1. ସେହି ସମୟରେ ବହୁସଂଖ୍ୟକ ଲୋକ ପୁନର୍ବାର ଏକତ୍ର ହେଲେ, ଆଉ ସେମାନଙ୍କ ପାଖରେ ଖାଦ୍ୟଦ୍ରବ୍ୟ କିଛି ନ ଥିବାରୁ ଯୀଶୁ ଶିଷ୍ୟମାନଙ୍କୁ ନିକଟକୁ ଡାକି ସେମାନଙ୍କୁ କହିଲେ,
|
2. ଲୋକସମୂହ ପ୍ରତି ମୋହର ଦୟା ହେଉଅଛି, କାରଣ ଏମାନେ ତିନି ଦିନ ହେଲାଣି ମୋʼ ସାଙ୍ଗରେ ରହିଅଛନ୍ତି ଓ ଏମାନଙ୍କ ପାଖରେ କିଛି ଖାଇବାକୁ ନାହିଁ ।
|
3. ଯଦି ମୁଁ ସେମାନଙ୍କୁ ଅନାହାରରେ ଘରକୁ ପଠାଏ, ତାହାହେଲେ ବାଟରେ ସେମାନଙ୍କର ହଂସା ଉଡ଼ିଯିବ; ସେମାନଙ୍କ ମଧ୍ୟରୁ କେତେକ ତ ଦୂରରୁ ଆସିଅଛନ୍ତି ।
|
4. ଶିଷ୍ୟମାନେ ତାହାଙ୍କୁ ଉତ୍ତର ଦେଲେ, ଏଠାରେ ଏହି ନିର୍ଜ୍ଜନ ସ୍ଥାନରେ କିଏ କେଉଁଠାରୁ ରୋଟୀ ଆଣି ଏମାନଙ୍କୁ ତୃପ୍ତ କରି ପାରିବ?
|
6. ସେଥିରେ ଯୀଶୁ ଲୋକସମୂହକୁ ଭୂମିରେ ବସିବାକୁ ଆଜ୍ଞା ଦେଲେ; ଆଉ, ସେ ସେହି ସାତୋଟି ରୋଟୀ ଘେନି ଧନ୍ୟବାଦ ଦେଇ ସେହିସବୁ ଭାଙ୍ଗି ପରିବେଷଣ କରିବା ନିମନ୍ତେ ଆପଣା ଶିଷ୍ୟମାନଙ୍କୁ ଦେଲେ ଓ ସେମାନେ ଲୋକସମୂହକୁ ତାହା ପରିବେଷଣ କଲେ ।
|
7. ପୁଣି, ସେମାନଙ୍କ ପାଖରେ ଅଳ୍ପ କେତୋଟି ସାନ ମାଛ ଥିଲା; ସେହିସବୁକୁ ମଧ୍ୟ ସେ ଆଶୀର୍ବାଦ କରି ପରିବେଷଣ କରିବା ନିମନ୍ତେ କହିଲେ ।
|
10. ତାହାପରେ ସେ ସେମାନଙ୍କୁ ବିଦାୟ ଦେଲେ ଓ ସେହିକ୍ଷଣି ଆପଣା ଶିଷ୍ୟମାନଙ୍କ ସହିତ ନୌକାରେ ଚଢ଼ି ଦଲ୍ମନୂଥା ଅଞ୍ଚଳକୁ ଆସିଲେ ।
|
11. ପରେ ଫାରୂଶୀମାନେ ବାହାରି ଆସି ତାହାଙ୍କ ସାଙ୍ଗରେ ବାଦାନୁବାଦ କରିବାକୁ ଲାଗିଲେ ଓ ତାହାଙ୍କୁ ପରୀକ୍ଷା କରିବା ଅଭିପ୍ରାୟରେ ଆକାଶରୁ ଗୋଟିଏ ଚିହ୍ନ ମାଗିଲେ ।
|
12. ସେଥିରେ ଯୀଶୁ ଆତ୍ମାରେ ବ୍ୟଥିତ ହୋଇ ଦୀର୍ଘ ନିଶ୍ଵାସ ଛାଡ଼ି କହିଲେ, ବର୍ତ୍ତମାନ ପୁରୁଷ କାହିଁକି ଚିହ୍ନ ଅନ୍ଵେଷଣ କରୁଅଛି? ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ବର୍ତ୍ତମାନ ପୁରୁଷକୁ କୌଣସି ଚିହ୍ନ ଦିଆଯିବ ନାହିଁ ।
|
14. ସେତେବେଳେ ଶିଷ୍ୟମାନେ ରୋଟୀ ନେବାକୁ ପାସୋରିଗଲେ; ନୌକାରେ ସେମାନଙ୍କ ପାଖରେ କେବଳ ଗୋଟିଏ ମାତ୍ର ରୋଟୀ ଥିଲା ।
|
16. ସେଥିରେ ସେମାନେ ପରସ୍ପର ତର୍କବିତର୍କ କରି କହିବାକୁ ଲାଗିଲେ, ଆମ୍ଭମାନଙ୍କ ପାଖରେ ରୋଟୀ ନାହିଁ ବୋଲି ସେ ଏହା କହୁଅଛନ୍ତି ।
|
17. ଯୀଶୁ ତାହା ଜାଣି ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ପାଖରେ ରୋଟୀ ନାହିଁ ବୋଲି କାହିଁକି ପରସ୍ପର ତର୍କବିତର୍କ କରୁଅଛ? ତୁମ୍ଭେମାନେ କଅଣ ଏପର୍ଯ୍ୟନ୍ତ ଜାଣୁ ନାହଁ କି ବୁଝୁ ନାହଁ?
