1. ପୂର୍ବଦିଗସ୍ଥିତ ଯିରୀହୋର ଜଳ ନିକଟବର୍ତ୍ତୀ ଯିରୀହୋ ସନ୍ନିକଟ ଯର୍ଦ୍ଦନ ଅବଧି ଯିରୀହୋ- ଠାରୁ ପର୍ବତମୟ ଦେଶ ଦେଇ ବୈଥେଲକୁ ଊର୍ଦ୍ଧ୍ଵଗାମୀ ପ୍ରାନ୍ତର ଯୋଷେଫ-ସନ୍ତାନମାନଙ୍କ ବାଣ୍ଟ ହେଲା ।
|
3. ପୁଣି ପଶ୍ଚିମ ଦିଗରେ ଯଫ୍ଲେଟୀୟ ସୀମା ଆଡ଼େ ନିମ୍ନଗାମୀ ବୈଥୋରୋଣର ସୀମା ଓ ଗେଷର ପର୍ଯ୍ୟନ୍ତ ଗଲା ଓ ତହିଁର ପ୍ରାନ୍ତଭାଗ ସମୁଦ୍ରରେ ଥିଲା ।
|
5. ଆପଣା ଆପଣା ବଂଶାନୁସାରେ ଇଫ୍ରୟିମ-ସନ୍ତାନଗଣର ସୀମା ଏରୂପ ଥିଲା; ପୂର୍ବଦିଗରେ ଉଚ୍ଚତର ବୈଥୋରୋଣ ପର୍ଯ୍ୟନ୍ତ ଅଟାରୋତ୍ ଅଦ୍ଦର ସେମାନଙ୍କ ଅଧିକାରର ସୀମା ହେଲା ।
|
6. ତହୁଁ ସେ ସୀମା ପଶ୍ଚିମ ଦିଗରେ ମିକ୍ମଥତ୍ ଉତ୍ତରରେ ବାହାରିଗଲା; ସେଠାରୁ ସେ ସୀମା ପୂର୍ବଦିଗ ବୁଲି ତାନତ୍-ଶୀଲୋ ପର୍ଯ୍ୟନ୍ତ ତହିଁ ନିକଟ ଦେଇ ଯାଇ ପୂର୍ବଦିଗରେ ଯାନୋହକୁ ଗଲା ।
|
8. ତହୁଁ ସେ ସୀମା ତପୂହଠାରୁ ପଶ୍ଚିମ ଦିଗ ହୋଇ କାନ୍ନା ନଦୀ ଦେଇ ଗଲା ଓ ତହିଁର ପ୍ରାନ୍ତଭାଗ ସମୁଦ୍ରରେ ଥିଲା । ଆପଣା ଆପଣା ବଂଶାନୁସାରେ ଇଫ୍ରୟିମ-ସନ୍ତାନମାନଙ୍କ ବଂଶର ଏହି ଅଧିକାର ।
|
10. ମାତ୍ର ସେମାନେ ଗେଷରବାସୀ କିଣାନୀୟମାନଙ୍କୁ ତଡ଼ିଦେଲେ ନାହିଁ; ତେଣୁ କିଣାନୀୟମାନେ ଆଜି ପର୍ଯ୍ୟନ୍ତ ଇଫ୍ରୟିମ ମଧ୍ୟରେ ବାସ କରି ସେମାନଙ୍କର ବେଠିକର୍ମ କରି ଦାସ ହୋଇ ରହିଅଛନ୍ତି ।
|