ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ପିତରଙ୍କ ପ୍ରଥମ ପତ୍
1. ପିତର, ଯୀଶୁ ଖ୍ରୀଷ୍ଟଙ୍କର ଜଣେ ପ୍ରେରିତ, ପନ୍ତ, ଗାଲାତିଆ, କାପ୍‍ପାଦକିଆ, ଆସିଆ ଓ ବୀଥୂନିଆରେ ଛିନ୍ନଭିନ୍ନ ଯେଉଁ ପ୍ରବାସୀମାନେ,
2. ପିତା ଈଶ୍ଵରଙ୍କ ପୂର୍ବ ଜ୍ଞାନାନୁସାରେ ଆତ୍ମାଙ୍କ ଦ୍ଵାରା ପବିତ୍ରୀକୃତହୋଇ ଆଜ୍ଞାବହ, ପୁଣି ଯୀଶୁ ଖ୍ରୀଷ୍ଟଙ୍କର ରକ୍ତରେ ସିଞ୍ଚିତ ହେବା ନିମନ୍ତେମେନୋନୀତ ହୋଇଅଛନ୍ତି, ସେମାନଙ୍କ ନିକଟକୁ ପତ୍ର ଲେଖୁଅଛି । ତୁମ୍ଭମାନଙ୍କ ପ୍ରତି ପ୍ରଚୁର ରୂପେ ଅନୁଗ୍ରହ ଓ ଶାନ୍ତି ହେଉ ।
3. ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଈଶ୍ଵର ଓ ପିତା ଧନ୍ୟ; ସେ ମୃତମାନଙ୍କ ମଧ୍ୟରୁ ଯୀଶୁ ଖ୍ରୀଷ୍ଟଙ୍କ ପୁନରୁତ୍ଥାନ ଦ୍ଵାରା ଜୀବନଦାୟକ ଭରସା ପ୍ରାପ୍ତି ନିମନ୍ତେ,
4. ଅର୍ଥାତ୍ ଯେଉଁ ଅକ୍ଷୟ, ଅକଳଙ୍କିତ, ଅଜର ଅଧିକାର ତୁମ୍ଭମାନଙ୍କ ନିମନ୍ତେ ସ୍ଵର୍ଗରେ ସଞ୍ଚିତ ହୋଇଅଛି, ତାହା ପାଇବା ନିମନ୍ତେ ଆପଣାର ମହାଦୟାରେ ଆମ୍ଭମାନଙ୍କୁ ପୁନର୍ଜନ୍ମ ଦେଇଅଛନ୍ତି ।
5. ଯେଉଁ ପରିତ୍ରାଣ ଶେଷକାଳରେ ପ୍ରକାଶିତ ହେବା ପାଇଁ ପ୍ରସ୍ତୁତ ହୋଇଅଛି, ସେଥିନିମନ୍ତେ ତୁମ୍ଭେମାନେ ଈଶ୍ଵରଙ୍କ ଶକ୍ତିରେ ବିଶ୍ଵାସ ଦ୍ଵାରା ସୁରକ୍ଷିତ ହେଉଅଛ ।
6. ଏଥିରେ ତୁମ୍ଭେମାନେ ଉଲ୍ଲାସ କରୁଅଛ, ଯଦ୍ୟପି ବର୍ତ୍ତମାନ ଅଳ୍ପ ସମୟ ପାଇଁ ନାନା ପରୀକ୍ଷା ଦ୍ଵାରା ଦୁଃଖ-ଭୋଗ କରିବା ତୁମ୍ଭମାନଙ୍କ ପକ୍ଷରେ ଆବଶ୍ୟକ ହୁଏ,
