ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଉପଦେଶକ
1. ଆଉ, ତୁମ୍ଭେ ଯୌବନକାଳରେ ଆପଣା ସୃଷ୍ଟିକର୍ତ୍ତାଙ୍କୁ ସ୍ମରଣ କର; ଯେହେତୁ ଦୁଃସମୟ ଆସୁଅଛି, ଯେଉଁସବୁ ବର୍ଷରେ ତୁମ୍ଭେ କହିବ, ଏସବୁରେ ମୋହର କିଛି ସୁଖ ନାହିଁ, ସେହିସବୁ ବର୍ଷ ସନ୍ନିକଟ ହେଉଅଛି ।
2. ସେସମୟରେ ସୂର୍ଯ୍ୟ ଓ ଦୀପ୍ତି ଓ ଚନ୍ଦ୍ର ଓ ତାରାଗଣ ଅନ୍ଧକାରମୟ ହେବେ, ପୁଣି ବୃଷ୍ଟି ଉତ୍ତାରେ ପୁନର୍ବାର ମେଘ ହେବ;
3. ସେହି ଦିନ ଗୃହ-ରକ୍ଷକମାନେ ଥରହର ହେବେ ଓ ବଳବାନ ଲୋକେ ଆପେ ନତ ହେବେ ଓ ପେଷିକାମାନେ ଅଳ୍ପ ହେବାରୁ କର୍ମରୁ ନିବୃତ୍ତ ହେବେ, ପୁଣି ଝରକାରେ ଦୃଷ୍ଟିକାରିଣୀମାନେ ଅନ୍ଧକାରଗ୍ରସ୍ତା ହେବେ
4. ଓ ପଥଆଡ଼େ ଦ୍ଵାର ରୁଦ୍ଧ ହେବ, ସେସମୟରେ ପେଷଣ ଶଦ୍ଦ କ୍ଷୀଣ ହେବ, ପୁଣି ପକ୍ଷୀର ନାଦରେ ଲୋକ ଜାଗି ଉଠିବ ଓ ବାଦ୍ୟକାରିଣୀ କନ୍ୟାଗଣ କ୍ଷୀଣ ହେବେ;
5. ଆହୁରି, ସେମାନେ ଉଚ୍ଚ ସ୍ଥାନ ବିଷୟରେ ଭୀତ ହେବେ ଓ ପଥରେ ତ୍ରାସ ହେବ; ଆଉ, ବାଦାମ ବୃକ୍ଷ ପୁଷ୍ପିତ ହେବ ଓ ଫଡ଼ିଙ୍ଗ ଆପଣା ଭାରରେ ଭାରଗ୍ରସ୍ତ ହେବ ଓ କାମନା ନିସ୍ତେଜ ହେବ; କାରଣ ମନୁଷ୍ୟ ଆପଣା ଚିର ନିବାସକୁ ଯାଏ ଓ ଶୋକକାରୀମାନେ ପଥରେ ଭ୍ରମଣ କରନ୍ତି;
6. ସେହି ସମୟରେ ରୂପାର ତାର ହୁଗୁଳା ହେବ, ସୁବର୍ଣ୍ଣ ପାତ୍ର ଭଗ୍ନ ହେବ, ମାଟିର ପାତ୍ର ଜଳସ୍ରୋତ ନିକଟରେ ଚୂର୍ଣ୍ଣ ହେବ ଓ କୂପରେ ଚକ୍ର ଭଗ୍ନ ହେବ;
7. ପୁଣି, ଧୂଳି ପୂର୍ବ ପରି ମୃତ୍ତିକାରେ ଲୀନ ହେବ, ଆଉ ଆତ୍ମାଦାତା ପରମେଶ୍ଵରଙ୍କ ନିକଟକୁ ଆତ୍ମା ଫେରି ଯିବ ।
8. ଉପଦେଶକ କହଇ, ଅସାରର ଅସାର, ସବୁ ହିଁ ଅସାର ।
9. ଆହୁରି, ଉପଦେଶକ ଜ୍ଞାନବାନ ହେବାରୁ ଲୋକମାନଙ୍କୁ ନିତ୍ୟ ଜ୍ଞାନ ଶିକ୍ଷା ଦେଲା; ପୁଣି, ସେ ବିବେଚନା ଓ ଅନୁସନ୍ଧାନ କରି ଅନେକ ହିତୋପଦେଶ ବିନ୍ୟାସ କଲା ।
10. ଉପଦେଶକ ମନୋହର ବାକ୍ୟ ଓ ଯାହା ସରଳ ଭାବରେ ଲେଖାଗଲା, ସେହି ସତ୍ୟ ବାକ୍ୟ ପାଇବାକୁ ଅନ୍ଵେଷଣ କଲା ।
11. ଜ୍ଞାନବାନର ବାକ୍ୟସବୁ ଅଙ୍କୁଶ ସ୍ଵରୂପ ଓ ସଭାପତିଗଣର ବାକ୍ୟ ଦୃଢ଼ବଦ୍ଧ ଲୌହ କଣ୍ଟକ ସ୍ଵରୂପ, ତାହାସବୁ ଏକ ପାଳକ ଦ୍ଵାରା ଦତ୍ତ ହୋଇଅଛି ।
12. ଆହୁରି, ହେ ମୋହର ପୁତ୍ର, ତୁମ୍ଭେ ଉପଦେଶ ଗ୍ରହଣ କର; ଅନେକ ପୁସ୍ତକ ରଚନା କରିବାର ଶେଷ ନାହିଁ; ପୁଣି, ବହୁ ଅଭ୍ୟାସ ଶରୀରର କ୍ଳାନ୍ତିଜନକ ।
13. ସାର କଥା ଏହି; ସବୁ ଶୁଣାଯାଇଅଛି; ପରମେଶ୍ଵରଙ୍କୁ ଭୟ କର ଓ ତାହାଙ୍କର ଆଜ୍ଞାସବୁ ପାଳନ କର; କାରଣ ଏହା ହିଁ ମନୁଷ୍ୟର ପୂର୍ଣ୍ଣ କର୍ତ୍ତବ୍ୟ କର୍ମ ।
14. ଯେହେତୁ ପରମେଶ୍ଵର ପ୍ରତ୍ୟେକ କର୍ମ, ପୁଣି ଭଲ କି ମନ୍ଦ ପ୍ରତ୍ୟେକ ଗୁପ୍ତ ବିଷୟ ବିଚାରରେ ଆଣିବେ ।

