ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯାତ୍ରା ପୁସ୍ତକ
1. ଅଭିଷେକ ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,
2. ତୁମ୍ଭେ ପ୍ରଥମ ମାସରେପ୍ରଥମ ଦିନରେ ସମାଗମ-ତମ୍ଵୁର ଆବାସ ସ୍ଥାପନ କରିବ ।
3. ପୁଣି ତହିଁ ମଧ୍ୟରେ ସାକ୍ଷ୍ୟସିନ୍ଦୁକ ରଖି ବିଚ୍ଛେଦବସ୍ତ୍ର ଟଙ୍ଗାଇ ସେହି ସିନ୍ଦୁକ ଆଚ୍ଛାଦନ କରିବ।
4. ଏଉତ୍ତାରେ ମେଜ ଭିତରକୁ ଆଣି ତହିଁ ଉପରିସ୍ଥିତ ଦ୍ରବ୍ୟମାନ ଧାରାନୁସାରେ ରଖିବ; ଆଉ ଦୀପବୃକ୍ଷ ଭିତରକୁ ଆଣି ତହିଁର ପ୍ରଦୀପ ସକଳ ଜାଳିବ ।
5. ସାକ୍ଷ୍ୟସିନ୍ଦୁକ ସମ୍ମୁଖରେ ସ୍ଵର୍ଣ୍ଣର ଧୂପବେଦି ରଖିବ, ପୁଣି ଆବାସ-ଦ୍ଵାରର ଆଚ୍ଛାଦନବସ୍ତ୍ର ଟଙ୍ଗାଇବ।
6. ଆଉ ସମାଗମ-ତମ୍ଵୁର ଆବାସ ଦ୍ଵାର ସମ୍ଵୁଖରେ ହୋମବେଦିରଖିବ ।
7. ସମାଗମ-ତମ୍ଵୁ ଓ ବେଦି ମଧ୍ୟରେ ପ୍ରକ୍ଷାଳନପାତ୍ର ରଖି ତହିଁରେ ଜଳ ଦେବ।
8. ପୁଣି, ଚତୁର୍ଦ୍ଦିଗରେ ପ୍ରାଙ୍ଗଣ ପ୍ରସ୍ତୁତ କରିବ ଓ ପ୍ରାଙ୍ଗଣ ଦ୍ଵାରରେ ଆଚ୍ଛାଦନ ବସ୍ତ୍ର ଟଙ୍ଗାଇବ ।
9. ଏଉତ୍ତାରେ ଅଭିଷେକାର୍ଥକ ତୈଳ ନେଇ ଆବାସ ଓ ତନ୍ମଧ୍ୟସ୍ଥିତ ସମସ୍ତ ବସ୍ତୁ ଅଭିଷେକ କରି ତାହା ଓ ତହିଁର ସକଳ ପାତ୍ର ପବିତ୍ର କରିବ; ତହିଁରେ ତାହା ପବିତ୍ର ହେବ ।
10. ଆଉ, ତୁମ୍ଭେ ହୋମବେଦି ଓ ତହିଁର ସକଳ ପାତ୍ର ଅଭିଷେକ କରି ପବିତ୍ର କରିବ; ତହିଁରେ ସେହି ବେଦି ମହାପବିତ୍ର ହେବ ।
11. ଆଉ ତୁମ୍ଭେ ପ୍ରକ୍ଷାଳନପାତ୍ର ଓ ତହିଁର ବୈଠିକି ଅଭିଷେକ କରି ପବିତ୍ର କରିବ ।
12. ଏଉତ୍ତାରେ ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣକୁ ସମାଗମ-ତମ୍ଵୁର ଦ୍ଵାର ନିକଟକୁ ଆଣି ଜଳରେ ସ୍ନାନ କରାଇବ।
13. ପୁଣି ଆମ୍ଭ ଉଦ୍ଦେଶ୍ୟରେ ଯାଜକ କର୍ମ କରିବା ନିମନ୍ତେ ହାରୋଣକୁ ପବିତ୍ର ବସ୍ତ୍ର ପରିଧାନ କରାଇ ଅଭିଷେକ କରି ପ୍ରତିଷ୍ଠା କରିବ ।
14. ଆଉ ତାହାର ପୁତ୍ରଗଣକୁ ଆଣି ଜାମା ପିନ୍ଧାଇବ ।
