ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗଣନା ପୁସ୍ତକ
1. ରୁବେନ-ସନ୍ତାନଗଣର ଓ ଗାଦ-ସନ୍ତାନଗଣର ଅନେକ ପଶୁପଲ ଥିଲା; ଏଣୁ ସେମାନେ ଯାସେର ଦେଶକୁ ଓ ଗିଲୀୟଦ ଦେଶକୁ ଦେଖିଲେ ଯେ, ଦେଖ, ସେ ସ୍ଥାନ ପଶୁପଲ ନିମନ୍ତେ ସ୍ଥାନ ଅଟେ ।
2. ଏଥିରେ ଗାଦର ସନ୍ତାନଗଣ ଓ ରୁବେନର ସନ୍ତାନଗଣ ଆସି ମୋଶାଙ୍କୁ ଓ ଇଲୀୟାସର ଯାଜକକୁ ଓ ମଣ୍ତଳୀର ଅଧ୍ୟକ୍ଷଗଣକୁ କହିଲେ;
3. ଅଟାରୋତ୍ ଓ ଦୀବୋନ ଓ ଯାସେର ଓ ନିମ୍ରା ଓ ହିଷ୍ବୋନ୍ ଓ ଇଲୀୟାଲୀ ଓ ସିବମା ଓ ନବୋ ଓ ବିୟୋନ,
4. ଏହି ଯେସବୁ ଦେଶକୁ ସଦାପ୍ରଭୁ ଇସ୍ରାଏଲ-ମଣ୍ତଳୀ ସମ୍ମୁଖରେ ପରାସ୍ତ କରିଅଛନ୍ତି, ତାହା ପଶୁପଲ ନିମନ୍ତେ ସ୍ଥାନ ଅଟେ । ପୁଣି ତୁମ୍ଭର ଏହି ଦାସମାନଙ୍କର ପଶୁପଲ ଅଛି ।
5. ସେମାନେ ଆହୁରି କହିଲେ, ଆମ୍ଭେମାନେ ଯେବେ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇଅଛୁ, ତେବେ ତୁମ୍ଭର ଦାସଗଣକୁ ଅଧିକାରାର୍ଥେ ଏହି ଦେଶ ଦିଆଯାଉ; ଆମ୍ଭମାନଙ୍କୁ ଯର୍ଦ୍ଦନ ପାରିକି ନେଇ ଯାଅ ନାହିଁ ।
6. ଏଥିରେ ମୋଶା ଗାଦର ସନ୍ତାନଗଣକୁ ଓ ରୁବେନର ସନ୍ତାନଗଣକୁ କହିଲେ, ତୁମ୍ଭମାନଙ୍କର ଭାଇମାନେ ଯୁଦ୍ଧ କରିବାକୁ ଯିବେ, ଆଉ ତୁମ୍ଭେମାନେ କି ଏଠାରେ ବସି ରହିବ?
7. ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣକୁ ଯେଉଁ ଦେଶ ଦେଇଅଛନ୍ତି, ପାର ହୋଇ ସେହି ଦେଶକୁ ଯିବା ପାଇଁ କିହେତୁ ସେମାନଙ୍କ ମନକୁ ସାହସହୀନ କରୁଅଛ?
8. ମୁଁ ତୁମ୍ଭର ପିତୃଲୋକମାନଙ୍କୁ କାଦେଶ-ବର୍ଣ୍ଣେୟଠାରୁ ସେହି ଦେଶ ଦେଖିବାକୁ ପଠାଇବା ବେଳେ ସେମାନେ ଏହିରୂପେ କରିଥିଲେ ।
9. କାରଣ ସେମାନେ ଇଷ୍କୋଲ-ଉପତ୍ୟକା ପର୍ଯ୍ୟନ୍ତ ଗମନ କରି ଦେଶ ଦେଖି ସଦାପ୍ରଭୁଙ୍କ ଦତ୍ତ ଦେଶକୁ ଯିବା ପାଇଁ ଇସ୍ରାଏଲ-ସନ୍ତାନଗଣର ମନକୁ ସାହସହୀନ କଲେ ।
10. ଏନିମନ୍ତେ ସେହି ଦିନ ସଦାପ୍ରଭୁଙ୍କର କ୍ରୋଧ ପ୍ରଜ୍ଵଳିତ ହେଲା, ପୁଣି ସେ ଶପଥ କରି ଏହି କଥା କହିଲେ,
11. ଆମ୍ଭେ ଅବ୍ରହାମକୁ ଓ ଇସହାକ୍କୁ ଓ ଯାକୁବକୁ ଯେଉଁ ଦେଶ ଦେବା ପାଇଁ ଶପଥ କରିଅଛୁ, ମିସରରୁ ଆଗତ ଲୋକମାନଙ୍କ ମଧ୍ୟରୁ କୋଡ଼ିଏ ବର୍ଷ ଓ ତତୋଧିକ ବର୍ଷ ବୟସ୍କ କେହି ସେହି ଦେଶ ଦେଖି ପାରିବ ନାହିଁ, ଏହା ନିଶ୍ଚିତ; କାରଣ ସେମାନେ ସମ୍ପୂର୍ଣ୍ଣ ରୂପେ ଆମ୍ଭର ଅନୁଗତ ହୋଇ ନାହାନ୍ତି ।