7. ଯେପରି ଅଗ୍ନି ଦ୍ଵାରା ପରୀକ୍ଷିତ କ୍ଷୟଣୀୟ ସୁବର୍ଣ୍ଣ ଅପେକ୍ଷା ଅଧିକ ବହୁମୂଲ୍ୟ ଯେ ତୁମ୍ଭମାନଙ୍କର ପରୀକ୍ଷାସିଦ୍ଧ ବିଶ୍ଵାସ, ତାହା ଯୀଶୁ ଖ୍ରୀଷ୍ଟଙ୍କ ପ୍ରକାଶିତ ହେବା ସମୟରେ ପ୍ରଶଂସା, ଗୌରବ ଓ ସମ୍ଭ୍ରମର କାରଣ ହେବ ।
8. ତୁମ୍ଭେମାନେ ତାହାଙ୍କୁ ନ ଦେଖି ପ୍ରେମ କରୁଅଛ, ପୁଣି, ଏବେ ସୁଦ୍ଧା ନ ଦେଖିଲେହେଁ ତାହାଙ୍କଠାରେ ବିଶ୍ଵାସ କରି ଅକଥନୀୟ ଓ ଗୌରବଯୁକ୍ତ ଆନନ୍ଦରେ ପ୍ର.ଯୋହ. ୪:୨୦ ଯୋହ. ୨୦:୨୯
9. ଆନନ୍ଦିତ ହୋଇ ତୁମ୍ଭମାନଙ୍କ ବିଶ୍ଵାସର ଲକ୍ଷ୍ୟ ଯେ ଆତ୍ମାର ପରିତ୍ରାଣ, ତାହା ପାଉଅଛ । ଭାବବାଦୀମାନେ ତୁମ୍ଭମାନଙ୍କ ନିମନ୍ତେ ନିରୂପିତ ଅନୁଗ୍ରହ ବିଷୟରେ ଭାବବାଣୀ ପ୍ରକାଶ କଲେ,
10. ପୁଣି, ସେହି ପରିତ୍ରାଣ ସମ୍ଵନ୍ଧରେ ଯନି ସହକାରେ ଅନ୍ଵେଷଣ ଓ ଅନୁସନ୍ଧାନ କଲେ ।
11. ଖ୍ରୀଷ୍ଟଙ୍କ ଦୁଃଖଭୋଗ ଓ ତତ୍ପରବର୍ତ୍ତୀ ଗୌରବ ବିଷୟରେ ପୂର୍ବରୁ ପ୍ରମାଣଦାତା ଯେ ସେମାନଙ୍କର ମଧ୍ୟବର୍ତ୍ତୀ ଖ୍ରୀଷ୍ଟଙ୍କର ଆତ୍ମା, ସେ କେଉଁ ବା କିପ୍ରକାର କାଳକୁ ଲକ୍ଷ୍ୟ କରୁଅଛନ୍ତି, ତାହା ସେମାନେ ଅନୁସନ୍ଧାନ କଲେ ।
12. ଏହିସମସ୍ତ ବିଷୟରେ ସେମାନେ ଯେ ଆପଣା ଆପଣାର ସେବା ନ କରି ତୁମ୍ଭମାନଙ୍କର ସେବା କରୁଥିଲେ, ଏହା ସେମାନଙ୍କ ନିକଟରେ ପ୍ରକାଶିତ ହୋଇଥିଲା, ଆଉ, ସେହିସମସ୍ତ ବିଷୟ ସ୍ଵର୍ଗରୁ ପ୍ରେରିତ ପବିତ୍ର ଆତ୍ମାଙ୍କ ଶକ୍ତିରେ ତୁମ୍ଭମାନଙ୍କ ନିକଟରେ ସୁସମାଚାର ପ୍ରଚାରକମାନଙ୍କ ଦ୍ଵାରା ଏବେ ତୁମ୍ଭମାନଙ୍କୁ ଜଣାଇ ଦିଆଯାଇଅଛି; ସେହିସବୁ ବିଷୟ ଦୂତମାନେ ନିରୀକ୍ଷଣ କରିବାକୁ ଇଚ୍ଛା କରନ୍ତି ।