15. ପୁଣି ସେମାନଙ୍କ ପିତାକୁ ଯେରୂପ ଅଭିଷେକ କଲ, ସେହିରୂପ ସେମାନଙ୍କୁ ଅଭିଷେକ କରିବ, ତହିଁରେ ସେମାନେ ଆମ୍ଭର ଯାଜକକର୍ମ କରିବେ; ସେହି ଅଭିଷେକ ସେମାନଙ୍କ ପୁରୁଷାନୁକ୍ରମେ ଅନନ୍ତକାଳୀନ ଯାଜକତ୍ଵର ମୂଳ ହେବ ।
16. ମୋଶା ଏହିରୂପ କଲେ; ସେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସବୁ କଲେ ।
17. ଅନନ୍ତର ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଦ୍ଵିତୀୟ ବର୍ଷର ପ୍ରଥମ ମାସର ପ୍ରଥମ ଦିନରେ ଆବାସ ସ୍ଥାପିତ ହେଲା ।
18. ପୁଣି, ମୋଶା ଆବାସ ସ୍ଥାପନ କରି ତହିଁର ଚୁଙ୍ଗୀ ଦେଇ ପଟା ବସାଇ ଅର୍ଗଳ ପ୍ରବେଶ କରାଇ ତହିଁର ସ୍ତମ୍ଭ ଠିଆ କଲେ ।
19. ତହୁଁ ସେ ଆବାସ ଉପରେ ତମ୍ଵୁ ବିସ୍ତାର କଲେ ଓ ତମ୍ଵୁ ଉପରେ ଛାତ ଦେଲେ;
20. ଅନନ୍ତର ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ସାକ୍ଷ୍ୟପତ୍ର ଘେନି ସିନ୍ଦୁକ ଭିତରେ ରଖିଲେ ଓ ସିନ୍ଦୁକରେ ସାଙ୍ଗୀ ଲଗାଇ ସିନ୍ଦୁକ ଉପରେ ପାପାଚ୍ଛାଦନ ରଖିଲେ;
21. ପୁଣି ଆବାସ ଭିତରକୁ ସିନ୍ଦୁକ ଆଣିଲେ ଓ ଆଚ୍ଛାଦନର ବିଚ୍ଛେଦବସ୍ତ୍ର ଟଙ୍ଗାଇ ସାକ୍ଷ୍ୟସିନ୍ଦୁକ ଆଚ୍ଛାଦନ କଲେ ।
22. ଏଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞା-ନୁସାରେ ସେ ଆବାସର ଉତ୍ତର ପାର୍ଶ୍ଵରେ ବିଚ୍ଛେଦବସ୍ତ୍ରର ବାହାରେ ସମାଗମ-ତମ୍ଵୁରେ ମେଜ ରଖିଲେ;
23. ପୁଣି ସେ ସଦାପ୍ରଭୁଙ୍କ ସମ୍ମୁଖରେ ଧାରାନୁସାରେ ତହିଁ ଉପରେ ରୋଟୀ ରଖିଲେ।
24. ଅନନ୍ତର ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମେଜ ସମ୍ମୁଖରେ ଆବାସର ଦକ୍ଷିଣ ପାର୍ଶ୍ଵରେ ସମାଗମ-ତମ୍ଵୁରେ ଦୀପବୃକ୍ଷ ରଖିଲେ
25. ଓ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରଦୀପ ଜାଳିଲେ।
26. ଆଉ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ସମାଗମ-ତମ୍ଵୁରେ ବିଚ୍ଛେଦବସ୍ତ୍ର ସମ୍ମୁଖରେ ସ୍ଵର୍ଣ୍ଣ-ବେଦି ରଖିଲେ
27. ଓ ତହିଁ ଉପରେ ସୁଗନ୍ଧିଧୂପ ଜାଳିଲେ।