12. କେବଳ କନିସୀୟ ଯିଫୁନ୍ନିର ପୁତ୍ର କାଲେବ ଓ ନୂନର ପୁତ୍ର ଯିହୋଶୂୟ ତାହା ଦେଖିବେ; କାରଣ ସେମାନେ ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁଙ୍କର ଅନୁଗତ ହୋଇଅଛନ୍ତି ।
13. ଏହିରୂପେ ଇସ୍ରାଏଲ ପ୍ରତି ସଦାପ୍ରଭୁଙ୍କର କ୍ରୋଧ ପ୍ରଜ୍ଵଳିତ ହେଲା, ପୁଣି ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମକାରୀ ସମସ୍ତ ବଂଶର ନିଃଶେଷ ନ ହେବା ପର୍ଯ୍ୟନ୍ତ ସେ ସେମାନଙ୍କୁ ଚାଳିଶ ବର୍ଷଯାଏ ପ୍ରାନ୍ତରରେ ଭ୍ରମଣ କରାଇଲେ ।
14. ଏବେ ଦେଖ, ପାପିଷ୍ଠ ଲୋକମାନଙ୍କର ବଂଶ, ତୁମ୍ଭେମାନେ ଇସ୍ରାଏଲ ପ୍ରତି ସଦାପ୍ରଭୁଙ୍କର ପ୍ରଚଣ୍ତ କ୍ରୋଧ ଆହୁରି ବଢ଼ାଇବାର ନିମନ୍ତେ ଆପଣା ଆପଣା ପିତୃଗଣର ସ୍ଥାନରେ ଉଠିଅଛ ।
15. କାରଣ ଯେବେ ତୁମ୍ଭେମାନେ ଏହିରୂପେ ତାହାଙ୍କ ପଶ୍ଚାଦ୍ଗମନରୁ ବିମୁଖ ହେବ, ତେବେ ସେ ପୁନର୍ବାର ଇସ୍ରାଏଲକୁ ପ୍ରାନ୍ତରରେ ପରିତ୍ୟାଗ କରିବେ, ତହିଁରେ ତୁମ୍ଭେମାନେ ଏହି ସକଳ ଲୋକଙ୍କୁ ବିନଷ୍ଟ କରାଇବ ।
16. ଏଥିରେ ସେମାନେ ତାଙ୍କ ନିକଟକୁ ଆସି କହିଲେ, ଆମ୍ଭେମାନେ ଏହି ସ୍ଥାନରେ ଆପଣା ଆପଣା ପଶୁମାନଙ୍କ ନିମନ୍ତେ ମେଷଶାଳା ଓ ଆପଣା ଆପଣା ବାଳକମାନଙ୍କ ନିମନ୍ତେ ନଗର ନିର୍ମାଣ କରିବା ।
17. ମାତ୍ର ଆମ୍ଭେମାନେ ନିଜେ ଇସ୍ରାଏଲ-ସନ୍ତାନଗଣକୁ ସେମାନଙ୍କ ସ୍ଥାନକୁ ନ ଆଣିବା ପର୍ଯ୍ୟନ୍ତ ସସଜ୍ଜ ହୋଇ ସେମାନଙ୍କ ଆଗେ ଆଗେ ଗମନ କରିବୁ; କେବଳ ଆମ୍ଭମାନଙ୍କର ବାଳକମାନେ ଦେଶନିବାସୀମାନଙ୍କ ସକାଶୁ ପ୍ରାଚୀରବେଷ୍ଟିତ ନଗରରେ ବାସ କରିବେ ।
18. ଇସ୍ରାଏଲ-ସନ୍ତାନଗଣର ପ୍ରତ୍ୟେକ ଲୋକ ଆପଣା ଆପଣା ଅଧିକାର ନ ପାଇବା ପର୍ଯ୍ୟନ୍ତ ଆମ୍ଭେମାନେ ଆପଣା ଆପଣା ଗୃହକୁ ଫେରି ଆସିବୁ ନାହିଁ ।
19. ମାତ୍ର ଆମ୍ଭେମାନେ ଯର୍ଦ୍ଦନର ଆର ପାରିରେ ଓ ତହିଁ ଆଗରେ ସେମାନଙ୍କ ସହିତ ଅଧିକାର ଗ୍ରହଣ କରିବୁ ନାହିଁ; କାରଣ ଯର୍ଦ୍ଦନର ଏହି ପାରିରେ ଆମ୍ଭମାନଙ୍କ ଅଧିକାର ପଡ଼ିଅଛି ।
