ ଜଣା ପଡ଼ିବ ନାହିଁ; କାରଣ ତାହା ଅତି ଭାରୀ ହେବ । 32 ଫାରୋ ଦୁଇଥର ସ୍ଵପ୍ନ ଦେଖିବାର ଭାବ ଏହି ଯେ, ପରମେଶ୍ଵରଙ୍କ ଦ୍ଵାରା ତାହା ନିଶ୍ଚିତ ହୋଇଅଛି, ପୁଣି ପରମେଶ୍ଵର ତାହା ଶୀଘ୍ର ଘଟାଇବେ । 33 ଏଣୁକରି ଏବେ ଫାରୋ ଜଣେ ବୁଦ୍ଧିମାନ ଜ୍ଞାନୀ ପୁରୁଷ ଦେଖି ମିସର ଦେଶ ଉପରେ ନିଯୁକ୍ତ କରନ୍ତୁ । 34 ଫାରୋ ଏହା କରନ୍ତୁ, ଆଉ ଦେଶରେ ଅଧ୍ୟକ୍ଷଗଣ ନିଯୁକ୍ତ କରି ସାତ ବର୍ଷ ସୁଭିକ୍ଷ ସମୟରେ ମିସର ଦେଶରୁ ଶସ୍ୟର ପଞ୍ଚମାଂଶ ଗ୍ରହଣ କରନ୍ତୁ । 35 ଅର୍ଥାତ୍, ସେମାନେ ସେହି ଆଗାମୀ ଉତ୍ତମ ବର୍ଷର ସବୁ ଭକ୍ଷ୍ୟ ସଂଗ୍ରହ କରନ୍ତୁ, ପୁଣି ପ୍ରତି ନଗରରେ ଖାଦ୍ୟ ନିମନ୍ତେ ଫାରୋଙ୍କ ହସ୍ତାଧୀନରେ ଶସ୍ୟ ସଞ୍ଚୟ କରି ରକ୍ଷା କରନ୍ତୁ । 36 ଏହିରୂପେ ମିସର ଦେଶରେ ଭବିଷ୍ୟତ ଦୁର୍ଭିକ୍ଷର ସାତ ବର୍ଷ ନିମନ୍ତେ ଦେଶର ନିର୍ବାହାର୍ଥେ ସେହି ଭକ୍ଷ୍ୟ ସଞ୍ଚିତ ଥିଲେ, ଦୁର୍ଭିକ୍ଷ ଦ୍ଵାରା ଦେଶ ଉଚ୍ଛିନ୍ନ ହେବ ନାହିଁ । 37 ସେତେବେଳେ ଫାରୋଙ୍କର ଓ ତାଙ୍କର ଦାସମାନଙ୍କ ଦୃଷ୍ଟିରେ ଏହି କଥା ଉତ୍ତମ ବୋଧ ହେଲା । 38 ତହିଁରେ ଫାରୋ ଆପଣା ଦାସମାନଙ୍କୁ କହିଲେ, ଆମ୍ଭେମାନେ କି ଏହାଙ୍କ ପରି ପୁରୁଷ ଆଉ ପାଇ ପାରିବା? ଏହାଙ୍କଠାରେ ପରମେଶ୍ଵରଙ୍କ ଆତ୍ମା ଅଛନ୍ତି । 39 ତହୁଁ ଫାରୋ ଯୋଷେଫଙ୍କୁ କହିଲେ, ପରମେଶ୍ଵର ତୁମ୍ଭକୁ ଏସମସ୍ତ ଜଣାଇଛନ୍ତି, ଏଣୁ ତୁମ୍ଭ ପରି ବୁଦ୍ଧିମାନ ଓ ଜ୍ଞାନୀ କେହି ନାହିଁ; 40 ତୁମ୍ଭେ ଆମ୍ଭର ଗୃହାଧ୍ୟକ୍ଷ ହୁଅ; ଆମ୍ଭର ସମସ୍ତ ପ୍ରଜା ତୁମ୍ଭର ବାକ୍ୟ ଶିରୋଧାର୍ଯ୍ୟ କରିବେ, କେବଳ ସିଂହାସନରେ ଆମ୍ଭେ ତୁମ୍ଭଠାରୁ ବଡ଼ ଥିବା । 41 ଫାରୋ ଯୋଷେଫଙ୍କୁ ଆହୁରି କହିଲେ, ଦେଖ, ଆମ୍ଭେ ତୁମ୍ଭକୁ ସମୁଦାୟ ମିସର ଦେଶ ଉପରେ ନିଯୁକ୍ତ କଲୁ । 