ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯିଖରିୟ
1. ଇସ୍ରାଏଲ ବିଷୟରେ ସଦାପ୍ରଭୁଙ୍କର ଭାରୋକ୍ତି । ଯେ ଆକାଶମଣ୍ତଳ ବିସ୍ତାର କରନ୍ତି ଓ ପୃଥିବୀର ଭିତ୍ତିମୂଳ ସ୍ଥାପନ କରନ୍ତି ଓ ମନୁଷ୍ୟର ଅନ୍ତରରେ ଆତ୍ମା ନିର୍ମାଣ କରନ୍ତି, ସେହି ସଦାପ୍ରଭୁ ଏହି କଥା କହନ୍ତି;
2. ଦେଖ, ଆମ୍ଭେ ଚତୁର୍ଦ୍ଦିଗସ୍ଥିତ ସମସ୍ତ ଗୋଷ୍ଠୀ ପ୍ରତି ଯିରୂଶାଲମକୁ ଟଳଟଳଜନକ ପାନପାତ୍ର ସ୍ଵରୂପ କରିବା ଓ ଯିରୂଶାଲମର ଅବରୋଧ କାଳେ ତାହା ଯିହୁଦାର ଉପରେ ମଧ୍ୟ ବର୍ତ୍ତିବ ।
3. ପୁଣି, ସେହି ଦିନ ଆମ୍ଭେ ଯିରୂଶାଲମକୁ ସମସ୍ତ ଗୋଷ୍ଠୀ ପ୍ରତି ଭାର ସ୍ଵରୂପ ପ୍ରସ୍ତର କରିବା; ଯେଉଁମାନେ ତଦ୍ଦ୍ଵାରା ଆପଣାମାନଙ୍କୁ ଭାରଗ୍ରସ୍ତ କରନ୍ତି, ସେସମସ୍ତେ ଅତ୍ୟ; କ୍ଷତବିକ୍ଷତ ହେବେ ଓ ପୃଥିବୀସ୍ଥ ସମସ୍ତ ଗୋଷ୍ଠୀ ତାହା ବିରୁଦ୍ଧରେ ଏକତ୍ରିତ ହେବେ ।
4. ସଦାପ୍ରଭୁ କହନ୍ତି, ସେଦିନ ଆମ୍ଭେ ପ୍ରତ୍ୟେକ ଅଶ୍ଵକୁ ସ୍ତବ୍ଧତାରେ ଓ ତଦାରୋହୀକି ଉନ୍ମତ୍ତତାରେ ଆଘାତ କରିବା; ଆଉ, ଆମ୍ଭେ ଯିହୁଦା-ବଂଶ ପ୍ରତି ଆପଣା ଚକ୍ଷୁ ମେଲାଇ ଗୋଷ୍ଠୀଗଣର ପ୍ରତ୍ୟେକ ଅଶ୍ଵକୁ ଅନ୍ଧତାରେ ଆଘାତ କରିବା ।
5. ପୁଣି, ଯିହୁଦାର ଅଧ୍ୟକ୍ଷଗଣ ଆପଣା ଆପଣା ମନରେ କହିବେ, ଯିରୂଶାଲମର ନିବାସୀମାନେ ସୈନ୍ୟାଧିପତି ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କ ସାହାଯ୍ୟରେ ମୋର ବଳସ୍ଵରୂପ ଅଟନ୍ତି ।
6. ସେଦିନ ଆମ୍ଭେ ଯିହୁଦାର ଅଧ୍ୟକ୍ଷଗଣକୁ କାଷ୍ଠ ମଧ୍ୟରେ ଅଗ୍ନିଧାରୀ ପାତ୍ର ସ୍ଵରୂପ ଓ ଶସ୍ୟବିଡ଼ା ମଧ୍ୟରେ ମଶାଲ ସ୍ଵରୂପ କରିବା; ଆଉ, ସେମାନେ ଦକ୍ଷିଣ ଓ ବାମରେ ଚତୁଃପାର୍ଶ୍ଵସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ ଗ୍ରାସ କରିବେ; ଆଉ, ଯିରୂଶାଲମ ପୁନର୍ବାର ସ୍ଵସ୍ଥାନରେ, ଅର୍ଥାତ୍, ଯିରୂଶାଲମରେ ବାସ କରିବ ।