20. ଏଥିରେ ମୋଶା ସେମାନଙ୍କୁ କହିଲେ, ତୁମ୍ଭେମାନେ ଯେବେ ଏହି କର୍ମ କର, ଯେବେ ସସଜ୍ଜ ହୋଇ ସଦାପ୍ରଭୁଙ୍କ ସମ୍ମୁଖରେ ଯୁଦ୍ଧ କରିବାକୁ ଗମନ କର,
21. ପୁଣି ସେ ଯେପର୍ଯ୍ୟନ୍ତ ଆପଣା ଶତ୍ରୁଗଣକୁ ଆପଣା ଆଗରୁ ତଡ଼ି ନ ଦିଅନ୍ତି
22. ଓ ଦେଶ ସଦାପ୍ରଭୁଙ୍କ ଆଗରେ ବଶୀଭୂତ ନ ହୁଏ, ସେପର୍ଯ୍ୟନ୍ତ ତୁମ୍ଭମାନଙ୍କର ପ୍ରତ୍ୟେକ ସସଜ୍ଜ ଲୋକ ଯେବେ ସଦାପ୍ରଭୁଙ୍କ ସମ୍ମୁଖରେ ଯର୍ଦ୍ଦନ ପାର ହୁଅ; ତେବେ ତହିଁ ଉତ୍ତାରେ ତୁମ୍ଭେମାନେ ଫେରି ଆସିଲେ, ସଦାପ୍ରଭୁଙ୍କ ନିକଟରେ ଓ ଇସ୍ରାଏଲ ନିକଟରେ ନିର୍ଦ୍ଦୋଷ ହେବ; ଆଉ ସେହି ଦେଶ ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କର ଅଧିକାର ହେବକ ।
23. ମାତ୍ର ତୁମ୍ଭେମାନେ ଯେବେ ସେରୂପ ନ କର, ତେବେ ଦେଖ, ତୁମ୍ଭେମାନେ ସଦାପ୍ରଭୁଙ୍କ ନିକଟରେ ପାପୀ ହେବ; ପୁଣି ତୁମ୍ଭମାନଙ୍କର ପାପ ଯେ ତୁମ୍ଭମାନଙ୍କୁ ଧରିବ, ଏହା ନିଶ୍ଚିତ ଜାଣ ।
24. ତୁମ୍ଭେମାନେ ଆପଣା ଆପଣା ବାଳକମାନଙ୍କ ପାଇଁ ନଗର ଓ ମେଷମାନଙ୍କ ପାଇଁ ଶାଳା ନିର୍ମାଣ କର, ଆଉ ଆପଣାମାନଙ୍କ ମୁଖରୁ ନିର୍ଗତ ବାକ୍ୟ ପ୍ରମାଣେ କର୍ମ କର ।
25. ତେବେ ଗାଦ-ସନ୍ତାନଗଣ ଓ ରୁବେନ-ସନ୍ତାନଗଣ ମୋଶାଙ୍କୁ କହିଲେ, ଆମ୍ଭମାନଙ୍କର ପ୍ରଭୁ ଯାହା ଆଜ୍ଞା କଲେ, ତଦନୁସାରେ ତୁମ୍ଭର ଦାସମାନେ କର୍ମ କରିବେ ।
26. ଆମ୍ଭମାନଙ୍କର ବାଳକ, ସ୍ତ୍ରୀ, ପଲ ଓ ପଶୁସକଳ ଗିଲୀୟଦର ନଗରମାନଙ୍କରେ ରହିବେ ।
27. ମାତ୍ର ଆମ୍ଭମାନଙ୍କ ପ୍ରଭୁଙ୍କ ବାକ୍ୟାନୁସାରେ ତୁମ୍ଭର ଦାସମାନେ ପ୍ରତ୍ୟେକେ ସସଜ୍ଜ ହୋଇ ଯୁଦ୍ଧ କରିବାକୁ ପାର ହୋଇଯିବେ।
28. ତହୁଁ ମୋଶା ସେମାନଙ୍କ ବିଷୟରେ ଇଲୀୟାସର ଯାଜକକୁ ଓ ନୂନର ପୁତ୍ର ଯିହୋଶୂୟଙ୍କୁ ଓ ଇସ୍ରାଏଲ-ସନ୍ତାନଗଣର ବଂଶୀୟ ପିତୃଗୃହର ପ୍ରଧାନମାନଙ୍କୁ ଆଜ୍ଞା ଦେଲେ ।
29. ପୁଣି ମୋଶା ସେମାନଙ୍କୁ କହିଲେ, ଗାଦ୍-ସନ୍ତାନଗଣର ଓ ରୁବେନ-ସନ୍ତାନଗଣର, ଯୁଦ୍ଧାର୍ଥେ ସସଜ୍ଜ ପ୍ରତ୍ୟେକ ଲୋକ ଯେବେ ତୁମ୍ଭମାନଙ୍କ ସହିତ ସଦାପ୍ରଭୁଙ୍କ ସମ୍ମୁଖରେ ଯର୍ଦ୍ଦନ ପାର ହେବେ ଓ ତୁମ୍ଭମାନଙ୍କ ସମ୍ମୁଖରେ ଦେଶ ବଶୀଭୂତ ହେବ; ତେବେ ତୁମ୍ଭେମାନେ ଅଧିକାରାର୍ଥେ ସେମାନଙ୍କୁ ଗିଲୀୟଦ ଦେଶ ଦେବ ।