42 ଅନନ୍ତର ଫାରୋ ଆପଣା ହସ୍ତରୁ ନିଜ ସନ୍ତକ-ଅଙ୍ଗୁରୀୟ କାଢ଼ି ଯୋଷେଫଙ୍କ ହସ୍ତରେ ଦେଇ ତାଙ୍କୁ ସୂକ୍ଷ୍ମବସ୍ତ୍ର ପିନ୍ଧାଇ ତାଙ୍କ ଗଳାରେ ସୁବର୍ଣ୍ଣ ହାର ଦେଲେ । 43 ପୁଣି, ତାଙ୍କୁ ଆପଣା ଦ୍ଵିତୀୟ ରଥରେ ଆରୋହଣ କରାଇଲେ; ଆଉ ଲୋକମାନେ ତାଙ୍କର ଆଗେ ଆଗେ ଅବ୍ରେକ୍ ଅବ୍ରେକ୍ (ଆଣ୍ଠୁପାତ ଆଣ୍ଠୁପାତ) ବୋଲି ଘୋଷଣା କଲେ । ଏହି ପ୍ରକାରେ ସେ ତାଙ୍କୁ ସମସ୍ତ ମିସର ଦେଶ ଉପରେ ନିଯୁକ୍ତ କଲେ । 44 ଅନନ୍ତର ଫାରୋ ଯୋଷେଫଙ୍କୁ କହିଲେ, ଆମ୍ଭେ ଫାରୋ ଅଟୁ, ଏହେତୁ ତୁମ୍ଭ ଆଜ୍ଞା ବିନୁ ସମସ୍ତ ମିସର ଦେଶରେ କୌଣସି ଲୋକ ହାତ ଗୋଡ଼ ଉଠାଇ ପାରିବ ନାହିଁ । 45 ପୁଣି ଫାରୋ ଯୋଷେଫଙ୍କର ନାମ ସାଫନତ୍-ପାନେହ (ଜଗତ୍ପାତା) ରଖିଲେ; ପୁଣି ଓନ୍ ନଗର ନିବାସୀ ପୋଟୀଫେର ନାମକ ଯାଜକର ଆସନତ୍ ନାମ୍ନୀ କନ୍ୟା ସହିତ ତାଙ୍କର ବିବାହ ଦେଲେ । ଅନନ୍ତର ଯୋଷେଫ ସମୁଦାୟ ମିସର ଦେଶରେ ଗମନାଗମନ କରିବାକୁ ଲାଗିଲେ । 46 ଯୋଷେଫ ତିରିଶ ବର୍ଷ ବୟସ ସମୟରେ ମିସ୍ରୀୟ ରାଜା ଫାରୋଙ୍କ ଛାମୁରେ ଠିଆ ହୋଇଥିଲେ; ତଦନନ୍ତର ଯୋଷେଫ ଫାରୋଙ୍କ ନିକଟରୁ ପ୍ରସ୍ଥାନ କରି ମିସର ଦେଶର ସର୍ବତ୍ର ଭ୍ରମଣ କଲେ । 47 ଏଥିଉତ୍ତାରୁ ସେହି ସୁଭିକ୍ଷର ସାତ ବର୍ଷ ଭୂମିରେ ଅପାର ଅପାର ଶସ୍ୟ ଉତ୍ପନ୍ନ ହେଲା । 48 ଯୋଷେଫ ସେହି ସାତ ବର୍ଷରେ ମିସର ଦେଶରେ ଉତ୍ପନ୍ନ ସକଳ ଶସ୍ୟ ସଂଗ୍ରହ କରି ପ୍ରତି ନଗରରେ ସଞ୍ଚୟ କଲେ; ପୁଣି ଯେଉଁ ଯେଉଁ ନଗରର ଚାରିଆଡ଼ ଭୂମିରେ ଯେତେ ଶସ୍ୟ ଉତ୍ପନ୍ନ ହେଲା, ତାହା ସବୁ ସେହି ସେହି ନଗରରେ ସଞ୍ଚୟ କଲେ । 49 ଏହି ପ୍ରକାରେ ଯୋଷେଫ ସମୁଦ୍ରର ବାଲି ପରି ଏତେ ବହୁଳ ଶସ୍ୟ ସଂଗ୍ରହ କଲେ ଯେ, ତାହା ଆଉ ମାପିଲେ ନାହିଁ; କାରଣ ତାହା ଅପରିମେୟ ଥିଲା । 