Notes

No Verse Added

Total 12 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 12 / 12
1 2 3 4 5 6 7 8 9 10 11 12
ଉପଦେଶକ 12:27
1 ଆଉ, ତୁମ୍ଭେ ଯୌବନକାଳରେ ଆପଣା ସୃଷ୍ଟିକର୍ତ୍ତାଙ୍କୁ ସ୍ମରଣ କର; ଯେହେତୁ ଦୁଃସମୟ ଆସୁଅଛି, ଯେଉଁସବୁ ବର୍ଷରେ ତୁମ୍ଭେ କହିବ, ଏସବୁରେ ମୋହର କିଛି ସୁଖ ନାହିଁ, ସେହିସବୁ ବର୍ଷ ସନ୍ନିକଟ ହେଉଅଛି । 2 ସେସମୟରେ ସୂର୍ଯ୍ୟ ଓ ଦୀପ୍ତି ଓ ଚନ୍ଦ୍ର ଓ ତାରାଗଣ ଅନ୍ଧକାରମୟ ହେବେ, ପୁଣି ବୃଷ୍ଟି ଉତ୍ତାରେ ପୁନର୍ବାର ମେଘ ହେବ; 3 ସେହି ଦିନ ଗୃହ-ରକ୍ଷକମାନେ ଥରହର ହେବେ ଓ ବଳବାନ ଲୋକେ ଆପେ ନତ ହେବେ ଓ ପେଷିକାମାନେ ଅଳ୍ପ ହେବାରୁ କର୍ମରୁ ନିବୃତ୍ତ ହେବେ, ପୁଣି ଝରକାରେ ଦୃଷ୍ଟିକାରିଣୀମାନେ ଅନ୍ଧକାରଗ୍ରସ୍ତା ହେବେ 4 ଓ ପଥଆଡ଼େ ଦ୍ଵାର ରୁଦ୍ଧ ହେବ, ସେସମୟରେ ପେଷଣ ଶଦ୍ଦ କ୍ଷୀଣ ହେବ, ପୁଣି ପକ୍ଷୀର ନାଦରେ ଲୋକ ଜାଗି ଉଠିବ ଓ ବାଦ୍ୟକାରିଣୀ କନ୍ୟାଗଣ କ୍ଷୀଣ ହେବେ; 5 ଆହୁରି, ସେମାନେ ଉଚ୍ଚ ସ୍ଥାନ ବିଷୟରେ ଭୀତ ହେବେ ଓ ପଥରେ ତ୍ରାସ ହେବ; ଆଉ, ବାଦାମ ବୃକ୍ଷ ପୁଷ୍ପିତ ହେବ ଓ ଫଡ଼ିଙ୍ଗ ଆପଣା ଭାରରେ ଭାରଗ୍ରସ୍ତ ହେବ ଓ କାମନା ନିସ୍ତେଜ ହେବ; କାରଣ ମନୁଷ୍ୟ ଆପଣା ଚିର ନିବାସକୁ ଯାଏ ଓ ଶୋକକାରୀମାନେ ପଥରେ ଭ୍ରମଣ କରନ୍ତି; 6 ସେହି ସମୟରେ ରୂପାର ତାର ହୁଗୁଳା ହେବ, ସୁବର୍ଣ୍ଣ ପାତ୍ର ଭଗ୍ନ ହେବ, ମାଟିର ପାତ୍ର ଜଳସ୍ରୋତ ନିକଟରେ ଚୂର୍ଣ୍ଣ ହେବ ଓ କୂପରେ ଚକ୍ର ଭଗ୍ନ ହେବ; 7 ପୁଣି, ଧୂଳି ପୂର୍ବ ପରି ମୃତ୍ତିକାରେ ଲୀନ ହେବ, ଆଉ ଆତ୍ମାଦାତା ପରମେଶ୍ଵରଙ୍କ ନିକଟକୁ ଆତ୍ମା ଫେରି ଯିବ । 