13. ଅତଏବ, ଆପଣା ଆପଣା ମନରୂପ କଟି ବନ୍ଧନ କରି ସଚେତନ ଥାଅ, ପୁଣି ଯୀଶୁ ଖ୍ରୀଷ୍ଟଙ୍କ ପ୍ରକାଶିତ ହେବା ସମୟରେ ଯେଉଁ ଅନୁଗ୍ରହ ତୁମ୍ଭମାନଙ୍କ ପ୍ରତି ବର୍ତ୍ତିବ, ସେଥିରେ ସମ୍ପୂର୍ଣ୍ଣ ରୂପେ ଭରସା ରଖ ।
14. ତୁମ୍ଭମାନଙ୍କ ପୂର୍ବ ଅଜ୍ଞାନତା ସମୟର କୁଅଭିଳାଷର ଅନୁରୂପୀ ହୁଅ ନାହିଁ,
15. ମାତ୍ର ତୁମ୍ଭମାନଙ୍କର ଆହ୍ଵାନକର୍ତ୍ତା ଯେପରି ପବିତ୍ର, ତୁମ୍ଭେମାନେ ମଧ୍ୟ ଆଜ୍ଞାବହ ସନ୍ତାନମାନଙ୍କ ପରି ସମସ୍ତ ଆଚରଣରେ ସେହିପରି ପବିତ୍ର ହୁଅ ।
16. ଯେଣୁ ଲେଖା ଅଛି, ତୁମ୍ଭେମାନେ ପବିତ୍ର ହୁଅ, କାରଣ ଆମ୍ଭେ ପବିତ୍ର ।
17. ଆଉ ଯେ ମୁଖାପେକ୍ଷା ନ କରି ପ୍ରତ୍ୟେକ ଲୋକର କର୍ମାନୁସାରେ ବିଚାର କରନ୍ତି, ତାହାଙ୍କୁ ଯଦି ପିତା ବୋଲି ସମ୍ଵୋଧନ କରୁଅଛ, ତେବେ ଆପଣା ଆପଣାର ପ୍ରବାସକାଳ ସଭୟରେ କ୍ଷେପଣ କର;
18. ଯେଣୁ ତୁମ୍ଭେମାନେ ଜାଣ ଯେ, ତୁମ୍ଭମାନଙ୍କ ପିତୃପୁରୁଷମାନଙ୍କଠାରୁ ପ୍ରାପ୍ତ ପରମ୍ପରାଗତ ନିରର୍ଥକ ଆଚାରବ୍ୟବହାରରୁ ରୂପା କି ସୁନା ପରି କ୍ଷୟଣୀୟ ବସ୍ତୁ ଦ୍ଵାରା ମୁକ୍ତ ନ ହୋଇ
19. ବରଂ ନିଖୁ; ଓ ନିଷ୍କଳଙ୍କ ମେଷଶାବକ ସଦୃଶ ଖ୍ରୀଷ୍ଟଙ୍କ ବହୁମୂଲ୍ୟ ରକ୍ତରେ ମୁକ୍ତ ହୋଇଅଛ ।
20. ସେ ଜଗତର ପତ୍ତନ ପୂର୍ବରୁ ନିରୂପିତ ହୋଇ ତୁମ୍ଭମାନଙ୍କ ନିମନ୍ତେ ଶେଷକାଳରେ ପ୍ରକାଶିତ ହୋଇଅଛନ୍ତି;
21. ଯେଉଁ ଈଶ୍ଵର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇ ଗୌରବାନ୍ଵିତ କରିଅଛନ୍ତି, ସେହି ଈଶ୍ଵରଙ୍କଠାରେ ତୁମ୍ଭେମାନେ ତାହାଙ୍କ ଦ୍ଵାରା ବିଶ୍ଵାସ କରୁଅଛ, ଏଣୁ ଈଶ୍ଵର ତୁମ୍ଭମାନଙ୍କର ବିଶ୍ଵାସ ଓ ଭରସାର ସ୍ଥଳ ଅଟନ୍ତି ।
