ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ହିତୋପଦେଶ
1. ଶଲୋମନଙ୍କର ହିତୋପଦେଶ । ଜ୍ଞାନବାନ ପୁତ୍ର ପିତାର ଆନନ୍ଦ ଜନ୍ମାଏ; କିନ୍ତୁ ହୀନବୁଦ୍ଧି ପୁତ୍ର ତାହା ମାତାର ଶୋକର କାରଣ ।
2. ଦୁଷ୍ଟତା-ଜାତ ଧନ କିଛି ଫଳ ଦିଏ ନାହିଁ; ମାତ୍ର ଧାର୍ମିକତା ମୃତ୍ୟୁରୁ ଉଦ୍ଧାର କରେ ।
3. ସଦାପ୍ରଭୁ ଧାର୍ମିକର ପ୍ରାଣକୁ କ୍ଷୁଧାରେ କ୍ଷୀଣ ହେବାକୁ ଦେବେ ନାହିଁ; ମାତ୍ର ସେ ଦୁଷ୍ଟର କାମନା ଫିଙ୍ଗି ଦିଅନ୍ତି ।
4. ଯେଉଁ ଲୋକ ଶିଥିଳ ହସ୍ତରେ କର୍ମ କରେ, ସେ ଦରିଦ୍ର ହୁଅଇ; ମାତ୍ର କର୍ମଶୀଳର ହସ୍ତ ଧନବାନ କରେ।
5. ଗ୍ରୀଷ୍ମକାଳରେ ଯେ ସଞ୍ଚୟ କରେ, ସେ ବୁଦ୍ଧିମାନ ପୁତ୍ର; ମାତ୍ର ଫସଲ ସମୟରେ ଯେ ନିଦ୍ରିତ ଥାଏ, ସେହି ପୁତ୍ର ଲଜ୍ଜାଜନକ।
6. ଧାର୍ମିକର ମସ୍ତକରେ ଆଶୀର୍ବାଦ ବର୍ତ୍ତେ; ମାତ୍ର ଦୁଷ୍ଟର ମୁଖ ଦୌରାତ୍ମ୍ୟ ଢାଙ୍କେ ।
7. ଧାର୍ମିକର ସ୍ମରଣ ଧନ୍ୟ, ମାତ୍ର ଦୁଷ୍ଟର ନାମ ପଚିଯିବ ।
8. ଯେ ଅନ୍ତଃକରଣରେ ଜ୍ଞାନୀ, ସେ ଆଜ୍ଞା ଗ୍ରହଣ କରିବ; ମାତ୍ର ଅଜ୍ଞାନ ବକୁଆ ପତିତ ହେବ ।
9. ସରଳାଚାରୀ ନିର୍ଭୟରେ ଚାଲେ, ମାତ୍ର ବକ୍ରଗାମୀ ଜଣାପଡ଼ିବ ।
10. ଯେ ଆକ୍ଷିରେ ଠାର ମାରେ, ସେ ଦୁଃଖ ଜନ୍ମାଏ, ପୁଣି ଅଜ୍ଞାନ ବକୁଆ ପତିତ ହେବ ।
11. ଧାର୍ମିକର ମୁଖ ଜୀବନର ନିର୍ଝର, ମାତ୍ର ଦୁଷ୍ଟର ମୁଖ ଦୌରାତ୍ମ୍ୟ ଢାଙ୍କେ ।
12. ହିଂସା କଳି ଜନ୍ମାଏ, ମାତ୍ର ପ୍ରେମ ସବୁ ଅଧର୍ମ ଢାଙ୍କେ ।
13. ସୁବିବେକୀର ଓଷ୍ଠରେ ଜ୍ଞାନ ଥାଏ, ମାତ୍ର ନିର୍ବୋଧର ପିଠି ପାଇଁ ବାଡ଼ି ।
14. ଜ୍ଞାନୀମାନେ ବିଦ୍ୟା ସଞ୍ଚୟ କରନ୍ତି, ମାତ୍ର ଅଜ୍ଞାନର ମୁଖ ଉପସ୍ଥିତ ବିନାଶ ସ୍ଵରୂପ ।
15. ଧନୀର ଧନ ତାହାର ଦୃଢ଼ ନଗର, ଦରିଦ୍ରମାନଙ୍କ ଦରିଦ୍ରତା ସେମାନଙ୍କର ବିନାଶ ।
16. ଧାର୍ମିକର ପରିଶ୍ରମ ଜୀବନଜନକ, ପୁଣି ଅଧାର୍ମିକର ଆୟ ପାପଜନକ ।