50 ଆଉ ଦୁର୍ଭିକ୍ଷ ବର୍ଷ ପୂର୍ବରେ ଯୋଷେଫଙ୍କର ଦୁଇପୁତ୍ର ଜାତ ହୋଇଥିଲେ, ଓନ୍ ନଗର ନିବାସୀ ପୋଟୀଫେର ଯାଜକର ଆସନତ୍ ନାମ୍ନୀ କନ୍ୟା ସେମାନଙ୍କୁ ଜନ୍ମ କରିଥିଲା । 51 ତହିଁରେ ଯୋଷେଫ ଜ୍ୟେଷ୍ଠର ନାମ ମନଃଶି (ବିସ୍ମୃତି) ରଖିଲେ, କାରଣ ସେ କହିଲେ, ପରମେଶ୍ଵର ମୋହର ସମସ୍ତ କ୍ଳେଶର ଓ ନିଜ ପିତୃଗୃହର ବିସ୍ମୃତି ଜନ୍ମାଇ ଅଛନ୍ତି । 52 ପୁଣି ଦ୍ଵିତୀୟ ପୁତ୍ରର ନାମ ଇଫ୍ରୟିମ (ଫଳବାନ) ରଖିଲେ, କାରଣ ସେ କହିଲେ, ମୋହର ଦୁଃଖଭୋଗର ଦେଶରେ ପରମେଶ୍ଵର ମୋତେ ଫଳବାନ କରିଅଛନ୍ତି । 53 ଅନନ୍ତର ମିସର ଦେଶରେ ଘଟିତ ସୁଭିକ୍ଷର ସାତ ବର୍ଷ ଶେଷ ହେଲା । 54 ପୁଣି ଯୋଷେଫଙ୍କ ବାକ୍ୟାନୁସାରେ ଦୁର୍ଭିକ୍ଷର ସାତ ବର୍ଷର ଆରମ୍ଭ ହେଲା; ତହିଁରେ ଅନ୍ୟ ସମସ୍ତ ଦେଶରେ ଦୁର୍ଭିକ୍ଷ ପଡ଼ିଲା, ମାତ୍ର ସମୁଦାୟ ମିସର ଦେଶରେ ଆହାର ଥିଲା । 55 ପୁଣି, ସମୁଦାୟ ମିସର ଦେଶରେ ଦୁର୍ଭିକ୍ଷ ପଡ଼ନ୍ତେ, ପ୍ରଜାମାନେ ଆହାର ନିମନ୍ତେ ଫାରୋଙ୍କ ନିକଟରେ ଡକା ପକାଇଲେ; ତହିଁରେ ଫାରୋ ସମସ୍ତ ମିସ୍ରୀୟ ଲୋକଙ୍କୁ କହିଲେ, ତୁମ୍ଭେମାନେ ଯୋଷେଫ ନିକଟକୁ ଯାଅ; ସେ ଯାହା କହନ୍ତି, ତାହା କର । 56 ସେତେବେଳେ ସର୍ବଦେଶରେ ଦୁର୍ଭିକ୍ଷ ହୁଅନ୍ତେ, ଯୋଷେଫ ସବୁ ସ୍ଥାନର ଗୋଲା ଫିଟାଇ ମିସ୍ରୀୟମାନଙ୍କୁ ଶସ୍ୟ ବିକ୍ରୟ କରିବାକୁ ଲାଗିଲେ; ତଥାପି ମିସର ଦେଶରେ ଦୁର୍ଭିକ୍ଷ ପ୍ରବଳ ହେଲା । 57 ପୁଣି ସର୍ବଦେଶୀୟ ଲୋକମାନେ ମିସର ଦେଶରେ ଶସ୍ୟ କିଣିବା ପାଇଁ ଯୋଷେଫଙ୍କ ନିକଟକୁ ଆସିଲେ । ଯେହେତୁ ସବୁ ଦେଶରେ ଦୁର୍ଭିକ୍ଷ ପ୍ରବଳ ଥିଲା ।
Total 50 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 41 / 50
×

Alert

×

Oriya Letters Keypad References