ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଯିଖରିୟ
1. ଦେଖ, ସଦାପ୍ରଭୁଙ୍କର ଏକ ଦିନ ଆସୁଅଛି, ସେସମୟରେ ତୁମ୍ଭ ସମ୍ପତ୍ତି ତୁମ୍ଭ ମଧ୍ୟରେ ବିଭକ୍ତ କରାଯିବ ।
2. କାରଣ ଯିରୂଶାଲମ ବିରୁଦ୍ଧରେ ସଂଗ୍ରାମ ପାଇଁ ସମସ୍ତ ଗୋଷ୍ଠୀଙ୍କୁ ଆମ୍ଭେ ସଂଗ୍ରହ କରିବା; ପୁଣି, ନଗର ଶତ୍ରୁ ହସ୍ତଗତ ଓ ଗୃହସକଳ ଲୁଟିତ ହେବ ଓ ସ୍ତ୍ରୀମାନେ ବଳାତ୍କୃତ ହେବେ; ଆଉ, ନଗରର ଅର୍ଦ୍ଧେକ ଲୋକ ବନ୍ଦୀ ହୋଇ ଯିବେ ଓ ଅବଶିଷ୍ଟ ଲୋକ ନଗରରୁ ଉଚ୍ଛିନ୍ନ ହେବେ ନାହିଁ ।
3. ସେତେବେଳେ ସଦାପ୍ରଭୁ ବାହାର ହେବେ ଓ ସଂଗ୍ରାମ ଦିନରେ ଯେପରି ଯୁଦ୍ଧ କଲେ, ସେପରି ସେହିସବୁ ଗୋଷ୍ଠୀ ବିରୁଦ୍ଧରେ ଯୁଦ୍ଧ କରିବେ ।
4. ପୁଣି, ସେଦିନ ପୂର୍ବ ଦିଗରେ ଯିରୂଶାଲମର ସମ୍ମୁଖସ୍ଥ ଜୈତୁନ ପର୍ବତରେ ତାହାଙ୍କର ଚରଣ ଥୁଆ ହେବ ଓ ଜୈତୁନ ପର୍ବତର ମଧ୍ୟ ଦେଶ ପୂର୍ବ ଓ ପଶ୍ଚିମ ଦିଗରେ ବିଦୀର୍ଣ୍ଣ ହୋଇ ଅତି ବୃହତ ଏକ ଉପତ୍ୟକା ହେବ; ଆଉ, ପର୍ବତର ଅର୍ଦ୍ଧେକ ଉତ୍ତର ଦିଗ ଆଡ଼େ ଓ ଅର୍ଦ୍ଧେକ ଦକ୍ଷିଣ ଦିଗ ଆଡ଼େ ଘୁଞ୍ଚିଯିବ ।
5. ଆଉ, ତୁମ୍ଭେମାନେ ଆମ୍ଭ ପର୍ବତଗଣର ଉପତ୍ୟକା ଦେଇ ପଳାୟନ କରିବ; କାରଣ ପର୍ବତଗଣର ଉପତ୍ୟକା ଆତ୍ସଲ ପର୍ଯ୍ୟନ୍ତ ଯିବ; ହଁ, ତୁମ୍ଭେମାନେ ଯିହୁଦାର ରାଜା ଉଷିୟର ସମୟରେ ଯେପରି ଭୂମିକମ୍ପର ଆଗରୁ ପଳାୟନ କଲେ, ସେପରି ପଳାୟନ କରିବ । ଆଉ, ସଦାପ୍ରଭୁ ମୋʼ ପରମେଶ୍ଵର ଆସିବେ ଓ ତାହାଙ୍କ ସଙ୍ଗେ ସବୁ ପବିତ୍ର ପ୍ରାଣୀମାନେ ଆସିବେ ।
6. ପୁଣି, ସେଦିନ ଏପରି ଘଟିବ ଯେ, ଦୀପ୍ତି ଉଜ୍ଜ୍ଵଳ ଓ ଅନ୍ଧକାର ହେବ ନାହିଁ ।