17. ଉପଦେଶ ଯେ ମାନେ, ସେ ଜୀବନ-ପଥରେ ଚାଲେ; ମାତ୍ର ଯେ ଅନୁଯୋଗ ତ୍ୟାଗ କରେ, ସେ ଭ୍ରାନ୍ତ ହୁଏ ।
18. ଯେ ହିଂସା ଆଚ୍ଛାଦନ କରେ, ତାହାର ଓଷ୍ଠାଧର ମିଥ୍ୟାବାଦୀ; ପୁଣି, ଯେ ଅପବାଦ ରଟନା କରେ, ସେ ଅଜ୍ଞାନ ।
19. ବହୁ ବାକ୍ୟରେ ଅଧର୍ମର ଅଭାବ ନ ଥାଏ, ମାତ୍ର ଯେ ଆପଣା ଓଷ୍ଠାଧରକୁ ଦମନ କରେ, ସେ ବୁଦ୍ଧିମାନ ।
20. ଧାର୍ମିକର ଜିହ୍ଵା ମନୋନୀତ ରୂପା ତୁଲ୍ୟ, ମାତ୍ର ଦୁଷ୍ଟର ହୃଦୟ ଅଳ୍ପ ମୂଲ୍ୟ ।
21. ଧାର୍ମିକର ଓଷ୍ଠାଧର ଅନେକଙ୍କୁ ପ୍ରତିପାଳନ କରେ, ମାତ୍ର ଅଜ୍ଞାନମାନେ ନିର୍ବୋଧତା ହେତୁରୁ ମରନ୍ତି ।
22. ସଦାପ୍ରଭୁଙ୍କ ଆଶୀର୍ବାଦ ଧନବାନ କରେ, ପୁଣି ସେ ତାହା ସଙ୍ଗରେ ଦୁଃଖ ଯୋଗ କରନ୍ତି ନାହିଁ ।
23. କୁକ୍ରିୟା କରିବାର ଅଜ୍ଞାନର କୌତୁକ, ସେହିପରି ଜ୍ଞାନ ବୁଦ୍ଧିମାନ ଲୋକର ।
24. ଦୁଷ୍ଟ ଲୋକ ଯାହା ଭୟ କରେ, ତାହା ହିଁ ତାହାକୁ ଘଟେ; ମାତ୍ର ଧାର୍ମିକର ମନୋବାଞ୍ଛା ତାହାକୁ ଦିଆଯିବ।
25. ଘୂର୍ଣ୍ଣିବାୟୁ ବହିଲେ ଦୁଷ୍ଟ ଆଉ ନ ଥାଏ, ମାତ୍ର ଧାର୍ମିକ ଅନନ୍ତକାଳସ୍ଥାୟୀ ମୂଳଦୁଆ ସ୍ଵରୂପ।
26. ଯେପରି ଦନ୍ତକୁ କଟୁ ରସ ଓ ଚକ୍ଷୁକୁ ଧୂଆଁ, ସେପରି ଆପଣା ପ୍ରେରକମାନଙ୍କ ପ୍ରତି ଅଳସୁଆ ।
27. ସଦାପ୍ରଭୁଙ୍କ ବିଷୟକ ଭୟ ଦିନ ବଢ଼ାଏ, ମାତ୍ର ଦୁଷ୍ଟର ବର୍ଷ ଊଣା କରାଯିବ ।
28. ଧାର୍ମିକର ଆଶା ଆନନ୍ଦଜନକ ହେବ, ମାତ୍ର ଦୁଷ୍ଟର ଭରସା କ୍ଷୟ ପାଇବ ।
29. ସଦାପ୍ରଭୁଙ୍କ ପଥ ସରଳାଚାରୀମାନଙ୍କ ପ୍ରତି ଦୃଢ଼ ଗଡ଼; ମାତ୍ର କୁକର୍ମକାରୀମାନଙ୍କ ପ୍ରତି ତାହା ବିନାଶଜନକ ।
30. ଧାର୍ମିକ କେବେ ହେଁ ଘୁଞ୍ଚା ଯିବ ନାହିଁ; ମାତ୍ର ଦୁଷ୍ଟ ଦେଶବାସୀ ହେବ ନାହିଁ ।
31. ଧାର୍ମିକର ମୁଖ ଜ୍ଞାନ ଜନ୍ମାଏ, ମାତ୍ର କୁଟିଳବାଦୀ ଜିହ୍ଵା ଉଚ୍ଛିନ୍ନ ହେବ ।
32. ଧାର୍ମିକର ଓଷ୍ଠାଧର ତୁଷ୍ଟିକର କଥା ଜାଣେ, ମାତ୍ର ଦୁଷ୍ଟର ମୁଖ କୁଟିଳ କଥା କହେ ।

ରେକର୍ଡଗୁଡିକ

Total 31 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 10 / 31
