ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଆୟୁବ ପୁସ୍ତକ
1. ଏଥି ଉତ୍ତାରେ ଆୟୁବ ମୁଖ ଫିଟାଇ ଆପଣା ଜନ୍ମଦିନକୁ ଶାପ ଦେଲା ।
2. ପୁଣି, ଆୟୁବ ଉତ୍ତର କରି କହିଲା;
3. ଯେଉଁ ଦିନ ମୁଁ ଜାତ ହେଲି ଓ ପୁତ୍ରସନ୍ତାନ ଗର୍ଭସ୍ଥ ହେଲା ବୋଲି ଯେଉଁ ରାତ୍ରି କହିଲା, ତାହା ଲୁପ୍ତ ହେଉ;
4. ସେ ଦିନ ଅନ୍ଧକାରମୟ ହେଉ; ପରମେଶ୍ଵର ଊର୍ଦ୍ଧ୍ଵରୁ ତହିଁର ତତ୍ତ୍ଵ ନ କରନ୍ତୁ, କିଅବା ତହିଁ ଉପରେ ଦୀପ୍ତି ପ୍ରକାଶ ନ ପାଉ ।
5. ଅନ୍ଧକାର ଓ ମୃତ୍ୟୁଚ୍ଛାୟା ତାହାକୁ ଆପଣାର ବୋଲି ଦାବି କରନ୍ତୁ; ମେଘ ତହିଁ ଉପରେ ଅବସ୍ଥାନ କରୁ; ଦିବସ ଅନ୍ଧକାରକାରୀ ସମସ୍ତେ ତାହାର ତ୍ରାସ ଜନ୍ମାଉନ୍ତୁ ।
6. ନିବିଡ଼ ଅନ୍ଧକାର ସେହି ରାତ୍ରିକି ଆକ୍ରମଣ କରୁ; ତାହା ବର୍ଷର ଦିବସଶ୍ରେଣୀ ମଧ୍ୟରେ ଆନନ୍ଦ ନ କରୁ; ତାହା ମାସସଂଖ୍ୟା ମଧ୍ୟରେ ନ ଆସୁ ।
7. ଦେଖ, ସେହି ରାତ୍ରି ବନ୍ଧ୍ୟା ହେଉ; ତହିଁ ମଧ୍ୟରେ କୌଣସି ଆନନ୍ଦର ସ୍ଵର ପ୍ରବେଶ ନ କରୁ ।
8. ଯେଉଁମାନେ ଦିବସକୁ ଶାପ ଦିଅନ୍ତି, ଯେଉଁମାନେ ଲିବିୟାଥନକୁ ଜଗାଇବାକୁ ନିପୁଣ, ସେମାନେ ତାହାକୁ ଶାପ ଦେଉନ୍ତୁ ।
9. ତହିଁର ସନ୍ଧ୍ୟାକାଳୀନ ନକ୍ଷତ୍ରଗଣ ଅନ୍ଧକାରମୟ ହେଉ; ସେ ଦୀପ୍ତିର ଅପେକ୍ଷା କରୁ, ମାତ୍ର କିଛି ନ ପାଉ; କିଅବା ସେ ଅରୁଣର ନେତ୍ରପଲକ ଦର୍ଶନ ନ କରୁ;
10. କାରଣ ସେ ମୋʼ ମାତୃଗର୍ଭର କବାଟ ରୁଦ୍ଧ କଲା ନାହିଁ, କିଅବା ଦୁଃଖକୁ ମୋର ଦୃଷ୍ଟିରୁ ଗୁପ୍ତ କଲା ନାହିଁ ।
11. ମୁଁ କାହିଁକି ଗର୍ଭରୁ ମଲି ନାହିଁ? ଉଦରରୁ ପଡ଼ିବାମାତ୍ର କାହିଁକି ମୁଁ ପ୍ରାଣତ୍ୟାଗ କଲି ନାହିଁ?
12. ଜାନୁଯୁଗଳ କାହିଁକି ମୋତେ ଗ୍ରହଣ କଲା? ଅବା ମୋହର ପାନ ନିମନ୍ତେ ସ୍ତନ୍ୟ କାହିଁକି ପ୍ରସ୍ତୁତ ଥିଲା?
