3. ହାରୋଣଙ୍କର ଯେଉଁ ପୁତ୍ରମାନେ ଯାଜକ ରୂପେ ଅଭିଷିକ୍ତ ହୋଇଥିଲେ ଓ ଯେଉଁମାନଙ୍କୁ ସେ ଯାଜକକର୍ମ କରିବା ପାଇଁ ନିଯୁକ୍ତ କରିଥିଲେ, ସେମାନଙ୍କର ନାମ ଏହି ।
|
4. ମାତ୍ର ନାଦବ୍ ଓ ଅବୀହୂ ସୀନୟ ପ୍ରାନ୍ତରରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଇତର ଅଗ୍ନି ଉତ୍ସର୍ଗ କରି ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାଣତ୍ୟାଗ କରିଥିଲେ, ସେମାନଙ୍କର ସନ୍ତାନ ନ ଥିଲା; ଏହେତୁରୁ ଇଲୀୟାସର ଓ ଈଥାମର ଆପଣା ପିତା ହାରୋଣଙ୍କ ସାକ୍ଷାତରେ ଯାଜକ କର୍ମ କଲେ ।
|
7. ଆଉ ସେମାନେ ଆବାସର ସେବାକର୍ମ କରିବା ନିମନ୍ତେ ସମାଗମ-ତମ୍ଵୁ ସମ୍ମୁଖରେ ତାହାର ଓ ସମସ୍ତ ମଣ୍ତଳୀର ରକ୍ଷଣୀୟ ରକ୍ଷା କରିବେ ।
|
8. ପୁଣି ସେମାନେ ଆବାସର ସେବାକର୍ମ କରିବା ନିମନ୍ତେ ସମାଗମ-ତମ୍ଵୁର ସମସ୍ତ ଦ୍ରବ୍ୟ ଓ ଇସ୍ରାଏଲ-ସନ୍ତାନଗଣ ରକ୍ଷଣୀୟ ରକ୍ଷା କରିବେ ।
|
9. ଆଉ ତୁମ୍ଭେ ହାରୋଣ ଓ ତାହର ପୁତ୍ରଗଣର ହସ୍ତରେ ଲେବୀୟମାନଙ୍କୁ ସମର୍ପଣ କରିବ; ସେମାନେ ଇସ୍ରାଏଲ-ସନ୍ତାନଗଣ ପକ୍ଷରେ ତାହା ପ୍ରତି ସମ୍ପୂର୍ଣ୍ଣ ରୂପେ ଦତ୍ତ ଲୋକ,
|
10. ପୁଣି ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣକୁ ନିଯୁକ୍ତ କରିବ, ତହିଁରେ ସେମାନେ ଆପଣାମାନଙ୍କ ଯାଜକତ୍ଵ-ପଦ ରକ୍ଷା କରିବେ ଓ ଅନ୍ୟ ବଂଶୀୟ ଯେକେହି ନିକଟବର୍ତ୍ତୀ ହେବ, ତାହାର ପ୍ରାଣଦଣ୍ତ ହେବ ।
|
12. ଆମ୍ଭେ, ଦେଖ, ଆମ୍ଭେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ସମସ୍ତ ପ୍ରଥମଜାତ ଗର୍ଭଫଳ ପରିବର୍ତ୍ତରେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ଲେବୀୟମାନଙ୍କୁ ଗ୍ରହଣ କଲୁ, ଏଣୁ ଲେବୀୟମାନେ ଆମ୍ଭର ହେବେ ।
|
13. କାରଣ ପ୍ରଥମଜାତ ସମସ୍ତ ଆମ୍ଭର; ଯେଉଁଦିନ ଆମ୍ଭେ ମିସର ଦେଶରେ ପ୍ରଥମଜାତ ସକଳକୁ ଆଘାତ କଲୁ, ସେହିଦିନ ଆମ୍ଭେ ଇସ୍ରାଏଲ ମଧ୍ୟରେ ମନୁଷ୍ୟ ଓ ପଶୁ ସମସ୍ତ ପ୍ରଥମଜାତକୁ ଆପଣା ଉଦ୍ଦେଶ୍ୟରେ ପବିତ୍ର କଲୁ; ସେମାନେ ଆମ୍ଭର ହେବେ; ଆମ୍ଭେ ସଦାପ୍ରଭୁ ଅଟୁ ।
|