22. ତୁମ୍ଭେମାନେ ସତ୍ୟର ଆଜ୍ଞାବହ ହୋଇ ନିଷ୍କପଟ ଭ୍ରାତୃପ୍ରେମ ନିମନ୍ତେ ଆପଣା ଆପଣା ଆତ୍ମାକୁ ଶୁଚି କରିଥିବାରୁ ଅନ୍ତର ସହ ଏକାଗ୍ରଭାବେ ପରସ୍ପରକୁ ପ୍ରେମ କର;
23. ଯେଣୁ ତୁମ୍ଭେମାନେ କ୍ଷୟଣୀୟ ବୀଜରୁ ନୁହେଁ, ବରଂ ଅକ୍ଷୟ ବୀଜରୁ, ଅର୍ଥାତ୍ ଈଶ୍ଵରଙ୍କ ଜୀବନ୍ତ ଓ ଚିରସ୍ଥାୟୀ ବାକ୍ୟ ଦ୍ଵାରା ପୁନର୍ଜାତ ହୋଇଅଛ ।
24. କାରଣ ସମସ୍ତ ମର୍ତ୍ତ୍ୟ ତୃଣ ତୁଲ୍ୟ, ତାହାର ସମସ୍ତ ଶୋଭା ତୃଣର ପୁଷ୍ପ ସଦୃଶ; ତୃଣ ଶୁଖିଯାଏ, ଆଉ ଫୁଲ ଝଡ଼ିପଡ଼େ,
25. କିନ୍ତୁ ଈଶ୍ଵରଙ୍କ ବାକ୍ୟ ଅନନ୍ତକାଳସ୍ଥାୟୀ । ଏହା ସେହି ସୁସମାଚାରର ବାକ୍ୟ, ଯାହା ତୁମ୍ଭମାନଙ୍କ ନିକଟରେ ପ୍ରଚାରିତ ହୋଇଅଛି ।
Total 5 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 1 / 5
1 2 3 4 5
1 ପିତର, ଯୀଶୁ ଖ୍ରୀଷ୍ଟଙ୍କର ଜଣେ ପ୍ରେରିତ, ପନ୍ତ, ଗାଲାତିଆ, କାପ୍‍ପାଦକିଆ, ଆସିଆ ଓ ବୀଥୂନିଆରେ ଛିନ୍ନଭିନ୍ନ ଯେଉଁ ପ୍ରବାସୀମାନେ, 2 ପିତା ଈଶ୍ଵରଙ୍କ ପୂର୍ବ ଜ୍ଞାନାନୁସାରେ ଆତ୍ମାଙ୍କ ଦ୍ଵାରା ପବିତ୍ରୀକୃତହୋଇ ଆଜ୍ଞାବହ, ପୁଣି ଯୀଶୁ ଖ୍ରୀଷ୍ଟଙ୍କର ରକ୍ତରେ ସିଞ୍ଚିତ ହେବା ନିମନ୍ତେମେନୋନୀତ ହୋଇଅଛନ୍ତି, ସେମାନଙ୍କ ନିକଟକୁ ପତ୍ର ଲେଖୁଅଛି । ତୁମ୍ଭମାନଙ୍କ ପ୍ରତି ପ୍ରଚୁର ରୂପେ ଅନୁଗ୍ରହ ଓ ଶାନ୍ତି ହେଉ । 3 ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଈଶ୍ଵର ଓ ପିତା ଧନ୍ୟ; ସେ ମୃତମାନଙ୍କ ମଧ୍ୟରୁ ଯୀଶୁ ଖ୍ରୀଷ୍ଟଙ୍କ ପୁନରୁତ୍ଥାନ ଦ୍ଵାରା ଜୀବନଦାୟକ ଭରସା ପ୍ରାପ୍ତି ନିମନ୍ତେ, 