ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଯିହୋଶୂୟ
1. କିଣାନ ଦେଶରେ ଇସ୍ରାଏଲ-ସନ୍ତାନଗଣ ଏହିସବୁ ଅଧିକାର ପାଇଲେ, ଇଲୀୟାସର ଯାଜକ ଓ ନୂନର ପୁତ୍ର ଯିହୋଶୂୟ ଓ ଇସ୍ରାଏଲ-ସନ୍ତାନ-ଗଣର ପିତୃବଂଶୀୟ ପ୍ରଧାନବର୍ଗ,
2. ଯେପରି ସଦାପ୍ରଭୁ ମୋଶାଙ୍କ ଦ୍ଵାରା ଆଜ୍ଞା ଦେଇଥିଲେ, ତଦନୁସାରେ ସେମାନେ ତାହା ନଅ ବଂଶକୁ ଓ ଅର୍ଦ୍ଧ ବଂଶକୁ ଗୁଲିବାଣ୍ଟ ଦ୍ଵାରା ବିଭାଗ କରି ଦେଲେ ।
3. କାରଣ ମୋଶା ଯର୍ଦ୍ଦନ ପୂର୍ବପାରିରେ ଦୁଇ ବଂଶ ଓ ଅର୍ଦ୍ଧ ବଂଶକୁ ଅଧିକାର ଦେଇଥିଲେ; ମାତ୍ର ସେ ସେମାନଙ୍କ ମଧ୍ୟରେ ଲେବୀୟମାନଙ୍କୁ କୌଣସି ଅଧିକାର ଦେଲେ ନାହିଁ ।
4. ଯୋଷେଫର ସନ୍ତାନଗଣ ମନଃଶି ଓ ଇଫ୍ରୟିମ ଦୁଇ ବଂଶ ଥିଲେ । ପୁଣି ସେମାନେ ଲେବୀୟମାନଙ୍କୁ କେତେକ ବସତି-ନଗର ଓ ପଶୁ ଓ ସମ୍ପତ୍ତି ନିମନ୍ତେ ତଳିଭୂମି ଛଡ଼ା ଦେଶ ମଧ୍ୟରେ ଆଉ କୌଣସି ଅଂଶ ଦେଲେ ନାହିଁ ।
5. ସଦାପ୍ରଭୁ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ତଦନୁସାରେ ଇସ୍ରାଏଲ-ସନ୍ତାନଗଣ କର୍ମ କରି ଦେଶ ବିଭାଗ କଲେ ।
6. ସେସମୟରେ ଯିହୁଦା-ସନ୍ତାନଗଣ ଗିଲ୍ଗଲ୍ରେ ଯିହୋଶୂୟଙ୍କ ନିକଟକୁ ଆସିଲେ; ତହୁଁ କନିସୀୟ ଯିଫୁନ୍ନିର ପୁତ୍ର କାଲେବ୍ ତାଙ୍କୁ କହିଲେ, ସଦାପ୍ରଭୁ ତୁମ୍ଭ ବିଷୟରେ ଓ ଆମ୍ଭ ବିଷୟରେ ପରମେଶ୍ଵରଙ୍କ ଲୋକ ମୋଶାଙ୍କୁ କାଦେଶ-ବର୍ଣ୍ଣେୟରେ ଯାହା କହିଥିଲେ, ତାହା ତୁମ୍ଭେ ଜାଣ ।
7. ମୋହର ଚାଳିଶ ବର୍ଷ ବୟସରେ ସଦାପ୍ରଭୁଙ୍କ ସେବକ ମୋଶା ଦେଶ ଅନୁସନ୍ଧାନ କରିବା ପାଇଁ କାଦେଶ-ବର୍ଣ୍ଣେୟଠାରୁ ମୋତେ ପଠାଇଥିଲେ; ତହିଁରେ ମୁଁ ଆପଣା ମନରେ ଯାହା ଥିଲା, ତଦନୁସାରେ ତାଙ୍କୁ ସମ୍ଵାଦ ଆଣି ଦେଲି ।
8. ତଥାପି ମୋହର ଯେଉଁ ଭ୍ରାତୃଗଣ ମୋର ସଙ୍ଗେ ଯାଇଥିଲେ, ସେମାନେ ଲୋକମାନଙ୍କ ହୃଦୟ ତରଳାଇ ପକାଇଲେ; ମାତ୍ର ମୁଁ ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁ ମୋର ପରମେଶ୍ଵରଙ୍କର ଅନୁଗତ ହେଲି ।