1 ଶଲୋମନଙ୍କର ହିତୋପଦେଶ । ଜ୍ଞାନବାନ ପୁତ୍ର ପିତାର ଆନନ୍ଦ ଜନ୍ମାଏ; କିନ୍ତୁ ହୀନବୁଦ୍ଧି ପୁତ୍ର ତାହା ମାତାର ଶୋକର କାରଣ ।
2 ଦୁଷ୍ଟତା-ଜାତ ଧନ କିଛି ଫଳ ଦିଏ ନାହିଁ; ମାତ୍ର ଧାର୍ମିକତା ମୃତ୍ୟୁରୁ ଉଦ୍ଧାର କରେ । 3 ସଦାପ୍ରଭୁ ଧାର୍ମିକର ପ୍ରାଣକୁ କ୍ଷୁଧାରେ କ୍ଷୀଣ ହେବାକୁ ଦେବେ ନାହିଁ; ମାତ୍ର ସେ ଦୁଷ୍ଟର କାମନା ଫିଙ୍ଗି ଦିଅନ୍ତି । 4 ଯେଉଁ ଲୋକ ଶିଥିଳ ହସ୍ତରେ କର୍ମ କରେ, ସେ ଦରିଦ୍ର ହୁଅଇ; ମାତ୍ର କର୍ମଶୀଳର ହସ୍ତ ଧନବାନ କରେ। 5 ଗ୍ରୀଷ୍ମକାଳରେ ଯେ ସଞ୍ଚୟ କରେ, ସେ ବୁଦ୍ଧିମାନ ପୁତ୍ର; ମାତ୍ର ଫସଲ ସମୟରେ ଯେ ନିଦ୍ରିତ ଥାଏ, ସେହି ପୁତ୍ର ଲଜ୍ଜାଜନକ। 6 ଧାର୍ମିକର ମସ୍ତକରେ ଆଶୀର୍ବାଦ ବର୍ତ୍ତେ; ମାତ୍ର ଦୁଷ୍ଟର ମୁଖ ଦୌରାତ୍ମ୍ୟ ଢାଙ୍କେ । 7 ଧାର୍ମିକର ସ୍ମରଣ ଧନ୍ୟ, ମାତ୍ର ଦୁଷ୍ଟର ନାମ ପଚିଯିବ । 8 ଯେ ଅନ୍ତଃକରଣରେ ଜ୍ଞାନୀ, ସେ ଆଜ୍ଞା ଗ୍ରହଣ କରିବ; ମାତ୍ର ଅଜ୍ଞାନ ବକୁଆ ପତିତ ହେବ । 9 ସରଳାଚାରୀ ନିର୍ଭୟରେ ଚାଲେ, ମାତ୍ର ବକ୍ରଗାମୀ ଜଣାପଡ଼ିବ । 10 ଯେ ଆକ୍ଷିରେ ଠାର ମାରେ, ସେ ଦୁଃଖ ଜନ୍ମାଏ, ପୁଣି ଅଜ୍ଞାନ ବକୁଆ ପତିତ ହେବ । 11 ଧାର୍ମିକର ମୁଖ ଜୀବନର ନିର୍ଝର, ମାତ୍ର ଦୁଷ୍ଟର ମୁଖ ଦୌରାତ୍ମ୍ୟ ଢାଙ୍କେ । 12 ହିଂସା କଳି ଜନ୍ମାଏ, ମାତ୍ର ପ୍ରେମ ସବୁ ଅଧର୍ମ ଢାଙ୍କେ । 13 ସୁବିବେକୀର ଓଷ୍ଠରେ ଜ୍ଞାନ ଥାଏ, ମାତ୍ର ନିର୍ବୋଧର ପିଠି ପାଇଁ ବାଡ଼ି । 14 ଜ୍ଞାନୀମାନେ ବିଦ୍ୟା ସଞ୍ଚୟ କରନ୍ତି, ମାତ୍ର ଅଜ୍ଞାନର ମୁଖ ଉପସ୍ଥିତ ବିନାଶ ସ୍ଵରୂପ । 15 ଧନୀର ଧନ ତାହାର ଦୃଢ଼ ନଗର, ଦରିଦ୍ରମାନଙ୍କ ଦରିଦ୍ରତା ସେମାନଙ୍କର ବିନାଶ । 16 ଧାର୍ମିକର ପରିଶ୍ରମ ଜୀବନଜନକ, ପୁଣି ଅଧାର୍ମିକର ଆୟ ପାପଜନକ । 17 ଉପଦେଶ ଯେ ମାନେ, ସେ ଜୀବନ-ପଥରେ ଚାଲେ; ମାତ୍ର ଯେ ଅନୁଯୋଗ ତ୍ୟାଗ କରେ, ସେ ଭ୍ରାନ୍ତ ହୁଏ । 