ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ଦାଉଦଙ୍କର ଗୀତ । ହେ ସଦାପ୍ରଭୋ, ମୁଁ ତୁମ୍ଭ ନିକଟରେ ପ୍ରାର୍ଥନା କରୁଅଛି; ମୋʼ ପକ୍ଷରେ ସତ୍ଵର ହୁଅ; ମୁଁ ଡାକିବା ବେଳେ ମୋʼ ରବରେ କର୍ଣ୍ଣ ଦିଅ ।
2. ସୁଗନ୍ଧି ଧୂପ ପରି ମୋʼ ପ୍ରାର୍ଥନା, ସନ୍ଧ୍ୟାକାଳୀନ ନୈବେଦ୍ୟ ପରି ମୋହର କୃତାଞ୍ଜଳି ତୁମ୍ଭ ଛାମୁରେ ଉପସ୍ଥିତ ହେଉ ।
3. ହେ ସଦାପ୍ରଭୋ, ମୋʼ ମୁଖ ଆଗରେ ପ୍ରହରୀ ନିଯୁକ୍ତ କର; ମୋʼଓଷ୍ଠାଧରର କବାଟ ରକ୍ଷା କର ।
4. ଅଧର୍ମାଚାରୀ ଲୋକମାନଙ୍କ ସଙ୍ଗେ ଦୁଷ୍ଟ କ୍ରିୟାରେ ନିଯୁକ୍ତ ହେବା ପାଇଁ କୌଣସି ମନ୍ଦ ବିଷୟରେ ମୋʼ ଚିତ୍ତକୁ ପ୍ରବର୍ତ୍ତାଅ ନାହିଁ ଓ ସେମାନଙ୍କ ସୁସ୍ଵାଦୁ ଭକ୍ଷ୍ୟ ଭୋଜନ କରିବାକୁ ମୋତେ ଦିଅ ନାହିଁ ।
5. ଧାର୍ମିକ ଲୋକ ମୋତେ ପ୍ରହାର କରୁ, ତାହା ମୋʼ ପ୍ରତି ଦୟା ହେବ ଓ ସେ ମୋତେ ଅନୁଯୋଗ କରୁ, ତାହା ମସ୍ତକରେ ତୈଳ ସ୍ଵରୂପ ହେବ; ମୋʼ ମସ୍ତକ ତାହା ଅଗ୍ରାହ୍ୟ ନ କରୁ; ସେମାନଙ୍କର ନାନା ଦୁଷ୍ଟତା ସମୟରେ ମୋହର ପ୍ରାର୍ଥନା ଚଳୁଥିବ ।
6. ସେମାନଙ୍କ ବିଚାରକର୍ତ୍ତାମାନେ ଶୈଳ ପାର୍ଶ୍ଵରେ ନିକ୍ଷିପ୍ତ ହୋଇଅଛନ୍ତି; ମୋହର ବାକ୍ୟ ମଧୁର, ଏଣୁ ସେମାନେ ତାହା ଶୁଣିବେ ।
7. କେହି ଭୂମି ଚାଷ ଓ ବିଦୀର୍ଣ୍ଣ କରିବା ବେଳେ ଯେପରି, ସେପରି କବର ମୁଖରେ ଆମ୍ଭମାନଙ୍କ ଅସ୍ଥିସବୁ ଛିନ୍ନଭିନ୍ନ ହୋଇଅଛି ।
8. କାରଣ ହେ ପ୍ରଭୋ, ସଦାପ୍ରଭୋ, ମୋʼ ଦୃଷ୍ଟି ତୁମ୍ଭ ଆଡ଼େ ଅଛି; ମୁଁ ତୁମ୍ଭଠାରେ ଭରସା ରଖିଅଛି; ମୋʼ ପ୍ରାଣକୁ ଅନାଥ କରି ତ୍ୟାଗ କର ନାହିଁ ।
9. ମୋʼ ନିମନ୍ତେ ସେମାନଙ୍କ ପାତିତ ଫାନ୍ଦରୁ ଓ ଅଧର୍ମାଚାରୀମାନଙ୍କ ଯନ୍ତାରୁ ମୋତେ ରକ୍ଷା କର ।
10. ଦୁଷ୍ଟମାନେ ନିଜ ନିଜ ଜାଲରେ ପଡ଼ନ୍ତୁ, ସେହି ଅବସରରେ ମୁଁ ରକ୍ଷା ପାଏ ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 141 / 150