15. ଆପଣା ଆପଣା ପିତୃଗୃହ ଓ ଆପଣା ଆପଣା ବଂଶାନୁସାରେ ଲେବୀୟ ସନ୍ତାନଗଣକୁ ଗଣନା କର; ତୁମ୍ଭେ ଏକ ମାସରୁ ଅଧିକ ବୟସ୍କ ସମସ୍ତ ପୁରୁଷ ଗଣନା କରିବ ।
|
20. ପୁଣି ଆପଣା ଆପଣା ବଂଶାନୁସାରେ ମରାରିର ସନ୍ତାନମାନଙ୍କ ନାମ ମହଲି ଓ ମୂଶି; ଏମାନେ ଆପଣା ଆପଣା ପିତୃଗୃହାନୁସାରେ ଲେବୀୟମାନଙ୍କ ବଂଶ ।
|
22. ଏମାନଙ୍କ ମଧ୍ୟରେ ଏକ ମାସରୁ ଅଧିକ ବୟସ୍କ ଯେଉଁ ସମସ୍ତ ପୁରୁଷ ଗଣିତ ହେଲେ, ସେମାନଙ୍କର ଗଣିତ ଲୋକସଂଖ୍ୟା ସାତ ହଜାର ପାଞ୍ଚଶହ ହେଲା ।
|
25. ପୁଣି ସମାଗମ-ତମ୍ଵୁର ଏହି ସମସ୍ତ ଦ୍ରବ୍ୟ ଗେର୍ଶୋନୀୟ ସନ୍ତାନମାନଙ୍କର ରକ୍ଷଣୀୟ ହେବ, ଯଥା, ଆବାସ ଓ ତମ୍ଵୁ, ତହିଁର ଛାତ, ଓ ସମାଗମ-ତମ୍ଵୁ ଦ୍ଵାରର ଆଚ୍ଛାଦନବସ୍ତ୍ର
|
26. ଓ ପ୍ରାଙ୍ଗଣର ପରଦାସକଳ ଓ ଆବାସ ଓ ବେଦିର ଚତୁର୍ଦ୍ଦିଗସ୍ଥିତ ପ୍ରାଙ୍ଗଣଦ୍ଵାରର ଆଚ୍ଛାଦନବସ୍ତ୍ର ଓ ତହିଁର ସେବାକାର୍ଯ୍ୟ ନିମିତ୍ତ ସମସ୍ତ ରଜ୍ଜୁ ।
|
27. ଆଉ କହାତ୍ଠାରୁ ଅମ୍ରମୀୟ ବଂଶ ଓ ଯିଷ୍ହରୀୟ ବଂଶ ଓ ହିବ୍ରୋଣୀୟ ବଂଶ ଓ ଉଷୀୟେଲୀୟ ବଂଶ ଉତ୍ପନ୍ନ ହେଲେ; ଏମାନେ କହାତୀୟ ବଂଶ ।
|
31. ପୁଣି ସିନ୍ଦୁକ ଓ ମେଜ ଓ ଦୀପବୃକ୍ଷ ଓ ଯଜ୍ଞବେଦି ଓ ପବିତ୍ର ସ୍ଥାନର ସେବା ସମ୍ଵନ୍ଧୀୟ ସକଳ ପାତ୍ର ଓ ପରଦା ଓ ତତ୍ସମ୍ଵନ୍ଧୀୟ ସମସ୍ତ ସେବାକାର୍ଯ୍ୟ ସେମାନଙ୍କର ରକ୍ଷଣୀୟ ହେବ ।
|
32. ପୁଣି ହାରୋଣ ଯାଜକଙ୍କର ପୁତ୍ର ଇଲୀୟାସର ଲେବୀୟ ଅଧିପତିମାନଙ୍କର ଅଧିପତି ହେବ ଓ ପବିତ୍ର ସ୍ଥାନର ରକ୍ଷକମାନଙ୍କ ଉପରେ ତତ୍ତ୍ଵାବଧାନ କରିବ ।
|
35. ଆଉ ଅବୀହୟଲର ପୁତ୍ର ସୂରୀୟେଲ ମରାରି ବଂଶର ପିତୃଗୃହର ଅଧିପତି ହେଲା; ସେମାନେ ଉତ୍ତର ଦିଗରେ ଆବାସ ନିକଟରେ ଛାଉଣି ସ୍ଥାପନ କରିବେ ।
|
37. ଓ ପ୍ରାଙ୍ଗଣର ଚତୁର୍ଦ୍ଦିଗସ୍ଥିତ ସ୍ତମ୍ଭ ଓ ତହିଁର ସକଳ ଚୁଙ୍ଗୀ ଓ ମେଖ ଓ ରଜ୍ଜୁ ମରାରି ସନ୍ତାନଗଣର ନିରୂପିତ ରକ୍ଷଣୀୟ ହେବ ।
|
38. ପୁଣି ଯେଉଁମାନେ ଆବାସର ପୂର୍ବ ଦିଗରେ ସମାଗମ-ତମ୍ଵୁ ସମ୍ମୁଖରେ ସୂର୍ଯ୍ୟୋଦୟ ଆଡ଼େ ଛାଉଣି ସ୍ଥାପନ କରିବେ, ସେମାନେ ମୋଶା ଓ ହାରୋଣ ଓ ତାହାର ପୁତ୍ରଗଣ; ଏମାନେ ଇସ୍ରାଏଲ-ସନ୍ତାନଗଣର ରକ୍ଷଣୀୟ ବୋଲି ପବିତ୍ର ସ୍ଥାନର ରକ୍ଷଣୀୟ ରକ୍ଷା କରିବେ; ଆଉ ଅନ୍ୟ ବଂଶୀୟ କୌଣସି ଲୋକ ତହିଁର ନିକଟବର୍ତ୍ତୀ ହେଲେ ହତ ହେବ ।
