ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଆୟୁବ ପୁସ୍ତକ
1. ଏବେ ଡାକ, ତୁମ୍ଭକୁ ଉତ୍ତର ଦେବାକୁ କʼଣ କେହି ଅଛି? ପୁଣି, ପବିତ୍ରଗଣ ମଧ୍ୟରୁ ତୁମ୍ଭେ କାହାର ଅନୁସରଣ କରିବ?
2. କାରଣ ବିରକ୍ତି ଅଜ୍ଞାନକୁ ନାଶ କରେ ଓ ଅନ୍ତର୍ଜ୍ଵାଳା ନିର୍ବୋଧକୁ ବଧ କରେ ।
3. ଅଜ୍ଞାନର ଚେର ମାଡ଼ିବାର ମୁଁ ଦେଖିଅଛି; ମାତ୍ର ହଠାତ୍ ତାହାର ବାସସ୍ଥାନକୁ ମୁଁ ଶାପ ଦେଲି ।
4. ତାହାର ସନ୍ତାନଗଣ ରକ୍ଷାଠାରୁ ଦୂରରେ ଅଛନ୍ତି ଓ ସେମାନେ ନଗରଦ୍ଵାରରେ ମର୍ଦ୍ଦିତ ହୁଅନ୍ତି, ଅବା ସେମାନଙ୍କୁ ଉଦ୍ଧାର କରିବାକୁ କେହି ନ ଥାଏ ।
5. କ୍ଷୁଧିତ ଲୋକ ସେମାନଙ୍କର ଶସ୍ୟ ଖାଇଯାʼନ୍ତି ଓ କଣ୍ଟା ମଧ୍ୟରୁ ହିଁ ତାହା ନେଇଯାʼନ୍ତି, ଆଉ ଜାଲ ସେମାନଙ୍କ ସମ୍ପତ୍ତିକି ଚାହିଁକରି ଥାଏ ।
6. କାରଣ କ୍ଳେଶ ଧୂଳିରୁ ଉତ୍ପନ୍ନ ହୁଏ ନାହିଁ, କିଅବା ଦୁଃଖ ଭୂମିରୁ ଅଙ୍କୁରିତ ହୁଏ ନାହିଁ;
7. ମାତ୍ର ଅଗ୍ନିକଣିକା ଯେପରି ଉପରକୁ ଉଠେ, ସେହିପରି ମନୁଷ୍ୟ ଦୁଃଖ ନିମନ୍ତେ ଜାତ ଅଟେ ।
8. ମାତ୍ର ମୁଁ ପରମେଶ୍ଵରଙ୍କର ଅନ୍ଵେଷଣ କରିବି ଓ ମୁଁ ଆପଣା ବିଷୟ ପରମେଶ୍ଵରଙ୍କଠାରେ ସମର୍ପଣ କରିବି ।
9. ସେ ମହାନ, ଅନନୁସନ୍ଧେୟ ଏବଂ ଅସଂଖ୍ୟ ଆଶ୍ଚର୍ଯ୍ୟ କର୍ମ କରନ୍ତି;
10. ସେ ପୃଥିବୀରେ ବୃଷ୍ଟି ପ୍ରଦାନ କରନ୍ତି ଓ କ୍ଷେତ୍ରକୁ ଜଳ ପଠାନ୍ତି ।
11. ଏହିରୂପେ ସେ ନୀଚ ଲୋକକୁ ଉଚ୍ଚରେ ସ୍ଥାପନ କରନ୍ତି ଓ ଶୋକାର୍ତ୍ତମାନଙ୍କୁ ରକ୍ଷା କରି ଉନ୍ନତ କରନ୍ତି ।
12. ସେ ଧୂର୍ତ୍ତମାନଙ୍କର କଳ୍ପନା ବ୍ୟର୍ଥ କରନ୍ତି, ତେଣୁ ସେମାନଙ୍କ ହସ୍ତ ସେମାନଙ୍କ କାର୍ଯ୍ୟ ସାଧନ କରି ପାରେ ନାହିଁ ।
13. ସେ ବୁଦ୍ଧିମାନ ଲୋକଙ୍କୁ ସେମାନଙ୍କ ଧୂର୍ତ୍ତତାରେ ଧରନ୍ତି ଓ କୁଟିଳମନାମାନଙ୍କ ମନ୍ତ୍ରଣା ଶୀଘ୍ର ବିଫଳ ହୁଏ ।
14. ସେମାନେ ଦିନ ବେଳେ ଅନ୍ଧକାରଗ୍ରସ୍ତ ହୁଅନ୍ତି, ପୁଣି ମଧ୍ୟାହ୍ନରେ ରାତ୍ରିକାଳର ନ୍ୟାୟ ଦରାଣ୍ତି ହୁଅନ୍ତି ।