4 ଅର୍ଥାତ୍ ଯେଉଁ ଅକ୍ଷୟ, ଅକଳଙ୍କିତ, ଅଜର ଅଧିକାର ତୁମ୍ଭମାନଙ୍କ ନିମନ୍ତେ ସ୍ଵର୍ଗରେ ସଞ୍ଚିତ ହୋଇଅଛି, ତାହା ପାଇବା ନିମନ୍ତେ ଆପଣାର ମହାଦୟାରେ ଆମ୍ଭମାନଙ୍କୁ ପୁନର୍ଜନ୍ମ ଦେଇଅଛନ୍ତି । 5 ଯେଉଁ ପରିତ୍ରାଣ ଶେଷକାଳରେ ପ୍ରକାଶିତ ହେବା ପାଇଁ ପ୍ରସ୍ତୁତ ହୋଇଅଛି, ସେଥିନିମନ୍ତେ ତୁମ୍ଭେମାନେ ଈଶ୍ଵରଙ୍କ ଶକ୍ତିରେ ବିଶ୍ଵାସ ଦ୍ଵାରା ସୁରକ୍ଷିତ ହେଉଅଛ । 6 ଏଥିରେ ତୁମ୍ଭେମାନେ ଉଲ୍ଲାସ କରୁଅଛ, ଯଦ୍ୟପି ବର୍ତ୍ତମାନ ଅଳ୍ପ ସମୟ ପାଇଁ ନାନା ପରୀକ୍ଷା ଦ୍ଵାରା ଦୁଃଖ-ଭୋଗ କରିବା ତୁମ୍ଭମାନଙ୍କ ପକ୍ଷରେ ଆବଶ୍ୟକ ହୁଏ, 7 ଯେପରି ଅଗ୍ନି ଦ୍ଵାରା ପରୀକ୍ଷିତ କ୍ଷୟଣୀୟ ସୁବର୍ଣ୍ଣ ଅପେକ୍ଷା ଅଧିକ ବହୁମୂଲ୍ୟ ଯେ ତୁମ୍ଭମାନଙ୍କର ପରୀକ୍ଷାସିଦ୍ଧ ବିଶ୍ଵାସ, ତାହା ଯୀଶୁ ଖ୍ରୀଷ୍ଟଙ୍କ ପ୍ରକାଶିତ ହେବା ସମୟରେ ପ୍ରଶଂସା, ଗୌରବ ଓ ସମ୍ଭ୍ରମର କାରଣ ହେବ । 8 ତୁମ୍ଭେମାନେ ତାହାଙ୍କୁ ନ ଦେଖି ପ୍ରେମ କରୁଅଛ, ପୁଣି, ଏବେ ସୁଦ୍ଧା ନ ଦେଖିଲେହେଁ ତାହାଙ୍କଠାରେ ବିଶ୍ଵାସ କରି ଅକଥନୀୟ ଓ ଗୌରବଯୁକ୍ତ ଆନନ୍ଦରେ ପ୍ର.ଯୋହ. ୪:୨୦ ଯୋହ. ୨୦:୨୯ 9 ଆନନ୍ଦିତ ହୋଇ ତୁମ୍ଭମାନଙ୍କ ବିଶ୍ଵାସର ଲକ୍ଷ୍ୟ ଯେ ଆତ୍ମାର ପରିତ୍ରାଣ, ତାହା ପାଉଅଛ । ଭାବବାଦୀମାନେ ତୁମ୍ଭମାନଙ୍କ ନିମନ୍ତେ ନିରୂପିତ ଅନୁଗ୍ରହ ବିଷୟରେ ଭାବବାଣୀ ପ୍ରକାଶ କଲେ, 10 ପୁଣି, ସେହି ପରିତ୍ରାଣ ସମ୍ଵନ୍ଧରେ ଯନି ସହକାରେ ଅନ୍ଵେଷଣ ଓ ଅନୁସନ୍ଧାନ କଲେ । 