13. ତାହା ହୋଇ ନ ଥିଲେ, ମୁଁ ଏବେ ଶୟନ କରି ଶାନ୍ତିରେ ଥାʼନ୍ତି; ମୁଁ ନିଦ୍ରିତ ହୋଇ ବିଶ୍ରାମରେ ଥାʼନ୍ତି;
14. ଯେଉଁମାନେ ଆପଣାମାନଙ୍କ ନିମନ୍ତେ ଉଜାଡ଼ ସ୍ଥାନ ନିର୍ମାଣ କରିଥିଲେ, ଏପରି ରାଜା ଓ ପୃଥିବୀର ମନ୍ତ୍ରୀଗଣ ସହିତ ଥାʼନ୍ତି;
15. ଯେଉଁମାନେ ରୂପାରେ ଆପଣାମାନଙ୍କ ଗୃହ ପରିପୂର୍ଣ୍ଣ କରିଥିଲେ, ଏପରି ସ୍ଵର୍ଣ୍ଣାଧିକାରୀ ଅଧିପତିମାନଙ୍କ ସଙ୍ଗେ ଥାʼନ୍ତି;
16. ଅବା ମୁଁ ଗୁପ୍ତ ଗର୍ଭସ୍ରାବ ତୁଲ୍ୟ ପ୍ରାଣହୀନ ହୋଇ ଥାʼନ୍ତି; ଯେଉଁମାନେ କେବେ ଆଲୁଅ ଦର୍ଶନ କଲେ ନାହିଁ, ଏପରି ଶିଶୁ ତୁଲ୍ୟ ହୋଇଥାʼନ୍ତି ।
17. ସେସ୍ଥାନରେ ଦୁଷ୍ଟଗଣ କ୍ଳେଶ ଦେବାରୁ ନିବୃତ୍ତ ଓ ସେ ସ୍ଥାନରେ ପରିଶ୍ରା; ବିଶ୍ରାମପ୍ରାପ୍ତ ।
18. ସେସ୍ଥାନରେ ବନ୍ଦୀଗଣ ଏକତ୍ର ଆରାମରେ ଅଛନ୍ତି; ସେମାନେ କାର୍ଯ୍ୟଶାସକର ରବ ଶୁଣନ୍ତି ନାହିଁ ।
19. ସେଠାରେ ସାନ ଓ ବଡ଼ ଅଛନ୍ତି; ପୁଣି, ଦାସ ଆପଣା କର୍ତ୍ତାଠାରୁ ମୁକ୍ତ ଅଟେ ।
20. ଦୁଃଖଗ୍ରସ୍ତ ଲୋକକୁ କାହିଁକି ଦୀପ୍ତି ଦିଆଯାଏ ଓ ତିକ୍ତପ୍ରାଣକୁ କାହିଁକି ଜୀବନ ଦିଆଯାଏ;
21. ସେମାନେ ମରଣ ଆକାଂକ୍ଷା କରନ୍ତି, ମାତ୍ର ତାହା ଆସେ ନାହିଁ; ସେମାନେ ପୋତା-ଧନ ଅପେକ୍ଷା ତହିଁ ପାଇଁ ଅଧିକ ଖୋଳନ୍ତି;
22. ସେମାନେ କବର ପାଇ ପାରିଲେ ଆହ୍ଲାଦ କରନ୍ତି, ମହାନନ୍ଦରେ ଉଲ୍ଲସିତ ହୁଅନ୍ତି?
23. ଯାହାର ପଥ ଗୁପ୍ତ ଓ ଯାହାର ଚତୁର୍ଦ୍ଦିଗରେ ପରମେଶ୍ଵର ବାଡ଼ ଦେଇଅଛନ୍ତି, ଏପରି ଲୋକକୁ କିହେତୁ ଦୀପ୍ତି ଦିଆଯାଏ?