15. ମାତ୍ର ସେ ଦୀନହୀନକୁ ସେମାନଙ୍କ ଖଡ଼୍‍ଗରୂପ ମୁଖରୁ ଓ ପରାକ୍ରମୀମାନଙ୍କ ହସ୍ତରୁ ଉଦ୍ଧାର କରନ୍ତି ।
16. ଏହେତୁ ଦରିଦ୍ର ଭରସା ପାଏ ଓ ଧର୍ମ ନିଜ ମୁଖ ବନ୍ଦ କରେ ।
17. ଦେଖ, ପରମେଶ୍ଵର ଯାହାକୁ ଶାସନ କରନ୍ତି, ସେ ମନୁଷ୍ୟ ଧନ୍ୟ; ଏହେତୁ ତୁମ୍ଭେ ସର୍ବଶକ୍ତିମାନଙ୍କର ଶାସ୍ତି ତୁଚ୍ଛ ନ କର ।
18. କାରଣ ସେ କ୍ଷତ କରନ୍ତି ଓ ବାନ୍ଧନ୍ତି; ସେ ଆଘାତ କରନ୍ତି ଓ ତାହାଙ୍କ ହସ୍ତ ସୁସ୍ଥ କରଇ;
19. ସେ ଛଅଗୋଟି ସଙ୍କଟରୁ ତୁମ୍ଭକୁ ଉଦ୍ଧାର କରିବେ; ଆହୁରି, ସାତ ସଂକଟରୁ ତୁମ୍ଭକୁ କୌଣସି ଅମଙ୍ଗଳ ସ୍ପର୍ଶ କରିବ ନାହିଁ ।
20. ଦୁର୍ଭିକ୍ଷ ସମୟରେ ସେ ତୁମ୍ଭକୁ ମୃତ୍ୟୁରୁ ଓ ଯୁଦ୍ଧରେ ଖଡ଼୍‍ଗର ବଳରୁ ମୁକ୍ତ କରିବେ ।
21. ଜିହ୍ଵାର କୋରଡ଼ା-ପ୍ରହାରରୁ ତୁମ୍ଭେ ଗୋପନରେ ରଖାଯିବ; କିଅବା ବିନାଶ ଉପସ୍ଥିତ ହେଲେ ତୁମ୍ଭେ ଭୀତ ନୋହିବ ।
22. ତୁମ୍ଭେ ବିନାଶ ଓ ଦୁର୍ଭିକ୍ଷ ପ୍ରତି ହସିବ; ଅଥବା ପୃଥିବୀର ପଶୁଗଣ ବିଷୟରେ ଭୟଗ୍ରସ୍ତ ନୋହିବ ।
23. କାରଣ ପଦାର ପଥର ସଙ୍ଗେ ତୁମ୍ଭର ସନ୍ଧି ହେବ ଓ ପଦାର ପଶୁଗଣ ତୁମ୍ଭ ସଙ୍ଗେ ଶାନ୍ତିରେ ରହିବେ ।
24. ପୁଣି, ତୁମ୍ଭର ତମ୍ଵୁ ଶାନ୍ତିରେ ଅଛି, ଏହା ତୁମ୍ଭେ ଜାଣିବ ଓ ତୁମ୍ଭେ ଆପଣା ପଶୁଶାଳାର ତତ୍ତ୍ଵ କଲେ କିଛି ହଜି ନ ଥିବାର ଦେଖିବ ।
25. ମଧ୍ୟ ତୁମ୍ଭର ବଂଶ ବହୁସଂଖ୍ୟକ ଓ ତୁମ୍ଭର ସନ୍ତାନସନ୍ତତି ଭୂମିର ତୃଣ ପରି ହେବାର ଜାଣିବ ।
26. ତୁମ୍ଭେ ଯଥାସମୟରେ ଆନୀତ ଶସ୍ୟବିଡ଼ା ତୁଲ୍ୟ ପୂର୍ଣ୍ଣାୟୁ ହୋଇ ଆପଣା କବରକୁ ଆସବ ।
27. ଏହା ଦେଖ, ଆମ୍ଭେମାନେ ତାହା ଅନୁସନ୍ଧାନ କରିଅଛୁ, ତାହା ସେପରି ଅଟେ; ତାହା ଶୁଣ ଓ ଆପଣା ମଙ୍ଗଳ ନିମନ୍ତେ ତାହା ଜ୍ଞାତ ହୁଅ ।

Notes

No Verse Added

Total 42 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 5 / 42
ଆୟୁବ ପୁସ୍ତକ 5:17
1 ଏବେ ଡାକ, ତୁମ୍ଭକୁ ଉତ୍ତର ଦେବାକୁ କʼଣ କେହି ଅଛି? ପୁଣି, ପବିତ୍ରଗଣ ମଧ୍ୟରୁ ତୁମ୍ଭେ କାହାର ଅନୁସରଣ କରିବ? 2 କାରଣ ବିରକ୍ତି ଅଜ୍ଞାନକୁ ନାଶ କରେ ଓ ଅନ୍ତର୍ଜ୍ଵାଳା ନିର୍ବୋଧକୁ ବଧ କରେ । 3 ଅଜ୍ଞାନର ଚେର ମାଡ଼ିବାର ମୁଁ ଦେଖିଅଛି; ମାତ୍ର ହଠାତ୍ ତାହାର ବାସସ୍ଥାନକୁ ମୁଁ ଶାପ ଦେଲି । 4 ତାହାର ସନ୍ତାନଗଣ ରକ୍ଷାଠାରୁ ଦୂରରେ ଅଛନ୍ତି ଓ ସେମାନେ ନଗରଦ୍ଵାରରେ ମର୍ଦ୍ଦିତ ହୁଅନ୍ତି, ଅବା ସେମାନଙ୍କୁ ଉଦ୍ଧାର କରିବାକୁ କେହି ନ ଥାଏ । 5 କ୍ଷୁଧିତ ଲୋକ ସେମାନଙ୍କର ଶସ୍ୟ ଖାଇଯାʼନ୍ତି ଓ କଣ୍ଟା ମଧ୍ୟରୁ ହିଁ ତାହା ନେଇଯାʼନ୍ତି, ଆଉ ଜାଲ ସେମାନଙ୍କ ସମ୍ପତ୍ତିକି ଚାହିଁକରି ଥାଏ । 6 କାରଣ କ୍ଳେଶ ଧୂଳିରୁ ଉତ୍ପନ୍ନ ହୁଏ ନାହିଁ, କିଅବା ଦୁଃଖ ଭୂମିରୁ ଅଙ୍କୁରିତ ହୁଏ ନାହିଁ; 7 ମାତ୍ର ଅଗ୍ନିକଣିକା ଯେପରି ଉପରକୁ ଉଠେ, ସେହିପରି ମନୁଷ୍ୟ ଦୁଃଖ ନିମନ୍ତେ ଜାତ ଅଟେ । 8 ମାତ୍ର ମୁଁ ପରମେଶ୍ଵରଙ୍କର ଅନ୍ଵେଷଣ କରିବି ଓ ମୁଁ ଆପଣା ବିଷୟ ପରମେଶ୍ଵରଙ୍କଠାରେ ସମର୍ପଣ କରିବି । 9 ସେ ମହାନ, ଅନନୁସନ୍ଧେୟ ଏବଂ ଅସଂଖ୍ୟ ଆଶ୍ଚର୍ଯ୍ୟ କର୍ମ କରନ୍ତି; 10 ସେ ପୃଥିବୀରେ ବୃଷ୍ଟି ପ୍ରଦାନ କରନ୍ତି ଓ କ୍ଷେତ୍ରକୁ ଜଳ ପଠାନ୍ତି । 11 ଏହିରୂପେ ସେ ନୀଚ ଲୋକକୁ ଉଚ୍ଚରେ ସ୍ଥାପନ କରନ୍ତି ଓ ଶୋକାର୍ତ୍ତମାନଙ୍କୁ ରକ୍ଷା କରି ଉନ୍ନତ କରନ୍ତି । 12 ସେ ଧୂର୍ତ୍ତମାନଙ୍କର କଳ୍ପନା ବ୍ୟର୍ଥ କରନ୍ତି, ତେଣୁ ସେମାନଙ୍କ ହସ୍ତ ସେମାନଙ୍କ କାର୍ଯ୍ୟ ସାଧନ କରି ପାରେ ନାହିଁ । 13 ସେ ବୁଦ୍ଧିମାନ ଲୋକଙ୍କୁ ସେମାନଙ୍କ ଧୂର୍ତ୍ତତାରେ ଧରନ୍ତି ଓ କୁଟିଳମନାମାନଙ୍କ ମନ୍ତ୍ରଣା ଶୀଘ୍ର ବିଫଳ ହୁଏ । 14 ସେମାନେ ଦିନ ବେଳେ ଅନ୍ଧକାରଗ୍ରସ୍ତ ହୁଅନ୍ତି, ପୁଣି ମଧ୍ୟାହ୍ନରେ ରାତ୍ରିକାଳର ନ୍ୟାୟ ଦରାଣ୍ତି ହୁଅନ୍ତି । 