28. ପୁଣି ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ଆବାସ-ଦ୍ଵାରରେ ଆଚ୍ଛାଦନବସ୍ତ୍ର ଟଙ୍ଗାଇଲେ
29. ଓ ସମାଗମ-ତମ୍ଵୁର ଆବାସ-ଦ୍ଵାର ନିକଟରେ ହୋମବେଦି ରଖିତହିଁ ଉପରେ ହୋମବଳି ଓ ନୈବେଦ୍ୟ ଉତ୍ସର୍ଗ କଲେ ।
30. ଏଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞା-ନୁସାରେ ସେ ସମାଗମ-ତମ୍ଵୁ ଓ ବେଦି ମଧ୍ୟସ୍ଥାନରେ ପ୍ରକ୍ଷାଳନପାତ୍ର ରଖି ତହିଁ ମଧ୍ୟରେ ପ୍ରକ୍ଷାଳନ ନିମନ୍ତେ ଜଳ ଦେଲେ।
31. ତହିଁରେ ମୋଶା ଓ ହାରୋଣ ଓ ତାଙ୍କର ପୁତ୍ରଗଣ ଆପଣା ଆପଣା ହସ୍ତ ପଦ ପ୍ରକ୍ଷାଳନ କଲେ ।
32. ଯେକୌଣସି ସମୟରେ ସେମାନେ ସମାଗମ-ତମ୍ଵୁରେ ପ୍ରବେଶ କଲେ ବା ବେଦିର ନିକଟବର୍ତ୍ତୀ ହେଲେ, ସେହି ସମୟରେ ସେମାନେ ପ୍ରକ୍ଷାଳନ କଲେ।
33. ଏଉତ୍ତାରେ ସେ ଆବାସର ଓ ବେଦିର ଚତୁର୍ଦ୍ଦିଗରେ ପ୍ରାଙ୍ଗଣ ପ୍ରସ୍ତୁତ କଲେ ଓ ପ୍ରାଙ୍ଗଣ ଦ୍ଵାରରେ ଆଚ୍ଛାଦନବସ୍ତ୍ର ଟଙ୍ଗାଇଲେ, ଏହିରୂପେ ମୋଶା ସେହି କାର୍ଯ୍ୟ ସମାପ୍ତ କଲେ ।
34. ଅନନ୍ତର ମେଘସେହି ସମାଗମ-ତମ୍ଵୁ ଆଚ୍ଛାଦନ କଲା ଓ ସଦାପ୍ରଭୁଙ୍କର ପ୍ରତାପ ଆବାସକୁ ପରିପୂର୍ଣ୍ଣ କଲା ।
35. ତହିଁରେ ମୋଶା ସମାଗମ-ତମ୍ଵୁରେ ପ୍ରବେଶ କରି ପାରିଲେ ନାହିଁ, କାରଣ ମେଘ ତହିଁ ଉପରେ ଅବସ୍ଥିତି କରିଥିଲା ଓ ସଦାପ୍ରଭୁଙ୍କ ପ୍ରତାପ ଆବାସକୁ ପରିପୂର୍ଣ୍ଣ କରିଥିଲା ।
36. ପୁଣି ଆବାସ-ଉପରୁ ଯେତେବେଳେ ମେଘ ନିଆଗଲା, ସେତେବେଳେ ଇସ୍ରାଏଲ-ସନ୍ତାନଗଣ ଆପଣା-ମାନଙ୍କ ଯାତ୍ରାରେ ଅଗ୍ରସର ହେଲେ।
37. ମାତ୍ର ମେଘ ଯେତେବେଳେ ଊର୍ଦ୍ଧ୍ଵରେ ନିଆଗଲା ନାହିଁ, ସେତେବେଳେ ଊର୍ଦ୍ଧ୍ଵରେ ନିଆ ନ ହେବା ଦିନ ପର୍ଯ୍ୟନ୍ତ ସେମାନେ ଯାତ୍ରା କଲେ ନାହିଁ ।
38. କାରଣ ସମସ୍ତ ଇସ୍ରାଏଲ ବଂଶର ଦୃଷ୍ଟିଗୋଚରରେ ସେମାନଙ୍କ ସମସ୍ତ ଯାତ୍ରାରେ ଦିନ ବେଳେ ସଦାପ୍ରଭୁଙ୍କର ମେଘ ଓ ରାତ୍ରିରେ ଅଗ୍ନି ଆବାସ ଉପରେ ଅବସ୍ଥିତି କଲା।

Notes

No Verse Added

Total 40 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 40 / 40