1 ଦାଉଦଙ୍କର ଗୀତ । ହେ ସଦାପ୍ରଭୋ, ମୁଁ ତୁମ୍ଭ ନିକଟରେ ପ୍ରାର୍ଥନା କରୁଅଛି; ମୋʼ ପକ୍ଷରେ ସତ୍ଵର ହୁଅ; ମୁଁ ଡାକିବା ବେଳେ ମୋʼ ରବରେ କର୍ଣ୍ଣ ଦିଅ । 2 ସୁଗନ୍ଧି ଧୂପ ପରି ମୋʼ ପ୍ରାର୍ଥନା, ସନ୍ଧ୍ୟାକାଳୀନ ନୈବେଦ୍ୟ ପରି ମୋହର କୃତାଞ୍ଜଳି ତୁମ୍ଭ ଛାମୁରେ ଉପସ୍ଥିତ ହେଉ । 3 ହେ ସଦାପ୍ରଭୋ, ମୋʼ ମୁଖ ଆଗରେ ପ୍ରହରୀ ନିଯୁକ୍ତ କର; ମୋʼଓଷ୍ଠାଧରର କବାଟ ରକ୍ଷା କର । 4 ଅଧର୍ମାଚାରୀ ଲୋକମାନଙ୍କ ସଙ୍ଗେ ଦୁଷ୍ଟ କ୍ରିୟାରେ ନିଯୁକ୍ତ ହେବା ପାଇଁ କୌଣସି ମନ୍ଦ ବିଷୟରେ ମୋʼ ଚିତ୍ତକୁ ପ୍ରବର୍ତ୍ତାଅ ନାହିଁ ଓ ସେମାନଙ୍କ ସୁସ୍ଵାଦୁ ଭକ୍ଷ୍ୟ ଭୋଜନ କରିବାକୁ ମୋତେ ଦିଅ ନାହିଁ । 5 ଧାର୍ମିକ ଲୋକ ମୋତେ ପ୍ରହାର କରୁ, ତାହା ମୋʼ ପ୍ରତି ଦୟା ହେବ ଓ ସେ ମୋତେ ଅନୁଯୋଗ କରୁ, ତାହା ମସ୍ତକରେ ତୈଳ ସ୍ଵରୂପ ହେବ; ମୋʼ ମସ୍ତକ ତାହା ଅଗ୍ରାହ୍ୟ ନ କରୁ; ସେମାନଙ୍କର ନାନା ଦୁଷ୍ଟତା ସମୟରେ ମୋହର ପ୍ରାର୍ଥନା ଚଳୁଥିବ । 6 ସେମାନଙ୍କ ବିଚାରକର୍ତ୍ତାମାନେ ଶୈଳ ପାର୍ଶ୍ଵରେ ନିକ୍ଷିପ୍ତ ହୋଇଅଛନ୍ତି; ମୋହର ବାକ୍ୟ ମଧୁର, ଏଣୁ ସେମାନେ ତାହା ଶୁଣିବେ । 7 କେହି ଭୂମି ଚାଷ ଓ ବିଦୀର୍ଣ୍ଣ କରିବା ବେଳେ ଯେପରି, ସେପରି କବର ମୁଖରେ ଆମ୍ଭମାନଙ୍କ ଅସ୍ଥିସବୁ ଛିନ୍ନଭିନ୍ନ ହୋଇଅଛି । 8 କାରଣ ହେ ପ୍ରଭୋ, ସଦାପ୍ରଭୋ, ମୋʼ ଦୃଷ୍ଟି ତୁମ୍ଭ ଆଡ଼େ ଅଛି; ମୁଁ ତୁମ୍ଭଠାରେ ଭରସା ରଖିଅଛି; ମୋʼ ପ୍ରାଣକୁ ଅନାଥ କରି ତ୍ୟାଗ କର ନାହିଁ । 9 ମୋʼ ନିମନ୍ତେ ସେମାନଙ୍କ ପାତିତ ଫାନ୍ଦରୁ ଓ ଅଧର୍ମାଚାରୀମାନଙ୍କ ଯନ୍ତାରୁ ମୋତେ ରକ୍ଷା କର । 10 ଦୁଷ୍ଟମାନେ ନିଜ ନିଜ ଜାଲରେ ପଡ଼ନ୍ତୁ, ସେହି ଅବସରରେ ମୁଁ ରକ୍ଷା ପାଏ ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 141 / 150
×

Alert

×

Oriya Letters Keypad References