|
18. ତୁମ୍ଭମାନଙ୍କ ହୃଦୟ କଅଣ ଜଡ଼ ହୋଇ ରହିଅଛି? ଚକ୍ଷୁ ଥାଉ ଥାଉ କି ଦେଖୁ ନାହଁ? ପୁଣି, କର୍ଣ୍ଣ ଥାଉ ଥାଉ କି ଶୁଣୁ ନାହଁ?
|
19. ସେହି ପାଞ୍ଚହଜାର ଲୋକଙ୍କ ମଧ୍ୟରେ ମୁଁ ଯେତେବେଳେ ପାଞ୍ଚୋଟି ରୋଟୀ ଭାଙ୍ଗିଥିଲି, ସେତେବେଳେ ତୁମ୍ଭେମାନେ ପୂରା କେତେ ଟୋକାଇ ଭଙ୍ଗା ଖଣ୍ତ ଉଠାଇ ନେଇଥିଲ, ତାହା କି ତୁମ୍ଭମାନଙ୍କର ସ୍ମରଣ ନାହିଁ? ସେମାନେ ତାହାଙ୍କୁ କହିଲେ, ବାର ଟୋକାଇ ।
|
20. ଆଉ, ସେହି ଚାରିହଜାର ଲୋକଙ୍କ ମଧ୍ୟରେ ମୁଁ ଯେତେବେଳେ ସାତୋଟି ରୋଟୀ ଭାଙ୍ଗିଥିଲି, ସେତେବେଳେ ତୁମ୍ଭେମାନେ ପୂରା କେତେ ବେତା ଭଙ୍ଗା ଖଣ୍ତ ଉଠାଇ ନେଇଥିଲ? ସେମାନେ କହିଲେ, ସାତ ବେତା ।
|
22. ପରେ ସେମାନେ ବେଥ୍ସାଇଦାକୁ ଆସିଲେ । ଆଉ, ଲୋକେ ଜଣେ ଅନ୍ଧକୁ ତାହାଙ୍କ ନିକଟକୁ ଆଣି ତାହାକୁ ଛୁଇଁବା ପାଇଁ ତାହାଙ୍କୁ ବିନତି କଲେ ।
|
23. ତେଣୁ ଯୀଶୁ ଅନ୍ଧଟିର ହାତ ଧରି ତାହାକୁ ଗାଁ ବାହାରକୁ ଘେନିଗଲେ, ପୁଣି ତାହାର ଆଖିରେ ଛେପ ପକାଇ ଓ ତାହା ଉପରେ ହାତ ଥୋଇ ତାହାକୁ ପଚାରିଲେ, ତୁମ୍ଭେ କି କିଛି ଦେଖୁଅଛ?
|
25. ତାହା ପରେ ସେ ପୁଣି ତାହାର ଆଖିରେ ହାତ ଦେଲେ; ସେଥିରେ ସେ ସ୍ପଷ୍ଟ ରୂପେ ଦେଖିଲା ଓ ସୁସ୍ଥ ହୋଇ ଏକଦୃଷ୍ଟିରେ ସମସ୍ତ ବିଷୟକୁ ଚାହିଁବାକୁ ଲାଗିଲା ।
|
27. ଏଥିଉତ୍ତାରେ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ କାଇସରୀଆ ଫିଲିପ୍ପୀ ଅଞ୍ଚଳର ଗ୍ରାମମାନଙ୍କୁ ପ୍ରସ୍ଥାନ କଲେ, ଆଉ ପଥ ମଧ୍ୟରେ ସେ ଆପଣା ଶିଷ୍ୟମାନଙ୍କୁ ପଚାରିବାକୁ ଲାଗିଲେ, ମୁଁ କିଏ ବୋଲି ଲୋକେ କଅଣ କହନ୍ତି?