9. ଏହେତୁ ମୋଶା ସେହି ଦିନ ଶପଥ କରି କହିଲେ, ଯେଉଁ ଭୂମିରେ ତୁମ୍ଭର ପାଦ ପଡ଼ିଅଛି, ତାହା ଅବଶ୍ୟ ତୁମ୍ଭର ଓ ଯୁଗାନୁକ୍ରମେ ତୁମ୍ଭ ସନ୍ତାନଗଣର ଅଧିକାର ହେବ, ଯେହେତୁ ତୁମ୍ଭେ ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁ ଆମ୍ଭ ପରମେଶ୍ଵରଙ୍କର ଅନୁଗତ ହୋଇଅଛ ।
10. ଏବେ ଦେଖ, ପ୍ରାନ୍ତରରେ ଇସ୍ରାଏଲ ଭ୍ରମଣ କରିବା ବେଳେ ସଦାପ୍ରଭୁ ମୋଶାଙ୍କୁ ସେହି ଯେଉଁ କଥା କହିଥିଲେ, ତଦବଧି ସଦାପ୍ରଭୁ ଆପଣା ବାକ୍ୟାନୁସାରେ ମୋତେ ପଞ୍ଚଚାଳିଶ୍ ବର୍ଷ ହେଲା ଜୀବିତ ରଖିଅଛନ୍ତି; ଏଣୁ ଏବେ ଦେଖ, ମୁଁ ଆଜି ଚାରିକୋଡ଼ି ପାଞ୍ଚ ବର୍ଷ ବୟସ୍କ ହୋଇଅଛି ।
11. ତଥାପି ମୋଶା ଯେଉଁ ଦିନ ମୋତେ ପଠାଇଥିଲେ, ସେଦିନ ମୁଁ ଯେପରି ବଳବାନ ଥିଲି, ସେପରି ଆଜି ଅଛି; ଯୁଦ୍ଧ କରିବା ପାଇଁ ଓ ବାହାରେ ଭିତରେ ଯିବା ଆସିବା ପାଇଁ ସେ ସମୟରେ ମୋହର ଯେପରି ବଳ ଥିଲା, ସେପରି ଏବେ ମଧ୍ୟ ମୋହର ବଳ ଅଛି ।
12. ଏହେତୁ ସେଦିନ ଏହି ଯେଉଁ ପର୍ବତ ବିଷୟରେ ସଦାପ୍ରଭୁ କହିଥିଲେ, ତାହା ମୋତେ ଦିଅ; କାରଣ ଅନାକୀୟମାନେ ସେଠାରେ ଥାʼନ୍ତି ଓ ନଗରମାନ ବୃହତ ଓ ପ୍ରାଚୀରବେଷ୍ଟିତ, ଏହା ତୁମ୍ଭେ ସେଦିନ ଶୁଣିଥିଲ; ହୋଇପାରେ, ସଦାପ୍ରଭୁ ମୋହର ସଙ୍ଗରେ ହେବେ, ପୁଣି ମୁଁ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେମାନଙ୍କୁ ତଡ଼ି ଦେବି ।
13. ଏଥିରେ ଯିହୋଶୂୟ ତାହାକୁ ଆଶୀର୍ବାଦ କଲେ; ପୁଣି ସେ ଯିଫୁନ୍ନିର ପୁତ୍ର କାଲେବ୍ଙ୍କୁ ଅଧିକାରାର୍ଥେ ହିବ୍ରୋଣ ଦେଲେ ।
14. ଏହେତୁ ଆଜି ପର୍ଯ୍ୟନ୍ତ ହିବ୍ରୋଣ କନିସୀୟ ଯିଫୁନ୍ନିର ପୁତ୍ର କାଲେବ୍ଙ୍କର ଅଧିକାର ହୋଇଅଛି, ଯେହେତୁ ସେ ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କ ଅନୁଗତ ହୋଇଥିଲେ ।
15. ପୂର୍ବକାଳରେ ଏହି ହିବ୍ରୋଣର ନାମ କିରୀୟଥର୍ବ (ଅର୍ବର ନଗର) ଥିଲା; ସେହି ଅର୍ବ ଅନାକୀୟମାନଙ୍କ ମଧ୍ୟରେ ସର୍ବପ୍ରଧାନ ଲୋକ ଥିଲା । ଏଉତ୍ତାରୁ ଦେଶ ଯୁଦ୍ଧରୁ ବିଶ୍ରାମ ପାଇଲା ।

ରେକର୍ଡଗୁଡିକ

Total 24 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 14 / 24