7. ଆହୁରି, ଦାଉଦ-ବଂଶର ଗୌରବ ଓ ଯିରୂଶାଲମ ନିବାସୀଗଣର ଗୌରବ ଯେପରି ଯିହୁଦା-ବଂଶର ଉପରେ ଉନ୍ନତ ନ ହୁଏ, ଏଥିପାଇଁ ସଦାପ୍ରଭୁ ପ୍ରଥମରେ ଯିହୁଦାର ତମ୍ଵୁସବୁକୁ ଉଦ୍ଧାର କରିବେ ।
8. ସେଦିନ ସଦାପ୍ରଭୁ ଯିରୂଶାଲମର ନିବାସୀଗଣକୁ ରକ୍ଷା କରିବେ ଓ ସେମାନଙ୍କ ମଧ୍ୟରେ ଯେଉଁ ଜନ ଦୁର୍ବଳ, ସେଦିନ ସେ ଦାଉଦ ପରି ହେବ ଓ ଦାଉଦ-ବଂଶ ପରମେଶ୍ଵରଙ୍କ ପରି, ସେମାନଙ୍କର ଅଗ୍ରଗାମୀ ସଦାପ୍ରଭୁଙ୍କର ଦୂତ ପରି ହେବେ ।
9. ଆଉ, ଯେଉଁମାନେ ଯିରୂଶାଲମର ବିରୁଦ୍ଧରେ ଆସନ୍ତି, ସେସମସ୍ତ ଗୋଷ୍ଠୀଙ୍କୁ ଆମ୍ଭେ ସେଦିନ ନଷ୍ଟ କରିବାକୁ ଚେଷ୍ଟା କରିବା ।
10. ପୁଣି, ଆମ୍ଭେ ଦାଉଦ ବଂଶ ଉପରେ ଓ ଯିରୂଶାଲମ ନିବାସୀମାନଙ୍କ ଉପରେ ଅନୁଗ୍ରହ ଓ ବିନତିଜନକ ଆତ୍ମା ବୃଷ୍ଟି କରିବା; ତହିଁରେ ସେମାନେ ଆମ୍ଭ ପ୍ରତି, ଅର୍ଥାତ୍, ଯାହାଙ୍କୁ ସେମାନେ ବିଦ୍ଧ କରିଅଛନ୍ତି, ତାହାଙ୍କ ପ୍ରତି ଦୃଷ୍ଟିପାତ କରିବେ; ଆଉ, କେହି ଯେପରି ଆପଣାର ଏକମାତ୍ର ପୁତ୍ର ଲାଗି ଶୋକ କରେ, ସେପରି ସେମାନେ ତାହାଙ୍କ ପାଇଁ ଶୋକ କରିବେ ଓ କେହି ଯେପରି ଆପଣା ପ୍ରଥମଜାତର ନିମନ୍ତେ ବ୍ୟାକୁଳିତ ହୁଏ, ସେପରି ସେମାନେ ତାହାଙ୍କ ପାଇଁ ବ୍ୟାକୁଳିତ ହେବେ ।
11. ସେଦିନ ମଗିଦ୍ଦୋନ୍ ଉପତ୍ୟକାରେ ହଦଦ୍-ରିମ୍ମୋଣର ଶୋକତୁଲ୍ୟ ଯିରୂଶାଲମରେ ମହା ଶୋକ ହେବ ।
12. ପୁଣି ଦେଶ, ପ୍ରତ୍ୟେକ ଗୋଷ୍ଠୀ ପୃଥକ୍ ପୃଥକ୍ ଶୋକ କରିବେ; ଦାଉଦ-ବଂଶର ଗୋଷ୍ଠୀ ପୃଥକ୍ ଓ ସେମାନଙ୍କର ସ୍ତ୍ରୀଗଣ ପୃଥକ୍; ନାଥନ-ବଂଶର ଗୋଷ୍ଠୀ ପୃଥକ୍ ଓ ସେମାନଙ୍କର ସ୍ତ୍ରୀଗଣ ପୃଥକ୍;
13. ଲେବୀ-ବଂଶର ଗୋଷ୍ଠୀ ପୃଥକ୍ ଓ ସେମାନଙ୍କର ସ୍ତ୍ରୀଗଣ ପୃଥକ୍; ଶିମୀୟିର ଗୋଷ୍ଠୀ ପୃଥକ୍ ଓ ସେମାନଙ୍କର ସ୍ତ୍ରୀଗଣ ପୃଥକ୍ ଶୋକ କରିବେ;
14. ଅବଶିଷ୍ଟ ସମୁଦାୟ ଗୋଷ୍ଠୀ ମଧ୍ୟରୁ ପ୍ରତ୍ୟେକ ଗୋଷ୍ଠୀ ପୃଥକ୍ ଓ ସେମାନଙ୍କର ସ୍ତ୍ରୀଗଣ ପୃଥକ୍ ଶୋକ କରିବେ ।
Total 14 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 12 / 14
1 2 3 4 5 6 7 8 9 10 11 12 13 14