8 ଉପଦେଶକ କହଇ, ଅସାରର ଅସାର, ସବୁ ହିଁ ଅସାର । 9 ଆହୁରି, ଉପଦେଶକ ଜ୍ଞାନବାନ ହେବାରୁ ଲୋକମାନଙ୍କୁ ନିତ୍ୟ ଜ୍ଞାନ ଶିକ୍ଷା ଦେଲା; ପୁଣି, ସେ ବିବେଚନା ଓ ଅନୁସନ୍ଧାନ କରି ଅନେକ ହିତୋପଦେଶ ବିନ୍ୟାସ କଲା । 10 ଉପଦେଶକ ମନୋହର ବାକ୍ୟ ଓ ଯାହା ସରଳ ଭାବରେ ଲେଖାଗଲା, ସେହି ସତ୍ୟ ବାକ୍ୟ ପାଇବାକୁ ଅନ୍ଵେଷଣ କଲା । 11 ଜ୍ଞାନବାନର ବାକ୍ୟସବୁ ଅଙ୍କୁଶ ସ୍ଵରୂପ ଓ ସଭାପତିଗଣର ବାକ୍ୟ ଦୃଢ଼ବଦ୍ଧ ଲୌହ କଣ୍ଟକ ସ୍ଵରୂପ, ତାହାସବୁ ଏକ ପାଳକ ଦ୍ଵାରା ଦତ୍ତ ହୋଇଅଛି । 12 ଆହୁରି, ହେ ମୋହର ପୁତ୍ର, ତୁମ୍ଭେ ଉପଦେଶ ଗ୍ରହଣ କର; ଅନେକ ପୁସ୍ତକ ରଚନା କରିବାର ଶେଷ ନାହିଁ; ପୁଣି, ବହୁ ଅଭ୍ୟାସ ଶରୀରର କ୍ଳାନ୍ତିଜନକ । 13 ସାର କଥା ଏହି; ସବୁ ଶୁଣାଯାଇଅଛି; ପରମେଶ୍ଵରଙ୍କୁ ଭୟ କର ଓ ତାହାଙ୍କର ଆଜ୍ଞାସବୁ ପାଳନ କର; କାରଣ ଏହା ହିଁ ମନୁଷ୍ୟର ପୂର୍ଣ୍ଣ କର୍ତ୍ତବ୍ୟ କର୍ମ । 14 ଯେହେତୁ ପରମେଶ୍ଵର ପ୍ରତ୍ୟେକ କର୍ମ, ପୁଣି ଭଲ କି ମନ୍ଦ ପ୍ରତ୍ୟେକ ଗୁପ୍ତ ବିଷୟ ବିଚାରରେ ଆଣିବେ ।
Total 12 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 12 / 12
1 2 3 4 5 6 7 8 9 10 11 12
Common Bible Languages
West Indian Languages
×

Alert

×

oriya Letters Keypad References