7. ମାତ୍ର ତାହା ଗୋଟିଏ ଦିନ ହେବ, ତହିଁର ତତ୍ତ୍ଵ ସଦାପ୍ରଭୁଙ୍କୁ ଜଣା; ତାହା ଦିନ ନୁହେଁ ଓ ରାତ୍ରି ନୁହେଁ; ମାତ୍ର ସନ୍ଧ୍ୟାକାଳରେ ଦୀପ୍ତି ହେବ ।
8. ପୁଣି, ସେଦିନ ଯିରୂଶାଲମରୁ ଅମୃତ ଜଳ ନିର୍ଗତ ହେବ; ତହିଁର ଅର୍ଦ୍ଧେକ ପୂର୍ବ ସମୁଦ୍ର ଆଡ଼େ ଓ ଅର୍ଦ୍ଧେକ ପଶ୍ଚିମ ସମୁଦ୍ର ଆଡ଼େ ଯିବ; ଗ୍ରୀଷ୍ମକାଳରେ ଓ ଶୀତକାଳରେ ତାହା ରହିବ ।
9. ଆଉ, ସଦାପ୍ରଭୁ ସମୁଦାୟ ପୃଥିବୀ ଉପରେ ରାଜା ହେବେ; ସେଦିନ ସଦାପ୍ରଭୁ ଅଦ୍ଵିତୀୟ ହେବେ ଓ ତାହାଙ୍କର ନାମ ଅଦ୍ଵିତୀୟ ହେବ।
10. ଗେବାଠାରୁ ଯିରୂଶାଲମର ଦକ୍ଷିଣସ୍ଥ ରିମ୍ମୋନ ପର୍ଯ୍ୟନ୍ତ ସମସ୍ତ ଦେଶ ଆରବା ତୁଲ୍ୟ ପରିବର୍ତ୍ତିତ ହେବ; ଆଉ,ନଗର ଉନ୍ନତ ହୋଇ ବିନ୍ୟାମୀନର ଦ୍ଵାରଠାରୁ ପ୍ରଥମ ଦ୍ଵାରର ସ୍ଥାନ, ଅର୍ଥାତ୍, କୋଣର ଦ୍ଵାର ପର୍ଯ୍ୟନ୍ତ ଓ ହନନେଲର ଦୁର୍ଗଠାରୁ ରାଜାର ଦ୍ରାକ୍ଷାଯନ୍ତ୍ର ପର୍ଯ୍ୟନ୍ତ ଆପଣା ସ୍ଥାନରେ ବାସ କରିବ ।
11. ପୁଣି, ମନୁଷ୍ୟମାନେ ତହିଁ ମଧ୍ୟରେ ବାସ କରିବେ, ପୁଣି ଅଭିଶାପ ଆଉ ନୋହିବ; ମାତ୍ର ଯିରୂଶାଲମ ନିରାପଦରେ ବାସ କରିବ ।
12. ଆଉ, ଯେଉଁ ସକଳ ଗୋଷ୍ଠୀ ଯିରୂଶାଲମ ବିରୁଦ୍ଧରେ ଯୁଦ୍ଧ କରିଅଛନ୍ତି, ସଦାପ୍ରଭୁ ସେମାନଙ୍କୁ ଯେଉଁ ମାରୀରେ ଆଘାତ କରିବେ, ତାହା ଏହି; ସେମାନେ ଆପଣା ଆପଣା ଚରଣରେ ଠିଆ ହେବା ବେଳେ ସେମାନଙ୍କର ମାଂସ କ୍ଷୟ ପାଇବ ଓ ସେମାନଙ୍କର ଚକ୍ଷୁ ଆପଣା ଆପଣା କୋରଡ଼ରେ କ୍ଷୟ ପାଇବ ଓ ସେମାନଙ୍କ ମୁଖରେ ସେମାନଙ୍କର ଜିହ୍ଵା କ୍ଷୟ ପାଇବ ।