ଯାତ୍ରା ପୁସ୍ତକ 40:4
1 ଅଭିଷେକ ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, 2 ତୁମ୍ଭେ ପ୍ରଥମ ମାସରେପ୍ରଥମ ଦିନରେ ସମାଗମ-ତମ୍ଵୁର ଆବାସ ସ୍ଥାପନ କରିବ । 3 ପୁଣି ତହିଁ ମଧ୍ୟରେ ସାକ୍ଷ୍ୟସିନ୍ଦୁକ ରଖି ବିଚ୍ଛେଦବସ୍ତ୍ର ଟଙ୍ଗାଇ ସେହି ସିନ୍ଦୁକ ଆଚ୍ଛାଦନ କରିବ। 4 ଏଉତ୍ତାରେ ମେଜ ଭିତରକୁ ଆଣି ତହିଁ ଉପରିସ୍ଥିତ ଦ୍ରବ୍ୟମାନ ଧାରାନୁସାରେ ରଖିବ; ଆଉ ଦୀପବୃକ୍ଷ ଭିତରକୁ ଆଣି ତହିଁର ପ୍ରଦୀପ ସକଳ ଜାଳିବ । 5 ସାକ୍ଷ୍ୟସିନ୍ଦୁକ ସମ୍ମୁଖରେ ସ୍ଵର୍ଣ୍ଣର ଧୂପବେଦି ରଖିବ, ପୁଣି ଆବାସ-ଦ୍ଵାରର ଆଚ୍ଛାଦନବସ୍ତ୍ର ଟଙ୍ଗାଇବ। 6 ଆଉ ସମାଗମ-ତମ୍ଵୁର ଆବାସ ଦ୍ଵାର ସମ୍ଵୁଖରେ ହୋମବେଦିରଖିବ । 7 ସମାଗମ-ତମ୍ଵୁ ଓ ବେଦି ମଧ୍ୟରେ ପ୍ରକ୍ଷାଳନପାତ୍ର ରଖି ତହିଁରେ ଜଳ ଦେବ। 8 ପୁଣି, ଚତୁର୍ଦ୍ଦିଗରେ ପ୍ରାଙ୍ଗଣ ପ୍ରସ୍ତୁତ କରିବ ଓ ପ୍ରାଙ୍ଗଣ ଦ୍ଵାରରେ ଆଚ୍ଛାଦନ ବସ୍ତ୍ର ଟଙ୍ଗାଇବ । 9 ଏଉତ୍ତାରେ ଅଭିଷେକାର୍ଥକ ତୈଳ ନେଇ ଆବାସ ଓ ତନ୍ମଧ୍ୟସ୍ଥିତ ସମସ୍ତ ବସ୍ତୁ ଅଭିଷେକ କରି ତାହା ଓ ତହିଁର ସକଳ ପାତ୍ର ପବିତ୍ର କରିବ; ତହିଁରେ ତାହା ପବିତ୍ର ହେବ । 10 ଆଉ, ତୁମ୍ଭେ ହୋମବେଦି ଓ ତହିଁର ସକଳ ପାତ୍ର ଅଭିଷେକ କରି ପବିତ୍ର କରିବ; ତହିଁରେ ସେହି ବେଦି ମହାପବିତ୍ର ହେବ । 11 ଆଉ ତୁମ୍ଭେ ପ୍ରକ୍ଷାଳନପାତ୍ର ଓ ତହିଁର ବୈଠିକି ଅଭିଷେକ କରି ପବିତ୍ର କରିବ । 12 ଏଉତ୍ତାରେ ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣକୁ ସମାଗମ-ତମ୍ଵୁର ଦ୍ଵାର ନିକଟକୁ ଆଣି ଜଳରେ ସ୍ନାନ କରାଇବ। 13 ପୁଣି ଆମ୍ଭ ଉଦ୍ଦେଶ୍ୟରେ ଯାଜକ କର୍ମ କରିବା ନିମନ୍ତେ ହାରୋଣକୁ ପବିତ୍ର ବସ୍ତ୍ର ପରିଧାନ କରାଇ ଅଭିଷେକ କରି ପ୍ରତିଷ୍ଠା କରିବ । 14 ଆଉ ତାହାର ପୁତ୍ରଗଣକୁ ଆଣି ଜାମା ପିନ୍ଧାଇବ । 15 ପୁଣି ସେମାନଙ୍କ ପିତାକୁ ଯେରୂପ ଅଭିଷେକ କଲ, ସେହିରୂପ ସେମାନଙ୍କୁ ଅଭିଷେକ କରିବ, ତହିଁରେ ସେମାନେ ଆମ୍ଭର ଯାଜକକର୍ମ କରିବେ; ସେହି ଅଭିଷେକ ସେମାନଙ୍କ ପୁରୁଷାନୁକ୍ରମେ ଅନନ୍ତକାଳୀନ ଯାଜକତ୍ଵର ମୂଳ ହେବ । 