|
39. ଲେବୀୟମାନଙ୍କ ମଧ୍ୟରୁ ଯେଉଁମାନେ ଗଣିତ ହେଲେ, ଯେଉଁମାନଙ୍କୁ ମୋଶା ଓ ହାରୋଣ ସଦାପ୍ରଭୁଙ୍କ ଆଜ୍ଞା ପ୍ରମାଣେ ସେମାନଙ୍କ ବଂଶାନୁସାରେ ଗଣନା କଲେ, ସେମାନଙ୍କର ଏକ ମାସରୁ ଅଧିକ ବୟସ୍କ ସମସ୍ତ ପୁରୁଷ ସଂଖ୍ୟାରେ ବାଇଶ ହଜାର ହେଲେ ।
|
40. ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ଇସ୍ରାଏଲ-ସନ୍ତାନଗଣର ଏକ ମାସରୁ ଅଧିକ ବୟସ୍କ ସମସ୍ତ ପ୍ରଥମଜାତ ପୁରୁଷଙ୍କୁ ଗଣନା କର ଓ ସେମାନଙ୍କ ନାମସଂଖ୍ୟା କର ।
|
41. ଆମ୍ଭେ ସଦାପ୍ରଭୁ, ଆମ୍ଭ ନିମନ୍ତେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ପ୍ରଥମଜାତ ଲୋକ ବଦଳେ ଲେବୀୟ-ମାନଙ୍କୁ ଗ୍ରହଣ କରିବ; ପୁଣି ଇସ୍ରାଏଲ-ସନ୍ତାନଗଣର ସମସ୍ତ ପ୍ରଥମଜାତ ପଶୁ ବଦଳେ ଲେବୀୟମାନଙ୍କର ପଶୁ ଗ୍ରହଣ କରିବ ।
|
43. ପୁଣି ସେମାନଙ୍କର ଏକ ମାସରୁ ଅଧିକ ବୟସ୍କ ସମସ୍ତ ପ୍ରଥମଜାତ ପୁରୁଷର ନାମସଂଖ୍ୟାନୁସାରେ ଯେଉଁମାନେ ଗଣିତ ହେଲେ, ସେମାନଙ୍କ ସଂଖ୍ୟା ବାଇଶ ହଜାର ଦୁଇ ଶହ ତେସ୍ତରି ହେଲା ।
|
45. ତୁମ୍ଭେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ପ୍ରଥମଜାତ ଲୋକ ବଦଳେ ଲେବୀୟମାନଙ୍କୁ ଓ ସେମାନଙ୍କ ପଶୁ ବଦଳେ ଲେବୀୟମାନଙ୍କର ପଶୁମାନଙ୍କୁ ଗ୍ରହଣ କର; ଆଉ ଲେବୀୟମାନେ ଆମ୍ଭର ହେବେ; ଆମ୍ଭେ ସଦାପ୍ରଭୁ ଅଟୁ ।
|
46. ପୁଣି ଇସ୍ରାଏଲ-ସନ୍ତାନଗଣର ପ୍ରଥମଜାତ ଲୋକମାନଙ୍କ ମଧ୍ୟରେ ଲେବୀୟମାନଙ୍କ ସଂଖ୍ୟାରୁ ଅଧିକ ଦୁଇ ଶହ ତେସ୍ତରି ଲୋକର ମୁକ୍ତି ନିମନ୍ତେ,
|
47. ତୁମ୍ଭେ ମୁଣ୍ତ ପିଛା ପାଞ୍ଚ ଶେକଲ ଲେଖାଏଁ ନେବ; ପବିତ୍ର ସ୍ଥାନର ଶେକଲ ଅନୁସାରେ ତୁମ୍ଭେ ତାହା ନେବ, (କୋଡ଼ିଏ ଗେରାରେ ଏକ ଶେକଲ)।
|
50. ଇସ୍ରାଏଲ-ସନ୍ତାନଗଣର ପ୍ରଥମଜାତ ଲୋକ-ମାନଙ୍କଠାରୁ ସେ ସେହି ମୂଲ୍ୟ ନେଲେ; ସେ ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ହଜାର ତିନି ଶହ ପଞ୍ଚଷଠି ଶେକଲ ନେଲେ;
|
51. ପୁଣି ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ସଦାପ୍ରଭୁଙ୍କ ବାକ୍ୟପ୍ରମାଣେ ସେହି ମୁକ୍ତି-ମୂଲ୍ୟ ହାରୋଣଙ୍କୁ ଓ ତାଙ୍କର ପୁତ୍ରଗଣଙ୍କୁ ଦେଲେ ।
|