13. ପୁଣି, ସେଦିନ ସେମାନଙ୍କ ମଧ୍ୟରେ ସଦାପ୍ରଭୁଙ୍କ ଆଡ଼ରୁ ମହା କୋଳାହଳ ହେବ; ଆଉ, ସେମାନଙ୍କର ପ୍ରତ୍ୟେକ ଜଣ ଆପଣା ଆପଣା ପ୍ରତିବାସୀର ହସ୍ତ ଧରିବେ ଓ ପ୍ରତ୍ୟେକର ହସ୍ତ ଆପଣା ଆପଣା ପ୍ରତିବାସୀର ହସ୍ତ ବିରୁଦ୍ଧରେ ଉଠିବ ।
14. ଯିହୁଦା ମଧ୍ୟ ଯିରୂଶାଲମ ବିରୁଦ୍ଧରେ ଯୁଦ୍ଧ କରିବ ଓ ଚତୁର୍ଦ୍ଦିଗସ୍ଥିତ ସବୁ ଗୋଷ୍ଠୀଙ୍କ ସମ୍ପତ୍ତି ସୁନା, ରୂପା ଓ ବସ୍ତ୍ର ଅତିଶୟ ପ୍ରଚୁର ରୂପେ ସଞ୍ଚୟ କରାଯିବ ।
15. ପୁଣି, ସେହିସବୁ ଛାଉଣିରେ ଯେଉଁ ଅଶ୍ଵ, ଖଚର, ଉଷ୍ଟ୍ର ଓ ଗର୍ଦ୍ଦଭ ଓ ସବୁ ପ୍ରକାର ପଶୁ ଥିବେ, ସେମାନଙ୍କ ପ୍ରତି ଯେଉଁ ମାରୀ ଘଟିବ, ତାହା ସେହି ମାରୀ ତୁଲ୍ୟ ହେବ ।
16. ଆଉ, ଯେଉଁ ଗୋଷ୍ଠୀସବୁ ଯିରୂଶାଲମ ବିରୁଦ୍ଧରେ ଆସିଲେ, ସେମାନଙ୍କ ମଧ୍ୟରୁ ଯେଉଁମାନେ ଅବଶିଷ୍ଟ ରହିବେ, ସେ ପ୍ରତ୍ୟେକେ ସୈନ୍ୟାଧିପତି ସଦାପ୍ରଭୁ ରାଜାଙ୍କ ନିକଟରେ ପ୍ରଣାମ କରିବା ପାଇଁ ଓ ପତ୍ର-କୁଟୀର ପର୍ବ ପାଳନ କରିବା ପାଇଁ ବର୍ଷକୁ ବର୍ଷ ଆସିବେ ।
17. ପୁଣି, ପୃଥିବୀସ୍ଥ ସବୁ ଗୋଷ୍ଠୀ ମଧ୍ୟରୁ ଯେଉଁମାନେ ସୈନ୍ୟାଧିପତି ସଦାପ୍ରଭୁ ରାଜାଙ୍କ ନିକଟରେ ପ୍ରଣାମ କରିବା ପାଇଁ ଯିରୂଶାଲମକୁ ଆସିବେ ନାହିଁ, ସେମାନଙ୍କ ଉପରେ କିଛି ଜଳ ବୃଷ୍ଟି ହେବ ନାହିଁ ।
18. ଆଉ, ମିସରର ଗୋଷ୍ଠୀ ଯେବେ ନ ଆସେ, ତେବେ ସେମାନଙ୍କ ଉପରେ ହିଁ ତାହା ହେବ ନାହିଁ ଯେଉଁ ଗୋଷ୍ଠୀଗଣ ପତ୍ର-କୁଟୀର ପର୍ବ ପାଳନ କରିବା ପାଇଁ ଆସିବେ ନାହିଁ, ସେମାନଙ୍କୁ ସଦାପ୍ରଭୁ ଯଦ୍ଦ୍ଵାରା ଆଘାତ କରିବେ, ସେହି ମାରୀ ସେଠାରେ ଘଟିବ ।
19. ଏହା ମିସରର ଦଣ୍ତ ହେବ ଓ ଯେଉଁସବୁ ଗୋଷ୍ଠୀ ପତ୍ର-କୁଟୀର ପର୍ବ ପାଳନ କରିବାକୁ ଆସିବେ ନାହିଁ, ସେମାନଙ୍କ ପ୍ରତି ଏହି ଦଣ୍ତ ହେବ ।
20. ସେଦିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର, ଏହି କଥା ଅଶ୍ଵଗଣର ଘଣ୍ଟିରେ ଲେଖା ହେବ ଓ ସଦାପ୍ରଭୁଙ୍କ ଗୃହର ହାଣ୍ତିସବୁ ଯଜ୍ଞବେଦି ସମ୍ମୁଖସ୍ଥ ପାତ୍ରସବୁର ତୁଲ୍ୟ ହେବ ।
21. ହଁ, ଯିରୂଶାଲମର ଓ ଯିହୁଦାର ହାଣ୍ତିସବୁ ସୈନ୍ୟାଧିପତି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ; ଆଉ, ଯଜ୍ଞକାରୀ ସମସ୍ତେ ଆସି ସେହି ହାଣ୍ତି ମଧ୍ୟରୁ ନେଇ ତହିଁରେ ପାକ କରିବେ; ପୁଣି, ସେ ଦିନ ସୈନ୍ୟାଧିପତି ସଦାପ୍ରଭୁଙ୍କ ଗୃହରେ କିଣାନୀୟ କୌଣସି ଲୋକ ଆଉ ନ ଥିବ ।
Total 14 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 14 / 14
1 2 3 4 5 6 7 8 9 10 11 12 13 14
1 ଦେଖ, ସଦାପ୍ରଭୁଙ୍କର ଏକ ଦିନ ଆସୁଅଛି, ସେସମୟରେ ତୁମ୍ଭ ସମ୍ପତ୍ତି ତୁମ୍ଭ ମଧ୍ୟରେ ବିଭକ୍ତ କରାଯିବ । 2 କାରଣ ଯିରୂଶାଲମ ବିରୁଦ୍ଧରେ ସଂଗ୍ରାମ ପାଇଁ ସମସ୍ତ ଗୋଷ୍ଠୀଙ୍କୁ ଆମ୍ଭେ ସଂଗ୍ରହ କରିବା; ପୁଣି, ନଗର ଶତ୍ରୁ ହସ୍ତଗତ ଓ ଗୃହସକଳ ଲୁଟିତ ହେବ ଓ ସ୍ତ୍ରୀମାନେ ବଳାତ୍କୃତ ହେବେ; ଆଉ, ନଗରର ଅର୍ଦ୍ଧେକ ଲୋକ ବନ୍ଦୀ ହୋଇ ଯିବେ ଓ ଅବଶିଷ୍ଟ ଲୋକ ନଗରରୁ ଉଚ୍ଛିନ୍ନ ହେବେ ନାହିଁ । 3 ସେତେବେଳେ ସଦାପ୍ରଭୁ ବାହାର ହେବେ ଓ ସଂଗ୍ରାମ ଦିନରେ ଯେପରି ଯୁଦ୍ଧ କଲେ, ସେପରି ସେହିସବୁ ଗୋଷ୍ଠୀ ବିରୁଦ୍ଧରେ ଯୁଦ୍ଧ କରିବେ । 