30. ମାତ୍ର ଯେବେ ସେମାନେ ସସଜ୍ଜ ହୋଇ ତୁମ୍ଭମାନଙ୍କ ସହିତ ପାର ନ ହେବେ, ତେବେ ସେମାନେ ତୁମ୍ଭମାନଙ୍କ ମଧ୍ୟରେ କିଣାନ ଦେଶରେ ଅଧିକାର ପାଇବେ ।
31. ତହିଁରେ ଗାଦ-ସନ୍ତାନଗଣ ଓ ରୁବେନ-ସନ୍ତାନଗଣ ଉତ୍ତର ଦେଇ କହିଲେ, ସଦାପ୍ରଭୁ ଆପଣା ଦାସମାନଙ୍କୁ ଯାହା କହିଅଛନ୍ତି, ତଦନୁସାରେ ଆମ୍ଭେମାନେ କର୍ମ କରିବୁ ।
32. ଆମ୍ଭେମାନେ ସସଜ୍ଜ ହୋଇ ସଦାପ୍ରଭୁଙ୍କ ସମ୍ମୁଖରେ ପାର ହୋଇ କିଣାନ ଦେଶକୁ ଯିବୁ; ମାତ୍ର ଯର୍ଦ୍ଦନର ପୂର୍ବ ଆଡ଼େ ଆମ୍ଭମାନଙ୍କ ଅଧିକାରରେ ଆମ୍ଭମାନଙ୍କ ସ୍ଵତ୍ଵ ରହିବ ।
33. ଏଉତ୍ତାରେ ମୋଶା ସେମାନଙ୍କୁ, ଅର୍ଥାତ୍, ଗାଦ-ସନ୍ତାନଗଣକୁ ଓ ରୁବେନ-ସନ୍ତାନଗଣକୁ ଓ ଯୋଷେଫର ପୁତ୍ର ମନଃଶି ବଂଶର ଅର୍ଦ୍ଧେକକୁ ଇମୋରୀୟମାନଙ୍କ ରାଜା ସୀହୋନର ରାଜ୍ୟ ଓ ବାଶନର ରାଜା ଓଗର ରାଜ୍ୟ, ଅର୍ଥାତ୍, ସ୍ଵ ସ୍ଵ ସୀମା ସହିତ ନାନା ନଗରବିଶିଷ୍ଟ ଦେଶ, ଏହିରୂପେ ଚତୁର୍ଦ୍ଦିଗସ୍ଥ ଦେଶର ସମସ୍ତ ନଗର ଦେଲେ ।
34. ତହିଁରେ ଗାଦ-ସନ୍ତାନଗଣ ଦୀବୋନ୍ ଓ ଅଟାରୋତ୍ ଓ ଅରୋୟେର;
35. ଅଟ୍ରୋତ୍-ଶୋଫନ ଓ ଯାସେର ଓ ଜଗ୍ବିହ ଗଣ.୩୨:୧,୩
36. ଓ ବୈତ୍ନିମ୍ରା ଓ ବୈଥାରନ୍ ନାମକ ପ୍ରାଚୀରବେଷ୍ଟିତ ନଗର ଓ ମେଷଶାଳା ନିର୍ମାଣ କଲେ ।
37. ପୁଣି ରୁବେନ-ସନ୍ତାନଗଣ ହିଷ୍ବୋନ୍ ଓ ଇଲୀୟାଲୀ ଓ କିରୀୟାଥୟିମ୍;
38. ପୁଣି ନାମାନ୍ତରରେ ନବୋ ଓ ବାଲ୍ମିୟୋଲ ଓ ସିବ୍ମା, ଏହି ସମସ୍ତ ନଗର ନିର୍ମାଣ କଲେ; ପୁଣି ସେମାନେ ଯେ ଯେ ନଗର ନିର୍ମାଣ କଲେ, ସେସମସ୍ତକୁ ଅନ୍ୟ ନାମ ଦେଲେ ।
39. ପୁଣି ମନଃଶିର ପୁତ୍ର ମାଖୀରର ସନ୍ତାନଗଣ ଗିଲୀୟଦକୁ ଯାଇ ତାହା ଆକ୍ରମଣ କଲେ ଓ ତନ୍ନିବାସୀ ଇମୋରୀୟମାନଙ୍କୁ ଅଧିକାରଚ୍ୟୁତ କଲେ ।
40. ତହୁଁ ମୋଶା ମନଃଶିର ପୁତ୍ର ମାଖୀରକୁ ଗିଲୀୟଦ ଦେଲେ; ଆଉ ସେ ସେଠାରେ ବାସ କଲା ।
41. ପୁଣି ମନଃଶିର ପୁତ୍ର ଯାୟୀର ଯାଇ ସେମାନଙ୍କ ଗ୍ରାମସବୁ ହସ୍ତଗତ କରି ସେମାନଙ୍କ ନାମ ହବୋତ୍-ଯାୟୀର (ଯାୟୀରର ଗ୍ରାମ) ରଖିଲା ।
42. ଆଉ ନୋବହ ଯାଇ କାନାତ୍ ଓ ତାହାର ନଗର ହସ୍ତଗତ କରି ଆପଣା ନାମାନୁସାରେ ତାହାର ନାମ ନୋବହ ରଖିଲା ।

Notes

No Verse Added

Total 36 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 32 / 36