1 କିଣାନ ଦେଶରେ ଇସ୍ରାଏଲ-ସନ୍ତାନଗଣ ଏହିସବୁ ଅଧିକାର ପାଇଲେ, ଇଲୀୟାସର ଯାଜକ ଓ ନୂନର ପୁତ୍ର ଯିହୋଶୂୟ ଓ ଇସ୍ରାଏଲ-ସନ୍ତାନ-ଗଣର ପିତୃବଂଶୀୟ ପ୍ରଧାନବର୍ଗ, 2 ଯେପରି ସଦାପ୍ରଭୁ ମୋଶାଙ୍କ ଦ୍ଵାରା ଆଜ୍ଞା ଦେଇଥିଲେ, ତଦନୁସାରେ ସେମାନେ ତାହା ନଅ ବଂଶକୁ ଓ ଅର୍ଦ୍ଧ ବଂଶକୁ ଗୁଲିବାଣ୍ଟ ଦ୍ଵାରା ବିଭାଗ କରି ଦେଲେ । 3 କାରଣ ମୋଶା ଯର୍ଦ୍ଦନ ପୂର୍ବପାରିରେ ଦୁଇ ବଂଶ ଓ ଅର୍ଦ୍ଧ ବଂଶକୁ ଅଧିକାର ଦେଇଥିଲେ; ମାତ୍ର ସେ ସେମାନଙ୍କ ମଧ୍ୟରେ ଲେବୀୟମାନଙ୍କୁ କୌଣସି ଅଧିକାର ଦେଲେ ନାହିଁ । 4 ଯୋଷେଫର ସନ୍ତାନଗଣ ମନଃଶି ଓ ଇଫ୍ରୟିମ ଦୁଇ ବଂଶ ଥିଲେ । ପୁଣି ସେମାନେ ଲେବୀୟମାନଙ୍କୁ କେତେକ ବସତି-ନଗର ଓ ପଶୁ ଓ ସମ୍ପତ୍ତି ନିମନ୍ତେ ତଳିଭୂମି ଛଡ଼ା ଦେଶ ମଧ୍ୟରେ ଆଉ କୌଣସି ଅଂଶ ଦେଲେ ନାହିଁ । 5 ସଦାପ୍ରଭୁ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ତଦନୁସାରେ ଇସ୍ରାଏଲ-ସନ୍ତାନଗଣ କର୍ମ କରି ଦେଶ ବିଭାଗ କଲେ । 6 ସେସମୟରେ ଯିହୁଦା-ସନ୍ତାନଗଣ ଗିଲ୍ଗଲ୍ରେ ଯିହୋଶୂୟଙ୍କ ନିକଟକୁ ଆସିଲେ; ତହୁଁ କନିସୀୟ ଯିଫୁନ୍ନିର ପୁତ୍ର କାଲେବ୍ ତାଙ୍କୁ କହିଲେ, ସଦାପ୍ରଭୁ ତୁମ୍ଭ ବିଷୟରେ ଓ ଆମ୍ଭ ବିଷୟରେ ପରମେଶ୍ଵରଙ୍କ ଲୋକ ମୋଶାଙ୍କୁ କାଦେଶ-ବର୍ଣ୍ଣେୟରେ ଯାହା କହିଥିଲେ, ତାହା ତୁମ୍ଭେ ଜାଣ । 7 ମୋହର ଚାଳିଶ ବର୍ଷ ବୟସରେ ସଦାପ୍ରଭୁଙ୍କ ସେବକ ମୋଶା ଦେଶ ଅନୁସନ୍ଧାନ କରିବା ପାଇଁ କାଦେଶ-ବର୍ଣ୍ଣେୟଠାରୁ ମୋତେ ପଠାଇଥିଲେ; ତହିଁରେ ମୁଁ ଆପଣା ମନରେ ଯାହା ଥିଲା, ତଦନୁସାରେ ତାଙ୍କୁ ସମ୍ଵାଦ ଆଣି ଦେଲି । 8 ତଥାପି ମୋହର ଯେଉଁ ଭ୍ରାତୃଗଣ ମୋର ସଙ୍ଗେ ଯାଇଥିଲେ, ସେମାନେ ଲୋକମାନଙ୍କ ହୃଦୟ ତରଳାଇ ପକାଇଲେ; ମାତ୍ର ମୁଁ ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁ ମୋର ପରମେଶ୍ଵରଙ୍କର ଅନୁଗତ ହେଲି । 