4 ପୁଣି, ସେଦିନ ପୂର୍ବ ଦିଗରେ ଯିରୂଶାଲମର ସମ୍ମୁଖସ୍ଥ ଜୈତୁନ ପର୍ବତରେ ତାହାଙ୍କର ଚରଣ ଥୁଆ ହେବ ଓ ଜୈତୁନ ପର୍ବତର ମଧ୍ୟ ଦେଶ ପୂର୍ବ ଓ ପଶ୍ଚିମ ଦିଗରେ ବିଦୀର୍ଣ୍ଣ ହୋଇ ଅତି ବୃହତ ଏକ ଉପତ୍ୟକା ହେବ; ଆଉ, ପର୍ବତର ଅର୍ଦ୍ଧେକ ଉତ୍ତର ଦିଗ ଆଡ଼େ ଓ ଅର୍ଦ୍ଧେକ ଦକ୍ଷିଣ ଦିଗ ଆଡ଼େ ଘୁଞ୍ଚିଯିବ । 5 ଆଉ, ତୁମ୍ଭେମାନେ ଆମ୍ଭ ପର୍ବତଗଣର ଉପତ୍ୟକା ଦେଇ ପଳାୟନ କରିବ; କାରଣ ପର୍ବତଗଣର ଉପତ୍ୟକା ଆତ୍ସଲ ପର୍ଯ୍ୟନ୍ତ ଯିବ; ହଁ, ତୁମ୍ଭେମାନେ ଯିହୁଦାର ରାଜା ଉଷିୟର ସମୟରେ ଯେପରି ଭୂମିକମ୍ପର ଆଗରୁ ପଳାୟନ କଲେ, ସେପରି ପଳାୟନ କରିବ । ଆଉ, ସଦାପ୍ରଭୁ ମୋʼ ପରମେଶ୍ଵର ଆସିବେ ଓ ତାହାଙ୍କ ସଙ୍ଗେ ସବୁ ପବିତ୍ର ପ୍ରାଣୀମାନେ ଆସିବେ । 6 ପୁଣି, ସେଦିନ ଏପରି ଘଟିବ ଯେ, ଦୀପ୍ତି ଉଜ୍ଜ୍ଵଳ ଓ ଅନ୍ଧକାର ହେବ ନାହିଁ । 7 ମାତ୍ର ତାହା ଗୋଟିଏ ଦିନ ହେବ, ତହିଁର ତତ୍ତ୍ଵ ସଦାପ୍ରଭୁଙ୍କୁ ଜଣା; ତାହା ଦିନ ନୁହେଁ ଓ ରାତ୍ରି ନୁହେଁ; ମାତ୍ର ସନ୍ଧ୍ୟାକାଳରେ ଦୀପ୍ତି ହେବ । 8 ପୁଣି, ସେଦିନ ଯିରୂଶାଲମରୁ ଅମୃତ ଜଳ ନିର୍ଗତ ହେବ; ତହିଁର ଅର୍ଦ୍ଧେକ ପୂର୍ବ ସମୁଦ୍ର ଆଡ଼େ ଓ ଅର୍ଦ୍ଧେକ ପଶ୍ଚିମ ସମୁଦ୍ର ଆଡ଼େ ଯିବ; ଗ୍ରୀଷ୍ମକାଳରେ ଓ ଶୀତକାଳରେ ତାହା ରହିବ । 9 ଆଉ, ସଦାପ୍ରଭୁ ସମୁଦାୟ ପୃଥିବୀ ଉପରେ ରାଜା ହେବେ; ସେଦିନ ସଦାପ୍ରଭୁ ଅଦ୍ଵିତୀୟ ହେବେ ଓ ତାହାଙ୍କର ନାମ ଅଦ୍ଵିତୀୟ ହେବ। 10 ଗେବାଠାରୁ ଯିରୂଶାଲମର ଦକ୍ଷିଣସ୍ଥ ରିମ୍ମୋନ ପର୍ଯ୍ୟନ୍ତ ସମସ୍ତ ଦେଶ ଆରବା ତୁଲ୍ୟ ପରିବର୍ତ୍ତିତ ହେବ; ଆଉ,ନଗର ଉନ୍ନତ ହୋଇ ବିନ୍ୟାମୀନର ଦ୍ଵାରଠାରୁ ପ୍ରଥମ ଦ୍ଵାରର ସ୍ଥାନ, ଅର୍ଥାତ୍, କୋଣର ଦ୍ଵାର ପର୍ଯ୍ୟନ୍ତ ଓ ହନନେଲର ଦୁର୍ଗଠାରୁ ରାଜାର ଦ୍ରାକ୍ଷାଯନ୍ତ୍ର ପର୍ଯ୍ୟନ୍ତ ଆପଣା ସ୍ଥାନରେ ବାସ କରିବ । 