16 ମୋଶା ଏହିରୂପ କଲେ; ସେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସବୁ କଲେ । 17 ଅନନ୍ତର ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଦ୍ଵିତୀୟ ବର୍ଷର ପ୍ରଥମ ମାସର ପ୍ରଥମ ଦିନରେ ଆବାସ ସ୍ଥାପିତ ହେଲା । 18 ପୁଣି, ମୋଶା ଆବାସ ସ୍ଥାପନ କରି ତହିଁର ଚୁଙ୍ଗୀ ଦେଇ ପଟା ବସାଇ ଅର୍ଗଳ ପ୍ରବେଶ କରାଇ ତହିଁର ସ୍ତମ୍ଭ ଠିଆ କଲେ । 19 ତହୁଁ ସେ ଆବାସ ଉପରେ ତମ୍ଵୁ ବିସ୍ତାର କଲେ ଓ ତମ୍ଵୁ ଉପରେ ଛାତ ଦେଲେ; 20 ଅନନ୍ତର ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ସାକ୍ଷ୍ୟପତ୍ର ଘେନି ସିନ୍ଦୁକ ଭିତରେ ରଖିଲେ ଓ ସିନ୍ଦୁକରେ ସାଙ୍ଗୀ ଲଗାଇ ସିନ୍ଦୁକ ଉପରେ ପାପାଚ୍ଛାଦନ ରଖିଲେ; 21 ପୁଣି ଆବାସ ଭିତରକୁ ସିନ୍ଦୁକ ଆଣିଲେ ଓ ଆଚ୍ଛାଦନର ବିଚ୍ଛେଦବସ୍ତ୍ର ଟଙ୍ଗାଇ ସାକ୍ଷ୍ୟସିନ୍ଦୁକ ଆଚ୍ଛାଦନ କଲେ । 22 ଏଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞା-ନୁସାରେ ସେ ଆବାସର ଉତ୍ତର ପାର୍ଶ୍ଵରେ ବିଚ୍ଛେଦବସ୍ତ୍ରର ବାହାରେ ସମାଗମ-ତମ୍ଵୁରେ ମେଜ ରଖିଲେ; 23 ପୁଣି ସେ ସଦାପ୍ରଭୁଙ୍କ ସମ୍ମୁଖରେ ଧାରାନୁସାରେ ତହିଁ ଉପରେ ରୋଟୀ ରଖିଲେ। 24 ଅନନ୍ତର ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମେଜ ସମ୍ମୁଖରେ ଆବାସର ଦକ୍ଷିଣ ପାର୍ଶ୍ଵରେ ସମାଗମ-ତମ୍ଵୁରେ ଦୀପବୃକ୍ଷ ରଖିଲେ 25 ଓ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରଦୀପ ଜାଳିଲେ। 26 ଆଉ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ସମାଗମ-ତମ୍ଵୁରେ ବିଚ୍ଛେଦବସ୍ତ୍ର ସମ୍ମୁଖରେ ସ୍ଵର୍ଣ୍ଣ-ବେଦି ରଖିଲେ 27 ଓ ତହିଁ ଉପରେ ସୁଗନ୍ଧିଧୂପ ଜାଳିଲେ। 