ଗଣନା ପୁସ୍ତକ 32:65
1 ରୁବେନ-ସନ୍ତାନଗଣର ଓ ଗାଦ-ସନ୍ତାନଗଣର ଅନେକ ପଶୁପଲ ଥିଲା; ଏଣୁ ସେମାନେ ଯାସେର ଦେଶକୁ ଓ ଗିଲୀୟଦ ଦେଶକୁ ଦେଖିଲେ ଯେ, ଦେଖ, ସେ ସ୍ଥାନ ପଶୁପଲ ନିମନ୍ତେ ସ୍ଥାନ ଅଟେ । 2 ଏଥିରେ ଗାଦର ସନ୍ତାନଗଣ ଓ ରୁବେନର ସନ୍ତାନଗଣ ଆସି ମୋଶାଙ୍କୁ ଓ ଇଲୀୟାସର ଯାଜକକୁ ଓ ମଣ୍ତଳୀର ଅଧ୍ୟକ୍ଷଗଣକୁ କହିଲେ; 3 ଅଟାରୋତ୍ ଓ ଦୀବୋନ ଓ ଯାସେର ଓ ନିମ୍ରା ଓ ହିଷ୍ବୋନ୍ ଓ ଇଲୀୟାଲୀ ଓ ସିବମା ଓ ନବୋ ଓ ବିୟୋନ, 4 ଏହି ଯେସବୁ ଦେଶକୁ ସଦାପ୍ରଭୁ ଇସ୍ରାଏଲ-ମଣ୍ତଳୀ ସମ୍ମୁଖରେ ପରାସ୍ତ କରିଅଛନ୍ତି, ତାହା ପଶୁପଲ ନିମନ୍ତେ ସ୍ଥାନ ଅଟେ । ପୁଣି ତୁମ୍ଭର ଏହି ଦାସମାନଙ୍କର ପଶୁପଲ ଅଛି । 5 ସେମାନେ ଆହୁରି କହିଲେ, ଆମ୍ଭେମାନେ ଯେବେ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇଅଛୁ, ତେବେ ତୁମ୍ଭର ଦାସଗଣକୁ ଅଧିକାରାର୍ଥେ ଏହି ଦେଶ ଦିଆଯାଉ; ଆମ୍ଭମାନଙ୍କୁ ଯର୍ଦ୍ଦନ ପାରିକି ନେଇ ଯାଅ ନାହିଁ । 6 ଏଥିରେ ମୋଶା ଗାଦର ସନ୍ତାନଗଣକୁ ଓ ରୁବେନର ସନ୍ତାନଗଣକୁ କହିଲେ, ତୁମ୍ଭମାନଙ୍କର ଭାଇମାନେ ଯୁଦ୍ଧ କରିବାକୁ ଯିବେ, ଆଉ ତୁମ୍ଭେମାନେ କି ଏଠାରେ ବସି ରହିବ? 7 ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣକୁ ଯେଉଁ ଦେଶ ଦେଇଅଛନ୍ତି, ପାର ହୋଇ ସେହି ଦେଶକୁ ଯିବା ପାଇଁ କିହେତୁ ସେମାନଙ୍କ ମନକୁ ସାହସହୀନ କରୁଅଛ? 8 ମୁଁ ତୁମ୍ଭର ପିତୃଲୋକମାନଙ୍କୁ କାଦେଶ-ବର୍ଣ୍ଣେୟଠାରୁ ସେହି ଦେଶ ଦେଖିବାକୁ ପଠାଇବା ବେଳେ ସେମାନେ ଏହିରୂପେ କରିଥିଲେ । 9 କାରଣ ସେମାନେ ଇଷ୍କୋଲ-ଉପତ୍ୟକା ପର୍ଯ୍ୟନ୍ତ ଗମନ କରି ଦେଶ ଦେଖି ସଦାପ୍ରଭୁଙ୍କ ଦତ୍ତ ଦେଶକୁ ଯିବା ପାଇଁ ଇସ୍ରାଏଲ-ସନ୍ତାନଗଣର ମନକୁ ସାହସହୀନ କଲେ । 10 ଏନିମନ୍ତେ ସେହି ଦିନ ସଦାପ୍ରଭୁଙ୍କର କ୍ରୋଧ ପ୍ରଜ୍ଵଳିତ ହେଲା, ପୁଣି ସେ ଶପଥ କରି ଏହି କଥା କହିଲେ, 11 ଆମ୍ଭେ ଅବ୍ରହାମକୁ ଓ ଇସହାକ୍କୁ ଓ ଯାକୁବକୁ ଯେଉଁ ଦେଶ ଦେବା ପାଇଁ ଶପଥ କରିଅଛୁ, ମିସରରୁ ଆଗତ ଲୋକମାନଙ୍କ ମଧ୍ୟରୁ କୋଡ଼ିଏ ବର୍ଷ ଓ ତତୋଧିକ ବର୍ଷ ବୟସ୍କ କେହି ସେହି ଦେଶ ଦେଖି ପାରିବ ନାହିଁ, ଏହା ନିଶ୍ଚିତ; କାରଣ ସେମାନେ ସମ୍ପୂର୍ଣ୍ଣ ରୂପେ ଆମ୍ଭର ଅନୁଗତ ହୋଇ ନାହାନ୍ତି । 