11 ପୁଣି, ମନୁଷ୍ୟମାନେ ତହିଁ ମଧ୍ୟରେ ବାସ କରିବେ, ପୁଣି ଅଭିଶାପ ଆଉ ନୋହିବ; ମାତ୍ର ଯିରୂଶାଲମ ନିରାପଦରେ ବାସ କରିବ । 12 ଆଉ, ଯେଉଁ ସକଳ ଗୋଷ୍ଠୀ ଯିରୂଶାଲମ ବିରୁଦ୍ଧରେ ଯୁଦ୍ଧ କରିଅଛନ୍ତି, ସଦାପ୍ରଭୁ ସେମାନଙ୍କୁ ଯେଉଁ ମାରୀରେ ଆଘାତ କରିବେ, ତାହା ଏହି; ସେମାନେ ଆପଣା ଆପଣା ଚରଣରେ ଠିଆ ହେବା ବେଳେ ସେମାନଙ୍କର ମାଂସ କ୍ଷୟ ପାଇବ ଓ ସେମାନଙ୍କର ଚକ୍ଷୁ ଆପଣା ଆପଣା କୋରଡ଼ରେ କ୍ଷୟ ପାଇବ ଓ ସେମାନଙ୍କ ମୁଖରେ ସେମାନଙ୍କର ଜିହ୍ଵା କ୍ଷୟ ପାଇବ । 13 ପୁଣି, ସେଦିନ ସେମାନଙ୍କ ମଧ୍ୟରେ ସଦାପ୍ରଭୁଙ୍କ ଆଡ଼ରୁ ମହା କୋଳାହଳ ହେବ; ଆଉ, ସେମାନଙ୍କର ପ୍ରତ୍ୟେକ ଜଣ ଆପଣା ଆପଣା ପ୍ରତିବାସୀର ହସ୍ତ ଧରିବେ ଓ ପ୍ରତ୍ୟେକର ହସ୍ତ ଆପଣା ଆପଣା ପ୍ରତିବାସୀର ହସ୍ତ ବିରୁଦ୍ଧରେ ଉଠିବ । 14 ଯିହୁଦା ମଧ୍ୟ ଯିରୂଶାଲମ ବିରୁଦ୍ଧରେ ଯୁଦ୍ଧ କରିବ ଓ ଚତୁର୍ଦ୍ଦିଗସ୍ଥିତ ସବୁ ଗୋଷ୍ଠୀଙ୍କ ସମ୍ପତ୍ତି ସୁନା, ରୂପା ଓ ବସ୍ତ୍ର ଅତିଶୟ ପ୍ରଚୁର ରୂପେ ସଞ୍ଚୟ କରାଯିବ । 15 ପୁଣି, ସେହିସବୁ ଛାଉଣିରେ ଯେଉଁ ଅଶ୍ଵ, ଖଚର, ଉଷ୍ଟ୍ର ଓ ଗର୍ଦ୍ଦଭ ଓ ସବୁ ପ୍ରକାର ପଶୁ ଥିବେ, ସେମାନଙ୍କ ପ୍ରତି ଯେଉଁ ମାରୀ ଘଟିବ, ତାହା ସେହି ମାରୀ ତୁଲ୍ୟ ହେବ । 16 ଆଉ, ଯେଉଁ ଗୋଷ୍ଠୀସବୁ ଯିରୂଶାଲମ ବିରୁଦ୍ଧରେ ଆସିଲେ, ସେମାନଙ୍କ ମଧ୍ୟରୁ ଯେଉଁମାନେ ଅବଶିଷ୍ଟ ରହିବେ, ସେ ପ୍ରତ୍ୟେକେ ସୈନ୍ୟାଧିପତି ସଦାପ୍ରଭୁ ରାଜାଙ୍କ ନିକଟରେ ପ୍ରଣାମ କରିବା ପାଇଁ ଓ ପତ୍ର-କୁଟୀର ପର୍ବ ପାଳନ କରିବା ପାଇଁ ବର୍ଷକୁ ବର୍ଷ ଆସିବେ । 