28 ପୁଣି ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ଆବାସ-ଦ୍ଵାରରେ ଆଚ୍ଛାଦନବସ୍ତ୍ର ଟଙ୍ଗାଇଲେ 29 ଓ ସମାଗମ-ତମ୍ଵୁର ଆବାସ-ଦ୍ଵାର ନିକଟରେ ହୋମବେଦି ରଖିତହିଁ ଉପରେ ହୋମବଳି ଓ ନୈବେଦ୍ୟ ଉତ୍ସର୍ଗ କଲେ । 30 ଏଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞା-ନୁସାରେ ସେ ସମାଗମ-ତମ୍ଵୁ ଓ ବେଦି ମଧ୍ୟସ୍ଥାନରେ ପ୍ରକ୍ଷାଳନପାତ୍ର ରଖି ତହିଁ ମଧ୍ୟରେ ପ୍ରକ୍ଷାଳନ ନିମନ୍ତେ ଜଳ ଦେଲେ। 31 ତହିଁରେ ମୋଶା ଓ ହାରୋଣ ଓ ତାଙ୍କର ପୁତ୍ରଗଣ ଆପଣା ଆପଣା ହସ୍ତ ପଦ ପ୍ରକ୍ଷାଳନ କଲେ । 32 ଯେକୌଣସି ସମୟରେ ସେମାନେ ସମାଗମ-ତମ୍ଵୁରେ ପ୍ରବେଶ କଲେ ବା ବେଦିର ନିକଟବର୍ତ୍ତୀ ହେଲେ, ସେହି ସମୟରେ ସେମାନେ ପ୍ରକ୍ଷାଳନ କଲେ। 33 ଏଉତ୍ତାରେ ସେ ଆବାସର ଓ ବେଦିର ଚତୁର୍ଦ୍ଦିଗରେ ପ୍ରାଙ୍ଗଣ ପ୍ରସ୍ତୁତ କଲେ ଓ ପ୍ରାଙ୍ଗଣ ଦ୍ଵାରରେ ଆଚ୍ଛାଦନବସ୍ତ୍ର ଟଙ୍ଗାଇଲେ, ଏହିରୂପେ ମୋଶା ସେହି କାର୍ଯ୍ୟ ସମାପ୍ତ କଲେ । 34 ଅନନ୍ତର ମେଘସେହି ସମାଗମ-ତମ୍ଵୁ ଆଚ୍ଛାଦନ କଲା ଓ ସଦାପ୍ରଭୁଙ୍କର ପ୍ରତାପ ଆବାସକୁ ପରିପୂର୍ଣ୍ଣ କଲା । 35 ତହିଁରେ ମୋଶା ସମାଗମ-ତମ୍ଵୁରେ ପ୍ରବେଶ କରି ପାରିଲେ ନାହିଁ, କାରଣ ମେଘ ତହିଁ ଉପରେ ଅବସ୍ଥିତି କରିଥିଲା ଓ ସଦାପ୍ରଭୁଙ୍କ ପ୍ରତାପ ଆବାସକୁ ପରିପୂର୍ଣ୍ଣ କରିଥିଲା । 36 ପୁଣି ଆବାସ-ଉପରୁ ଯେତେବେଳେ ମେଘ ନିଆଗଲା, ସେତେବେଳେ ଇସ୍ରାଏଲ-ସନ୍ତାନଗଣ ଆପଣା-ମାନଙ୍କ ଯାତ୍ରାରେ ଅଗ୍ରସର ହେଲେ। 37 ମାତ୍ର ମେଘ ଯେତେବେଳେ ଊର୍ଦ୍ଧ୍ଵରେ ନିଆଗଲା ନାହିଁ, ସେତେବେଳେ ଊର୍ଦ୍ଧ୍ଵରେ ନିଆ ନ ହେବା ଦିନ ପର୍ଯ୍ୟନ୍ତ ସେମାନେ ଯାତ୍ରା କଲେ ନାହିଁ । 38 କାରଣ ସମସ୍ତ ଇସ୍ରାଏଲ ବଂଶର ଦୃଷ୍ଟିଗୋଚରରେ ସେମାନଙ୍କ ସମସ୍ତ ଯାତ୍ରାରେ ଦିନ ବେଳେ ସଦାପ୍ରଭୁଙ୍କର ମେଘ ଓ ରାତ୍ରିରେ ଅଗ୍ନି ଆବାସ ଉପରେ ଅବସ୍ଥିତି କଲା।
Total 40 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 40 / 40
Common Bible Languages
West Indian Languages
×

Alert

×

oriya Letters Keypad References