11 ଖ୍ରୀଷ୍ଟଙ୍କ ଦୁଃଖଭୋଗ ଓ ତତ୍ପରବର୍ତ୍ତୀ ଗୌରବ ବିଷୟରେ ପୂର୍ବରୁ ପ୍ରମାଣଦାତା ଯେ ସେମାନଙ୍କର ମଧ୍ୟବର୍ତ୍ତୀ ଖ୍ରୀଷ୍ଟଙ୍କର ଆତ୍ମା, ସେ କେଉଁ ବା କିପ୍ରକାର କାଳକୁ ଲକ୍ଷ୍ୟ କରୁଅଛନ୍ତି, ତାହା ସେମାନେ ଅନୁସନ୍ଧାନ କଲେ । 12 ଏହିସମସ୍ତ ବିଷୟରେ ସେମାନେ ଯେ ଆପଣା ଆପଣାର ସେବା ନ କରି ତୁମ୍ଭମାନଙ୍କର ସେବା କରୁଥିଲେ, ଏହା ସେମାନଙ୍କ ନିକଟରେ ପ୍ରକାଶିତ ହୋଇଥିଲା, ଆଉ, ସେହିସମସ୍ତ ବିଷୟ ସ୍ଵର୍ଗରୁ ପ୍ରେରିତ ପବିତ୍ର ଆତ୍ମାଙ୍କ ଶକ୍ତିରେ ତୁମ୍ଭମାନଙ୍କ ନିକଟରେ ସୁସମାଚାର ପ୍ରଚାରକମାନଙ୍କ ଦ୍ଵାରା ଏବେ ତୁମ୍ଭମାନଙ୍କୁ ଜଣାଇ ଦିଆଯାଇଅଛି; ସେହିସବୁ ବିଷୟ ଦୂତମାନେ ନିରୀକ୍ଷଣ କରିବାକୁ ଇଚ୍ଛା କରନ୍ତି । 13 ଅତଏବ, ଆପଣା ଆପଣା ମନରୂପ କଟି ବନ୍ଧନ କରି ସଚେତନ ଥାଅ, ପୁଣି ଯୀଶୁ ଖ୍ରୀଷ୍ଟଙ୍କ ପ୍ରକାଶିତ ହେବା ସମୟରେ ଯେଉଁ ଅନୁଗ୍ରହ ତୁମ୍ଭମାନଙ୍କ ପ୍ରତି ବର୍ତ୍ତିବ, ସେଥିରେ ସମ୍ପୂର୍ଣ୍ଣ ରୂପେ ଭରସା ରଖ । 14 ତୁମ୍ଭମାନଙ୍କ ପୂର୍ବ ଅଜ୍ଞାନତା ସମୟର କୁଅଭିଳାଷର ଅନୁରୂପୀ ହୁଅ ନାହିଁ, 15 ମାତ୍ର ତୁମ୍ଭମାନଙ୍କର ଆହ୍ଵାନକର୍ତ୍ତା ଯେପରି ପବିତ୍ର, ତୁମ୍ଭେମାନେ ମଧ୍ୟ ଆଜ୍ଞାବହ ସନ୍ତାନମାନଙ୍କ ପରି ସମସ୍ତ ଆଚରଣରେ ସେହିପରି ପବିତ୍ର ହୁଅ । 16 ଯେଣୁ ଲେଖା ଅଛି, ତୁମ୍ଭେମାନେ ପବିତ୍ର ହୁଅ, କାରଣ ଆମ୍ଭେ ପବିତ୍ର । 17 ଆଉ ଯେ ମୁଖାପେକ୍ଷା ନ କରି ପ୍ରତ୍ୟେକ ଲୋକର କର୍ମାନୁସାରେ ବିଚାର କରନ୍ତି, ତାହାଙ୍କୁ ଯଦି ପିତା ବୋଲି ସମ୍ଵୋଧନ କରୁଅଛ, ତେବେ ଆପଣା ଆପଣାର ପ୍ରବାସକାଳ ସଭୟରେ କ୍ଷେପଣ କର; 18 ଯେଣୁ ତୁମ୍ଭେମାନେ ଜାଣ ଯେ, ତୁମ୍ଭମାନଙ୍କ ପିତୃପୁରୁଷମାନଙ୍କଠାରୁ ପ୍ରାପ୍ତ ପରମ୍ପରାଗତ ନିରର୍ଥକ ଆଚାରବ୍ୟବହାରରୁ ରୂପା କି ସୁନା ପରି କ୍ଷୟଣୀୟ ବସ୍ତୁ ଦ୍ଵାରା ମୁକ୍ତ ନ ହୋଇ 19 ବରଂ ନିଖୁ; ଓ ନିଷ୍କଳଙ୍କ ମେଷଶାବକ ସଦୃଶ ଖ୍ରୀଷ୍ଟଙ୍କ ବହୁମୂଲ୍ୟ ରକ୍ତରେ ମୁକ୍ତ ହୋଇଅଛ । 20 ସେ ଜଗତର ପତ୍ତନ ପୂର୍ବରୁ ନିରୂପିତ ହୋଇ ତୁମ୍ଭମାନଙ୍କ ନିମନ୍ତେ ଶେଷକାଳରେ ପ୍ରକାଶିତ ହୋଇଅଛନ୍ତି; 21 ଯେଉଁ ଈଶ୍ଵର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇ ଗୌରବାନ୍ଵିତ କରିଅଛନ୍ତି, ସେହି ଈଶ୍ଵରଙ୍କଠାରେ ତୁମ୍ଭେମାନେ ତାହାଙ୍କ ଦ୍ଵାରା ବିଶ୍ଵାସ କରୁଅଛ, ଏଣୁ ଈଶ୍ଵର ତୁମ୍ଭମାନଙ୍କର ବିଶ୍ଵାସ ଓ ଭରସାର ସ୍ଥଳ ଅଟନ୍ତି । 22 ତୁମ୍ଭେମାନେ ସତ୍ୟର ଆଜ୍ଞାବହ ହୋଇ ନିଷ୍କପଟ ଭ୍ରାତୃପ୍ରେମ ନିମନ୍ତେ ଆପଣା ଆପଣା ଆତ୍ମାକୁ ଶୁଚି କରିଥିବାରୁ ଅନ୍ତର ସହ ଏକାଗ୍ରଭାବେ ପରସ୍ପରକୁ ପ୍ରେମ କର; 23 ଯେଣୁ ତୁମ୍ଭେମାନେ କ୍ଷୟଣୀୟ ବୀଜରୁ ନୁହେଁ, ବରଂ ଅକ୍ଷୟ ବୀଜରୁ, ଅର୍ଥାତ୍ ଈଶ୍ଵରଙ୍କ ଜୀବନ୍ତ ଓ ଚିରସ୍ଥାୟୀ ବାକ୍ୟ ଦ୍ଵାରା ପୁନର୍ଜାତ ହୋଇଅଛ । 24 କାରଣ ସମସ୍ତ ମର୍ତ୍ତ୍ୟ ତୃଣ ତୁଲ୍ୟ, ତାହାର ସମସ୍ତ ଶୋଭା ତୃଣର ପୁଷ୍ପ ସଦୃଶ; ତୃଣ ଶୁଖିଯାଏ, ଆଉ ଫୁଲ ଝଡ଼ିପଡ଼େ, 25 କିନ୍ତୁ ଈଶ୍ଵରଙ୍କ ବାକ୍ୟ ଅନନ୍ତକାଳସ୍ଥାୟୀ । ଏହା ସେହି ସୁସମାଚାରର ବାକ୍ୟ, ଯାହା ତୁମ୍ଭମାନଙ୍କ ନିକଟରେ ପ୍ରଚାରିତ ହୋଇଅଛି ।
Total 5 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 1 / 5
1 2 3 4 5
×

Alert

×

Oriya Letters Keypad References