|
28. ଏଥିରେ ସେମାନେ ତାହାଙ୍କୁ କହିଲେ, ବାପ୍ତିଜକ ଯୋହନ, ଆଉ କେହି କେହି ଏଲୀୟ, କିନ୍ତୁ କେହି କେହି କହନ୍ତି, ଭାବବାଦୀମାନଙ୍କ ମଧ୍ୟରୁ ଜଣେ ।
|
29. ସେ ସେମାନଙ୍କୁ ପଚାରିଲେ, କିନ୍ତୁ ମୁଁ କିଏ ବୋଲି ତୁମ୍ଭେମାନେ କଅଣ କହୁଅଛ? ପିତର ତାହାଙ୍କୁ ଉତ୍ତର ଦେଲେ, ଆପଣ ଖ୍ରୀଷ୍ଟ।
|
31. ଆଉ, ଯୀଶୁ ସେମାନଙ୍କୁ ଶିକ୍ଷା ଦେବାକୁ ଲାଗିଲେ ଯେ, ମନୁଷ୍ୟପୁତ୍ରଙ୍କୁ ଅବଶ୍ୟ ବହୁତ ଦୁଃଖଭୋଗ କରିବାକୁ ହେବ ଏବଂ ପ୍ରାଚୀନ, ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ଦ୍ଵାରା ଅଗ୍ରାହ୍ୟ ହୋଇ ହତ ହେବାକୁ ହେବ, ପୁଣି ତିନି ଦିନ ପରେ ପୁନରୁତ୍ଥାନ କରିବାକୁ ହେବ ।
|
32. ଏହି କଥା ସେ ସ୍ପଷ୍ଟ ରୂପେ କହିଲେ । ସେଥିରେ ପିତର ତାହାଙ୍କୁ ଗୋଟିଏ ପାଖକୁ ଘେନିଯାଇ ଅନୁଯୋଗ କରିବାକୁ ଲାଗିଲେ ।
|
33. କିନ୍ତୁ ସେ ବୁଲିପଡ଼ି ଆପଣା ଶିଷ୍ୟମାନଙ୍କୁ ଦେଖି ପିତରଙ୍କୁ ଅନୁଯୋଗ କରି କହିଲେ, ମୋʼ ଆଗରୁ ଦୂର ହୁଅ, ଶୟତାନ, କାରଣ ତୁମ୍ଭେ ଈଶ୍ଵରଙ୍କ ବିଷୟ ନ ଭାବି ମନୁଷ୍ୟର ବିଷୟ ଭାବୁଅଛ ।
|
34. ତତ୍ପରେ ଯୀଶୁ ଆପଣା ଶିଷ୍ୟମାନଙ୍କ ସହିତ ଲୋକସମୂହକୁ ନିକଟକୁ ଡାକି କହିଲେ, କେହି ଯେବେ ମୋହର ଅନୁଗାମୀ ହେବାକୁ ଇଚ୍ଛା କରେ, ତେବେ ସେ ଆପଣାକୁ ଅସ୍ଵୀକାର କରୁ, ପୁଣି ଆପଣା କ୍ରୁଶ ଘେନି ମୋହର ଅନୁଗମନ କରୁ ।
|
35. କାରଣ ଯେକେହି ଆପଣା ଜୀବନ ରକ୍ଷା କରିବାକୁ ଇଚ୍ଛା କରେ, ସେ ତାହା ହରାଇବ; କିନ୍ତୁ ଯେକେହି ମୋହର ଓ ସୁସମାଚାର ନିମନ୍ତେ ଆପଣା ଜୀବନ ହରାଇବ, ସେ ତାହା ରକ୍ଷା କରିବ ।
|
38. ଯେଣୁ ଯେକେହି ଏହି କାଳର ବ୍ୟଭିଚାରୀ ଓ ପାପିଷ୍ଠ ଲୋକମାନଙ୍କ ମଧ୍ୟରେ ମୋହର ଓ ମୋହର ବାକ୍ୟ ବିଷୟରେ ଲଜ୍ଜା ବୋଧ କରେ, ମନୁଷ୍ୟପୁତ୍ର ଯେତେବେଳେ ପବିତ୍ର ଦୂତମାନଙ୍କ ସହିତ ଆପଣା ପିତାଙ୍କ ମହିମାରେ ଆଗମନ କରିବେ, ସେତେବେଳେ ସେ ମଧ୍ୟ ତାହା ବିଷୟରେ ଲଜ୍ଜା ବୋଧ କରିବେ ।
|