15 ମାତ୍ର ସେ ଦୀନହୀନକୁ ସେମାନଙ୍କ ଖଡ଼୍‍ଗରୂପ ମୁଖରୁ ଓ ପରାକ୍ରମୀମାନଙ୍କ ହସ୍ତରୁ ଉଦ୍ଧାର କରନ୍ତି । 16 ଏହେତୁ ଦରିଦ୍ର ଭରସା ପାଏ ଓ ଧର୍ମ ନିଜ ମୁଖ ବନ୍ଦ କରେ । 17 ଦେଖ, ପରମେଶ୍ଵର ଯାହାକୁ ଶାସନ କରନ୍ତି, ସେ ମନୁଷ୍ୟ ଧନ୍ୟ; ଏହେତୁ ତୁମ୍ଭେ ସର୍ବଶକ୍ତିମାନଙ୍କର ଶାସ୍ତି ତୁଚ୍ଛ ନ କର । 18 କାରଣ ସେ କ୍ଷତ କରନ୍ତି ଓ ବାନ୍ଧନ୍ତି; ସେ ଆଘାତ କରନ୍ତି ଓ ତାହାଙ୍କ ହସ୍ତ ସୁସ୍ଥ କରଇ; 19 ସେ ଛଅଗୋଟି ସଙ୍କଟରୁ ତୁମ୍ଭକୁ ଉଦ୍ଧାର କରିବେ; ଆହୁରି, ସାତ ସଂକଟରୁ ତୁମ୍ଭକୁ କୌଣସି ଅମଙ୍ଗଳ ସ୍ପର୍ଶ କରିବ ନାହିଁ । 20 ଦୁର୍ଭିକ୍ଷ ସମୟରେ ସେ ତୁମ୍ଭକୁ ମୃତ୍ୟୁରୁ ଓ ଯୁଦ୍ଧରେ ଖଡ଼୍‍ଗର ବଳରୁ ମୁକ୍ତ କରିବେ । 21 ଜିହ୍ଵାର କୋରଡ଼ା-ପ୍ରହାରରୁ ତୁମ୍ଭେ ଗୋପନରେ ରଖାଯିବ; କିଅବା ବିନାଶ ଉପସ୍ଥିତ ହେଲେ ତୁମ୍ଭେ ଭୀତ ନୋହିବ । 22 ତୁମ୍ଭେ ବିନାଶ ଓ ଦୁର୍ଭିକ୍ଷ ପ୍ରତି ହସିବ; ଅଥବା ପୃଥିବୀର ପଶୁଗଣ ବିଷୟରେ ଭୟଗ୍ରସ୍ତ ନୋହିବ । 23 କାରଣ ପଦାର ପଥର ସଙ୍ଗେ ତୁମ୍ଭର ସନ୍ଧି ହେବ ଓ ପଦାର ପଶୁଗଣ ତୁମ୍ଭ ସଙ୍ଗେ ଶାନ୍ତିରେ ରହିବେ । 24 ପୁଣି, ତୁମ୍ଭର ତମ୍ଵୁ ଶାନ୍ତିରେ ଅଛି, ଏହା ତୁମ୍ଭେ ଜାଣିବ ଓ ତୁମ୍ଭେ ଆପଣା ପଶୁଶାଳାର ତତ୍ତ୍ଵ କଲେ କିଛି ହଜି ନ ଥିବାର ଦେଖିବ । 25 ମଧ୍ୟ ତୁମ୍ଭର ବଂଶ ବହୁସଂଖ୍ୟକ ଓ ତୁମ୍ଭର ସନ୍ତାନସନ୍ତତି ଭୂମିର ତୃଣ ପରି ହେବାର ଜାଣିବ । 26 ତୁମ୍ଭେ ଯଥାସମୟରେ ଆନୀତ ଶସ୍ୟବିଡ଼ା ତୁଲ୍ୟ ପୂର୍ଣ୍ଣାୟୁ ହୋଇ ଆପଣା କବରକୁ ଆସବ । 27 ଏହା ଦେଖ, ଆମ୍ଭେମାନେ ତାହା ଅନୁସନ୍ଧାନ କରିଅଛୁ, ତାହା ସେପରି ଅଟେ; ତାହା ଶୁଣ ଓ ଆପଣା ମଙ୍ଗଳ ନିମନ୍ତେ ତାହା ଜ୍ଞାତ ହୁଅ ।
Total 42 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 5 / 42
Common Bible Languages
West Indian Languages
×

Alert

×

oriya Letters Keypad References