1. ଦାଉଦଙ୍କର ଗୀତ, ସ୍ମରଣୋପାୟ । ହେ ସଦାପ୍ରଭୋ, ତୁମ୍ଭ କୋପରେ ମୋତେ ଅନୁଯୋଗ କର ନାହିଁ; କିଅବା ତୁମ୍ଭ ପ୍ରଚଣ୍ତ ବିରକ୍ତିରେ ମୋତେ ଶାସ୍ତି ଦିଅ ନାହିଁ ।
|
3. ତୁମ୍ଭ କୋପ ସକାଶୁ ମୋʼ ମାଂସରେ କିଛି ସ୍ଵାସ୍ଥ୍ୟ ନାହିଁ; ପୁଣି, ମୋʼ ପାପ ସକାଶୁ ମୋʼ ଅସ୍ଥିରେ କିଛି ଆରାମ ନାହିଁ ।
|
11. ମୋହର ପ୍ରିୟ ଲୋକେ ଓ ମୋହର ମିତ୍ରମାନେ ମୋʼ ବ୍ୟାଧିରୁ ଅଲଗା ଠିଆ ହୁଅନ୍ତି ଓ ମୋହର ଜ୍ଞାତିବର୍ଗ ଦୂରରେ ଠିଆ ହୁଅନ୍ତି ।
|
12. ମଧ୍ୟ ଯେଉଁମାନେ ମୋʼ ପ୍ରାଣ ଚାହାନ୍ତି, ସେମାନେ ମୋʼ ପାଇଁ ଫାନ୍ଦ ପାତନ୍ତି; ପୁଣି, ଯେଉଁମାନେ ମୋହର ଅନିଷ୍ଟ ଇଚ୍ଛା କରନ୍ତି, ସେମାନେ ସର୍ବନାଶର କଥା କହନ୍ତି ଓ ଦିନଯାକ ଛଳର ଚିନ୍ତା କରନ୍ତି ।
|
16. କାରଣ ମୁଁ କହିଲି, କେଜାଣି ସେମାନେ ମୋʼ ଉପରେ ଆନନ୍ଦ କରିବେ; ମୋʼ ପାଦ ଖସିଗଲା ବେଳେ ସେମାନେ ମୋʼ ପ୍ରତିକୂଳରେ ଦର୍ପ କରନ୍ତି ।
|
19. ମାତ୍ର ମୋହର ଶତ୍ରୁମାନେ ସତେଜ ଓ ବଳବାନ; ପୁଣି, ଅନ୍ୟାୟରେ ମୋତେ ଘୃଣା କରିବା ଲୋକେ ବହୁସଂଖ୍ୟକ ହୋଇଅଛନ୍ତି ।
|
20. ମଧ୍ୟ ଯେଉଁମାନେ ହିତର ପରିବର୍ତ୍ତେ ଅହିତ କରନ୍ତି, ସେମାନେ ମୋହର ବିପକ୍ଷ; କାରଣ ମୁଁ ଉତ୍ତମ ବିଷୟର ଅନୁଗମନ କରେ ।
|