9 ଏହେତୁ ମୋଶା ସେହି ଦିନ ଶପଥ କରି କହିଲେ, ଯେଉଁ ଭୂମିରେ ତୁମ୍ଭର ପାଦ ପଡ଼ିଅଛି, ତାହା ଅବଶ୍ୟ ତୁମ୍ଭର ଓ ଯୁଗାନୁକ୍ରମେ ତୁମ୍ଭ ସନ୍ତାନଗଣର ଅଧିକାର ହେବ, ଯେହେତୁ ତୁମ୍ଭେ ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁ ଆମ୍ଭ ପରମେଶ୍ଵରଙ୍କର ଅନୁଗତ ହୋଇଅଛ । 10 ଏବେ ଦେଖ, ପ୍ରାନ୍ତରରେ ଇସ୍ରାଏଲ ଭ୍ରମଣ କରିବା ବେଳେ ସଦାପ୍ରଭୁ ମୋଶାଙ୍କୁ ସେହି ଯେଉଁ କଥା କହିଥିଲେ, ତଦବଧି ସଦାପ୍ରଭୁ ଆପଣା ବାକ୍ୟାନୁସାରେ ମୋତେ ପଞ୍ଚଚାଳିଶ୍ ବର୍ଷ ହେଲା ଜୀବିତ ରଖିଅଛନ୍ତି; ଏଣୁ ଏବେ ଦେଖ, ମୁଁ ଆଜି ଚାରିକୋଡ଼ି ପାଞ୍ଚ ବର୍ଷ ବୟସ୍କ ହୋଇଅଛି । 11 ତଥାପି ମୋଶା ଯେଉଁ ଦିନ ମୋତେ ପଠାଇଥିଲେ, ସେଦିନ ମୁଁ ଯେପରି ବଳବାନ ଥିଲି, ସେପରି ଆଜି ଅଛି; ଯୁଦ୍ଧ କରିବା ପାଇଁ ଓ ବାହାରେ ଭିତରେ ଯିବା ଆସିବା ପାଇଁ ସେ ସମୟରେ ମୋହର ଯେପରି ବଳ ଥିଲା, ସେପରି ଏବେ ମଧ୍ୟ ମୋହର ବଳ ଅଛି । 12 ଏହେତୁ ସେଦିନ ଏହି ଯେଉଁ ପର୍ବତ ବିଷୟରେ ସଦାପ୍ରଭୁ କହିଥିଲେ, ତାହା ମୋତେ ଦିଅ; କାରଣ ଅନାକୀୟମାନେ ସେଠାରେ ଥାʼନ୍ତି ଓ ନଗରମାନ ବୃହତ ଓ ପ୍ରାଚୀରବେଷ୍ଟିତ, ଏହା ତୁମ୍ଭେ ସେଦିନ ଶୁଣିଥିଲ; ହୋଇପାରେ, ସଦାପ୍ରଭୁ ମୋହର ସଙ୍ଗରେ ହେବେ, ପୁଣି ମୁଁ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେମାନଙ୍କୁ ତଡ଼ି ଦେବି ।
13 ଏଥିରେ ଯିହୋଶୂୟ ତାହାକୁ ଆଶୀର୍ବାଦ କଲେ; ପୁଣି ସେ ଯିଫୁନ୍ନିର ପୁତ୍ର କାଲେବ୍ଙ୍କୁ ଅଧିକାରାର୍ଥେ ହିବ୍ରୋଣ ଦେଲେ ।
14 ଏହେତୁ ଆଜି ପର୍ଯ୍ୟନ୍ତ ହିବ୍ରୋଣ କନିସୀୟ ଯିଫୁନ୍ନିର ପୁତ୍ର କାଲେବ୍ଙ୍କର ଅଧିକାର ହୋଇଅଛି, ଯେହେତୁ ସେ ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କ ଅନୁଗତ ହୋଇଥିଲେ । 15 ପୂର୍ବକାଳରେ ଏହି ହିବ୍ରୋଣର ନାମ କିରୀୟଥର୍ବ (ଅର୍ବର ନଗର) ଥିଲା; ସେହି ଅର୍ବ ଅନାକୀୟମାନଙ୍କ ମଧ୍ୟରେ ସର୍ବପ୍ରଧାନ ଲୋକ ଥିଲା । ଏଉତ୍ତାରୁ ଦେଶ ଯୁଦ୍ଧରୁ ବିଶ୍ରାମ ପାଇଲା ।
Total 24 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 14 / 24
×

Alert

×

Oriya Letters Keypad References