24. କାରଣ ମୁଁ ଭୋଜନ କରିବା ପୂର୍ବେ ମୋହର ହାହାକାର ଆସେ, ମୋହର ଗର୍ଜ୍ଜନ ଜଳ ତୁଲ୍ୟ ଢଳାଯାଏ ।
25. ଯେଣୁ ମୁଁ ଯାହା ଭୟ କରେ, ତାହାହିଁ ମୋʼ ପ୍ରତି ଘଟେ, ଆଉ ମୁଁ ଯହିଁ ବିଷୟରେ ଭୀତ, ତାହା ହିଁ ମୋʼ ନିକଟରେ ଉପସ୍ଥିତ ହୁଏ ।
26. ମୁଁ ଆରାମରେ କି ଶାନ୍ତିରେ ନାହିଁ, କିଅବା ମୋହର ବିଶ୍ରାମ ନାହିଁ; କେବଳ କ୍ଳେଶ ଘଟୁଅଛି ।
Total 42 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 3 / 42
1 ଏଥି ଉତ୍ତାରେ ଆୟୁବ ମୁଖ ଫିଟାଇ ଆପଣା ଜନ୍ମଦିନକୁ ଶାପ ଦେଲା । 2 ପୁଣି, ଆୟୁବ ଉତ୍ତର କରି କହିଲା; 3 ଯେଉଁ ଦିନ ମୁଁ ଜାତ ହେଲି ଓ ପୁତ୍ରସନ୍ତାନ ଗର୍ଭସ୍ଥ ହେଲା ବୋଲି ଯେଉଁ ରାତ୍ରି କହିଲା, ତାହା ଲୁପ୍ତ ହେଉ; 4 ସେ ଦିନ ଅନ୍ଧକାରମୟ ହେଉ; ପରମେଶ୍ଵର ଊର୍ଦ୍ଧ୍ଵରୁ ତହିଁର ତତ୍ତ୍ଵ ନ କରନ୍ତୁ, କିଅବା ତହିଁ ଉପରେ ଦୀପ୍ତି ପ୍ରକାଶ ନ ପାଉ । 5 ଅନ୍ଧକାର ଓ ମୃତ୍ୟୁଚ୍ଛାୟା ତାହାକୁ ଆପଣାର ବୋଲି ଦାବି କରନ୍ତୁ; ମେଘ ତହିଁ ଉପରେ ଅବସ୍ଥାନ କରୁ; ଦିବସ ଅନ୍ଧକାରକାରୀ ସମସ୍ତେ ତାହାର ତ୍ରାସ ଜନ୍ମାଉନ୍ତୁ । 6 ନିବିଡ଼ ଅନ୍ଧକାର ସେହି ରାତ୍ରିକି ଆକ୍ରମଣ କରୁ; ତାହା ବର୍ଷର ଦିବସଶ୍ରେଣୀ ମଧ୍ୟରେ ଆନନ୍ଦ ନ କରୁ; ତାହା ମାସସଂଖ୍ୟା ମଧ୍ୟରେ ନ ଆସୁ । 7 ଦେଖ, ସେହି ରାତ୍ରି ବନ୍ଧ୍ୟା ହେଉ; ତହିଁ ମଧ୍ୟରେ କୌଣସି ଆନନ୍ଦର ସ୍ଵର ପ୍ରବେଶ ନ କରୁ । 8 ଯେଉଁମାନେ ଦିବସକୁ ଶାପ ଦିଅନ୍ତି, ଯେଉଁମାନେ ଲିବିୟାଥନକୁ ଜଗାଇବାକୁ ନିପୁଣ, ସେମାନେ ତାହାକୁ ଶାପ ଦେଉନ୍ତୁ । 9 ତହିଁର ସନ୍ଧ୍ୟାକାଳୀନ ନକ୍ଷତ୍ରଗଣ ଅନ୍ଧକାରମୟ ହେଉ; ସେ ଦୀପ୍ତିର ଅପେକ୍ଷା କରୁ, ମାତ୍ର କିଛି ନ ପାଉ; କିଅବା ସେ ଅରୁଣର ନେତ୍ରପଲକ ଦର୍ଶନ ନ କରୁ; 10 କାରଣ ସେ ମୋʼ ମାତୃଗର୍ଭର କବାଟ ରୁଦ୍ଧ କଲା ନାହିଁ, କିଅବା ଦୁଃଖକୁ ମୋର ଦୃଷ୍ଟିରୁ ଗୁପ୍ତ କଲା ନାହିଁ । 11 ମୁଁ କାହିଁକି ଗର୍ଭରୁ ମଲି ନାହିଁ? ଉଦରରୁ ପଡ଼ିବାମାତ୍ର କାହିଁକି ମୁଁ ପ୍ରାଣତ୍ୟାଗ କଲି ନାହିଁ? 12 ଜାନୁଯୁଗଳ କାହିଁକି ମୋତେ ଗ୍ରହଣ କଲା? ଅବା ମୋହର ପାନ ନିମନ୍ତେ ସ୍ତନ୍ୟ କାହିଁକି ପ୍ରସ୍ତୁତ ଥିଲା? 