12 କେବଳ କନିସୀୟ ଯିଫୁନ୍ନିର ପୁତ୍ର କାଲେବ ଓ ନୂନର ପୁତ୍ର ଯିହୋଶୂୟ ତାହା ଦେଖିବେ; କାରଣ ସେମାନେ ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁଙ୍କର ଅନୁଗତ ହୋଇଅଛନ୍ତି । 13 ଏହିରୂପେ ଇସ୍ରାଏଲ ପ୍ରତି ସଦାପ୍ରଭୁଙ୍କର କ୍ରୋଧ ପ୍ରଜ୍ଵଳିତ ହେଲା, ପୁଣି ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମକାରୀ ସମସ୍ତ ବଂଶର ନିଃଶେଷ ନ ହେବା ପର୍ଯ୍ୟନ୍ତ ସେ ସେମାନଙ୍କୁ ଚାଳିଶ ବର୍ଷଯାଏ ପ୍ରାନ୍ତରରେ ଭ୍ରମଣ କରାଇଲେ । 14 ଏବେ ଦେଖ, ପାପିଷ୍ଠ ଲୋକମାନଙ୍କର ବଂଶ, ତୁମ୍ଭେମାନେ ଇସ୍ରାଏଲ ପ୍ରତି ସଦାପ୍ରଭୁଙ୍କର ପ୍ରଚଣ୍ତ କ୍ରୋଧ ଆହୁରି ବଢ଼ାଇବାର ନିମନ୍ତେ ଆପଣା ଆପଣା ପିତୃଗଣର ସ୍ଥାନରେ ଉଠିଅଛ । 15 କାରଣ ଯେବେ ତୁମ୍ଭେମାନେ ଏହିରୂପେ ତାହାଙ୍କ ପଶ୍ଚାଦ୍ଗମନରୁ ବିମୁଖ ହେବ, ତେବେ ସେ ପୁନର୍ବାର ଇସ୍ରାଏଲକୁ ପ୍ରାନ୍ତରରେ ପରିତ୍ୟାଗ କରିବେ, ତହିଁରେ ତୁମ୍ଭେମାନେ ଏହି ସକଳ ଲୋକଙ୍କୁ ବିନଷ୍ଟ କରାଇବ । 16 ଏଥିରେ ସେମାନେ ତାଙ୍କ ନିକଟକୁ ଆସି କହିଲେ, ଆମ୍ଭେମାନେ ଏହି ସ୍ଥାନରେ ଆପଣା ଆପଣା ପଶୁମାନଙ୍କ ନିମନ୍ତେ ମେଷଶାଳା ଓ ଆପଣା ଆପଣା ବାଳକମାନଙ୍କ ନିମନ୍ତେ ନଗର ନିର୍ମାଣ କରିବା । 17 ମାତ୍ର ଆମ୍ଭେମାନେ ନିଜେ ଇସ୍ରାଏଲ-ସନ୍ତାନଗଣକୁ ସେମାନଙ୍କ ସ୍ଥାନକୁ ନ ଆଣିବା ପର୍ଯ୍ୟନ୍ତ ସସଜ୍ଜ ହୋଇ ସେମାନଙ୍କ ଆଗେ ଆଗେ ଗମନ କରିବୁ; କେବଳ ଆମ୍ଭମାନଙ୍କର ବାଳକମାନେ ଦେଶନିବାସୀମାନଙ୍କ ସକାଶୁ ପ୍ରାଚୀରବେଷ୍ଟିତ ନଗରରେ ବାସ କରିବେ । 18 ଇସ୍ରାଏଲ-ସନ୍ତାନଗଣର ପ୍ରତ୍ୟେକ ଲୋକ ଆପଣା ଆପଣା ଅଧିକାର ନ ପାଇବା ପର୍ଯ୍ୟନ୍ତ ଆମ୍ଭେମାନେ ଆପଣା ଆପଣା ଗୃହକୁ ଫେରି ଆସିବୁ ନାହିଁ । 19 ମାତ୍ର ଆମ୍ଭେମାନେ ଯର୍ଦ୍ଦନର ଆର ପାରିରେ ଓ ତହିଁ ଆଗରେ ସେମାନଙ୍କ ସହିତ ଅଧିକାର ଗ୍ରହଣ କରିବୁ ନାହିଁ; କାରଣ ଯର୍ଦ୍ଦନର ଏହି ପାରିରେ ଆମ୍ଭମାନଙ୍କ ଅଧିକାର ପଡ଼ିଅଛି । 