1 ଇସ୍ରାଏଲ ବିଷୟରେ ସଦାପ୍ରଭୁଙ୍କର ଭାରୋକ୍ତି । ଯେ ଆକାଶମଣ୍ତଳ ବିସ୍ତାର କରନ୍ତି ଓ ପୃଥିବୀର ଭିତ୍ତିମୂଳ ସ୍ଥାପନ କରନ୍ତି ଓ ମନୁଷ୍ୟର ଅନ୍ତରରେ ଆତ୍ମା ନିର୍ମାଣ କରନ୍ତି, ସେହି ସଦାପ୍ରଭୁ ଏହି କଥା କହନ୍ତି; 2 ଦେଖ, ଆମ୍ଭେ ଚତୁର୍ଦ୍ଦିଗସ୍ଥିତ ସମସ୍ତ ଗୋଷ୍ଠୀ ପ୍ରତି ଯିରୂଶାଲମକୁ ଟଳଟଳଜନକ ପାନପାତ୍ର ସ୍ଵରୂପ କରିବା ଓ ଯିରୂଶାଲମର ଅବରୋଧ କାଳେ ତାହା ଯିହୁଦାର ଉପରେ ମଧ୍ୟ ବର୍ତ୍ତିବ । 3 ପୁଣି, ସେହି ଦିନ ଆମ୍ଭେ ଯିରୂଶାଲମକୁ ସମସ୍ତ ଗୋଷ୍ଠୀ ପ୍ରତି ଭାର ସ୍ଵରୂପ ପ୍ରସ୍ତର କରିବା; ଯେଉଁମାନେ ତଦ୍ଦ୍ଵାରା ଆପଣାମାନଙ୍କୁ ଭାରଗ୍ରସ୍ତ କରନ୍ତି, ସେସମସ୍ତେ ଅତ୍ୟ; କ୍ଷତବିକ୍ଷତ ହେବେ ଓ ପୃଥିବୀସ୍ଥ ସମସ୍ତ ଗୋଷ୍ଠୀ ତାହା ବିରୁଦ୍ଧରେ ଏକତ୍ରିତ ହେବେ । 4 ସଦାପ୍ରଭୁ କହନ୍ତି, ସେଦିନ ଆମ୍ଭେ ପ୍ରତ୍ୟେକ ଅଶ୍ଵକୁ ସ୍ତବ୍ଧତାରେ ଓ ତଦାରୋହୀକି ଉନ୍ମତ୍ତତାରେ ଆଘାତ କରିବା; ଆଉ, ଆମ୍ଭେ ଯିହୁଦା-ବଂଶ ପ୍ରତି ଆପଣା ଚକ୍ଷୁ ମେଲାଇ ଗୋଷ୍ଠୀଗଣର ପ୍ରତ୍ୟେକ ଅଶ୍ଵକୁ ଅନ୍ଧତାରେ ଆଘାତ କରିବା । 5 ପୁଣି, ଯିହୁଦାର ଅଧ୍ୟକ୍ଷଗଣ ଆପଣା ଆପଣା ମନରେ କହିବେ, ଯିରୂଶାଲମର ନିବାସୀମାନେ ସୈନ୍ୟାଧିପତି ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କ ସାହାଯ୍ୟରେ ମୋର ବଳସ୍ଵରୂପ ଅଟନ୍ତି । 6 ସେଦିନ ଆମ୍ଭେ ଯିହୁଦାର ଅଧ୍ୟକ୍ଷଗଣକୁ କାଷ୍ଠ ମଧ୍ୟରେ ଅଗ୍ନିଧାରୀ ପାତ୍ର ସ୍ଵରୂପ ଓ ଶସ୍ୟବିଡ଼ା ମଧ୍ୟରେ ମଶାଲ ସ୍ଵରୂପ କରିବା; ଆଉ, ସେମାନେ ଦକ୍ଷିଣ ଓ ବାମରେ ଚତୁଃପାର୍ଶ୍ଵସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ ଗ୍ରାସ କରିବେ; ଆଉ, ଯିରୂଶାଲମ ପୁନର୍ବାର ସ୍ଵସ୍ଥାନରେ, ଅର୍ଥାତ୍, ଯିରୂଶାଲମରେ ବାସ କରିବ । 7 ଆହୁରି, ଦାଉଦ-ବଂଶର ଗୌରବ ଓ ଯିରୂଶାଲମ ନିବାସୀଗଣର ଗୌରବ ଯେପରି ଯିହୁଦା-ବଂଶର ଉପରେ ଉନ୍ନତ ନ ହୁଏ, ଏଥିପାଇଁ ସଦାପ୍ରଭୁ ପ୍ରଥମରେ ଯିହୁଦାର ତମ୍ଵୁସବୁକୁ ଉଦ୍ଧାର କରିବେ । 