13 ତାହା ହୋଇ ନ ଥିଲେ, ମୁଁ ଏବେ ଶୟନ କରି ଶାନ୍ତିରେ ଥାʼନ୍ତି; ମୁଁ ନିଦ୍ରିତ ହୋଇ ବିଶ୍ରାମରେ ଥାʼନ୍ତି; 14 ଯେଉଁମାନେ ଆପଣାମାନଙ୍କ ନିମନ୍ତେ ଉଜାଡ଼ ସ୍ଥାନ ନିର୍ମାଣ କରିଥିଲେ, ଏପରି ରାଜା ଓ ପୃଥିବୀର ମନ୍ତ୍ରୀଗଣ ସହିତ ଥାʼନ୍ତି; 15 ଯେଉଁମାନେ ରୂପାରେ ଆପଣାମାନଙ୍କ ଗୃହ ପରିପୂର୍ଣ୍ଣ କରିଥିଲେ, ଏପରି ସ୍ଵର୍ଣ୍ଣାଧିକାରୀ ଅଧିପତିମାନଙ୍କ ସଙ୍ଗେ ଥାʼନ୍ତି; 16 ଅବା ମୁଁ ଗୁପ୍ତ ଗର୍ଭସ୍ରାବ ତୁଲ୍ୟ ପ୍ରାଣହୀନ ହୋଇ ଥାʼନ୍ତି; ଯେଉଁମାନେ କେବେ ଆଲୁଅ ଦର୍ଶନ କଲେ ନାହିଁ, ଏପରି ଶିଶୁ ତୁଲ୍ୟ ହୋଇଥାʼନ୍ତି । 17 ସେସ୍ଥାନରେ ଦୁଷ୍ଟଗଣ କ୍ଳେଶ ଦେବାରୁ ନିବୃତ୍ତ ଓ ସେ ସ୍ଥାନରେ ପରିଶ୍ରା; ବିଶ୍ରାମପ୍ରାପ୍ତ । 18 ସେସ୍ଥାନରେ ବନ୍ଦୀଗଣ ଏକତ୍ର ଆରାମରେ ଅଛନ୍ତି; ସେମାନେ କାର୍ଯ୍ୟଶାସକର ରବ ଶୁଣନ୍ତି ନାହିଁ । 19 ସେଠାରେ ସାନ ଓ ବଡ଼ ଅଛନ୍ତି; ପୁଣି, ଦାସ ଆପଣା କର୍ତ୍ତାଠାରୁ ମୁକ୍ତ ଅଟେ । 20 ଦୁଃଖଗ୍ରସ୍ତ ଲୋକକୁ କାହିଁକି ଦୀପ୍ତି ଦିଆଯାଏ ଓ ତିକ୍ତପ୍ରାଣକୁ କାହିଁକି ଜୀବନ ଦିଆଯାଏ; 21 ସେମାନେ ମରଣ ଆକାଂକ୍ଷା କରନ୍ତି, ମାତ୍ର ତାହା ଆସେ ନାହିଁ; ସେମାନେ ପୋତା-ଧନ ଅପେକ୍ଷା ତହିଁ ପାଇଁ ଅଧିକ ଖୋଳନ୍ତି; 22 ସେମାନେ କବର ପାଇ ପାରିଲେ ଆହ୍ଲାଦ କରନ୍ତି, ମହାନନ୍ଦରେ ଉଲ୍ଲସିତ ହୁଅନ୍ତି? 23 ଯାହାର ପଥ ଗୁପ୍ତ ଓ ଯାହାର ଚତୁର୍ଦ୍ଦିଗରେ ପରମେଶ୍ଵର ବାଡ଼ ଦେଇଅଛନ୍ତି, ଏପରି ଲୋକକୁ କିହେତୁ ଦୀପ୍ତି ଦିଆଯାଏ? 24 କାରଣ ମୁଁ ଭୋଜନ କରିବା ପୂର୍ବେ ମୋହର ହାହାକାର ଆସେ, ମୋହର ଗର୍ଜ୍ଜନ ଜଳ ତୁଲ୍ୟ ଢଳାଯାଏ । 25 ଯେଣୁ ମୁଁ ଯାହା ଭୟ କରେ, ତାହାହିଁ ମୋʼ ପ୍ରତି ଘଟେ, ଆଉ ମୁଁ ଯହିଁ ବିଷୟରେ ଭୀତ, ତାହା ହିଁ ମୋʼ ନିକଟରେ ଉପସ୍ଥିତ ହୁଏ । 26 ମୁଁ ଆରାମରେ କି ଶାନ୍ତିରେ ନାହିଁ, କିଅବା ମୋହର ବିଶ୍ରାମ ନାହିଁ; କେବଳ କ୍ଳେଶ ଘଟୁଅଛି ।
Total 42 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 3 / 42
×

Alert

×

Oriya Letters Keypad References