18 ଯେ ହିଂସା ଆଚ୍ଛାଦନ କରେ, ତାହାର ଓଷ୍ଠାଧର ମିଥ୍ୟାବାଦୀ; ପୁଣି, ଯେ ଅପବାଦ ରଟନା କରେ, ସେ ଅଜ୍ଞାନ । 19 ବହୁ ବାକ୍ୟରେ ଅଧର୍ମର ଅଭାବ ନ ଥାଏ, ମାତ୍ର ଯେ ଆପଣା ଓଷ୍ଠାଧରକୁ ଦମନ କରେ, ସେ ବୁଦ୍ଧିମାନ । 20 ଧାର୍ମିକର ଜିହ୍ଵା ମନୋନୀତ ରୂପା ତୁଲ୍ୟ, ମାତ୍ର ଦୁଷ୍ଟର ହୃଦୟ ଅଳ୍ପ ମୂଲ୍ୟ । 21 ଧାର୍ମିକର ଓଷ୍ଠାଧର ଅନେକଙ୍କୁ ପ୍ରତିପାଳନ କରେ, ମାତ୍ର ଅଜ୍ଞାନମାନେ ନିର୍ବୋଧତା ହେତୁରୁ ମରନ୍ତି । 22 ସଦାପ୍ରଭୁଙ୍କ ଆଶୀର୍ବାଦ ଧନବାନ କରେ, ପୁଣି ସେ ତାହା ସଙ୍ଗରେ ଦୁଃଖ ଯୋଗ କରନ୍ତି ନାହିଁ । 23 କୁକ୍ରିୟା କରିବାର ଅଜ୍ଞାନର କୌତୁକ, ସେହିପରି ଜ୍ଞାନ ବୁଦ୍ଧିମାନ ଲୋକର । 24 ଦୁଷ୍ଟ ଲୋକ ଯାହା ଭୟ କରେ, ତାହା ହିଁ ତାହାକୁ ଘଟେ; ମାତ୍ର ଧାର୍ମିକର ମନୋବାଞ୍ଛା ତାହାକୁ ଦିଆଯିବ। 25 ଘୂର୍ଣ୍ଣିବାୟୁ ବହିଲେ ଦୁଷ୍ଟ ଆଉ ନ ଥାଏ, ମାତ୍ର ଧାର୍ମିକ ଅନନ୍ତକାଳସ୍ଥାୟୀ ମୂଳଦୁଆ ସ୍ଵରୂପ। 26 ଯେପରି ଦନ୍ତକୁ କଟୁ ରସ ଓ ଚକ୍ଷୁକୁ ଧୂଆଁ, ସେପରି ଆପଣା ପ୍ରେରକମାନଙ୍କ ପ୍ରତି ଅଳସୁଆ । 27 ସଦାପ୍ରଭୁଙ୍କ ବିଷୟକ ଭୟ ଦିନ ବଢ଼ାଏ, ମାତ୍ର ଦୁଷ୍ଟର ବର୍ଷ ଊଣା କରାଯିବ । 28 ଧାର୍ମିକର ଆଶା ଆନନ୍ଦଜନକ ହେବ, ମାତ୍ର ଦୁଷ୍ଟର ଭରସା କ୍ଷୟ ପାଇବ । 29 ସଦାପ୍ରଭୁଙ୍କ ପଥ ସରଳାଚାରୀମାନଙ୍କ ପ୍ରତି ଦୃଢ଼ ଗଡ଼; ମାତ୍ର କୁକର୍ମକାରୀମାନଙ୍କ ପ୍ରତି ତାହା ବିନାଶଜନକ । 30 ଧାର୍ମିକ କେବେ ହେଁ ଘୁଞ୍ଚା ଯିବ ନାହିଁ; ମାତ୍ର ଦୁଷ୍ଟ ଦେଶବାସୀ ହେବ ନାହିଁ । 31 ଧାର୍ମିକର ମୁଖ ଜ୍ଞାନ ଜନ୍ମାଏ, ମାତ୍ର କୁଟିଳବାଦୀ ଜିହ୍ଵା ଉଚ୍ଛିନ୍ନ ହେବ । 32 ଧାର୍ମିକର ଓଷ୍ଠାଧର ତୁଷ୍ଟିକର କଥା ଜାଣେ, ମାତ୍ର ଦୁଷ୍ଟର ମୁଖ କୁଟିଳ କଥା କହେ ।
Total 31 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 10 / 31
×

Alert

×

Oriya Letters Keypad References