8 ସେଦିନ ସଦାପ୍ରଭୁ ଯିରୂଶାଲମର ନିବାସୀଗଣକୁ ରକ୍ଷା କରିବେ ଓ ସେମାନଙ୍କ ମଧ୍ୟରେ ଯେଉଁ ଜନ ଦୁର୍ବଳ, ସେଦିନ ସେ ଦାଉଦ ପରି ହେବ ଓ ଦାଉଦ-ବଂଶ ପରମେଶ୍ଵରଙ୍କ ପରି, ସେମାନଙ୍କର ଅଗ୍ରଗାମୀ ସଦାପ୍ରଭୁଙ୍କର ଦୂତ ପରି ହେବେ । 9 ଆଉ, ଯେଉଁମାନେ ଯିରୂଶାଲମର ବିରୁଦ୍ଧରେ ଆସନ୍ତି, ସେସମସ୍ତ ଗୋଷ୍ଠୀଙ୍କୁ ଆମ୍ଭେ ସେଦିନ ନଷ୍ଟ କରିବାକୁ ଚେଷ୍ଟା କରିବା । 10 ପୁଣି, ଆମ୍ଭେ ଦାଉଦ ବଂଶ ଉପରେ ଓ ଯିରୂଶାଲମ ନିବାସୀମାନଙ୍କ ଉପରେ ଅନୁଗ୍ରହ ଓ ବିନତିଜନକ ଆତ୍ମା ବୃଷ୍ଟି କରିବା; ତହିଁରେ ସେମାନେ ଆମ୍ଭ ପ୍ରତି, ଅର୍ଥାତ୍, ଯାହାଙ୍କୁ ସେମାନେ ବିଦ୍ଧ କରିଅଛନ୍ତି, ତାହାଙ୍କ ପ୍ରତି ଦୃଷ୍ଟିପାତ କରିବେ; ଆଉ, କେହି ଯେପରି ଆପଣାର ଏକମାତ୍ର ପୁତ୍ର ଲାଗି ଶୋକ କରେ, ସେପରି ସେମାନେ ତାହାଙ୍କ ପାଇଁ ଶୋକ କରିବେ ଓ କେହି ଯେପରି ଆପଣା ପ୍ରଥମଜାତର ନିମନ୍ତେ ବ୍ୟାକୁଳିତ ହୁଏ, ସେପରି ସେମାନେ ତାହାଙ୍କ ପାଇଁ ବ୍ୟାକୁଳିତ ହେବେ । 11 ସେଦିନ ମଗିଦ୍ଦୋନ୍ ଉପତ୍ୟକାରେ ହଦଦ୍-ରିମ୍ମୋଣର ଶୋକତୁଲ୍ୟ ଯିରୂଶାଲମରେ ମହା ଶୋକ ହେବ । 12 ପୁଣି ଦେଶ, ପ୍ରତ୍ୟେକ ଗୋଷ୍ଠୀ ପୃଥକ୍ ପୃଥକ୍ ଶୋକ କରିବେ; ଦାଉଦ-ବଂଶର ଗୋଷ୍ଠୀ ପୃଥକ୍ ଓ ସେମାନଙ୍କର ସ୍ତ୍ରୀଗଣ ପୃଥକ୍; ନାଥନ-ବଂଶର ଗୋଷ୍ଠୀ ପୃଥକ୍ ଓ ସେମାନଙ୍କର ସ୍ତ୍ରୀଗଣ ପୃଥକ୍; 13 ଲେବୀ-ବଂଶର ଗୋଷ୍ଠୀ ପୃଥକ୍ ଓ ସେମାନଙ୍କର ସ୍ତ୍ରୀଗଣ ପୃଥକ୍; ଶିମୀୟିର ଗୋଷ୍ଠୀ ପୃଥକ୍ ଓ ସେମାନଙ୍କର ସ୍ତ୍ରୀଗଣ ପୃଥକ୍ ଶୋକ କରିବେ; 14 ଅବଶିଷ୍ଟ ସମୁଦାୟ ଗୋଷ୍ଠୀ ମଧ୍ୟରୁ ପ୍ରତ୍ୟେକ ଗୋଷ୍ଠୀ ପୃଥକ୍ ଓ ସେମାନଙ୍କର ସ୍ତ୍ରୀଗଣ ପୃଥକ୍ ଶୋକ କରିବେ ।
Total 14 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 12 / 14
1 2 3 4 5 6 7 8 9 10 11 12 13 14
×

Alert

×

Oriya Letters Keypad References