20 ଏଥିରେ ମୋଶା ସେମାନଙ୍କୁ କହିଲେ, ତୁମ୍ଭେମାନେ ଯେବେ ଏହି କର୍ମ କର, ଯେବେ ସସଜ୍ଜ ହୋଇ ସଦାପ୍ରଭୁଙ୍କ ସମ୍ମୁଖରେ ଯୁଦ୍ଧ କରିବାକୁ ଗମନ କର, 21 ପୁଣି ସେ ଯେପର୍ଯ୍ୟନ୍ତ ଆପଣା ଶତ୍ରୁଗଣକୁ ଆପଣା ଆଗରୁ ତଡ଼ି ନ ଦିଅନ୍ତି 22 ଓ ଦେଶ ସଦାପ୍ରଭୁଙ୍କ ଆଗରେ ବଶୀଭୂତ ନ ହୁଏ, ସେପର୍ଯ୍ୟନ୍ତ ତୁମ୍ଭମାନଙ୍କର ପ୍ରତ୍ୟେକ ସସଜ୍ଜ ଲୋକ ଯେବେ ସଦାପ୍ରଭୁଙ୍କ ସମ୍ମୁଖରେ ଯର୍ଦ୍ଦନ ପାର ହୁଅ; ତେବେ ତହିଁ ଉତ୍ତାରେ ତୁମ୍ଭେମାନେ ଫେରି ଆସିଲେ, ସଦାପ୍ରଭୁଙ୍କ ନିକଟରେ ଓ ଇସ୍ରାଏଲ ନିକଟରେ ନିର୍ଦ୍ଦୋଷ ହେବ; ଆଉ ସେହି ଦେଶ ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କର ଅଧିକାର ହେବକ । 23 ମାତ୍ର ତୁମ୍ଭେମାନେ ଯେବେ ସେରୂପ ନ କର, ତେବେ ଦେଖ, ତୁମ୍ଭେମାନେ ସଦାପ୍ରଭୁଙ୍କ ନିକଟରେ ପାପୀ ହେବ; ପୁଣି ତୁମ୍ଭମାନଙ୍କର ପାପ ଯେ ତୁମ୍ଭମାନଙ୍କୁ ଧରିବ, ଏହା ନିଶ୍ଚିତ ଜାଣ । 24 ତୁମ୍ଭେମାନେ ଆପଣା ଆପଣା ବାଳକମାନଙ୍କ ପାଇଁ ନଗର ଓ ମେଷମାନଙ୍କ ପାଇଁ ଶାଳା ନିର୍ମାଣ କର, ଆଉ ଆପଣାମାନଙ୍କ ମୁଖରୁ ନିର୍ଗତ ବାକ୍ୟ ପ୍ରମାଣେ କର୍ମ କର । 25 ତେବେ ଗାଦ-ସନ୍ତାନଗଣ ଓ ରୁବେନ-ସନ୍ତାନଗଣ ମୋଶାଙ୍କୁ କହିଲେ, ଆମ୍ଭମାନଙ୍କର ପ୍ରଭୁ ଯାହା ଆଜ୍ଞା କଲେ, ତଦନୁସାରେ ତୁମ୍ଭର ଦାସମାନେ କର୍ମ କରିବେ । 26 ଆମ୍ଭମାନଙ୍କର ବାଳକ, ସ୍ତ୍ରୀ, ପଲ ଓ ପଶୁସକଳ ଗିଲୀୟଦର ନଗରମାନଙ୍କରେ ରହିବେ । 27 ମାତ୍ର ଆମ୍ଭମାନଙ୍କ ପ୍ରଭୁଙ୍କ ବାକ୍ୟାନୁସାରେ ତୁମ୍ଭର ଦାସମାନେ ପ୍ରତ୍ୟେକେ ସସଜ୍ଜ ହୋଇ ଯୁଦ୍ଧ କରିବାକୁ ପାର ହୋଇଯିବେ। 28 ତହୁଁ ମୋଶା ସେମାନଙ୍କ ବିଷୟରେ ଇଲୀୟାସର ଯାଜକକୁ ଓ ନୂନର ପୁତ୍ର ଯିହୋଶୂୟଙ୍କୁ ଓ ଇସ୍ରାଏଲ-ସନ୍ତାନଗଣର ବଂଶୀୟ ପିତୃଗୃହର ପ୍ରଧାନମାନଙ୍କୁ ଆଜ୍ଞା ଦେଲେ । 29 ପୁଣି ମୋଶା ସେମାନଙ୍କୁ କହିଲେ, ଗାଦ୍-ସନ୍ତାନଗଣର ଓ ରୁବେନ-ସନ୍ତାନଗଣର, ଯୁଦ୍ଧାର୍ଥେ ସସଜ୍ଜ ପ୍ରତ୍ୟେକ ଲୋକ ଯେବେ ତୁମ୍ଭମାନଙ୍କ ସହିତ ସଦାପ୍ରଭୁଙ୍କ ସମ୍ମୁଖରେ ଯର୍ଦ୍ଦନ ପାର ହେବେ ଓ ତୁମ୍ଭମାନଙ୍କ ସମ୍ମୁଖରେ ଦେଶ ବଶୀଭୂତ ହେବ; ତେବେ ତୁମ୍ଭେମାନେ ଅଧିକାରାର୍ଥେ ସେମାନଙ୍କୁ ଗିଲୀୟଦ ଦେଶ ଦେବ । 30 ମାତ୍ର ଯେବେ ସେମାନେ ସସଜ୍ଜ ହୋଇ ତୁମ୍ଭମାନଙ୍କ ସହିତ ପାର ନ ହେବେ, ତେବେ ସେମାନେ ତୁମ୍ଭମାନଙ୍କ ମଧ୍ୟରେ କିଣାନ ଦେଶରେ ଅଧିକାର ପାଇବେ । 