17 ପୁଣି, ପୃଥିବୀସ୍ଥ ସବୁ ଗୋଷ୍ଠୀ ମଧ୍ୟରୁ ଯେଉଁମାନେ ସୈନ୍ୟାଧିପତି ସଦାପ୍ରଭୁ ରାଜାଙ୍କ ନିକଟରେ ପ୍ରଣାମ କରିବା ପାଇଁ ଯିରୂଶାଲମକୁ ଆସିବେ ନାହିଁ, ସେମାନଙ୍କ ଉପରେ କିଛି ଜଳ ବୃଷ୍ଟି ହେବ ନାହିଁ । 18 ଆଉ, ମିସରର ଗୋଷ୍ଠୀ ଯେବେ ନ ଆସେ, ତେବେ ସେମାନଙ୍କ ଉପରେ ହିଁ ତାହା ହେବ ନାହିଁ ଯେଉଁ ଗୋଷ୍ଠୀଗଣ ପତ୍ର-କୁଟୀର ପର୍ବ ପାଳନ କରିବା ପାଇଁ ଆସିବେ ନାହିଁ, ସେମାନଙ୍କୁ ସଦାପ୍ରଭୁ ଯଦ୍ଦ୍ଵାରା ଆଘାତ କରିବେ, ସେହି ମାରୀ ସେଠାରେ ଘଟିବ । 19 ଏହା ମିସରର ଦଣ୍ତ ହେବ ଓ ଯେଉଁସବୁ ଗୋଷ୍ଠୀ ପତ୍ର-କୁଟୀର ପର୍ବ ପାଳନ କରିବାକୁ ଆସିବେ ନାହିଁ, ସେମାନଙ୍କ ପ୍ରତି ଏହି ଦଣ୍ତ ହେବ । 20 ସେଦିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର, ଏହି କଥା ଅଶ୍ଵଗଣର ଘଣ୍ଟିରେ ଲେଖା ହେବ ଓ ସଦାପ୍ରଭୁଙ୍କ ଗୃହର ହାଣ୍ତିସବୁ ଯଜ୍ଞବେଦି ସମ୍ମୁଖସ୍ଥ ପାତ୍ରସବୁର ତୁଲ୍ୟ ହେବ । 21 ହଁ, ଯିରୂଶାଲମର ଓ ଯିହୁଦାର ହାଣ୍ତିସବୁ ସୈନ୍ୟାଧିପତି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ; ଆଉ, ଯଜ୍ଞକାରୀ ସମସ୍ତେ ଆସି ସେହି ହାଣ୍ତି ମଧ୍ୟରୁ ନେଇ ତହିଁରେ ପାକ କରିବେ; ପୁଣି, ସେ ଦିନ ସୈନ୍ୟାଧିପତି ସଦାପ୍ରଭୁଙ୍କ ଗୃହରେ କିଣାନୀୟ କୌଣସି ଲୋକ ଆଉ ନ ଥିବ ।
Total 14 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 14 / 14
1 2 3 4 5 6 7 8 9 10 11 12 13 14
×

Alert

×

Oriya Letters Keypad References