31 ତହିଁରେ ଗାଦ-ସନ୍ତାନଗଣ ଓ ରୁବେନ-ସନ୍ତାନଗଣ ଉତ୍ତର ଦେଇ କହିଲେ, ସଦାପ୍ରଭୁ ଆପଣା ଦାସମାନଙ୍କୁ ଯାହା କହିଅଛନ୍ତି, ତଦନୁସାରେ ଆମ୍ଭେମାନେ କର୍ମ କରିବୁ । 32 ଆମ୍ଭେମାନେ ସସଜ୍ଜ ହୋଇ ସଦାପ୍ରଭୁଙ୍କ ସମ୍ମୁଖରେ ପାର ହୋଇ କିଣାନ ଦେଶକୁ ଯିବୁ; ମାତ୍ର ଯର୍ଦ୍ଦନର ପୂର୍ବ ଆଡ଼େ ଆମ୍ଭମାନଙ୍କ ଅଧିକାରରେ ଆମ୍ଭମାନଙ୍କ ସ୍ଵତ୍ଵ ରହିବ । 33 ଏଉତ୍ତାରେ ମୋଶା ସେମାନଙ୍କୁ, ଅର୍ଥାତ୍, ଗାଦ-ସନ୍ତାନଗଣକୁ ଓ ରୁବେନ-ସନ୍ତାନଗଣକୁ ଓ ଯୋଷେଫର ପୁତ୍ର ମନଃଶି ବଂଶର ଅର୍ଦ୍ଧେକକୁ ଇମୋରୀୟମାନଙ୍କ ରାଜା ସୀହୋନର ରାଜ୍ୟ ଓ ବାଶନର ରାଜା ଓଗର ରାଜ୍ୟ, ଅର୍ଥାତ୍, ସ୍ଵ ସ୍ଵ ସୀମା ସହିତ ନାନା ନଗରବିଶିଷ୍ଟ ଦେଶ, ଏହିରୂପେ ଚତୁର୍ଦ୍ଦିଗସ୍ଥ ଦେଶର ସମସ୍ତ ନଗର ଦେଲେ । 34 ତହିଁରେ ଗାଦ-ସନ୍ତାନଗଣ ଦୀବୋନ୍ ଓ ଅଟାରୋତ୍ ଓ ଅରୋୟେର; 35 ଅଟ୍ରୋତ୍-ଶୋଫନ ଓ ଯାସେର ଓ ଜଗ୍ବିହ ଗଣ.୩୨:୧,୩ 36 ଓ ବୈତ୍ନିମ୍ରା ଓ ବୈଥାରନ୍ ନାମକ ପ୍ରାଚୀରବେଷ୍ଟିତ ନଗର ଓ ମେଷଶାଳା ନିର୍ମାଣ କଲେ । 37 ପୁଣି ରୁବେନ-ସନ୍ତାନଗଣ ହିଷ୍ବୋନ୍ ଓ ଇଲୀୟାଲୀ ଓ କିରୀୟାଥୟିମ୍; 38 ପୁଣି ନାମାନ୍ତରରେ ନବୋ ଓ ବାଲ୍ମିୟୋଲ ଓ ସିବ୍ମା, ଏହି ସମସ୍ତ ନଗର ନିର୍ମାଣ କଲେ; ପୁଣି ସେମାନେ ଯେ ଯେ ନଗର ନିର୍ମାଣ କଲେ, ସେସମସ୍ତକୁ ଅନ୍ୟ ନାମ ଦେଲେ । 39 ପୁଣି ମନଃଶିର ପୁତ୍ର ମାଖୀରର ସନ୍ତାନଗଣ ଗିଲୀୟଦକୁ ଯାଇ ତାହା ଆକ୍ରମଣ କଲେ ଓ ତନ୍ନିବାସୀ ଇମୋରୀୟମାନଙ୍କୁ ଅଧିକାରଚ୍ୟୁତ କଲେ । 40 ତହୁଁ ମୋଶା ମନଃଶିର ପୁତ୍ର ମାଖୀରକୁ ଗିଲୀୟଦ ଦେଲେ; ଆଉ ସେ ସେଠାରେ ବାସ କଲା । 41 ପୁଣି ମନଃଶିର ପୁତ୍ର ଯାୟୀର ଯାଇ ସେମାନଙ୍କ ଗ୍ରାମସବୁ ହସ୍ତଗତ କରି ସେମାନଙ୍କ ନାମ ହବୋତ୍-ଯାୟୀର (ଯାୟୀରର ଗ୍ରାମ) ରଖିଲା । 42 ଆଉ ନୋବହ ଯାଇ କାନାତ୍ ଓ ତାହାର ନଗର ହସ୍ତଗତ କରି ଆପଣା ନାମାନୁସାରେ ତାହାର ନାମ ନୋବହ ରଖିଲା ।
Total 36 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 32 / 36
Common Bible Languages
West Indian Languages
×

Alert

×

oriya Letters Keypad References